ଆଜିର ରାଶିଫଳ 7 ଏପ୍ରିଲ 2019, ରବିବାର – ମା ଲକ୍ଷ୍ମୀ ଙ୍କ କୃପା ବରଷିବ ଏହି ୩ଟି ରାଶି ଉପରେ

ମେଷ

ଆଜି ଦିନରେ ଆପଣ ବିଦେଶରୁ କୌଣସି ଖୁସିଖବର ପାଇ ପାରନ୍ତି । ଏହି ଖବର ବିଦେଶରେ ରହୁଥିବା କୌଣସି ବନ୍ଧୁପରିଜନ ଆପଣଙ୍କୁ ଦେବେ । ଆପଣ ତାଙ୍କର ଫୋନ କିମ୍ବା ଇମେଲର ଅପେକ୍ଷା କରନ୍ତୁ । କାରଣ ଏହି ସୁସମ୍ବାଦ ଆପଣଙ୍କ ପାଇଁ ଖୁବ୍ ଗୁରୁତ୍ତ୍ୱପୂର୍ଣ୍ଣ । ଆଜି ଦିନରେ ଆପଣ ଅସୁଖି ଅନୁଭବ କରି ପାରନ୍ତି । କିଛି ସାମାନ୍ୟ ଦୁଶ୍ଚିନ୍ତା ମଧ୍ୟରେ ସମୟ କାଟିପାରନ୍ତି । କିନ୍ତୁ ଖରାପ ସମୟ ଆପେ ଆପେ ଦୁରେଇଯିବ । ସାମୟିକ ଭାବରେ ନିରାପତ୍ତାର ଅଭାବ ଅନୁଭବ କରି ପାରନ୍ତି । ଆଜିର ଦିନ ପ୍ରତ୍ୟେକ କାର୍ଯ୍ୟରେ ପ୍ରତିକୂଳତା ଅନୁଭବ କରିବେ । ସ୍ଵାସ୍ଥ୍ୟ ଖରାପ ହୋଇପାରେ, ଧ୍ୟାନ ରଖିବେ । ପାରିବାରିକ ସଦସ୍ୟମାନଙ୍କ ସହିତ ମନମାଳିନ୍ୟ ହେବାରୁ ଅଶାନ୍ତି ହୋଇପାରେ । ବାଣୀ ଉପରେ ନିୟନ୍ତ୍ରଣ ରଖିବେ । ପ୍ରତିକାର-ବୃଦ୍ଧା ବୃଦ୍ଧଙ୍କର ସେବା କରନ୍ତୁ ।

ବୃଷ

ଆଜି ଆପଣ ମାନସିକ ଶାନ୍ତିରୁ ବଞ୍ଚିତ ରହିବେ । କୌଣସି ମନୋରଞ୍ଜନ କାର୍ଯ୍ୟରେ ଭାଗନେଲେ ବହୁତ ଉତ୍ତମ । ପରିବାର ସଦସ୍ୟ କିମ୍ବା ସାଥିମାନଙ୍କ ସହ ବାହାରେ ଭ୍ରମଣ କରନ୍ତୁ । ଆପଣ ଆଶାକରିଥିବା ଛୋଟ ଧରଣର ଯାତ୍ରାପାଇଁ ଆପଣ କୁଆଡେ ଯାଇପାରନ୍ତି । ଏହିଭଳି ଭଲ ସୁଯୋଗକୁ ହାତଛଡା କରନ୍ତୁ ନାହିଁ । ନିଜର କାର୍ଯ୍ୟ ଜନିତ ହେଉ କିମ୍ବା ବ୍ୟକ୍ତିଗତ ସୁଖ ପାଇଁ ହେଉ ଏହିଯାତ୍ରା ପଛରେ କିଛି ମହତ୍ତ୍ୱ ରହିଛି । ଆଜି ଆପଣଙ୍କୁ ନିଜର କ୍ରୋଧ ଉପରେ ନିୟନ୍ତ୍ରଣ ରଖିବାକୁ ପଡ଼ିବ । ଶରୀରରେ ଫୁର୍ତ୍ତିର ଅଭାବ ରହିପାରେ । କୌଣସି ଧାର୍ମିକ କିମ୍ବା ମାଙ୍ଗଳିକ ପ୍ରସଂଗରେ ଆପଣଙ୍କ ଉପସ୍ଥିତି ରହିବ । ତୀର୍ଥ ଯାତ୍ରା କରିପାରନ୍ତି । ଚାକିରି, ବ୍ୟବସାୟ ସ୍ଥଳରେ ତଥା ପରିବାରରେ ମନମାଳିନ୍ୟ ହୋଇପାରେ, ପ୍ରତିକାର:- ଗ୍ରାମ ଦେବତୀଙ୍କୁ ବୁନ୍ଦି ଭୋଗ କରି ପିଲାମାନଙ୍କୁ ବାଣ୍ଟି ଦେବେ ।

