ଆଜିର ରାଶିଫଳ, 9 ଅକ୍ଟୋବର 2019 ବୁଧବାର, ଏହି ୫ଟି ରାଶିଙ୍କର ଦିନଟି ଅତି ଉତ୍ତମ ରହିବ

୧-ମେଷ

ଆତ୍ମବିଶ୍ଵାସ ବୃଦ୍ଧି ପାଇବ । ବନ୍ଧୁଙ୍କ ଆଗମନ ହେବ । କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାର କ୍ଷେତ୍ରରେ କୃତକାର୍ଯ୍ୟ ହେବେ । କଳା, ସଙ୍ଗୀତ, ସାହିତ୍ୟ ପ୍ରତି ରୁଚି ବୃଦ୍ଧିହେବ । ପ୍ରତେକ କ୍ଷେତ୍ରରେ ବିନୟପୂର୍ଣ୍ଣ କଥା କହି ପରିସ୍ଥିତିକୁ ହାଲୁକା କରିବାରେ ସମର୍ଥ ହେବେ । ପରିବାରର ମାମଲା ଘରୋଇ ସମସ୍ୟାର ସମାଧାନ ହେବ । ଯେତେ ଜଟିଳ ସମସ୍ୟା ହେଲେ ମଧ୍ୟ କୌଣସି ପ୍ରକାର ଅସୁବିଧା ହେବ ନାହିଁ । ବ୍ୟବସାୟ କ୍ଷେତ୍ରରେ କର୍ତ୍ତୁତ୍ଵ ଜାରି ରଖି ଶ୍ରମିକ ଓ କର୍ମଚାରୀଙ୍କୁ ପ୍ରଭାବିତ କରିବା ଫଳରେ, ପ୍ରଗତିର ବେଗ ତ୍ଵରାନ୍ୱିତ ହେବ । ପ୍ରତିକାର:- ଗୋମାତାକୁ ଖାଦ୍ୟ ଦିଅନ୍ତୁ ।

୨-ବୃଷ

ଧର୍ମ-କର୍ମରେ ରୁଚି ରହିବ । ମିତ୍ରଙ୍କ ସାହାଯ୍ୟ ଦ୍ଵାରା କର୍ମ ହେବ । ସ୍ୱାସ୍ଥ୍ୟରେ ସୁଧାର ଆସିବ । ବିପରୀତ ଲିଙ୍ଗୀଙ୍କ ସହଯୋଗ ଦ୍ଵାରା ଆଗକୁ ବଢିବେ । ନୂଆ ଲକ୍ଷକୁ ନିର୍ଦ୍ଦାରିତ କରି ପାରିବେ । ଧନ ଲାଭ ହେବ । ପ୍ରେମ-ପ୍ରସଙ୍ଗରେ ମଧ୍ୟ ସଫଳତା ମିଳିବ । କୋର୍ଟ-କଚେରୀ ମାମଲା ଓ ବିବାଦ ଆପଣଙ୍କ ସପକ୍ଷ ହେବ । ଶୁଭ ସମାଚାର ଶୁଣିବାକୁ ମିଳିବ । ନୂତନ ବନ୍ଧୁ ଭେଟ ହେବେ । ବିତିଯାଇଥିବା ମାମଲାରେ ମଧ୍ୟ ସଫଳତା ମିଳିବ । କାର୍ଯ୍ୟ କ୍ଷେତ୍ରରେ ଲାଭ ଉଠେଇବେ । ନୂତନ ବସ୍ତୁ କ୍ରୟ କରିବେ । ପରିବାରରେ ଶାନ୍ତି ଆସିବ । ପ୍ରତିକାର:- ଗୋମାତାକୁ ଖାଦ୍ୟ ଦିଅନ୍ତୁ ।

