ସେପ୍ଟେମ୍ବର ୧୯, ୨୦୧୮, ବୁଧବାର – ଆଜିର ରାଶିଫଳ – ଆଜି ଦିନଟି କିପରି କଟିବ : ଏହି 4ଟି ରାଶିର ଆଜି ଧନପ୍ରାପ୍ତି ଯୋଗ ଅଛି।

ଆଜିର ରାଶିଫଳ, ୧୯ ସେପ୍ଟେମ୍ବର ୨୦୧୮

ମେଷ:-

ଅଧ୍ୟୟନ-ଅଧ୍ୟାପନା କାର୍ଯ୍ୟରେ ବ୍ୟସ୍ତ ରହିବେ। ଧର୍ମ-କର୍ମରେ ରୁଚି ରହିବ ଓ କୌଣସି ଧାର୍ମିକ କାର୍ଯ୍ୟ ଆୟୋଜନ କରେଇବା ଦ୍ଵାରା ମାନ-ପ୍ରତିଷ୍ଠା ବଢିବ। ଜମିଜମା ସଙ୍କ୍ରାନ୍ତିୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ। କ୍ରୋଧକୁ ଦମନ କରି ହସଖୁଶିର ବାତାବରଣ ସୃଷ୍ଟି ହେବ। ମହିଳାମାନେ ମିତ୍ର ଓ ଭାଇମାନଙ୍କ ସାହାଯ୍ୟରେ ଯାତ୍ରାରେ ବିଶେଷ ଲାଭାନ୍ୱିତା ହେବେ। ନିକଟକୁ ଯାତ୍ରା କରି ବିଗିଡିଯାଇଥିବା କାର୍ଯ୍ୟ ସୁଧାରି ଦେବା ଫଳରେ ଲାଭବାନ୍ ହେବେ। ମାନ ସମ୍ମାନ ପ୍ରତିଷ୍ଠା ବୃଦ୍ଧି ହେବ। ବୁଦ୍ଧି ବଳରେ  ପ୍ରଚୁର ଅର୍ଥ ଲାଭହେବ ଓ ଆର୍ଥିକ ସମସ୍ୟାର ସମାଧାନ ହେବ। ବିଦ୍ୟା ଓ ଖେଳରେ ଉନ୍ନତି ହେବ। ପ୍ରତିକାର- ଗ୍ରାମ୍ୟ ଦେବା ଦେବୀଙ୍କୁ ଭୋଗ ଲଗେଇ ପିଲାଙ୍କୁ ବାଣ୍ଟିବେ।  

ବୃଷ:-

 

ପରୋପକାର ଏବଂ ସମାଜସେବା କାର୍ଯ୍ୟରେ ରୁଚି ବୃଦ୍ଧିହେବ। ରାଜନୀତିରେ କୃତକାର୍ଯ୍ୟ ହେବେ। ଉଚିତ୍ ପରାମର୍ଶ ପାଇ ହରେଇଥିବା ଦ୍ରବ୍ୟ ଫେରି ପାଇବେ। ମଉଜ-ମସ୍ତିରେ ସମୟ କଟିପାରେ। କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ। ଗୃହ ସମସ୍ୟା ଦୂର ହୋଇ କାର୍ଯ୍ୟ ମଧ୍ୟମ ଧରଣର ହେବ। ସଫଳତା ମିଳିବ କିନ୍ତୁ ସନ୍ତୁଷ୍ଟ ହେବେନାହିଁ। ଦାମ୍ପତ୍ୟ ଜୀବନରେ ସୁଖବୃଦ୍ଧି ହେବ। ମହିଳାମାନଙ୍କର ସ୍ୱଜନ ଓ ମିତ୍ରଙ୍କ ଠାରୁ ପୂର୍ଣ୍ଣ ସହଯୋଗ ମିଳିବ। ଶାରୀରିକ କଷ୍ଟ ଭୋଗିବେ। ଶତୃମାନେ କ୍ଷତି କରିବେ। ସତର୍କ ରହିଲେ ଲାଭଦାୟକ ହେବ। ପ୍ରତିକାର- ଚଣାଡାଲି ମନ୍ଦିରରେ ଦାନ କରନ୍ତୁ।

