ଆଜିର ରାଶିଫଳ, 8 ଅକ୍ଟୋବର 2019 ମଙ୍ଗଳବାର, ଏହି ୪ ରାଶି ଉପରେ ହନୁମାନ ପ୍ରସନ୍ନ ହେବେ

୧-ମେଷ

କମିଶନ ସମ୍ବନ୍ଧିତ କାର୍ଯ୍ୟରେ ଲାଭ ମିଳିବ । ଶତ୍ରୁ ବା ବିରୋଧୀ କିଛି କ୍ଷତି କରିପାରିବେ ନାହିଁ । ନିଜର ଚତୁରତା ଓ ପତିଆରା ଯୋଗେ ବିପରୀତ ପରିସ୍ଥିତିକୁ ନିଜ ସପକ୍ଷକୁ ଆଣି ପାରିବେ । ସ୍ୱାସ୍ଥ୍ୟସମସ୍ୟା ସୁଧୁରିଯିବ । ପୁଅ ଝିଅଙ୍କ କର୍ମସ୍ଥିର ହେବା ଫଳରେ ଖୁସି ହେବେ । ଜାଗା, ଜମି ଗୃହ ସମ୍ବନ୍ଧୀୟ କୌଣସି ମାମଲା, ସମାଧାନ ହୋଇଯିବ । ପରିବାର ସମ୍ବନ୍ଧିତ କୌଣସି ବନ୍ଧୁଙ୍କ ଦ୍ଵାରା ଶୁଭ ସମାଚାର ଶୁଣିବେ । ପିଲାମାନେ ପରୀକ୍ଷାରେ ସଫଳତା ପ୍ରାପ୍ତ ହେବେ । ପ୍ରେମିକ ପ୍ରେମିକାମାନେ ମନୋ ରଞ୍ଜନ କାର୍ଯ୍ୟ କ୍ରମରେ ଯୋଗଦେଇ କଳାସଙ୍ଗୀତ ଓ ନୃତ୍ୟ ଗୀତରେ ମଜ୍ଜି ରହିବେ । ପ୍ରତିକାର- ଅସହାୟଙ୍କୁ ଖାଦ୍ୟ ଦିଅନ୍ତୁ ।

୨-ବୃଷ

ନିଜର ପ୍ରତିଷ୍ଠା ଓ ସୁନାମ ବଢିବା ସହ ଆୟ ମଧ୍ୟ ଉତ୍ତମ ହେବ । ତୀର୍ଥ ଯାତ୍ରା ଓ ଦେବ ଦର୍ଶନ କରିବେ । ପ୍ରତିଯୋଗିତା ପରୀକ୍ଷାରେ ଉତ୍ତୀର୍ଣ୍ଣ ହେବେ । ଶୁଭ ସମାଚାର ଶୁଣି ଆନନ୍ଦିତ ହେବେ । ସମସ୍ତ ଦୁଃଶ୍ଚିନ୍ତା ଦୂର ହେବ । ବରିଷ୍ଠ ଅଧିକାରୀଙ୍କ ସହ ଦୂର ଯାତ୍ରା କରିବାକୁ ପଡ଼ିବ । ବ୍ୟବସାୟ କ୍ଷେତ୍ରରେ ସମସ୍ୟା ଦୂର ହୋଇଯିବା ଫଳରେ ଅର୍ଥ ଲାଭର ସୁଯୋଗ ପାଇବେ । ସମାଜ ସେବା ଓ ରାଜନୀତିରେ ସ୍ଵନାମ ଅର୍ଜନ କରିପାରିବେ । ଘରଠୁ କର୍ମକ୍ଷେତ୍ରକୁ ପ୍ରମୁଖତା ଦେଇ ଆଧିକ ସମୟ ମଧ୍ୟ ଉତ୍ସର୍ଗ କରିବାକୁ ପଡିବ । କୌଣସି ଆବଶ୍ୟକୀୟ ଜିନିଷ କିଣିବା ପାଇଁ ବାଧ୍ୟ ହେବେ । ପ୍ରତିକାର:- ଗୋମାତାକୁ ଖାଦ୍ୟ ଦିଅନ୍ତୁ ।

