ଆଜିର ଦିନଟି କେମିତି କଟିବ ଆପଣଙ୍କ ପାଇଁ? ୨୦ ଜାନୁୟାରୀ, ୨୦୧୮

ଆଜିର ରାଶିଫଳ: ୨୦ ଜାନୁୟାରୀ, ୨୦୧୮

ମେଷ-

ଆଜି ଆପଣ ସବୁ ଚ଼ିନ୍ତା ପରିତ୍ୟାଗ କରି କିଛି ସମୟ ପରିବାର ଲୋକଙ୍କ ସହିତ କଟାଇବାକୁ ଚ଼ାହିଁବେ ।ଏହି ସମୟ ଆପଣ ଆପଣଙ୍କ ଲୋକଙ୍କ ସହିତ ସ୍ନେହ ବାଣ୍ଟିବାର ସମୟ ଅଟେ ।ଆପଣଙ୍କ ପରିବାର ଆପଣଙ୍କ ସହ ଥିବାରୁ ଆପଣ ଇଶ୍ୱରଙ୍କୁ ଧନ୍ୟବାଦ ଦିଅନ୍ତୁ ।

ବୃଷ-

ନିକଟ ସମ୍ପର୍କିୟ ଆପଣଙ୍କୁ ସାହାଯ୍ୟ କରିବା ପାଇଁ ଆଗେଇ ଆସିବେ ଏବଂ ଆପଣ ଖୁସିରେ ମଧ୍ୟ ରହିବେ । ନିଜ ସମ୍ପର୍କକୁ ଦୃଢ କରିବା ପାଇଁ ଆପଣ ବହୁତ ଚେଷ୍ଟା କରିଛନ୍ତି ଏବଂ ଏହି ଚେଷ୍ଟା ଆପଣଙ୍କର ଫଳବତି ମଧ୍ୟ ହୋଇଛି ।

ମିଥୁନ-

ଆଜି ଆପଣ କୌଣସି ନୂଆ କାମ କରିବାରେ ମନ ଦେବେ ।ଏହି କାମ ଚ଼େସ ଖେଳ ଠାରୁ ନେଇ ଆକାଶରେ ଉଡ଼ିବା ପର୍ଯ୍ୟନ୍ତ ହୋଇପାରେ । ଏହି ସମୟ ନିଜ ଜୀବନ ଶୈଳିରେ ପରିବର୍ତ୍ତନ ଆଣିବାର ଏବଂ କିଛି ମଜ୍ଜା କରିବାର ଅଟେ ।

କର୍କଟ-

ଆଜି ଆପଣ ନିଜର ପରିଚ଼ିତ ବ୍ୟକ୍ତିମାନଙ୍କ ଜରିଆରେ ବ୍ୟବସାୟିକ ଏବଂ ସାମାଜିକ ଜୀବନରେ ମଫଳତା ପାଇବେ । ଏହି ସମ୍ପର୍କକୁ ବଜାଏ ରଖିବେ, କାରଣ ଏଥିରୁ ହିଁ ଆପଣଙ୍କର ଜୀବନରେ ବହୁତ ଗୁଡ଼ିଏ ପରିବର୍ତ୍ତନ ଆସିବ ।

ସିଂହ-

ଆଜି ମାନସିକ ଶାନ୍ତି ସାରାଦିନ ରହିବ । ଆଜି କୌଣସି କଥାରେ ଆପଣଙ୍କ ଶାନ୍ତି ଭଙ୍ଗ ହେବାକୁ ଦିଅନ୍ତୁ ନାହିଁ । କିଛି ଲୋକ ଆପଣଙ୍କ କ୍ରୋଧକୁ ବଢ଼େଇପାରନ୍ତି ବା ଆପଣଙ୍କୁ ବିପଥଗାମୀ କରିବାକୁ ଚ଼େଷ୍ଟା କରିପାରନ୍ତି ।

