ସେପ୍ଟେମ୍ବର ୧୬, ୨୦୧୮, ରବିବାର – ଆଜିର ରାଶିଫଳ – ଆଜି ଦିନଟି କିପରି କଟିବ : ଜାଣନ୍ତୁ କେଉଁ ରାଶିର ହେବ ଆଜି ଭାଗ୍ୟୋଦୋୟ।

ଆଜିର ରାଶିଫଳ, ୧୬ ସେପ୍ଟେମ୍ବର ୨୦୧୮

ମେଷ:-

ବାଦବିବାଦ, ପ୍ରତିଯୋଗିତା ପରୀକ୍ଷା, ଖେଳକୁଦ ଓ ସାକ୍ଷାତ୍କାରରେ ଜୟଯୁକ୍ତ ହେବେ । ଦୈବୀ କୃପା ଫଳରେ ପୁରୁଣା ସମସ୍ୟାର ସମାଧାନ ହୋଇଯିବ। ପତି-ପତ୍ନିଙ୍କ ମଧ୍ୟରେ ଥିବା ମତାନ୍ତର ଦୂରେଇ ଯିବ। ଖାଦ୍ୟପେୟ ପ୍ରତି ବିଶେଷ ଧ୍ୟାନଦେଇ ବ୍ୟାୟାମ କରିବା ଆବଶ୍ୟକ। ଯେକୌଣସି କାର୍ଯ୍ୟ କରିବେ ଭବିଷ୍ୟତ ପାଇଁ କ୍ୟାରିୟର  ଉନ୍ନତି ହେବ। ପ୍ରିୟଜନ ଓ ବନ୍ଧୁ ମିତ୍ରଙ୍କ ସମାଗମରେ ସମୟ ବିତିବ ଓ ମାନ-ସମ୍ମାନ ବୃଦ୍ଧି  ହେବ। କୌଣସି ସମ୍ମିଳନୀରେ ଯୋଗଦେବେ। ଆଧ୍ୟାତ୍ମିକ, ଧାର୍ମିକ ଓ ସାମାଜିକ କାର୍ଯ୍ୟ ସଂସ୍ଥାରେ ସାମିଲ ହେବେ। ଯାହାର ବେଶି ଉପକାର କରିଥିବେ ତାହାଦ୍ୱାରା ବେଶି ଆଘାତ ପାଇବେ। ପ୍ରତିକାର- ଲାଲ୍ ରଙ୍ଗର ବସ୍ତ୍ର ପରିଧାନ କରନ୍ତୁ।

ବୃଷ:-

ଗୃହ, ଜମି ଓ ପାରିବାରିକ ସମସ୍ୟାକୁ ନେଇ ବାଦବିବାଦରେ ବିଜୟୀ ହେବେ । ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ସଫଳତା ମିଳିବ। ଶାରୀରିକ କଷ୍ଟ ଦୂରେଇ ଯିବ । ଭୌତିକ ଓ ଆଧ୍ୟାତ୍ମିକ ମାମଲାରେ ଦୂରଯାତ୍ରା କରିବେ ।  ଅବହେଳିତ ଲୋକଙ୍କ ସହ ମିଳାମିଶା କରି ପ୍ରଶଂସିତ ହେବେ । ନିର୍ମାଣଧୀନ କାର୍ଯ୍ୟ ସମ୍ପନ୍ନ ହେବ। ବ୍ୟବସାୟ କ୍ଷେତ୍ରରେ ପରିଶ୍ରମ ବୃଦ୍ଧି ପାଇବା ଫଳରେ ସୁଖ ଶାନ୍ତି ବର୍ଦ୍ଧିତ ହେବ । ସାଙ୍ଗସାଥିମାନେ ସାହାଯ୍ୟ କରିବେ। ରାଜନୀତିରେ ଉଚ୍ଚପ୍ରଶଂସିତ ହେବେ ଓ ସଫଳତା ମିଳିବ। ଉପରିସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନ ମିଳିବ। ମହିଳା ମାନେ କର୍ତ୍ତବ୍ୟ ନିଷ୍ଠାରୁ ଯଶ- ପ୍ରଶଂସାର ଅଧିକାରିଣୀ ହେବେ। ପ୍ରତିକାର:-ଆରାଧ୍ୟା ଦେବୀଙ୍କୁ ଭୋଗ ଲଗେଇ ପିଲାଙ୍କୁ ବାଣ୍ଟିବେ।

