ଆଜିର ରାଶିଫଳ, 8 ଡିସେମ୍ବର 2018 ଶନିବାର – ଏହି 5ଟି ରାଶିକୁ ମିଳିବ ଶୁଭ ଫଳ

ମେଷ:-

ପାରିବାରିକ କ୍ଷେତ୍ରରେ ଅଧୁରା କାର୍ଯ୍ୟ ପୂରଣ ହେବ । ଆମୋଦ ପ୍ରମୋଦ, ମନୋରଞ୍ଜନ, ଦୀର୍ଘଯାତ୍ରା, ଓ ଛୋଟ ବଡ ମିଟିଙ୍ଗୀରେ ଯୋଗ ଦେଇ ପାରନ୍ତି । ଉପରିସ୍ଥ ଅଧିକାରୀଙ୍କ ଠାରୁ ଅପମାନିତ ହେବେ । ସନ୍ତାନମାନଙ୍କ ପାଇଁ ଚିନ୍ତିତ ରହିବେ । ଧାର୍ମିକ କାର୍ଯ୍ୟରେ ବାଧା, ଦାମ୍ପତ୍ୟ କଳହ, କେତେକ କ୍ଷେତ୍ରରେ ଲଜ୍ଜା ଅପମାନ ସହ୍ୟ କରିବାକୁ ପଡ଼ିବ । ଶାରିରୀକ ଅସୁସ୍ଥତା ସହ ମାନସିକ ଅଶାନ୍ତି ଦେଖାଦେବ । କର୍ମ କ୍ଷେତ୍ରରେ ମତାନ୍ତର ଦେଖାଦେଇ ପାରେ । ବ୍ୟବସାୟରେ ଉଧାର ଦେଲେ ଫେରି ପାଇବା କଷ୍ଟହେବ । ପ୍ରତିକାର– ଗାଈକୁ କିଛି ଖାଇବାକୁ ଦିଅନ୍ତୁ ।

ବୃଷ:-

କର୍ମ କ୍ଷେତ୍ରରେ ବରିଷ୍ଠ ବ୍ୟକ୍ତି ଓ ସହଯୋଗୀ ମାନଙ୍କର ସାହାଯ୍ୟ ସହଯୋଗ ମିଳିବ । ବ୍ୟବସାୟ କ୍ଷେତ୍ରରେ ଉନ୍ନତି ଓ ଅଧିକ ଲାଭ ମିଳିପାରେ । ବନ୍ଧୁମିତ୍ରଙ୍କ ସହିତ ସମୟ ବିତେଇବେ । ପାରିବାରିକ ସମସ୍ୟା ନିଜର ବୁଦ୍ଧି, ବିବେକ ଖଟାଇ ସମାଧାନ କରିପାରିବେ । ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମକଦ୍ଦମା ଓ ସାକ୍ଷାତକାରରେ ବିଜୟୀ ହେବେ । ମନରେଥିବା କାମନା ପୂର୍ଣ୍ଣ ହେବ । ନୂତନ ଜ୍ଞାନର ବୃଦ୍ଧି ହେବ । ଶୁଭ ସମାଚାର ମିଳିପାରେ । ପ୍ରତିକାର:- ଅସହାୟା ମାନଙ୍କୁ ସାହାଜ୍ୟ କରନ୍ତୁ ।

ମିଥୁନ:-

ଆର୍ଥିକ ଉନ୍ନତି ଫଳରେ ଚିନ୍ତା କରିଥିବା କାର୍ଯ୍ୟ ଠିକ୍ ସମୟରେ ପୂରଣ ହୋଇପାରିବ । ନୂଆ ଚାକିରୀ ହେବାର ଅଫର୍ ମିଳିବ । ଶାରୀରିକ କଷ୍ଟ ଦୂର ହେବ । ବ୍ୟବସାୟରେ ଆଶାତୀତ ଲାଭକରି କିଛି ନୂତନ ପଦାର୍ଥ ସଂଗ୍ରହ ବା ବ୍ୟାଙ୍କବାଲାନ୍ସ ବୃଦ୍ଧି ହେବ । ସମସ୍ତ କ୍ଷେତ୍ରରେ ଖୁସି ମିଳିବ । ସାମୁହିକ ପ୍ରୟାସ ଓ ସହଯୋଗ ଦ୍ଵାରା ଆଗକୁ ବଢିବା ସମ୍ଭବ ହେବ । ପ୍ରତିକାର– ଆରାଧ୍ୟାଦେବୀଙ୍କୁ ଭୋଗ ଲଗେଇ ପିଲାଙ୍କୁ ବାଣ୍ଟିବେ ।

