ଆଜିର ରାଶିଫଳ, 7 ଏପ୍ରିଲ 2020, ମଙ୍ଗଳବାର, ମା ମଙ୍ଗଳା ଆଜି ଏହି ୫ଟି ରାଶିର ସବୁ ଇଚ୍ଛା ପୂରଣ କରିବେ

୧-ମେଷ

ବ୍ୟବସାୟରେ ଉନ୍ନତି ହେବା ସହ ଲାଭବାନ ହେବେ । ହରାଇଥିବା ଧନ ପ୍ରାପ୍ତି ହେବ । ସରକାରୀ କର୍ମଚାରୀମାନେ କର୍ମ କ୍ଷେତ୍ରରେ ପ୍ରଶଂସିତ ହେବେ । ଧାର୍ମିକ କାର୍ଯ୍ୟରେ ଯୋଗଦେଇ ସାମାଜିକ ପ୍ରତିଷ୍ଠା ଓ ମାନ-ସମ୍ମାନ ବଜାୟ ରଖିବେ । ପ୍ରେମିକ-ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳତା ପାଇବେ । ଛାତ୍ର-ଛାତ୍ରୀମାନେ ପାଠ ପଢ଼ାରେ ମନଯୋଗ ଦେବେ । ବାଦବିବାଦ, ମାଲିମୋକଦ୍ଦମା, ଖେଳ, କୁଦ, ପ୍ରତିଯୋଗିତାରେ ଓ ବିଦ୍ୟା କ୍ଷେତ୍ରରେ ପ୍ରଶଂସା ପାଇବେ ।

୨-ବୃଷ

ପରୀକ୍ଷା ପ୍ରତିଯୋଗିତା, ଓ ସାକ୍ଷାତ୍କାରରେ ବିଜୟୀହେବେ । ପାରିବାରିକ ଜୀବନ ସୁଖମୟ ହେବ । ଶାରିରୀକ ଅସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ । ବ୍ୟବସାୟରେ ଉଧାର ଦେଲେ ଫେରି ପାଇବା ସହଜ ହେବ । କର୍ମକ୍ଷେତ୍ରରେ ବରିଷ୍ଠବ୍ୟକ୍ତି, ପଦାଧିକାରୀଙ୍କ ପ୍ରିୟପାତ୍ର ହେବେ । ମହିଳାମାନଙ୍କର ପାରିବାରିକ କ୍ଷେତ୍ରରେ ପୂର୍ବ ଯୋଜନା ସଫଳତା ହେବ ଓ ଲୋକସମ୍ପର୍କ ଆତ୍ମସନ୍ତୋଷ ବଢେଇବ । ରୋଜଗାର ସମସ୍ୟା ସୁଧୁରି ଯିବ । ଧନ ଲାଭ ହେବାରୁ ମନ ଖୁସି ରହିବ । ଛାତ୍ର-ଛାତ୍ରୀମାନେ ପାଠ ପଢ଼ାରେ ମନଯୋଗ ଦେବେ ।

୩-ମିଥୁନ

ସାସାଜିକ ପ୍ରତିଷ୍ଠା ଓ ମାନ-ସମ୍ମାନ ବୃଦ୍ଧି ହେବ । ବ୍ୟବସାୟରେ ଉନ୍ନତି ଫଳରେ ଅଶାତୀତ ଲାଭବାନ୍ ହେବେ । ଆର୍ଥିକ ସ୍ଥିତି ସୁଦୃଢ଼ ହେବ, ଋଣ ପରିଶୋଧ କରିବାର ସୁଯୋଗ ପାଇବେ । କର୍ମଜୀବିମାନେ ସହକର୍ମୀ ମାନଙ୍କଠାରୁ ସାହାଯ୍ୟ ଓ ସହଯୋଗ ପାଇବେ । ପରୀକ୍ଷା ପ୍ରତିଯୋଗିତା, ଓ ସାକ୍ଷାତ୍କାରରେ ବିଜୟୀହେବେ । ଯେ କୌଣସି କାର୍ଯ୍ୟରେ ହାତ ଦେଲେ ସଫଳତା ମିଳିବ । ଏମିତି କାର୍ଯ୍ୟ ଆଜି କରିବେ ଯାହାକି ଭବିଷ୍ୟତ ଆକାଂକ୍ଷାକୁ ପୂର୍ଣ୍ଣ କରିବ ।