ଏହି ରାଶିର ଲୋକଙ୍କ ପାଖେ ଥାଏ ଖାଲି ଟଙ୍କା । କେବେବି ହୁଏନି ଧନର ଅଭାବ।

ମିଥୁନ:-

ଧାତୁ ପଦାର୍ଥ କ୍ରୟ ବିକ୍ରୟ କରୁଥିବା ବ୍ୟବସାୟୀମାନେ ଲାଭବାନ ହେବେ। ନୂତନ କାର୍ଯ୍ୟ ପାଇଁ ଆଶାୟୀ ହେବେ। କାର୍ଯ୍ୟ କ୍ଷେତ୍ରରେ ଶତ୍ରୁମାନେ ପରାଜିତ ହେବେ। ମାନସିକ ଅଶାନ୍ତି ଦୂର ହେବ। ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧି, ଧର୍ମାନୁଷ୍ଠାନ ଦିଗରୁ ପ୍ରେରଣା ମିଳିବ, ସାମାଜିକ ପ୍ରତିଷ୍ଠା ଓ ମାନ-ସମ୍ମାନ ବୃଦ୍ଧି ହେବ। ନିକଟ ସମ୍ପର୍କୀୟଙ୍କଠାରୁ ପ୍ରଶଂସିତ ହେବେ। ପରୋକ୍ଷ ଶତୃଙ୍କୁ ପ୍ରତିହତ କରି ବହୁତ ଦିନରୁ ବାକି ରହିଥିବା ଟଙ୍କା ମିଳିଯିବା ଫଳରେ ଆଶା କରିଥିବା କାମଟି ସମ୍ପନ୍ନ କରିପାରିବେ। ପ୍ରତିଯୋଗିତା ପରୀକ୍ଷାରେ ସଫଳତା ମିଳିବ ଓ ଆୟ ବୃଦ୍ଧି ହେବା ଫଳରେ କ୍ଳାନ୍ତି ଓ ଅବସନ୍ନତା ଜନିତ ଆଳସ୍ୟଭାବ ଦୂରେଇଯିବ। ପ୍ରତିକାର:-ଚଣାଡାଲି ମନ୍ଦିରରେ ଦାନ କରନ୍ତୁ।

କର୍କଟ:-

ଅନ୍ୟମାନଙ୍କ କାନ୍ଧରେ ବନ୍ଧୁକରଖି ଖେଳ ଖେଳିବେ ଏବଂ ଅପଯଶକୁ ଦୂରକୁ ଠେଲିଦେଇ କେବଳ ଯଶତକ ଗ୍ରହଣ କରିବେ। ପାରିବାରିକ ଜୀବନରେ ଅନେକ ପ୍ରକାରର ବାଧାବିଘ୍ନ ଦୂରେଇ ଯିବ । ଉତ୍ତରାଧିକାର ଏବଂ ପୈତୃକ ସମ୍ପତ୍ତିକୁନେଇ କୋର୍ଟକଚେରୀ ମାମଲାଯୋଗେ ଚିନ୍ତିତ ରହିବେ। ଖେଳକୁଦ, ବାଦବିବାଦ, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ସଫଳତା ମିଳିବ। କୌଣସିକାର୍ଯ୍ୟ କରିବା ପୂର୍ବରୁ ବୁଝିବିଚାରି ନିର୍ଣ୍ଣୟ ନେବା ଆବଶ୍ୟକ। ସବୁଥିରେ ଥିଲେ ବି କେଉଁଥିରେ ନିଜର ପ୍ରତ୍ୟକ୍ଷ ସପୃକ୍ତିକୁ ନଦର୍ଶାଇବା ଉଚିତ୍ ହେବ। ସ୍ଵାସ୍ଥ୍ୟପୀଡା ଭୋଗିପାରନ୍ତି। ପ୍ରତିକାର:-ଗ୍ରାମ୍ୟ ଦେବୀଙ୍କୁ ଭୋଗ ଲଗେଇ ପିଲାଙ୍କୁ ବାଣ୍ଟିବେ।

