୩୧ ଅଗଷ୍ଟ ୨୦୧୮, ଶୁକ୍ରବାର, ଆଜିର ରାଶିଫଳ || କେମିତି ରହିବ ଆଜି ଆପଣଙ୍କ ଦିନ || ଏହି ୪ଟି ରାଶିର ଆଜି ଧନ ପ୍ରାପ୍ତି ଯୋଗ ଅଛି।

ଆଜିର ରାଶିଫଳ, ୩୧ ଅଗଷ୍ଟ ୨୦୧୮

ମେଷ:-

ସହଯୋଗୀ ମାନଙ୍କର ପୂର୍ଣ୍ଣ ସହଯୋଗ ପାଇବେ। ସୁନା, ରୂପା, କଂସା, ପିତ୍ତଳ, ତେଜରାତି, ଷ୍ଟେନସାରୀ, ଔଷଧ ବ୍ୟବସାୟୀ ମାନଙ୍କୁ ଉତ୍ତମ ଲାଭ ପ୍ରାପ୍ତି ହେବ। କୌଣସି ଦୂର ସ୍ଥାନକୁ ଯାତ୍ରା କରିବେ। ସରକାରୀ କର୍ମଚାରୀମାନଙ୍କର ଉନ୍ନତିହେବ। ପରିବାରଜନଙ୍କ ଉନ୍ନତିରେ ଆନନ୍ଦିତ ହେବେ ଓ ଆର୍ଥିକସ୍ଥିତି ସନ୍ତୋଷପ୍ରଦ ହେବ। ଶତୃମାନେ ମିତ୍ରଭାବ ଆଚରଣ କରିବେ। ପିଲାମାନଙ୍କ କାର୍ଯ୍ୟରେ ସନ୍ତୁଷ୍ଟ ହେବେ। ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ବିଜୟୀହେବେ। ପ୍ରତିକାର :  ଅସହାୟଙ୍କର ସେବାକରି ଆଶୀର୍ବାଦ ଭିକ୍ଷା କରନ୍ତୁ।

ବୃଷ:-

ଚାକିରି କ୍ଷେତ୍ରରେ ଉପରିସ୍ଥ ଅଧିକାରୀଙ୍କ ସାହାଯ୍ୟ ସହଯୋଗ ପାଇବେ। ସ୍ୱାସ୍ଥ୍ୟରେ ପରିବର୍ତ୍ତନ ଦେଖାଦେବ। ପିଲାମାନଙ୍କ ପାଇଁ ବ୍ୟସ୍ତ ବିବ୍ରତ ହେବେ। ବ୍ୟବସାୟିକ ପ୍ରତିଦ୍ୱନ୍ଦ୍ୱିତାରେ ସଫଳ ହେବେ। ଶତ୍ରୁମାନଙ୍କ ଉପରେ ନଜର ନରଖିଲେ କ୍ଷତିରେ ପଡିବେ। କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ। ପୁରାତନ ରୋଗରୁ ମୁକ୍ତି ମିଳିବ। ଆତ୍ମବିଶ୍ୱାସ ବୃଦ୍ଧି ପାଇବ। କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତିହେବ। ପ୍ରତିକାର :- ଅଶ୍ୱସ୍ଥ ବୃକ୍ଷ ମୂଳରେ କ୍ଷୀର ଗୁଡ଼ ପଣାକରି ଢ଼ାଳନ୍ତୁ।

ମିଥୁନ:-

କାର୍ଯ୍ୟ ସ୍ଥିତିରେ ସୁଧାର ଆସିବାରୁ ମନ ବହୁତ ଖୁସି ରହିବ।  ସାଧାରଣ ଲୋକ ସମ୍ପର୍କକୁ ଅତିକ୍ରମ କରିବା ଲକ୍ଷ୍ୟରେ ଭୋଗମାର୍ଗୀ ହୋଇ ନିଜକୁ ପ୍ରତିଷ୍ଠିତ କରିପାରିବେ। ବ୍ୟବସାୟରେ  ପ୍ରଚୁର ଲାଭ ହେବ। ସରକାରୀ କର୍ମଚାରୀଙ୍କ ପାଇଁ ବହୁତ ଭଲ ଓ ଘରୋଇ ସଂସ୍ଥାର କର୍ମ କ୍ଷେତ୍ରରେ ସହଯୋଗୀ ମାନେ ସହଯୋଗ କରିବେ। ଦୂରଯାତ୍ରାର ସୁଯୋଗ ପାଇବେ। ମାନସିକ ଦୁଃଶ୍ଚିନ୍ତା ଦୂର ହେବ। ସାମାଜିକ ପ୍ରତିଷ୍ଠା, ମାନ-ସମ୍ମାନ ବୃଦ୍ଧି ହେବ। ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ବିଜୟୀହେବେ। ପ୍ରତିକାର:- ଗାଈକୁ ଖାଇବାକୁ ଦିଅନ୍ତୁ।

