ଆଜିର ରାଶିଫଳ, 8 ଏପ୍ରିଲ 2020, ବୁଧବାର, ମହାଦେବ ଏହି ୩ଟି ରାଶିର ସବୁ ମନୋକାମନା ପୂର୍ଣ୍ଣ କରିବେ

୧-ମେଷ

ପରୀକ୍ଷା ପ୍ରତିଯୋଗିତା, ଓ ସାକ୍ଷାତ୍କାରରେ ବିଜୟୀହେବେ। ପାରିବାରିକ ଜୀବନ ସୁଖମୟ ହେବ। ଶାରିରୀକ ଅସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ। ବ୍ୟବସାୟରେ ଉଧାର ଦେଲେ ଫେରି ପାଇବା ସହଜ ହେବ। କର୍ମକ୍ଷେତ୍ରରେ ବରିଷ୍ଠବ୍ୟକ୍ତି, ପଦାଧିକାରୀଙ୍କ ପ୍ରିୟପାତ୍ର ହେବେ। ମହିଳାମାନଙ୍କର ପାରିବାରିକ କ୍ଷେତ୍ରରେ ପୂର୍ବ ଯୋଜନା ସଫଳତା ହେବ ଓ ଲୋକସମ୍ପର୍କ ଆତ୍ମସନ୍ତୋଷ ବଢେଇବ।  ରୋଜଗାର ସମସ୍ୟା ସୁଧୁରି ଯିବ।  ଧନ ଲାଭ ହେବାରୁ ମନ ଖୁସି ରହିବ। ଛାତ୍ର-ଛାତ୍ରୀମାନେ ପାଠ ପଢ଼ାରେ ମନଯୋଗ ଦେବେ।

୨-ବୃଷ

ଉଚ୍ଚ କର୍ମକର୍ତ୍ତାଙ୍କ ସୁଦୃଷ୍ଟି ପ୍ରାପ୍ତି ହେବ। ସହକର୍ମୀମାନଙ୍କର ସମର୍ଥନ ଏବଂ ଅଧସ୍ତନଙ୍କର ସହଯୋଗ ଯୋଗୁଁ କର୍ମକ୍ଷେତ୍ରରେ ସମ୍ମାନ ବୃଦ୍ଧି ଏବଂ ସୁନାମ ଅର୍ଜନ କରିବେ। ଆକସ୍ମିକ ଧନ ପ୍ରାପ୍ତି ହେବ। ଗୃହରେ କଲ୍ୟାଣକର କର୍ମ ସମ୍ପାଦନ କରି ପ୍ରଶଂସିତ ହେବେ। ପାରିବାରିକ ଜୀବନ ଆନନ୍ଦମୟ ହେବ। ଉଚ୍ଚ ସମ୍ଭାବନାର ଆଶା ଓ ଆଶ୍ଵାସନା ଲାଭ କରି ମାନସିକ ଶାନ୍ତି ଅନୁଭବ କରିବେ। ପରୀକ୍ଷା ଓ ପ୍ରତିଦ୍ଵନ୍ଦିତାରେ ସଫଳ ହେବେ। ବାଦବିବାଦ ଓ ମାଲିମୋକଦ୍ଦମାରେ ସଫଳ ହେବେ।

୩-ମିଥୁନ

ବ୍ୟବସାୟରେ ଉନ୍ନତି ଓ ଆର୍ଥିକ ସ୍ଥିତିରେ ବୃଦ୍ଧି ଘଟିବ। ସରକାରୀ କର୍ମଚାରୀମାନେ କର୍ମ କ୍ଷେତ୍ରରେ ସମ୍ମାନ ଲାଭ କରିବେ। ଯୁବକ ଯୁବତୀ ମାନେ କର୍ମ ନିଯୁକ୍ତିରେ ସଫଳତା ଲାଭ କରିବେ। ପାରିବାରିକ କ୍ଷେତ୍ରରେ ସୁଖଶାନ୍ତି ମିଳିବ। ପିତା-ମାତାଙ୍କ ଠାରୁ ସହଯୋଗ ପ୍ରାପ୍ତି ହେବ। ମହିଳା ମାନଙ୍କର ଧାର୍ମିକ କାର୍ଯ୍ୟରେ ରୁଚି ବଢ଼ିବ। ରାଜନୀତି କ୍ଷେତ୍ରରେ ସାମାଜିକ ପ୍ରତିଷ୍ଠା ଓ ମାନ-ସମ୍ମାନରେ ବୃଦ୍ଧି ହେବ। ଛାତ୍ର-ଛାତ୍ରୀମାନେ ଜୀବନରେ ଭରପୁର ଆନନ୍ଦ ପାଇଲାଭଳି ଫାଇଦା ଉଠେଇବେ।