କନ୍ୟା-

ଆଜିର ଦିନ ବିଶ୍ରାମ କରନ୍ତୁ ଏବଂ ମିତ୍ର ମାନଙ୍କ ଗହଣରେ କଟାନ୍ତୁ । କିଛି ଦିନ ପୂର୍ବରୁ ମାନସିକ ଚ଼ିନ୍ତା ଯୋଗୁଁ ଆପଣ କିଛି ଭଲ ଅନୁଭବ କରୁନଥିଲେ କିନ୍ତୁ ଆଜି ଆପଣଙ୍କର ସବୁ ଚ଼ିନ୍ତା ଦୁର ହୋଇଯାଇଛି ।

ତୁଳା-

ଆପଣଙ୍କ ନିଜ ପୁରୁଣା ବନ୍ଧୁ ଫେରି ପାରନ୍ତି କିନ୍ତୁ ସେଥିପାଇଁ ଆପଣଙ୍କୁ ପ୍ରଥମ ପାଦ ବଢାଇବାକୁ ପଡିବ । ଆପଣଙ୍କୁ ଏହି ରାଗିଥିବା ବନ୍ଧୁ ପାଖକୁ ଖବର ପଠାଇବା ପାଇଁ ଆପଣଙ୍କୁ ଆପଣଙ୍କର ମନ ଏବଂ ମସ୍ତିସ୍କ ଦ୍ୱାରା ସାହାଯ୍ୟ ମିଳିବ ।

ବିଛା-

ଛାତ୍ରମାନେ ଯଦି ଖେଳ କୁଦ କରିବାକୁ କିମ୍ବା ସିନେମା ଦେଖିବାକୁ ଚାହୁଁଛନ୍ତି ,ଏସମୟକୁ ଉପଯୁକ୍ତ ବ୍ୟବହାର କରନ୍ତୁ । ଆପଣ ମାନସିକ କ୍ଳାନ୍ତି ଭୋଗକରି ପାରନ୍ତି କିନ୍ତୁ ଅଧ୍ୟୟନକୁ ଅବହେଳା କରନ୍ତୁ ନାହିଁ ।

ଧନୁ-

ଅନ୍ୟ ଲୋକ ଆପଣଙ୍କ ଦୟାକୁ ଭୂଲ ବାଟରେ ନେବା ପାଇଁ ଚ଼େଷ୍ଟା କରିବେ । ମନେରଖ ଜୀବନରେ ପ୍ରତ୍ୟେକ ଜିନିଷର ସନ୍ତୁଳିତ ହେବା ଆବଶ୍ୟକ ଅଟେ ଏଥିପାଇଁ ଆବଶ୍ୟକତା ଠାରୁ ଅଧିକ ଦୟା କରିବା ମଧ୍ୟ ଠିକ୍ ନୁହେଁ ।

ମକର-

ନିଜର ତୀକ୍ଷ୍ଣ ବୁଦ୍ଧି ଯୋଗୁଁ ଆପଣ ଯେ କୌଣସି ସମସ୍ୟାର ସମାଧାନ କରିଦେବେ ଯାହା ବହୁତ ସମୟ ଧରି ଆପଣଙ୍କୁ ହଇରାଣ କରୁଥିଲା । ଆଜି ଆପଣଙ୍କ ବୌଦ୍ଧିକ କ୍ଷମତା ଓ ଯୋଗ୍ୟତା ଚ଼ରମ ସୀମାରେ ଉପନୀତ ହେବ ।

କୁମ୍ଭ-

ଆପଣ ଆଜି ଆଇନା ସାମନାରେ ବହୁ ସମୟ ବସିବେ କାରଣ ଏକ ସାମାଜିକ ସମାରୋହରେ ଆପଣ ବହୁତ ସୁନ୍ଦର ଦେଖାଯିବା ପାଇଁ ଚାହାଁନ୍ତି ।

ମୀନ-

ଆଜି ଆପଣ ବହୁତ ସନ୍ତୁଷ୍ଟ ଅନୁଭବ କରିବେ ଏବଂ ନିଜ ବନ୍ଧୁମାନଙ୍କ ସହ ବାହାରକୁ ଯିବା ପାଇଁ ଚ଼ାହିଁବେ । ଭଲଭାବେ ପ୍ରସ୍ତୁତ ହୋଇ ନିଜ ବନ୍ଧୁମାନଙ୍କ ସହ ବାହାରକୁ ଯାଆନ୍ତୁ ଏବଂ ଖୁବ୍ ମଜ୍ଜା କରନ୍ତୁ ।