ଆଜିର ରାଶିଫଳ, 9 ନଭେମ୍ବର 2019 ଶନିବାର, ଆଜିଠୁ ଶନି ଦେବ ଏହି ୫ଟି ରାଶିକୁ ସବୁ ଶକ୍ତି ଦେବେ

୧-ମେଷ

କେତେକ କ୍ଷେତ୍ରରେ ଉଚ୍ଚାକାଂକ୍ଷ । ପୂର୍ତ୍ତି ନିମନ୍ତେ କଠିନ ପରିଶ୍ରମ କରିବାକୁ ପଡିବ । ବରିଷ୍ଠ କର୍ମୀଙ୍କ ସ୍ନେହର ପାତ୍ର ହେବେ । ଦାମ୍ପତ୍ୟ କଳହ ମେଣ୍ଟିଯିବା ଫଳରେ ମନ ଓ ଶରୀର ଭଲ ରହିବ । ବ୍ୟବସାୟ କ୍ଷେତ୍ରରେ ଉତ୍ତମ ରୋଜଗାର କରିପାରିବେ । କର୍ମକ୍ଷେତ୍ରରେ ସାଫଲ୍ୟ, ଉଚ୍ଚସମ୍ମାନ ଓ ପଦ ପଦବୀ ଲାଭହେବ । ପରୀକ୍ଷା ଓ ପ୍ରତିଦ୍ଵନ୍ଦିତାରେ ବିଜୟୀ ହେବେ । ରାଜନୀତି କ୍ଷେତ୍ରରେ ନିଜର ଭାବମୂର୍ତ୍ତିକୁ ଉଜ୍ଜ୍ଵଳତର କରିବାରେ ସାମର୍ଥ୍ୟ ବଢିବ । ପରିବାରରେ ଅପ୍ରୀତିକର ପରିସ୍ଥିତି ଦେଖାଦେଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ କରିବେ ।

୨-ବୃଷ

ପରିବାରରେ ମନୋମାଳିନ୍ୟ ଓ ଆର୍ଥିକ ସଙ୍କଟ ଦୂରେଇଯିବ । ଆଶା କରିଥିବା କାର୍ଯ୍ୟଟି ଖୁବ୍ ଶୀଘ୍ର ପୂରଣ କରିବାକୁ ତତ୍ପର ହେବେ । ପରୀକ୍ଷା ଓ ପ୍ରତିଦ୍ୱନ୍ଦିତାରେ ସଫଳତା ପାଇବେ । ସହକର୍ମୀ ଓ ଅଧସ୍ତନ କର୍ମଚାରୀଙ୍କ ସହ ସମ୍ପର୍କ ଭଲ ରହିବ । ବୁଦ୍ଧିମାତା କାରଣରୁ ସମସ୍ତ କ୍ଷେତ୍ରରେ ସଫଳତା ମିଳିବ । କିଣା ବିକା ବା କମିଶିନ୍ ବ୍ୟବସାୟରେ ଆଶାତୀତ ଲାଭକରି କିଛି ନୂତନ ପଦାର୍ଥ ସଂଗ୍ରହ କରିବେ । ନିର୍ମାଣ ମୂଳକ ଯୋଜନାରେ ଆଗେଇ ପାରିବେ ଓ ଅଧା-ଅଧୁରାଥିବା କାର୍ଯ୍ୟ ପୂରଣ ହୋଇଯିବ । ପିଲାମାନଙ୍କ କାର୍ଯ୍ୟରେ ଆନନ୍ଦିତ ହେବେ ।

୩-ମିଥୁନ

କମିଶନ ସମ୍ବନ୍ଧିତ କାର୍ଯ୍ୟରେ ଲାଭ ମିଳିବ । ସନ୍ତାନର ସୁ-ଖବର ଶୁଣି ଖୁସି ହେବେ । ନିଜର ଚତୁରତା ଓ ପତିଆରା ଯୋଗେ ବିପରୀତ ପରିସ୍ଥିତିକୁ ନିଜ ସପକ୍ଷକୁ ଆଣି ପାରିବେ । କର୍ତ୍ତବ୍ୟନିଷ୍ଠ, ଉଦ୍ୟମୀ, ଦକ୍ଷ, ଜନପ୍ରିୟ, ସିଦ୍ଧହସ୍ତା, ସୁବକ୍ତା, ବ୍ୟକ୍ତିରୁପେ ସମାଜର ସ୍ଵୀକୃତି ପାଇବେ । କୋର୍ଟ କଚେରୀ ଓ ମାଲିମୋକଦ୍ଦମାରେ ବିଜୟୀ ହେବେ । କର୍ମକ୍ଷେତ୍ରରେ ରାଜକୀୟ ସମ୍ମାନ ମିଳିବ । ବ୍ୟବସାୟ କ୍ଷେତ୍ରରେ ସମସ୍ୟା ଦୂର ହୋଇଯିବା ଫଳରେ ଅର୍ଥ ଲାଭର ସୁଯୋଗ ପାଇବେ । ସାମୁହିକ ପ୍ରୟାସ ଓ ସହଯୋଗ ଦ୍ଵାରା ଆଗକୁ ବଢିପାରିବେ ।

