୨ ସେପ୍ଟେମ୍ବର ୨୦୧୮, ରବିବାର, ଆଜିର ରାଶିଫଳ || କେମିତି ରହିବ ଆଜି ଆପଣଙ୍କ ଦିନ || ଜନ୍ମାଷ୍ଟମୀରେ ଏହି 6ଟି ରାଶିର ଭାଗ୍ୟ ଚମକିବ।

ଆଜିର ରାଶିଫଳ, ୨ ସେପ୍ଟେମ୍ବର ୨୦୧୮

ମେଷ-

ଭାବନାର ବଶୀଭୂତ ହୋଇ ଅମିନୀ, ଜାମିନି, ମଧ୍ୟସ୍ଥତା  ଠିକ୍ ହେବ ନାହିଁ। ବ୍ୟବସାୟ ସମ୍ବନ୍ଧିତ ଯାତ୍ରା କରିବାକୁ ପଡ଼ିବ। ପ୍ରତ୍ୟେକ କ୍ଷେତ୍ରରେ ଅଯଥା ତରତର ନ ହୋଇ ବିବେକ ବୁଦ୍ଧି ଖଟାଇ ଧୈର୍ଯ୍ୟର ସହିତ ଚାଲିବା ଉଚିତ। ବିପତ୍ତି କଟିବା ଫଳରେ ସୁଖ ସୌଭାଗ୍ୟ ବୃଦ୍ଧି ହେବ। ପାରିବାରିକ ବ୍ୟବସ୍ଥା ପରି ବର୍ତ୍ତନ ସାଙ୍ଗକୁ ଅର୍ଥସଙ୍କଟରୁ ମୁକ୍ତି ମିଳିବ। ମହିଳାମାନେ ପରିବାରରେ ଆଦରଣୀୟା ହୋଇ ସୁଖଭୋଗ କରିବେ। ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହେବ। ପ୍ରତିକାର-ବୃଦ୍ଧ ବୃଦ୍ଧାଙ୍କୁ ସହାୟତା କରି ଆଶୀର୍ବାଦ ପ୍ରାପ୍ତ କରିବେ।

ବୃଷ-

ଅନେକ ସମସ୍ୟାର ସମାଧାନ ହୋଇ, ପରିବାରରେ ହସ ଖୁସିରେ ବାତାବରଣ ଖେଳିଯିବ। ଯାତ୍ରା ଫଳରେ ଉତ୍ସାହିତ ହେବେ। ଗୃହୋପକରଣ କ୍ରୟ କରିବେ। ସମସ୍ତ କାର୍ଯ୍ୟକ୍ରମ ସୁରୁଖୁରୁରେ ପୂର୍ଣ୍ଣ ହେବ। ଶିକ୍ଷାଖେତ୍ରରେ ଉଚ୍ଚାକାଂକ୍ଷା ପୁର୍ତ୍ତିର ଫଳ ସ୍ୱରୂପ ନିଜ କ୍ଷେତ୍ରରେ ଅଗ୍ରଣୀ ଭୂମିକା ଗ୍ରହଣ କରି ପାରିବେ। କର୍ମ ବ୍ୟବସାୟରେ ମାନସିକ ଦୁର୍ବଳତା ସହିତ ସାମୟିକ ବିଭ୍ରାନ୍ତି ଜନିତ ଆଳସ୍ୟଭାବ ଦେଖାଦେବ। ମହିଳାମାନଙ୍କର ନ୍ୟାୟମାର୍ଗ ଓ ମିଷ୍ଟ ବଚନ ଯୋଗେ ନିମ୍ନବର୍ଗ ଲୋକଙ୍କ ଠାରୁ ସମ୍ମାନ ପାଇବା ସମ୍ଭବ ହେବ। ପ୍ରତିକାର- କୌଣସି ପିଲାକୁ ମିଠା ଖାଇବାକୁ ଦେବେ।