ମିଥୁନ:-

ବ୍ୟବସାୟୀମାନେ ନୂତନ ବାଣିଜ୍ୟର ପରିକଳ୍ପନା କରି ପ୍ରଚୁର ଲାଭ କରିବେ। କର୍ମ କ୍ଷେତ୍ରରେ ଅନେକ ଦିନର ଅଭିଳାଷ ପୂର୍ଣ୍ଣ ହେବ। ରାଜନୀତିରେ ପ୍ରଶଂସିତ ହେବେ। ଶାରୀରିକ ଓ ମାନସିକ ସ୍ଥିରତା ଦେଖାଦେବ। ନୂତନ ଗୃହସୁଖ ମିଳିବ।ବ୍ୟବସାୟ ବୃଦ୍ଧି କିମ୍ବା ନୂଆ ଯୋଜନା ଅନୁସାରେ କାର୍ଯ୍ୟ କରିବେ। ସ୍ଥଗିତ ଥିବା ଧନପ୍ରାପ୍ତ ହେବ। ମହିଳାମାନେ ନୂତନ କର୍ମ ଓ ବ୍ୟବସାୟ ପାଇଁ ଚେଷ୍ଟିତ ହେବେ ବିବେକ ବୁଦ୍ଧି ଖଟେଇ ଉଚିତ୍ମାର୍ଗରେ ଗତିକରିବାର କ୍ଷମତା ଜନ୍ମହେବ। ରାଜନୀତିରେ ଉନ୍ନତି, ବିଦ୍ୟାରେ ଉନ୍ନତି, ଖେଳରେ ଶାନ୍ତି ହେବେ। ପ୍ରତିଷ୍ଠା, ପ୍ରତିପତି, ମାନସମ୍ମାନ ଓ କ୍ଷାତି ବଢ଼ିବ। ପ୍ରତିକାର-ବୃଦ୍ଧ ବୃଦ୍ଧାଙ୍କୁ ସହାୟତା କରି ଆଶୀର୍ବାଦ ପ୍ରାପ୍ତ କରନ୍ତୁ।

କର୍କଟ:-

ବ୍ୟବସାୟରେ  ଉଧାର ଦେଇ ଫେରି ପାଇବା ସହଜ ହେବ। ପାରିବାରିକ କ୍ଷେତ୍ରରେ ସାଧାରଣ ଚଳଣି ଅତୁଟ ରହିବ। ସମାଜ ସେବା ଓ ରାଜନୀତିରେ ସ୍ଵନାମ ଅର୍ଜନ କରିପାରିବେ। କର୍ମ କ୍ଷେତ୍ରରେ ଉତ୍ତମ ରୋଜଗାର କରିପାରିବେ। କର୍ମକ୍ଷେତ୍ରରେ ବନ୍ଧୁଙ୍କ କାର୍ଯ୍ୟରେ ସନ୍ତୁଷ୍ଟ ରହିବେ। ଶିଳ୍ପ, ବାଣିଜ୍ୟ, ବ୍ୟବସାୟ, ପରିବହନ ଓ ନିର୍ମାଣକ୍ଷେତ୍ରରେ ଉନ୍ନତମାନର ଫଳ ପାଇବେ। ଆର୍ଥିକସ୍ଥିତି ପୂର୍ବପରି ରହିବ। ସାମୟିକ ଚିନ୍ତା ଦୂରହେବ। ମହିଳାମାନେ ପିଲାଙ୍କସହ ଖୁସିରେ ରହିବେ। ମିତ୍ରମାନଙ୍କ ସହ ସୁସମ୍ପର୍କ ରହିବା ଫଳରେ ଅନେକ କାର୍ଯ୍ୟରେ ସଫଳ ହେବେ। ରାଜନୀତିରେ ପ୍ରସଂଶା, ବିଦ୍ୟାରେଉନ୍ନତି, ଖେଳରେ ବିଜୟୀ ହେବେ। ପ୍ରତିକାର:- କୁକୁରକୁ ଖାଦ୍ୟ ଦିଅନ୍ତୁ।