ସିଂହ:-

ବ୍ୟବସାୟକ୍ଷେତ୍ରରେ କଠିନ ପରିଶ୍ରମ କରିବାକୁ ପଡିବ। ପରିବାରରେ  ପ୍ରତିବନ୍ଧକ ସତ୍ତ୍ୱେ ଆଗକୁ ବଢ଼ିବାର ଇଚ୍ଛା ଏବଂ ଆତ୍ମବିଶ୍ୱାସ ବୃଦ୍ଧିହେବ । ଖେଳକୁଦ, ବାଦବିବାଦ, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ବିଜୟୀ ହେବେ । ବନ୍ଧୁ ମିତ୍ରଙ୍କ ଉପଦେଶକୁ ଖରାପ ନଭାବି ମାନି ନେବା ହିତକର। କାରବାରର ଗତି ରୀତିରେ ପରିବର୍ତ୍ତନର ଆଶଙ୍କା ନାହିଁ। ପାରିଶ୍ରମିକ ତୁଳନାରେ ଅଧିକ ଶ୍ରମ କରିବେ ଓ ବିରୋଧିତତ୍ତ୍ଵର ମୁଖରେ ସ୍ଵାର୍ଥ-ଲାଳସା-ପୂର୍ତ୍ତିର ମଜବୁତ ତୁଣ୍ଡି ଭିଡି ଦେଇ, ଆଇନ ଶୃଙ୍ଖଳା ଶକ୍ତିକୁ ସ୍ଥାଣୁ କରିଦେଇ ପାରିବେ। ଆର୍ଥିକକ୍ଷେତ୍ରରେ ପରିବର୍ତ୍ତନ ଦେଖାଦେବ। ପ୍ରତିକାର:-ବେଲକାଠରେ ଚନ୍ଦନ ଘୋରି ଧାରଣ କରନ୍ତୁ।

କନ୍ୟା:-

ବ୍ୟବସାୟରେ ଶତୃମାନେ ପରାଜିତ ହେବେ ଓ ଉନ୍ନତି ହୋଇ ଋଣଭାର କମିଯିବ। ରାଜନୀତି କ୍ଷେତ୍ରରେ ସମ୍ମାନ ପ୍ରାପ୍ତି ଓ ସହକର୍ମୀଙ୍କ ସହ ବୁଝାମଣା ଠିକ ରହିବ। ଦାମ୍ପତ୍ୟ ସୁଖରେ ସୁଖୀ ହେବେ । ଖେଳକୁଦ, ବାଦବିବାଦ, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ସଫଳତା ମିଳିବ। ଅଏସ୍ ଆରାମ ସୁଖ-ସନ୍ତୁଷ୍ଟି ପାଇବାରେ ବାଧା କିଛି ନାହିଁ। ଯେତେ ସମସ୍ୟା ଲାଗିଲେ ମଧ୍ୟ କାମକୁ ଅବହେଳା କରିବେ ନାହିଁ। ବନ୍ଧୁଙ୍କୁ ଦେଇଥିବା ପ୍ରତିସୂତି ରକ୍ଷାକରିବା ଫଳରେ ମନ ଭଲ ରହିବ। କାର୍ଯ୍ୟ କ୍ଷେତ୍ରରେ ସୁଖ-ଶାନ୍ତି ବୃଦ୍ଧି ହେବ ଓ ଉଚ୍ଚ ସମ୍ଭାବନାର ଆଶା ଆଶ୍ୱାସନା ଲାଭ କରି ମାନସିକ ଶାନ୍ତି ପାଇବେ। ପ୍ରତିକାର:- ଅସହାୟା ମାନଙ୍କୁ ସାହାଯ୍ୟ କରନ୍ତୁ।