ଘରେ ଏମିତି କିଛି ଜିନିଷ ଲଗାନ୍ତୁ କେବେ ହେବ ନାହିଁ ଧନର ଅଭାବ ।

ମିଥୁନ-

ଇନ୍ଦ୍ରିୟପରାୟଣତା ଓ ବିଷୟବାସନା ଉପରେ ଅଧିକ ଗୁରୁତ୍ଵ ଦେବେ। ଯୁକ୍ତି-ତର୍କରେ ଦକ୍ଷତା ସହ ବ୍ୟବହାରିକ ବିଜ୍ଞାନ ଓ ଦର୍ଶନର ଗଭୀରତା ଭିତରକୁ ଟାଣିହୋଇ ଯିବେ। ଆତ୍ମୀୟ–ସ୍ଵଜନଙ୍କ ବୈରତା, ବୃଥା ଭ୍ରମଣରୁ ଆର୍ଥିକ କ୍ଷତି ସହିବାକୁ ପଡିବ। ବ୍ୟବସାୟ ସମ୍ବନ୍ଧୀୟ ସମସ୍ତ ଜରୁରୀ କାର୍ଯ୍ୟ ଓ ଆବଶ୍ୟକ ଅର୍ଥ ଆଦାନ ପ୍ରଦାନ ସୁଚାରୁରୂପେ ହେବ। ବିଦ୍ୟାରେ ଉନ୍ନତି କରିବେ। ପ୍ରବାସ ଓ ଯାତ୍ରାରେ ଲାଭବାନ୍ ହେବେ। ବରିଷ୍ଠ ବ୍ୟକ୍ତି ଉଚ୍ଚାଧିକାରୀଙ୍କ ସହ ସମ୍ବନ୍ଧ ଦୃଢ଼ୀଭୂତ ହେବ। ପରିବାର ହିତ ପାଇଁ ଅଧିକ ଖର୍ଚ୍ଚାନ୍ତ ହେବେ। ପ୍ରତିକାର- ଗାଈକୁ ଖାଇବାକୁ ଦେବେ।

କର୍କଟ-

ଉଚ୍ଚାଧିକାରୀ, ସହକର୍ମୀ,  ଭାଇ ବନ୍ଧୁ ବା କୌଣସି ବିଶିଷ୍ଠ ବ୍ୟକ୍ତିଙ୍କର ସହଯୋଗ ମନୋବଳକୁ ବଢ଼େଇ ଦେବ। ଯଦି କୌଣସି ନୂତନ ଯୋଜନାର କ୍ରିୟାନ୍ୱିତ କରିବାକୁ ଚାହୁଁଥାନ୍ତି, ତା’ହେଲେ ଆଗେଇ ନବା ଉଚିତ୍। ବ୍ୟବସାୟ କ୍ଷେତ୍ରରେ ଖୁବ ଅଗ୍ରଗତି ଘଟିବ। କରଜ ଭାରରୁ ମୁକ୍ତି ମିଳିବ। ଆଇନ ଅଦାଲତରେ ଜୟଯୁକ୍ତ ହେବେ। ଚାକିରିରେ ପ୍ରତିଷ୍ଠିତ ହେବେ। ଉପରିସ୍ଥ କର୍ମଚାରୀ ଆପଣଙ୍କର ସହଯୋଗ ଲୋଡିବେ। ମହିଳାମାନଙ୍କର କର୍ମକ୍ଷେତ୍ରରେ ସୁଯୋଗ ହାତଛଡା ହେବାର ନାହିଁ। ପ୍ରତିଷ୍ଠା, ପ୍ରତିପତି, ମାନସମ୍ମାନ ଓ କ୍ଷାତି ବଢ଼ିବ। ପ୍ରତିକାର-ମାଦକଦ୍ରବ୍ୟଠାରୁ ଦୂରେଇ ରୁହନ୍ତୁ।

ସିଂହ-

ବ୍ୟବସାୟୀମାନେ କାରବାର ଦିଗରୁ ପ୍ରଚୁର ଲାଭବାନ୍ ହେବେ। କୁଳଶ୍ରେଷ୍ଠ ଓ କୀର୍ତ୍ତିଶାଳୀ ଭଳି ଦିବ୍ୟ ଗୁଣ ଗୁଡିକ ଠୁଳ ହେବ। ମହିଳାମାନେ ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି  ବେଶ୍ ଆନନ୍ଦ ଅନୁଭବ କରିବେ। ଜରୁରୀ କାର୍ଯ୍ୟ ପାଇଁ ଯାତ୍ରା କରିବାକୁ ପଡ଼ିବ। କର୍ମ କ୍ଷେତ୍ରରେ ବରିଷ୍ଠ ବ୍ୟକ୍ତି ଓ ସହଯୋଗୀ ମାନଙ୍କର ସାହାଯ୍ୟ ସହଯୋଗ ମିଳିବ। ସନ୍ତାନର ସୁ-ଖବର ଶୁଣି ଖୁସି ହେବେ। ସ୍ୱାସ୍ଥ୍ୟର କିଛି ପରିବର୍ତ୍ତନ ଘଟିବ। ଅଟକି ଥିବା କାର୍ଯ୍ୟ ପୂରଣ ହେବ। ପ୍ରତିଯୋଗିତା ପରୀକ୍ଷାରେ ଉତ୍ତୀର୍ଣ୍ଣ ହେବେ। କଠିନ କାର୍ଯ୍ୟ ସହଜରେ ସମାଧାନ କରିବେ। ପ୍ରତିକାର-ପିତା ମାତାଙ୍କ ପାଦଛୁଇଁ ପ୍ରଣାମ କରନ୍ତୁ।

