୫ ସେପ୍ଟେମ୍ବର ୨୦୧୮, ବୁଧବାର, ଆଜିର ରାଶିଫଳ – କେମିତି ରହିବ ଆଜି ଆପଣଙ୍କ ଦିନ – ଏହି 4ଟି ରାଶିର ଆଜି ଧନପ୍ରାପ୍ତି ଯୋଗ ଅଛି।

ଆଜିର ରାଶିଫଳ, ୪ ସେପ୍ଟେମ୍ବର ୨୦୧୮

 

ମେଷ:-

ପରିବାରରେ ସୁସ୍ଥ ବାତାବରଣ ଜାରି ରହିବ। ପରସ୍ପରକୁ ସାହାଯ୍ୟ ସହଯୋଗ କରି ଗଠନମୂଳକ ଦିଗପ୍ରତି ଆଗ୍ରହ ଓ ଉତ୍ତମ ଯୋଜନାବଦ୍ଧ ହେବାର ସମ୍ଭାବନା ଅଛି। ବନ୍ଧୁବାନ୍ଧବ ମାନେ ଆର୍ଥିକ କ୍ଷେତ୍ରରେ ସାହାଯ୍ୟ ସହଯୋଗ କରିବେ। ସ୍ୱାସ୍ଥ୍ୟରେଉନ୍ନତି, ପଦନ୍ନୋତି, ସ୍ଥାନପରିବର୍ତ୍ତନ, ବିନା ପରିଶ୍ରମରେ ଧନପ୍ରାପ୍ତି ହେବ। ଅନ୍ୟର ଉପକାରକରି ପ୍ରଶଂସିତ ହେବେ। ଖେଳ, କୁଦ, ପ୍ରତିଯୋଗିତା ପରୀକ୍ଷାରେ ଓ ବିଦ୍ୟା କ୍ଷେତ୍ରରେ ପ୍ରଶଂସା ପାଇବେ। ବାଦବିବାଦ, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ବିଜୟୀ ହେବେ। ଅର୍ଥ ସମ୍ପର୍କିତ ଚୁକ୍ତିପତ୍ର କଲେ ଲାଭବାନ୍ ହେବେ। ପ୍ରତିକାର-ନିଶାଦ୍ରବ୍ୟ ଓ ଆମିଷ ସେବନ କରନ୍ତୁ ନାହିଁ।

ବୃଷ:-

ଯୁବକ ଯୁବତୀମାନେ ବାଦବିବାଦ, ମାଲିମକଦ୍ଦମା, ପ୍ରତିଯୋଗିତାପରୀକ୍ଷା ଓ ସାକ୍ଷାତକାରରେ ଜୟଯୁକ୍ତ ହେବେ। ପ୍ରେମିକ ପ୍ରେମିକା ମାନେ ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ଆନନ୍ଦ ସହ କଷ୍ଟ ଅନୁଭବ କରିବେ। କର୍ମକ୍ଷେତ୍ରରେ ସ୍ଥାନ ପରିବର୍ତ୍ତନ କରିବା ପାଇଁ ଚିନ୍ତା କରିବେ। ଧାର୍ମିକ କାର୍ଯ୍ୟରେ ମନ ବଳାଇବେ। ରାଜନୀତିରେ ସଫଳତା ମିଳିବ କର୍ମକ୍ଷେତ୍ରଟି ସୁଦୃଢ ହେବ ଓ ଆୟ ଅପେକ୍ଷା ବ୍ୟୟ ବୃଦ୍ଧି ହେବ। ବନ୍ଧୁମିତ୍ରଙ୍କ ସହ ହସଖୁସିର ବାତାବରଣ ସୃଷ୍ଟି ହେବ। ପାରିବାରିକ କ୍ଷେତ୍ରରେ ଦ୍ଵନ୍ଦ ଦେଖାଦେବ। ମାନସିକ ବିଷାଦ, ଦାମ୍ପତ୍ୟ କଳହ, ଭୟ ଆଶଙ୍କା ଗ୍ରସ୍ତ ହେବେ। କର୍ମ ମୁଖରତା ଯୋଗେ ବିଛିନ୍ନ ହୋଇ ପଡିବା ଅସମ୍ଭବ ନୁହେଁ। ପ୍ରତିକାର- ଚଣାଡାଲି ମନ୍ଦିରରେ ଦାନ କରନ୍ତୁ।

