ଆଜିର ଦିନଟି କେମିତି କଟିବ ଆପଣଙ୍କ ପାଇଁ? ୧୮ ଜାନୁୟାରୀ, ୨୦୧୮

ଆଜିର ରାଶିଫଳ: ୧୮ ଜାନୁୟାରୀ, ୨୦୧୮

ମେଷ-

ଆଜି ଆପଣଙ୍କ ଆତ୍ମବିଶ୍ୱାସ ଏହାର ଚ଼ରମ ସୀମାରେ ରହିବ । ଏହାର ପୂର୍ଣ୍ଣ ଫାଇଦା ଉଠାନ୍ତୁ । ଆପଣ ନିଜର ଆତ୍ମବିଶ୍ୱାସ ଏବଂ ସକାରାତ୍ମକ ଭାବନା ଦ୍ୱାରା ଅନ୍ୟ ମାନଙ୍କୁ ପ୍ରଭାବିତ କରିବେ ।

ବୃଷ-

ଆଜି ଦିନରେ ପରିବାର ଲୋକମାନଙ୍କ ସହ ଖୁବ୍ ଝଗଡା ହେବାର ସମ୍ଭାବନା ଅଛି । ଏଥିପାଇଁ କଥାବାର୍ତ୍ତା ଆଗରୁ ଖୁବ୍ ସତର୍କ ରହନ୍ତୁ । ହୁଏତ କଥାବାର୍ତ୍ତା କଲାବେଳେ କୌଣସି କାରଣରୁ ଉତ୍ତେଜିତ ହେଇପାରନ୍ତି କିମ୍ବା କ୍ରୋଧାନ୍ନିତ ହେଇପାରନ୍ତି ।

ମିଥୁନ-

ଆଜି ଆପଣଙ୍କର ନୂଆ ପରିଚୟ ଦ୍ୱାରା ନୂଆ ବନ୍ଧୁ କରିବେ ।ଭଲ ହେବ ଯଦି ଆପଣ ଏହି ଦିଗରେ ପ୍ରଥମେ ପାଦ ବଢାଇବେ ଏବଂ କଥା ଆରମ୍ଭ କରିବେ ।

କର୍କଟ-

ଆପଣ ଆଜି ବିଦେଶରୁ ଗୋଟିଏ ଖୁସି ଖବର ପାଇପାରନ୍ତି ଯଦି ଆପଣ ବିଦ୍ୟାର୍ଥି ହୋଇଥାନ୍ତି ତେବେ ଆପଣ ବୃତ୍ତି ପାଇପାରନ୍ତି କିମ୍ବା ଆପଣଙ୍କର ନାମ ଲେଖା ହୋଇପାରେ । ଏହା ମଧ୍ୟ କୌଣସି ଏକ ନୂଆ ଚ଼ାକିରି ହୋଇଥାଇପାରେ । ତେଣୁ ଇମେଲ ଲେଖନ୍ତୁ ।

ସିଂହ-

ଆଜି ଆପଣଙ୍କର ଭ୍ରମଣ କରିବା ସମ୍ଭାବନା ଅଛି । କୌଣସି ଏକ ଧର୍ମପୀଠ,ସାଂସ୍କୃତିକ କିମ୍ବା ଐତିହାସିକ ଗୁରୁତ୍ତ୍ୱପୂର୍ଣ୍ଣ ସ୍ଥାନ ବୁଲିବାକୁ ଯାଇପାରନ୍ତି । ଏହା ଏକ କମ୍ ସମୟର ଯାତ୍ରା ହୋଇପାରେ କିନ୍ତୁ ଆପଣଙ୍କ ଜୀବନରେ ଏହା ଗୁରୁତ୍ତ୍ୱପୂର୍ଣ୍ଣ ହେବ ।

କନ୍ୟା-

ଯେଉଁ ଛାତ୍ରମାନେ ନିଜର ଉଚ୍ଚଶିକ୍ଷା ଲାଭ କରିବାକୁ ଚାହୁଁଛନ୍ତି , ଆଜି ଏକ ଶୁଭଦିନ ହିସାବରେ ଯୋଜନା ଆରମ୍ଭ କରନ୍ତୁ । କଣ ଶିକ୍ଷା କରିବେ ଏକ ଚିଠା ତିଆରି କରନ୍ତୁ ଏବଂ ତାହାର ଭଲମନ୍ଦ ବିଚାର କରନ୍ତୁ ।

