ଆଜିର ରାଶିଫଳ 8 ଅଗଷ୍ଟ 2019, ଗୁରୁବାର, ମା ଲକ୍ଷ୍ମୀ ଆଜିଠୁ ୭ ଦିନ ଯାଏ ଏହି ୫ଟି ରାଶିର ସବୁ କାମ ପୂରଣ କରିବେ

ମେଷ:-

ଆର୍ଥିକସ୍ଥିତିରେ ସୁଧାର ଆସିବ । ଗୃହାରମ୍ଭ, ଦୁରଯାତ୍ରା, ନୂତନ ବ୍ୟବସାୟ ଆରମ୍ଭ କରି ପାରିବେ । କର୍ତ୍ତବ୍ୟନିଷ୍ଠ, ଉଦ୍ୟମୀ, ଦକ୍ଷ, ଜନପ୍ରିୟ, ସିଦ୍ଧହସ୍ତା ବ୍ୟକ୍ତିରୁପେ ପ୍ରଶଂସା ପାଇବେ । ନୂତନ ବସ୍ତୁ କ୍ରୟ କରିପାରିବେ । ସ୍ୱାସ୍ଥ୍ୟ ଭଲ ରହିବ । ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ବେଶ୍ ଆନନ୍ଦ ଅନୁଭବ କରିବେ । ସାଧୁ-ସନ୍ଥ ଓ ଗୁରୁଜନଙ୍କ ଶୁଭାଶୀର୍ବାଦ ପ୍ରାପ୍ତ ହେବ । କୌଣସି ରୋଚକ ବା ଜ୍ଞାନବର୍ଦ୍ଧକ ସାହିତ୍ୟ ପ୍ରତି ମନ ବଳାଇବେ । ବନ୍ଧୁଙ୍କ ନିମନ୍ତ୍ରଣ ପାଇ ଦୂରଯାତ୍ରା କରିବାକୁ ବାଧ୍ୟ ହେବେ । ଦାମ୍ପତ୍ୟ ସୁଖରେ ମଧୁରତା ଆସିବ ଓ ଅଧିକ ଘନିଷ୍ଠତା ହେବ ।  ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ବୃଷ:-

କର୍ମକ୍ଷେତ୍ରଟି ସୁଦୃଢ ହେବ । ମାଲିମୋକଦ୍ଦମାରେ ସମ୍ମାନ ଓ ପ୍ରତିଷ୍ଠା ଅତୁଟ ରହିବ । ମହିଳାମାନେ ହସ ଖୁସିରେ ଚଳିବେ । ରାଜନୀତିରେ ସମାଲୋଚିତ ହେଲେମଧ୍ୟ ଭାବମୂର୍ତ୍ତି ଅକ୍ଷୁର୍ଣ୍ଣ ରହିବ । ଭୋଗ ବିଳାସକୁ ତୁଚ୍ଛମଣି କର୍ତ୍ତବ୍ୟ ସାଧନକୁ ଭଗବତ୍ ସେବାଭଳି ମାନ୍ୟତା ଦେବେ । ବ୍ୟବସାୟ ବଢାଇବାରେ ସମର୍ଥ ହେବେ ସତର୍କ ରହିଲେ ଆର୍ଥିକ ଭରସାମ୍ୟ ରକ୍ଷାକରୀ ପାରିବେ ଓ ଶାନ୍ତିର ନିଃଶ୍ଵାସ ମାରି ପାରିବେ । କର୍ମଚାରୀ ଓ ଶ୍ରମିକମାନେ ବେସୀ ଉପକୃତ ହେବେ । ତଳ ମହଲରୁ ଆଶାତୀତ ଲାଭ ପାଇବେ । ଦକ୍ଷତାକୁ କେନ୍ଦ୍ରକରି ଉଚ୍ଚମାନ୍ୟତାରେ ହ୍ରାସ ହୋଇପାରେ ।  ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ମିଥୁନ:-