ମିଥୁନ

ଆପଣ ଆଜି ବିଦେଶରୁ ଗୋଟିଏ ଖୁସି ଖବର ପାଇପାରନ୍ତି ଯଦି ଆପଣ ବିଦ୍ୟାର୍ଥି ହୋଇଥାନ୍ତି ତେବେ ଆପଣ ବୃତ୍ତି ପାଇପାରନ୍ତି କିମ୍ବା ଆପଣଙ୍କର ନାମ ଲେଖା ହୋଇପାରେ । ଏହା ମଧ୍ୟ କୌଣସି ଏକ ନୂଆ ଚ଼ାକିରି ହୋଇଥାଇପାରେ । ତେଣୁ ଇମେଲ ଲେଖନ୍ତୁ । ଯଦି ଆପଣଙ୍କୁ କୌଣସି ସାହାଯ୍ୟର ଆବଶ୍ୟକତା ଥାଏ ତାହେଲେ ନିଜ ଲୋକଙ୍କ ଠାରୁ ସାହାଯ୍ୟ ମାଗିବାରେ ଆପଣ ପଛଘୁଞ୍ଚା କରନ୍ତୁ ନାହିଁ । ଯେତେ ସହଜରେ ଆପଣ ସାହାଯ୍ୟ କରନ୍ତି ସେତିକି ସେମାନେ ମଧ୍ୟ ଆପଣଙ୍କୁ ସାହାଯ୍ୟ କରିବାକୁ ଆଗେଇ ଆସିବେ । କାର୍ଯ୍ୟ ସଫଳତାରେ ବିଳମ୍ବ ଏବଂ ଶାରୀରିକ ଅସ୍ଵସ୍ଥତା କାରଣରୁ ଆପଣ ହତାଶାର ଭାବନା ଅନୁଭବ କରିପାରନ୍ତି । ଅତ୍ୟଧିକ କାମର ବୋଝରେ ଆଳସ୍ୟ ଏବଂ ମାନସିକ ଅଣନିଶ୍ୱାସୀ ଲାଗିପାରେ । ଯଦି ସମ୍ଭବ ତେବେ ଆଜି ନୂଆ କାର୍ଯ୍ୟ ଆରମ୍ଭ କରନ୍ତୁ ନାହିଁ, ପ୍ରତିକାର:- ଶିବ ଲିଙ୍ଗ ଉପରେ କଞ୍ଚା କ୍ଷୀର ଢ଼ାଳନ୍ତୁ ।