କର୍କଟ:-

ଶାରିରୀକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ। ସାମାଜିକ ପ୍ରତିଷ୍ଠା, ମାନ-ସମ୍ମାନ ବୃଦ୍ଧିହେବ। ନୂତନ ନିଯୁକ୍ତିର ସୁଯୋଗ ପାଇବେ। ସରକାରୀ କର୍ମଚାରୀମାନଙ୍କର କାର୍ଯ୍ୟ କ୍ଷେତ୍ରରେ ଶତୃମାନେ ପରାଜିତ ହେବେ। ତେଜରାତି, ଲୌହ ଜାତୀୟ ଦ୍ରବ୍ୟ କାଷ୍ଠ ଉପକରଣ ଇତ୍ୟାଦି ବ୍ୟବସାୟୀମାନେ ଲାଭବାନ ହେବେ। ଛାତ୍ର-ଛାତ୍ରୀମାନେ ପାଠ ପଢ଼ାରେ ମନଯୋଗ ଦେବେ। ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମକଦ୍ଦମା ଓ ସାକ୍ଷାତକାରରେ ବିଜୟୀହେବେ। ପ୍ରତିକାର- ଗୁଡ ରୁଟି ଗାଈକୁ ଖାଇବାକୁ ଦିଅନ୍ତୁ।

ସିଂହ:-

ବ୍ୟବସାୟୀମାନଙ୍କର ବକେୟା ପ୍ରାପ୍ୟ ହାତକୁ ଆଣିବାରେ ସଫଳ ହେବେ। ଚାକିରୀଜୀବିମାନେ କାର୍ଯ୍ୟ ଦକ୍ଷତା ପ୍ରଦର୍ଶନ କରି, ତଳୁ ଉପର ଯାଏଁ ଆଦର୍ଶ ସ୍ଥାନ ଗ୍ରହଣ କରିବେ। ନୂତନ କାର୍ଯ୍ୟ ପାଇଁ ଆଶାୟୀ ହେବେ। ପାରିବାରିକ ଜୀବନ ସୁଖମୟ ହେବ। ମାନସିକ ଅଶାନ୍ତି ଦୂର ହେବ। ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧିହେବ ଓ ସାମାଜିକ ପ୍ରତିଷ୍ଠା ଓ ମାନ-ସମ୍ମାନ ହ୍ରାସ ହେବ। ବାଦବିବାଦ, ମାଲି ମୋକଦ୍ଦମା, ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ମନ ଉଣାହେବ। ପ୍ରତିକାର:-ଅସହାୟଙ୍କର ସେବାକରି ଆଶୀର୍ବାଦ ଭିକ୍ଷା କରନ୍ତୁ।

କନ୍ୟା:-

ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ବିଜୟୀହେବେ। ବ୍ୟବସାୟରେ ଉଧାର ଦେଲେ ଫେରି ପାଇବା କଷ୍ଟ। ଅନାବଶ୍ୟକ ଧାଁଦୌଡ଼ କରିବାକୁ ପଡିବ। ବରିଷ୍ଠବ୍ୟକ୍ତି, ପଦାଧିକାରୀଙ୍କ ରୋଷରପାତ୍ର ହେବେ। ଶତୃବୃଦ୍ଧି, ସରକାରୀ କର୍ମଚାରୀଙ୍କର କର୍ମ କ୍ଷେତ୍ରରେ ବାଧା ଆସିବ। କର୍ମ ନିଯୁକ୍ତି ପାଇଁ ଚେଷ୍ଟା କରିବେ। କଥା ବାର୍ତ୍ତାରେ ନିୟନ୍ତ୍ରଣ ନ ରହିଲେ ବିପଦର ସମ୍ମୁଖୀନ ହେବେ। ରାଜନୀତିରେ କୂଟନୀତିର ଶୀକାର ହେବେ।  ମାନସିକ ଅସ୍ଥିରତା ଦେଖାଦେବ ଓ କୌଣସି ଯୋଜନା କରିବା ପୂର୍ବରୁ ଗଭୀର ଚିନ୍ତା କରନ୍ତୁ। ପ୍ରତିକାର :- ଗୋଟାମୁଗ ମନ୍ଦିରରେ ଦାନ କରନ୍ତୁ।

