ଆଜିର ରାଶିଫଳ, 9 ଏପ୍ରିଲ 2020, ଗୁରୁବାର, ମହାଦେବ ଏହି ୩ଟି ରାଶିର ସବୁ ମନୋକାମନା ପୂର୍ଣ୍ଣ କରିବେ

ମେଷ:-

ଅନେକ କ୍ଷେତ୍ରରେ ପୂର୍ବ ଯୋଜନା ସଫଳତା ଏବଂ ଲୋକସମ୍ପର୍କ ଆତ୍ମସନ୍ତୋଷ ବଢେଇବ । ରୋଜଗାର ସମସ୍ୟା ସୁଧୁରି ଯାଇ ଧନ ଲାଭ ହେବାରୁ ମନ ଖୁସି ରହିବ । ବ୍ୟବସାୟରେ ସାହାଯ୍ୟ ସହଯୋଗ ମିଳିବ । ଶିକ୍ଷା ଓ ପ୍ରତିଦ୍ୱନ୍ଦିତା କ୍ଷେତ୍ରରେ ବିଜୟୀ ହେବେ । ପାରିବାରିକ ସମସ୍ୟା ସତ୍ତ୍ୱେ ଶାନ୍ତି ବିରାଜମାନ କରିବ । ରାଜନୈତିକ କ୍ଷେତ୍ରରେ ପ୍ରତିଷ୍ଠିତ ହେବାପାଇଁ କରିଥିବା ଯୋଜନା ସଫଳ ହୋଇ ପାରିବ । ଜାଗା, ଜମି, ସମ୍ପତ୍ତି ଓ ଯାନବାହାନ ସମ୍ବନ୍ଧୀୟ କେତେ ସମସ୍ୟା ସମାଧାନ ହୋଇଯିବ । ମିଳିବ । କର୍ମ କ୍ଷେତ୍ରରେ ବନ୍ଧୁ, ମିତ୍ର ଏବଂ ସହକର୍ମୀ ମାନଙ୍କ ଦ୍ଵାରା ଲାଭବାନ ହେବେ । ପ୍ରତିକାର:- ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ ।

ବୃଷ:-

କଳା, ସଙ୍ଗୀତ, ସାହିତ୍ୟ ପ୍ରତି ରୁଚି ବୃଦ୍ଧି ହେବ । ନିଜର ସାମୁଦାୟିକ ମାମଲା ବା ଜନ କଲ୍ୟାଣ କାର୍ଯ୍ୟ ଇଛା ଅନୁସାରେ ସମ୍ପନ୍ନ କରିବେ । ଆତ୍ମବିଶ୍ଵାସ ବୃଦ୍ଧି ପାଇବ । ରାଜନୈତିକ କ୍ଷେତ୍ରରେ କୀର୍ତ୍ତୀ ଓ ମାନ-ପ୍ରତିଷ୍ଠାରେ ବୃଦ୍ଧି ହେବ । ବ୍ୟବସାୟ କ୍ଷେତ୍ରରେ ପୁରୁଣାପ୍ରାପ୍ୟ ମଧ୍ୟ ଆଦାୟ ହୋଇ ପାରିବ । ରୋଜଗାର ପ୍ରାପ୍ତି ହେବାର ସମ୍ଭାବନା ଅଛି ବା ନୂଆ ନିଯୁକ୍ତି ଯୋଗ ଅଛି । ଏମିତି କାର୍ଯ୍ୟ କରିବେ ଯାହାକି ଭବିଷ୍ୟତ ଆକାଂକ୍ଷାକୁ ପୂର୍ଣ୍ଣ କରିବ । ନିର୍ମାଣମୂଳକ ଯୋଜନାରେ ଆଗେଇବେ । ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ସଫଳ ହେବେ । ପ୍ରତିକାର-ପିତା ମାତାଙ୍କ ପାଦଛୁଇଁ ପ୍ରଣାମ କରନ୍ତୁ ।

