ଆଜିର ରାଶିଫଳ 19 ଅଗଷ୍ଟ 2019, ସୋମବାର, ମହାଦେବ ଙ୍କ କୃପା ଦୃଷ୍ଟି ରୁ ସବୁ କାର୍ଯ୍ୟରେ ସିଦ୍ଧ ହେବେ ଏହି ୪ଟି ରାଶି

ମେଷ:-

ଆୟର ମାର୍ଗ ପ୍ରଶସ୍ତ ହେବ । ଉଚ୍ଚ ସମ୍ଭାବନାର ଆଶା ଓ ଆଶ୍ୱାସନା ଲାଭ କରି ମାନସିକ ଶାନ୍ତି ଅନୁଭବ କରିବେ । ଦୂରଯାତ୍ରାରେ ସୁଖମିଳିବ ଏବଂ ଲାଭ ବାନ୍ ହେବେ । ପରିବାରରେ ଆନନ୍ଦ ଲହରୀ ଖେଳିଯିବ । ମିତ୍ର, ଭାଇ ଓ ବନ୍ଧୁମାନେ ସହଯୋଗ କରିବେ । ପରିଶ୍ରମଦ୍ୱାରା କାର୍ଯ୍ୟ ସଫଳ ହେବ । ବାହାନ କ୍ରୟ ଓ ବିକ୍ରୟ କରିବେ । ବାଦବିବାଦ ମାଲିମୋକଦ୍ଦମା ପ୍ରତିଯୋଗିତା ପରୀକ୍ଷାରେ ସଫଳ ହେବେ । ମହିଳାମାନେ ସମସ୍ୟା ସମାଧାନ କରି ଶାନ୍ତି ପାଇବେ । ମିତ୍ରମାନଙ୍କ ସହ ସୁସମ୍ପର୍କ ରହିବା ଫଳରେ ଅନେକ କାର୍ଯ୍ୟରେ ସଫଳ ହେବେ ।  ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ବୃଷ:-

ଆକସ୍ମିକ ଧନ ପ୍ରାପ୍ତିର ଯୋଗ ଅଛି । ଉଚ୍ଚ କର୍ମକର୍ତ୍ତାଙ୍କର ସୁଦୃଷ୍ଟି ପ୍ରାପ୍ତି ହେବ । ସହକର୍ମୀମାନଙ୍କର ସମର୍ଥନ ଏବଂ ଅଧସ୍ତନଙ୍କର ସହଯୋଗ ଯୋଗୁଁ କର୍ମକ୍ଷେତ୍ରରେ ସମ୍ମାନ ବୃଦ୍ଧି ଏବଂ ସୁନାମ ଅର୍ଜନ କରିବେ । ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହେବା ଫଳରେ ଅନେକକାର୍ଯ୍ୟ ସହଜ ସରଳରେ ସମାଧାନ ହେବ । ଭୋଗ ବିଳାସ ଓ ଆନନ୍ଦମୟ ମୁହୂର୍ତ୍ତ ସାଙ୍ଗକୁ ସ୍ୱାସ୍ଥ୍ୟକର ପରିବେଶ ଓ ସମ୍ମାନଜନକ ଘଟଣା ଘଟିବ । ମାଲିମୋକଦ୍ଦମା ଓ ପ୍ରତିଦ୍ୱନ୍ଦିତାରେ ସଫଳ ହୋଇ ସମ୍ପତ୍ତି କ୍ରୟ କରିବେ । ଗୃହରେ କଲ୍ୟାଣକର କର୍ମ ସମ୍ପାଦନ କରି ପ୍ରଶଂସିତ ହେବେ ।  ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ମିଥୁନ:-

