ଆଜିର ରାଶିଫଳ, 8 ସେପ୍ଟେମ୍ବର 2019 ରବିବାର, ମା ଲକ୍ଷ୍ମୀ ଙ୍କ କୃପା ବରଷିବ ଏହି ୩ଟି ରାଶି ଉପରେ

ମେଷ:-

ରାଜନୀତି କ୍ଷେତ୍ରରେ ସାଧାରଣ ଲୋକ ସମ୍ପର୍କକୁ ଅତିକ୍ରମ କରିବା ଲକ୍ଷ୍ୟରେ ଭୋଗମାର୍ଗୀ ହୋଇ ନିଜକୁ ପ୍ରତିଷ୍ଠିତ କରିପାରିବେ । ବ୍ୟକ୍ତିତ୍ଵ ଓ ପ୍ରତିଭା ବଳରେ ଲୋକପ୍ରିୟତା ଅର୍ଜ୍ଜନ, ଧନସମ୍ପଦରେ ଅଭିବୃଦ୍ଧି ତଥା ବୈଷୟିକ ପ୍ରାଚୁର୍ଜ୍ୟପ୍ରାପ୍ତି ହେବ । ବ୍ୟବସାୟରେ କର୍ତ୍ତୁତ୍ଵ ଜାରି ରଖି ଶ୍ରମିକ ଓ କର୍ମଚାରୀଙ୍କୁ ପ୍ରଭାବିତ କରିବା ଫଳରେ, ପ୍ରଗତିର ବେଗ ତ୍ଵରାନ୍ୱିତ ହେବ । ଛାତ୍ରଛାତ୍ରୀମାନେ ପ୍ରତିଯୋଗିତା ମୂଳକ କାର୍ଯ୍ୟରେ କୃତିତ୍ଵ ଲାଭ କରିବେ ଓ ଉଚ୍ଚଶିକ୍ଷା ପ୍ରଚେଷ୍ଟାରେ ସାଫଲ୍ୟ ପ୍ରାପ୍ତି ହେବ । ବହୁ ଲୋକଙ୍କର ପ୍ରଶଂସା ପାଇବା ଫଳରେ ଶତୃପକ୍ଷ ଦୁର୍ବଳ ହେବେ । ପ୍ରତିକାର- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

ବୃଷ:-

ଛାତ୍ରଛାତ୍ରୀମାନଙ୍କର ଶିକ୍ଷକ ଓ ସହପାଠୀମାନଙ୍କ ମଧ୍ୟରେ ସମନ୍ଵୟ ରହି ବନ୍ଧୁତ୍ଵ ବୃଦ୍ଧି ପାଇବ । ଉଦ୍ୟମ ବଳରେ ସିଦ୍ଧିପ୍ରାପ୍ତି ଓ ଉଚ୍ଚସ୍ଥାନ ସଂପୃକ୍ତି ଭଳି ସୁଖ-ସୌଭାଗ୍ୟ ତଥା ଯଶ-ପ୍ରସିଦ୍ଧ ଆଶା କରି ହେବ । ଉଚିତ୍ ପରାମର୍ଶ ପାଇ ହରେଇଥିବା ଦ୍ରବ୍ୟ ଫେରି ପାଇବେ । ଆଶା ଓ ଉର୍ଜା ଦ୍ଵାରା ଯେକୌଣସି ପ୍ରତିଯୋଗୀତାକୁ ସ୍ଵୀକାର କରିବା ପାଇଁ ପ୍ରସ୍ତୁତ ରହିବେ । ଯେଉଁ ଜିନିଷ ପାଇବା ପାଇଁ ଚିନ୍ତା କରୁଥିଲେ ତାହା ନିଶ୍ଚିତ ଭାବେ ପାଇବେ । ଆପଣଙ୍କୁ ମାନସିକ ଶାନ୍ତି ମିଳିବ ଓ ଧାନ ପ୍ରାପ୍ତି ହେବ । ବାଣିଜ୍ୟ ବ୍ୟାପାର ମାମଲାରେ ଦୂରସ୍ଥାନକୁ ଯିବାକୁ ପଡିବ । ପ୍ରତିକାର-ମାଦକଦ୍ରବ୍ୟଠାରୁ ଦୂରେଇ ରୁହନ୍ତୁ ।