ମିଥୁନ:-

ଘର ପରିବାରରେ ବାତାବରଣ ଶାନ୍ତିପୂର୍ଣ୍ଣ ରହିବ । ରୋମାନ୍ସ ଓ ପ୍ରେମରେ ପ୍ରସନ୍ନତାର ଅନୁଭୂତି ହେବ । ପଢିବା, ପଢେଇବା ବା ଅଧ୍ୟାପନା ମାମଲାରେ ପ୍ରଶଂସା ପାଇବେ । ସମସ୍ତଙ୍କ ପ୍ରତି ସକରାତ୍ମକ ଚିନ୍ତା ଆଗକୁ ବଢିବାରେ ସାହାଯ୍ୟ କରିବ । ପାଖରେ ଥିବା ସାଥୀ ଓ ପ୍ରିୟଜନଙ୍କୁ ଆର୍ଥିକ ଏବଂ ଭାବନାତ୍ମକ ସାହାଯ୍ୟ ସହଯୋଗ କରିବାକୁ ବାଧ୍ୟ ହେବେ । ବ୍ୟବସାୟ କ୍ଷେତ୍ରରେ ଶତୃମାନେ ଦୂରେଇ ଯିବା ଫଳରେ ମାନସିକ ଶାନ୍ତି ମିଳିବା ସହ ପୁରୁଣାପ୍ରାପ୍ୟ ମଧ୍ୟ ଆଦାୟ ହୋଇ ପାରିବ । ରାଜନୈତିକ କ୍ଷେତ୍ରରେ ଭରପୁର ଆନନ୍ଦ ପାଇଲାଭଳି ଫାଇଦା ଉଠେଇବେ । ପ୍ରତିକାର- ଶିବମନ୍ଦିରରେ କଞ୍ଚାକ୍ଷୀର ଢାଳି ପାଦୁକ ପାନ କରନ୍ତୁ ।

କର୍କଟ:-

ଉଚ୍ଚପ୍ରଦସ୍ଥ ବ୍ୟକ୍ତିଙ୍କ ଠାରୁ ସମ୍ମାନ ଲାଭ ହେବ । ଗୃହରେ କଲ୍ୟାଣକର କର୍ମ ସମ୍ପାଦନ କରି ପ୍ରଶଂସିତ ହେବେ । ସେବାକାରୀ ମାନଙ୍କ ସହଯୋଗରେ ଜନସେବାଦ୍ଵାରା ସମ୍ମାନଜନକ ସ୍ଥିତି ପରିଲକ୍ଷିତ ହେବ । ପରିବାର ମଧ୍ୟରେ ମୁଖ୍ୟତା ଲାଭକରି ବୁଦ୍ଧି ବିବେକ ଖେଳାଇ ପ୍ରତିକୂଳ ସ୍ରୋତକୁ ଅନୁକୂଳ ଦିଗରେ ମୁହାଁଇ ଦେବାକୁ ସାମର୍ଥ୍ୟ ଯୁଟିବ । ରାଜନୈତିକ କ୍ଷେତ୍ରରେ ସାମାଜିକ ସ୍ଥିତି ଓ ମାନସମ୍ମ । ନ ବଜାୟ ରହିବ । ଅଟକିଥିବା କାର୍ଯ୍ୟ ସଫଳତା ପୂର୍ବକ ସମ୍ପନ୍ନ ହେବ । ଯଥା ସମ୍ଭବ ପ୍ରକୃତିସ୍ଥ ରହି ଅଳ୍ପ ପରିଶ୍ରମରେ ଅଧିକ ଲାଭର ଉପଭୋକ୍ତା ହେବେ । ପ୍ରତିକାର:- ଗୋମାତାକୁ ଖାଦ୍ୟ ଦିଅନ୍ତୁ ।

