ଆଜିର ରାଶିଫଳ, 7 ଜାନୁୟାରୀ 2019, ସୋମବାର – ମହାଦେବ ଙ୍କ କୃପା ଆଉ ଗ୍ରହ ପରିବର୍ତନ ହେଇ ଏହି ୪ ରାଶିର ଭାଗ୍ୟ ବଦଳିଯିବ

ମେଷ-

ସମାଜ ସେବା ଓ ରାଜନୀତିରେ ସ୍ଵନାମ ଅର୍ଜନ କରିପାରିବେ । କର୍ମ କ୍ଷେତ୍ରରେ ଉତ୍ତମ ରୋଜଗାର କରିପାରିବେ । ଅନେକ ସୂତ୍ରରୁ କିଛି ଧନ ସମ୍ପତ୍ତି ପାଇବାର ଯୋଗ ଅଛି । ନ୍ୟାୟମାର୍ଗ ଓ ମିଷ୍ଟ ବଚନ ଆପଣଙ୍କର ଭୂଷଣହେବ । ମହିଳାମାନେ ଅଫିସ୍ ପରିସ୍ଥିତି ଯେତେ ଜଟିଳ ଥିଲେମଧ୍ୟ ସମାଧାନ କରି ପ୍ରଶଂସିତ ହେବେ । ପ୍ରତିଷ୍ଠା, ପ୍ରତିପତି, ମାନସମ୍ମାନ ଓ କ୍ଷାତି ବଢ଼ିବ । ବୁଦ୍ଧିମତା କାରଣରୁ ପ୍ରଚୁର ଅର୍ଥ ଲାଭହେବ । ଯାତ୍ରାରେ ବିଶେଷ ଲାଭାନ୍ୱିତ ହେବେ । ବ୍ୟବସାୟ କ୍ଷେତ୍ରରେ ବନ୍ଧୁଙ୍କ କାର୍ଯ୍ୟରେ ସନ୍ତୁଷ୍ଟ ରହିବେ । ଶିଳ୍ପ, ବାଣିଜ୍ୟ, ବ୍ୟବସାୟ, ପରିବହନ ଓ ନିର୍ମାଣକ୍ଷେତ୍ରରେ ଉନ୍ନତମାନର ଫଳ ପାଇବେ । ପ୍ରତିକାର:- ଗାଈକୁ ରୁଟି ଓ ଗୁଡ଼ ଖାଇବାକୁ ଦିଅନ୍ତୁ ।

ବୃଷ-

କର୍ମକ୍ଷେତ୍ରରେ ସହକର୍ମୀ ଓ ଉପରିସ୍ଥ କର୍ମଚାରୀଙ୍କ ଠାରୁ ପ୍ରଶଂସିତ ହେବେ । ବାଦ-ବିବାଦ, ପରୀକ୍ଷା, ପ୍ରତି ଯୋଗୀତା, ମାଲିମୋକଦ୍ଦମା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ରାଜନୀତିରେ ପ୍ରଶଂସିତ ହେବେ । ଶାରୀରିକ ଓ ମାନସିକ ସ୍ଥିରତା ଦେଖାଦେବ । ଦୀର୍ଘ ସମୟରୁ ପ୍ରତୀକ୍ଷା କରିଥିବା ଖବର ପାଇ ଖୁସି ହେବେ । କୁଟୁମ୍ବରେ ଲାଗି ରହିଥିବା ଝଗଡା ଆଜି ତାହାର ସମାଧାନ କରିପାରିବେ । ପିଲାମାନଙ୍କ ପଢା ସମସ୍ୟା ନେଇ ମନ ଭାରାକ୍ରାନ୍ତ ରହିବ । ଛୋଟ ଛୋଟ କାମକୁ ବୁଝିବିଚାରି ନକଲେ ଦ୍ଵନ୍ଦରେ ପଡିବେ । ପ୍ରତିକାର-ପିତା ମାତାଙ୍କ ଆଜ୍ଞା ପାଳନ କରନ୍ତୁ ।

