ଆଜିର ରାଶିଫଳ, 27 ସେପ୍ଟେମ୍ବର 2019 ଶୁକ୍ରବାର, ସାଇବାବା ଙ୍କ ବିଶେଷ କୃପା ରହିବ ଏହି ୪ଟି ରାଶି ଉପରେ

୧-ମେଷ

ସରକାରୀ କର୍ମଚାରୀ ମାନଙ୍କର କର୍ମକ୍ଷେତ୍ରରେ ଉନ୍ନତି ଫଳରେ ସନ୍ତୋଷ ଦେଖାଦେବ। ପ୍ରେମିକ ପ୍ରେମିକାମାନେ ଗୁପ୍ତ ପ୍ରେମରେ ସଫଳ ହେବେ। ସ୍ଵାସ୍ଥ୍ୟରେ ଉନ୍ନତି ଦେଖାଦେବ। ବ୍ୟବସାୟ କ୍ଷେତ୍ରରେ କଥା ଓ ବ୍ୟବହାର ନିୟନ୍ତ୍ରଣ ନକଲେ ଲୋକ ସଂପର୍କରେ ବାଧା ଉପୁଯିବ। ମହିଳାମାନେ ନିଜର କର୍ତ୍ତବ୍ୟକୁ ଠିକ୍ ଭାବରେ ନିର୍ବାହ କରି ପାରିବେ। ଶତ୍ରୁମାନଙ୍କ ଉପରେ ନଜର ନରଖିଲେ କ୍ଷତିରେ ପଡିବେ। ଆର୍ଥିକକ୍ଷେତ୍ରରେ ଉନ୍ନତି ହେବ।  ଛାତ୍ର-ଛାତ୍ରୀମାନେ ଉଚ୍ଚ ଶିକ୍ଷାର ସୁଯୋଗ ପାଇବେ। ଦାମ୍ପତ୍ୟ ସୁଖ ବୃଦ୍ଧି ହେବ। ରାଜନୀତି କ୍ଷେତ୍ରରେ ସାମାଜିକ ପ୍ରତିଷ୍ଠା, ମାନ-ସମ୍ମାନ ବୃଦ୍ଧି ହେବ। ପ୍ରତିକାର:- କୁକୁରକୁ ଖାଦ୍ୟ ଦିଅନ୍ତୁ।

୨-ବୃଷ

ମହିଳାମାନେ ସନ୍ତାନ ସନ୍ତତି ମାନଙ୍କଖୁସିରେ ଆନନ୍ଦିତ ହେବେ। ବ୍ୟବସାୟ କ୍ଷେତ୍ରରେ ଦ୍ଵିଗୁଣା ଲାଭ ପାଇବା ଦ୍ରବ୍ୟ କ୍ରୟ କରିବେ। କୌଣସି ଶିକ୍ଷା ଅନୁଷ୍ଠାନରେ ଯୋଗ ଦେବାର ସୁବିଧା ସୁଯୋଗ ଆସିବ। କର୍ମକ୍ଷେତ୍ରରେ ସଚ୍ଚୋଟ ଓ ନ୍ୟାୟୀ ବ୍ୟକ୍ତିହିସାବରେ ସମ୍ମାନ ପାଇବେ। ପ୍ରତେକ କଥାକୁ  ଟିକିନିଖି ପରୀକ୍ଷା ପରେ ହିସାବକୁ ନେବେ। ସ୍ଵାସ୍ଥ୍ୟରେ ଉନ୍ନତି ସହ ଅଧ୍ୟାତ୍ମିକ ତଥା ବୈଷୟିକ ରୁଚି ପୂର୍ତ୍ତି ହେବ। ପାରିବାରିକ ସୁଖ ସମ୍ପନ୍ନତା ଲାଭ ହେବ ଏବଂ ଆୟ ମଧ୍ୟ ଉତ୍ତମ ହେବ। କେତେକ ମୁଲ୍ୟବାନ ଆସବାବ ପତ୍ର କ୍ରୟ କରିବେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