କାହାକୁ କିଛି ନ କହି ରାତିରେ ତକିଆ ତଳେ ରଖନ୍ତୁ 1 ଟଙ୍କାର କଏନ – ଏମିତି ଭାଗ୍ୟ ଖୋଲିବ କି ଆପଣ କେବେ ଭାବିବି ନଥିବେ

ତୁଳା:-

ଖେଳକୁଦ, ବାଦବିବାଦ, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ କୃତକାର୍ଯ୍ୟ ହେବେ। ପାରିବାରିକ ଜୀବନ ସୁଖମୟ ହେବ । ବ୍ୟବସାୟରେ କମ୍ ପରିଶ୍ରମରେ ଆଶାଜନକ ଫଳ ପାଇବେ। ଦୂରଯାତ୍ରା କରିବେ। ଧାର୍ମିକ କାର୍ଯ୍ୟରେ ବୃଦ୍ଧି ହେବ। ପରିବାରରେ ଅପ୍ରିତିକର ପରିସ୍ଥିତି ଦେଖା ଗଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନହେବ। ନିଃସଙ୍ଗତା, ଅସହାୟତା, ଅସମାହିତ ସମସ୍ୟା, ଦୈବୀ ବିପତ୍ତି ଭାଗ୍ୟର ବିଡମ୍ବନା ଭଳି ସମସ୍ୟା  ଘଟିବାର ନାହିଁ। ନିଜର ପ୍ରତ୍ୟୁତ୍ମନମତିତା କାରଣରୁ ଖୁସି ଗପ ଓ ମଉଜ ମଜଲିସ୍ କରିବେ। ପାରିବାରିକ ପ୍ରତିରୋଧ କାମକୁ ଶୃଙ୍ଖଳିତ କରିବ। ପରିବହନ କ୍ଷେତ୍ରରେ ସମସ୍ୟା ସମାଧାନ ହେବ। ପ୍ରତିକାର:- ବୃଦ୍ଧ ବୃଦ୍ଧାଙ୍କୁ ସାହାଯ୍ୟ କରନ୍ତୁ।

ବିଛା:-

ଧାର୍ମିକ କାର୍ଯ୍ୟରେ କୌଣସି ବିବାଦୀୟ ଘଟଣାରେ ନୀରବତା ଅବଲମ୍ବନ କରିବା ଉଚିତ୍। ଖେଳକୁଦ, ବାଦବିବାଦ, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ସଫଳତା ମିଳିବ। ଗଠନମୂଳକ ପ୍ରସ୍ତାବ ଦେଇ ପ୍ରଶଂସିତହେବେ ଓ ସାମାଜିକ କାର୍ଯ୍ୟରେ ସଫଳତା ଓ ମାନସମ୍ମାନ ବୃଦ୍ଧି ହେବ। ଯାତ୍ରାରେ ଭୋଗ ବିଳାସ ଓ ଆନନ୍ଦମୟ ମୁହୂର୍ତ୍ତ କଟିବ। ମହିଳାମାନେ ପିଲାଙ୍କ ସହ ଖୁସିଗପ କରିବାରେ ମଉକା ଜୁଟିବ। ପରିବାରର ମାମଲା ଘରୋଇ ସମସ୍ୟାର ସମାଧାନ ହେବ। ରାଜନୀତିରେ ଉଚ୍ଚପ୍ରଶଂସିତ ହେବେ। ଖାଦ୍ୟପେୟର ଅନିୟମିତତା ସ୍ଵାସ୍ଥ୍ୟହାନିର କାରଣ ହୋଇପାରେ। ପ୍ରତିକାର:-ଗୋମାତାର ସେବାକରିବା ଆବଶ୍ୟକ।