ମିଥୁନ:-

ମାନସିକ କ୍ଷମତା ଓ ଶାରୀରିକ କାର୍ଯ୍ୟ କ୍ଷମତାରେ ବୃଦ୍ଧି ହେବ । ମିତ୍ରମାନଙ୍କ ସହ ସୁସମ୍ପର୍କ ରହିବା ଫଳରେ ଅନେକ କାର୍ଯ୍ୟରେ ସଫଳ ହେବେ । ବିଦ୍ୟାରେ ଉନ୍ନତି ହେବ । ସ୍ୱାସ୍ଥ୍ୟ ଦୃଷ୍ଟିକୋଣରେ ସୁଧାର ଆସିବ । ଅଧ୍ୟୟନ, ଅଧ୍ୟାପନ, ଓ ଅନୁସନ୍ଧାନପରି କାର୍ଯ୍ୟରେ ସଫଳତା ଅର୍ଜନ କରି ଆନନ୍ଦିତ ହେବେ । ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହେବ । ପ୍ରତିଷ୍ଠା ପ୍ରଟିପତ୍ତି, ମାନସମ୍ମାନ ଓ କ୍ଷାତି ବଢି ଚାଲିବ । ପ୍ରତ୍ୟେକ କ୍ଷେତ୍ରରେ ହାତ ବଢାଇଲେ ମଧ୍ୟ ସଫଳତା ପ୍ରାପ୍ତ ହେବ । ଘର ପରିବାରସ୍ଥିତି ଭଲ ରହିବ । କୌଣସି ଶୁଭ ସମାଚାର ଶୁଣିବାକୁ ମିଳିବ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

କର୍କଟ:-

ବ୍ୟବସାୟ କ୍ଷେତ୍ରରେ ପ୍ରତିଦ୍ୱନ୍ଦିତା ଲାଗି ରହିଲେ ବି ଆଶାତୀତ ଲାଭ ପାଇବେ । ହାସ-ପରିହାସ ଓ ମନୋରଞ୍ଜନରେ ସମୟ ବ୍ୟତୀତ ହେଲେ ମଧ୍ୟ ଆୟ ବୃଦ୍ଧି ହେବ ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହେବା ଫଳରେ ବୁଦ୍ଧିମତା କାରଣରୁ ପ୍ରଚୁର ଅର୍ଥ ଲାଭ ହେବ । ଅଫିସରେ ଅଟକି ରହିଥିବା କାମ ଗୁଡିକ ସୁରୁଖୁରୁରେ ସମ୍ପନ୍ନ ହେବ । କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ କୃତକାର୍ଯ୍ୟ ହେବେ । ବାଦବିବାଦ, ମାଲିମୋକଦ୍ଦମା, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ଯଶସ୍ୱୀ ହେବେ । ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ପ୍ରତିକାର-ମାଦକଦ୍ରବ୍ୟଠାରୁ ଦୂରେଇ ରୁହନ୍ତୁ ।

ସିଂହ:-

ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାକୁ ନେଇ ମନସନ୍ତୁଷ୍ଟ ରହିବ । ଜମିଜମା ସଙ୍କ୍ରାନ୍ତିୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ । କର୍ମକ୍ଷେତ୍ରରେ ଅନେକ ଦିନର ଅଭିଳାଷ ପୂର୍ଣ୍ଣ ହେବ । ଉଚ୍ଚ ଶିକ୍ଷା ହାସିଲ କରିବା ପାଇଁ ପ୍ରୟାସରତ ରହିବେ । ମାଲିମୋକଦ୍ଦମା ସ୍ଥିତି ଆପଣଙ୍କ ସପକ୍ଷରେ ରହିବ । ମିତ୍ରମାନେ ପରାମର୍ଶ ଦେଇ କିଛି ସମସ୍ୟାମୂଳକ କାମପ୍ରତି ପ୍ରଲୋଭିତ କରିବେ । ସମ୍ପର୍କୀୟଙ୍କ ଶୁଭ ସୂଚନା ଶୁଣି ଖୁସି ହେବେ । ଅଫିସରେ ବନ୍ଧୁଙ୍କ ସାହାଯ୍ୟ ଏବଂ ଅବଦାନ ଅବିସ୍ମରଣୀୟ ରହିବ । ଆଶା ଓ ଦୃଢ ସଂକଳ୍ପ ଦ୍ଵାରା କ୍ଷମତା ହାସିଲ କରିବେ । ମିତ୍ର ଓ ପ୍ରିୟଜନମାନେ ଖୁସିର ସନ୍ଦେଶ ଅର୍ପଣ କରିବେ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