କର୍କଟ

ବହୁତ ଗୁଡିଏ ସ୍ଥାନକୁ ଯାତ୍ରାକରିବାର ସୁଯୋଗ ଆସିପାରେ ଏବଂ ଏହା ମଧ୍ୟରୁ ଗୋଟିଏ ଆପଣ ବାଛିବେ । ଭିନ୍ନ ପ୍ରକାର ଦ୍ୱନ୍ଦ ମଧ୍ୟରେ ଆପଣଙ୍କୁ ନିଷ୍ପତ୍ତି ନେବାକୁ ପଡିବ ଏବଂ ଆପଣଙ୍କ ସହ ଯାତ୍ରା ନିଷ୍ପତ୍ତି ବାହାରେ କିଛି ଯୋଜନା କରିପାରନ୍ତି । ଆଜି ଆପଣଙ୍କୁ ନିଜ ଘରେ ପୂର୍ଣ୍ଣ ଦିନ ବିତାଇଲେ ଆଜି ଆପଣ ନିଜ ପରିବାରର ସୁନ୍ଦରତାକୁ ଚିହ୍ନି ପାରିବେ । ତାଙ୍କ ଦ୍ୱାରା ମିଲିଥିବା ସହଯୋଗ ଆପଣଙ୍କ ମନକୁ ସ୍ପର୍ଶ କରିବ । ଆଜିର ଦିନ ଆପଣଙ୍କୁ ଖୁସି ଏବଂ ସଫଳତା ମିଳିବ । ପାରିବାରିକ ସଦସ୍ୟମାନଙ୍କ ସହିତ ଘରେ ସୁଖ-ଶାନ୍ତିରେ ଦିନ କଟାଇବେ । ଚାକିରି କରୁଥିବା ଲୋକଙ୍କୁ ଲାଭ ହେବ । ପ୍ରତିଦ୍ୱନ୍ଦ୍ୱୀମାନଙ୍କୁ ପରାସ୍ତ କରି ପାରିବେ । କାର୍ଯ୍ୟରେ ଯଶ ମିଳିବ । ପ୍ରତିକାର- କୁକୁରକୁ ଖାଇବାକୁ ଦିଅନ୍ତୁ ।

ସିଂହ

ଆଜି ଆପଣ ପରିବାରର କୌଣସି ସମସ୍ୟା ସମାଧାନ କରିବାକୁ ଚ଼େଷ୍ଟା କରିବେ । ଅନ୍ୟମାନେ ଆପଣଙ୍କ ପରାମର୍ଶ ଉପରେ ନିର୍ଭର କରନ୍ତୁ । ସମସ୍ତେ ଆପଣଙ୍କ ଉପରେ ନିର୍ଭର କରିବାଟା ଆପଣଙ୍କୁ ଆଶ୍ଚର୍ଯ୍ୟ ଲାଗିପାରେ । ଶୁଭ କିମ୍ବା ଧାର୍ମିକ ମୁହୂର୍ତ୍ତରେ ଯାତ୍ରାର ଆୟୋଜନ ହେବ । ଭାଇ-ବନ୍ଧୁମାନଙ୍କ ସହିତ ସୌହାର୍ଦ୍ୟ ପୂର୍ଣ୍ଣ ବାତାବରଣରେ ଘରୋଇ ପ୍ରଶ୍ନର ଚର୍ଚ୍ଚା ହେବ । ବ୍ୟାବହାରିକ ଅବସରରେ ବାହରକୁ ଯାତ୍ରା କରିବେ । ବିଦେଶରୁ ଭଲ ସମାଚାର ଆସିବ |ଆପଣ କିଛି ଅଧିକ ସମ୍ବେଦନଶୀଳତା ହୋଇପାରନ୍ତି । ପାଣିକୁ ସମ୍ଭାଳି କରି ରୁହନ୍ତୁ । ସମୟାନୁସାରେ ଭୋଜନର ବ୍ୟବସ୍ଥା ହୋଇନପାରେ । ଚାକିରିପେଶା ଲୋକମାନଙ୍କୁ କିଛି ସମସ୍ୟା ହୋଇପାରେ । ଜମି ସମ୍ପତ୍ତିର କାର୍ଯ୍ୟଗୁଡ଼ିକରେ ସାବଧାନ ରହିବେ । ପ୍ରତିକାର-ବୃଦ୍ଧା ବୃଦ୍ଧଙ୍କର ସେବା କରନ୍ତୁ ।

