ଆଜିର ରାଶିଫଳ 9 ଅଗଷ୍ଟ 2019, ଶୁକ୍ରବାର, ଆଜିଠୁ ହେବ ମହା ସଂଯୋଗ ଏହି ୩ଟି ରାଶିର ଭାଗ୍ୟ ଚମକି ଉଠିବ

ମେଷ:-

ଆଇନ, ଅଦାଲତ ସମ୍ପର୍କୀୟ ଦୁଶ୍ଚିନ୍ତା ଦୂରହେବ । ପାରିବାରିକ ସମସ୍ୟା ସୁଧାରିବା ପାଇଁ ଚେଷ୍ଟା କରିବେ । କୌଣସି ସହୃଦୟ ବ୍ୟକ୍ତିଙ୍କଠାରୁ ଯଥେଷ୍ଟ ସହାୟତା ପାଇବେ । ନିଜର ଯୋଜନାମୁତାବକ କାମକଲେ କୌଣସିପ୍ରକାର ଅସୁବିଧା ହେବନାହିଁ । ଆନୁଷ୍ଠାନିକ କ୍ଷେତ୍ରରେ ସମ୍ମାନଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ । ମହିଳାମାନେ ନୂତନ ବନ୍ଧୁଙ୍କୁ ପାଇ ଖୁସୀହେବେ । ବିଦ୍ୟାକ୍ଷେତ୍ରରେ ପ୍ରଶଂସା ପାଇବେ । ବ୍ୟବସାୟରେ ସଫଳତା ଅର୍ଜନ ତଥା ଦୂରଯାତ୍ରାର ସୁଯୋଗ ପାଇବେ । କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତିହେବ ।  ପ୍ରତିକାର:-ହଳଦୀ ଚନ୍ଦନ ମଥାରେ ଲଗାନ୍ତୁ ।

ବୃଷ:-

ବ୍ୟବସାୟୀକ କାରବାରର ଗତି ରୀତିରେ ପରିବର୍ତ୍ତନର ଆଶଙ୍କା ନାହିଁ । କଳା, ସାହିତ୍ୟ ଓ ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ଆଗ୍ରହ ବଢିବ । ପାରିବାରିକ ଜୀବନରେ ଗୁରୁଜନ ସନ୍ତୁଷ୍ଟ ରହିବେ । ବାଦବିବାଦ, କ୍ରିଡା, ପ୍ରତି ଦ୍ଵନ୍ଦିତା, ପ୍ରତି ଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ଭ୍ରମଣ, ରାଜନୀତି, ପ୍ରଶାସନ, ପ୍ରକାଶନ, ସଂଗଠନ, ଅନୁସନ୍ଧାନ କାର୍ଯ୍ୟରେ ଲାଭ ପାଇବେ । ବିଦ୍ୟାକ୍ଷେତ୍ରରେ ପ୍ରତିଭାର ବିକାଶ ହେବ । ସବୁ ଭଲ ଥିଲେ ମଧ୍ୟ ସ୍ୱାସ୍ଥ୍ୟ ସମସ୍ୟା ଦେଖାଦେବ । କର୍ମକ୍ଷେତ୍ରରେ ଅପ୍ରିୟ ସତ୍ୟ ପ୍ରକାଶ କରି ବିବାଦୀୟ ହୋଇ ପାରନ୍ତି ।  ପ୍ରତିକାର- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