ସିଂହ:-

ଅନ୍ୟମାନଙ୍କୁ ସାହାଯ୍ୟ କରିବେ, ତେଣୁ ଲୋକମାନେ ଆପଣଙ୍କୁ ସମ୍ମାନ ଦେବେ। କର୍ମକ୍ଷେତ୍ରରେ ସହକର୍ମୀ ଓ ଉପରିସ୍ଥ କର୍ମଚାରୀଙ୍କ ଠାରୁ ପ୍ରଶଂସିତ ହେବେ ଓ କର୍ମରେ ସ୍ଥିରତା ଆସିବ। ରାଜନୀତିରେ ଯାତ୍ରାରେ ସମୟ କଟିବ ଓ ଲାଭ ପାଇ ପ୍ରସଂଶିତ ହେବେ। ବିଦ୍ୟାକ୍ଷେତ୍ରରେ ଧୈର୍ଯ୍ୟ ଓ ସଂଯମ ରଖି ବିଶେଷ ଲାଭାନ୍ୱିତ ହେବେ। କୃଷିରେ ଉନ୍ନତି ଫଳରେ ମନସନ୍ତୁଷ୍ଟ ରହିବ। ଖେଳରେ ବିଜୟୀ ହେବେ। ମହିଳାମାନେ ଅନ୍ୟକୁ ନିଜ ସହ ତୁଳନା କରି ମାନସିକ ଶାନ୍ତି ଅନୁଭବ କରିବେ। ଶୁଭ ସମାଚାର ଶୁଣିବାକୁ ମିଳିବ। ନୂତନ ବନ୍ଧୁ ଭେଟ ହେବେ। ଆଜି ଦିନର ସମୟ ଗୁଡିକ ହସ ଖୁସିରେ ବିତିବ। ପ୍ରତିକାର-ବୃଦ୍ଧ ବୃଦ୍ଧାଙ୍କୁ ସହାୟତା କରି ଆଶୀର୍ବାଦ ପ୍ରାପ୍ତ କରନ୍ତୁ।

କନ୍ୟା:-

ପାରିବାରିକ କ୍ଷେତ୍ରରେ ଶାନ୍ତି ବିରାଜମାନ କରିବ। ଶତୃନାଶ, ଋଣନାଶ ଓ ପୁରାତନ ରୋଗପୀଡ଼ାର ଉପଶମ ହେବ । ପରୀକ୍ଷା ଓ ପ୍ରତିଦ୍ୱନ୍ଦିତାରେ ସଫଳତା ପାଇବେ । ନୂତନ ବନ୍ଧୁଙ୍କ ଯୋଗେ ପଟ୍ଟ ପରିବର୍ତ୍ତନ ଘଟି ଅଶାନ୍ତି ଓ ବିଶୃଙ୍ଖଳାରୁ ମୁକ୍ତ ହେବେ। ସବୁପରେ ଅପଣା ଲୋକଙ୍କ ସହଯୋଗ ବୃଦ୍ଧି ପାଇବ ଓ ନିଃସଙ୍ଗତା ବୋଧର ପୀଡା ମଧ୍ୟ ଦୂରେଇ ଯିବ। ଆପଣା ଲୋକଙ୍କ ମଧ୍ୟରୁ କେହି କ୍ଷୟକ୍ଷତି ଘଟାଇବାର ଉଦ୍ୟମ କରିବେ। ଯାତ୍ରାରେ ବିଶେଷ ଲାଭାନ୍ୱିତ ହେବେ। ରାଜନୀତିରେ ପ୍ରସଂଶା, ବିଦ୍ୟାରେଉନ୍ନତି, କୃଷିରେ ମନସନ୍ତୁଷ୍ଟ, ଖେଳରେ ବିଜୟୀ ହେବେ। ମହିଳାମାନେ ଅନ୍ୟକୁ ନିଜ ସହ ତୁଳନା କରି ମାନସିକ ଶାନ୍ତି ଅନୁଭବ କରିବେ। ପ୍ରତିକାର-ମାଦକଦ୍ରବ୍ୟଠାରୁ ଦୂରେଇ ରୁହନ୍ତୁ।