୩-ମିଥୁନ

ଶତୃମାନେ ମିତ୍ରଭାବ ଆଚରଣ କରିବେ । ପିଲାମାନଙ୍କ କାର୍ଯ୍ୟରେ ସନ୍ତୁଷ୍ଟ ହେବେ । ପ୍ରେମ ପ୍ରସଙ୍ଗରେ ସଫଳତା ମିଳିବ । ସାବଧାନ ରହି କାର୍ଯ୍ୟ କରିଲେ ଭଲ ହେବ । ବାଦବିବାଦ, ମାଲି ମୋକଦ୍ଦମାରେ ସଫଳ ହେବେ । ନୂତନ ଲୋକଙ୍କସହ ବନ୍ଧୁତ୍ୱ ସ୍ଥାପନ ହୋଇ ସାକ୍ଷାତକାର ପାଇଁ ଦୂରଯାତ୍ରା କରିବେ । ସାମାଜିକ ପତିଆରା ଅମଳିନ ରହିବ । ବକେୟା ଅର୍ଥ ପ୍ରାପ୍ତି ହେବା ଫଳରେ ବ୍ୟବସାୟରେ ଉନ୍ନତି ହେବ । ଆର୍ଥିକ ସ୍ଥିତି ସୁଧୁରି ଯିବ । ଶିକ୍ଷାକ୍ଷେତ୍ରରେ ପରୀକ୍ଷା ପ୍ରତୀଯୋଗିତାରେ ସଫଳ ହେବେ । ଉନ୍ନତି ଓ ଅଗ୍ରଗତିର ସୁଯୋଗ ପାଇବେ । ପଡିରହିଥିବା କାର୍ଯ୍ୟକୁ ପୂର୍ଣ୍ଣ କରିବାର ଦୃଢ଼ତା ଆସିବ । ପ୍ରତିକାର:- ଗୋମାତାକୁ ଖାଦ୍ୟ ଦିଅନ୍ତୁ ।

୪-କର୍କଟ

ଦୃଢସଂକଲ୍ପ ଓ ଆତ୍ମବିଶ୍ଵାସରେ ଭରପୁର ହେବ । ସନ୍ତାନଙ୍କ ସମ୍ବନ୍ଧିତ କୌଣସି ମହତ୍ଵପୂର୍ଣ୍ଣ କାମ ସଂପୂର୍ଣ୍ଣ ହେବ । ଭୌତିକ ସୁଖ-ସୁବିଧା ସାଧନରେ ବୃଦ୍ଧି ହେବ । ବହୁତ ପରିଶ୍ରମ କରି ଅର୍ଥ ଲାଭ ହେବ, ଘନିଷ୍ଠ ବ୍ୟକ୍ତିଙ୍କ ସହିତ ଭେଟ ହେବ । ଆର୍ଥିକ ମାମଲାରେ ସ୍ଥାୟିତ୍ଵ ଆସିବ । କୌଣସିଠାରୁ ଶୁଭ ସମାଚାର ପାଇ କଷ୍ଟ ଦୂର ହେବ । ଶେୟର୍ସ, ନିବେଶ ଆଦିରେ ଲାଭ ହେବ । ପ୍ରେମ-ପ୍ରସଙ୍ଗରେ ସଫଳତା ମିଳିବ । ଚାକିରୀ କ୍ଷେତ୍ରରେ ମଧ୍ୟ ସୁଧାର ଆସିବ । ମାନସିକ ଚିନ୍ତା ଓ ମନ ବିଚଳିତରୁ ଶାନ୍ତି ଅନୁଭବ କରିବେ । କାରବାରରେ ଲାଭ ହେବ । କୌଣସି ନୂତନ କାର୍ଯ୍ୟ ଆରମ୍ଭ କରିପାରିବେ । ପ୍ରତିକାର:- ବିରାଡିକୁ କ୍ଷୀର ଦିଅନ୍ତୁ ।

୫-ସିଂହ

ଜମି, ଯାନବାହାନ, ସମ୍ପତ୍ତି କ୍ରୟ ଓ ବିକ୍ରୟ କରି ପାରିବେ । ଚାକିରିରେ କୌଣସି ମହତ୍ଵପୂର୍ଣ୍ଣ କାର୍ଯ୍ୟ ନିଜ ହାତକୁ ନେବେ ଓ ଶୁଭ ସମାଚାର ଶୁଣି ମାନସିକ ଚିନ୍ତା ଦୂର ହେବ । ଗୁରୁଜନଙ୍କ ଠାରୁ ଆଶୀର୍ବାଦ ପାଇ ମାଲିମୋକଦ୍ଦମାରେ ଜିତିବେ । କାମ-କାର୍ଯ୍ୟରେ ଗମ୍ଭୀରତା ପୂର୍ବକ ଧ୍ୟାନ ଦେଇ ବହୁତ ପଇସା ଇନକମ୍ କରିବେ । ବ୍ୟବସାୟରେ ଉଚିତ୍ ଲାଭ ପ୍ରାପ୍ତ ହେବ । ଶତୃଙ୍କ ସହିତ ମୁକାବିଲା କରିପାରିବେ । ମିତ୍ର ସହଯୋଗୀମାନେ ସାହାଯ୍ୟ ସହଯୋଗ କରିବେ । ଶତୃ ଓ ବିରୋଧୀମାନେ ଯେତେ ଚାହିଁଲେ ମଧ୍ୟ ଆପଣଙ୍କର କିଛି ଅହିତ ସାଧନ କରିପାରିବେ ନାହିଁ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