୪-କର୍କଟ

ସହଯୋଗୀ ମାନଙ୍କର ପୂର୍ଣ୍ଣ ସହଯୋଗ ପାଇବେ। ସୁନା, ରୂପା, କଂସା, ପିତ୍ତଳ, ତେଜରାତି, ଷ୍ଟେନାରୀ, ଔଷଧ ବ୍ୟବସାୟୀ ମାନଙ୍କୁ ଉତ୍ତମ ଲାଭ ପ୍ରାପ୍ତି ହେବ। ମହିଳାମାନେ କୌଣସି ଦୂର ସ୍ଥାନକୁ ଯାତ୍ରା କରିବେ ଓ ଶରୀର ସୁସ୍ଥ ରହିବ। ସରକାରୀ କର୍ମଚାରୀମାନଙ୍କର ଉନ୍ନତିହେବ। ଛାତ୍ର-ଛାତ୍ରୀମାନେ ପରୀକ୍ଷା ପ୍ରତିଯୋଗିତା, ଓ ସାକ୍ଷାତ୍କାରରେ ବିଜୟୀହେବେ। ରାଜନୈତିକ କ୍ଷେତ୍ରରେ ପ୍ରତିଷ୍ଠିତ ହେବାପାଇଁ କରିଥିବା ଯୋଜନା ସଫଳ ହୋଇପାରିବ।

୫-ସିଂହ

କଳା, ସଙ୍ଗୀତ, ସାହିତ୍ୟ ପ୍ରତି ରୁଚି ବୃଦ୍ଧି ହେବ। ସାମୁହିକ କାର୍ଯ୍ୟ ବା ଜନ କଲ୍ୟାଣର କାର୍ଯ୍ୟ ଇଛା ଅନୁସାରେ ସମ୍ପନ୍ନ କରିବେ। ଜାଗା, ଜମି, ସମ୍ପତ୍ତି ଓ ଯାନବାହାନ ସମ୍ବନ୍ଧୀୟ କେତେ ସମସ୍ୟା ସମାଧାନ ହୋଇଯିବ। ଆତ୍ମବିଶ୍ଵାସ ବୃଦ୍ଧି ପାଇବ। ସାମାଜିକ ପ୍ରତିଷ୍ଠା, ମାନ-ସମ୍ମାନ, କୀର୍ତ୍ତୀ ପ୍ରତିଷ୍ଠାରେ ବୃଦ୍ଧି ହେବ। ନୂଆ ନିଯୁକ୍ତି ପାଇ ରୋଜଗାର ପ୍ରାପ୍ତି ହେବାର ସମ୍ଭାବନା ଅଛି। ବିବାଦୀୟ ମାଲିମୋକଦ୍ଦମା, ପରୀକ୍ଷା ପ୍ରତିଯୋଗିତା, ଓ ସାକ୍ଷାତ୍କାରରେ ଶାନ୍ତିହେବେ। ବ୍ୟବସାୟରେ ସ୍ୱଳ୍ପ ଲାଭ ହେବ।

୬-କନ୍ୟା

ଜମି ଜମା ସଙ୍କ୍ରାନ୍ତିୟ ପଟ୍ଟା, ଦସ୍ତାବେଜ ଏବଂ ଅନୁବନ୍ଧନ ଆଦିରେ ସଫଳତା ମିଳିବ। ବ୍ୟବସାୟ କ୍ଷେତ୍ରରେ ପୁରୁଣାପ୍ରାପ୍ୟ ମଧ୍ୟ ଆଦାୟ ହୋଇ ପାରିବ। ତେଜରାତି, ସୁନା, ରୂପା, ଅଳଙ୍କାର ଇତ୍ୟାଦି, ଲୌହ ଜାତୀୟ ଦ୍ରବ୍ୟ କାଷ୍ଠ ଉପକରଣ ଇତ୍ୟାଦି ଧାତୁ ପଦାର୍ଥ କ୍ରୟ ବିକ୍ରୟ କରୁଥିବା ବ୍ୟବସାୟୀମାନେ ବିଶେଷ ଲାଭବାନ ହେବେ। କର୍ମଚାରୀମାନଙ୍କର କାର୍ଯ୍ୟ କ୍ଷେତ୍ରରେ ଶତୃମାନେ ପରାଜିତ ହେବେ। ମହିଳାମାନଙ୍କର ମାନସିକ ଅଶାନ୍ତି ଦୂର ହେବ। ଛାତ୍ର-ଛାତ୍ରୀମାନେ ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ବିଜୟୀହେବେ।

