ଆଜିର ରାଶିଫଳ, 9 ନଭେମ୍ବର 2018 ଶୁକ୍ରବାର – ଏହି ୫ଟି ରାଶି ଉପରେ ମହାଦେବ ଙ୍କ କୃପା ରହିବ

ମେଷ:-

ଜମିଜମା ସଙ୍କ୍ରାନ୍ତିୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ । କର୍ମ କ୍ଷେତ୍ରରେ ଅନେକ ଦିନର ଅଭିଳାଷ ପୂର୍ଣ୍ଣ ହେବ । ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ସଫଳ ହେବେ । ବ୍ୟବସାୟ କ୍ଷେତ୍ରରେ ପ୍ରସାର ପ୍ରଚାର କରି ସାମାନ୍ୟ ଲାଭ ପାଇବେ । ବିଦ୍ୟାରେ ମନଯୋଗ ଦେଇ ପ୍ରଶଂସିତ ହେବେ । ପ୍ରବାସ ଯାତ୍ରାରେ ପୀଡା ଅନୁଭବ କରିବେ । ମନ ଉତ୍ତେଜିତ ଫଳରେ ମାନସିକ ଏକାଗ୍ରତା ଭଙ୍ଗ ହେବ । ଆର୍ଥିକଦିଗରୁ ସୁବିଧାହେଲେ ମଧ୍ୟ ପୈତୃକସମ୍ପତ୍ତି ନେଇ ପାରିବାରିକ ଦ୍ୱନ୍ଦ ଉପୁଜି ପାରେ । ଉଚିତ୍ ପରାମର୍ଶ ପାଇ ହରେଇଥିବା ଦ୍ରବ୍ୟ ଫେରି ପାଇବେ । ପ୍ରତିକାର- ଗ୍ରାମ୍ୟ ଦେବା ଦେବୀଙ୍କୁ ଭୋଗ ଲଗେଇ ପିଲାଙ୍କୁ ବାଣ୍ଟିବେ ।

ବୃଷ:-

କର୍ମକ୍ଷେତ୍ରରେ ଜବରଦସ୍ତି ଉନ୍ନତି ଓ ନ୍ୟାୟମିଳିବ । ବ୍ୟବସାୟରେ ଆଶାତୀତ ଲାଭ ପାଇବେ ଓ ଆୟରସ୍ରୋତ ଖୋଲିଯିବ । ପରିବାରର ମାମଲା ଘରୋଇ ସମସ୍ୟାର ସମାଧାନ ହେବ । ପୁଞ୍ଜିଲଗାଣ, ଉଦ୍ୟୋଗ, ଧନ ଆଦାନପ୍ରଦାନରେ ଲାଭବାନ୍ ହେବେ । ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ବିଜୟୀ ହେବେ । କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ ଓ ପଦୋନ୍ନତି ସହ ନୂତନକର୍ମ ପ୍ରାପ୍ତିହେବ । ମହିଳାମାନଙ୍କର ଆୟ ଅପରିବର୍ତ୍ତିତ ରହି ଶାରୀରିକ ଓ ମାନସିକ ସ୍ଥିରତା ଦେଖାଦେବ । ରାଜନୀତିରେ ସଫଳତା ମିଳିବା ସହ କୃତକାର୍ଯ୍ୟ ହେବେ । ପ୍ରତିକାର- ଅସହାୟ ବୃଦ୍ଧଙ୍କୁ ଖାଦ୍ୟ ଦିଅନ୍ତୁ ।

ମିଥୁନ:-

କର୍ମ କ୍ଷେତ୍ରରେ ଅନେକ ଦିନର ଅଭିଳାଷ ପୂର୍ଣ୍ଣ ହେବ । ବ୍ୟବସାୟୀମାନେ ନୂତନ ବାଣିଜ୍ୟର ପରିକଳ୍ପନା କରିବେ । ରାଜନୀତିରେ ପ୍ରଶଂସିତ ହେବେ । ଶାରୀରିକ ଓ ମାନସିକ ସ୍ଥିରତା ଦେଖାଦେବ । ମହିଳାମାନେ ବ୍ୟବସାୟରେ ପ୍ରଚୁର ଲାଭ କରିବେ ଓ ରାଜନୀତିରେ କୃତକାର୍ଯ୍ୟ ହେବେ । ଉଚିତ୍ ପରାମର୍ଶ ପାଇ ହରେଇଥିବା ଦ୍ରବ୍ୟ ଫେରି ପାଇବେ । ଯୁବକ ଯୁବତୀମାନେ ତରବରିଆ ଭାବରେ କୌଣସି କାମ ନକରି ପରିସ୍ଥିତିକୁ ଆଖିଆଗରେ ରଖି କାମକରିଲେ ଭଲ ହେବ । ଆୟ ଅପରିବର୍ତ୍ତିତ ରହିଲେ ମଧ୍ୟ ବ୍ୟୟ ବୃଦ୍ଧିପାଇବ । ପ୍ରତିକାର- ଚଣାଡାଲି ମନ୍ଦିରରେ ଦାନ କରନ୍ତୁ ।