କର୍କଟ:-

ପୁରୁଣା ନିବେଶ ଲାଭ ଦେବ । ଆର୍ଥିକସ୍ଥିତି ସୁଧୁରି ଯିବା ଫଳରେ ଯଶ ପ୍ରତିଷ୍ଠା ମିଳିବ । ପ୍ରପର୍ଟୀ ସମ୍ବନ୍ଧିୟ ମାମଲା କାହାର ମଧ୍ୟସ୍ଥତା ଦ୍ଵାରା ଦୂର ହେବ । ପ୍ରେମୀ-ପ୍ରେମିକାଙ୍କ ସାମଞ୍ଜସ୍ୟ ବୃଦ୍ଧି ହେବ । ସ୍ଵାସ୍ଥ୍ୟର କିଛି ପରିବର୍ତ୍ତନ ଘଟିବ । ସମସ୍ତ ଫଇସଲା ଓ ନିର୍ଣ୍ଣୟ ବୁଦ୍ଧିମତାରେ ପରିପୂର୍ଣ୍ଣ ହେବ । ଅଟକିଥିବା କାର୍ଯ୍ୟ ପୂରଣ ହେବ । ପ୍ରତିଯୋଗୀତା ପରୀକ୍ଷାରେ ଉତ୍ତୀର୍ଣ୍ଣ ହେବେ । କଠିନ କାର୍ଯ୍ୟ ସହଜରେ ସମାଧାନ କରିବେ । ପ୍ରତିକାର– କୁକୁରକୁ ଖାଇବାକୁ ଦିଅନ୍ତୁ ।

ସିଂହ:-

ବନ୍ଧୁମିତ୍ରଙ୍କ ଆଗମନ ହେବ ଓ ବନ୍ଧୁଙ୍କର କୌଣସି ମହତ୍ଵପୂର୍ଣ୍ଣ କାମ ଆପଣଙ୍କ ଦ୍ଵାରା ହୋଇପାରେ । ସ୍ଵାସ୍ଥ୍ୟକ୍ଷେତ୍ରରେ ପରିବର୍ତ୍ତନ ଆସିବ । କୌଣସି କାମରେ ବିଶେଷ ଜ୍ଞାନ ହାସିଲ କରିବେ । ଧର୍ମ-କର୍ମରେ ରୁଚି ବୃଦ୍ଧି ହେବ । କୌଣସି ଶୁଭକାର୍ଯ୍ୟ କରିବାକୁ ଆୟୋଜନ ମଧ୍ୟ କରିବେ । ସ୍ୱାସ୍ଥ୍ୟସମସ୍ୟା ଦୂର ହୋଇଯିବ । ନୂଆଲକ୍ଷ ପୂରଣ କରିବା ପାଇଁ ସମୟ ନିର୍ଦ୍ଧାରଣ କରିବେ । ସନ୍ତାନର ଖୁସି ଓ ସୁରକ୍ଷିତ ଅନୁଭବ କରିବେ । ପ୍ରତିକାର–ମାଗଣାରେ କୌଣସି ଦ୍ରବ୍ୟ ଗ୍ରହଣ କରନ୍ତୁ ନାହିଁ ।

କନ୍ୟା:-

ଅଧ୍ୟାପନା ମାମଲାରେ ଆଗକୁ ଗତି କରିବେ । ନିଜ ଲୋକ ମନମୋଟିଆ ହେବେ । ନିଜର କାମକୁ ପଛରେ ପକାଇ ଅନ୍ୟଦ୍ଵାରା ପ୍ରଭାବିତ ହୋଇ କୌଣସି ଭୁଲ୍ କାମ କରିବେ । ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ବିପଦରେ ପକାଇବ । ଭବିଷ୍ୟତରେ ମିଳିବାକୁ ଥିବା ସମସ୍ତ ସଫଳତାରେ ବାଧାସୃଷ୍ଟି ହୋଇପାରେ । ସନ୍ତାନଙ୍କ ସମ୍ବନ୍ଧିତ କୌଣସି ମହତ୍ଵପୂର୍ଣ୍ଣ କାମ ହୋଇପାରେ । ଶତୃମାନେ ସତଚେଷ୍ଟା କଲେ ମଧ୍ୟ କୌଣସି କ୍ଷତି କରିପାରିବେ ନାହିଁ । ଅଳ୍ପକେ ଦୁର୍ଘଟଣାରୁ ରକ୍ଷା ପାଇବେ । ପ୍ରତିକାର:- ଅସହାୟା ମାନଙ୍କୁ ସାହାଜ୍ୟ କରନ୍ତୁ ।

