ଆଜିର ରାଶିଫଳ, 19 ଅକ୍ଟୋବର 2019 ଶନିବାର, ଏହି ୪ଟି ରାଶି ଉପରେ ଶନିଦେବ କୃପା ରଖିବେ

୧-ମେଷ

ମାନସିକ ଦୁଶ୍ଚିନ୍ତା ଦୂର ହେବ । ଭାଗିଦାରୀ ମାନଙ୍କଠାରୁ ସାହାଯ୍ୟ ପାଇ ଆର୍ଥିକସ୍ଥିତି ସୁଧୁରିବ । ରାଜନୀତି କ୍ଷେତ୍ରରେ ଯଶମାନ ବୃଦ୍ଧିହେବ । ପ୍ରତେକ କ୍ଷେତ୍ରରେ ମାନସିକ ସ୍ଥିତି ସୁଦୃଢ ରହି ଯଶ ପ୍ରତିଷ୍ଠା ମିଳିବ । ସନ୍ତାନ ସମ୍ବନ୍ଧିୟ କୌଣସି ମହତ୍ଵପୂର୍ଣ୍ଣ କାମ ଆପଣଙ୍କ ଦ୍ଵାରା ହୋଇପାରେ । ବ୍ୟବସାୟ କ୍ଷେତ୍ରରେ ବହୁତ ପରିଶ୍ରମ କଲେ ଅର୍ଥ ଲାଭ ହେବ । ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ଉଚ୍ଚ ପ୍ରଶଂସିତ ହେବେ । ପରିବାରର ସମସ୍ତ ସଦସ୍ୟଙ୍କର ସହଯୋଗ ପାଇବେ । ସାମୁହିକ ପ୍ରୟାସ ଓ ସହଯୋଗ ଦ୍ଵାରା ଆଗକୁ ବଢିପାରିବ ।

୨-ବୃଷ

ବ୍ୟବସାୟରେ ଉତ୍ତମ ରୋଜଗାର ହେବା ଫଳରେ ନୂତନ ବ୍ୟବସାୟର ଶୁଭାରମ୍ଭ କରି ପାରନ୍ତି । ସରକାରୀ କର୍ମଚାରୀ ମାନେ ଉତ୍ତମ କାର୍ଯ୍ୟ କରି ପ୍ରଶଂସା ପାଇବେ । ନୂତନ କର୍ମ ନିଯୁକ୍ତି ପାଇବେ । ପିତା-ମାତାଙ୍କ ସହ ସମ୍ପର୍କ ଭଲ ରହିବ । ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧି ହେବ । ପୈତୃକ ସମ୍ପତ୍ତି ସମ୍ବନ୍ଧୀୟ ସମସ୍ୟା ଦୂର ହେବ । ସ୍ୱାସ୍ଥ୍ୟ ଭଲ ରହିବ । ଆର୍ଥିକ ବୃଦ୍ଧି ସହ ବକେୟା ଅର୍ଥ ପ୍ରାପ୍ତି ହେବ । ଛାତ୍ର-ଛାତ୍ରୀମାନେ ଉଚ୍ଚ ଶିକ୍ଷାର ସୁଯୋଗ ପାଇବେ । ଦାମ୍ପତ୍ୟ ସୁଖ ବୃଦ୍ଧି ହେବ । ଦୂର ସ୍ଥାନକୁ ଯାତ୍ରା କରିବେ । ସାମାଜିକ ପ୍ରତିଷ୍ଠା, ମାନ-ସମ୍ମାନ ବୃଦ୍ଧି ହେବ ।