ମିଥୁନ-

ଭୋଗବିଳାସରେ ସାମିଲ ହେବାକୁ ଅବସର ସୃଷ୍ଟି କରି ପାରିବେ । ଅର୍ଥ ଉପାର୍ଜନରେ ଏକନିଷ୍ଠ ହେଲେ ଧନାଢ୍ୟ ହେବାର ରାସ୍ତା ଖୋଲିଯିବ । ଋଣମୁକ୍ତି ହେବାପାଇଁ ଯୋଜନା ପ୍ରସ୍ତୁତ କରି ପାରିବେ । ଶୁଭ ଲାଭ ମଧ୍ୟେ ପାରିପାର୍ଶ୍ଵିକ ବାତାବରଣ ପ୍ରତି ସଚେତନତା ବୃଦ୍ଧି ପାଇବ । ମହିଳାମାନେ ପରିବାରରେ ଆଦରଣୀୟା ହୋଇ ସୁଖଭୋଗ କରିବେ । ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ବିଜୟୀ ହେବେ । ମାଲି ମୋକଦ୍ଦମାରେ ଆଶାବାଦୀ ହେବେ । ରାଜନୀତିରେ କୋଲସମ୍ପର୍କ ବୃଦ୍ଧି ଓ ନିଜର ମାନ ସମ୍ମାନ ପଦ ମର୍ଯ୍ୟାଦା ବୃଦ୍ଧି ହେବ । ପ୍ରତିକାର- କୁକୁରକୁ ଖାଇବାକୁ ଦିଅନ୍ତୁ ।

କର୍କଟ-

ବାଦବିବାଦ, ମାଲିମୋକଦ୍ଦମା, ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ଯଶସ୍ୱୀ ହେବେ । ବ୍ୟବସାୟୀମାନଙ୍କର କାରବାର ବୃଦ୍ଧି ହେବ । ମହିଳାମାନେ ଉପରିସ୍ଥଙ୍କ ଶ୍ରଦ୍ଧା ଅତୁଟ ରଖି କର୍ତ୍ତବ୍ୟ ପରାୟଣ ପ୍ରଦର୍ଶନ କରି ନିଜର ପାରିଲା ପଣିଆ ଜାହିର କରିବେ । ରାଜନୀତିରେ କୋଲସମ୍ପର୍କ ବୃଦ୍ଧି ଓ ନିଜର ମାନ ସମ୍ମାନ ପଦ ମର୍ଯ୍ୟାଦା ବୃଦ୍ଧି ହେବ । ଚାକିରୀଜୀବିମାନେ କାର୍ଯ୍ୟ ଦକ୍ଷତା ପ୍ରଦର୍ଶନ କରି, ତଳୁ ଉପର ଯାଏଁ ଆଦର୍ଶ ସ୍ଥାନ ଗ୍ରହଣ କରିବେ । ଯୁବକ ଯୁବତୀ ମାନେ ବିଦେଶ ଯାତ୍ରାରେ ଲାଭବାନ ହେବେ । ପ୍ରତିକାର- ଶ୍ଵେତଚନ୍ଦନ କର୍ପୁରମିଶେଇ ମସ୍ତକରେ ଧାରଣ କରନ୍ତୁ ।

ସିଂହ-

ଭାତୃ ବିବାଦ, ଜମି ବାଡି ଓ ଘର ଜାଗାନେଇ ଥିବା ଦ୍ଵନ୍ଦର ସମାଧାନ ହେବ । କର୍ମ କ୍ଷେତ୍ରରେ ଅନେକ ଦିନର ଅଭିଳାଷ ପୂର୍ଣ୍ଣ ହେବ । ବ୍ୟବସାୟୀମାନେ ନୂତନ ବାଣିଜ୍ୟର ପରିକଳ୍ପନା କରିବେ ଓ ଭୁଜାତ ଦ୍ରବ୍ୟ ବ୍ୟବସାୟୀମାନେ ପ୍ରଚୁର ଲାଭ କରିବେ । ମହିଳାମାନେ ଅନେକ କାର୍ଯ୍ୟ ନିଜେ ସମାଧାନ କରିବାକୁ ସାହସ ବାନ୍ଧିବେ । ଚାକିରି କ୍ଷେତ୍ରରେ ଉନ୍ନତି କରିପାରିବେ । ପାରିବାରିକ କ୍ଷେତ୍ରରେ ଶାନ୍ତି ବିରାଜମାନ କରିବ । ଯୁବକ ଯୁବତୀ ମାନଙ୍କର ଚାକିରି କ୍ଷେତ୍ରରେ ଉନ୍ନତି ପ୍ରତିଷ୍ଠା, ପ୍ରତିପତି, ମାନସମ୍ମାନ ଓ କ୍ଷାତି ବଢ଼ିବ । ପ୍ରତିକାର- ବେଲକାଠରେ ଚନ୍ଦନ ଘୋରି ଧାରଣ କରନ୍ତୁ ।