ମିଥୁନ:-

ନିର୍ମାଣ ମୂଳକ ଯୋଜନାରେ ଆଗେଇପାରିବେ। ପାରିବାରିକସ୍ଥିତି ସନ୍ତୋଷ ଜନକ ହେବ। ରାଜନୀତିରେ ସଫଳତା ମିଳିବ। ପିଲାମାନଙ୍କ କାର୍ଯ୍ୟରେ ଆନନ୍ଦିତ ହେବେ। ବ୍ୟବସାୟରେ ନୂତନଧାରା ଖୋଲିବେ। ଧର୍ମକାର୍ଯ୍ୟରେ ମତି ରହିବ। ଦୂରଯାତ୍ରାର ସୁଯୋଗ ପାଇବେ। ଜମିଜମା ସଂକ୍ରାନ୍ତୀୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନହେବ ଓ ଆୟରସ୍ରୋତ ବୃଦ୍ଧିହେବ। ପାରିବାରିକ ସ୍ନେହ ସହାନୁଭୁତି ପ୍ରାପ୍ତି ହେବ। ଶତୃମାନେ ମଥାନତ କରିବେ। ପୁରାତନ ରୋଗର ଉପସମ ଓ ବନ୍ଧୁ ସମାଗମ ହେବ। ପ୍ରତିକାର- ଷଣ୍ଢକୁ ଗୁଡରୁଟି ଖୁଆନ୍ତୁ।

କର୍କଟ:-

ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ସଫଳ ହେବେ। ବ୍ୟବସାୟ କ୍ଷେତ୍ରରେ ପ୍ରସାର ପ୍ରଚାର କରି ସାମାନ୍ୟ ଲାଭ ପାଇବେ। ପ୍ରବାସ ଯାତ୍ରାରେ ପୀଡା ଅନୁଭବ କରିବେ। ମନ ଉତ୍ତେଜିତ ଫଳରେ ମାନସିକ ଏକାଗ୍ରତା ଭଙ୍ଗ ହେବ। ଆର୍ଥିକଦିଗରୁ ସୁବିଧାହେଲେ ମଧ୍ୟ ପୈତୃକସମ୍ପତ୍ତି ନେଇ ପାରିବାରିକ ଦ୍ୱନ୍ଦ ଉପୁଜି ପାରେ। ମନକୁଆଘାତ ଲାଗିଲାପରି କଥା ଶୁଣିବେ। ନିଜଲୋକଙ୍କ ଶତ୍ରୁତା ଫଳରେ ମନରେକ୍ଷୋଭ ଓ ହତାଶଭାବ ଦେଖା ଦେବ। ଶରୀର ଭଲ ରହିବନାହିଁ। ଆୟଅପେକ୍ଷା ବ୍ୟୟ ବୃଦ୍ଧିପାଇବ। ପ୍ରତିକାର- କୁକୁରକୁ ଖାଇବାକୁ ଦିଅନ୍ତୁ।

ଏ ହେଉଛନ୍ତି ସେହି ଭାଗ୍ୟଶାଳୀ ମହିଳା ଯେଉଁମାନେ ଭାଗ୍ୟ ବଦଳାଇ ଦିଅନ୍ତି।

ସିଂହ:-

ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ନୂତନପନ୍ଥା ଅନୁସରଣ କରିବେ। ସୁଖ ସମୃଦ୍ଧି ବୃଦ୍ଧି  ଓ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ। କଳା, ସାହିତ୍ୟ, କ୍ରୀଡ଼ା, ଚଳଚ୍ଚିତ୍ର ତଥା ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ। କର୍ମକ୍ଷେତ୍ରରେ ପରିସ୍ଥିତି ଯେତେ ଜଟିଳ ହେଲେ ମଧ୍ୟ ଆପଣଙ୍କର କୌଣସି ପ୍ରକାର ଅସୁବିଧା ହେବନାହିଁ। ପ୍ରତ୍ୟେକ କ୍ଷେତ୍ରରେ ବିନୟପୂର୍ଣ୍ଣ କଥାକହି ପରିସ୍ଥିତିକୁ ହାଲୁକା କରିବାରେ ସମର୍ଥ ହେବେ। ଅଫିସ୍ ରେ ଅପେକ୍ଷା କରିଥିବା କାମର ଶୁଭ ସୂଚନା ପାଇବେ। ପ୍ରତିକାର:- ଷଣ୍ଢ ଓ ଗାଈକୁ କିଛି ଖାଇବାକୁ ଦିଅନ୍ତୁ।