୩-ମିଥୁନ

ବହୁତ ଦିନରୁ ଅଟକିଥିବା କାର୍ଯ୍ୟ ସମ୍ପନ୍ନ ହେବ। ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହେବ। ପ୍ରତିଷ୍ଠା, ପ୍ରତିପତ୍ତି, ମାନସମ୍ମାନ ଓ କ୍ଷାତି ଅର୍ଜନ କରିବେ। କର୍ମରେ ଉନ୍ନତି ସହିତ ବାସସ୍ଥାନ ବା ଯାନବାହନର ନବୀକରଣ ଇତ୍ୟାଦି ନାନାବିଧ ସୁଯୋଗ ପ୍ରାପ୍ତି ହେବ। ହଜି ଯାଇଥିବା କିମ୍ବା ଖୋଜୁଥିବା ଜିନିଷ ହଠାତ୍ ମିଳିଯିବ। ଶୁଭଖବର ପାଇ ଖୁସି ହେବେ ଓ ସମୟ ଆନନ୍ଦମୟ ହେବ। ଆର୍ଥିକ ସାହାଯ୍ୟ ମିଳିବ।  ବୁଦ୍ଧିମତା କାରଣରୁ ପ୍ରଚୁର ଅର୍ଥ ଲାଭହେବ। ବନ୍ଧୁମିଳନ ହେତୁ ମନଖୁସୀ ରହିବ। ଆଇନ, ଅଦାଲତ ସମ୍ପର୍କୀୟ ଦୁଶ୍ଚିନ୍ତା ଦୂରହେବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

୪-କର୍କଟ

ଉଚ୍ଚଧିକାରୀ ଓ ବରିଷ୍ଠ ବ୍ୟକ୍ତିଙ୍କ ସହ ସୁ ସମ୍ପର୍କ ଫଳରେ କର୍ମୋନ୍ନତି ହେବ। ସନ୍ତାନ ପକ୍ଷର ଚିନ୍ତା ଦୂର ହୋଇଯିବ। ମିତ୍ରଙ୍କ ଠାରୁ ବହୁତ ସାହାଯ୍ୟ ସହଯୋଗ ମିଳିବ। ସହଯୋଗୀମାନେ ସହଯୋଗ କରିବେ ଓ ସ୍ୱାସ୍ଥ୍ୟଗତ ସମସ୍ୟାର ଉନ୍ନତି ହେବ। ଅଚାନକ ଧନ ପ୍ରାପ୍ତି ହେବ ଓ ଭବିଷ୍ୟତ ପାଇଁ ଯୋଜନା କରି ପୁଞ୍ଜି ନିବେଶ କରିବେ। ଜାଗା, ଜମି, ଗୃହ ସମ୍ବନ୍ଧୀୟ ସମସ୍ୟା ସହଜରେ ସମାଧାନ ହେବ। ବ୍ୟବସାୟରେ ଲାଭର ପରିମାଣ ଅଧିକ ହେବ। ଅନେକ ଶୁଭ କର୍ମର ସୁଯୋଗ ପାଇବେ।  ମାନସିକ ଶାନ୍ତି ଅନୁଭବ କରିବେ। ପ୍ରତିଯୋଗିତା ପରୀକ୍ଷାରେ ସଫଳ ହେବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

୫-ସିଂହ

ସମସ୍ୟା ଗୁଡ଼ିକ ଆପଣାଛାଏଁ ସମାଧାନ ହୋଇଯିବାରୁ ମନ ହାଲୁକା ହୋଇଯିବ। ପାରିବାରିକ କ୍ଷେତ୍ରକୁ ସରସ ସୁନ୍ଦର କରିବାର ପ୍ରଯତ୍ନ କରିବେ। ମିତ୍ରମାନେ ପରାମର୍ଶ ଦେଇ କିଛି ସମସ୍ୟା ମୂଳକ କାମ ସମାଧାନ କରାଇ ପାରନ୍ତି। ଆର୍ଥିକସ୍ଥିତି ଭଲ ରହିବା ଯୋଗେ କାମଗୁଡ଼ିକୁ ଯଥାଶୀଘ୍ର ଶେଷ କରିବାରେ କିଛି ଅସୁବିଧା ହେବ ନାହିଁ। ଆଇନ, ଅଦାଲତ ଓ ପ୍ରତିଦ୍ୱନ୍ଦିତା କ୍ଷେତ୍ରରେ ସମସ୍ୟା ଦୂର ହୋଇ ପାରେ। ପୁରାତନ ରୋଗର ସାମାନ୍ୟ ଉନ୍ନତି ପରିଲକ୍ଷିତ ହେବ। ସମ୍ପର୍କୀୟଙ୍କ ଶୁଭ ସୂଚନା ପାଇ ଖୁସି ହେବେ।  ରାଜନୀତି କ୍ଷେତ୍ରରେ ପଦମର୍ଯ୍ୟାଦା ବୃଦ୍ଧି ପାଇବ। ପ୍ରତିକାର:- ଗୋମାତାକୁ ଖାଦ୍ୟ ଦିଅନ୍ତୁ।

