ଆଜିର ରାଶିଫଳ, 7 ସେପ୍ଟେମ୍ବର 2019 ଶନିବାର, ଶନି ଦେବ ଙ୍କ କୃପା ରହିବ ଏହି ୪ ଟି ରାଶି ଉପରେ

ମେଷ:-

ଆକସ୍ମିକ ଧନ ପ୍ରାପ୍ତି ହେବ ।  ନୂତନ ସମ୍ପତି କ୍ରୟ କରିବେ । କର୍ମକ୍ଷେତ୍ରରେ ନିଜର ପ୍ରତିପତ୍ତି ବିସ୍ତାର କରି ପାରିବେ । ଶତ୍ରୁଙ୍କ ସହିତ ସଂଘର୍ଷ କରି ସମାଧାନର ରାସ୍ତା ପ୍ରସ୍ତୁତ କରିବେ । ମିତ୍ର ଓ ସହଯୋଗୀଙ୍କ ଦ୍ଵାରା ଆଶାତୀତ ସହଯୋଗ ମିଳିବ । ବ୍ୟବସାୟୀମାନଙ୍କୁ ନୂଆ କାମ ନୂଆ ପ୍ରେରଣା ଦେବ ଓ ଅଳ୍ପ ପରିଶ୍ରମରେ ବହୁତ ଧନ ଲାଭ ହେବ । ଅଟକିଥିବା ବା ଉଧାର ଦେଇଥିବା ଟଙ୍କା ମିଳିଯିବ । ପ୍ରାୟ କ୍ଷେତ୍ରରେ ଜୟଜୟକାର ହେବ । ବିଦ୍ୟାଧ୍ୟୟନ ସମ୍ବନ୍ଧୀୟ ଶୁଭ ସମାଚାର ମିଳିବ । ଆମୋଦ-ପ୍ରମୋଦ, କ୍ରିଡା, ଦୂରଯାତ୍ରା ସବୁଥିରେ ସଫଳତା ମିଳିବ ।  ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ବୃଷ:-

ଭାଇମାନଙ୍କ ଠାରୁ ଲାଭ ମିଳିବ । ଗୃହରେ ଶୁଭ କାର୍ଯ୍ୟ ମଧ୍ୟ ହୋଇପାରେ । ଧନ ଲାଭ ସହିତ ଜିମ୍ମେଦାରୀ ବଢିଯିବ । ବାହନ ଆଦି କ୍ରୟ କରିପାରିବେ । ସ୍ଵାସ୍ଥ୍ୟରେ ସୁଧାର ଆସିବ । ଚାକିରି କରିଥିବା ବ୍ୟକ୍ତିମାନେ ବହୁତ ଲାଭ ଉଠାଇ ପାରିବେ । ପତ୍ନୀ, ସନ୍ତାନ ଓ ପରିବାରରେ ସମୟ ବିତେଇବେ । କୌଣସି ବନ୍ଧୁଙ୍କ ସାହାଯ୍ୟ ଦ୍ଵାରା ଉନ୍ନତି କରିବେ । ପାରିବାରିକ ବ୍ୟବସ୍ଥା ପରି ବର୍ତ୍ତନ ସାଙ୍ଗକୁ ଅର୍ଥସଙ୍କଟରୁ ମୁକ୍ତି ମିଳିବ । ଅଚାନକ ଭାବରେ ଦୂରଯାତ୍ରା କରିବେ । କୌଣସି ପୋଗ୍ରାମ୍ ବା କାର୍ଯ୍ୟକ୍ରମରେ ସମ୍ମାନିତ ହେବେ । ମାତା-ପିତା ଓ ଗୁରୁଜନଙ୍କ ଆଶୀର୍ବାଦ ପ୍ରାପ୍ତ ହେବ ।  ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ମିଥୁନ:-