ସିଂହ:-

କଠିନ ପରିଶ୍ରମ କରିବା ଦ୍ଵାରା ଯଶ-ମାନ ସମ୍ମାନ ମିଳିବ । ରାଜନୈତିକ କ୍ଷେତ୍ରରେ ସାମାଜିକ ଅନୁଷ୍ଠାନରେ ଯୋଗ ଦେବାର ସୁଯୋଗ ମିଳିବ । ବ୍ୟବସାୟ କ୍ଷେତ୍ରରେ ପରିବର୍ତ୍ତନ ଆଣିବାର ଯୋଜନା ପ୍ରସ୍ତୁତ କରିବେ । ଗଛିତ ଅର୍ଥ ବୃଦ୍ଧି କରିବା ପାଇଁ ଚେଷ୍ଟିତ ହେବେ । ପାରିବାରିକ ସମସ୍ୟା ବୁଝାମଣା ମଧ୍ୟରେ ସମାଧାନ ହେବ । ପ୍ରେମିକ ପ୍ରେମିକାମାନେ ଗୁପ୍ତ ପ୍ରେମରେ ସଫଳ ହୋଇ ବିବାହ ସମ୍ବନ୍ଧ ସ୍ଥିର ହୋଇପାରେ । ପରୀକ୍ଷା ପ୍ରତିଯୋଗିତା, ଓ ସାକ୍ଷାତ୍କାରରେ ବିଜୟୀହେବେ । ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧିହେବ । କର୍ମକ୍ଷେତ୍ରରେ ଅତ୍ୟଧିକ କାର୍ଯ୍ୟଚାପ ଯୋଗୁ ଚିନ୍ତିତ ରହି ପାରନ୍ତି । ପ୍ରତିକାର- ଅସହାୟଙ୍କୁ ଖାଦ୍ୟ ଦିଅନ୍ତୁ ।

କନ୍ୟା:-

ବ୍ୟବସାୟରେ ଉନ୍ନତି ସହିତ ବାସସ୍ଥାନ ବା ଯାନବାହାନର ନବୀକରଣ ଇତ୍ୟାଦି ନାନାବିଧ ସୁଯୋଗ ପ୍ରାପ୍ତି ହେବ । ବୃତ୍ତିଗତ କର୍ମକୁ ଅଧିକ ଗୁରୁତ୍ଵ ଦେଇ ଚାକିରି କ୍ଷେତ୍ରରେ ଉନ୍ନତି ଆକସ୍ମିକ ଅର୍ଥଲାଭ, ସୁନାମ ପ୍ରାପ୍ତି ଓ ସମ୍ମାନ ବୃଦ୍ଧି ହେବ । ପାରିବାରିକ ତିକ୍ତତାର ସମସ୍ୟା ଦୂର ହେବ । ଶିକ୍ଷାର୍ଥୀମାନଙ୍କ ପାଇଁ ଅଧ୍ୟୟନରେ ଆତ୍ମସନ୍ତୋଷ ମିଳିବ । ସ୍ୱାସ୍ଥ୍ୟ ଅନେକାଂଶରେ ଭଲ ରହିବ । ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ବିଜୟୀହେବେ । ରାଜନୈତିକ କ୍ଷେତ୍ରରେ ସାମାଜିକ ପ୍ରତିଷ୍ଠା, ମାନ-ସମ୍ମାନ ବୃଦ୍ଧି ହେବ । ହରାଇଥିବା ଧନ ପ୍ରାପ୍ତି ହେବ । ପ୍ରତିକାର– ଷଣ୍ଢକୁ ଖାଇବାକୁ ଦିଅନ୍ତୁ ।

ତୁଳା:-

କର୍ମ କ୍ଷେତ୍ରରେ ପରିବର୍ତ୍ତନ ଆସି ପ୍ରଶଂସିତ ହେବେ । ସରକାରୀ କ୍ଷେତ୍ରରେ ସଫଳତା ମିଳିବ । ସାମାଜିକ ସ୍ତରରେ ସହନଶୀଳତା ଗୁଣରୁ ପ୍ରଶଂସିତ ହେବେ । ରାଜନୈତିକ କ୍ଷେତ୍ରରେ ଅତ୍ୟଧିକ ପରିଶ୍ରମ କରି ସାଧାରଣ ଲୋକ ସମ୍ପର୍କ ବୃଦ୍ଧିହେବା ଯୋଗେ ବିଜୟୀହେବେ । ମନୋରଞ୍ଜନ କାର୍ଯ୍ୟ କ୍ରମରେ ଯୋଗଦେଇ କଳାସଙ୍ଗୀତ ଓ ନୃତ୍ୟ ଗୀତରେ ମଜ୍ଜି ରହିବେ । ନୂତନ କାର୍ଯ୍ୟରେ ହାତଦେଇ କୃତ କାର୍ଯ୍ୟ ହେବେ । କୋର୍ଟ କଚେରୀ ମାମଲାରେ ବିଜୟୀ ହେବେ । କର୍ମଚାରୀମାନେ ଭାରସାମ୍ୟ ରକ୍ଷାକରି ନିମ୍ନବର୍ଗଙ୍କ ଯୋଗେ ପରିସ୍ଥିକୁ ନିଜ ତରଫରେ ନେଇ, ସ୍ଵାର୍ଥସିଦ୍ଧିର ପଥକୁ ପ୍ରଶସ୍ତ କରିବେ । ପ୍ରତିକାର- ଅସହାୟକୁ ନିରାଶ କରିବେ ନାହିଁ ।