ମିଥୁନ:-

ଲକ୍ଷ୍ୟ ପୂରଣ ହେବାରେ କୌଣସି ଅସୁବିଧା ହେବନାହିଁ । ବ୍ୟବସାୟ ବାଣିଜ୍ୟ ଓ ପରିବହନ କ୍ଷେତ୍ରରେ ସୁଫଳ ପ୍ରାପ୍ତିହେବ । ମହିଳାମାନଙ୍କର ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହେବ ଓ ପ୍ରତିଷ୍ଠା, ପ୍ରତିପତ୍ତି, ମାନସମ୍ମାନ କ୍ଷାତି ବଢ଼ିବ । ବୁଦ୍ଧିମତା କାରଣରୁ ପ୍ରଚୁର ଅର୍ଥ ଲାଭହେବ । ବିଦ୍ୟାକ୍ଷେତ୍ରରେ ସ୍ୱନାମ ଅର୍ଜନ କରିବେ । କର୍ମକ୍ଷେତ୍ରରେ ପରିସ୍ଥିତି ଯେତେ ଜଟିଳ ହେଲେ ମଧ୍ୟ କୌଣସି ଅସୁବିଧା ହେବ ନାହିଁ । ପ୍ରତ୍ୟେକ କ୍ଷେତ୍ରରେ ପରିସ୍ଥିତିକୁ ହାଲୁକା କରିବାରେ ସମର୍ଥହେବେ । ପ୍ରେମିକ ପ୍ରେମିକାମାନଙ୍କର ପ୍ରେମ-ପ୍ରସଙ୍ଗରେ ମଧୁରତା ଆସିବ ।  ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

କର୍କଟ:-

ବିଦ୍ୟାର୍ଥୀମାନେ ପ୍ରତିଯୋଗିତା ପରୀକ୍ଷାରେ ଆଶାତୀତ ନମ୍ବର ରଖି ପ୍ରଶଂସିତ ହେବେ । ହୋଟେଲ, ରେଡିମେଡ୍ ବସ୍ତ୍ର, ତେଲ ବ୍ୟବସାୟୀ, ମଡେଲିଂ, କଳାକାର, ଶିଳ୍ପକାରୀ ଓ ପନିପରିବା ଫସଲ ବ୍ୟବସାୟୀମାନେ ପ୍ରଚୁର ଲାଭ କରିବେ । ଧାର୍ମିକ କାର୍ଯ୍ୟରେ ରୁଚି ବଢ଼ିବ । ସମୟ ଆନନ୍ଦମୟ ହେବ । ବହୁତ ଦିନରୁ ଅଟକିଥିବା କାର୍ଯ୍ୟ ସମ୍ପନ୍ନ ହେବ । ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହେବ । ପ୍ରତିଷ୍ଠା, ପ୍ରତିପତ୍ତି, ମାନସମ୍ମାନ ଓ କ୍ଷାତି ଅର୍ଜନ କରିବେ । ବୁଦ୍ଧିମତା କାରଣରୁ ପ୍ରଚୁର ଅର୍ଥ ମଧ୍ୟ ଲାଭହେବ ।  ପ୍ରତିକାର- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

ସିଂହ:-

ରାଜନୀତି, ସଂଗଠନ, ସଭାସମିତି କ୍ଷେତ୍ରରେ ଲୋକ ସମ୍ପର୍କ ବଢ଼ିବ । ବନ୍ଧୁଙ୍କ ସମସ୍ୟା ସମାଧାନ କରିବା ପାଇଁ ଚିନ୍ତା କରିବେ । ଆର୍ଥିକସ୍ଥିତି ପୂର୍ବପରି ଠିକ୍ ରହିବ । ବନ୍ଧୁ ମିଳନରେ ମହିଳାମାନଙ୍କ ମନ ପ୍ରଫୁ୍ଲ୍ଲ ରହିବ । ପରିବା ଚାଷି ଓ ବ୍ୟବସାୟୀମାନେ ଆଶାତୀତ ଲାଭପାଇବେ । ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ । ପାରିବାରିକ ଅଶାନ୍ତି ଦୂରେଇ ଯିବ । ସରକାରୀ କର୍ମଚାରୀମାନେ କର୍ମ କ୍ଷେତ୍ରରେ ଉଚ୍ଚପ୍ରଶଂସିତ ହେବେ । ଆଧ୍ୟାତ୍ମିକ ଭାବଧାରାରେ ଉଦ୍ବୁଦ୍ଧ ହୋଇ ସତ୍ସଙ୍ଗ ଓ ଧର୍ମଚର୍ଚ୍ଚା ଦିଗକୁ ମନ ବଳେଇବେ ।  ପ୍ରତିକାର- ମୁହଁ ମିଠାକରି ଘରୁ ବାହାରନ୍ତୁ ।