୭-ତୁଳା

ପାଖରେ ଥିବା ସାଥୀ ଓ ପ୍ରିୟଜନ ଆର୍ଥିକ ଏବଂ ଭାବନାତ୍ମକ ସାହାଯ୍ୟ ସହଯୋଗ କରିବାକୁ ବାଧ୍ୟ ହେବେ। ଘର ପରିବାରରେ ବାତାବରଣ ଶାନ୍ତିପୂର୍ଣ୍ଣ ରହିବ। ରୋମାନ୍ସ ଓ ପ୍ରେମରେ ପ୍ରସନ୍ନତାର ଅନୁଭୂତି ହେବ।  ପଢିବା, ପଢେଇବା ବା ଅଧ୍ୟାପନା ମାମଲାରେ ଆଗକୁ ଗତି କରିବେ। ଛାତ୍ର-ଛାତ୍ରୀମାନେ ପରୀକ୍ଷା ପ୍ରତିଯୋଗିତା, ଓ ସାକ୍ଷାତ୍କାରରେ ସନ୍ତୁଷ୍ଟ ହେବେ। ବ୍ୟବସାୟରେ ବନ୍ଧୁମାନେ ବିଶ୍ୱାସ ଘାତକତା କରି ପାରନ୍ତି। କଥାବାର୍ତ୍ତାରେ ନିୟନ୍ତ୍ରଣ ନ ରହିଲେ ବିପଦର ସମ୍ମୁଖୀନ ହେବେ।

୮-ବିଚ୍ଛା

ଚାକିରି କ୍ଷେତ୍ରରେ ଉପରିସ୍ଥ ଅଧିକାରୀଙ୍କ ସାହାଯ୍ୟ ସହଯୋଗ ପାଇବେ। ସ୍ୱାସ୍ଥ୍ୟରେ ପରିବର୍ତ୍ତନ ଦେଖାଦେବ। ବ୍ୟବସାୟିକ ପ୍ରତିଦ୍ୱନ୍ଦ୍ୱିତାରେ ସଫଳ ହେବେ ଓ ସାହାଯ୍ୟ ସହଯୋଗ ମିଳିବ। ଶତ୍ରୁମାନଙ୍କ ଉପରେ ନଜର ରଖିଲେ ପରାଜୟ କରି ପାରିବେ। ପାରିବାରିକ ସମସ୍ୟା ସତ୍ତ୍ୱେ ଶାନ୍ତି ବିରାଜମାନ କରିବ। ରାଜନୀତି କ୍ଷେତ୍ରରେ ଭଲଭାବରେ ଚିନ୍ତା କରି କାମରେ ଆଗେଇ ଚାଲନ୍ତୁ କୌଣସି ଅସୁବିଧାର ସମ୍ମୁଖୀନ ହେବେ ନାହିଁ। ଶିକ୍ଷା ଓ ପ୍ରତିଦ୍ୱନ୍ଦିତା କ୍ଷେତ୍ରରେ ବିଜୟୀ ହେବେ।

୯-ଧନୁ

ସାସାଜିକ ପ୍ରତିଷ୍ଠା ଓ ମାନ-ସମ୍ମାନ ବୃଦ୍ଧି ହେବ। ବ୍ୟବସାୟରେ  ଉନ୍ନତି ଫଳରେ ଅଶାତୀତ ଲାଭବାନ୍ ହେବେ। ଆର୍ଥିକ ସ୍ଥିତି ସୁଦୃଢ଼ ହେବ, ଋଣ ପରିଶୋଧ କରିବାର ସୁଯୋଗ ପାଇବେ। କର୍ମଜୀବିମାନେ  ସହକର୍ମୀ ମାନଙ୍କଠାରୁ ସାହାଯ୍ୟ ଓ  ସହଯୋଗ ପାଇବେ। ପରୀକ୍ଷା ପ୍ରତିଯୋଗିତା, ଓ ସାକ୍ଷାତ୍କାରରେ ବିଜୟୀହେବେ। ଯେ କୌଣସି କାର୍ଯ୍ୟରେ ହାତ ଦେଲେ ସଫଳତା ମିଳିବ। ଏମିତି କାର୍ଯ୍ୟ ଆଜି କରିବେ ଯାହାକି ଭବିଷ୍ୟତ ଆକାଂକ୍ଷାକୁ ପୂର୍ଣ୍ଣ କରିବ।