୬-କନ୍ୟା

ନିଜର ଲୋକମାନେ ସାହାଯ୍ୟ ସହଯୋଗ କରିବେ। ସ୍ଥାନ ପରିବର୍ତ୍ତନ ଯୋଗେ ଅସନ୍ତୋଷ ଦେଖାଦେବ। ଆନୁଷ୍ଠାନିକ କାମ ହାସଲ କରିବା ସକାଶେ ବନ୍ଧୁଙ୍କ ସାହାଯ୍ୟ ଉପରେ ନିର୍ଭର କରିବେ। ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାକୁ ନେଇ ମନସନ୍ତୁଷ୍ଟ ରହିବ।ପରିବାରରେ ଅପ୍ରିତିକର ପରିସ୍ଥିତି ଦେଖା ଦେଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ କରିବେ। ସୁଖ ସମୃଦ୍ଧି ବୃଦ୍ଧି ଓ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ। ବ୍ୟବସାୟ ବୃଦ୍ଧି ଓ ନୂଆ ଯୋଜନା ଉପରେ କାର୍ଯ୍ୟ କରିଲେ ସମସ୍ତ ଚେଷ୍ଟା ସଫଳ ହେବ। ପ୍ରେମିକ ପ୍ରେମିକାମାନଙ୍କର ନୂତନ ସ୍ଥାନକୁ ବୁଲିଯିବାର ସୁଯୋଗ ମିଳିବ। ପ୍ରତିକାର- ଅସହାୟଙ୍କୁ ଖାଦ୍ୟ ଦିଅନ୍ତୁ।

୭-ତୁଳା

ଅତିରିକ୍ତ ଆୟର ଦରକାର ଅନୁଭବ ହେବ। ବାକିଥିବା କାର୍ଯ୍ୟ ସଫଳତା ପୂର୍ବକ ସମ୍ପନ୍ନ ହେବାରୁ ସନ୍ତୁଷ୍ଟି ମିଳିବ। କିଛି ଏମିତି ଲୋକଙ୍କ ସହିତ ମିଳନ ହେବ ଯେ ସେମାନେ ବିକାଶରେ ସାହାଯ୍ୟ କରିବେ। କର୍ମ କ୍ଷେତ୍ରରେ ଉଚ୍ଚଧିକାରୀଙ୍କ ସହ ସୁ ସମ୍ପର୍କ ଫଳରେ ଭାଗ୍ୟୋନ୍ନତି, ଯଶମାନ ପ୍ରତିଷ୍ଠା ଲାଭର ଯୋଗ ଅଛି। କ୍ଷମତା ଦକ୍ଷତା ଲୋକମାନଙ୍କୁ ପ୍ରଭାବିତ କରିବ। ଏହି ସମୟରେ ସମାନ ବିଚାରଧାରା ଲୋକଙ୍କୁ ଦରକାର ଅନୁଭବ ହେବ। ଉଦାସୀନତା ଓ ନକରାତ୍ମକ ପ୍ରବୃତ୍ତିକୁ ଛାଡିବା ପାଇଁ ପ୍ରୟାସ କରିବେ ତଥା ପରିବାରର ଅନ୍ୟ ସଦସ୍ୟଙ୍କ ସମ୍ବନ୍ଧ ଦୃଢ ହେବ।  ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