କନ୍ୟା-

ପୈତୃକ ସମ୍ପତ୍ତିପାଇଁ ପାରିବାରିକ ଦ୍ଵନ୍ଦର ସମାଧାନ ହେବ । ବିଦେଶଯାତ୍ରାରେ ଯଶଲାଭ, ପରିବାରରେ ମାନ ମନାନ୍ତର ଦୂର ହେବ । ଆର୍ଥିକ ଦିଗରୁ ସୁବିଧା ସୁଯୋଗ ପାଇ ଉନ୍ନତିହେବ । ମାନସିକ ଏକାଗ୍ରତା ରଖି ପାରିବେ । ଶୁଭ ସମ୍ବାଦପାଇ ଖୁସିହେବେ । ନୂତନ ଗୃହ ନିର୍ମାଣ କରିବାର ଯୋଜନା ପ୍ରସ୍ତୁତ କରିପାରନ୍ତି । ବୃତ୍ତିଗତ ଦୃଷ୍ଟିରୁ ସ୍ଵାଭିମାନ ସୁରକ୍ଷିତ ରହିବା ଫଳରେ କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ । ରାଜନୀତିରେ ସମ୍ମାନର ସହିତ କୃତକାର୍ଯ୍ୟ ହେବେ । ପ୍ରବାସରେ ମଧ୍ୟ କେତେକ କ୍ଷେତ୍ରରେ ଉନ୍ନତିକର ହେବ । ସନ୍ତାନଙ୍କର ଉନ୍ନତିରେ ଖୁସି ହେବେ । ପ୍ରତିକାର- କେଶର ହଳଦୀ ଚନ୍ଦନ ମସ୍ତକରେ ଧାରଣ କରନ୍ତୁ ।

ତୁଳା-

ଘରେ ବାହାରେ କେହି ଆପଣଙ୍କୁ ହଟାଇପାରିବେ ନାହିଁ । ବ୍ୟବସାୟ କ୍ଷେତ୍ରରେ ଧନ୍ଦିହୋଇ ନିଜର ପ୍ରତିଷ୍ଠା ବୃଦ୍ଧି କରିବେ । ଯୁବକ ଯୁବତୀ ମାନେ ଚାକିରି କ୍ଷେତ୍ରରେ ଉନ୍ନତି କରିପାରିବେ । ମହିଳାମାନେ କର୍ମକ୍ଷେତ୍ରରେ ବନ୍ଧୁଙ୍କ କାର୍ଯ୍ୟରେ ସନ୍ତୁଷ୍ଟ ରହିବେ । ରାଜନୀତି କ୍ଷେତ୍ରରେ ଉପରିସ୍ଥଙ୍କ ଶ୍ରଦ୍ଧା ଅତୁଟ ରଖି ସ୍ଥାନ ଓ ସ୍ଥିତି ସୁଦୃଢ ରଖି ପାରିବେ । ଟଙ୍କାପଇସା ପ୍ରତି ଅତ୍ୟନ୍ତ ସତର୍କ ରହିବାକୁ ପଡିବ । ଏପରିକି ନିମ୍ନବର୍ଗର କେହି ଲୋଭଗ୍ରସ୍ତ କରାଇ ଭାବମୂର୍ତ୍ତି ନଷ୍ଟ କରିବା ପାଇଁ ଚେଷ୍ଟା କରିବ । ଶତୃମୁକ୍ତ ନିରୁପଦ୍ରବ ଜୀବନଚର୍ଯ୍ୟା କାଏମ୍ ରଖି ପାରିଲେ ଲାଭ ପାଇବେ । ପ୍ରତିକାର- ଚଣାଡାଲି ମନ୍ଦିରରେ ଦାନ କରନ୍ତୁ ।