ପୁଞ୍ଜିଲଗାଣ, ଉଦ୍ୟୋଗ, ଧନ ଆଦାନପ୍ରଦାନରେ ଲାଭବାନ୍ ହେବେ । ପରୀକ୍ଷା ଓ ପ୍ରତିଦ୍ଵନ୍ଦିତାରେ ବିଜୟୀ ହେବେ । ଦାମ୍ପତ୍ୟ ଜୀବନ ଆନନ୍ଦମୟ ହେବ । ଦୂରଯାତ୍ରାରେ ସଫଳତା ପ୍ରାପ୍ତି ହେବ । ବ୍ୟବସାୟରେ ପ୍ରତିଦ୍ଵନ୍ଦିତା ସତ୍ତ୍ୱେ ଲାଭ ସୁନିଶ୍ଚିତ ହେବ । ରାଜନୈତିକ କ୍ଷେତ୍ରରେ ସ୍ଥିରତା ଦେଖାଦେବ ଓ ଆଶା ମୁତାବକ ଫଳ ପାଇବେ । ବାଦବିବାଦ, ମାଲିମୋକଦ୍ଦମା ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ବିଜୟୀ ହେବେ । ଦାମ୍ପତ୍ୟ କଳହ ଓ ଭୟ ଆଶଙ୍କା ଦୂରେଇ ଯିବ । ବକେୟା ଅର୍ଥ କିଛି ମିଳିବ ।  ପ୍ରତିକାର- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

କର୍କଟ:-

କର୍ମରେ ଉନ୍ନତି ସହିତ ବାସସ୍ଥାନ ବା ଯାନବାହନର ନବୀକରଣ ଇତ୍ୟାଦି ନାନାବିଧ ସୁଯୋଗ ଓ ଶୁଭଫଳ ପ୍ରାପ୍ତି ହେବ । କର୍ମ ପାଇଁ ଦୂରଯାତ୍ରାରେ ସଫଳ ହେବେ । ଧର୍ମ କାର୍ଯ୍ୟରେ ଯୋଗଦେଇ ଦେବଦର୍ଶନ କରିବେ । ଆର୍ଥିକସ୍ଥିତି ସୁଧାରିବାକୁ ଚେଷ୍ଟା କରିବେ । ପାରିବାରିକ କ୍ଷେତ୍ରରେ ଆତ୍ମବିଶ୍ୱାସ ବୃଦ୍ଧି ପାଇବ ଓ ସୁସମ୍ବାଦ ପ୍ରାପ୍ତି ହେବ । ଯାନବାହାନ ବ୍ୟବସାୟରେ ତଥା ଭ୍ରମଣ ସଙ୍କ୍ରାନ୍ତିୟ ବ୍ୟବସାୟରେ ଲାଭ ପାଇବେ । ପ୍ରେମିକ ପ୍ରେମିକାମାନଙ୍କର ପ୍ରେମ-ପ୍ରସଙ୍ଗରେ ସଫଳତା ମିଳିବ । ବିଦ୍ୟାର୍ଥୀଙ୍କର ବିଦ୍ୟାରେ ଉନ୍ନତି ହେବାରୁ ମନ ଖୁସି ରହିବ ।  ପ୍ରତିକାର-ମାଦକଦ୍ରବ୍ୟ ସେବନ କରନ୍ତୁ ନାହିଁ ।

ସିଂହ:-

ବ୍ୟବସାୟ ବାଣିଜ୍ୟ ସମ୍ପର୍କୀୟ କୌଣସି ଘଟଣା ଯୋଗୁଁ ବିଶେଷ ବ୍ୟସ୍ତ ରହି ଲାଭବାନ ହେବେ । ଜମିବାଡି ଜନିତ କେତେକ ସମସ୍ୟା ସମାଧାନ ହେବ । ଆର୍ଥିକ ଦିଗରୁ ଉନ୍ନତି ଓ ସ୍ୱାସ୍ଥ୍ୟ ଠିକ୍ ରହିବ । ରାଜନୈତିକ କ୍ଷେତ୍ରର ସାବଧାନତା ପୂର୍ବକ ପାଦ ବଢେଇବା ବୁଦ୍ଧିମତାପୂର୍ଣ୍ଣ ହେବ । ପାରିବାରିକ ଜୀବନରେ ସୁଖ-ଶାନ୍ତି ଲାଭ ଓ ଆତ୍ମୀୟବର୍ଗରେ ଉନ୍ନତି ତଥା ଉତ୍ତମ ବୁଝାମଣା ଜନିତ ଉତ୍ସାହ-ଉଦ୍ଦୀପନାଯୁକ୍ତ ହେବେ । ଭାଇ ଭଉଣୀ ବନ୍ଧୁବାନ୍ଧବଙ୍କ ସହ ଉତ୍ତମ ସମ୍ପର୍କ ରହିବା ଫଳରେ ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି  ବେଶ୍ ଆନନ୍ଦ ପାଇବେ ।  ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