ତୁଳା-

ଆଜି ଆପଣଙ୍କୁ ନିଜର କେହି ଆଶ୍ଚର୍ଯ୍ୟ କରିବ । ବିଷୟଟି ଆପଣଙ୍କ ସମ୍ପର୍କରେ ହୋଇପାରିଥାଏ,ନ ହୋଇ ମଧ୍ୟ ପାରିଥାଏ । କିନ୍ତୁ ସବୁ ପରିସ୍ଥିତିରେ ଆପଣଙ୍କୁ ଶାନ୍ତ ରହିବାକୁ ପଡିବ ଏବଂ ନିଜ ଲୋକଙ୍କୁ ସାହାର୍ଯ୍ୟ ପାଇଁ ଚେଷ୍ଟା କରିବା ଉଚିତ ହେବ ।

ବିଛା-

ଆଜି ଆପଣ ପରିବାରର ଲୋକଙ୍କୁ ଏବଂ ବନ୍ଧୁ ମାନଙ୍କୁ ସେମାନଙ୍କର ସାହାଯ୍ୟ ପାଇଁ ପ୍ରଶଂସା କରିବେ । ସେମାନଙ୍କୁ ସେମାନଙ୍କର ସାହାଯ୍ୟ ପାଇଁ ଧନ୍ୟବାଦ ଅବସ୍ୟ ଦିଅନ୍ତୁ । ଏହା ଆପଣଙ୍କର ସମ୍ପର୍କ ଏବଂ ଶରୀର ପାଇଁ ଲାଭଦାୟକ ହେବ ।

ଧନୁ-

ବନ୍ଧୁବାନ୍ଧବ କିମ୍ବା ପରିବାରସହ ଆଜି ଦିନରେ ଯାତ୍ରାଟି ଉପଭୋଗ ହେବ । ଏହି ଭ୍ରମଣ ଅତ୍ୟନ୍ତ ସୁଖ ଦାୟକ ହେବ ଏବଂ ଯାତ୍ରାରୁ ଫେରିବା ପରେ ଘଟଣା ଗୁଡିକ ଅନ୍ୟମାନଙ୍କୁ ମଧ୍ୟ ଆନନ୍ଦିତ କରିବ ।

ମକର-

ଆଜି ଆପଣ ନିଜ ଘରେ ଆନନ୍ଦପୂର୍ଣ୍ଣ ଦିନ ବିତାଇବେ । ଖୁସି ପାଇଁ ଏହା ଜରୁରୀ ନୁହେଁ ଯେ ଆପଣ କୌଣସି ପ୍ରକାର ବାହାରେ ହିଁ ପଇସା ଖର୍ଚ୍ଚ କରି ଆନନ୍ଦ ଉଠାଇବେ ବେଳେ । ବେଳେ ଛୋଟ ଛୋଟ ଜିନିଷ ବି ଜୀବନରେ ବହୁତ ଖୁସି ଦିଏ ।

କୁମ୍ଭ-

ଆଜି ଆପଣ ଶାନ୍ତି ପୂର୍ବକ ଘରେ କୌଣସି କଳିକୁ ସମାଧାନ କରିବାକୁ ଚେଷ୍ଟାକରିବେ । ଯଦି ଆପଣ ଏବଂ ଆପଣଙ୍କ ପରିବାର ଲୋକଙ୍କ ମଧ୍ୟରେ କଳି ହୋଇଯାଏ, ତେବେ ଆପଣ ନିଜକୁ ସେମାନଙ୍କ ମଧ୍ୟରେ ଫସିଯାଇଥିବାର ପାଇବେ ।

ମୀନ-

ଅଯଥା ଭୟଯୋଗୁଁ ନିଜର ମାନସିକ ଅବସ୍ଥାକୁ ବିବ୍ରତ କରନ୍ତୁ ନାହିଁ । ବିନା କାରଣରେ ଭୟଭୀତ ହୁଅନ୍ତୁ ନାହିଁ । ଦୁଃଶ୍ଚିନ୍ତାକୁ ଆପଣେଇବା ଦରକାର ନାହିଁ, ଯୋଉଁଥିପାଇଁ ଆପଣ ଏତେ ଚିନ୍ତାଗ୍ରସ୍ତ ,ତାହା ଭିତ୍ତିହୀନ ।