ତୁଳା:-

ସୁନା, ରୂପା, ଅଳଙ୍କାର ଇତ୍ୟାଦି ବ୍ୟବସାୟରେ ଉନ୍ନତି ହେବ। ବ୍ୟବସାୟୀମାନେ କଠିନ ପରିଶ୍ରମର ମୂଲ୍ୟ ଫେରି ପାଇବେ। କର୍ମକ୍ଷେତ୍ରରେ ଅପେକ୍ଷାକୃତ ସୁସ୍ଥ ବାତାବାରଣ ଦେଖାଦେବ। କର୍ମାନୁଯାୟୀ ଫଳପ୍ରାପ୍ତି ହେତୁ କର୍ତ୍ତବ୍ୟ ପରାୟଣତା ରକ୍ଷା କରି ପାରିବେ। ଆଶା ଆକାଂକ୍ଷା ଓ ମହତ୍ୱାକାଂକ୍ଷା ପୂର୍ଣ୍ଣହେବ। ମହିଳାମାନେ ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ନୂତନପନ୍ଥା ଅନୁସରଣ କରିବେ। ସୁଖ ସମୃଦ୍ଧି ବୃଦ୍ଧି  ଓ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ପ୍ରତିକାର– ଷଣ୍ଢକୁ ଖାଇବାକୁ ଦିଅନ୍ତୁ।

ବିଚ୍ଛା:-

କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ। ଶାରିରୀକ ଅସୁସ୍ଥତା ଦୂରହେବ। ଯେ କୌଣସି କାର୍ଯ୍ୟରେ ହାତ ଦେଲେ ସଫଳତା ମିଳିବ। ସାମାଜିକ ପ୍ରତିଷ୍ଠା ଓ ମାନ-ସମ୍ମାନରେ ବୃଦ୍ଧି ହେବ। ପରୀକ୍ଷା ପ୍ରତିଯୋଗିତା, ଓ ସାକ୍ଷାତ୍କାରରେ ବିଜୟୀହେବେ। ବ୍ୟବସାୟରେ ଉନ୍ନତି ହେବା ସହ ଲାଭବାନ ହେବେ। ହରାଇଥିବା ଧନ ପ୍ରାପ୍ତି ହେବ। ସରକାରୀ କର୍ମଚାରୀମାନେ କର୍ମ କ୍ଷେତ୍ରରେ ପ୍ରଶଂସିତ ହେବେ। ରାଜନୀତିରେ କୋଲସମ୍ପର୍କ ବୃଦ୍ଧି ଓ ନିଜର ମାନ ସମ୍ମାନ ପଦ ମର୍ଯ୍ୟାଦା ବୃଦ୍ଧି ହେବ। ପ୍ରତିକାର:- ଅସହାୟାଙ୍କୁ ସାହାଯ୍ୟ କରନ୍ତୁ।

ଧନୁ:-

କର୍ତ୍ତବ୍ୟ ପରାୟଣ ପ୍ରଦର୍ଶନ କରି ନିଜର ପାରିଲା ପଣିଆ ଜାହିର କରିବେ। କୋର୍ଟ କଚେରୀ ପ୍ରତି ବିତୃଷ୍ଣା ଜାତ ହେବ। ବ୍ୟବସାୟରେ ସ୍ୱଳ୍ପ ଲାଭସହ ବ୍ୟୟ ଅଧିକ ହେବ। ପରିବାରରେ ଅପ୍ରିତିକର ପରିସ୍ଥିତି ଦେଖା ଦେଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ କରିବେ। ସରକାରୀ କର୍ମଚାରୀମାନେ କର୍ମ କ୍ଷେତ୍ରରେ ଅଶାନ୍ତି ଭୋଗିବେ। ଶାରିରୀକ ଅସୁସ୍ଥତା ଦେଖା ଦେବ। ଦାମ୍ପତ୍ୟ ସୁଖରେ ବାଧା, ସାମାଜିକ ପ୍ରତିଷ୍ଠା ଓ ମାନ-ସମ୍ମାନରେ ଦାଗ ଆସିବ। ପରୀକ୍ଷା ପ୍ରତିଯୋଗିତା, ଓ ସାକ୍ଷାତ୍କାରରେ ଅଶାନ୍ତିହେବେ। ପ୍ରତିକାର : ଗାଈକୁ ରୁଟି ଓ ଗୁଡ଼ ଖାଇବାକୁ ଦିଅନ୍ତୁ।

