ଆଜିର ଦିନଟି କେମିତି କଟିବ ଆପଣଙ୍କ ପାଇଁ? ୨୧ ଜାନୁୟାରୀ, ୨୦୧୮

ଆଜିର ରାଶିଫଳ: ୨୧ ଜାନୁୟାରୀ, ୨୦୧୮

ମେଷ-

ଆଜି ଆପଣ କୌଣସି ଶାନ୍ତ ପରିବେଶରେ ଧ୍ୟାନସ୍ଥ ହୁଅନ୍ତୁ । ଆପଣ ଲମ୍ବା ସମୟରୁ ବହୁତ କଠିନ ପରିଶ୍ରମ କରି ଆସୁଛନ୍ତି । ଏହି ବିରତି ଆପଣଙ୍କ ପାଇଁ ବହୁତ ଭଲ ଅଟେ । ଧ୍ୟାନ ମଗ୍ନ ହେବା ହେତୁ ଆପଣ ନିଜକୁ ନକାରାତ୍ମକତା ରୁ ରୋକିପାରିବେ ।

ବୃଷ-

ଆଜି ଆପଣଙ୍କ ଧ୍ୟାନ କେବଳ ମଉଜ ମସ୍ତି ଆଡ଼କୁ ହିଁ ରହିବ । ଆଜି ଆପଣ ସବୁ କିଛି ଭୁଲିଯାଇ ଖୁବ୍ ନାଚ଼ନ୍ତୁ ,ନଚ଼େତ୍ କୌଣସି ସମାରୋହ କରନ୍ତୁ । ସେଠାକୁ ସଭିଙ୍କୁ ନିମନ୍ତ୍ରଣ କରନ୍ତୁ । ଆଜି ଆପଣ ଯାହା କିଛି କରୁଛନ୍ତି ପୂର୍ଣ୍ଣ ମନରେ କରନ୍ତୁ ।

ମିଥୁନ-

ଯଦି ଆପଣଙ୍କ ଘରେ ସୁଖଶାନ୍ତି ରହିବେ, ଏହି ସମୟ ଆପଣଙ୍କ ଓ ଆପଣଙ୍କ ର ପରିବାର ବର୍ଗଙ୍କ ପାଇଁ ବହୁତ ମହତ୍ତ୍ୱପୂର୍ଣ୍ଣ ହେବ । ଆପଣମାନେ ପରସ୍ପର ମଧ୍ୟରେ ଭଲ ସମୟ କଟାଇପାରିବେ ।

କର୍କଟ-

ସପ୍ତାହରୁ ଚ଼ାଲି ଆସୁଥିବା ଯୁକ୍ତି ଏବଂ ଚ଼ିନ୍ତାରୁ ଆପଣ ନିଜେ କ୍ଳାନ୍ତ ଅନୁଭବ କରୁଥିବେ । ବେଶୀ ଚ଼ିନ୍ତା କରନ୍ତୁ ନାହିଁ ଏବଂ କଳିରୁ ବଞ୍ଚିବାକୁ ଚ଼େଷ୍ଟା କରନ୍ତୁ । ନିଜ ବନ୍ଧୁ ଏବଂ ପରିବାରରେ ଭଲ ବ୍ୟବହାର କରନ୍ତୁ ।

ସିଂହ-

ପରିକ୍ଷାର୍ଥି ଛାତ୍ରଛାତ୍ରୀମାନେ ମାନସିକ ଚାପରେ ରହିବେ । ଆପଣଙ୍କ ମାନସିକ ବିଚଳିତ ହୋଇପାରେ କିନ୍ତୁ ପାଠପଢାରେ ମନଦିଅନ୍ତୁ । ଅଧିକ ଚିନ୍ତା ଗ୍ରସ୍ତ ନହୋଇ ପରୀକ୍ଷାରେ ଭଲ କରିବାକୁ ଚେଷ୍ଟା କରନ୍ତୁ ।