୩-ମିଥୁନ

ଶୁଭ ସମ୍ବାଦ ପାଇ ମାନସିକ ଦୁଶ୍ଚିନ୍ତା ଦୂର ହୋଇ ଯଶମାନ ବୃଦ୍ଧିହେବ ଓ ସହନଶୀଳତା ଯୋଗେ ପ୍ରଶଂସା ମିଳିବ । ରାଜନୈତିକ କ୍ଷେତ୍ରରେ ଲୋକ ସମର୍ଥନ, ଦଳ ସମର୍ଥନ ବୃଦ୍ଧି ପାଇବା ସହ ମୁଖ୍ୟନେତାଙ୍କର ପ୍ରିୟ ପାତ୍ର ହେବେ । ନୂତନ କାର୍ଯ୍ୟଆରମ୍ଭ, ଦୁରଯାତ୍ରା, ନୂତନ ବ୍ୟବସାୟ ଆରମ୍ଭ କରି ପାରିବେ । ସ୍ୱାସ୍ଥ୍ୟଗତ ସମସ୍ୟାର ଉନ୍ନତି ହେବ । ମିତ୍ରଙ୍କ ଠାରୁ ବହୁତ ସାହାଯ୍ୟ ସହଯୋଗ ମିଳିବ । ମାନସିକ ଶାନ୍ତି ଅନୁଭବ କରିବେ । ପ୍ରେମ-ପ୍ରସଙ୍ଗରେ ଆଶାଜନକ ଫଳପ୍ରାପ୍ତି ହେବ । ପ୍ରତ୍ୟେକ କ୍ଷେତ୍ରରେ ପରିସ୍ଥିତିକୁ ହାଲୁକା କରିବାରେ ସମର୍ଥହେବେ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

୪-କର୍କଟ

ବୁଦ୍ଧିମତା କାରଣରୁ ପ୍ରଚୁର ଅର୍ଥ ଲାଭହେବ । ବିଦ୍ୟାକ୍ଷେତ୍ରରେ ସ୍ୱନାମ ଅର୍ଜନ କରିବେ । ବ୍ୟବସାୟ କ୍ଷେତ୍ରରେ ବୁଦ୍ଧି ବିବେକ ଖେଳାଇ କର୍ତ୍ତବ୍ୟ ପରାୟଣତାକୁ ମୁଖ୍ୟକରି ଆଶାତୀତ ଲାଭପାଇବେ । ମହିଳାମାନେ ପିଲାଙ୍କ ସହ ଖୁସିଗପ କରିବାରେ ମଉକା ଜୁଟିବ ଓ ପାରିବାରିକ ସ୍ତରରେ ଭୁଲ ବୁଝାମଣାର ସମାଧାନ ହୋଇ ଉନ୍ନତିମୂଳକ ପଦକ୍ଷେପନେବେ । ଶରୀର ସୁସ୍ଥ ହେବାର ସମ୍ଭାବନା ଅଛି । ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହେବ ଓ ପ୍ରତିଷ୍ଠା, ପ୍ରତିପତ୍ତି, ମାନସମ୍ମାନ ଓ କ୍ଷାତି ବଢ଼ିବ । ରାଜନୀତି କ୍ଷେତ୍ରରେ ଉଚ୍ଚସମ୍ପର୍କରୁ ସୁଯୋଗ ପାଇବେ । ପ୍ରତିକାର:-ଅରୁଆଚାଉଳ କୁଆଙ୍କୁ ଖାଇବାକୁ ଦିଅନ୍ତୁ ।