ବିଛା-

ବାଦବିବାଦ, ମାଲି ମୋକଦ୍ଦମା, ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ମନ ଉଣାହେବ । ମହିଳାମାନେ ରାଜନୀତିରେ କୂଟନୀତିର ଶୀକାର ହେବେ । କୌଣସି ଯୋଜନା କରିବା ପୂର୍ବରୁ ଗଭୀର ଚିନ୍ତା କରନ୍ତୁ । କେତେକ ସ୍ଥଳରେ ବିଭ୍ରାନ୍ତି ଉପୁଯିବ ଓ ସରକାରୀ କୋପ ଭାଜନ ହେବାଭଳି ସମସ୍ୟା ମୁଣ୍ଡେଇବେ ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ଆନନ୍ଦ ସହ କଷ୍ଟ ଅନୁଭବ କରିବେ । କୌଣସି ଆବଶ୍ୟକୀୟ ଜିନିଷ କିଣିବା ପାଇଁ ଧାର କରିବାକୁ ବାଧ୍ୟ ହେବେ । ଯୁବକ ଯୁବତୀ ମାନେ କୌଣସି ଦିଗରୁ ଉତ୍ତରଦାୟୀ ହୋଇ କ୍ଷୋଭ ଓ ଅବଶୋଷ ଅନ୍ତରରେ କୁହୁଳିବ । ପ୍ରତିକାର-ହନୁମାନ ମନ୍ଦିରରେ ବୁନ୍ଦିଲଡୁ ଭୋଗକରି ବାଣ୍ଟନ୍ତୁ ।

ଧନୁ-

ବୈଷୟିକ ଅଭିବୃଦ୍ଧିକୁ ତ୍ୱରାନ୍ୱିତ କରି ଉଚ୍ଚମନ୍ୟତାର ଅଧିକାରୀ ହେବେ । ଏକାକୀତ୍ଵର ପରିଧିରେ ନିଜକୁ ସଜାଇ ପାରନ୍ତି । ଜ୍ଞାନ-ଗବେଷଣା ସ୍ତରରେ କୃତକର୍ଜ୍ୟ ହୋଇ ଯଶ ମାନ ପ୍ରତିଷ୍ଠା ପ୍ରାପ୍ତି ହେବ । ବନ୍ଧୁବାନ୍ଧବ ଦିଗରୁ ସ୍ଵାର୍ଥପ୍ରବଣତାର ଅଭିବୃଦ୍ଧି ଘଟିବ । ସାଧାରଣ ଭାବରେ ଜୀବନଚର୍ଯ୍ୟା କରି ଚାଲିବେ । ନିର୍ମାଣକାର୍ଯ୍ୟ ସମ୍ପନ୍ନ ହେବ । ବ୍ୟବସାୟୀମାନଙ୍କର ବକେୟା ପ୍ରାପ୍ୟ ହାତକୁ ଆଣିବାରେ ସଫଳ ହେବେ । ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ବିଜୟୀ ହେବେ । ରାଜନୀତି କ୍ଷେତ୍ରରେ କୂଟନୀତିର ପ୍ଲାନ୍ ଚଳାଇ ସ୍ଥାନ ଓ ସ୍ଥିତିଅଟଳ ରଖି ପାରିବେ । ପ୍ରତିକାର-ମାଦକଦ୍ରବ୍ୟଠାରୁ ଦୂରେଇ ରୁହନ୍ତୁ ।