୬-କନ୍ୟା

ଜମି, ଯାନବାହାନ, ସମ୍ପତ୍ତି କ୍ରୟ ଓ ବିକ୍ରୟ କରିପାରିବେ । ଚାକିରିରେ କୌଣସି ମହତ୍ଵପୂର୍ଣ୍ଣ କାର୍ଯ୍ୟ ନିଜ ହାତକୁ ନେବେ । ପୈତୃକ ସମ୍ପତ୍ତି ସମ୍ବନ୍ଧୀୟ ସମସ୍ୟା ଦୂର ହେବ । ପରୋପକାର ବା ଲୋକକଲ୍ୟାଣ କାମରେ ବ୍ୟସ୍ତ ରହିବେ । ଗୃହ ସମସ୍ୟାରେ ଜଡିତ ଥିଲେ ମଧ୍ୟ ଅନ୍ୟକାର୍ଯ୍ୟରେ ଧ୍ୟାନ ରଖିବାକୁ ହେବ । ପ୍ରଭାବଶାଳୀ ବ୍ୟକ୍ତିଙ୍କ ସନ୍ନିଧ୍ୟ ପ୍ରାପ୍ତ ହେବ । ସମସ୍ତ କାମ ନିର୍ବିଘ୍ନରେ ସମ୍ପନ୍ନ ହୋଇଯିବ । ବ୍ୟବସାୟିକ ଯାତ୍ରା କରିବା ଦ୍ଵାରା ଭବିଷ୍ୟତରେ ଧନ ଲାଭ ହେବାର ସମ୍ଭାବନା ଅଛି । ନୈତିକତା ହିସାବରୁ ଆପଣ ବହୁତ ଉଚ୍ଚପଦରେ ରହିବେ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

୭-ତୁଳା

ବନ୍ଦ ହୋଇଥିବା ବେପାର ପୁଣି ଚାଲୁ କରି ପାରିବେ । ପରିବାରରେ ସାଧାରଣ ପରିବର୍ତ୍ତନ ଘଟି ଆଶା ଆକାଂକ୍ଷା ପୂର୍ତ୍ତି ଘଟିବ । କର୍ମକ୍ଷେତ୍ରରେ ସମ୍ମାନ ଓ ପ୍ରତିଷ୍ଠା ପାଇ ଅସ୍ଥିରତା ସମ୍ପୂର୍ଣ ଦୂର ହେବ । ରାଜନୀତି କ୍ଷେତ୍ରରେ ସୁବିଧା ବାଦକୁ ଆପଣେଇ ନେଇ ସଫଳ ହେବେ । ପ୍ରିୟବନ୍ଧୁ ଆର୍ଥିକ ସହାୟତାର ହାତ ବଢେଇବେ । ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ଦୁଃସାହସିକ ପଦକ୍ଷେପ ନେଇ ଆତ୍ମନିର୍ଭର ଶୀଳ ହେବେ । ଛାତ୍ରଛାତ୍ରୀମାନଙ୍କ ଅଧ୍ୟୟନ କ୍ଷେତ୍ରରେ ସୁନାମ ଅର୍ଜନ କରିବେ ଓ ପରୀକ୍ଷାରେ ଉଚ୍ଚ ଶ୍ରେଣୀ ମିଳିବ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