୫-ସିଂହ

ଆୟ ବ୍ୟୟ ପ୍ରାୟତଃ ସମାନ ରହିବ । ବ୍ୟକ୍ତିତ୍ୱର ପ୍ରଭାବ ବୃଦ୍ଧି ପାଇବା ସହ ଲାଭବାନ ହେବେ । କର୍ମକ୍ଷେତ୍ରରେ ଉଚ୍ଚଆଶା ସଫଳ ହେବ । ବିଚାର ବିଭାଗ ରାୟ ସପକ୍ଷରେ ଯିବ । ସରକାରୀ ଚାପ ପଡିଲେ ମଧ୍ୟ ରାଜନୀତିରେ ସଫଳତା ମିଳିବ । ବ୍ୟବସାୟରେ ସାମାନ୍ୟ ଲାଭ ପାଇବେ । ପରିବାରରେ ମାନ ମନାନ୍ତର ଦୂର ହେବ । ଶିକ୍ଷା କ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବ ଓ ପ୍ରତିଯୋଗିତା କ୍ଷେତ୍ରରେ ଜୟଯୁକ୍ତ ହେବେ । ଜନସମ୍ପର୍କ ସୁଦୃଢ ହେବା ଫଳରେ ଯାହା ଚିନ୍ତା କରିବେ ତାହା ପୂରଣ ହେବ । ପିଲାମାନଙ୍କ କାର୍ଯ୍ୟ ପ୍ରତି ଦୃଷ୍ଟି ରଖିବା ଉଚିତ୍ । ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ ।

୬-କନ୍ୟା

ନୂତନ ସମ୍ବନ୍ଧ ସୃଷ୍ଟିହେବ । କେତେକ ଦୀର୍ଘ ଯୋଜନା ସଫଳ କାରଣରୁ ମନ ଭଲ ରହିବ । ପରିବହନ ବ୍ୟବସାୟରେ ସମସ୍ୟା ସମାଧାନ ହେବ । ମାନସିକ ସୁସ୍ଥତା ଅନୁଭବ କରିବେ । ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ନୂତନପନ୍ଥା ଅନୁସରଣ କରିବେ । ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ । ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବ । ଶୁଭ ସମାଚାର ମିଳିବ ଓ ନିଜଲୋକ ସାହାଯ୍ୟ କରିବେ । ପରିବାରରେ ଖୁସିର ବାତା ବରଣ ସ୍ଥାୟି ରହିବ । ପ୍ରେମିକ ପ୍ରେମିକାମାନଙ୍କର ପ୍ରେମ ପ୍ରସଙ୍ଗରେ ଅଧିକ ଘନିଷ୍ଠତା ହେବ । ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ପ୍ରତିକାର- ମୁହଁ ମିଠାକରି ଘରୁ ବାହାରନ୍ତୁ ।

୭-ତୁଳା

ରାଜନୀତି କ୍ଷେତ୍ରରେ ଅଧିକରୁ ଅଧିକ ଲୋକ ସମର୍ଥନ ପାଇ ସଫଳ ହେବେ । ଦୃଢ ସଂକଳ୍ପ ଦ୍ଵାରା କ୍ଷମତା ହାସିଲ କରିବେ । ମିତ୍ର ଓ ପ୍ରିୟଜନମାନେ ଖୁସି ଅର୍ପଣ କରିବେ । ଆଶା ଓ ଉର୍ଜା ଦ୍ଵାରା ଯେକୌଣସି ପ୍ରତିଦ୍ଵନ୍ଦିତାକୁ ସ୍ଵୀକାର କରିବା ପାଇଁ ପ୍ରସ୍ତୁତ ରହିବେ । କର୍ମକ୍ଷେତ୍ରରେ ସରକାରୀ କାର୍ଯ୍ୟରେ ସଫଳତା ପ୍ରାପ୍ତ ହେବ । ସ୍ୱାସ୍ଥ୍ୟରେ ସୁଧାର ଆସିବ । ପ୍ରତ୍ୟେକ କ୍ଷେତ୍ରରେ ହାତ ବଢାଇଲେ ସଫଳତା ପ୍ରାପ୍ତ ହେବ । ମାନସିକ କ୍ଷମତା ଓ ଶାରୀରିକ କାର୍ଯ୍ୟ କ୍ଷମତାରେ ବୃଦ୍ଧି ହେବ । ଶିକ୍ଷା କ୍ଷେତ୍ରରେ ପରୀକ୍ଷା, ପରିଣାମ ଅନୁକୂଳ ହେବ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