୪-କର୍କଟ

କଳା, ସଙ୍ଗୀତ, ସାହିତ୍ୟ ପ୍ରତି ରୁଚି ବୃଦ୍ଧି ହେବ । ସାମୁହିକ କାର୍ଯ୍ୟ ବା ଜନ କଲ୍ୟାଣର କାର୍ଯ୍ୟ ଇଛା ଅନୁସାରେ ସମ୍ପନ୍ନ କରିବେ । ଜାଗା, ଜମି, ସମ୍ପତ୍ତି ଓ ଯାନବାହାନ ସମ୍ବନ୍ଧୀୟ କେତେ ସମସ୍ୟା ସମାଧାନ ହୋଇଯିବ । ଆତ୍ମବିଶ୍ଵାସ ବୃଦ୍ଧି ପାଇବ । ସାମାଜିକ ପ୍ରତିଷ୍ଠା, ମାନ-ସମ୍ମାନ, କୀର୍ତ୍ତୀ ପ୍ରତିଷ୍ଠାରେ ବୃଦ୍ଧି ହେବ । ନୂଆ ନିଯୁକ୍ତି ପାଇ ରୋଜଗାର ପ୍ରାପ୍ତି ହେବାର ସମ୍ଭାବନା ଅଛି । ବିବାଦୀୟ ମାଲିମୋକଦ୍ଦମା, ପରୀକ୍ଷା ପ୍ରତିଯୋଗିତା, ଓ ସାକ୍ଷାତ୍କାରରେ ଶାନ୍ତିହେବେ । ବ୍ୟବସାୟରେ ସ୍ୱଳ୍ପ ଲାଭ ହେବ ।

୫-ସିଂହ

ସହଯୋଗୀ ମାନଙ୍କର ପୂର୍ଣ୍ଣ ସହଯୋଗ ପାଇବେ । ସୁନା, ରୂପା, କଂସା, ପିତ୍ତଳ, ତେଜରାତି, ଷ୍ଟେନାରୀ, ଔଷଧ ବ୍ୟବସାୟୀ ମାନଙ୍କୁ ଉତ୍ତମ ଲାଭ ପ୍ରାପ୍ତି ହେବ । ମହିଳାମାନେ କୌଣସି ଦୂର ସ୍ଥାନକୁ ଯାତ୍ରା କରିବେ ଓ ଶରୀର ସୁସ୍ଥ ରହିବ । ସରକାରୀ କର୍ମଚାରୀମାନଙ୍କର ଉନ୍ନତିହେବ । ଛାତ୍ର-ଛାତ୍ରୀମାନେ ପରୀକ୍ଷା ପ୍ରତିଯୋଗିତା, ଓ ସାକ୍ଷାତ୍କାରରେ ବିଜୟୀହେବେ । ରାଜନୈତିକ କ୍ଷେତ୍ରରେ ପ୍ରତିଷ୍ଠିତ ହେବାପାଇଁ କରିଥିବା ଯୋଜନା ସଫଳ ହୋଇପାରିବ ।

୬-କନ୍ୟା

ବ୍ୟବସାୟରେ ଉନ୍ନତି ଓ ଆର୍ଥିକ ସ୍ଥିତିରେ ବୃଦ୍ଧି ଘଟିବ । ସରକାରୀ କର୍ମଚାରୀମାନେ କର୍ମ କ୍ଷେତ୍ରରେ ସମ୍ମାନ ଲାଭ କରିବେ । ଯୁବକ ଯୁବତୀ ମାନେ କର୍ମ ନିଯୁକ୍ତିରେ ସଫଳତା ଲାଭ କରିବେ । ପାରିବାରିକ କ୍ଷେତ୍ରରେ ସୁଖଶାନ୍ତି ମିଳିବ । ପିତା-ମାତାଙ୍କ ଠାରୁ ସହଯୋଗ ପ୍ରାପ୍ତି ହେବ । ମହିଳା ମାନଙ୍କର ଧାର୍ମିକ କାର୍ଯ୍ୟରେ ରୁଚି ବଢ଼ିବ । ରାଜନୀତି କ୍ଷେତ୍ରରେ ସାମାଜିକ ପ୍ରତିଷ୍ଠା ଓ ମାନ-ସମ୍ମାନରେ ବୃଦ୍ଧି ହେବ । ଛାତ୍ର-ଛାତ୍ରୀମାନେ ଜୀବନରେ ଭରପୁର ଆନନ୍ଦ ପାଇଲାଭଳି ଫାଇଦା ଉଠେଇବେ ।