ଗୁରୁଜନ ଓ ଉଚ୍ଚପଦସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନ ମିଳିବା ସହ ବିଭିନ୍ନଦିଗରୁ ସାହାଯ୍ୟ ସହଯୋଗ ମିଳିବ । ସହକର୍ମୀମାନଙ୍କ ସହ ବାଦବିବାଦର ଅବସାନ ଘଟିବ । ଲକ୍ଷ୍ୟ ପୂରଣ ହେବାରେ କୌଣସି ଅସୁବିଧା ହେବନାହିଁ । ବ୍ୟବସାୟ ବାଣିଜ୍ୟ ଓ ପରିବହନ କ୍ଷେତ୍ରରେ ସୁଫଳ ପ୍ରାପ୍ତିହେବ । ଦୂରଯାତ୍ରାର ସୁଯୋଗ ପାଇବେ । ମହିଳାମାନେ ନୂତନ ବନ୍ଧୁଙ୍କୁ ପାଇ ଖୁସୀହେବେ । ବିଦ୍ୟାକ୍ଷେତ୍ରରେ ଆତ୍ମବିଶ୍ୱାସ ବୃଦ୍ଧି ପାଇବ ଓ ପ୍ରଶଂସା ପାଇବେ । ପାରିବାରିକ ଜୀବନ ଆନନ୍ଦମୟ ହେବ । ରାଜନୀତି ରେ ପ୍ରସଂଶା, କୃଷିରେ ମନସନ୍ତୁଷ୍ଟ, ଖେଳରେ ବିଜୟୀ ହେବେ ।  ପ୍ରତିକାର:- ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ ।

କର୍କଟ:-

ପରିବାରରେ ଯେତେ ସମସ୍ୟା ଥିଲେ ମଧ୍ୟ ଶାନ୍ତି ଅନୁଭବ କରିବେ । ମହିଳାମାନେ ଆନୁଷ୍ଠାନିକ କାମ ହାସଲ କରିବା ସକାଶେ ବନ୍ଧୁଙ୍କ ସାହାଯ୍ୟ ଉପରେ ନିର୍ଭର କରିବେ । କୃଷିଜିବୀମାନେ ହସଖୁସିରେ ସମୟ ବିତାଇବେ । ସରକାରୀ ସାହାଯ୍ୟ ମିଳିପାରେ । ବ୍ୟବସାୟରେ ନାନାପ୍ରକାର ସୁବିଧା ସୁଯୋଗ ମିଳିବ ଓ ପୁରୁଣା ପ୍ରାପ୍ୟ ମଧ୍ୟ ଆଦାୟ ହୋଇ ପାରେ । ପରୀକ୍ଷା ପ୍ରତିଯୋଗିତା କ୍ଷେତ୍ରରେ ବିଜୟୀ ହେବେ । କର୍ମରେ ସାମୟିକ ଚିନ୍ତା ଦୂରହେବା ସହ ବଜେଟ୍ ରେ ଗୋଳମାଳ ହେବ । ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାକୁ ନେଇ ନିତ୍ୟଚର୍ଯ୍ୟାରେ ବ୍ୟବଧାନ ଉପସ୍ଥିତ ହେବ ।  ପ୍ରତିକାର- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

ସିଂହ:-

ଅଚାନକ ଭାବରେ ଧନ ପ୍ରାପ୍ତି କରିବାର ସୁଯୋଗ ମିଳିବ । ବ୍ୟବସାୟୀମାନେ କଠିନ ପରିଶ୍ରମର ମୂଲ୍ୟ ଫେରି ପାଇବେ । କର୍ମକ୍ଷେତ୍ରରେ ଅପେକ୍ଷାକୃତ ସୁସ୍ଥ ବାତାବାରଣ ଦେଖାଦେବ । ପରିବାରରେ ସୁଖ ସମ୍ପଦ ପ୍ରାପ୍ତି ହେବ । ପ୍ରତିଦ୍ୱନ୍ଦିତା ପରୀକ୍ଷା ରେ ସଫଳତା ଲାଭ କରିବେ । ବନ୍ଧୁ ମିତ୍ରମାନେ ସମର୍ଥନ ଓ ପରିବାର ଲୋକଙ୍କର ସାହାଯ୍ୟ ସହଯୋଗ ହେତୁ ଖୁସି ହେବେ । କୃଷିଜୀବିମାନେ ଆନନ୍ଦିତ ହେବେ । ରାଜନୈତିକ କ୍ଷେତ୍ରରେ ସମ୍ମାନ ବୃଦ୍ଧି ହେବ ଓ ସୁନାମ ଅର୍ଜନ କରିବେ । ଗୃହରେ କୌଣସି ଶୁଭକର୍ମ ସମ୍ପାଦନ କରିପାରନ୍ତି । ସ୍ୱାସ୍ଥ୍ୟ ଦିଗରୁ ଆଶ୍ଵସ୍ତି ଲାଭ କରିବେ ।  ପ୍ରତିକାର-ମାଦକଦ୍ରବ୍ୟ ସେବନ କରନ୍ତୁ ନାହିଁ ।