ଭୁଲରେ ବି ଦାନ କରନ୍ତୁ ନାହିଁ ଏହି ସବୁ ବସ୍ତୁ। ଏହା ଦ୍ୱାରା ଘରକୁ ଦରିଦ୍ରତା ଆସିଥାଏ। 

କନ୍ୟା-

ବ୍ୟବସାୟୀମାନେ ନିଜର ପ୍ରତିପତ୍ତି ବିସ୍ତାର କରି ପାରିବେ। ବ୍ୟକ୍ତିଗତ ସୁଖ, ଦୁଃଖ ତଥା ମନର ଭାବ କେହି ଠିକ୍ ଭାବେ ଠଉରେଇ ପାରିବେ ନାହିଁ। ମହିଳାମାନେ ଚାକିରି କ୍ଷେତ୍ରରେ ଉନ୍ନତି କରିପାରିବେ। ଅଧ୍ୟୟନରେ ମନ୍ଥର ହେବାଫଳରେ ଅଧିକ ପରିଶ୍ରମ କରିବା ଆବଶ୍ୟକ। ସ୍ୱାସ୍ଥ୍ୟ କ୍ଷେତ୍ରରେ ପରିବର୍ତ୍ତନ ଆସିବ। ବାଦ ବିବାଦ, ପରୀକ୍ଷା ପ୍ରତିଯୋଗିତା ଓ ମାଲି ମକଦ୍ଦମାର ସମାଧାନ ହେବ। ବରିଷ୍ଠ ବ୍ୟକ୍ତିଙ୍କ ସହ ସୁସମ୍ପର୍କ ସ୍ଥାପିତ ହେବ। ଜମି, ଜାଗା, ବାସ ଗୃହ ଓ ଯାନବାହାନ କ୍ରୟ କରିବାର ସୁବିଧା ପାଇବେ। ପ୍ରତିକାର– ଷଣ୍ଢକୁ ଖାଇବାକୁ ଦିଅନ୍ତୁ।

ତୁଳା-

ଆର୍ଥିକ ଉନ୍ନତି ଫଳରେ ଚିନ୍ତା କରିଥିବା କାର୍ଯ୍ୟ ଠିକ୍ ସମୟରେ ପୂରଣ ହୋଇପାରିବ। ବ୍ୟବସାୟୀମାନେ ଧୈର୍ଯ୍ୟଧରୀ ପରିଶ୍ରମ ନ କଲେ ବ୍ୟବସାୟକୁ ରକ୍ଷା କରିବା କାଠିକର ପାଠ ହେବ। କର୍ମକ୍ଷେତ୍ରରେ  ବିବାଦୀୟ ସ୍ଥିତି ଦେଖାଦେଇ ପାରେ। ନିଜର ବୁଦ୍ଧି, ବିବେକ ଖଟାଇ ସମାଧାନ କରିପାରିବେ। ମହିଳାମାନଙ୍କର କର୍ମ, ବ୍ୟବସାୟରେ କେତେକ କ୍ଷେତ୍ରରେ ଉନ୍ନତିକର ହେବ। ଭୁଲ ବୁଝାମଣାରୁ ବିବାଦୀୟ କ୍ଷେତ୍ରରେ ପ୍ରବେଶ କରି ପୀଡା ଭୋଗିବେ। ଆକସ୍ମିକ ଦୁର୍ଘଟଣା, ଶତ୍ରୁମାନେ ଷଡ଼ଯନ୍ତ୍ର କରି କ୍ଷତି କରି ପାରନ୍ତି। ପ୍ରତିକାର- ଗୁଡ ରୁଟି ଗାଈକୁ ଖାଇବାକୁ ଦିଅନ୍ତୁ।