କନ୍ୟା:-

ଲୋକସମ୍ପର୍କ, ସମାଜ ସେବା, ଧାର୍ମିକ ଅନୁଷ୍ଠାନରେ ସମସ୍ତ କାର୍ଯ୍ୟକ୍ରମ ସୁରୁଖୁରୁରେ ପୂର୍ଣ୍ଣ ହେବ । ଅନେକ ସମସ୍ୟାର ସମାଧାନ ହୋଇ, ପରିବାରରେ ହସ ଖୁସିରେ ବାତାବରଣ ଖେଳିଯିବ । ଯାତ୍ରା ଫଳରେ ଉତ୍ସାହିତ ହେବେ । ଗୃହୋପକରଣ କ୍ରୟ କରିବେ । ବ୍ୟବସାୟ ସମ୍ବନ୍ଧୀୟ ସମସ୍ତ ଜରୁରୀ କାର୍ଯ୍ୟ ଓ ଆବଶ୍ୟକ ଅର୍ଥ ଆଦାନ ପ୍ରଦାନ ସୁଚାରୁରୂପେ ହେବ । ସନ୍ତାନ ଯୋଗେ ଆନନ୍ଦିତ ହେବେ । ଛାତ୍ର-ଛାତ୍ରୀମାନେ ବିଦ୍ୟାରେ ଉନ୍ନତି କରିବେ ଓ ପ୍ରତିଯୋଗିତା ପରୀକ୍ଷା, ସାକ୍ଷାତ୍କାରରେ ଉତ୍ତୀର୍ଣ୍ଣ ହେବେ । ପ୍ରେମିକ ପ୍ରେମିକାମାନଙ୍କର ପ୍ରେମ-ପ୍ରସଙ୍ଗରେ ଅଧିକ ଘନିଷ୍ଠତା ହେବ ।  ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ତୁଳା:-

ଉଚ୍ଚାଧିକାରୀ, ସହ କର୍ମୀ, ଭାଇ ବନ୍ଧୁ ବା କୌଣସି ବିଶିଷ୍ଠ ବ୍ୟକ୍ତିଙ୍କର ସହଯୋଗ ମନୋବଳକୁ ବଢ଼େଇ ଦେବ । ବ୍ୟବସାୟ କ୍ଷେତ୍ରରୁ ସାମାନ୍ୟ ଲାଭପ୍ରଦ । ତୀର୍ଥ ଯାତ୍ରା ଓ ଦେବ ଦର୍ଶନ କରିବେ । ବ୍ୟବସାୟ କ୍ଷେତ୍ରରେ ପ୍ରସାର, ପ୍ରଚାର ଫଳରେ ଆଶାତୀତ ଲାଭ ପାଇବେ । ନିଜର ବୁଦ୍ଧି, ବିବେକ ଖଟାଇ ସମସ୍ୟାର ସମାଧାନ କରିପାରିବେ । ଆମୋଦ, ପ୍ରମୋଦ, ମନୋରଞ୍ଜନ, ଦୀର୍ଘ ଯାତ୍ରା, ଛୋଟ ବଡ଼ ମିଟିଂରେ ଯୋଗ ଦେବେ । ଆର୍ଥିକ ଉନ୍ନତି ଫଳରେ ଚିନ୍ତା କରିଥିବା କାର୍ଯ୍ୟ ପୂରଣ ହୋଇପାରିବ । ଖାଦ୍ୟପେୟ ଓ ଔଷଧ ସେବନ ପ୍ରତି ଧ୍ୟାନ ନ ରଖିଲେ, ବିଶେଷ କ୍ଷତି ହେବ ।  ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ବିଚ୍ଛା:-

ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରିବେ । ଯଦି କୌଣସି ନୂତନ ଯୋଜନାର କ୍ରିୟାନ୍ୱିତ କରିବାକୁ ଚାହୁଁଥାନ୍ତି, ତା’ହେଲେ ଆଗେଇ ନବା ଉଚିତ୍ । ବ୍ୟବସାୟ ସମ୍ବନ୍ଧୀୟ ଜରୁରୀ କାର୍ଯ୍ୟ ପାଇଁ ଯାତ୍ରା କରିବାକୁ ପଡ଼ିବ । କର୍ମ କ୍ଷେତ୍ରରେ ବରିଷ୍ଠ ବ୍ୟକ୍ତି ଓ ସହଯୋଗୀ ମାନଙ୍କର ସାହାଯ୍ୟ ସହଯୋଗ ମିଳିବ । ସନ୍ତାନର ସୁ-ଖବର ଶୁଣି ଖୁସି ହେବେ । ସ୍ୱାସ୍ଥ୍ୟର କିଛି ପରିବର୍ତ୍ତନ ଘଟିବ । ଅଟକି ଥିବା କାର୍ଯ୍ୟ ପୂରଣ କରିବାକୁ ଚେଷ୍ଟିତ ହେବେ । ପ୍ରତିଯୋଗିତା ପରୀକ୍ଷାରେ ଉତ୍ତୀର୍ଣ୍ଣ ହେବେ । କଠିନ କାର୍ଯ୍ୟ ସହଜରେ ସମାଧାନ କରିବେ । ବାଦବିବାଦ, ମାଲି ମକଦ୍ଦମାର ସମାଧାନ ହେବ ।  ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ଧନୁ:-

ଜମି, ଜାଗା, ବାସ ଗୃହ ଓ ଯାନବାହାନ କ୍ରୟ କରିବାର ସୁବିଧା ପାଇବେ । ବ୍ୟବସାୟରେ ଆଶାତିତ ଲାଭ କରି କିଛି ନୂତନ ପଦାର୍ଥ ସଂଗ୍ରହ କରି ନୂଆ ବେପାରୀଙ୍କ ସହ ସମ୍ପର୍କ ଯୋଗୁଁ ନୂତନ ବ୍ୟବସାୟର ଯୋଜନା କରିବେ । ପ୍ରେମ ସମ୍ବନ୍ଧ ଓ ଦାମ୍ପତ୍ୟ ଜୀବନରେ ମଧୂରତା ସୃଷ୍ଟି ହେବ । ବନ୍ଧୁଙ୍କ ସହଯୋଗରେ କେତେକ ସମସ୍ୟାର ସମାଧାନ ହେବ । ସାମାଜିକ କ୍ଷେତ୍ରରେ ସୁନାମ ପ୍ରାପ୍ତି, ସମ୍ମାନ ବୃଦ୍ଧି ହେବ । ସାମାଜିକ କ୍ଷେତ୍ରରେ ପ୍ରଶଂସିତ ହେବେ । ପ୍ରବାସ ଯାତ୍ରାରେ ଲାଭବାନ୍ ହେବେ । ବରିଷ୍ଠ ବ୍ୟକ୍ତି ଉଚ୍ଚାଧିକାରୀଙ୍କ ସହ ସମ୍ବନ୍ଧ ଦୃଢ଼ୀଭୂତ ହେବ ।  ପ୍ରତିକାର- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

ମକର:-

ବରିଷ୍ଠ ବ୍ୟକ୍ତିଙ୍କ ସହ ସୁସମ୍ପର୍କ ସ୍ଥାପିତ ହେବ । ସ୍ୱାସ୍ଥ୍ୟ କ୍ଷେତ୍ରରେ ପରିବର୍ତ୍ତନ ଆସିବ । ଜାଗା, ଜମି ଓ ଉଚ୍ଚସ୍ତରୀୟ ବାହନ କ୍ରୟ କରି ପାରନ୍ତି । ଛାତ୍ର-ଛାତ୍ରୀମାନଙ୍କର ବନ୍ଧୁ ମିତ୍ରଙ୍କଠାରୁ ଉପହାର ପ୍ରାପ୍ତି ହେବ । ପୁଅ ଝିଅଙ୍କ କର୍ମସ୍ଥିର ହେବା ଫଳରେ ଖୁସି ହେବେ । ଜନସେବାରେ ନିଜକୁ ନିୟୋଜିତ କରିବେ । ରାଜନେତାମାନଙ୍କର ସୁଖ ସମୃଦ୍ଧି ବୃଦ୍ଧି ଓ ଅଚାନକ ଧନପ୍ରାପ୍ତି ହେବ । କର୍ମ କ୍ଷେତ୍ରରେ ସହଯୋଗୀମାନଙ୍କ ଯୋଗୁଁ ଶାନ୍ତି ପାଇବେ । ପରିବାରରେ ସୁଖ ଶାନ୍ତି ଓ ସାମଞ୍ଜସ୍ୟ ବାତାବରଣ ରହିବ । ବ୍ୟବସାୟରେ ଯେତେ ପରିଶ୍ରମ କରିବେ ସେତେ ଲାଭ ବାନ୍ ହେବେ ।  ପ୍ରତିକାର– ଷଣ୍ଢକୁ ଖାଇବାକୁ ଦିଅନ୍ତୁ ।