କନ୍ୟା:-

କର୍ମକ୍ଷେତ୍ରରେ ଅପେକ୍ଷାକୃତ ସୁସ୍ଥ ବାତାବାରଣ ଦେଖାଦେବ । ଆକସ୍ମିକ ଅର୍ଥଲାଭ, ସୁନାମ ପ୍ରାପ୍ତି, ସମ୍ମାନ ବୃଦ୍ଧି, କର୍ମୋନ୍ନତି ବାସସ୍ଥାନ ବା ଯାନବାହାନର ନବୀକରଣ ଇତ୍ୟାଦି ନାନାବିଧ ସୁଯୋଗ ପ୍ରାପ୍ତି ହେବ । ଅନେକ ପ୍ରକାର ଉଲ୍ଲେଖନୀୟ ପରିବର୍ତ୍ତନ ଆସିବ । ସ୍ୱାସ୍ଥ୍ୟ ଦିଗରୁ ପ୍ରାୟତଃ ଠିକ୍ ରହିବ । ଯାତ୍ରାରେ ସଫଳତା ପ୍ରାପ୍ତି ହେବ । କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ, ବାଦ-ବିବାଦ, ମାଲିମୋକଦ୍ଦମା, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ଜମିବାଡ଼ି ନେଇ କେତେକ ସମସ୍ୟା ସମାଧାନ ହେବ ।  ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ ।

ତୁଳା:-

ସହଯୋଗୀ, ସହକର୍ମୀ, ବରିଷ୍ଠ ବ୍ୟକ୍ତିମାନଙ୍କ ସହିତ ସମ୍ପର୍କ ନିବିଡ଼ ହେବ । ବ୍ୟବସାୟରେ କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତିହେବ । ବୁଦ୍ଧିମତା କାରଣରୁ ପ୍ରଚୁର ଅର୍ଥ ଲାଭହେବ । କର୍ମଜୀବୀ ମାନଙ୍କ ପାଇଁ ସହକର୍ମୀ ଓ ପଦାଧିକାରୀମାନେ ସହଯୋଗ କରିବେ । ଅନେକ ପ୍ରକାର କାର୍ଯ୍ୟରେ ପରିବର୍ତ୍ତନ ଦେଖାଦେବ । ପାରିବାରିକ ଜୀବନ ଆନନ୍ଦମୟ ହେବ । ମହିଳାମାନେ ବନ୍ଧୁଙ୍କୁ ଆପ୍ୟାୟିତ କରିବାରେ ସମର୍ଥ ହେବେ । ପିଲାମାନଙ୍କ ପ୍ରତି ବିଶେଷ ସତର୍କ ରହିବା ଉଚିତ୍ । ସ୍ୱାସ୍ଥ୍ୟ ଠିକ୍ ରହିବ । ବିଦ୍ୟାର୍ଥିମାନେ ନିଜ ଲକ୍ଷ୍ୟ ସ୍ଥଳରେ ପହଞ୍ଚି ପାରିବେ ।  ପ୍ରତିକାର:-ଅସହାୟକୁ ଖାଇବାକୁ ଦିଅନ୍ତୁ ।