ବିଛା-

ବ୍ୟବସାୟରେ ଆଶାତିତ ଲାଭ କରି କିଛି ନୂତନ ପଦାର୍ଥ ସଂଗ୍ରହ ବା ବ୍ୟାଙ୍କ ବାଲାନ୍ସ ବୃଦ୍ଧି ହେବ। ଗୁରୁ ଗୁରୁଜନଙ୍କ ଆଶୀର୍ବାଦ ବହୁକ୍ଷେତ୍ରରେ ସୁରକ୍ଷା ଦେବ। ବୈଷୟିକ ଅଭିବୃଦ୍ଧି ପାଇଁ ସମାଧାନର ରାସ୍ତା ପ୍ରସ୍ତୁତ କରିବେ। ମାଲିମୋକଦ୍ଦମା ଓ ରାଜନୀତିରେ ଶତ୍ରୁ ଓ ବିରୋଧୀମାନଙ୍କୁ ପରାସ୍ତ କରି ବିଜୟୀ ହେବେ। ଆମୋଦ, ପ୍ରମୋଦ, ମନୋରଞ୍ଜନ, ଦୀର୍ଘ ଯାତ୍ରା, ଛୋଟ ବଡ଼ ମିଟିଂରେ ଯୋଗ ଦେବେ। ଆର୍ଥିକ କ୍ଷେତ୍ରରେ  ଉନ୍ନତି, ଶତୃ ବୃଦ୍ଧି ହେଲେ ମଧ୍ୟ  ଯେ କୌଣସି କାର୍ଯ୍ୟରେ ହାତ ଦେଲେ ସଫଳ ହେବେ। ପ୍ରତିକାର:- ମାଦକ ଦ୍ରବ୍ୟ ବ୍ୟବହାର କରନ୍ତୁ ନାହିଁ।

ଧନୁ-

କର୍ମକ୍ଷେତ୍ରରେ ଉତ୍ସାହ ବୃଦ୍ଧି ଯୋଗେ ମାନସମ୍ମାନ ବଜାୟ ରହିବ ପଦୋନ୍ନତି ମଧ୍ୟ ପାଇପାରନ୍ତି। ସ୍ୱାସ୍ଥ୍ୟ ପ୍ରାୟ ଭଲ ରହିବ। ଆମୋଦ-ପ୍ରମୋଦ, କ୍ରିଡା, ଆଡମ୍ବରରେ ଆଗ୍ରହ ବଢିବ। ଶିଳ୍ପୀ, ସହିତ୍ୟିକ, ସଂଗୀତଜ୍ଞ, ଯାନ୍ତ୍ରିକ ମାନେ କ୍ଷାତି ଅର୍ଜନ କରିବେ। ମହିଳାମାନେ ଅଧିକ ଭାଗ୍ୟବାଦିନୀ ହୋଇ ନିଜ ଗୋଡରେ ନିଜେ ଠିଆ ହେବାକୁ ସାହସ ବାନ୍ଧିବେ। ପ୍ରେମ ସମ୍ବନ୍ଧ ଓ ଦାମ୍ପତ୍ୟ ଜୀବନରେ ମଧୂରତା ସୃଷ୍ଟି ହେବ। ମହିଳାଙ୍କ ସହଯୋଗରେ କେତେକ ସମସ୍ୟାର ସମାଧାନ ହେବ। ଆକସ୍ମିକ ଅର୍ଥଲାଭ, ସୁନାମ ପ୍ରାପ୍ତି, ସମ୍ମାନ ବୃଦ୍ଧି, କର୍ମୋନ୍ନତି ବାସସ୍ଥାନ ବା ଯାନବାହାନର ପ୍ରାପ୍ତି ହେବ। ପ୍ରତିକାର:- ଅସହାୟାଙ୍କୁ ସାହାଯ୍ୟ କରନ୍ତୁ।

ମକର-

ମହିଳାମାନେ ଉତ୍ତରାଧିକାରୀ ସୂତ୍ରରୁ କିଛି ଧନ ସମ୍ପତ୍ତି ପାଇବାର ଯୋଗ ଅଛି। ବ୍ୟବସାୟ କ୍ଷେତ୍ରରେ ପ୍ରସାର, ପ୍ରଚାର ଫଳରେ ଆଶାତୀତ ଲାଭ ପାଇବେ। ଲୋକ ସମ୍ପର୍କ, ସମାଜ ସେବା, ଧାର୍ମିକ ଅନୁଷ୍ଠାନରେ ଲାଭ ପାଇବେ। ସରକାରୀ କର୍ମଚାରୀ ମାନେ ପ୍ରତିଷ୍ଠାର ଅଧିକାରୀ ହେବେ। ନିମ୍ନବର୍ଗ କର୍ମୀଙ୍କ ପ୍ରତି ସତର୍କ ରହି ଚଉଆଖିଆହୋଇ କର୍ତ୍ତବ୍ୟ ପାଳି ଚାଲିଲେ ପରେ ହଇରାଣ ହେବେ ନାହିଁ। ମାଲି ମୋକଦ୍ଦମାରେ ଉତ୍ସାହହାନୀ ଘଟିବ ଓ  ସନ୍ତାପ ବୃଦ୍ଧି ହେବ। ରାଜନୀତି ସ୍ତରରେ ମୁଣ୍ଡ ଉଚ୍ଚା ରହିବ। ସମସ୍ତ ପ୍ରକାର ବ୍ୟବସାୟରେ ଉନ୍ନତି ଓ ଲାଭବାନ୍ ହେବେ। କୃଷିଜୀବିମାନେ ଅଳ୍ପରେ  ସନ୍ତୁଷ୍ଟ ହେବେ। ପ୍ରତିକାର-ପିତା ମାତାଙ୍କ ପାଦଛୁଇଁ ପ୍ରଣାମ କରନ୍ତୁ।