ତୁଳା:-

ଅଟକି ରହିଥିବା କାମ ଗୁଡିକ ସୁରୁଖୁରୁରେ ସମ୍ପନ୍ନ ହେବ। ବାଣିଜ୍ୟ ଓ ପରିବହନ ବ୍ୟବସାୟରେ ଆଶାଜନକ ସଫଳତା ହାସଲ କରିବେ। ଦୂରଯାତ୍ରାର ସୁଯୋଗ ପାଇବେ। ଆତ୍ମବିଶ୍ଵାସ ବୃଦ୍ଧି ପାଇବ। ନୂଆ ନିଯୁକ୍ତିର ସୁଯୋଗ ଅଛି। ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ନୂତନପନ୍ଥା ଅନୁସରଣ କରିବେ। ଦୁଃଖୀ ଲୋକଙ୍କୁ ସାହାରାହେବେ ବା ସାହାଯ୍ୟ କରିବେ। ମହିଳାମାନେ ଉତ୍ସାହ ଉଲ୍ଲାସରେ ସମୟ ଅତିବାହିତ କରିବେ। ବିଦ୍ୟାରେଉନ୍ନତି ଓ ମାନସିକ ଶାନ୍ତି ଅନୁଭବ କରିବେ। ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାକୁ ନେଇ ମନସନ୍ତୁଷ୍ଟ ରହିବ। ପ୍ରତିକାର- ଗାଈକୁ ଖାଇବାକୁ ଦେବେ।

ବିଛା:-

କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତି ହେବ। ଆଧ୍ୟାତ୍ମିକ ବା ଧାର୍ମିକ କ୍ଷେତ୍ରରେ ବ୍ୟସ୍ତ ରହିବେ। ରୋଗୀ, ବୃଦ୍ଧଜନ ଓ ଅଶକ୍ତ ଲୋକଙ୍କୁ ସହଯୋଗ କରିବା ପାଇଁ ହାତ ବଢେଇବେ। ପରିବାରରେ ଅପ୍ରୀତିକର ପରିସ୍ଥିତି ଦେଖାଦେଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ କରିବେ। ବିତିଯାଇଥିବା ମାମଲାରେ ସଫଳତା ମିଳିବ। କାର୍ଯ୍ୟ କ୍ଷେତ୍ରରେ ସମ୍ବନ୍ଧରେ ପ୍ରଗାଢତା ଆସିବ ଓ ଆଶାତୀତ ଲାଭ ଉଠେଇବେ। ରାଜନୀତିରେ ପ୍ରସଂଶା ଓ ସଫଳତା ଏବଂ ଲୋକସମ୍ପର୍କ ଆତ୍ମସନ୍ତୋଷ ବଢେଇବ। ବିଦ୍ୟାର୍ଥୀଙ୍କର ବିଦ୍ୟାରେଉନ୍ନତି ହେବାରୁ ମନ ଖୁସି ରହିବ। ଯାତ୍ରାରେ ବିଶେଷ ଲାଭାନ୍ୱିତ ହେବେ ଓ ବୁଦ୍ଧିମତା କାରଣରୁ ପ୍ରଚୁର ଅର୍ଥ ଲାଭହେବ। ମହିଳାମାନଙ୍କର ଅଧିକାରୀଙ୍କଠାରୁ ସହଯୋଗ ମିଳିବ। ପ୍ରତିକାର- ଗ୍ରାମ୍ୟ ଦେବୀଙ୍କୁ ଭୋଗ ଲଗେଇ ପିଲାଙ୍କୁ ବାଣ୍ଟିବେ।