କନ୍ୟା:-

କୌଣସି ନୂତନ କର୍ମ କରିବାକୁ ଚାହୁଁଥିଲେ ସେଥିରେ ବିଜୟୀ ହେବେ । ରାଜନୀତିରେ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢେଇବ ଓ ପାର୍ଟି ବା ସମାରୋହରେ ସମ୍ମିଳିତ ହେବାକୁ ପଡିପାରେ । ବାଦବିବାଦ, ମାଲିମୋକଦ୍ଦମା, ପରୀକ୍ଷା, ପ୍ରତିଯୋଗିତାରେ ସଫଳତା ମିଳିବ । ପ୍ରେମ-ପ୍ରସଙ୍ଗରେ ସଫଳତା ମିଳିବ । କୌଣସି ନୂତନ ବ୍ୟକ୍ତିଙ୍କ ସହିତ ଭେଟ ହେବାଫଳରେ ସୁଖ ସମୃଦ୍ଧି ବୃଦ୍ଧି ହେବ । ପାରିବାରିକ କ୍ଷେତ୍ରରେ ଧୈର୍ଯ୍ୟ ଓ ସହନ ଶୀଳତା କାଏମ ରହିବ । କର୍ମକ୍ଷେତ୍ରରେ ଉନ୍ନତି ହେବା ସହ ବରିଷ୍ଠ ବ୍ୟକ୍ତି ଉଚ୍ଚାଧିକାରୀଙ୍କ ସହ ସମ୍ବନ୍ଧ ଦୃଢୀଭୁତ ହେବ ।  ପ୍ରତିକାର- ମୁହଁ ମିଠାକରି ଘରୁ ବାହାରନ୍ତୁ ।

ତୁଳା:-

ପ୍ରତେକ କ୍ଷେତ୍ରରେ ବିନୟପୂର୍ଣ୍ଣ କଥା କହି ପରିସ୍ଥିତିକୁ ହାଲୁକା କରିବାରେ ସମର୍ଥ ହେବେ । ଦାମ୍ପତ୍ୟ ଓ ପାରିବାରିକ ସ୍ତରରେ ଶାନ୍ତି ଶୃଙ୍ଖଳା ବଜାୟ ରହିବ । ସରକାରୀ ଚାପ ପଡିଲେ ମଧ୍ୟ କର୍ମକ୍ଷେତ୍ରରେ ଉନ୍ନତି ହୋଇପାରେ । ନୂଆ ଜ୍ଞାନର ବୃଦ୍ଧି ହେବ । ପରିବାର ହିତ ପାଇଁ ଅଧିକ ଖର୍ଚ୍ଚାନ୍ତ ହେବେ । ଛାତ୍ରଛାତ୍ରୀମାନଙ୍କର ଶିକ୍ଷକ ଓ ସହପାଠୀମାନଙ୍କ ମଧ୍ୟରେ ସମନ୍ଵୟ ରହି ବନ୍ଧୁତ୍ଵ ବୃଦ୍ଧି ପାଇବ । ସନ୍ତାନଙ୍କ ସମ୍ବନ୍ଧିତ କୌଣସି ମହତ୍ଵପୂର୍ଣ୍ଣ କାମ ହୋଇପାରେ । ଲୋକସମ୍ପର୍କ, ସମାଜସେବା, ଧାର୍ମିକ ଅନୁଷ୍ଠାନରେ ପ୍ରଶଂସା ପାଇବେ ।  ପ୍ରତିକାର- ହଳଦୀଚନ୍ଦନ ମୁଣ୍ଡରେ ଲଗାନ୍ତୁ ।