କୁମ୍ଭ:-

ପରିବାରରେ ଓ କୁଟୁମ୍ବରେ ମାଙ୍ଗଳିକ କାର୍ଯ୍ୟର ଦାୟିତ୍ୱ ନେଇ ଧାଁ ଦଉଡ଼ କରିବା ଫଳରେ ପ୍ରଶଂସା ପାଇବେ । ଶିକ୍ଷା କ୍ଷେତ୍ରରେ ପରୀକ୍ଷା, ପରିଣାମ ଅନୁକୂଳ ହେବ । ଉଚ୍ଚାଧିକାରୀ ଓ ବରିଷ୍ଠ ବ୍ୟକ୍ତିଙ୍କ ସହ ସୁ ସମ୍ପର୍କ ଫଳରେ କର୍ମୋନ୍ନତିର ସୂଚନା ପାଇବେ । ଶତୃ ପରାଜିତ ହେବେ । ବାକିଥିବା ଅର୍ଥପ୍ରାପ୍ତି ହେବ । ସମସ୍ତଙ୍କର ପୂର୍ଣ୍ଣ ସହଯୋଗ ମିଳିବ । ସନ୍ତାନ ପକ୍ଷର ଚିନ୍ତା ଦୂର ହେଇଯିବ । ଦୈନଦିନ କର୍ମପ୍ରତି ଉତ୍ସାହ ବୃଦ୍ଧି ପାଇବ । ବ୍ୟବସାୟରେ ଭାଗୀଦାରମାନଙ୍କ ସହ ମତାନ୍ତର ମେଣ୍ଟିଯିବ । କ୍ରୋଧ ନିୟନ୍ତ୍ରଣ ନ ରଖିଲେ ଅନେକ କ୍ଷତି ହେବ । ସ୍ୱାସ୍ଥ୍ୟ ଠିକ୍ ରହି ନ ପାରେ ।  ପ୍ରତିକାର- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

ମୀନ:-

ଜାଗା, ଜମି, ଗୃହ ସମ୍ବନ୍ଧୀୟ ସମସ୍ୟା ସହଜରେ ସମାଧାନ ହେବ । କର୍ମ କ୍ଷେତ୍ରରେ ଉଚ୍ଚାଧିକାରୀ ଓ ସହକର୍ମୀଙ୍କ ସହ ବାଦ ବିବାଦ ମେଣ୍ଟି ଯିବ । ବନ୍ଧୁ ମିତ୍ର ନିକଟ ସମ୍ପର୍କୀୟ ବ୍ୟକ୍ତି ଆର୍ଥିକ ସାହାଯ୍ୟ କରିବେ । ପରିବାରର କେତେକ ସମସ୍ୟା ସମାଧାନ ନେଇ ମାନସିକ ଶାନ୍ତି ଅନୁଭବ କରିବେ । ଛାତ୍ରଛାତ୍ରୀମାନେ ପରୀକ୍ଷା ପ୍ରତିଯୋଗିତାରେ ସଫଳ ହୋଇ ଉଚ୍ଚ ଶିକ୍ଷାପାଇଁ ସୁଯୋଗ ପାଇବେ । ଅଚାନକ ଧନ ପ୍ରାପ୍ତି ହେବ ଓ ଭବିଷ୍ୟତ ପାଇଁ ଯୋଜନା କରି ପୁଞ୍ଜି ନିବେସ କରିବେ । ସ୍ୱାସ୍ଥ୍ୟରେ ଉନ୍ନତି ଦେଖାଦେବ । ଯେ କୌଣସି କାର୍ଯ୍ୟରେ ହାତ ଦେଲେ ସଫଳ ହେବେ ।  ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।