୩-ମିଥୁନ

ଆର୍ଥିକସ୍ଥିତି ସୁଦୃଢ ହେବ । ପ୍ରିୟଜନ ଓ ପରିବାର ସଦସ୍ୟ ଆପଣଙ୍କ ନିକଟତର ହେବେ । ଦୃଢସଂକଲ୍ପ ଓ ଆତ୍ମବିଶ୍ଵାସରେ ଭରପୁର ହେବ । କୌଣସି ଶୁଭ ସମାଚାର ଶୁଣି ହସ-ଖୁସିରେ ସମୟ ବ୍ୟତୀତ ହେବ । ପ୍ରେମ-ପ୍ରସଙ୍ଗରେ ସଫଳତା ମିଳିବା ସହ ପାରିବାରିକ ସୁଖ-ଶାନ୍ତି ମିଳିବ । ବହୁତ ଦିନରୁ ଚିନ୍ତା କରୁଥିବା କାମ ଅଳ୍ପ ପ୍ରୟାସରେ ପୂର୍ଣ ହୋଇଯିବ । ସ୍ଵାସ୍ଥ୍ୟରେ ଉନ୍ନତି ହେବ । ଲୋକମାନଙ୍କ ସହିତ ମିଳିମିଶି କାମ କରି ପାରିବେ । ବ୍ୟବସାୟରେ ଲକ୍ଷପ୍ରତି ଯଥାର୍ଥବାଦୀ ହେବେ । ଭାଗୀଦାରୀଙ୍କ ସହିତ ଲାଗିରହିଥିବା ବିବାଦ ବା ମତଭେଦର ନିରାକରଣ ହୋଇଯିବ ।

୪-କର୍କଟ

ଅଧା ଅଧୁରାଥିବା କାର୍ଯ୍ୟ ପୂରଣ ହେବ । ବ୍ୟାଙ୍କ-ବାଲାନ୍ସ ବୃଦ୍ଧି ହେବ । ବନ୍ଧୁଙ୍କ ଆଗମନ ଫଳରେ ପାରିବାରିକ ପରିସ୍ଥିତି ବଦଳି ଯିବ । ସାମାଜିକ କାର୍ଯ୍ୟରେ ମାନ-ସମ୍ମାନ, ଯଶ, କୀର୍ତ୍ତିରେ ବୃଦ୍ଧି ହେବ । କୌଣସି ନୂଆ ପ୍ରୋଜେକ୍ଟ ଆରମ୍ଭ କରିପାରିବେ । ଆପଣଙ୍କ ପ୍ରୟାସରେ ସୁଖଦ ପରିଣାମ ଅବଶ୍ୟ ଆସିବ । ନିଜର ବ୍ୟବହାର ଓ ଜୀବନ ଶୈଳୀକୁ ମଧ୍ୟ ପରିବର୍ତ୍ତନ କରିବେ । ସ୍ୱାସ୍ଥ୍ୟ ଭଲ ରହିବ । ବ୍ୟବସାୟ କ୍ଷେତ୍ରରୁ ଆଶାତୀତ ଲାଭପ୍ରଦ ହେବେ । ଧାର୍ମିକ କାର୍ଯ୍ୟରେ ମନ ବଳାଇବେ । ପୁରାତନ ଶତୃମାନେ ଦୂରେଇ ଯିବେ । ଉଚ୍ଚାଧିକାରୀ ବ୍ୟକ୍ତିମାନେ ପ୍ରସନ୍ନ ରହିବେ ।

୫-ସିଂହ

ଆନ୍ତରିକଶକ୍ତି ଓ ଆତ୍ମବଳ ଦ୍ଵାରା ଆଗକୁ ବଢିବାରେ ସକ୍ଷମ ହେବେ । ବିଦ୍ୟାର୍ଥୀଙ୍କୁ ପ୍ରତିଯୋଗିତାରେ ସଫଳତା ମିଳିବ । କାମରେ ମନ ଲାଗିବ । ଆଇନ-କାନୁନୀ ମାମଲାରେ କାହାର ନିର୍ଦ୍ଦେଶ ନେବେ, ଯାହାଫଳରେ କାମରେ ବିକାସ ହେବ । ମାନସିକଶାନ୍ତି ଅନୁଭବ କରିବେ । ଟେଲିଫୋନ୍ ଦ୍ଵାରା କୌଣସି ମହତ୍ଵପୂର୍ଣ୍ଣ ସୂଚନା ପ୍ରାପ୍ତ ହେବାର ସମ୍ଭାବନା ଅଛି । ପ୍ରଭାବଶାଳୀ ବ୍ୟକ୍ତିଙ୍କ ସନ୍ନିଧ୍ୟ ଲାଭ ଫଳରେ ସମସ୍ୟାରୁ ମୁକ୍ତି ମିଳିବ । କଷ୍ଟ ଓ ପରିଶ୍ରମର ଉଚିତ୍ ପୁରସ୍କାର ପ୍ରାପ୍ତ ହେବ । ପୁରାତନ ଶତୃମାନେ ଦୂରେଇ ଯିବେ । ପ୍ରେମ-ପ୍ରସଙ୍ଗରେ ସଫଳତା ମିଳିବ ।