ବିଚ୍ଛା:-

କୌଣସି ନୂତନ କର୍ମ କରିବାକୁ ଚାହୁଁଥିଲେ ସେଥିରେ ବିଜୟୀ ହେବେ । ସମାରୋହରେ ସମ୍ମିଳିତ ହେବାକୁ ପଡିପାରେ । ରାଜନୀତି ମାମଲାରେ ସଫଳତା ମିଳିବ । ସେୟାର ବଜାର ଓ ପୁଞ୍ଜି ନିବେଶ କରିଲେ ବହୁତ ଧନ ପ୍ରାପ୍ତ ହେବ । ଅଫିସରେ କରିଥିବା କାମର ଶୁଭ ସୂଚନା ଶୁଣିବାକୁ ପାଇବେ । ଶତୃ ଓ ବିରୋଧୀମାନେ ଆପଣଙ୍କ ସାମ୍ନା କରିପାରିବେ ନାହିଁ । ଧନର ଆଗମନ ହୋଇପାରେ । କୌଣସି କାମରେ ବିଶେଷଜ୍ଞତା ହାସିଲ କରିବେ । ବ୍ୟବସାୟ କ୍ଷେତ୍ରରେ ପ୍ରସାର ପ୍ରଚାର ଫଳରେ ଆଶାତୀତ ଲାଭ ପାଇବେ ।  ପ୍ରତିକାର– ଷଣ୍ଢକୁ ଖାଇବାକୁ ଦିଅନ୍ତୁ ।

ଧନୁ:-

ନୂତନ କାର୍ଯ୍ୟ ଆରମ୍ଭ କରିପାରିବେ । ପ୍ରେମୀ-ପ୍ରେମିକାଙ୍କ ମିଳନ ହେବ ଓ ସଫଳତା ମିଳିବ । ପ୍ରବାସ ଯାତ୍ରାରେ ଲାଭବାନ ହେବେ । କୌଣସି କାମରେ ବିଶେଷ ଜ୍ଞାନ ହାସିଲ କରିବେ । ନୂଆଲକ୍ଷ ପୂରଣ କରିବା ପାଇଁ ସମୟ ନିର୍ଦ୍ଧାରଣ କରିବେ । ସନ୍ତାନର ଖୁସି ଓ ସୁରକ୍ଷିତ ଅନୁଭବ କରିବେ । ସ୍ୱାସ୍ଥ୍ୟସମସ୍ୟା ଦୂର ହୋଇଯିବ । ସମସ୍ତ କ୍ଷେତ୍ରରେ ସଫଳତା ମିଳିବ । ସେୟାର ବଜାରରେ ମୁନାଫା ମିଳିବ । ନୂତନ କର୍ମ ନିଯୁକ୍ତି ପାଇଁ ପ୍ରତିଯୋଗିତା ପରୀକ୍ଷାରେ ଓ ସାକ୍ଷାତକାରରେ ଉତ୍ତିର୍ଣ୍ଣ ହେବେ । ପ୍ରିୟଜନମାନଙ୍କୁ ଆର୍ଥିକ ଓ ଭାବନାତ୍ମକ ସାହାଯ୍ୟ କରିବେ ।  ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ମକର:-

ଜନସେବାରେ ନିଜକୁ ନିୟୋଜିତ କରିବେ ଓ ଅନ୍ୟର ଦୁଃଖ ଦୁର୍ଦଶା ଦୂର କରିବାକୁ ପ୍ରୟାସରତ ହେବେ । ଗୁରୁଜନ ଓ ବୃଦ୍ଧଜନଙ୍କ ସେବା କଲେ ଅନେକ ଆଶୀର୍ବାଦ ପାଇବେ । ପ୍ରେମୀ-ପ୍ରେମିକାଙ୍କ ଉନ୍ନତି ପାଇଁ ପ୍ରୟାସରତ ହେବେ । ଧର୍ମ-କର୍ମରେ ରୁଚି ବୃଦ୍ଧି ହେବ । ସ୍ୱାସ୍ଥ୍ୟ କିମ୍ବା ଆଇନ୍ ଅଦାଲତ୍ ସମ୍ପର୍କୀୟ ଦୁଶ୍ଚିନ୍ତା ଦୂରହେବ । ନୂତନ ବନ୍ଧୁ ମିତ୍ରଙ୍କ ମିଳନ ହେବ । ଅଧା-ଅଧୁରାଥିବା କାର୍ଯ୍ୟ ପୂରଣ ହୋଇଯିବ । ବାଦବିବାଦ, ପ୍ରତିଯୋଗୀତା ପରୀକ୍ଷା ଓ ମାଲିମୋକଦ୍ଦମାର ସମାଧାନ ହେବ । ଉଚ୍ଚ ଶିକ୍ଷା ହାସିଲ କରିବା ପାଇଁ ପ୍ରୟାସରତ ରହିବେ ।  ପ୍ରତିକାର- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