ତୁଳା:-

କର୍ମଜୀବୀମାନେ ସହକର୍ମୀମାନଙ୍କଠାରୁ ସାହାଯ୍ୟ ଓ ସହଯୋଗ ପାଇବେ । ନୂତନ କର୍ମ ନିଯୁକ୍ତି ପାଇଁ ପ୍ରତିଯୋଗିତା ପରୀକ୍ଷାରେ ଓ ସାକ୍ଷାତକାରରେ ଉତ୍ତିର୍ଣ୍ଣ ହେବେ । ପ୍ରିୟଜନମାନଙ୍କୁ ଆର୍ଥିକ ଓ ଭାବନାତ୍ମକ ସାହାଯ୍ୟ କରିବେ । ଅନ୍ୟର ଦୁଃଖ ଦୁର୍ଦଶା ଦୂର କରିବାକୁ ପ୍ରୟାସରତ ହେବେ । ସମ୍ପତ୍ତି ସମ୍ବନ୍ଧିୟ ମାମଲାରେ ଜୟ ହେବ । ଗୁରୁଜନ ଓ ବୃଦ୍ଧଜନଙ୍କ ସେବା କଲେ ଅନେକ ଆଶୀର୍ବାଦ ପାଇବେ । ପ୍ରେମୀ-ପ୍ରେମିକାଙ୍କ ଉନ୍ନତି ପାଇଁ ପ୍ରୟାସରତ ହେବେ । ପ୍ରତିକାର– ମସୁରଡାଲି ଧର୍ମସ୍ଥାନରେ ଦେବେ ।

ବିଛା:-

ଋଣ ପରିଶୋଧ କରିବାର ସୁଯୋଗ ପାଇବେ । ସମସ୍ତ କ୍ଷେତ୍ରରେ ସଫଳତା ମିଳିବ । ସ୍ଵାସ୍ଥ୍ୟରେ ପରିବର୍ତ୍ତନ ଅନୁଭବ କରିବେ । ବ୍ୟାପାର ଓ କାମ-କାର୍ଯ୍ୟର ସ୍ଥିତି ବହୁତ ସନ୍ତୋଷଜନକ ହେବ । ସେୟାର ବଜାରରେ ମୁନାଫା ମିଳିବ । ପତ୍ନୀଙ୍କ ସେବା ଓ ସହଯୋଗରେ ଆଗକୁ ବଢିପାରିବେ । ବରିଷ୍ଠ ବ୍ୟକ୍ତିଙ୍କ ସହ ସୁସମ୍ପର୍କସ୍ଥାପିତ ହେବ । ଜାଗା, ଜମି, ବାସଗୃହ ଓ ଯାନବାହାନ କ୍ରୟ କରିବାର ସୁବିଧା ପାଇବେ । ପ୍ରତିକାର– ଶଣ୍ଢକୁ କିଛି ଖାଇବାକୁ ଦିଅନ୍ତୁ ।

ଧନୁ:-

କର୍ମ କ୍ଷେତ୍ରରେ ସହଯୋଗୀମାନଙ୍କ ଯୋଗୁଁ ଉତ୍ତମ କାର୍ଯ୍ୟ କରି ପଦୋନ୍ନତି ପାଇବେ । ବ୍ୟବସାୟରେ ପୁଞ୍ଜି ନିବେଶ ପାଇଁ ଆଶା କରିବେ । ନୂତନ ବନ୍ଧୁଙ୍କ ସହିତ ଭେଟ ହେବା ଫଳରେ ଅଟକିଥିବା କାର୍ଯ୍ୟ ସମ୍ପନ୍ନ ହେବ । ସ୍ୱାସ୍ଥ୍ୟ କିମ୍ବା ଆଇନ୍ ଅଦାଲତ୍ ସମ୍ପର୍କୀୟ ଦୁଶ୍ଚିନ୍ତା ଦୂରହେବ । ନୂଆ ସମସ୍ୟାର ସମ୍ମୁଖୀନ ହୋଇ ପାରନ୍ତି । ଆକସ୍ମିକ ଦୁର୍ଘଟଣା, ଶଲ୍ୟ ଚିକିତ୍ସା ଓ ଶତୃମାନେ ଷଡଯନ୍ତ୍ର କରି କ୍ଷତି କରିବେ । ଦୁଃଖୀ ଲୋକଙ୍କୁ ସାହାରାହେବେ । ପ୍ରତିକାର– ମୁଗଡାଲି ଧର୍ମସ୍ଥାନରେ ଦେବେ ।