ଧନୁ:-

ଖେଳକୁଦ, ବାଦବିବାଦ, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ସଫଳତା ମିଳିବ । ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହେବ ଓ ପ୍ରତିଷ୍ଠା, ପ୍ରତିପତି, ମାନସମ୍ମାନ ଓ କ୍ଷାତି ବଢ଼ିବ। ବନ୍ଧୁଙ୍କ ନିକଟରୁ ଅର୍ଥିକ ସାହାଯ୍ୟ ପାଇବେ। ମନ ସ୍ଥିର ରହିବ ଓ ବୁଦ୍ଧିପ୍ରୟୋଗ କରି ପ୍ରଚୁର ଅର୍ଥ ଲାଭ କରିବେ। ପୂର୍ବ ଯୋଜନା ଅନୁଯାୟୀ କାମକଲେ ପ୍ରତ୍ୟେକ କାର୍ଯ୍ୟରେ ସଫଳତା ମିଳିବ। ପୁରାତନ ରୋଗ ପୀଡ଼ାରୁ ଉପଶମ ପାଇବେ। କାମରେ ମନ ଲାଗିବ ଓ ପରିବହନ ବ୍ୟବସାୟ ସକାଶେ ବହୁତ ଭଲ। ଭାତୃ ବିବାଦ  ଏବଂ ସ୍ୱାମୀ ସ୍ତ୍ରୀଙ୍କ ମଧ୍ୟରେ ଥିବା ମନାନ୍ତର ମତାନ୍ତରର ଅବସାନ ଯୋଗେ ମନରେ ସନ୍ତୋଷ ଦେଖାଦେବ। ପାରିବାରିକ ଜୀବନରେ ଶାନ୍ତି ବଜାୟ ରହିବ। ପ୍ରତିକାର:- କୁକୁରକୁ ଖାଦ୍ୟ ଦିଅନ୍ତୁ।

ମକର:-

ଦାମ୍ପତ୍ୟ ସୁଖ ଏବଂ ପାରିବାରିକ ଜୀବନ କ୍ଷେତ୍ରରେ ଆନନ୍ଦମୟ  ପରିସ୍ଥିତି ସୃଷ୍ଟିହେବ। ଖେଳକୁଦ, ବାଦବିବାଦ, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ବିଜୟୀ ହେବେ। ରାଜନୀତି କ୍ଷେତ୍ରରେ ନୂତନ ଯୋଜନା ପାଇଁ ସହଯୋଗ ମିଳିବ। ବ୍ୟବସାୟ ଦିଗରୁ ପ୍ରାୟତଃ ଅନୁକୂଳ ରହିବା ଫଳରେ ଆଶାତୀତ ଲାଭ ପାଇବାର ରାସ୍ତା ପରିସ୍କାର ହୋଇଯିବ। ଭଲମନ୍ଦ ବିଚାର କରି କାର୍ଯ୍ୟକଲେ ଅଯଥା ଖର୍ଚ୍ଚାନ୍ତରୁ ରକ୍ଷା ପାଇବେ। ପୂର୍ବରୁ ଲାଗିରହିଥିବା ଅଫିସରେ ଟେନସନ୍ ଦୂର ହୋଇ ସୁସମ୍ବାଦ ପ୍ରାପ୍ତି ହେବ। ପାରିବାରିକ ସମସ୍ୟା ସହଜ ସରଳରେ ସମାଧାନ ହୋଇଯିବା ଫଳରେ ମନ ଶାନ୍ତିହେବ। ପ୍ରତିକାର:- ବୃଦ୍ଧ ବୃଦ୍ଧାଙ୍କୁ ସାହାଯ୍ୟ କରନ୍ତୁ।