୮-ବିଚ୍ଛା

ନିଜର ପ୍ରତ୍ୟୁତ୍ମନମତିତା କାରଣରୁ ଖୁସି ଗପ ଓ ମଉଜ ମଜଲିସ୍ କରିବେ। ଅଫିସରେ ଟେନସନ୍ ଦୂର ହେବ। ହଠାତ୍ କାହାର ଡାକରା ପାଇ ଯାତ୍ରା କରିବାକୁ ବାଧ୍ୟ ହେବେ। ଆର୍ଥିକ ସ୍ଥିତିରେ ସୁଦୃଢ ରହିବ। ପ୍ରତିସ୍ପର୍ଦ୍ଧା ଓ ପ୍ରତିଯୋଗିତାରେ ବିଜୟଶ୍ରୀ ହେବ। ସ୍ୱାସ୍ଥ୍ୟସମସ୍ୟା ସୁଧୁରିବା ଫଳରେ ପରିବାରରେ କୌଣସି ଶୁଭକାର୍ଯ୍ୟ ହେବ। ବୁଦ୍ଧିମତା କାରଣରୁ ପ୍ରଚୁର ଅର୍ଥ ଲାଭ ହେବ। ବ୍ୟବସାୟ କ୍ଷେତ୍ରରେ ଉନ୍ନତି ହେବ। ନିକଟ ସମ୍ପର୍କୀୟଙ୍କଠାରୁ ପ୍ରଶଂସିତ ହେବେ। କୌଣସି ପ୍ରଭାବଶାଳୀ ବ୍ୟକ୍ତିଙ୍କ ସହିତ ଭେଟ ହେବ, ଯାହା ଆଗକୁ ବଢିବାରେ ସହାୟତା ମିଳିବ।  ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

୯-ଧନୁ

ଅଫିସରେ ନିଜର ପ୍ରତ୍ୟୁତ୍ମନ ମତିତା କାରଣରୁ ଟେନସନ୍ ଦୂର ହୋଇ ମଉଜ ମଜଲିସ୍ କରିବେ। ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଲେ ବ୍ୟବସାୟରେ ଅଚାନକ ଧନପ୍ରାପ୍ତି ହେବ। ପଢ଼ାପଢ଼ିରେ ମନଦେବେ ଉଚ୍ଚଶିକ୍ଷା ସମ୍ମିଳନୀରେ ଯୋଗ ଦେବେ। ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବ। ପରିବାରରେ ଆର୍ଥିକ ସମସ୍ୟା ସମାଧାନ ହୋଇଯିବ। ଦୂରଯାତ୍ରା କରି ମନ ଖୁସି ରହିବ। ମାଲିମୋକଦ୍ଦମାରେ ବିଜୟୀ ହେବେ। ବ୍ୟବସାୟ କ୍ଷେତ୍ରରେ ଆୟ ବୃଦ୍ଧି ହୋଇ ଉନ୍ନତି ହେବ। ନିକଟ ସମ୍ପର୍କୀୟଙ୍କ ଠାରୁ ପ୍ରଶଂସିତ ହେବେ। ରାଜନୀତି କ୍ଷେତ୍ରରେ ମାନସିକ ଦୁଶ୍ଚିନ୍ତା ଦୂର ହୋଇ ଯଶମାନ ବୃଦ୍ଧିହେବ। ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।

୧୦-ମକର

ନୂଆ କ୍ୟାରିୟର ଆରମ୍ଭ କରିପାରିବେ। ବ୍ୟାପାରରେ କୌଣସି ନୂଆ କାମ, ଏଗ୍ରୀମେଣ୍ଟ ବା ନୂଆ ଅର୍ଡର ମିଳିପାରେ। ଧୈର୍ଯ୍ୟ ଓ ବୁଦ୍ଧିମତା ଯୋଗେ କରିଥିବା କାର୍ଯ୍ୟର ପରିଣାମ ଆପଣଙ୍କ ପକ୍ଷରେ ରହିବ। ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ଚିନ୍ତା ବା ସମସ୍ୟା ଦୂର ହେବ। ଆର୍ଥିକ ସଙ୍କଟ ଦୂରେଇ ଯାଇ ଧାର କରଜ ସୁଝିବା ପାଇଁ ସୁଯୋଗ ପାଇବେ। ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହେବ। ପ୍ରତିଷ୍ଠା, ପ୍ରତିପତ୍ତି ମାନସମ୍ମାନ ଓ କ୍ଷାତି ବଢିଚାଲିବ। ଗଠନ ମୂଳକ ସାମୁହିକ ଗତିବିଧି ଦ୍ଵାରା ସଫଳତା ପ୍ରାପ୍ତ କରିବେ। କୌଣସି ନୂତନ କାର୍ଯ୍ୟ ଆରମ୍ଭ କରିପାରିବେ। ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।