ବିଚ୍ଛା:-

ପରିବାରରେ ମନୋମାଳିନ୍ୟ ଓ ଆର୍ଥିକ ସଙ୍କଟ ଦୂରେଇଯିବ । ବ୍ୟବସାୟ ସମ୍ବନ୍ଧୀୟ ସମସ୍ତ ଜରୁରୀ କାର୍ଯ୍ୟ ଓ ଆବଶ୍ୟକ ଅର୍ଥ ଆଦାନ ପ୍ରଦାନ ସୁଚାରୁରୂପେ ହେବ । ପ୍ରବାସ ଯାତ୍ରାରେ ଲାଭବାନ ହେବେ । ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରିବେ । ପୁରାତନ ରୋଗରୁ ଉପଶମ ମିଳିବ । ପାରିବାରିକକ୍ଷେତ୍ରରେ ଶାନ୍ତିଶୃଙ୍ଖଳା ଦେଖାଦେବ । ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ସଫଳ ହେବେ । ଉଚ୍ଚାଧିକାରି ଓ ସହକର୍ମୀମାନେ କର୍ମକ୍ଷେତ୍ରରେ ସହଯୋଗ କରିବେ । ମହିଳାମାନେ ଆଶା କରୁଥିବା ଖବର ପାଇ ଖୁସୀ ହୋଇଯିବେ ।  ପ୍ରତିକାର:-ବିଦ୍ୟାର୍ଥୀକୁ ସାହାଯ୍ୟ କରନ୍ତୁ ।

ଧନୁ:-

ବ୍ୟବସାୟରେ ପ୍ରତିଦ୍ୱନ୍ଦ୍ୱିତା ସତ୍ତ୍ୱେ ଲାଭ ସୁନିଶ୍ଚିତ ହେବ । କର୍ମକ୍ଷେତ୍ରରେ ନାନାବିଧ ସୁଯୋଗ ଓ ଶୁଭଫଳ ପ୍ରାପ୍ତି ହେବ । ଆକସ୍ମିକ ଅର୍ଥଲାଭ, ସୁନାମ ପ୍ରାପ୍ତି, ସମ୍ମାନ ବୃଦ୍ଧି, କର୍ମୋନ୍ନତି ବାସସ୍ଥାନ ବା ଯାନବାହାନର ନବୀକରଣ ଇତ୍ୟାଦି ଶୁଭଫଳ ପ୍ରାପ୍ତି ହେବ । ଯାତ୍ରାରେ ସଫଳତା ଲାଭ ହେବ । ଦାମ୍ପତ୍ୟ ଜୀବନ ଆନନ୍ଦମୟ ହେବ । ବନ୍ଧୁଙ୍କ ଶୁଭକର୍ମରେ ଯୋଗଦେବାକୁ ବାଧ୍ୟହେବେ । ମହିଳାମାନଙ୍କର ବହୁ ଗୁରୁତ୍ୱପୂର୍ଣ୍ଣ ସମସ୍ୟାର ସମାଧାନ ହୋଇଯିବ । ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ସଫଳ ହେବେ ।  ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ମକର:-

କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତିହେବ । ଆୟ ବୃଦ୍ଧିପାଇବ । କର୍ମକ୍ଷେତ୍ରରେ ପରିସ୍ଥିତି ଭଲ ରହିବ । ବିଭିନ୍ନ ପ୍ରକାର ସମସ୍ୟା ଦୂର ହୋଇ ଶାନ୍ତି ମିଳିବ । ଚାକିରୀ ଜୀବିମାନେ ଭୋଗ ବିଳାସକୁ ତୁଚ୍ଛ ମଣି କର୍ତ୍ତବ୍ୟ ସାଧନକୁ ଭଗବତ୍ ସେବାଭଳି ମାନ୍ୟତା ଦେବେ । ବ୍ୟବସାୟୀମାନେ ସାଧୁ ଓ ସଚ୍ଚୋଟ ଭାବେ କର୍ମଯୋଗକୁ ଶ୍ରେଷ୍ଠତା କରି ସମ୍ମାନ ଓ ପ୍ରତିଷ୍ଠାର ଅଧିକାରୀ ହେବେ । ରାଜନୀତିରେ ସ୍ୱାର୍ଥରକ୍ଷା କରିବାରେ ସମୟ ବିତିବ । ସହକର୍ମୀ କେହି ଇର୍ଷାତୁର ହେଲେବି କ୍ଷତିକାରୀ ହେବେ ନାହିଁ । କୋର୍ଟ କଚେରୀ ଧନ୍ଦା ମଧ୍ୟରେ ଅସ୍ୱସ୍ତି ବଢ଼ିବ ଓ ସମୟ ଗଡ଼ିଚାଲିବ ।  ପ୍ରତିକାର- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