ଚାକିରି କରିଥିବା ବ୍ୟକ୍ତିମାନେ ବହୁତ ଲାଭ ଉଠାଇପାରିବେ । ବ୍ୟବସାୟୀମାନେ କାରବାର ଦିଗରୁ ପ୍ରଚୁର ଲାଭବାନ୍ ହେବେ । ମାନସିକ ଦୁଶ୍ଚିନ୍ତା, ଶତୃବଧା ଦୂରେଇ ଯିବ । ଆୟବୃଦ୍ଧି, ଋଣମୁକ୍ତି, କର୍ମ କ୍ଷେତ୍ରରେ ଲୋକ ସମ୍ପର୍କ ବୃଦ୍ଧି ହେବ । ପରିବାରରେ ସୁସ୍ଥ ବାତାବରଣ ଜାରି ରହିବ । ପରସ୍ପରକୁ ସାହାଯ୍ୟ ସହଯୋଗ କରି ଗଠନମୂଳକ ଦିଗପ୍ରତି ଆଗ୍ରହ ଓ ଉତ୍ତମ ଯୋଜନାବଦ୍ଧ ହେବାର ସମ୍ଭାବନା ଅଛି । କୌଣସି ପୋଗ୍ରାମ୍ ବା କାର୍ଯ୍ୟକ୍ରମରେ ସମ୍ମାନିତ ହେବେ । ବିଦ୍ୟାଧ୍ୟୟନ ସମ୍ବନ୍ଧୀୟ ଶୁଭ ସମାଚାର ମିଳିବ । କୋର୍ଟ-କଚେରୀ ମାମଲା ଓ ବିବାଦ ଆପଣଙ୍କ ସପକ୍ଷରେ ଯିବ ।  ପ୍ରତିକାର-ମାଦକଦ୍ରବ୍ୟଠାରୁ ଦୂରେଇ ରୁହନ୍ତୁ ।

କର୍କଟ:-

ଧନ ଲାଭ ସହିତ ଜିମ୍ମେଦାରୀ ବଢିଯିବ । ବାହନ ଆଦି କ୍ରୟ କରିପାରିବେ । ଗୃହରେ ଶୁଭ କାର୍ଯ୍ୟ ହୋଇପାରେ । ସ୍ଵାସ୍ଥ୍ୟରେ ସୁଧାର ଆସିବ । ଅଚାନକ ଭାବରେ ଦୂରଯାତ୍ରା କରିବେ । ଅନେକ ଶୁଭ କର୍ମର ସୁଯୋଗ ପାଇବେ । ରାଜନୀତି କ୍ଷେତ୍ରରେ ପ୍ରତିଷ୍ଠା ପ୍ରତିପତ୍ତି ବୃଦ୍ଧି ପାଇବ । ପୂର୍ବ ଶତୃମାନେ ପଛଘୁଞ୍ଚା ଦେବେ । ଉତ୍ତରାଧିକାରୀ ସୂତ୍ରରୁ କିଛି ଧନ ସମ୍ପତ୍ତି ପାଇବାର ଯୋଗ ଅଛି । ମିଷ୍ଟାନ ଭୋଜନ, ଉଚ୍ଚଆଶା ପୂରଣ ହେବ । ବାଦବିବାଦ, ମାଲିମୋକଦ୍ଦମା, ପ୍ରତିଯୋଗୀତା ପରୀକ୍ଷା, ଓ ସାକ୍ଷାତକାରରେ ଜୟଲାଭ ହେବ ।  ପ୍ରତିକାର- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

ସିଂହ:-

ସରକାରୀ କାର୍ଯ୍ୟରେ ସଫଳତା ପ୍ରାପ୍ତ ହେବ । ପିକନିକ୍, ପାର୍ଟି ଆଦିର ପୋଗ୍ରାମ୍ କରିବେ । ଆୟକୁ ବଢାଇବା ପାଇଁ ବହୁତ ପ୍ରୟାସ କରିବେ, ପରିଣାମ ମଧ୍ୟ ସାମ୍ନାକୁ ଆସିବ । ଶତୃ ଓ ବିରୋଧୀମାନେ କୌଣସି କ୍ଷତି କରିପାରିବେ ନାହିଁ । କର୍ମକ୍ଷେତ୍ରରେ ପଦୋନ୍ନତି ସହ ଶତୃନାଶ, ଧନପ୍ରାପ୍ତି, ମିତ୍ରଲାଭ, ଉଚ୍ଚ ସମ୍ମାନ ପାଇବେ । ସୁଖ, ସମ୍ପତ୍ତି ଲାଭ ଓ ସାହାଯ୍ୟ ପ୍ରାପ୍ତି ସହ  ଗୃହବାହନ ପ୍ରାପ୍ତି ହୋଇପାରେ । ଧୈର୍ଯ୍ୟ ଓ ସହନ ଶୀଳତା କାଏମ ରହିବ । ସାମାଜିକ ପତିଆରା ଅମଳିନ ରହିବ । ପାରିବାରିକ ସ୍ନେହ ସହାନୁଭୁତି ପ୍ରାପ୍ତି ହେବ । ଶତୃମାନେ ମଥାନତ କରିବେ ।   ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