ମକର:-

ବିଦେଶଯାତ୍ରାରେ ଯଶଲାଭ, ପରିବାରରେ ମାନ ମନାନ୍ତର ଦୂର ହେବ। ଆର୍ଥିକ ଦିଗରୁ ସୁବିଧା ସୁଯୋଗ ପାଇ ଆର୍ଥିକ ସ୍ଥିତି ସୁଦୃଢ଼ ହେବା ସହ ଋଣ ପରିଶୋଧ କରିବାର ସୁଯୋଗ ପାଇବେ। । ମାନସିକ ଏକାଗ୍ରତା ରଖି ପାରିବେ। ଶୁଭ ସମ୍ବାଦପାଇ ଖୁସିହେବେ। ବ୍ୟବସାୟରେ  ଉନ୍ନତି ଫଳରେ ଅଶାତୀତ ଲାଭବାନ୍ ହେବେ। କର୍ମଜୀବିମାନେ  ସହକର୍ମୀମାନଙ୍କଠାରୁ ସାହାଯ୍ୟ ଓ  ସହଯୋଗ ପାଇବେ। ପାରିବାରିକ କ୍ଷେତ୍ରରେ ସୁଖ ଓ ଶାନ୍ତି ମିଳିବ। କର୍ମ ନିଯୁକ୍ତି ପାଇଁ ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ବିଜୟୀହେବେ। ପ୍ରତିକାର-ପିତା ମାତାଙ୍କ ପାଦଛୁଇଁ ପ୍ରଣାମ କରନ୍ତୁ।

କୁମ୍ଭ :-

ସାସାଜିକ ପ୍ରତିଷ୍ଠା ଓ ମାନ-ସମ୍ମାନ ବୃଦ୍ଧି ହେବ। ବ୍ୟବସାୟରେ ଉନ୍ନତି ହେବାସହ ଆର୍ଥିକ ସ୍ଥିତିରେ ବୃଦ୍ଧି ଘଟିବ। ସରକାରୀ କର୍ମଚାରୀମାନେ କର୍ମ କ୍ଷେତ୍ରରେ ସମ୍ମାନ ଲାଭ କରିବେ। ନୂତନ କର୍ମ ନିଯୁକ୍ତିରେ ସଫଳତା ଲାଭ କରିବେ। ଧାର୍ମିକ କାର୍ଯ୍ୟରେ ରୁଚି ବଢ଼ିବ। ରାଜନୀତି କ୍ଷେତ୍ରରେ ଉପରିସ୍ଥଙ୍କ ଶ୍ରଦ୍ଧା ଅତୁଟ ରଖି ସ୍ଥାନ ଓ ସ୍ଥିତି ଅଟଳ ରଖି ପାରିବେ। ବାଦବିବାଦ, ମାଲିମୋକଦ୍ଦମା, ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ଯଶସ୍ୱୀ ହେବେ। ନୂତନ ଗୃହ ନିର୍ମାଣ କରିବାର ଯୋଜନା ପ୍ରସ୍ତୁତ କରିପାରନ୍ତି। ପ୍ରତିକାର:  କେଶର, ହଳଦୀ ଚନ୍ଦନ ମୁଣ୍ଡରେ ଲଗାନ୍ତୁ।

ମୀନ:-

ବ୍ୟବସାୟୀମାନଙ୍କର ବକେୟା ପ୍ରାପ୍ୟ ହାତକୁ ଆଣିବାରେ ସଫଳ ହେବେ। ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧି ହେବାସହ ବ୍ୟୟ ଅଧିକ ହେବ। ପରିବାରରେ ଅପ୍ରିତିକର ପରିସ୍ଥିତି ଦେଖାଦେବ। ବ୍ୟବସାୟରେ ବନ୍ଧୁମାନେ ବିଶ୍ୱାସ ଘାତକତା କରିପାରନ୍ତି। ଆର୍ଥିକ କ୍ଷେତ୍ରରେ ଅବନତି ଦେଖାଦେବ। ପିତା-ମାତାଙ୍କର ଶରୀର ଅସୁସ୍ଥ ରହିବ। ପରୀକ୍ଷା ପ୍ରତିଯୋଗିତା, ଓ ସାକ୍ଷାତ୍କାରରେ ସଫଳ ହେବେ। ଦାମ୍ପତ୍ୟ ସୁଖରେ ବାଧା ଓ ସାମାଜିକ ପ୍ରତିଷ୍ଠା ଓ ମାନ-ସମ୍ମାନରେ ବାଧା ଉପୁଜିବ। ପ୍ରତିକାର- ଗ୍ରାମ୍ୟ ଦେବା ଦେବୀଙ୍କୁ ଭୋଗ ଲଗେଇ ପିଲାଙ୍କୁ ବାଣ୍ଟିବେ।

Jyotirbid Pandit Sudhakar Tripathy
Jantra Jyotisha, Cuttack, 9937551988