୮-ବିଚ୍ଛା

ମିତ୍ରମାନଙ୍କ ସହ ସୁସମ୍ପର୍କ ରହିବା ଫଳରେ ଅନେକ କାର୍ଯ୍ୟରେ ସଫଳ ହେବେ । ଭଲ କାର୍ଯ୍ୟ କରି ଆକାଂକ୍ଷାକୁ ପୂର୍ଣ୍ଣ କରି ପାରିବେ । ଜ୍ୟୋତିଷ, କଳା, ସଙ୍ଗୀତ, ଧର୍ମ ଓ ସାହିତ୍ୟ ପ୍ରତି ରୁଚି ବୃଦ୍ଧି ହେବ । ଅଧ୍ୟାପନ, ଅନୁସନ୍ଧାନପରି କାର୍ଯ୍ୟରେ ସଫଳତା ମିଳିବ । ଚାକିରୀରେ ପଦୋନ୍ନତି ମିଳିବ ଓ ଯଶ, ମାନ-ସମ୍ମାନ, ପ୍ରତିଷ୍ଠା ତଥା ଲୋକପ୍ରିୟତା ମଧ୍ୟ ହାସିଲ କରିପାରିବେ । ଅଫିସରେ ବନ୍ଧୁଙ୍କ ସାହାଯ୍ୟ ଏବଂ ଅବଦାନ ଅବିସ୍ମରଣୀୟ ରହିବ । ବ୍ୟବସାୟ କ୍ଷେତ୍ରରେ ମାନସିକସ୍ଥିତି ଭଲ ରହିବ । ଧୈର୍ଯ୍ୟ ଓ ସାହସ ଦ୍ଵାରା ସମସ୍ତ କାର୍ଯ୍ୟରେ ସଫଳତା ମିଳିବ । ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ ।

୯-ଧନୁ

ଅଫିସରେ ବନ୍ଧୁଙ୍କ ସାହାଯ୍ୟ ଏବଂ ଅବଦାନ ଅବିସ୍ମରଣୀୟ ରହିବ । ତରବରିଆ ଭାବରେ କୌଣସି କାମ ନକରି ପରିସ୍ଥିତିକୁ ଆଖିଆଗରେ ରଖି କାମ କରିଲେ ଭଲ ହେବ । ଯେଉଁ ଜିନିଷ ପାଇବା ପାଇଁ ଚିନ୍ତା କରୁଥିଲେ ତାହା ନିଶ୍ଚିତ ଭାବେ ପାଇବେ । ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାକୁ ନେଇ ମାନସିକସ୍ଥିତି ଭଲ ରହିବ । ମିତ୍ରମାନଙ୍କ ସହ ସୁସମ୍ପର୍କ ରହିବା ଫଳରେ ଅନେକ କାର୍ଯ୍ୟରେ ସଫଳ ହେବେ । ପୂର୍ବରୁ ଭଲ ସମ୍ପର୍କ ଥିବା ବ୍ୟକ୍ତିମାନେ ଆପଣଙ୍କ ଉନ୍ନତିରେ ଈର୍ଷାପରାୟଣ ହୋଇ ବିଭିନ୍ନ ପ୍ରକାରର ସମସ୍ୟା ସୃଷ୍ଟି କରିବେ । ବିଦ୍ୟାରେ ଉନ୍ନତି ହେବ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

୧୦-ମକର

ନିଜର ଯୋଜନା ମୁତାବକ କାମକଲେ କୌଣସି ପ୍ରକାର ଅସୁବିଧା ହେବନାହିଁ । ବ୍ୟବସାୟରେ ସଫଳତା ଅର୍ଜନ କରିବେ । ଆତ୍ମବିଶ୍ଵାସ ବୃଦ୍ଧି ପାଇବ । ଭାବି ଚିନ୍ତି କାର୍ଯ୍ୟ ନ କଲେ ଠକାମିରେ ପଡିବେ । ଗୃହରେ କଲ୍ୟାଣକର କର୍ମ ସମ୍ପାଦନ କରି ପ୍ରଶଂସିତ ହେବେ । ପରିବାରରେ ଅପ୍ରୀତିକର ପରିସ୍ଥିତି ଦେଖାଦେଲେ ମଧ୍ୟ ସମସ୍ୟାକୁ ସୁଧାରିବା ପାଇଁ ଚେଷ୍ଟା କରି କୌଶଳକ୍ରମେ ସମାଧାନ କରିବେ । କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତ କାରରେ କୃତକାର୍ଯ୍ୟ ହେବେ । ଆର୍ଥିକ ମାମଲାରେ ସ୍ଥାୟିତ୍ଵ ଆସିବ । ଗୁରୁ-ଗୁରୁଜନ ଓ ମାତା-ପିତାଙ୍କ ଆଶୀର୍ବାଦ ସ୍ନେହ ପ୍ରାପ୍ତ ହେବ । ପ୍ରତିକାର:- ଗୋମାତାକୁ ଖାଦ୍ୟ ଦିଅନ୍ତୁ ।