କନ୍ୟା:-

ସନ୍ତାନ ସନ୍ତତିଙ୍କ ମର୍ଜି ରକ୍ଷାକରି ଶାନ୍ତି ପାଇବେ । କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ କୃତକାର୍ଯ୍ୟ ହେବେ । ଶତୃମାନେ ମଥାନତ କରିବେ । ପୁରାତନ ରୋଗର ଉପସମ ଓ ବନ୍ଧୁ ସମାଗମ ହେବ । ବ୍ୟବସାୟରେ ବକେୟା ଅର୍ଥ ଆଦାୟ ହେବ ଓ ଟଙ୍କାର ଆବଶ୍ୟକତା ପୂରଣ ହେବ । ପାରିବାରିକ ସ୍ନେହ ସହାନୁଭୁତି ପ୍ରାପ୍ତି ହେବ । ମହିଳାମାନେ ପରିବାରରେ ଆଦରଣୀୟା ହୋଇ ସୁଖଭୋଗ କରିବେ । ସହକର୍ମୀମାନଙ୍କ ସହ ଶତ୍ରୁତା ମେଣ୍ଟିଯିବ । କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ ।  ପ୍ରତିକାର- ମୁହଁ ମିଠାକରି ଘରୁ ବାହାରନ୍ତୁ ।

ତୁଳା:-

ନିର୍ମାଣ ମୂଳକ ଯୋଜନାରେ ଆଗେଇ ପାରିବେ । ପାରିବାରିକ ସ୍ଥିତି ସନ୍ତୋଷ ଜନକ ହେବ । ରାଜନୀତିରେ ସଫଳତା ମିଳିବ । ପିଲାମାନଙ୍କ କାର୍ଯ୍ୟରେ ଆନନ୍ଦିତ ହେବେ । ମିତ୍ରଙ୍କ ଠାରୁ ବହୁତ ସାହାଯ୍ୟ ସହଯୋଗ ମିଳିବ । ମାନସିକ ଶାନ୍ତି ଓ ଦୌଡ-ଧୂପରେ ଶାନ୍ତି ଅନୁଭବ କରିବେ । ସମସ୍ତ ଚିନ୍ତା ଦୂର ହେବ । ପରିଶ୍ରମ କଲେ ଧନ ପ୍ରାପ୍ତି ହେବ । ଭାଇଙ୍କ ସହିତ ଲାଗିଥିବା ବିବାଦ ସମାଧାନ ହେବ । ପରାକ୍ରମ ବଢିବ । ଲୋକମାନେ ଆପଣଙ୍କ ବୁଦ୍ଧିକୁ ପ୍ରଶଂସା କରିବେ । ମହିଳାମାନେ ନିଜର ବାପା, ମା, ଭାଇ, ଭଉଣୀଙ୍କ କଥା ବୁଝିବାକୁ ବେଶି ଆଗଭର ହେବେ ।  ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ବିଚ୍ଛା:-