କନ୍ୟା

ଆଜି ଆପଣ ଆଶ୍ଚର୍ଯ୍ୟ ହେବେ , ବହୁଦିନର ସମସ୍ୟାର ସମାଧାନ ଆପଣ କରିଦେଲେ ଯାହା ଆପଣ ବହୁ ଦିନରୁ କରିପାରୁ ନଥିଲେ । ଏହି ସମସ୍ୟା ଆପଣଙ୍କର ପ୍ରିୟଜନ ମାନଙ୍କ ମଧ୍ୟରେ ଚ଼ାଲିଥିଲା । ଆଜି ଯେମିତିବି ହେଉ ଆପଣ ଆଇନଗତ ସମସ୍ୟାରୁ ମୁକ୍ତି ପାଇଯିବେ । ଆପଣଙ୍କର କୌଣସି କଳିରେ ସମ୍ପୃକ୍ତ ହେବାର ସଙ୍କେତ ଅଛି । ଯଦି ସମ୍ଭବ ହୁଏ ଏହି ଗମ୍ଭୀର ସମସ୍ୟାକୁ ଶାନ୍ତିପୂର୍ବକ ସମାଧାନ କରିବାକୁ ଚ଼େଷ୍ଟା କରନ୍ତୁ । ଲେଖନ, ସାହିତ୍ୟ କ୍ଷେତ୍ରରେ କିଛି ନୂଆ କରିବାର ଆପଣଙ୍କୁ ପ୍ରେରଣା ମିଳିବ । ବିଦ୍ୟାର୍ଥୀ ଅଧ୍ୟଯନରେ ଉତ୍ତମ ପ୍ରଦର୍ଶନ କରି ପାରିବେ । ପ୍ରଣୟରେ ସଫଳତା ଏବଂ ପ୍ରିୟ ବ୍ୟକ୍ତିମାନଙ୍କର ସହିତ ସାକ୍ଷାତକରି ଆପଣଙ୍କ ମନ ହର୍ଷିତ ହେବ, ପ୍ରତିକାର-ଗ୍ରାମ୍ୟଦେବୀଙ୍କୁ ଭୋଗ ଲଗେଇ ପିଲାଙ୍କୁ ବାଣ୍ଟିବେ ।

ତୁଳା

ନିକଟ ସମ୍ପର୍କିୟ ଆପଣଙ୍କୁ ସାହାଯ୍ୟ କରିବା ପାଇଁ ଆଗେଇ ଆସିବେ ଏବଂ ଆପଣ ଖୁସିରେ ମଧ୍ୟ ରହିବେ । ନିଜ ସମ୍ପର୍କକୁ ଦୃଢ କରିବା ପାଇଁ ଆପଣ ବହୁତ ଚେଷ୍ଟା କରିଛନ୍ତି ଏବଂ ଏହି ଚେଷ୍ଟା ଆପଣଙ୍କର ଫଳବତି ମଧ୍ୟ ହୋଇଛି । ଆଜି ଆପଣଙ୍କୁ କ୍ରୋଧ ଲାଗିବ । ଆଜି ଆପଣଙ୍କର ଜୀବନର ଉନ୍ନତି କ୍ଷେତ୍ରରେ କିଛି ପରିମାଣର ଅବନତି ଦେଖାଦେବ । କିନ୍ତୁ ଆପଣ ଏ କ୍ଷେତ୍ରରେ ଆଦୌ ବ୍ୟସ୍ତ ନହୋଇ ଏ ପରିସ୍ଥିତିର ମୁକାବଲା କରନ୍ତୁ । ଆଜିର ଦିନ ଆପଣ ନିଜର ଶାରୀରିକ ଏବଂ ମାନସିକ ସ୍ଵାସ୍ଥ୍ୟ ପ୍ରତି ଯତ୍ନ ନେବେ । ଆର୍ଥିକ ଲାଭ ପ୍ରାପ୍ତି କରି ପାରିବେ । କୌଣସି ତୀର୍ଥଯାତ୍ରାରେ ଯାଇପାରନ୍ତି । ନିଜ ବନ୍ଧୁ ଏବଂ ମିତ୍ରମାନଙ୍କର ଆଗମନରେ ମନ ଖୁସି ହେବ । ଦାମ୍ପତ୍ୟଜୀବନରେ ନିକଟତା ଏବଂ ମଧୁରତା ରହିବ |କ୍ରୋଧର ମାତ୍ରା ଅଧିକ ରହିବ । ବ୍ୟର୍ଥ ଉଗ୍ରତା ଟାଳିବାକୁ ପ୍ରୟାସ କରନ୍ତୁ । ନହେଲେ କାର୍ଯ୍ୟ ବିଗିଡ଼ି ପାରେ । ସହକର୍ମିମାନଙ୍କର ସହଯୋଗ ମିଳିବ । ପ୍ରତିଦ୍ୱନ୍ଦ୍ୱୀମାନଙ୍କ ଉପରେ ବିଜୟ ପ୍ରାପ୍ତି ହେବ । ପ୍ରତିକାର- କୁକୁରକୁ ଖାଇବାକୁ ଦିଅନ୍ତୁ ।