୧୦-ମକର

ବନ୍ଧୁ, ମିତ୍ର ଓ ସହକର୍ମୀ ମାନଙ୍କ ଦ୍ଵାରା ଲାଭବାନ ହେବେ। ବ୍ୟବସାରେ ଉନ୍ନତି ହେବ। କାର୍ଯ୍ୟକ୍ଷେତ୍ରରେ ସଫଳତା ପାଇବେ। ଆଶା ଆକାଂକ୍ଷା ଓ ମହତ୍ୱାକାଂକ୍ଷା ପୂର୍ଣ୍ଣହେବ। ସହକର୍ମୀଙ୍କ ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ନୂତନପନ୍ଥା ଅନୁସରଣ କରିବେ। ସୁଖ ସମୃଦ୍ଧି ବୃଦ୍ଧି  ଓ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ। ବାଦବିବାଦ, ମାଲିମୋକଦ୍ଦମା, ଖେଳ, କୁଦ, ପ୍ରତିଯୋଗିତାରେ ଓ ବିଦ୍ୟା କ୍ଷେତ୍ରରେ ପ୍ରଶଂସା ପାଇବେ।

୧୧-କୁମ୍ଭ

ବ୍ୟବସାୟରେ ଉନ୍ନତି ହେବା ସହ ଲାଭବାନ ହେବେ। ହରାଇଥିବା ଧନ ପ୍ରାପ୍ତି ହେବ। ସରକାରୀ କର୍ମଚାରୀମାନେ କର୍ମ କ୍ଷେତ୍ରରେ ପ୍ରଶଂସିତ ହେବେ। ଧାର୍ମିକ କାର୍ଯ୍ୟରେ ଯୋଗଦେଇ ସାମାଜିକ ପ୍ରତିଷ୍ଠା ଓ ମାନ-ସମ୍ମାନ ବଜାୟ ରଖିବେ। ପ୍ରେମିକ-ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳତା ପାଇବେ। ଛାତ୍ର-ଛାତ୍ରୀମାନେ ପାଠ ପଢ଼ାରେ ମନଯୋଗ ଦେବେ। ବାଦବିବାଦ, ମାଲିମୋକଦ୍ଦମା, ଖେଳ, କୁଦ, ପ୍ରତିଯୋଗିତାରେ ଓ ବିଦ୍ୟା କ୍ଷେତ୍ରରେ ପ୍ରଶଂସା ପାଇବେ।

୧୨-ମୀନ

ସାମାଜିକ ପ୍ରତିଷ୍ଠା, ମାନ-ସମ୍ମାନ ବୃଦ୍ଧିହେବ। ପୁରାତନ ରୋଗର ଉପଶମ ହେବ। ବାଦବିବାଦ, ମାଲିମୋକଦ୍ଦମା, ଖେଳ, କୁଦ, ପ୍ରତିଯୋଗିତାରେ ଓ ବିଦ୍ୟା କ୍ଷେତ୍ରରେ ପ୍ରଶଂସା ପାଇବେ। କର୍ମକ୍ଷେତ୍ରରେ କାର୍ଯ୍ୟର ଦାୟିତ୍ଵ  ବଢିବା ଫଳରେ ସ୍ୱାସ୍ଥ୍ୟଗତ ସମସ୍ୟାର ସମ୍ମୁଖୀନ ହେବେ। ବ୍ୟବସାୟରେ ଆର୍ଥିକସ୍ଥିତିରେ ସୁଧାର ଆସିବ। ଉତ୍ତମ ରୋଜଗାର ହେଲେ ମଧ୍ୟ ଆୟ ତୁଳନାରେ ବ୍ୟୟ ଅଧିକ ହେବ। ପିଲାମାନଙ୍କ ଉନ୍ନତି ପାଇଁ ବ୍ୟସ୍ତ ବିବ୍ରତ ହେବେ।