ବିଚ୍ଛା:-

ସମସ୍ୟା ସମାଧାନ ପାଇଁ ବନ୍ଧୁଙ୍କ ସାହାଯ୍ୟ ନେଇ ଆଲୋଚନା କ୍ଷେତ୍ରରେ ସୁଫଳ ପାଇବେ । ପାରିବାରିକ କ୍ଷେତ୍ରରେ ଆତ୍ମସନ୍ତୋଷ ଲାଭ ଓ ସାମାଜିକ ଭାବମୂର୍ତ୍ତି-ସୁରକ୍ଷା ହେବ । ପରୀକ୍ଷା ଓ ପ୍ରତିଦ୍ଵନ୍ଦିତାରେ ସଫଳ ହେବେ । ବନ୍ଧୁମିଳନ ତୀର୍ଥ ଭ୍ରମଣ ଓ ସଂସ୍କୃତିକ ତଥା ସାମାଜିକ କାର୍ଯ୍ୟରେ ଭାଗନେବେ । ଗୁରୁଜନଙ୍କ ସହାନୁଭୁତି ଉପଲବ୍ଧ ହେବ । ସ୍ଥଗିତଥିବା କର୍ମଟି ପୂରଣ ହେବ । ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବ । ପରିବାରର ଆବଶ୍ୟକତା ପୂରଣ ଦିଗରେ ଗୁରୁତ୍ଵ ଦେବେ । ରାଜନୀତି କ୍ଷେତ୍ରରେ ସାମାଜିକ ସ୍ତରରେ ସମସ୍ତଙ୍କ ମେଳରେ ରହି ପ୍ରଶଂସିତ ହେବେ । ପ୍ରତିକାର- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

ଧନୁ:-

ବ୍ୟବସାୟିକ ସମସ୍ୟା ନେଇ ପ୍ରିୟବନ୍ଧୁ ଆର୍ଥିକ ସହାୟତାର ହାତ ବଢେଇବେ । ପରୀକ୍ଷା ପ୍ରତିଯୋଗିତାରେ ଶୁଭଫଳ ମିଳିବ । ଧର୍ମକାର୍ଯ୍ୟପ୍ରତି ମନବଳାଇ ବହୁତ ଶାନ୍ତି ଲଭିବେ । ପରିବାରରେ ଆଶା କରୁଥିବା କାମଟି ବନ୍ଧୁଙ୍କ ଦ୍ଵାରା ସହଜ ସୁବିଧାରେ ହୋଇଯିବ । ଆୟ ଊତ୍ତମ ସ୍ଥଳେ କେତେକ ବାଧା ପ୍ରତିବନ୍ଧକର ସାମ୍ନା କରିବାକୁ ପଡିବ । ସାହିତ୍ୟ, କଳାରେ ଉଚ୍ଚ ପ୍ରଶଂସା ପାଇବେ । ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବ । ରାଜନୀତି କ୍ଷେତ୍ରରେ ଶୁଭ ସମ୍ବାଦ ପାଇ ମାନସିକ ଦୁଶ୍ଚିନ୍ତା ଦୂର ହୋଇ ଯଶମାନ ବୃଦ୍ଧିହେବ ଓ ସହନଶୀଳତା ଯୋଗେ ପ୍ରଶଂସା ମିଳିବ । ପ୍ରତିକାର:- ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ ।