୪-କର୍କଟ

ପାରିବାରିକ କ୍ଷେତ୍ରକୁ ସରସ ସୁନ୍ଦର କରିବାର ପ୍ରଯତ୍ନ କରିବେ । ବାଦବିବାଦ, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ ପ୍ରଶଂସିତ ହେବେ । ଅବିବାହିତ ଯୁବକ ଯୁବତୀମାନଙ୍କର ବିବାହ ପାଇଁ ସାଙ୍ଗସାଥିମାନେ ସାହାଯ୍ୟ କରିବେ । ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସୁଫଳ ପାଇବେ । ବରିଷ୍ଠ ବ୍ୟକ୍ତିଙ୍କଠାରୁ ସମ୍ମାନ ମିଳିବ । ଆୟ ବୃଦ୍ଧି ହେବ କିନ୍ତୁ ଅଯଥା ବ୍ୟୟ ମଧ୍ୟ କରିବେ । ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ ଏବଂ ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ବ୍ୟବସାୟର ସଫଳତା ଏବଂ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ ।

୫-ସିଂହ

ଶିକ୍ଷା ଓ ପ୍ରତିଦ୍ୱନ୍ଦିତା କ୍ଷେତ୍ରରେ ବିଜୟୀ ହେବେ । ନୂତନ ବନ୍ଧୁମିଳନ ହେତୁ ମନଖୁସୀ ରହିବ । ସ୍ୱାସ୍ଥ୍ୟ କିମ୍ବା ଆଇନ୍ ଅଦାଲତ୍ ସମ୍ପର୍କୀୟ ଦୁଶ୍ଚିନ୍ତା ଦୂରହେବ । ଯଥା ସମ୍ଭବ ପ୍ରକୃତିସ୍ଥ ରହି ଅଳ୍ପ ପରିଶ୍ରମରେ ଅଧିକ ଲାଭର ଉପଭୋକ୍ତା ହେବେ । ଆର୍ଥିକ ପରିସ୍ଥିତି ଉତ୍ତମ ଥିଲେ ମଧ୍ୟ ବସନ ଭୂଷଣରେ ଅଧିକ ବ୍ୟୟ ହୋଇପାରେ । ବନ୍ଧୁ ମିତ୍ରଙ୍କର ସହଯୋଗ ପାଇ ସୁଖ ସମୃଦ୍ଧି ବୃଦ୍ଧି ହେବ । ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ବ୍ୟବସାୟ କ୍ଷେତ୍ରରେ ଭାରସାମ୍ୟ ରକ୍ଷାକରି ନିମ୍ନବର୍ଗଙ୍କ ଯୋଗେ ପରିସ୍ଥିତିକୁ ନିଜ ତରଫରେ ନେଇ ପ୍ରଶଂସା ପାଇବେ ।

୬-କନ୍ୟା

ବୁଦ୍ଧିମତା କାରଣରୁ ପ୍ରଚୁର ଅର୍ଥ ଲାଭହେବ । ଯାତ୍ରାରେ ବିଶେଷ ଲାଭାନ୍ୱିତ ହେବେ । ସହଯୋଗୀମାନେ ଉନ୍ନତିପାଇଁ ଚେଷ୍ଟା କରିବେ । ବିଶିଷ୍ଟ ବ୍ୟକ୍ତିଙ୍କ ସହ ସଂପର୍କ ଫଳରେ ଶୁଭକାର୍ଯ୍ୟ ପାଇଁ ଇଚ୍ଛାକରି କର୍ମକ୍ଷେତ୍ରରେ ସଫଳତା ମିଳିବ । ବ୍ୟବସାୟରେ ପ୍ରସାର ପ୍ରଚାର ହେବ । ରାଜନୀତିରେ ସମସ୍ୟା ଦୂର ହେବ । ପରିବାରରେ ମହତ୍ୱପୂର୍ଣ୍ଣ କାର୍ଯ୍ୟକରି ପ୍ରଶଂସିତ ହେବେ । ବିବେକ ବୁଦ୍ଧି ଖଟେଇ ଉଚିତ୍ମାର୍ଗରେ ଗତିକରିବାର କ୍ଷମତା ଜନ୍ମହେବ । ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହେବ । ପ୍ରତିଷ୍ଠା, ପ୍ରତିପତ୍ତି, ମାନସମ୍ମାନ ଓ କ୍ଷାତି ବଢ଼ିବ ।