କନ୍ୟା:-

ବ୍ୟବସାୟରେ ଇଚ୍ଛା ମୁତାବକ ଲାଭପାଇବେ। ଅନେକ ଶୁଭ କର୍ମର ସୁଯୋଗ ପାଇବେ। ରାଜନୀତି କ୍ଷେତ୍ରରେ ପ୍ରତିଷ୍ଠା ପ୍ରତିପତ୍ତି ବୃଦ୍ଧି ପାଇବ। ଆୟବୃଦ୍ଧି, ଋଣମୁକ୍ତି, କର୍ମ କ୍ଷେତ୍ରରେ ଲୋକ ସମ୍ପର୍କ ବୃଦ୍ଧି ହେବ। ନୂଆ ନିଯୁକ୍ତି  ଯୋଗ ଅଛି। ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ନୂତନପନ୍ଥା ଅନୁସରଣ କରିବେ। ସୁଖ ସମୃଦ୍ଧି ବୃଦ୍ଧି  ଓ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ। ପାରିବାରିକ ଓ ଦାମ୍ପତ୍ୟ ସୁଖରେ ସଫଳତା ଏବଂ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ। ରୋଜଗାର ସମସ୍ୟା ସୁଧୁରି ଯିବ। ଧନ ଲାଭ ହେବାରୁ ମନଖୁସି ରହିବ।ପ୍ରତିକାର- ଘରୁ ବହାରରିବା ସମୟରେ ମୁହଁ ମିଠା କରି ବାହାରନ୍ତୁ।

ତୁଳା:-

ବ୍ୟବସାୟରେ ବକେୟା ଅର୍ଥ ଆଦାୟ ହେବ। ମାନସିକ ଦୁଶ୍ଚିନ୍ତା, ଶତୃବାଧା ଦୂରେଇ ଯିବ। ସନ୍ତାନ ସନ୍ତତିଙ୍କ ମର୍ଜି ରକ୍ଷାକରି ଶାନ୍ତି ପାଇବେ। ପାରିବାରିକ କ୍ଷେତ୍ରରେ ସ୍ନେହ  ସଦ୍ଭାବ ବଜାୟ ରହିବ। ଅଭାବ ଅସୁବିଧା ଥାଇ ମଧ୍ୟ କୌଣସି କାମ ଅଟକିବନାହିଁ। ନିଜ ଚେଷ୍ଟାରେ ବାକିଥିବା ଅର୍ଥ ପାଇବେ। ମହିଳାମାନେ ନିଜର ଇଚ୍ଛା ବିରୋଧରେ କୌଣସି କର୍ମକରି ଅନୁତାପ କରିବେ। ପାରିବାରିକ କ୍ଷେତ୍ରରେ ଆଶାଜନକ ଫଳପ୍ରାପ୍ତି ହେବ। ଧାର୍ମିକ କାର୍ଯ୍ୟରେ ରୁଚି ବଢ଼ିବ। ସଂଘର୍ଷ ଦ୍ୱାରା ସଫଳତା ମିଳିବ। ଅଧିକାରୀଙ୍କଠାରୁ ସହଯୋଗ ମିଳିବ। ପ୍ରତିକାର- ଚଣାଡାଲି ମନ୍ଦିରରେ ଦାନ କରନ୍ତୁ।

