ଆଜିର ଦିନଟି କେମିତି କଟିବ ଆପଣଙ୍କ ପାଇଁ? ୧୧ ଜାନୁୟାରୀ, ୨୦୧୮

ଆଜିର ରାଶିଫଳ: ୧୧ ଜାନୁୟାରୀ, ୨୦୧୮

ମେଷ-

ଆଜି ଆପଣ ବହୁତ ପରିସ୍ଥିତି ସାମନାକରି ନିଜ ସାହସକୁ ବଜାୟ ରଖନ୍ତୁ । ବେଳେ ବେଳେ ଆପଣ ଅନ୍ୟମନସ୍କ କିମ୍ବା ଉତ୍ତେଜିତ ହୋଇପାରନ୍ତି । ଆଜି ଆପଣଙ୍କୁ ବୃଦ୍ଧିମତା ସହିତ କାମ କରିବାକୁ ପଡ଼ିବ ।

ବୃଷ-

ଆଜି ଆପଣଙ୍କୁ ବୋଧହୁଏ ନିଜ ପରିବାର କିମ୍ବା ବ୍ୟବସାୟୀକ କ୍ଷେତ୍ରରେ କୌଣସି ଗୁରୁତ୍ତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବାକୁ ପଡ଼ିପାରେ । ନିଷ୍ପତ୍ତି ନେବାପୂର୍ବରୁ ଭାବିଚ଼ିନ୍ତି ନିଷ୍ପତ୍ତି ନେଲେ ଭଲ ହେବ ।

ମିଥୁନ-

ଆପଣଙ୍କ ଆଶା ଏବଂ ବୁଝିପାରିବାର ଶକ୍ତି ଆପଣଙ୍କ ସମ୍ପର୍କକୁ ଅଧିକ ସୁଦୃଢ଼ କରିବ । ଦୂରେଇ ଯାଇଥିବା ସମ୍ପର୍କକୁ ନିଜର କରିବା ପାଇଁ ଆପଣଙ୍କ ଚ଼େଷ୍ଟା ସଫଳ ହେବ ଏବଂ ଏହି ସମ୍ପର୍କ ମଜବୁତ ହେବ ।

କର୍କଟ-

ଆଜି ଆପଣ ଆତ୍ମଜ୍ଞାନ ଆଧ୍ୟାତ୍ମିକ ଦିଗରେ ନିଜର ପ୍ରକୃତ ରୂପକୁ ଚିହ୍ନନ୍ତୁ ଓ ଆଧ୍ୟାତ୍ମିକଜ୍ଞାନକୁ ବଢାଇବାକୁ ଚେଷ୍ଟା କରନ୍ତୁ । ଏହି ମାର୍ଗରେ ଗତି କଲେ ଆଜି ଆପଣଙ୍କୁ ବହୁତ ଲାଭ ହେବ ଓ ଶାନ୍ତି ମଧ୍ୟ ମିଳିବ ।

ସିଂହ-

ଆଜି ଆପଣ ବନ୍ଧୁଙ୍କ ସହିତ ଝଗଡ଼ା କରିବା ଦ୍ୱାରା ଚ଼ିନ୍ତାରେ ପଡ଼ିଯିବେ । ଏହି କଥା ପାଇଁ ଆପଣଙ୍କୁ ବହୁତ ଆଶ୍ଚର୍ଯ୍ୟ ଲାଗିବ ଏବଂ ବହୁତ ବୁଦ୍ଧିର ସହିତ ଆପଣଙ୍କୁ ଏହି ପରିସ୍ଥିତିକୁ ସମ୍ଭାଳିବା ପାଇଁ ପଡ଼ିବ ।

କନ୍ୟା-

ଆପଣ ପରିବାର ସହ ଭ୍ରମଣ କରିବା ପାଇଁ ଯେଉଁ ଆଶା ବାନ୍ଧିଛନ୍ତି ସେଥିରେ କୌଣସି ବାଧାବିଘ୍ନ ସୃଷ୍ଟି ହୋଇପାରେ । ଯଦି ଆପଣ ଏହି ଭ୍ରମଣଟି ଚାଲୁରଖନ୍ତି, ସୃଷ୍ଟିହୋଇଥିବା ବାଧା ଆପଣଙ୍କୁ ନିରାଶ କରିବ ।