ମକର:-

ସାଙ୍ଗ ସାଥିମାନେ ସାହାଯ୍ୟ ସହଯୋଗ କରିବେ । ସ୍ଥଗିତଥିବା କର୍ମଟି ପୂରଣ ହୋଇପାରେ । ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବ । ବାଣିଜ୍ୟ କ୍ଷେତ୍ରରେ ଦୁଃସାହସିକ ପଦକ୍ଷେପ ନେଇ ବନ୍ଦ ହୋଇଥିବା ବେପାର ପୁଣି ଚାଲୁ କରି ପାରିବେ । ପରିବାରରେ ସାଧାରଣ ପରିବର୍ତ୍ତନ ଘଟି ଆଶା ଆକାଂକ୍ଷା ପୂର୍ତ୍ତି ଘଟିବ । ରାଜନୀତି କ୍ଷେତ୍ରରେ ପ୍ରଚୁର ଖଟଣି ଖଟି ନିଜର ଭାବ ମୂର୍ତ୍ତିକୁ ବଜାୟ ରଖିବେ । ଆର୍ଥିକ ପରିସ୍ଥିତି ଉତ୍ତମ ଥିଲେ ମଧ୍ୟ ବସନ ଭୂଷଣରେ ଅଧିକ ବ୍ୟୟ ଘଟିବ । କୋର୍ଟ କଚେରୀ ଓ ମାଲିମୋକଦ୍ଦମାରେ ବିଜୟୀ ହେବେ । ସଭାସମିତି, ସାହିତ୍ୟ ଓ କଳାରେ ପ୍ରଶଂସିତ ହେବେ । ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ ।

କୁମ୍ଭ:-

ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବାରୁ ମନ ଭଲ ରହିବ । ଶେଷ କରିବାକୁ ଚାହୁଁଥିବା କର୍ମଟି ପୂରଣ ହୋଇଯିବ । ବ୍ୟବସାୟ କ୍ଷେତ୍ରରେ ସମସ୍ୟା ଦୂର ହୋଇଯିବା ଫଳରେ ଆଶାତୀତ ଲାଭହେବ । ପରିବାରରେ ମନୋମାଳିନ୍ୟ ବା ଯେଉଁପ୍ରକାର ସମସ୍ୟାଥିଲେ ଚେଷ୍ଟାକଲେ ମେଣ୍ଟିଯିବ । ପରୀକ୍ଷା ଓ ପ୍ରତିଦ୍ୱନ୍ଦିତାରେ ବିଜୟୀ ହେବେ । ରାଜନୀତି କ୍ଷେତ୍ରରେ ମିତ୍ରଙ୍କ ଠାରୁ ବହୁତ ସାହାଯ୍ୟ ସହଯୋଗ ମିଳିବ । ମାନସିକ ଶାନ୍ତି ଅନୁଭବ କରିବେ । କଳା, ସାହିତ୍ୟ ଓ ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ । ପ୍ରତିକାର- ମୁହଁ ମିଠାକରି ଘରୁ ବାହାରନ୍ତୁ ।

ମୀନ:-

ଧର୍ମାନ୍ଧତାରୁ ଦୂରେଇ ରହି, ଅଧ୍ୟାତ୍ମିକତାର ପ୍ରଦର୍ଶନ କରିବେ । ନୂତନ ସ୍ଥାନକୁ ବୁଲିଯିବାର ସୁଯୋଗ ମିଳିବ । କର୍ମକ୍ଷେତ୍ରରେ ଆଶା କରୁଥିବା ଘଟଣା ଘଟିବା ଫଳରେ ପ୍ରଶାସନ କ୍ଷେତ୍ରରେ ଦ୍ଵନ୍ଦ ଦୂରହେବ । ପରିବାରରେ ଆଦର୍ଶବାଦୀ ହେଲେବି ସାମାଜିକ ସ୍ତରରେ ପ୍ରଶଂସିତ ହେବା ସହ ପ୍ରେମ କ୍ଷେତ୍ରରେ ବିଜୟୀ ହେବେ । ବ୍ୟବସାୟରେ ପ୍ରତିଦ୍ୱନ୍ଦିତା ସତ୍ତ୍ୱେ ଲାଭ ସୁନିଶ୍ଚିତ । ରାଜନୀତି କ୍ଷେତ୍ରରେ ମିତ୍ରଙ୍କ ଠାରୁ ବହୁତ ସାହାଯ୍ୟ ସହଯୋଗ ମିଳିବା ଫଳରେ ମାନସିକ ଶାନ୍ତି ଅନୁଭବ କରିବେ । ଶିକ୍ଷା କ୍ଷେତ୍ରରେ ପରୀକ୍ଷା, ପରିଣାମ ଅନୁକୂଳ ହେବ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।