ବିଛା

ଆପଣଙ୍କୁ ଆପଣଙ୍କ ଦଳର ସମର୍ଥନ ମିଳିପାରିବ , ଯଦି ଆପଣ ନିଜର ବିଚାରକୁ ସେମାନଙ୍କ ଆଗରେ ବ୍ୟକ୍ତ କରିବେ । ଆପଣ ନିଜେହିଁ ସବୁକାମ କରି ପାରିବେ କିନ୍ତୁ ନିଜ କାର୍ଯ୍ୟକୁ ଦଳ ମଧ୍ୟରେ ସମାନ ପରିମାଣରେ ଭାଗକରି ଦିଅନ୍ତୁ । ଆଜି ଆପଣଙ୍କ ନିଜ ସବୁ ସମସ୍ୟାକୁ ସମାଧାନ କରିବା ଚ଼େଷ୍ଟାରେ ଲାଗିଯିବେ । ଏହି ସମୟରେ କୌଣସି ରୋଗ କିମ୍ବା ବିଷୟକୁ କେବଳ ଉପରେ ସମାଧାନ କରନ୍ତୁ ନାହିଁ । ଆପଣ ଏହାର ମୂଳୋତ୍ପାନ କରିବାକୁ ଚ଼େଷ୍ଟା କରନ୍ତୁ । ଆଜିର ଦିନ ସାବଧାନରେ ରୁହନ୍ତୁ । ଅଧିକ ପରିଶ୍ରମରେ କମ ସଫଳତା ମିଳିବାର ନିରାଶା ଭାବନା ସୃଷ୍ଟି ହେବ । ପାରିବାରିକ ବାତାବରଣ ମଧ୍ୟ ଅଶାନ୍ତ ରହିବ । ସ୍ଵାସ୍ଥ୍ୟ ସମ୍ବନ୍ଧୀତ ଅଭିଯୋଗ ରହିବ । ଦୁର୍ଘଟଣାରୁ ବଞ୍ଚନ୍ତୁ । ବ୍ୟବସାୟ କାର୍ଯ୍ୟଗୁଡ଼ିକରେ ସରକାରୀ ହସ୍ତକ୍ଷେପ ବଢ଼ିବ । କୋର୍ଟ-କଚେରୀର କାର୍ଯ୍ୟଗୁଡ଼ିକରେ ସମ୍ଭାଳିକରି ପଦକ୍ଷେପ ଉଠାଇବେ, ପ୍ରତିକାର- ବେଲକାଠରେ ଚନ୍ଦନ ଘୋରି ଧାରଣ କରନ୍ତୁ ।