କର୍କଟ:-

ବ୍ୟବସାୟରେ ଉଧାର ଦେଇ ଫେରି ପାଇବା ସହଜ ହେବ । ପାରିବାରିକ କ୍ଷେତ୍ରରେ ସାଧାରଣ ଚଳଣି ଅତୁଟ ରହିବ । ସମାଜ ସେବା ଓ ରାଜନୀତିରେ ସ୍ଵନାମ ଅର୍ଜନ କରିପାରିବେ । କର୍ମ କ୍ଷେତ୍ରରେ ଉତ୍ତମ ରୋଜଗାର କରିପାରିବେ । ମହିଳାମାନଙ୍କର ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହେବା ଫଳରେ ପ୍ରତିଷ୍ଠା, ପ୍ରତିପତି, ମାନସମ୍ମାନ ଓ କ୍ଷାତି ବଢ଼ିବ । ବୁଦ୍ଧିମତା କାରଣରୁ ପ୍ରଚୁର ଅର୍ଥ ଲାଭହେବ କିନ୍ତୁ ପିଲାମାନଙ୍କ ପଢା ସମସ୍ୟା ନେଇ ମନ ଭାରାକ୍ରାନ୍ତ ରହିବ । ପନିପରିବା ଫସଲ ଆମଦାନୀରେ ଖୁସି ରହିବେ । ଆର୍ଥିକ ପରିସ୍ଥିତି ଉତ୍ତମ ଥିଲେ ମଧ୍ୟ ବସନ ଭୂଷଣରେ ବହୁତ ବ୍ୟୟ କରିବସିବେ । ପ୍ରତିକାର-ବୃଦ୍ଧ ବୃଦ୍ଧାଙ୍କୁ ସହାୟତା କରି ଆଶୀର୍ବାଦ ପ୍ରାପ୍ତ କରିବେ ।

ସିଂହ:-

କର୍ମକ୍ଷେତ୍ରରେ ସହକର୍ମୀ ଓ ଉପରିସ୍ଥ କର୍ମଚାରୀଙ୍କ ଠାରୁ ପ୍ରଶଂସିତ ହେବେ । ପାରିବାରିକ କ୍ଷେତ୍ରରେ ଶାନ୍ତି ବିରାଜମାନ କରିବ । ମହିଳାମାନଙ୍କର ଚାକିରୀକ୍ଷେତ୍ରରେ ପରିବର୍ତ୍ତନ ହେବାର ସମ୍ଭାବନା । ଆପଣା ଲୋକଙ୍କ ମଧ୍ୟରୁ କେହି କ୍ଷୟକ୍ଷତି ଘଟାଇବାର ଉଦ୍ୟମ କରିବେ । ଯୁବକ ଯୁବତୀ ମାନଙ୍କର କୌଣସି ଆବଶ୍ୟକୀୟ ଜିନିଷ କିଣିବା ପାଇଁ ଧାର କରିବାକୁ ବାଧ୍ୟ ହେବେ । ଅଭାବ ଅନାଟନ ପାଇଁ ବ୍ୟୟ ସଂକୋଚନ ହେବ । ବ୍ୟବସାୟରେ ସଫଳତା ଅର୍ଜନ ଓ ଆତ୍ମବିଶ୍ୱାସ ବୃଦ୍ଧି ପାଇବ । ଅପ୍ରିତିକର ପରିସ୍ଥିତି ଦେଖା ଦେଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ କରିବେ । ପ୍ରତିକାର-ଅସହାୟକୁ ନିରାଶ କରିବେ ନାହିଁ ।

କନ୍ୟା:-

କର୍ମକ୍ଷେତ୍ରରେ ପଦୋନ୍ନତିର ସଙ୍କେତ ପାଇବେ । ପ୍ରତିଦ୍ଵନ୍ଦିତାରେ ସଫଳ, ବିଦ୍ୟାକ୍ଷେତ୍ରରେ ଶୁଭଯୋଗ, ରାଜନୀତିରେ ଉଚ୍ଚପ୍ରଶଂସିତ ହେବେ । କାର୍ଯ୍ୟ କ୍ଷେତ୍ରରେ ସୁଖ-ଶାନ୍ତି ବୃଦ୍ଧି ହେବ । ସାମାଜିକ କ୍ଷେତ୍ରରେ ନିଜର ପ୍ରଭାବ ଓ ପରାକ୍ରମ ବଢିବ । ଅଫିସର ଓ ଅଧିକାରୀ କାମରେ ପ୍ରସନ୍ନ ରହିବେ । କାରବାର ସ୍ଥିତିରେ ସୁଧାର ଆସିବାରୁ ମନ ବହୁତ ଖୁସି ରହିବ । ସାଧାରଣ ଲୋକ ସମ୍ପର୍କକୁ ଅତିକ୍ରମ କରିବା ଲକ୍ଷ୍ୟରେ ଭୋଗମାର୍ଗୀ ହୋଇ ନିଜକୁ ପ୍ରତିଷ୍ଠିତ କରିପାରିବେ । ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ସଫଳହେବେ । ପ୍ରତିକାର-ଗାଈକୁ କିଛି ଖୁଆନ୍ତୁ ।