ବିଛା:-

ପାରିବାରିକ କ୍ଷେତ୍ରରେ ସାହାଯ୍ୟ ଓ ସହଯୋଗ ମାନସିକ ସ୍ଥିତିକୁ ମଜଭୁତ୍ କରିବ। ଧାର୍ମିକ କାର୍ଯ୍ୟରେ ରୁଚି ବଢ଼ିବା ଫଳରେ ସମୟ ହସ ଖୁସିରେ ବିତିବ। ସଂଘର୍ଷ ଦ୍ୱାରା ସଫଳତା ମିଳିବ। ଅଧିକାରୀଙ୍କଠାରୁ ସହଯୋଗ ମିଳିବ। ମହିଳାମାନେ ଉଚିତ୍ପନ୍ଥା ଗ୍ରହଣ କରିବେ। ସ୍ୱାସ୍ଥ୍ୟରେ ସାମାନ୍ୟବ୍ୟତିକ୍ରମ ଦେଖାଦେଇ ପାରେ। କର୍ମକ୍ଷେତ୍ରରେ ସମାଲୋଚନାର  ଶରବ୍ୟ ହେବେ ଓ କେତେକ ବ୍ୟକ୍ତିଙ୍କ ଆତ୍ମକୈନ୍ଦ୍ରିକ ସ୍ଥିତିରୁ ସେମାନଙ୍କ ସହଯୋଗ ହରାଇବାର ଆଶଙ୍କାବି ରହିଛି। ପାରିବାରିକ ସ୍ତରରେ ଭୁଲ ବୁଝାମଣା ଜନିତ ସୁଖ- ଶାନ୍ତିହାନି ହେବ। ବ୍ୟବସାୟ କ୍ଷେତ୍ରରେ ନିଜ ଲୋକ ମନମୋଟିଆ ହେବେ ଓ ମାନସିକ ଚିନ୍ତା ବୃଦ୍ଧି ହେବ। ପ୍ରତିକାର:- ଷଣ୍ଢ ଓ ଗାଈକୁ ଖାଇବାକୁ ଦିଅନ୍ତୁ।

ଚାଣକ୍ୟ ନିତି ଅନୁସାରେ ବୁଦ୍ଧିମାନ ବ୍ୟକ୍ତି କଣ କରିବା ଉଚିତ ।

ଧନୁ:-

ଧର୍ମାତ୍ମା, ଗୁରୁବ୍ରାହ୍ମଣଙ୍କ ସହ ସମ୍ପର୍କ ସ୍ଥାପନହେବ। ବିଦ୍ୟାକ୍ଷେତ୍ରରେ ପ୍ରଶଂସିତ ହେବେ ଓ ପ୍ରତିଯୋଗିତାରେ ବିଜୟୀ ହେବେ। ପାରିବାରିକସ୍ତର ହସ ଖୁସିରେ କଟିବ। କର୍ମକ୍ଷେତ୍ରରେ ଚିନ୍ତା କରିଥିବା କାମ ଗୁଡିକ ହେବ। ନୂତନକର୍ମାରମ୍ଭ ଓ ବିନ୍ଧୁମିଳନ ହେତୁ ନୂଆଉତ୍ସାହ ନେଇ କାମ କରିବେ। ପ୍ରତ୍ୟେକକ୍ଷେତ୍ରରେ କେବଳ କୌଶଳପୂର୍ଣ୍ଣ କଥାକହିବା ଦ୍ୱାରା କାମହାସଲ କରି ପାରିବେ। ପାରିବାରିକ କ୍ଷେତ୍ରରେ ସାହାଯ୍ୟ ଓ ସହଯୋଗ ମାନସିକ ସ୍ଥିତିକୁ ମଜଭୁତ୍ କରିବ। ଆଶାକରିଥିବା ଦିଗରୁ ଅର୍ଥପ୍ରାପ୍ତି ହେବ। ପ୍ରତିକାର-କୁକୁରକୁ ଗୁଡ ରୁଟି ଖୁଆନ୍ତୁ।

ମକର:-

କର୍ମକ୍ଷେତ୍ରରେ ସହକର୍ମୀମାନଙ୍କ ସହ ଶତ୍ରୁତା ମେଣ୍ଟିଯିବା ଫଳରେ ସନ୍ତୋଷ ଓ ଅର୍ଥାଗମହେବ। ବାଦ-ବିବାଦ, ପରୀକ୍ଷା, ପ୍ରତି ଯୋଗୀତା, ମାଲିମୋକଦ୍ଦମା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ଶତୃମାନେ ପରାଜିତ ହେବେ। ଯେଉଁ କାମରେ ହାତଦେବେ ତାହା ନିର୍ବିଘ୍ନରେ ସମାପନ ହେବ। ଆନୁଷ୍ଠାନିକ କାମ, ଗୃହ, ଜମିଜମା, ଗାଡ଼ି ମୋଟର, ପ୍ରତିଦ୍ୱନ୍ଦିତା କ୍ଷେତ୍ରରେ ମାନସିକତା ଅକ୍ଷୁର୍ଣ୍ଣ ରହିବ। ବନ୍ଧୁଙ୍କଠାରୁ ସାହାଯ୍ୟର ପ୍ରତିଶୃତି ପାଇ ମାନସିକଶାନ୍ତି ପାଇବେ। କଳା, ସାହିତ୍ୟକ୍ଷେତ୍ରରୁ ସୁଫଳ ଓ ଆନନ୍ଦ ମିଳିବ। ମହିଳାମାନଙ୍କ କର୍ମକ୍ଷେତ୍ର ସମସ୍ୟା ଦୂର ହୋଇଯିବ। ପ୍ରତିକାର-ହନୁମାନ ମନ୍ଦିରରେ ବୁନ୍ଦିଲଡୁ ଭୋଗ କରି ବାଣ୍ଟିଦିଅନ୍ତୁ।