ତୁଳା-

କୌଣସି ବୃଦ୍ଧ ବ୍ୟକ୍ତିଙ୍କ ପାଇଁ ଆପଣଙ୍କ ସମ୍ପର୍କ ଖରାପ ହୋଇପାରେ । ଯଦି ଆପଣ କୌଣସି ବଡ଼ ଝଗଡ଼ାରେ ନା ଅଡ଼ୁଆରେ ପଡ଼ିଯାଇଛନ୍ତି , ତେବେ ତାକୁ ଶୀଘ୍ର ଠିକ୍ କରନ୍ତୁ ।

ବିଛା-

ଆଜି ଆପଣଙ୍କର ଆତ୍ମତ୍ଜ୍ଞାନ ଅଧିକ ପରିମାଣରେ ଆଧ୍ୟାତ୍ମିକ ଦିଗରେ ରହିବ । ଆପଣ ନିଜ ଜୀବନରେ ଧର୍ମର ମହତ୍ତ୍ୱକୁ ଜାଣିପାରିବେ । ଆଜି ଆପଣ ଆତ୍ମ ବିଶ୍ଳେଷଣ କରିବେ ଏବଂ ଏଥିପାଇଁ ଏହା ନିଶ୍ଚୟ ସଠିକ ସମୟ ।

ଧନୁ-

ଏବେ ଆପଣଙ୍କର ପ୍ରସ୍ତୁତ ହେବାର ମସୟ ଆସିଛି । ଆଜି ଆପଣ ଜୀବନର ସବୁଠାରୁ କଷ୍ଟ କ୍ଷେତ୍ରକୁ ବାଛିବେ ,ଯଦିଓ ତାହା ଅର୍ଥ ସମ୍ବଦ୍ଧୀୟ ହୋଇଥାଏ, ଘର କିମ୍ବା କାର୍ଯ୍ୟ ସମ୍ବଦ୍ଧୀୟ ହୋଇଥାଏ ଏବଂ ତାହା ଉପରେ କାର୍ଯ୍ୟ କରିବା ଆରମ୍ଭ କରନ୍ତୁ ।

ମକର-

ଆଜି ଆପଣ ନିଜକୁ ଠିକ ଭାବରେ ପରଖିବାକୁ ଚେଷ୍ଟା କରିବେ । ଆପଣ ନିଜର ମର୍ଯ୍ୟାଦାରେ ଧ୍ୟାନ ଦିଅନ୍ତୁ ।ଏହି ମାର୍ଗରେ ଚାଲନ୍ତୁ, କାରଣ ଏଥିରେ ଆପଣଙ୍କୁ ବହୁତ ଖୁସି ମିଳିବ । ଆପଣ କୌଣସି ପବିତ୍ର ସ୍ଥାନକୁ ଯାଇପାରନ୍ତି ।

କୁମ୍ଭ-

ଆଜି ଆପଣଙ୍କୁ ବହୁତ ଧନ,ମାନ,ଯଶ ଏବଂ ସଫଳତା ମିଳିବ । ଆଜି ଆପଣ ଏମିତି ସ୍ଥିତିରେ ଅଛନ୍ତି,ଯେ ନିଜ ବିଚାରକୁ କାର୍ଯ୍ୟରେ ପରିଣତ କରିପାରିବେ ।

ମୀନ-

ଆଜି ଆପଣ ନିଜକୁ କୌଣସି ପରିବାରର କାର୍ଯ୍ୟ ବ୍ୟସ୍ତ ରଖିବେ ।ଏହି କାର୍ଯ୍ୟର ଆୟୋଜନ କରିବାରେ ଆପଣଙ୍କୁ ଆନନ୍ଦ ମିଳିବ ।ଏହି କାର୍ଯ୍ୟ ଦ୍ୱାରା ଆପଣ ଓ ଆପଣଙ୍କ ପରିବାରର ଲୋକ ବହୁତ ଖୁସି ହେବେ ।ଆପଣ ଏହି କାର୍ଯ୍ୟ ପାଇଁ ବହୁତ ବ୍ୟସ୍ତ ରହିବେ ।