୮-ବିଚ୍ଛା

ମାତା-ପିତା ଓ ଗୁରୁଜନଙ୍କ ଆଶୀର୍ବାଦ ପ୍ରାପ୍ତ ହେବ । ପିଲାମାନଙ୍କ ପଢା ସମସ୍ୟା ନେଇ ମନ ଖୁସି ରହିବ । ସମୟ ଅନୁକୂଳ ହୋଇ ଥିବାରୁ କାର୍ଯ୍ୟ ପୁରଣରେ ସହଜ ହେବ । ଭାଇ ବନ୍ଧୁମାନେ ସାହାଯ୍ୟ ସହଯୋଗ କରିବେ । ଚେଷ୍ଟା କଲେ କାହାକୁ ଦେଇଥିବା ଧନ ମିଳିଯିବ । ଶତୃମାନେ ଦୂରେଇ ଯିବେ । ପିକନିକ୍, ପାର୍ଟି ଆଦିର ପୋଗ୍ରାମ୍ କରିବେ । ଉନ୍ନତି କରିବା ପାଇଁ ବହୁତ ଭଲ ପାଉଥିବା ଲୋକ ଓ ଶୁଭଚିନ୍ତକ ଲୋକମାନେ ସାହାଯ୍ୟ କରିବେ । ବିବାହ ସମ୍ବନ୍ଧୀୟ କଥାବାର୍ତ୍ତା ଆଗକୁ ବଢିବ । ନିଜର ଦକ୍ଷତା ଲୋକମାନଙ୍କୁ ପ୍ରଭାବିତ କରିବ । ପରିବାରର ସଦସ୍ୟଙ୍କ ସମ୍ବନ୍ଧ ଦୃଢ ହେବ । ପ୍ରତିକାର:- ଗୋମାତାକୁ ଖାଦ୍ୟ ଦିଅନ୍ତୁ ।

୯-ଧନୁ

କାର୍ଯ୍ୟ କ୍ଷେତ୍ରରେ ନୂତନ ଯୋଜନା ପାଇଁ ସହଯୋଗ ମିଳିବ । ଆପଣଙ୍କର ଦୃଢ଼ ଆତ୍ମବିଶ୍ୱାସ ଦ୍ୱାରା ସମସ୍ତ ବାଧା ବିଘ୍ନକୁ ଅତିକ୍ରମ କରି ଆଗକୁ ବଢ଼ିବାର ଯୋଜନାରେ ସଫଳ ହେବେ । ବ୍ୟବସାୟରେ ଦୂରଯାତ୍ରା କରି ସଫଳତା ପାଇବେ । ସାମାଜିକ ସ୍ତରରେ ପ୍ରଶଂସିତ ହେବେ । ଆତ୍ମୀୟ ମିତ୍ରଙ୍କ ସାହାଯ୍ୟରେ ବନ୍ଦ ଥିବା କାର୍ଯ୍ୟ ପୂରଣ ହେବ । ପ୍ରତିଯୋଗିତାପରୀକ୍ଷା, ବାଦବିବାଦ ଓ ମାଲିମୋକଦ୍ଦମାରେ ବିଜୟୀ ହେବେ । ପରିବାରରେ ଅପ୍ରିତିକର ପରିସ୍ଥିତି ଦେଖା ଗଲେ ମଧ୍ୟ ତାହା କୌଶଳ କ୍ରମେ ସମାଧାନ ହେବ । କମ୍ ପରିଶ୍ରମରେ ଆଶାଜନକ ଫଳ ପାଇବେ । ପ୍ରତିକାର:- ଗୋମାତାକୁ ଖାଦ୍ୟ ଦିଅନ୍ତୁ ।