କୁମ୍ଭ:-

ପିତାମାତାଙ୍କପ୍ରତି ଆଦରଭାବ ଜାଗୃତ ହେବ। ହାତ ପାହାନ୍ତାରେ ଥିବା ସୁଯୋଗ ଆପେ ଆପେ ଆସିଯିବ। ବ୍ୟବସାୟ ପାଇଁ ଯୋଗାଯୋଗ କରିଥିବା କ୍ଷେତ୍ରରୁ ଡାକରା ପାଇ ଯାତ୍ରା କରିବାକୁ ବାଧ୍ୟ ହେବେ। ଖେଳକୁଦ, ବାଦବିବାଦ, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ବିଜୟୀ ହେବେ। ରାଜନୀତି, ଅଧ୍ୟୟନ ଓ ଅଧ୍ୟାପନା ତଥା ସାମାଜିକ କ୍ଷେତ୍ରରେ ପ୍ରତିଷ୍ଠା ବଢିବ। କଳା ଓ ସଙ୍ଗୀତରେ ସୁନାମ ଅର୍ଜନ କରିବେ। ଅଧାଥିବା କାର୍ଯ୍ୟ ସମ୍ପୂର୍ଣ୍ଣ ହେବ। ହାସ-ପରିହାସ ଓ ମନୋରଞ୍ଜନରେ ସମୟ ବ୍ୟତୀତ ହେଲେ ମଧ୍ୟ ଆୟ ବୃଦ୍ଧି ହେବ। ବିଦେଶଯାତ୍ରା, ଯଶଲାଭ, ନୂତନ ବାହନଆଦି ପ୍ରାପ୍ତିସମସ୍ତକାର୍ଯ୍ୟରେ ଶୁଭଫଳ ପ୍ରାପ୍ତି ହେବ। ପ୍ରତିକାର:- ଭୋକିଲା ଲୋକଙ୍କୁ ଖାଦ୍ୟ ଦିଅନ୍ତୁ।

ମୀନ:-

ଭୋଗ ବିଳାସରେ ଦିନଟି କାଟିବା ପାଇଁ ଆଗ୍ରହୀ ହେବେ। କ୍ରିଡା, ପ୍ରତିଯୋଗିତାପରୀକ୍ଷା, ବାଦବିବାଦ ଓ ସାକ୍ଷାତ୍କାରରେ ସଫଳତା ମିଳିବ। ନିଜର ଆତ୍ମନିରୀକ୍ଷଣ, ମନୋବୈଜ୍ଞାନିକ ତଥ୍ୟ, ଅନ୍ୱେଷଣ, ଅନ୍ତଦୃଷ୍ଟି ଏବଂ ଆନ୍ତରିକ ମୂଲ୍ୟାଙ୍କନର ଅନୁଭୂତ ଜାଗ୍ରତ ହେବ। ସାମାଜିକ କଲ୍ୟାଣ ଓ ଜୀବନସ୍ତର ପରିବର୍ତ୍ତନ ହେବ। ବେପରୁଆ କାର୍ଯ୍ୟକଳାପ ଯୋଗୁଁ ଉଚ୍ଚବର୍ଗଙ୍କଠାରୁ ସମାଲୋଚିତ ହେବେ ଓ ମାନହାନୀର ସମ୍ଭାବନା ଅଧିକ। ଛାତ୍ରଛାତ୍ରୀମାନେ ଅଯଥାରେ ସମୟ ନଷ୍ଟ କରିବେ। ମହିଳାମାନେ ନିଜ ଗୃହ ସମସ୍ୟା ସଜାଡିବାକୁ ଯାଇ ବହୁ ଅସୁବିଧାର ସମ୍ମୁଖୀନ ହେବାକୁ ପଡିବ। ପ୍ରତିକାର- ଗାଈକୁ ସଦ୍ୟ ଘାସ ଖାଇବାକୁ ଦିଅନ୍ତୁ।

Jyotirbid Pandit Sudhakar Tripathy
Jantra Jyotisha, Kakatpur, Puri, 993755198