କନ୍ୟା:-

ନୂତନ ଗୃହୋପକାରଣ ଦ୍ରବ୍ୟ କ୍ରୟ କରିବେ । ବ୍ୟବସାୟୀମାନେ ନୂତନ ବାଣିଜ୍ୟର ପରିକଳ୍ପନା କରିବେ ଓ ବାଣିଜ୍ୟ ବ୍ୟବସାୟ, ପରିବହନରେ ଆଶାଜନକ ସଫଳତା ହାସଲ କରିବେ । ଆର୍ଥିକସ୍ଥିତି ଭଲ ରହିବ । କର୍ମକ୍ଷେତ୍ରରେ କିଛି ଅସୁବିଧା ହେବ ନାହିଁ । ପତି ପତ୍ନୀଙ୍କ ମଧ୍ୟରେ ବୁଝାମଣା ଭଲ ରହିବ ଓ ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ । ପ୍ରଶାସନ, ପ୍ରକାଶନ, ଅଧ୍ୟୟନ ଓ ଅଧ୍ୟାପନା, ସାହିତ୍ୟ ଚର୍ଚ୍ଚା କ୍ଷେତ୍ରରୁ ଶୁଭଫଳ ମିଳିବ । ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ମିତ୍ରମାନଙ୍କ ଦ୍ଵାରା ଲାଭ ପାଇବେ । ବିଦ୍ୟାରେ ଉନ୍ନତି, କୃଷିରେ ଉନ୍ନତି, ରାଜନୀତିରେ ଉନ୍ନତି ହେବ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ତୁଳା:-

ଗୁରୁଜନଙ୍କ ଆଶୀର୍ବାଦ ପ୍ରାପ୍ତ ହେବ ତେଣୁ ତାଙ୍କପ୍ରତି ଆଦରଭାବ ଜାଗୃତ ହେବ । ବ୍ୟବସାୟ କ୍ଷେତ୍ରରେ ପରିଶ୍ରମ ବୃଦ୍ଧି ପାଇବା ଫଳରେ ଉନ୍ନତି ସୁଖ ଶାନ୍ତି ବର୍ଦ୍ଧିତ ହେବ । ମହିଳା ମାନେ କର୍ତ୍ତବ୍ୟ ନିଷ୍ଠାରୁ ଯଶପ୍ରଶଂସାର ଅଧିକାରିଣୀ ହେବେ । ନିର୍ମାଣ ଧୀନ କାର୍ଯ୍ୟ ସମ୍ପନ୍ନ ହେବ । ପରୀକ୍ଷା ପ୍ରତିଯୋଗିତାରେ ସଫଳତା ମିଳିବ । ସାଙ୍ଗସାଥିମାନେ ସାହାଯ୍ୟ କରିବେ । ଉପରିସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନ ମିଳିବ । ଆୟ ବୃଦ୍ଧି ହେବା ଫଳରେ କ୍ଳାନ୍ତି ଓ ଅବସନ୍ନତା ଜନିତ ଆଳସ୍ୟଭାବ ଦୂରେଇଯିବ । ନିକଟ ସମ୍ପର୍କୀୟଙ୍କଠାରୁ ପ୍ରଶଂସିତ ହେବେ । ପ୍ରତିକାର- ମୁହଁ ମିଠାକରି ଘରୁ ବାହାରନ୍ତୁ ।