ତୁଳା:-

ବ୍ୟବସାୟୀମାନେ ଧନଲାଭ କରିବାର ସୁଯୋଗ ପାଇବେ । ଶତୃମାନେ ମିତ୍ରଭାବ ଆଚରଣ କରିବେ । ପିଲାମାନଙ୍କ କାର୍ଯ୍ୟରେ ସନ୍ତୁଷ୍ଟ ହେବେ । ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ସଫଳହେବେ । କର୍ମକ୍ଷେତ୍ରରେ ଉନ୍ନତିମୂଳକ ପଦକ୍ଷେପ ନେଇ ଆର୍ଥିକସ୍ଥିତି ସନ୍ତୋଷପ୍ରଦ ହେବ । ନୂତନ କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ । ଶାରିରୀକ ଅସୁସ୍ଥତା ଦୂରହେବ । ଗୃହପାଳିତ ପଶୁ ଓ ଯାନବାହାନ ଇତ୍ୟାଦି କ୍ରୟ କରି ଲାଭବାନ୍ ହେବେ । ପରିବାରଜନଙ୍କ ଉନ୍ନତିରେ ଆନନ୍ଦିତ ହେବେ ଓ ଆର୍ଥିକସ୍ଥିତି ସନ୍ତୋଷପ୍ରଦ ହେବ । ପ୍ରତିକାର: ଅସହାୟଙ୍କର ସେବାକରି ଆଶୀର୍ବାଦ ଭିକ୍ଷା କରନ୍ତୁ ।

ବିଛା:-

ଧାର୍ମିକ କାର୍ଯ୍ୟରେ ରୁଚି ବଢିବ । ସଂଘର୍ଷ ଦ୍ଵାରା ସଫଳତା ମିଳିବ । ଅଧିକାରୀଙ୍କଠାରୁ ସହଯୋଗ ମିଳିବ । ନିଜ ଲୋକ ମନମୋଟିଆ ହେବେ । ମହିଳାମାନଙ୍କର ସନ୍ତାନଙ୍କ ଚିନ୍ତାରେ ମାନସିକ ଅସ୍ଥିରତା ବୃଦ୍ଧି ହେବ ଓ ଉଚିତପନ୍ଥା ଗ୍ରହଣ କରିବେ । ନୂଆ ନିଯୁକ୍ତି ଯୋଗ ଅଛି । ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ନୂତନପନ୍ଥା ଅନୁସରଣ କରିବେ । ସୁଖ ସମୃଦ୍ଧି ବୃଦ୍ଧି ଓ ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ମାଲିମୋକଦ୍ଦମା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତିହେବ । ପ୍ରତିକାର- ଗାଈକୁ ଖାଇବାକୁ ଦେବେ ।

ଧନୁ:-

ପରିବାରରେ ଅପ୍ରୀତିକର ପରିସ୍ଥିତି ଦେଖାଦେଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ କରିବେ । ବ୍ୟୟ ଅଧିକ ହେତୁ ବଜେଟ ବୃଦ୍ଧି ହେବ । ବାଦ-ବିବାଦ ଯୋଗେ ଚିନ୍ତିତ ରହିବେ । ଆଳସ୍ୟପରାୟଣ ବୃଦ୍ଧି ପାଇବ । ପ୍ରତିକୂଳ ପରିସ୍ଥିତି ଯୋଗେ ଅଧିକ ଖର୍ଚ୍ଚ ହେବ । ବ୍ୟବସାୟରେ ଆଶାତୀତ ଲାଭ ପାଇବେ । ନିଜ ଚେଷ୍ଟାରେ କାର୍ଯ୍ୟରେ ସଫଳତା ମିଳିବ । ନିଜ ଲୋକମାନେ ବିଶ୍ଵାସ ଘାତକତା କରିବେ । କର୍ମକ୍ଷେତ୍ରରେ ପରିସ୍ଥିତି ଯେତେ ଜଟିଳ ହେଲେ ମଧ୍ୟ ଆପଣଙ୍କର କୌଣସି ପ୍ରକାର ଅସୁବିଧା ହେବନାହିଁ । ପ୍ରତିକାର- ମସୁରଡାଲି ଧର୍ମସ୍ଥାନରେ ଦେବେ ।