୭-ତୁଳା

ସେୟାର ମାର୍କେଟ, ଲଟେରୀ, ଜୁଆ ଆଦିରେ ଅର୍ଥ ଖଟେଇଲେ ବିଶେଷ ଲାଭବାନ୍ ହେବେ । ଧନଲାଭ ହେବାଦ୍ୱାରା ସମସ୍ତକାର୍ଯ୍ୟ ପୂର୍ଣ୍ଣ ହେବ । ଶୁଭ ସମାଚାର ମିଳିବ ଓ ନିଜଲୋକ ସାହାଯ୍ୟ କରିବେ । କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ରେ କୃତକାର୍ଯ୍ୟ ହେବେ । ବନ୍ଧୁ ମିତ୍ରଙ୍କର ସହଯୋଗ ପାଇବେ । ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ରାଜନୀତି କ୍ଷେତ୍ରରେ ସଫଳତା ଏବଂ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ । ଆର୍ଥିକସ୍ଥିତି ସୁଧାରିବାକୁ ଚେଷ୍ଟା କରିବେ । ଶତୃମାନେ ପରାଜିତ ହେବେ ।

୮-ବିଚ୍ଛା

କର୍ମ ନିଯୁକ୍ତି ପାଇଁ ଚେଷ୍ଟା କଲେ ଭବିଷ୍ୟତରେ କର୍ମପ୍ରାପ୍ତି ହେବ । ଅବିବାହିତ ଯୁବକ ଯୁବତୀମାନଙ୍କର ବିବାହ ପ୍ରସ୍ତାବମାନ ସମାଧାନ ହୋଇଯିବ । ବାଦବିବାଦ, ମାଲିମୋକଦ୍ଦମା, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତି ଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ ସଫଳ ହେବେ । ଅନେକ ପ୍ରକାର ଉଲ୍ଲେଖନୀୟ ପରିବର୍ତ୍ତନ ଦେଖାଦେବ । ଗୃହରେ ଧାର୍ମିକ କାର୍ଯ୍ୟରେ ଧନ ବ୍ୟୟହେବ । ଇନ୍ଦ୍ରିୟପରାୟଣତା ଓ ବିଷୟବାସନା ଉପରେ ଅଧିକ ଗୁରୁତ୍ଵ ଦେବେ । ବ୍ୟବସାୟରେ ଉନ୍ନତି ଫଳରେ ଲାଭବାନ୍ ହେବେ । ସହକର୍ମୀ ମାନଙ୍କଠାରୁ ସାହାଯ୍ୟ ଓ ସହଯୋଗ ପାଇବେ ।

୯-ଧନୁ

ବିଦ୍ୟାରେ ମନ ଯୋଗଦେଲେ ପ୍ରତିକୁଳ ପରିସ୍ଥିତି ଦୂରେଇଯିବ । କଳା, ସାହିତ୍ୟ, କ୍ରିଡା, ଚଳଚ୍ଚିତ୍ର ତଥା ଆନୁଷ୍ଠାନିକ କାମରେ ଆଗ୍ରହ ବଢିବ । ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ଆଳସ୍ୟ ବୃଦ୍ଧିପାଇବ । ନିଜର ଇଚ୍ଛା ବିରୋଧରେ କୌଣସି କର୍ମକରି ଅନୁତାପ କରିବେ । ବ୍ୟବସାୟରେ ସଫଳତା ଅର୍ଜନ ଓ ଦୂରଯାତ୍ରାର କଷ୍ଟ ପାଇବେ । ପରିବାରରେ ଅପ୍ରିତିକର ପରିସ୍ଥିତି ଦେଖା ଦେଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ କରିବେ । ମହିଳାମାନେ ମାନସିକ ସୁସ୍ଥତା ଅନୁଭବ କରିବେ ।