ବିଚ୍ଛା:-

ଧର୍ମାନୁଷ୍ଠାନ ଦିଗରୁ ପ୍ରେରଣା ମିଳିବ । ଶିକ୍ଷାକ୍ଷେତ୍ରରେ ସଫଳତା ମିଳିବ । ପରୋକ୍ଷ ଶତୃଙ୍କୁ ପ୍ରତିହତ କରି ବହୁତ ଦିନରୁ ବାକି ରହିଥିବା ଟଙ୍କା ମିଳିଯିବା ଫଳରେ ଆଶା କରିଥିବା କାମଟି ସମ୍ପନ୍ନ କରିପାରିବେ । ସବୁଥିରେ ଥିଲେ ବି କେଉଁଥିରେ ନିଜର ପ୍ରତ୍ୟକ୍ଷ ସମ୍ପୃକ୍ତିକୁ ନଦର୍ଶାଇବା ଉଚିତ୍ ହେବ । ପରିବାରରେ ଅପ୍ରିତିକର ପରିସ୍ଥିତିକୁ କୌଶଳକ୍ରମେ ସମାଧାନ କରିବେ । କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତିହେବ । ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ । ବନ୍ଧୁ ଓ ମିତ୍ରଙ୍କଠାରୁ ସାହାଯ୍ୟ ସହଯୋଗମିଳିବ । ସନ୍ତାନଙ୍କ ପାଇଁ ଶୁଭସମ୍ବାଦ ପାଇବେ । ପ୍ରତିକାର- ମୁହଁ ମିଠାକରି ଘରୁ ବାହାରନ୍ତୁ ।

ଧନୁ:-

ରାଜନୀତି କ୍ଷେତ୍ରରେ ନିଜର ଲୋକମାନେ ସାହାଯ୍ୟ ସହଯୋଗର ହାତ ବଢେଇବେ । ସମସ୍ତ ଚେଷ୍ଟା ସଫଳ ହେବ । ନୂତନ କାର୍ଯ୍ୟରେ ଉନ୍ନତି ହେବା ସହ ଶାନ୍ତିପାଇବେ । ପୁରାତନ ରୋଗର ଉପଶମ ପରିଲକ୍ଷିତ ହେବ । କାରବାରର ଗତି ରୀତିରେ ପରିବର୍ତ୍ତନର ଆଶଙ୍କା ନାହିଁ । ପାରିଶ୍ରମିକ ତୁଳନାରେ ଅଧିକ ଶ୍ରମ କରିବେ ଓ ବିରୋଧିତତ୍ତ୍ଵର ମୁଖରେ ସ୍ଵାର୍ଥ-ଲାଳସା-ପୂର୍ତ୍ତିର ମଜବୁତ ତୁଣ୍ଡି ଭିଡି ଦେଇ, ଆଇନ ଶୃଙ୍ଖଳା ଶକ୍ତିକୁ ସ୍ଥାଣୁ କରିଦେଇ ପାରିବେ । ମାଲିମୋକଦ୍ଦମାରେ ନିଜ ପକ୍ଷ ସବଳ ରହିବ । ଅଏସ୍ ଆରାମ ସୁଖ-ସନ୍ତୁଷ୍ଟି ପାଇବାରେ ବାଧା କିଛି ନାହିଁ । ପ୍ରତିକାର- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

ମକର:-

ବ୍ୟବସାୟ ପାଇଁ ଦୂରଯାତ୍ରାର ସୁଯୋଗ ପାଇ ସଫଳତା ଅର୍ଜନ କରିବେ । କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତି ହେବ । ଆର୍ଥିକ କ୍ଷେତ୍ରରେ ଉନ୍ନତିହେବ । ଶିଳ୍ପ, ବାଣିଜ୍ୟ ଓ ବ୍ୟବସାୟରେ ବିଭିନ୍ନ ପ୍ରକାରର ସମସ୍ୟା ସମାଧାନ ହେବ । କ୍ରୀଡ଼ାବିଦ୍ ମାନେ ପ୍ରଶଂସିତ ହେବେ । ସ୍ୱାସ୍ଥ୍ୟ, ପରିବାର, କର୍ମକ୍ଷେତ୍ର, ସତସଙ୍ଗ ଓ ମନୋରଞ୍ଜନ ପାଇଁ ସମୟ ଅନୁକୂଳ ରହିବ । ବନ୍ଧୁଙ୍କୁ ଦେଇଥିବା ପ୍ରତିସୂତି ରକ୍ଷାକରିବା ଫଳରେ ମନ ଭଲ ରହିବ । ନିଜର ପ୍ରତ୍ୟୁତ୍ମନମତିତା କାରଣରୁ ଖୁସି ଗପ ଓ ମଉଜ ମଜଲିସ୍ କରିବେ । କର୍ମ କ୍ଷେତ୍ରରେ ଗଠନମୂଳକ ପ୍ରସ୍ତାବ ଦେଇ ପ୍ରଶଂସିତ ହେବେ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