୭-ତୁଳା

ସାମାଜିକ ପ୍ରତିଷ୍ଠା, ମାନ-ସମ୍ମାନ ବୃଦ୍ଧିହେବ । ପୁରାତନ ରୋଗର ଉପଶମ ହେବ । ବାଦବିବାଦ, ମାଲିମୋକଦ୍ଦମା, ଖେଳ, କୁଦ, ପ୍ରତିଯୋଗିତାରେ ଓ ବିଦ୍ୟା କ୍ଷେତ୍ରରେ ପ୍ରଶଂସା ପାଇବେ । କର୍ମକ୍ଷେତ୍ରରେ କାର୍ଯ୍ୟର ଦାୟିତ୍ଵ ବଢିବା ଫଳରେ ସ୍ୱାସ୍ଥ୍ୟଗତ ସମସ୍ୟାର ସମ୍ମୁଖୀନ ହେବେ । ବ୍ୟବସାୟରେ ଆର୍ଥିକସ୍ଥିତିରେ ସୁଧାର ଆସିବ । ଉତ୍ତମ ରୋଜଗାର ହେଲେ ମଧ୍ୟ ଆୟ ତୁଳନାରେ ବ୍ୟୟ ଅଧିକ ହେବ । ପିଲାମାନଙ୍କ ଉନ୍ନତି ପାଇଁ ବ୍ୟସ୍ତ ବିବ୍ରତ ହେବେ ।

୮-ବିଚ୍ଛା

ଜମି ଜମା ସଙ୍କ୍ରାନ୍ତିୟ ପଟ୍ଟା, ଦସ୍ତାବେଜ ଏବଂ ଅନୁବନ୍ଧନ ଆଦିରେ ସଫଳତା ମିଳିବ । ବ୍ୟବସାୟ କ୍ଷେତ୍ରରେ ପୁରୁଣାପ୍ରାପ୍ୟ ମଧ୍ୟ ଆଦାୟ ହୋଇ ପାରିବ । ତେଜରାତି, ସୁନା, ରୂପା, ଅଳଙ୍କାର ଇତ୍ୟାଦି, ଲୌହ ଜାତୀୟ ଦ୍ରବ୍ୟ କାଷ୍ଠ ଉପକରଣ ଇତ୍ୟାଦି ଧାତୁ ପଦାର୍ଥ କ୍ରୟ ବିକ୍ରୟ କରୁଥିବା ବ୍ୟବସାୟୀମାନେ ବିଶେଷ ଲାଭବାନ ହେବେ । କର୍ମଚାରୀମାନଙ୍କର କାର୍ଯ୍ୟ କ୍ଷେତ୍ରରେ ଶତୃମାନେ ପରାଜିତ ହେବେ । ମହିଳାମାନଙ୍କର ମାନସିକ ଅଶାନ୍ତି ଦୂର ହେବ । ଛାତ୍ର-ଛାତ୍ରୀମାନେ ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ବିଜୟୀହେବେ ।

୯-ଧନୁ

ଚାକିରି କ୍ଷେତ୍ରରେ ଉପରିସ୍ଥ ଅଧିକାରୀଙ୍କ ସାହାଯ୍ୟ ସହଯୋଗ ପାଇବେ । ସ୍ୱାସ୍ଥ୍ୟରେ ପରିବର୍ତ୍ତନ ଦେଖାଦେବ । ବ୍ୟବସାୟିକ ପ୍ରତିଦ୍ୱନ୍ଦ୍ୱିତାରେ ସଫଳ ହେବେ ଓ ସାହାଯ୍ୟ ସହଯୋଗ ମିଳିବ । ଶତ୍ରୁମାନଙ୍କ ଉପରେ ନଜର ରଖିଲେ ପରାଜୟ କରି ପାରିବେ । ପାରିବାରିକ ସମସ୍ୟା ସତ୍ତ୍ୱେ ଶାନ୍ତି ବିରାଜମାନ କରିବ । ରାଜନୀତି କ୍ଷେତ୍ରରେ ଭଲଭାବରେ ଚିନ୍ତା କରି କାମରେ ଆଗେଇ ଚାଲନ୍ତୁ କୌଣସି ଅସୁବିଧାର ସମ୍ମୁଖୀନ ହେବେ ନାହିଁ । ଶିକ୍ଷା ଓ ପ୍ରତିଦ୍ୱନ୍ଦିତା କ୍ଷେତ୍ରରେ ବିଜୟୀ ହେବେ ।