କୁମ୍ଭ:-

ଆତ୍ମୀୟ- ସ୍ଵଜନଙ୍କ ପାଇଁ ଭୋଗ ବିଳାସଦ୍ରବ୍ୟ କ୍ରୟକରିବେ। ପୂର୍ବ ଶତୃମାନେ ପଛଘୁଞ୍ଚା ଦେବେ। ନାନା ସମସ୍ୟାର ସମାଧାନହେବ। ଅବଶ୍ୟକ ଅର୍ଥ ହାତ ପଇଠ ହୋଇ କାମରେ ଲାଗିଯିବ। ସ୍ୱାସ୍ଥ୍ୟରେ ସାମାନ୍ୟବ୍ୟତିକ୍ରମ ଦେଖାଦେବ। ଆର୍ଥିକ ସ୍ୱଚ୍ଛଳତା ଫେରିପାଇବେ। ପ୍ରକାଶନ, ପ୍ରଶାସନ, ଆଇନ ଅଦାଲତ, ସଭାସମିତି ଓ ଆମଦାନୀ ବାଣିଜ୍ୟ କ୍ଷେତ୍ରରେ ଉପକୃତ ହେବେ। ମହିଳାମାନଙ୍କୁ ପାରିବାରିକ କ୍ଷେତ୍ରରୁ ମଧ୍ୟ ପ୍ରଶଂସା ମିଳିବ। ମିତ୍ରମାନଙ୍କ ସହ ସୁସମ୍ପର୍କ ରହିବା ଫଳରେ ଅନେକ କାର୍ଯ୍ୟରେ ସଫଳ ହେବେ। ପ୍ରତିକାର- ଶିବମନ୍ଦିରରେ କଞ୍ଚାକ୍ଷୀର ଢାଳି ପାଦୁକ ପାନ କରନ୍ତୁ।

ମୀନ:-

ଶାରୀରିକ ସୁସ୍ଥତା ଅନୁଭବ କରିବେ। ବନ୍ଧୁ ପରିଜନଙ୍କ ସ୍ନେହ, ଶ୍ରଦ୍ଧା ପାଇବେ। କେତେକ ସାଧାରଣ ଘଟଣାକୁ କେନ୍ଦ୍ରକରି ପରିବାରରେ ଉପୁଜିଥିବା ବିବାଦ ମେଣ୍ଟିଯିବ। ସଭାସମିତି,କଳା,କ୍ରୀଡ଼ା,ସଙ୍ଗୀତ ତଥା ନୂତନବନ୍ଧୁ ସମ୍ପର୍କ ସ୍ଥାପନ କ୍ଷେତ୍ରରେ ଆଶାନୁଯାୟୀ ଫଳ ପାଇବେ। ସାଙ୍ଗଠନିକ କ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବାକୁ ପଡ଼ିବ। ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହେବ। ପ୍ରତିଷ୍ଠା, ପ୍ରତିପତି, ମାନସମ୍ମାନ ଓ କ୍ଷାତି ବଢ଼ିବ। ବୁଦ୍ଧିମତା କାରଣରୁ ପ୍ରଚୁର ଅର୍ଥ ଲାଭହେବ । ବିଦ୍ୟାର୍ଥୀମାନେ ଆନନ୍ଦିତ ହେବେ। ରାଜନୀତିରେ ସଫଳହେବେ। ପ୍ରତିକାର:-ଅସହାୟଙ୍କର ସେବା କରନ୍ତୁ।

Jyotirbid Pandit Sudhakar Tripathy
Jantra Jyotisha, Cuttack, 9937551988