କୁମ୍ଭ:-

ଧନ, ଧାନ୍ୟ, ଐଶ୍ଚର୍ଯ୍ୟ, ମାନସମ୍ମାନ ତଥା ପରାକ୍ରମର ବୃଦ୍ଧି ହେବ । କଚେରୀ ମାମଲାର ଶୁଣାଣି ନିଜ ସପକ୍ଷରେ ଯିବ । ପରିବାର କଥା ଚିନ୍ତା କରି ମନରେ ସନ୍ତୋଷ ଦେଖାଦେବ । ବ୍ୟବସାୟ ଦିଗରୁ ପ୍ରାୟତଃ ଅନୁକୂଳ ରହିବା ଫଳରେ ଆଶାତୀତ ଲାଭ ପାଇବାର ରାସ୍ତା ପରିସ୍କାର ହୋଇଯିବ । ପୂର୍ବରୁ ଲାଗିରହିଥିବା ଅଫିସରେ ଟେନସନ୍ ଦୂର ହୋଇ ସୁସମ୍ବାଦ ପ୍ରାପ୍ତି ହେବ । ପାରିବାରିକ ସମସ୍ୟା ସହଜ ସରଳରେ ସମାଧାନ ହୋଇଯିବା ଫଳରେ ମନ ଶାନ୍ତିହେବ । ହାତ ପାହାନ୍ତାରେ ଥିବା ସୁଯୋଗ ଆପେ ଆପେ ଆସିଯିବ । ଉଚ୍ଚଶିକ୍ଷା ପାଇଁ ବିଦେଶଯାତ୍ରା କରିପାରିବେ । ପ୍ରତିକାର-ମାଦକଦ୍ରବ୍ୟଠାରୁ ଦୂରେଇ ରୁହନ୍ତୁ ।

ମୀନ:-

ବ୍ୟବସାୟ ପାଇଁ ଯୋଗାଯୋଗ କରିଥିବା କ୍ଷେତ୍ରରୁ ଡାକରା ପାଇ ଯାତ୍ରା କରିବାକୁ ବାଧ୍ୟ ହେବେ । ରାଜନୀତି, ଅଧ୍ୟୟନ ଓ ଅଧ୍ୟାପନା ତଥା ସାମାଜିକ କ୍ଷେତ୍ରରେ ପ୍ରତିଷ୍ଠା ବଢିବ । କଳା ଓ ସଙ୍ଗୀତରେ ସୁନାମ ଅର୍ଜନ କରିବେ । କର୍ମକ୍ଷେତ୍ରରେ ସମସ୍ୟା ଦେଖାଦେଲେ ମଧ୍ୟ ସଫଳତା ହାସଲ କରିବେ । ଦୂରେଇ ଯାଇଥିବା ବନ୍ଧୁମାନେ ପୁଣି ନିକଟବର୍ତ୍ତୀ ହେବେ । ବନ୍ଧୁଙ୍କ ପ୍ରତିଶ୍ରୁତି ପାଇ ଆଶ୍ଵସ୍ତି ଅନୁଭବ କରିବେ । ମନୋକାମନା ପୂରଣ ହୋଇ ଲାଭର ମାର୍ଗ ପ୍ରଶସ୍ଥ ହେବ । ସାମ୍ବାଦିକତାରୁ ଲାଭ ଓ ଶୁଭ ସମାଚାର ମିଳିବ । ପରୀକ୍ଷା ଓ ସାକ୍ଷାତ କାରରେ ସଫଳତା ମିଳିବ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।