କୁମ୍ଭ:-

ଖୋଜୁଥିବା ଜିନିଷ ସୁବିଧାରେ ପାଇବେ । କର୍ମକ୍ଷେତ୍ରରେ ସହକର୍ମୀ କିମ୍ବା ପ୍ରିୟଜନମାନଙ୍କୁ ପ୍ରିୟକଥା କହି ସମସ୍ୟାକୁ ସୁଧାରି ନେବେ । ବ୍ୟବସାୟରେ ଲାଭ ହେବାରୁ ମନ ଖୁସି ରହିବ । ନୂତନ ଗୃହ କିମ୍ବା ଯାନବାହନ କିଣିବା ପାଇଁ ମନ ବଳେଇବେ । ବୁଦ୍ଧି ବିବେକ ଖେଳାଇ କର୍ତ୍ତବ୍ୟ ପରାୟଣାତାକୁ ମୁଖ୍ୟକରି ଚଳିବା ହିତକର । ଦକ୍ଷତାକୁ କେନ୍ଦ୍ରକରି ଉଚ୍ଚମାନ୍ୟତାରେ ବୃଦ୍ଧି ହେବ । ମାଲିମୋକଦ୍ଦମାରେ ସମ୍ମାନ ଓ ପ୍ରତିଷ୍ଠା ଅତୁଟ ରହିବ । ବ୍ୟବସାୟୀମାନେ ନଗଦ କାରବାରରେ ଅଧିକ ଲାଭପ୍ରଦ ହେବେ । ଋଣ ଭରଣାରେ ସହଜ ହେବ । ରାଜନୀତି କ୍ଷେତ୍ରରେ ଉଚ୍ଚସମ୍ପର୍କରୁ ଲାଭବାନ ହେବେ ।  ପ୍ରତିକାର- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

ମୀନ:-

କ୍ଷମତା ଶକ୍ତି ବଳରେ ନିଜର ସମୟ ବିତାଇବେ । କଳାତ୍ମକ ଦିଗରୁ ପ୍ରଶଂସିତ ହେବେ । ମହିଳାମାନେ ସଭାସମିତି, ରାଜନୀତିରେ ସମ୍ମାନିତା ହେବେ ଓ ଗୃହୋପକରଣ କ୍ରୟ କରିବେ । ବିଦ୍ୟା ଓ ଖେଳରେ ପ୍ରଶଂସିତ ହେବେ । କର୍ମଜୀବିମାନେ କଠିନ ପରିଶ୍ରମ କରି ନିଜର ସ୍ଥାନ ସ୍ଥିତି ବଜାୟ ରଖିବେ । ବ୍ୟବସାୟୀମାନେ ସାମାନ୍ୟ ପରିଶ୍ରମ କରି ଅଧିକ ଲାଭ ପାଇବେ । ରାଜନୀତି କ୍ଷେତ୍ରରେ ତଳୁ ଉପର ସ୍ତର ଯାଏଁ ଆଦୃତି ଓ ମାନ୍ୟତା ଅର୍ଜ୍ଜନ କରିବେ । ପରିବାରରେ କ୍ରୋଧ ନିୟନ୍ତ୍ରଣ ନ ରଖିଲେ କ୍ଷତି ସହିବେ । ସ୍ୱାସ୍ଥ୍ୟ ପାଇଁ ସତର୍କ ରହିବା ଉଚିତ୍ ।  ପ୍ରତିକାର:- ଅସହାୟକୁ ନିରାଶ କରିବେ ନାହିଁ ।