ମକର:-

ମାନସିକ ବିଷାଦ, ଦାମ୍ପତ୍ୟ କଳହ ଓ ଭୟ ଆଶଙ୍କା ଦୂରେଇ ଯିବ । ବକେୟା ଅର୍ଥ କିଛି ମିଳିବ । ମାନସିକଶାନ୍ତି ଓ ସ୍ୱାସ୍ଥ୍ୟରେ ଉନ୍ନତି ପରିଲିକ୍ଷିତ ହେବ । ପାରିବାରିକକ୍ଷେତ୍ରରେ ସ୍ନେହସଦ୍ଭାବର ବୃଦ୍ଧିହେବ । ସନ୍ତାନ ସନ୍ତତିଙ୍କ ମର୍ଜି ରକ୍ଷାକରି ଶାନ୍ତିଶୃଙ୍ଖଳା ବଜାୟ ରଖି ପାରିବେ । ଆୟ ଉପାର୍ଜ୍ଜନର ବୃଦ୍ଧି, କର୍ମ ଓ ବ୍ୟବସାୟରେ ଉନ୍ନତି । ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ବିଜୟୀ ହେବେ । ଋଣରୁ ମୁକ୍ତି ମିଳିବ । ଶତ୍ରୁବାଧା ଦୂରେଇ ଯିବ । ରାଜନୀତିରେ ଲୋକସମର୍ଥନକୁ ଆଧାର କରି ବଳୀୟାନ ହେବେ । ପ୍ରତିକାର- ଗୁଡରୁଟି ଗାଈକୁ ଖାଇବାକୁ ଦିଅନ୍ତୁ ।

କୁମ୍ଭ:-

ଯେଉଁ ଜିନିଷ ପାଇବା ପାଇଁ ଚିନ୍ତା କରୁଥିଲେ ତାହା ନିଶ୍ଚିତ ଭାବେ ପାଇବେ । ଅଫିସରେ ଅଟକି ରହିଥିବା କାମ ଗୁଡିକ ସୁରୁଖୁରୁରେ ସମ୍ପନ୍ନ ହେବ । ପରିବହନ ବ୍ୟବସାୟରେ ଆଶାଜନକ ସଫଳତା ହାସଲ କରିବେ । ମହିଳାମାନେ ପରିବାରରେ ଆଦରଣୀୟା ହୋଇ ସୁଖଭୋଗ କରିବେ । ରାଜନୀତି କ୍ଷେତ୍ରରେ ସୁ-ସମ୍ପର୍କ ସ୍ଥାପନ କରି ନିଜର ଧାର୍ମିକ କାର୍ଯ୍ୟପ୍ରତି ଆଗ୍ରହୀ ହେବେ । ନିର୍ମାଣମୂଳକ ଯୋଜନାରେ ଆଗେଇବେ । ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ସଫଳ ହେବେ । ଦୂରଯାତ୍ରାର ସୁଯୋଗ ପାଇବେ । ଆତ୍ମବିଶ୍ଵାସ ବୃଦ୍ଧି ପାଇବ । କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତି ହେବ । ପ୍ରତିକାର:- ଅସହାୟାଙ୍କୁ ସାହାଯ୍ୟ କରନ୍ତୁ ।

ମୀନ:-

ନିଜ ଚେଷ୍ଟାରେ କାର୍ଯ୍ୟରେ ସଫଳତା ମିଳିବା ସହ ସନ୍ତାନ ସୁଖ ମିଳିବ । ଶାରୀରିକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ । କର୍ମ କ୍ଷେତ୍ରରେ ଉନ୍ନତି କରିପାରିବେ । ନ୍ୟାୟମାର୍ଗ ଓ ମିଷ୍ଟ ବଚନ ଯୋଗେ ପ୍ରବାସରେ ମଧ୍ୟ କେତେକ କ୍ଷେତ୍ରରେ ଉନ୍ନତିକର ହେବ । ସଫଳତା ଏବଂ ଲୋକସମ୍ପର୍କ ଆତ୍ମସନ୍ତୋଷ ବଢେଇବ । ରୋଜଗାର ସମସ୍ୟା ସୁଧୁରି ଯିବ । ଧନ ଲାଭ ହେବାରୁ ମନ ଖୁସି ରହିବ । କାର୍ଯ୍ୟ ପୁରଣ ହୋଇ ସମୟ ହସ ଖୁସିରେ ବିତିବ । ବ୍ୟବସାୟୀକ କ୍ଷେତ୍ରରେ ଉନ୍ନତି ହେବ । ମହିଳାମାନଙ୍କର କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତି ହେବ । ପ୍ରତିକାର-ମାଦକଦ୍ରବ୍ୟଠାରୁ ଦୂରେଇ ରୁହନ୍ତୁ ।