ମକର-

ଚାକିରୀଜୀବିମାନେ କାର୍ଯ୍ୟ ଦକ୍ଷତା ପ୍ରଦର୍ଶନ କରି, ତଳୁ ଉପର ଯାଏଁ ଆଦର୍ଶ ସ୍ଥାନ ଗ୍ରହଣ କରିବେ । ଯୁବକ ଯୁବତୀ ମାନେ ବିଦେଶ ଯାତ୍ରାରେ ଲାଭବାନ ହେବେ । ରାଜନୀତି କ୍ଷେତ୍ରରେ ଉପରିସ୍ଥଙ୍କ ଶ୍ରଦ୍ଧା ଅତୁଟ ରଖି ସ୍ଥାନ ଓ ସ୍ଥିତି ସୁଦୃଢ ରଖି ପାରିବେ । ଜମିଜମା ସଙ୍କ୍ରାନ୍ତିୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ । କ୍ରୋଧକୁ ଦମନ କରି ହସଖୁଶିର ବାତାବରଣ ସୃଷ୍ଟି ହେବ । ସମ୍ମାନର ସହିତ ଦିନଚର୍ଯ୍ୟା କରି ସୁଖରେ ଚଳିବାରେ ବାଧା ଉପୁଜିବ ନାହିଁ । କିଛି କାରଣ ନଥାଇ ବଦନାମ୍ ବା ମିଛ କେଶ୍ ରେ ଫଶିଯାଇ ପାରନ୍ତି । ପ୍ରତିକାର- ଗ୍ରାମ୍ୟ ଦେବୀଙ୍କୁ ଭୋଗ ଲଗେଇ ପିଲାଙ୍କୁ ବାଣ୍ଟିବେ ।

କୁମ୍ଭ-

ରାଜନୀତି କ୍ଷେତ୍ରରେ ପରିସ୍ଥିତି ଯେତେ ଜଟିଳ ଥିଲେମଧ୍ୟ ସମାଧାନ କରି ପ୍ରଶଂସିତ ହେବେ । ଯୁବକ ଯୁବତୀ ମାନଙ୍କର ପ୍ରବାସରେ ମଧ୍ୟ କେତେକ କ୍ଷେତ୍ରରେ ଉନ୍ନତିକର ହେବ । ମହିଳାମାନେ ଯେତେ କଷ୍ଟ କଲେ ମଧ୍ୟ ଭଲ ଫଳ ପାଇବେ ନାହିଁ । ପାରିବାରିକ କ୍ଷେତ୍ରରେ ଗୋଟିଏ ପାଖରେ ଶ୍ଣେହ ଶ୍ରଦ୍ଧାର ସ୍ରୋତ ଛୁଟୁଥିଲାବେଳେ ଅନ୍ୟ ପାଖରେ ଉପେକ୍ଷା ଓ ଅଶାନ୍ତିର ନିଆଁ କୁହୁଳିବ । ଅଭାବ ଅନାଟନ ପାଇଁ ବ୍ୟୟ ସଂକୋଚନ ହେବ । ଦାମ୍ପତ୍ୟ କଳହ ସ୍ଵାର୍ଥ ପ୍ରବୃତ୍ତିର ଅଧୀନ ହୋଇ ସମ୍ପର୍କର ମଧୁର ସ୍ଵାଦ ଅନୁଭବ କରିବେ । ପ୍ରତିକାର:- ଷଣ୍ଢକୁ କିଛି ଖାଦ୍ୟ ଦିଅନ୍ତୁ ।

ମୀନ-

ଶାରୀରିକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ । ବ୍ୟବସାୟରେ ଉଧାର ଦେଇ ଫେରି ପାଇବା ସହଜ ହେବ । ପାରିବାରିକ କ୍ଷେତ୍ରରେ ସାଧାରଣ ଚଳଣି ଅତୁଟ ରହିବ । ମହିଳାମାନଙ୍କର ମାନସିକ ସ୍ଥିରତା ଦେଖାଦେବ ଓ ବ୍ୟବସାୟରେ ଧନଲାଭ କରିବାର ସୁଯୋଗ ପାଇବେ । ଶତୃମାନେ ମିତ୍ରଭାବ ଆଚରଣ କରିବେ । ପିଲାମାନଙ୍କ କାର୍ଯ୍ୟରେ ସନ୍ତୁଷ୍ଟ ହେବେ । ବାଦବିବାଦ,ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ସଫଳହେବେ । କର୍ମକ୍ଷେତ୍ରରେ ଉନ୍ନତିମୂଳକ ପଦକ୍ଷେପ ନେଇ ଆର୍ଥିକସ୍ଥିତି ସନ୍ତୋଷପ୍ରଦ ହେବ । ପ୍ରତିକାର- ଘରୁ ବହାରରିବା ସମୟରେ ମୁହଁ ମିଠା କରି ବାହାରନ୍ତୁ ।