୧୦-ମକର

ପରିବାର ଓ ମିତ୍ରଙ୍କ ସହିତ ସମୟ ବିତେଇବେ । ମନରେଥିବା କାମନା ପୂର୍ଣ୍ଣ ହେବ । ନୂଆ ଚାକିରୀ ହେବାର ଅଫର୍ ମିଳିବ । ଶାରୀରିକ କଷ୍ଟ ଦୂର ହେବ । ସମସ୍ତ ଫଇସଲା ଓ ନିର୍ଣ୍ଣୟ ବୁଦ୍ଧିମତାରେ ପରିପୂର୍ଣ୍ଣ ହେବ । ସମସ୍ତ କ୍ଷେତ୍ରରେ ଖୁସି ମିଳିବ । ସାମୁହିକ ପ୍ରୟାସ ଓ ସହଯୋଗ ଦ୍ଵାରା ଆଗକୁ ବଢିବା ସମ୍ଭବ ହେବ । ନୂଆ ଜ୍ଞାନର ବୃଦ୍ଧି ହେତୁ ପ୍ରଚୁର ଧନଲାଭ ହେବ । ସବୁ କିଛି ସୁନ୍ଦର ହିଁ ସୁନ୍ଦର ଦେଖା ଦେବ । ନିଜର ଚତୁରତା ଓ ବିବେକରେ ବିପରୀତ ପରିସ୍ଥିତିକୁ ନିଜ ସପକ୍ଷକୁ ନେଇ ପାରିବେ । ସମସ୍ତ କ୍ଷେତ୍ରରେ ସଫଳତା ମିଳିବ । ପ୍ରତିକାର– ମୁହଁ ମିଠାକରି ଘରୁ ବାହାରନ୍ତୁ ।

୧୧-କୁମ୍ଭ

ବହୁତ ଦିନରୁ ଯେଉଁ କାମ ପାଇଁ ଚିନ୍ତା କରୁଥିଲେ ତାହା ଆଜି ଅଳ୍ପ ପ୍ରୟାସରେ ପୂର୍ଣ ହୋଇଯିବ । ନୂଆଲକ୍ଷ ପୂରଣ କରିବା ପାଇଁ ସାହାଯ୍ୟ ସହଯୋଗ ପାଇ ଉଚ୍ଚ ଆଶାରେ ଆଗେଇବେ । ସାମାଜିକ ପତିଆରା ଅମଳିନ ରହିବ । ରାଜନୀତି କ୍ଷେତ୍ରରେ ସମସ୍ୟା ଦୂରହେବା ଫଳରେ ଆସ୍ୱସ୍ତି ଲାଭ କରିବେ । ସରକାରୀ କାମରେ ସଫଳତା ପାଇବେ । ପାରିବାରିକ ମାମଲା ବହୁତ ଶାନ୍ତି ପୂର୍ଣ୍ଣ ରହିବ । ସ୍ୱାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହୋଇ ଭଲ ରହିବ । କର୍ମ କ୍ଷେତ୍ରରେ ଶ୍ରମ ସାର୍ଥକ ହେବ । ଶିକ୍ଷାକ୍ଷେତ୍ରରେ ପରୀକ୍ଷା ପରିଣାମ ଅନୁକୂଳ ହେବ । ପ୍ରତିକାର:- ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ ।

୧୨-ମୀନ

ଆଧ୍ୟାତ୍ମିକ, ଧାର୍ମିକ ଓ ସାମାଜିକ କାର୍ଯ୍ୟ ସଂସ୍ଥାରେ ସାମିଲ ହେବେ । ଉତ୍ତମ ରୋଜଗାର ହେବ । ରାଜନୈତିକ କ୍ଷେତ୍ରରେ ଯଶ, ମାନ ବୃଦ୍ଧି ହେବ । ବନ୍ଧୁ, ମିତ୍ର ଏବଂ ଉଚ୍ଚପଦାଧିକାରୀଙ୍କ ଠାରୁ ସାହାଯ୍ୟ ସହଯୋଗ ପାଇବେ । ବ୍ୟବସାୟ ପାଇଁ ବିଦେଶ ଯାତ୍ରା କରି ଲାଭବାନ ହେବେ । ପରିବାରରେ ମାନ ମନାନ୍ତର ଦୂର ହେବ । ଆର୍ଥିକ ଦିଗରୁ ସୁବିଧା ସୁଯୋଗ ପାଇ ଉନ୍ନତିହେବ । କାର୍ଯ୍ୟକ୍ଷେତ୍ରରେ ସଫଳତା ପାଇବେ । ପରୀକ୍ଷା, ପ୍ରତିଯୋଗୀତା, ସାକ୍ଷାତକାରରେ ବିଜୟୀ ହେବେ । ଖାଇବା ପିଇବାରେ ଅବହେଳା କରିବାରୁ ସ୍ଵାସ୍ଥ୍ୟ ଖରାପ ହୋଇପାରେ । ପ୍ରତିକାର:- ଗୋମାତାକୁ ଖାଦ୍ୟ ଦିଅନ୍ତୁ ।