କୁମ୍ଭ:-

ସ୍ୱାସ୍ଥ୍ୟସମସ୍ୟା ସୁଧୁରିଯିବା ଫଳରେ ଆୟ ଉପାର୍ଜନ କ୍ଷେତ୍ରପ୍ରତି ସଙ୍କଟ ସୃଷ୍ଟି ହେବ ନାହିଁ । ବିଭିନ୍ନ ଦିଗରୁ ସାହାଯ୍ୟ ସହଯୋଗ ମିଳିବ । ରାଜନୀତି କ୍ଷେତ୍ରରେ ପ୍ରତିଷ୍ଠା, ପ୍ରତିପତ୍ତି ମାନସମ୍ମାନ କ୍ଷାତି ବଢିବ । ସମସ୍ତ କର୍ମ ବହୁତ ସହଜରେ ହିଁ ସମ୍ପନ୍ନ ହେବ । ସହକର୍ମୀମାନଙ୍କ ସହ ବାଦବିବାଦର ଅବସାନ ଘଟିବ । ଲକ୍ଷ୍ୟ ପୂରଣ ହେବାରେ କୌଣସି ଅସୁବିଧା ହେବ ନାହିଁ । ଶତୃମାନେ ପରାଜିତ ହେବେ । ଆତ୍ମୀୟ ସ୍ଵଜନଙ୍କ ପାଇଁ ଭୋଗ ବିଳାସଦ୍ରବ୍ୟ ଓ ଗୃହୋପକାରଣ କ୍ରୟକରିବେ । ଆୟର ପନ୍ଥା ସହଜ ହେବ । ବନ୍ଧୁ ପରିବାର ଠାରୁ ସୁଖ ମିଳିବ ।  ପ୍ରତିକାର:- ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ ।

ମୀନ:-

ନୂତନ ବ୍ୟବସାୟ ଯୋଜନାର ଶିଳାନ୍ୟାସ କଲେ, ତାହା ଦୀର୍ଘ ସ୍ଥାୟୀହେବ ଓ ବହୁବିଧ ଲାଭ ମିଳିବ । ନୂଆ ସମ୍ପର୍କରେ ଉନ୍ନତି ହେବ ଓ ଅଧାଥିବା କାର୍ଯ୍ୟ ପୂରଣ ହେବ । ମାଲିମୋକଦ୍ଦମାରେ ସମ୍ମାନ ଓ ପ୍ରତିଷ୍ଠା ଅତୁଟ ରହିବ । କର୍ମକ୍ଷେତ୍ରରେ  କ୍ଷମତା ଓ ଶକ୍ତି ବଳରେ ନିଜର ସମୟ ବିତାଇବେ । ସାଧୁ, ସତ୍ୟବାଦୀ, ଧର୍ମାତ୍ମା, ଗୁରୁବ୍ରାହ୍ମଣଙ୍କ ସହ ସମ୍ପର୍କ ସ୍ଥାପନହେବ । ଶୀଘ୍ର ଯାତ୍ରା କରିବାକୁ ପଡିପାରେ । ନିଜ ଆତ୍ମୀୟ ଲୋକଙ୍କ ସହ ସାକ୍ଷାତ ହେବ । ଆର୍ଥିକ ଚିନ୍ତା ଦୁରହେବ ଓ ପିତାଙ୍କ ସ୍ୱାସ୍ଥ୍ୟ ରେ ଉନ୍ନତି ଦେଖାଦେବ । ମହିଳାମାନେ ପିଲାମାନଙ୍କ ସଫଳତାରେ ଖୁସିହେବେ ।  ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।