୧୦-ମକର

ଉଚ୍ଚ କର୍ମକର୍ତ୍ତାଙ୍କ ସୁଦୃଷ୍ଟି ପ୍ରାପ୍ତି ହେବ । ସହକର୍ମୀମାନଙ୍କର ସମର୍ଥନ ଏବଂ ଅଧସ୍ତନଙ୍କର ସହଯୋଗ ଯୋଗୁଁ କର୍ମକ୍ଷେତ୍ରରେ ସମ୍ମାନ ବୃଦ୍ଧି ଏବଂ ସୁନାମ ଅର୍ଜନ କରିବେ । ଆକସ୍ମିକ ଧନ ପ୍ରାପ୍ତି ହେବ । ଗୃହରେ କଲ୍ୟାଣକର କର୍ମ ସମ୍ପାଦନ କରି ପ୍ରଶଂସିତ ହେବେ । ପାରିବାରିକ ଜୀବନ ଆନନ୍ଦମୟ ହେବ । ଉଚ୍ଚ ସମ୍ଭାବନାର ଆଶା ଓ ଆଶ୍ଵାସନା ଲାଭ କରି ମାନସିକ ଶାନ୍ତି ଅନୁଭବ କରିବେ । ପରୀକ୍ଷା ଓ ପ୍ରତିଦ୍ଵନ୍ଦିତାରେ ସଫଳ ହେବେ । ବାଦବିବାଦ ଓ ମାଲିମୋକଦ୍ଦମାରେ ସଫଳ ହେବେ ।

୧୧-କୁମ୍ଭ

ପାଖରେ ଥିବା ସାଥୀ ଓ ପ୍ରିୟଜନ ଆର୍ଥିକ ଏବଂ ଭାବନାତ୍ମକ ସାହାଯ୍ୟ ସହଯୋଗ କରିବାକୁ ବାଧ୍ୟ ହେବେ । ଘର ପରିବାରରେ ବାତାବରଣ ଶାନ୍ତିପୂର୍ଣ୍ଣ ରହିବ । ରୋମାନ୍ସ ଓ ପ୍ରେମରେ ପ୍ରସନ୍ନତାର ଅନୁଭୂତି ହେବ । ପଢିବା, ପଢେଇବା ବା ଅଧ୍ୟାପନା ମାମଲାରେ ଆଗକୁ ଗତି କରିବେ । ଛାତ୍ର-ଛାତ୍ରୀମାନେ ପରୀକ୍ଷା ପ୍ରତିଯୋଗିତା, ଓ ସାକ୍ଷାତ୍କାରରେ ସନ୍ତୁଷ୍ଟ ହେବେ । ବ୍ୟବସାୟରେ ବନ୍ଧୁମାନେ ବିଶ୍ୱାସ ଘାତକତା କରି ପାରନ୍ତି । କଥାବାର୍ତ୍ତାରେ ନିୟନ୍ତ୍ରଣ ନ ରହିଲେ ବିପଦର ସମ୍ମୁଖୀନ ହେବେ ।

୧୨-ମୀନ

ବନ୍ଧୁ, ମିତ୍ର ଓ ସହକର୍ମୀ ମାନଙ୍କ ଦ୍ଵାରା ଲାଭବାନ ହେବେ । ବ୍ୟବସାରେ ଉନ୍ନତି ହେବ । କାର୍ଯ୍ୟକ୍ଷେତ୍ରରେ ସଫଳତା ପାଇବେ । ଆଶା ଆକାଂକ୍ଷା ଓ ମହତ୍ୱାକାଂକ୍ଷା ପୂର୍ଣ୍ଣହେବ । ସହକର୍ମୀଙ୍କ ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ନୂତନପନ୍ଥା ଅନୁସରଣ କରିବେ । ସୁଖ ସମୃଦ୍ଧି ବୃଦ୍ଧି ଓ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ । ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ । ବାଦବିବାଦ, ମାଲିମୋକଦ୍ଦମା, ଖେଳ, କୁଦ, ପ୍ରତିଯୋଗିତାରେ ଓ ବିଦ୍ୟା କ୍ଷେତ୍ରରେ ପ୍ରଶଂସା ପାଇବେ ।