କୁମ୍ଭ-

ଶିକ୍ଷାର୍ଥୀମାନେ ସଂଘର୍ଷ କରିବାକୁ ବାଧ୍ୟ ହୋଇ ଉଚ୍ଚ ଶିକ୍ଷାସ୍ଵପ୍ନ ସାର୍ଥକ କରିବେ। ବ୍ୟବସାୟୀମାନେ ଅଶାନ୍ତିର ମୁହାଁମୂହିଁ ହୋଇ ଧନମାନ ଦିଗରୁ ସୁରକ୍ଷିତ ରହିବେ। ମହିଳାମାନେ ପରିଶ୍ରମର ସୁଫଳ ଭୋଗ କରିବେ ଓ ଧନ ସମ୍ପତିରେ ଘର ହସି ଉଠିବ। ରାଜନୀତି କ୍ଷେତ୍ରରେ କଠିନ ପରିଶ୍ରମର ମୂଲ୍ୟ ଫେରି ପାଇବାକୁ କଷ୍ଟ ହେବ। କର୍ମଜୀବିମାନେ ଅପେକ୍ଷାକୃତ ସୁସ୍ଥ ବାତାବାରଣ ପାଇବେ। କର୍ମାନୁଯାୟୀ ଫଳପ୍ରାପ୍ତି ହେତୁ କର୍ତ୍ତବ୍ୟ ପରାୟଣତା ରକ୍ଷା କରି ପାରିବେ। ମାଲିମୋକଦ୍ଦମାରେ ଭୟ ଓ ଆଶଙ୍କା ବଢ଼ିବ। ପ୍ରତିକାର:- ଅସହାୟା ମାନଙ୍କୁ ସାହାଯ୍ୟ କରନ୍ତୁ।

ମୀନ-

ପାରିବାରିକ ଜୀବନରେ ପ୍ରୀତିଲାଭ, ବନ୍ଧୁମିଳନ ଓ ଆନନ୍ଦ ଉତ୍ସାହ ବୃଦ୍ଧି ପାଇବ। ଆୟ ଉତ୍ତମ ଓ ବ୍ୟୟ ହ୍ରାସ ପାଇବାସହ ଅର୍ଥଲାଭର ଯୋଗ ରହିଛି। କୌଣସି ବ୍ୟାଙ୍କରୁ ମଧ୍ୟ ଋଣ ପାଇବା ଯୋଗ ଅଛି। ନୂଆ ବେପାରୀଙ୍କ ସହ ସମ୍ପର୍କ ଯୋଗୁଁ  ନୂତନ  ବ୍ୟବସାୟର ଯୋଜନା କରିବେ। ପ୍ରେମ ସମ୍ବନ୍ଧ ଓ ଦାମ୍ପତ୍ୟ ଜୀବନରେ ମଧୂରତା ସୃଷ୍ଟି ହେବ। ସୁନାମ ପ୍ରାପ୍ତି, ସମ୍ମାନ ବୃଦ୍ଧି, କର୍ମୋନ୍ନତି ବାସସ୍ଥାନ ବା ଯାନବାହାନର ପ୍ରାପ୍ତି ହେବ। ଅଳଙ୍କାର କ୍ରୟ କରିବେ। ବନ୍ଧୁ ମିତ୍ରଙ୍କଠାରୁ ଉପହାର ପ୍ରାପ୍ତି ହେବ। ପୁଅ ଝିଅଙ୍କ କର୍ମସ୍ଥିର ହେବା ଫଳରେ ଖୁସି ହେବେ। ପ୍ରତିକାର- ଘରୁ ବହାରରିବା ସମୟରେ ମୁହଁ ମିଠା କରି ବାହାରନ୍ତୁ।

Jyotirbid Pandit Sudhakar Tripathy
Jantra Jyotisha, Cuttack, 9937551988