ଧନୁ

ଆଜି ଆପଣ ନିଜର ବନ୍ଧୁମାନଙ୍କ କଥା ନଶୁଣି , ନିଜର ହୃଦୟ କଥା ଶୁଣନ୍ତୁ । ଆପଣଙ୍କ ଅନ୍ତରର ବାଣି ହିଁ ଆପଣଙ୍କୁ ନୂତନ ଦିଗଦର୍ଶନ ଦେବ । ଆପଣ ନିଜେ ହିଁ ନିଜକୁ ଆଗେଇ ନେବାରେ ସାହାୟକ ହୋଇଛନ୍ତି ଏବଂ ଏବେ ଆପଣଙ୍କୁ ସଠିକ୍ ନିର୍ଣ୍ଣୟ ନେବା ଉଚ଼ିତ୍ । କୌଣସି ଆଇନଗତ ନିଷ୍ପତ୍ତି ଏବେ ଆପଣଙ୍କ ସପକ୍ଷରେ ରହିବ । ଏବେ ଆପଣଙ୍କୁ ଆପଣଙ୍କ ଉଦ୍ୟମର ଫଳ ମିଳିପାରିବ । ସବୁ କିଛି ଠିକ୍ ହୋଇଯିବ କିନ୍ତୁ ଆପଣ ନିଜ କ୍ରୋଧ ଉପରେ ଅକ୍ତିଆର ରଖିବାକୁ ହେବ । ଏବେ ଖୁସିର ସମୟ ଆସିଗଲାଣି । ଚାକିରି କିମ୍ବା ବ୍ୟବସାୟରେ ସଫଳତା ପାଇବାରୁ ତଥା ଉଚ୍ଚ ପଦାଧିକାରିମାନଙ୍କର ପ୍ରୋତ୍ସାହକ ବ୍ୟବହାରରେ ଆପଣ ଅତ୍ୟନ୍ତ ପ୍ରସନ୍ନତା ଅନୁଭବ କରିବେ । ବ୍ୟାପାରିମାନଙ୍କର ବ୍ୟାପାରରେ ବୃଦ୍ଧି ହେବ ଏବଂ ବାକୀ ପଡ଼ିଥିବା ରାଶି ପ୍ରାପ୍ତ ହେବ, ପ୍ରତିକାର- ଗୁଡ ରୁଟି ଗାଈକୁ ଖାଇବାକୁ ଦିଅନ୍ତୁ ।

ମକର

ନିଜ ଜୀବନରେ ସମସ୍ୟାକୁ ସୁଧାରିବା ପାଇଁ ଆପଣ ଆଜି କୌଣସି ବ୍ୟକ୍ତିଙ୍କର ଉପଦେଶ ଗ୍ରହଣ କରିବେ । ଉପଦେଶ ଦେଉଥିବା ବ୍ୟକ୍ତି ଜଣେ ଜ୍ୟୋତିଷ୍କ ହୋଇପାରନ୍ତି । ଯିଏକି ଆପଣଙ୍କୁ ସଠିକ୍ ମାର୍ଗ ଦେଖାଇ ପାରିବେ । ଯଦି ଆପଣଙ୍କୁ ଏମିତି ଲାଗେ ଯେ ପରିବାରରେ ଯେ କୌଣସି ସମସ୍ୟା ଲାଗୁଛି ତାହାଲେ ଆପଣ ତାହାକୁ ନଷ୍ଟ କରିବା ପାଇଁ ଚ଼େଷ୍ଟା କରିବା ଉଚ଼ିତ୍ । ସମ୍ପର୍କ ମଧ୍ୟରେ ଫାଟ ସୃଷ୍ଟି ହେବାକୁ ଦିଅନ୍ତୁ ନାହିଁ । ଶାରୀରିକ ଏବଂ ମାନସିକ ସୁସ୍ଥତା ତଥା ସତେଜତା ଅନୁଭବ ହେବ । କୁଟୁମ୍ବଜନମାନଙ୍କ ତଥା ମିତ୍ରମାନଙ୍କ ସହିତ ଯାତ୍ରା ଏବଂ ପାର୍ଟିର ଆୟୋଜନ ହେବ । ମନୋରଞ୍ଜନ ପାଇଁ ସମସ୍ତ ସାମଗ୍ରୀ ଆଜି ଆପଣଙ୍କୁ ଉପଲବ୍ଧ ହେବ । ପ୍ରତିକାର-ପିତା ମାତାଙ୍କ ପାଦଛୁଇଁ ପ୍ରଣାମ କରନ୍ତୁ ।