୧୧-କୁମ୍ଭ

ଛାତ୍ରଛାତ୍ରୀମାନଙ୍କର ଶିକ୍ଷକ ଓ ସହପାଠୀମାନଙ୍କ ମଧ୍ୟରେ ସମନ୍ଵୟ ରହି ବନ୍ଧୁତ୍ଵ ବୃଦ୍ଧି ପାଇବ । କର୍ମଚାରୀମାନେ ଅତ୍ୟଧିକ କାର୍ଯ୍ୟଚାପ ହେତୁ ଲକ୍ଷପ୍ରତି ଯଥାର୍ଥବାଦୀ ହେବେ । ରାଜନୀତି କ୍ଷେତ୍ରରେ ଲୋକମାନଙ୍କ ସହିତ ମିଳିମିଶି କାମ କରି ପାରିବେ । ଗଛିତ ଅର୍ଥ ବୃଦ୍ଧି କରିବା ପାଇଁ ଚେଷ୍ଟିତ ହେବେ । ପାରିବାରିକ ସମସ୍ୟା ବୁଝାମଣା ମଧ୍ୟରେ ସମାଧାନ ହେବ । ବ୍ୟବସାୟ କ୍ଷେତ୍ରରେ ପରିବର୍ତ୍ତନ ଆଣିବାର ଯୋଜନା ପ୍ରସ୍ତୁତ କରିବେ । ଭ୍ରମଣ କରିବାର ସୁଯୋଗ ଅଛି । ପ୍ରେମ ସମ୍ବନ୍ଧରେ ଅଧିକ ଘନିଷ୍ଠତା ହେବ । ନିଜର ରଚନାତ୍ମକ ଚିନ୍ତା ଚରମ ହେବ ତଥା ଲୋକଙ୍କୁ ନିଜର କରିପାରିବେ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

୧୨-ମୀନ

ଅନେକ କ୍ଷେତ୍ରରେ ପୂର୍ବ ଯୋଜନା ସଫଳତା ହେବ । ଲୋକସମ୍ପର୍କ ଆତ୍ମସନ୍ତୋଷ ବଢେଇବ । ରୋଜଗାର ସମସ୍ୟା ସୁଧୁରି ଯିବ । ସାମାଜିକ ଭାବମୂର୍ତ୍ତି-ସୁରକ୍ଷା ହେବ । ବ୍ୟବସାୟରେ ସାହାଯ୍ୟ ସହଯୋଗ ମିଳିବ । ଶିକ୍ଷା ଓ ପ୍ରତିଦ୍ୱନ୍ଦିତା କ୍ଷେତ୍ରରେ ବିଜୟୀ ହେବେ । ପଢିବା, ପଢେଇବାରେ ସଫଳତା ମିଳିବ । ନୂତନକର୍ମ ପ୍ରାପ୍ତିରେ ସଫଳ ହେବେ । କର୍ମକ୍ଷେତ୍ରରେ ଜବରଦସ୍ତି ଉନ୍ନତି ଓ ନ୍ୟାୟ ମିଳିବ । ପାରିବାରିକ କ୍ଷେତ୍ରରେ କିଛି ଅସୁବିଧା ଥିଲେ ସମାଧାନ କରିପାରିବେ । ଆୟର ସ୍ରୋତ ଖୋଲି ଯିବ । ଜମି ଜମା ସଙ୍କ୍ରାନ୍ତିୟ ସମସ୍ୟାରେ ସଫଳତା ମିଳିବ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।