ଧନୁ:-

ରାଜନୀତିରେ ନିଜଲୋକମାନେ ବା ଦୂରେଇ ଯାଇଥିବା ସହକର୍ମୀ ମାନେ ପ୍ରସଂଶା କରିବେ। ମହିଳାମାନେ ଯାତ୍ରାରେ ବିଶେଷ ଲାଭାନ୍ୱିତ ହୋଇ ମାନସିକ ଶାନ୍ତି ଅନୁଭବ କରିବେ। ବିଦ୍ୟାରେଉନ୍ନତି ପାଇଁ ସମୟ ଉପଯୁକ୍ତ ଅଟେ। ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟା ସୁଧୁରି ଯିବ। ଅଚାନକ ଧନ ଲାଭ ହେବାରୁ ମନ ଖୁସି ରହିବ। ଖେଳରେ ବିଜୟୀ ହେବେ ବାଦବିବାଦ,ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ଉଚ୍ଚ ପ୍ରଶଂସିତ ହେବେ। ବନ୍ଧୁ ମିତ୍ରମାନଙ୍କର ସହଯୋଗରେ ଧନସମ୍ପଦ, ବସ୍ତ୍ରଆଭୂଷଣ ଆଦି ଲାଭହେବ। ବ୍ୟକ୍ତିଗତ ସାର୍ବଜନୀନ ସମ୍ପର୍କରେ ବିକଶିତ ହେବ। ବାଦ ବିବାଦଠାରୁ ଦୂରେଇ ରହିବା ଉଚିତ। ପ୍ରତିକାର:- ଷଣ୍ଢକୁ ଖାଦ୍ୟ ଦିଅନ୍ତୁ।

ମକର:-

ଫୋନ, ମୋବାଇଲ୍, ଇଣ୍ଟରନେଟ୍ ରେ ପୁରୁଣା ମିତ୍ରଙ୍କ ଦ୍ଵାରା ସୁସମ୍ବାଦ ପ୍ରାପ୍ତି ହେବ। ଦୂରଯାତ୍ରା କରିବା ଦ୍ଵାରା ବହୁତ ଲାଭ ମିଳିବ। ଘର ପରିବାରରେ କୌଣସି ଖୁସି ପ୍ରସଙ୍ଗ ଆସିବ। ମନ ଲଗାଇ କାର୍ଯ୍ୟ କରିବା ଫଳରେ ଧନ ପ୍ରାପ୍ତି ହେବ। ଚାକିରୀରେ ପ୍ରମୋଶନ ମିଳିବାର ସମ୍ଭାବନା ଅଛି। ଯେଉଁ ଜିନିଷ ପାଇବା ପାଇଁ ଚିନ୍ତା କରୁଥିଲେ ତାହା ନିଶ୍ଚିତ ଭାବେ ପାଇବେ। ମହିଳାମାନେ ପରିବାରରେ ଆଦରଣୀୟା ହୋଇ ସୁଖଭୋଗ କରିବେ। କାରବାରରେ ସ୍ଥିତି ଠିକ୍ ରହିବ। ବିଦ୍ୟାର୍ଥୀଙ୍କ ମାନସିକସ୍ଥିତି ଭଲ ରହିବ। ଗୃହରେ ଭାତୃବିବାଦ, ପଡ଼ୋଶୀକଳହ, ଜମିପାଇଁ ମାଲିମକଦ୍ଦମାର ସମ୍ମୁଖୀନ ହୋଇପାରନ୍ତି। ପରିବାରିକ ଜୀବନରେ ମତାନ୍ତର ମନାନ୍ତର ଦେଖା ଦେଇପାରେ। ପ୍ରତିକାର-ହନୁମାନ ମନ୍ଦିରରେ ଭୋଗ ଲଗେଇ ବାଣ୍ଟନ୍ତୁ।