୧୦-ମକର

ବ୍ୟବସାୟ ବୃଦ୍ଧି ଓ ନୂଆ ଯୋଜନା ଉପରେ କାର୍ଯ୍ୟ କରିବେ । ସ୍ଥଗିତ ଥିବା ଧନ ମିଳିବାରୁ ଖୁସି ହେବେ । ମନୋକାମନା ପୂରଣ ହେବ ଓ ଆତ୍ମ ବିଶ୍ୱାସ ବୃଦ୍ଧି ହୋଇ ଲାଭର ମାର୍ଗ ପ୍ରଶସ୍ଥ ହେବ । ସାମ୍ବାଦିକତାରୁ ଲାଭ ଓ ଶୁଭ ସମାଚାର ମିଳିବ । ପରୀକ୍ଷା ଓ ସାକ୍ଷାତ କାରରେ ସଫଳତା ମିଳିବ । ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣାରେ ସୁଖ ସମୃଦ୍ଧି ବୃଦ୍ଧି ଓ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ । ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ରାଜନୀତି କ୍ଷେତ୍ରରେ ସଫଳତା ଏବଂ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ ।

୧୧-କୁମ୍ଭ

ପରିସ୍ଥିତିକୁ ନିଜ ତରଫରେ ନେଇ, ସ୍ଵାର୍ଥସିଦ୍ଧିର ପଥକୁ ପ୍ରଶସ୍ତ କରିବା ଫଳରେ ସାମାଜିକ ଭାବମୂର୍ତ୍ତି-ସୁରକ୍ଷା ହେବ । ବିଳାସ ବ୍ୟସନ ଖାଦ୍ୟ ପେୟ ପାଇଁ ଅଧିକ ଖର୍ଚ୍ଚାନ୍ତ ହେବେ । ଯାନବାହନ ତଥା ଖଣି ଓ ଜଙ୍ଗଲ କ୍ଷେତ୍ରରେ କର୍ମରତ ବ୍ୟକ୍ତିମାନେ ସତର୍କତା ଅବଲମ୍ବନ କରିବା ଉଚିତ୍ । ଅତ୍ୟଧିକ କଠିନ ପରିଶ୍ରମ କରିବା ଫଳରେ ବ୍ୟବସାୟରେ ଅର୍ଥ ପ୍ରାପ୍ତିର ସୁଯୋଗ ଆସିବ । ସଭାସମିତି, ସାହିତ୍ୟ ଓ କଳାରେ ପ୍ରଶଂସିତ ହେବେ । ସମସ୍ୟା ସମାଧାନ ପାଇଁ ବନ୍ଧୁଙ୍କ ସାହାଯ୍ୟ ନେଇ ଆଲୋଚନା କ୍ଷେତ୍ରରେ ସୁଫଳ ପାଇବେ ।

୧୨-ମୀନ

ବ୍ୟବସାୟରେ ଆଶାତୀତ ଲାଭକରି କିଛି ନୂତନ ପଦାର୍ଥ ସଂଗ୍ରହ ବା ବ୍ୟାଙ୍କବାଲାନ୍ସ ବୃଦ୍ଧି ହେବ । ପାରିବାରିକ ଜୀବନ ସୁଖ ଓ ଶାନ୍ତିରେ କଟିବ । ଦୂରସ୍ଥାନକୁ ଯାତ୍ରା କରିବେ । ସାମାଜିକ ପ୍ରତିଷ୍ଠା ଓ ମାନ ସମ୍ମାନ ବୃଦ୍ଧି ହେବ । ସ୍ଵାସ୍ଥ୍ୟର କିଛି ପରିବର୍ତ୍ତନ ଘଟିବ । ଭାବମୂର୍ତ୍ତି ରକ୍ଷା କରି ପାରିବାରିକ ମୁଖ୍ୟଙ୍କ ସହିତ ପରିଚାଳନାଗତ ସ୍ଵତନ୍ତ୍ରତା ଅତୁଟ ରଖି ହେବ । ସମସ୍ତ ସମସ୍ୟାର ସମାଧାନ କରି ସତ୍ୟର ସାମ୍ନା କରିବାକୁ ପଡିବ । ବରିଷ୍ଠ ବ୍ୟକ୍ତିଙ୍କ ସହ ସୁସମ୍ପର୍କସ୍ଥାପିତ ହେବ । ଜାଗା, ଜମି, ବାସଗୃହ ଓ ଯାନବାହାନ କ୍ରୟ କରିବାର ସୁବିଧା ପାଇବେ ।