ଆର୍ଥିକ ଦିଗରୁ ଉନ୍ନତି ଅନୁଭବ କରି ନୂତନ ପଦାର୍ଥ କ୍ରୟ କରିପାରନ୍ତି । ଶରୀର ପୀଡା ଦୂରହୋଇ ସ୍ୱାସ୍ଥ୍ୟ ଠିକ୍ ରହିବ । ବାସଗୃହ ଓ ଯାନବାହନର କେତେକ ସମସ୍ୟା ସମାଧାନ ହୋଇଯିବା ଫଳରେ ନବୀକରଣ କରିବାର ଯୋଜନା କରିବେ । ସମସ୍ତ ପରୀକ୍ଷା ଓ ପ୍ରତିଦ୍ୱନ୍ଦିତାରେ ସଫଳତା ପାଇବେ । ରାଜନୈତିକ କ୍ଷେତ୍ରରେ ଲୋକମାନଙ୍କୁ ଆପଣେଇ ନବା ଫଳରେ ସମ୍ମାନିତ ହୋଇ ପାରନ୍ତି । ଭୋଗବିଳାସ ଓ ଆନନ୍ଦମୟ ମୂହୁର୍ତ୍ତ ସାଙ୍ଗକୁ ସ୍ଵାସ୍ଥ୍ୟକର ପରିବେଶ ଓ ସମ୍ମାନଜନକ ଘଟଣା ଘଟିବ । ଶ୍ଵଶୁର ଘର କିମ୍ବା ଜମିବାଡିକୁ ନେଇ ବିଶେଷ ବ୍ୟସ୍ତ ରହିବେ ।  ପ୍ରତିକାର:- ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ ।

ଧନୁ:-

ଜମିଜମା ସଙ୍କ୍ରାନ୍ତିୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ । ଜୁଆ ଓ ଲଟେରୀ ଖେଳରେ ମନମୁତାବକ ଲାଭବାନ ହେବାର ସମ୍ଭାବନା । ବ୍ୟବସାୟକୁ ନେଇ ପ୍ରତିଦ୍ଵନ୍ଦିତା ଦେଖା ଦେଲେ ମଧ୍ୟ ଆପଣ ବିଜୟୀ ହେବେ । ନୂତନ ସମ୍ପତ୍ତି ଯାନବାହାନ ଗୃହୋପ କରଣ କ୍ରୟ କରିବେ । କର୍ମକ୍ଷେତ୍ରରେ ଲାଭବାନ ହେବେ । ପରୀକ୍ଷା ଓ ପ୍ରତିଯୋଗୀତାରେ ଆଶା ମୁତାବକ ଫଳ ପାଇବେ । ରାଜନୈତିକ କ୍ଷେତ୍ରରେ ପ୍ରଶଂସିତ ହେବେ । ବାଦବିବାଦ, ମାଲିମୋକଦ୍ଦମା, କୋର୍ଟ କଚେରୀ ମାମଲାରେ ବିଜୟୀ ହେବେ । କାର୍ଯ୍ୟର ପ୍ରଗତି ପାଇଁ ସମସ୍ତ ପ୍ରକାର ପ୍ରୟାସ କରିବେ ।   ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ମକର:-

ପୁଞ୍ଜି ଲଗାଣ, ଉଦ୍ୟୋଗ, ଧନ ଆଦାନ ପ୍ରଦାନରେ ଲାଭବାନ୍ ହେବେ । ପାରିବାରିକ ଜୀବନ ଆନନ୍ଦରେ କଟିବ । ଦୂରଯାତ୍ରାରେ ସଫଳ ହେବେ । ଧର୍ମ କାର୍ଯ୍ୟରେ ଯୋଗଦେଇ ଦେବଦର୍ଶନ କରିବେ । ପରିବାର ଜନଙ୍କ ଠାରୁ ଉଚ୍ଚ ସମ୍ଭାବନାର ଆଶା ଓ ଆଶ୍ଵାସନା ଲାଭ କରି ମାନସିକ ଶାନ୍ତି ଅନୁଭବ କରିବେ । ଯେକୌଣସି ନୂତନ କାର୍ଯ୍ୟ ଆରମ୍ଭ କରି ପାରିବେ । ଅଧସ୍ତନଙ୍କର ସହଯୋଗ ଯୋଗୁଁ କର୍ମକ୍ଷେତ୍ରରେ ସମ୍ମାନ ବୃଦ୍ଧି ଏବଂ ସୁନାମ ଅର୍ଜନ କରିବେ । ଆକସ୍ମିକ ଧନ ପ୍ରାପ୍ତି ହେବ । ଗୃହରେ କଲ୍ୟାଣକର କର୍ମ ସମ୍ପାଦନ କରି ପ୍ରଶଂସିତ ହେବେ ।  ପ୍ରତିକାର-ମାଦକଦ୍ରବ୍ୟଠାରୁ ଦୂରେଇ ରୁହନ୍ତୁ ।