କୁମ୍ଭ:-

ଶତୃନାଶ, ଋଣନାଶ ଓ ପୁରାତନ ରୋଗପୀଡ଼ାର ଉପଶମ ହେବ । ପରୀକ୍ଷା ଓ ପ୍ରତିଦ୍ୱନ୍ଦିତାରେ ସଫଳତା ପାଇବେ । ପଟ୍ଟ ପରିବର୍ତ୍ତନ ଘଟି ଅଶାନ୍ତି ଓ ବିଶୃଙ୍ଖଳାରୁ ମୁକ୍ତ ହେବେ। ସବୁପରେ ଅପଣା ଲୋକଙ୍କ ସହଯୋଗ ବୃଦ୍ଧି ପାଇବ ଓ ନିଃସଙ୍ଗତା ବୋଧର ପୀଡା ମଧ୍ୟ ଦୂରେଇ ଯିବ। ସମ୍ପତ୍ତି କ୍ରୟ କରିବେ। ଆଶା ଓ ଉର୍ଜା ଦ୍ଵାରା ଯେକୌଣସି ପ୍ରତିଯୋଗୀତାକୁ ସ୍ଵୀକାର କରିବା ପାଇଁ ପ୍ରସ୍ତୁତ ରହିବେ। କାରବାରରେ ସ୍ଥିତି ଠିକ୍ ରହିବ। ମହିଳାଙ୍କ ମାନସିକସ୍ଥିତି ଭଲ ରହିବ। ଗୃହରେ ଭାତୃବିବାଦ, ପଡ଼ୋଶୀକଳହ, ଜମିପାଇଁ ମାଲିମକଦ୍ଦମାର ଅବସାନ ହେବ । ସ୍ୱାସ୍ଥ୍ୟସମସ୍ୟା ଧୀରେ ଧୀରେ ସୁଧୁରିଯିବ। ନୂତନ ଲୋକଙ୍କ ସହିତ ଭେଟ ହେବ। ଅଟକିଥିବା କାର୍ଯ୍ୟ ସମ୍ପନ୍ନ ହେବ। ପ୍ରତିକାର- ଚଣାଡାଲି ମନ୍ଦିରରେ ଦାନ କରନ୍ତୁ।

ମୀନ:-

ବାଦବିବାଦ,ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ଉଚ୍ଚ ପ୍ରଶଂସିତହେବେ। ବନ୍ଧୁ ମିତ୍ରମାନଙ୍କର ସହଯୋଗରେ ଧନସମ୍ପଦ, ବସ୍ତ୍ରଆଭୂଷଣ ଆଦି ଲାଭହେବ। ଗୃହରେ ଭାତୃବିବାଦ, ପଡ଼ୋଶୀକଳହ, ଜମିପାଇଁ ମାଲିମକଦ୍ଦମାର ସମାଧାନ ହେବ। ବ୍ୟବସାୟରେ କଠିନ ପରିଶ୍ରମ କରିବାକୁ ପଡିବ। ରାଜନୈତିକ କ୍ଷେତ୍ରରେ ଯଶ, ମାନ ପ୍ରତିଷ୍ଠାବୃଦ୍ଧି ହେବ। ଆକସ୍ମିକ ଅର୍ଥଲାଭ, ନୂତନ ବନ୍ଧୁଲାଭ, ଅଧାଥିବା କାର୍ଯ୍ୟ ସମ୍ପୂର୍ଣ୍ଣ ହେବ। ବିଦେଶ ଯାତ୍ରା, ସୁଖ ଶାନ୍ତି, ଯଶ ଲାଭ, ନୂତନ ବାହନଆଦି ପ୍ରାପ୍ତି ଯୋଗ ଅଛି। ସରକାରୀ କର୍ମକ୍ଷେତ୍ରରେ ଉନ୍ନତିର ସୁଯୋଗ ପାଇବେ। ପରିବାର ବା ଘର ସମ୍ବନ୍ଧୀୟ କୌଣସି ମହତ୍ଵପୂର୍ଣ୍ଣ ସମାଚାର ଶୁଣିବେ।  ପ୍ରତିକାର- କୁକୁରକୁ ଖାଇବାକୁ ଦିଅନ୍ତୁ।

Jyotirbid Pandit Sudhakar Tripathy
Jantra Jyotisha, Kakatpur, Puri, 993755198