କୁମ୍ଭ

ଆଜିର ଦିନଟି ଖୁବ୍ ଖୁସିର ଦିନ ଏବଂ ଏହାର ପୁରାପୂରୀ ଲାଭ ଉଠାନ୍ତୁ ।  ଆଜି ଆପଣଙ୍କୁ ନିଜ କର୍ମମୟ କିଛି ସମୟ ଜୀବନରୁ ଛୁଟି ନିଅନ୍ତୁ । ଆପଣ ନିଜ ଆତ୍ମୀୟଙ୍କ ସହ କୌଣସି ସ୍ଥାନକୁ ବୁଲିଯାଇପାରନ୍ତି ।   ଆଜି ଆପଣ ନୂଆ କାର୍ଯ୍ୟର ପ୍ରାରମ୍ଭ କିମ୍ବା ଏହାର ଯୋଜନା ବନାଇପାରିବେ । ଚାକିରି କିମ୍ବା ବ୍ୟବସାୟରେ ଲାଭ ପ୍ରାପ୍ତି ହେବ । ମହିଳା ମିତ୍ର ଆପଣଙ୍କ ପ୍ରଗତିରେ ସହାଯକ ହେବେ । ଆର୍ଥିକ ଲାଭ ଦୃଷ୍ଟିରୁ ଆଜିର ଦିନ ବହୁତ ଭଲ ରହିବ । ଯାତ୍ରାରେ ଅନପେକ୍ଷିତ ବାଧା ଆସିପାରେ । ଆଜି କୌଣସି ନୂଆ କାର୍ଯ୍ୟର ପ୍ରାରମ୍ଭ କରନ୍ତୁ ନାହିଁ । ଆଧ୍ୟାତ୍ମିକ ସିଦ୍ଧି ପ୍ରାପ୍ତି ହେବାର ଯୋଗ ଅଛି । ପ୍ରତିକାର- ଘରୁ ବହାରରିବା ସମୟରେ ମୁହଁ ମିଠା କରି ବାହାରନ୍ତୁ ।

ମୀନ

ଆଜି ଦିନରେ ଆପଣଙ୍କର ମାନସିକ ଦୁଶ୍ଚିନ୍ତା ଅଧିକ ହେଇପାରେ । ପରିବାର ସଦଶ୍ୟ ମାନଙ୍କ ସହ ସମୟ ବିତାଇ ପାରନ୍ତି । ସାମୟିକ ନିରାପତ୍ତାର ଅଭାବ ଅନୁଭବ କରିବେ । କିନ୍ତୁ ଏହା ଖୁବ୍ ଶିଘ୍ର ଦୂର ହୋଇଯିବ । ଆପଣଙ୍କର ରଚ଼ନାତ୍ମକତାକୁ ଆଜି ସମ୍ମାନ ଦିଆଜିବ । ଆଜି ଆପଣ ଅନ୍ୟମାନଙ୍କୁ ଅସୁବିଧାର ସମାସ୍ୟାରୁ ବାହାରକୁ ବାହାରିବାର ରାସ୍ତା ମଧ୍ୟ କହିବେ । ଆଜି ଆପଣ ନୂଆ କାର୍ଯ୍ୟର ପ୍ରାରମ୍ଭ କିମ୍ବା ଏହାର ଯୋଜନା ବନାଇପାରିବେ । ଚାକିରି କିମ୍ବା ବ୍ୟବସାୟରେ ଲାଭ ପ୍ରାପ୍ତି ହେବ । ମହିଳା ମିତ୍ର ଆପଣଙ୍କ ପ୍ରଗତିରେ ସହାଯକ ହେବେ । ଆର୍ଥିକ ଲାଭ ଦୃଷ୍ଟିରୁ ଆଜିର ଦିନ ବହୁତ ଭଲ ରହିବ, ପ୍ରତିକାର:- ଗୋମାତାର ସେବାକରିବା ଆବଶ୍ୟକ ।