କନ୍ୟା-

ଆଜି ଯେମିତିବି ହେଉ ଆପଣ ଆଇନଗତ ସମସ୍ୟାରୁ ମୁକ୍ତି ପାଇଯିବେ । ଆପଣଙ୍କର କୌଣସି କଳିରେ ସମ୍ପୃକ୍ତ ହେବାର ସଙ୍କେତ ଅଛି । ଯଦି ସମ୍ଭବ ହୁଏ ଏହି ଗମ୍ଭୀର ସମସ୍ୟାକୁ ଶାନ୍ତିପୂର୍ବକ ସମାଧାନ କରିବାକୁ ଚ଼େଷ୍ଟା କରନ୍ତୁ ।

ତୁଳା-

ଆଜି ଆପଣ ଘରକାର୍ଯ୍ୟରେ ବ୍ୟସ୍ତ ରହିବେ । ହଠାତ୍ ଆପଣଙ୍କ ବନ୍ଧୁ ଆପଣଙ୍କୁ ସାକ୍ଷାତ କରିବାପାଇଁ ଆପଣଙ୍କ ଘରକୁ ଆସି ପାରନ୍ତି । ତାଙ୍କ ସାଥିରେ ଖୁସି ମଉଜ କରନ୍ତୁ । କିନ୍ତୁ ଆଜି ଆପଣ ନିଜ କାର୍ଯ୍ୟ ପ୍ରତି ମଧ୍ୟ ଧ୍ୟାନ ଦିଅନ୍ତୁ ।

ବିଛା-

ଆଜି ଆପଣଙ୍କୁ ସଫଳତା ମିଳିବାର ବହୁମାତ୍ରାରେ ସଙ୍କେତ ଅଛି । ଯଦି ଆପଣଙ୍କୁ ନିଜ ସଫଳତା ପାଇଁ ଅନ୍ୟମାନଙ୍କ ଠାରୁ ସହାନୁଭୂତି ମିଳୁଛି, ତେବେ ବ୍ୟସ୍ତହୁଅନ୍ତୁ ନାହିଁ ।

ଧନୁ-

ଆଜି ଦିନରେ ଆପଣଙ୍କର ମାନସିକ ଦୁଶ୍ଚିନ୍ତା ଅଧିକ ହେଇପାରେ । ପରିବାର ସଦଶ୍ୟ ମାନଙ୍କ ସହ ସମୟ ବିତାଇ ପାରନ୍ତି । ସାମୟିକ ନିରାପତ୍ତାର ଅଭାବ ଅନୁଭବ କରିବେ । କିନ୍ତୁ ଏହା ଖୁବ୍ ଶିଘ୍ର ଦୂର ହୋଇଯିବ ।

ମକର-

ଆଜି ଆପଣ ଆଶ୍ଚର୍ଯ୍ୟ ହେବେ ,ବହୁଦିନର ସମସ୍ୟାର ସମାଧାନ ଆପଣ କରିଦେଲେ ଯାହା ଆପଣ ବହୁ ଦିନରୁ କରିପାରୁ ନଥିଲେ । ଏହି ସମସ୍ୟା ଆପଣଙ୍କର ପ୍ରିୟଜନ ମାନଙ୍କ ମଧ୍ୟରେ ଚ଼ାଲିଥିଲା ।

କୁମ୍ଭ-

ଆପଣଙ୍କୁ ବିଦେଶ ଯିବା ପାଇଁ ନିମନ୍ତ୍ରଣ ମିଳିପାରେ ସେଥିପାଇଁ ସଜାଗ୍ ରୁହନ୍ତୁ ଏବଂ ଏହି ସୁଯୋଗକୁ ହାତଛଡା କରନ୍ତୁ ନାହିଁ । କିନ୍ତୁ ଆପଣଙ୍କୁ ମିତବ୍ୟୟୀ ହେବାକୁ ପଡ଼ିବ ।

ମୀନ-

ଯଦି ଆପଣଙ୍କ ବନ୍ଧୁ କିମ୍ବା ଆତ୍ମୀୟସଜ୍ଜନ ବିଦେଶରୁ ଆସୁଥାନ୍ତି ,ତେବେ ବୋଧହୁଏ ସେ ଆଜି ଆପଣଙ୍କ ଘରକୁ ଆପଣଙ୍କୁ ଭେଟିବା ପାଇଁ ଆସିବେ । ସେଥିପାଇଁ ନିଜ ଘରକୁ ସଫାସୁତୁରା କରନ୍ତୁ ।