କୁମ୍ଭ:-

ସହକର୍ମୀ ମାନଙ୍କର ସମର୍ଥନ ଫଳରେ ବିପଦ ସଙ୍କୁଳ ଟଳିଯିବ । ପାରିବାରିକ ଓ ଦାମ୍ପତ୍ୟ ଜୀବନ ଆନନ୍ଦମୟ ହେବ । ଖେଳକୁଦ, ପରୀକ୍ଷା ଓ ପ୍ରତିଦ୍ଵନ୍ଦିତାରେ ବିଜୟୀ ହେବେ । କର୍ମକ୍ଷେତ୍ରରେ ଉଚ୍ଚ କର୍ମକର୍ତ୍ତାଙ୍କର ସୁଦୃଷ୍ଟି ପ୍ରାପ୍ତି ହେବା ଫଳରେ ସହକର୍ମୀମାନଙ୍କର ସମର୍ଥନ ଏବଂ ସୁଖ ସମ୍ପଦ ପ୍ରାପ୍ତି ହେବ । ନୁତନ କାର୍ଯ୍ୟ ନିର୍ଦ୍ୱୋନ୍ଦରେ ଧୀରସ୍ଥିର ଭାବରେ ଆଗେଇନେବେ । ପାରିବାରିକ ସମସ୍ୟାକୁ ସୁଧାରି ନେଇ ପ୍ରଶଂସିତ ହେବେ । ତୀର୍ଥାଟନଯୋଗ ଥିବାରୁ ଯାତ୍ରାକାଳରେ ଆନନ୍ଦା ଅନୁଭବ କରିବେ । ଆର୍ଥିକ ଦିଗରୁ ଉନ୍ନତି ହେବା ଫଳରେ ନୂତନ ପଦାର୍ଥ ସଂଗ୍ରହ କରିପାରନ୍ତି ।  ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ମୀନ:-

ପେଶା, ବ୍ୟବସାୟ, ଭାଗୀଦାରୀ ଓ ବନ୍ଧୁମିତ୍ରଙ୍କଦ୍ଵାରା ଲାଭବାନ ହେବେ । ପଦସ୍ଥ ବ୍ୟକ୍ତିଙ୍କ ସହ ମନୋମାଳିନ୍ୟ ମେଣ୍ଟି ଯିବ । ପାରିବାରିକ ସମ୍ପର୍କରେ ଉନ୍ନତି ହେବ । ରାଜନୈତିକ କ୍ଷେତ୍ରରେ ଶତୃମାନେ ତଳମୁହାଁ ହେବେ । ଆକସ୍ମିକ ଅର୍ଥଲାଭ, ସୁନାମପ୍ରାପ୍ତି ଓ ସମ୍ମାନ ବୃଦ୍ଧି ହେବ । ଦାମ୍ପତ୍ୟ ଜୀବନ ଆନନ୍ଦମୟ ହେବ । ଖେଳ ପାଇଁ ଦୂରଯାତ୍ରାରେ ସଫଳତା ପ୍ରାପ୍ତି ହେବ । କ୍ରୋଧକୁ ଦମନ କରି ହସଖୁଶିର ବାତାବରଣ ସୃଷ୍ଟି ହେବ । ପାରିବାରିକ କ୍ଷେତ୍ରରେ ଗୋଟିଏ ପାଖରେ ଶ୍ଣେହ ଶ୍ରଦ୍ଧାର ସ୍ରୋତ ଛୁଟୁଥିଲାବେଳେ ଅନ୍ୟ ପାଖରେ ଉପେକ୍ଷା ଓ ଅଶାନ୍ତିର ନିଆଁ କୁହୁଳିବ ।  ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।