୧୧-କୁମ୍ଭ

ବ୍ୟବସାୟରେ ଉଚିତ୍ ଲାଭ ପ୍ରାପ୍ତ ହେବା ସହ କୌଣସି ନୂଆ ପ୍ରୋଜେକ୍ଟ ଆରମ୍ଭ କରି ପାରିବେ। ଘନିଷ୍ଠ ବ୍ୟକ୍ତିଙ୍କ ସହିତ ଭେଟ ହେବ। ବନ୍ଧୁ ମିତ୍ରଙ୍କ ଆଗମନ ହେବ। ଦୃଢସଂକଲ୍ପ ଓ ଆତ୍ମବିଶ୍ଵାସରେ ଭରପୁର ହେବ। ଜାଗା, ଜମି, ଗୃହ ସମ୍ବନ୍ଧୀୟ ସମସ୍ୟା ସହଜରେ ସମାଧାନ ହେବ। ବାଦବିବାଦ, ମାଲିମୋକଦ୍ଦମା, ଖେଳ, କୁଦ, ପ୍ରତି ଯୋଗିତାରେ ଓ ବିଦ୍ୟା କ୍ଷେତ୍ରରେ ପ୍ରଶଂସା ପାଇବେ। ଉପରିସ୍ଥ କର୍ମଚାରୀ ମାନଙ୍କର ସହଯୋଗ, ପ୍ରେରଣା, ଆର୍ଥିକ ସହାୟତାରେ କର୍ମକ୍ଷେତ୍ରରେ ପ୍ରମୋଶନ ଓ ପରିବର୍ତ୍ତନ ଆସିବ। ବାହନ ଓ ଭୌତିକ ଐଶ୍ଵର୍ଯ୍ୟ ସାଧନରେ ବୃଦ୍ଧି ହେବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

୧୨-ମୀନ

ଅଟକିଥିବା କାର୍ଯ୍ୟଗୁଡିକ ସହଜରେ ପୂରଣ ହେବ। ରାଜନୀତି କ୍ଷେତ୍ରରେ ମାନସିକ ଦୁଶ୍ଚିନ୍ତା ଦୂର ହୋଇ ଯଶମାନ ବୃଦ୍ଧିହେବ। ଛାତ୍ରଛାତ୍ରୀମାନେ ବିଦ୍ୟାରେ କର୍ତ୍ତବ୍ୟନିଷ୍ଠା ହେବେ। ସମସ୍ତ ସମସ୍ୟା ସମାଧାନର ଆଶା ଉଜ୍ଜ୍ଵଳ ହେବ। ବ୍ୟବସାୟର ବୃଦ୍ଧି ଯୋଗେ ଆୟର ବୃଦ୍ଧି ଘଟିବ ଓ ଲାଭବାନ ହେବେ। କର୍ମକ୍ଷେତ୍ରରେ ଭାଇ ବନ୍ଧୁମାନଙ୍କର ସାହାଯ୍ୟ ସହଯୋଗ ପାଇ ପ୍ରଶଂସିତ ହେବେ। କଳେବଳେ କୌଶଳରେ ଅର୍ଥ ସଂଗ୍ରହ ଅଭିଯାନ କରି ସଫଳତା ପାଇବେ। ମନବଳ ଦୃଢିଭୁତ ହେବ। ମହିଳାମାନେ ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଲେ ଆୟ ଉପାର୍ଜନ ବୃଦ୍ଧି ହେବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ଆଗକୁ ଆମ ସହିତ ରହିବା ପାଇଁ ପେଜକୁ ଲାଇକ କରନ୍ତୁ । ଧନ୍ୟବାଦ ।