ମକର:-

ଚାକିରୀରେ ମହତ୍ଵପୂର୍ଣ୍ଣ ସମାଚାର ଶୁଣିବେ । ବ୍ୟବସାୟ ସମ୍ବନ୍ଧୀୟ ଜରୁରୀ କାର୍ଯ୍ୟ ପାଇଁ ଯାତ୍ରା କରିବାକୁ ପଡିବ । ନୂତନ ବନ୍ଧୁ ମିତ୍ରଙ୍କ ମିଳନ ହେବ । ପ୍ରେମ-ପ୍ରସଙ୍ଗରେ ମଧ୍ୟ ସଫଳତା ମିଳିବ । ଅଧା-ଅଧୁରାଥିବା କାର୍ଯ୍ୟ ପୂରଣ ହୋଇଯିବ । ନିଜର ଚତୁରତା ଓ ବିବେକ ହେତୁ ସମସ୍ତ ବିପରୀତ ପରିସ୍ଥିତିର ସାମ୍ନା କରିପାରିବେ । ବାଦ-ବିବାଦ, ପ୍ରତିଯୋଗୀତା-ପରୀକ୍ଷା, ଓ ମାଲିମୋକଦ୍ଦମାର ସମାଧାନ ହେବ । ଜନସେବାରେ ନିଜକୁ ନିୟୋଜିତ କରିବେ । ପ୍ରତିକାର– କେଶର ହଳଦୀ ଚନ୍ଦନ ମସ୍ତକରେ ଧାରଣ କରନ୍ତୁ ।

କୁମ୍ଭ:-

ସାମୁହିକ ପ୍ରୟାସ ଓ ସହଯୋଗ ଦ୍ଵାରା ଆଗକୁ ବଢିପାରିବେ । ପରିବାର ସମ୍ବନ୍ଧିତ ବା କୌଣସି ବନ୍ଧୁଙ୍କ ଦ୍ଵାରା ଶୁଭ ସମାଚାର ଶୁଣିବେ । କମିଶନ ସମ୍ବନ୍ଧିତ କାର୍ଯ୍ୟରେ ଲାଭ ମିଳିବ । ଶତ୍ରୁ ବା ବିରୋଧୀ କିଛି କ୍ଷତି କରିପାରିବେ ନାହିଁ । ସନ୍ତାନର ସୁ-ଖବର ଶୁଣି ଖୁସି ହେବେ । ନିଜର ଚତୁରତା ଓ ପତିଆରା ଯୋଗେ ବିପରୀତ ପରିସ୍ଥିତିକୁ ନିଜ ସପକ୍ଷକୁ ଆଣି ପାରିବେ । ସ୍ୱାସ୍ଥ୍ୟସମସ୍ୟା ସୁଧୁରିଯିବ । ପ୍ରତିକାର– ଘରୁ ବହାରରିବା ସମୟରେ ମୁହଁ ମିଠା କରି ବାହାରନ୍ତୁ ।

ମୀନ:-

ବାଣିଜ୍ୟ, ନିର୍ମାଣ ଓ ପରିବହନ କ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ । ବନ୍ଧୁଙ୍କ ନିମନ୍ତ୍ରଣ ପାଇ ଦୂରଯାତ୍ରା କରିବାକୁ ବାଧ୍ୟ ହେବେ । ସବୁ ଭଲଥିଲେ ମଧ୍ୟ ସ୍ୱାସ୍ଥ୍ୟ ସମସ୍ୟା ଦେଖାଦେବ । ତୀର୍ଥାଟନ କରି ଯାତ୍ରା କାଳରେ ଯନ୍ତ୍ରଣା ଭୋଗିବେ । କ୍ରୋଧ ନିୟନ୍ତ୍ରଣ ନ ରଖିଲେ ଅନେକ କ୍ଷତି ହେବ । କୌଣସି ଗୁରୁତ୍ଵପୂର୍ଣ୍ଣ କର୍ମ ନେଇ ଆର୍ଥିକ ଅନାଟନ ମଧ୍ୟରେ ନିଜକୁ ଅଣନିଃଶ୍ଵାସୀ ମନେ କରିବେ । ଜନ ସେବାରେ ନିଜକୁ ନିୟୋଜିତ କରିବେ । ପ୍ରତିକାର- ଗାଈକୁ କିଛି ଖାଇବାକୁ ଦିଅନ୍ତୁ ।