୬-କନ୍ୟା

ପ୍ରେମୀ-ପ୍ରେମିକଙ୍କ ମଧୁର ମିଲନରେ କୌଣସି ବାଧାବନ୍ଧନ ନାହିଁ । ପୁରୁଣା ମିତ୍ରଙ୍କ ସହିତ ଭେଟ ହେବା ଫଳରେ ପରିବାରର ପୁରୁଣା ସମସ୍ୟା ସମାଧାନ ହୋଇଯିବ । ସାମାଜିକ କାର୍ଯ୍ୟରେ ଆଜି ଅଧିକ ସମୟ ବିତେଇ ପ୍ରଶଂସା ପାଇବେ । ରାଜନୀତି କ୍ଷେତ୍ରରେ ମଧ୍ୟ ଲୋକପ୍ରିୟତା ବୃଦ୍ଧି ହେବ ଓ କୌଣସି ଠାରୁ ଶୁଭ ସମାଚାର ଶୁଣିବାକୁ ମିଳିବ । ମିତ୍ର ଓ ସହଯୋଗୀଙ୍କ ଦ୍ଵାରା ଆଶାତୀତ ଲାଭ ପ୍ରାପ୍ତ ହେବ । ବ୍ୟବସାୟରେ ପରିଶ୍ରମ ଓ କଷ୍ଟର ପୁରା ଲାଭ ମିଳିବ । ମହିଳା ମାନଙ୍କର ଭୌତିକ ସୁଖ-ସୁବିଧା ସାଧନର ବୃଦ୍ଧି ହେବ ।

୭-ତୁଳା

ବ୍ୟବସାୟୀମାନଙ୍କର ସହଯୋଗ ପାଇ ମନ ଖୁସୀ ରହିବ ଓ ପ୍ରଚୁର ଲାଭ ପାଇବେ । ଶତୃ ପରାଜିତ ହେବେ ଓ ଶାରିରୀକ ଅସୁସ୍ଥତା ଦୂରହେବ । ଦାମ୍ପତ୍ୟ କଳହ ମେଣ୍ଟିଯାଇ ପାରିବାରିକ କ୍ଷେତ୍ରରେ ଶାନ୍ତି ପାଇବେ । କୌଣସି ଗୁରୁତ୍ୱପୂର୍ଣ୍ଣ ନିସ୍ପତି ନେଇ ପାରନ୍ତି । ପ୍ରତିଦ୍ଵନ୍ଦିତାରେ ସଫଳ, ବିଦ୍ୟାକ୍ଷେତ୍ରରେ ଶୁଭଯୋଗ, ରାଜନୀତିରେ ଉଚ୍ଚପ୍ରଶଂସିତ ହେବେ । ଖେଳ, କୁଦ ଓ ବିଦ୍ୟା କ୍ଷେତ୍ରରେ ପ୍ରଶଂସା ପାଇବେ । ହାତକୁ ନେଇଥିବା କାର୍ଯ୍ୟପାଇଁ କଠିନ ପରିଶ୍ରମ କରିବେ । ଶୁଭକାମ କରି ପ୍ରଶଂସିତ ହେବେ । ସାହିତ୍ୟଚର୍ଚ୍ଚା, ସଭାସମିତିରେ ସଫଳତା ମିଳିବ ।

୮-ବିଚ୍ଛା

ଦାମ୍ପତ୍ୟ ଓ ପାରିବାରିକ ସ୍ତରରେ ଶାନ୍ତି ଶୃଙ୍ଖଳା ବଜାୟ ରହିବ । କଳେବଳେ କୌଶଳରେ ଅର୍ଥ ସଂଗ୍ରହ ଅଭିଯାନ କରି ସଫଳତା ପାଇବେ । ଅଚାନକ ଭାବରେ ଦୂରଯାତ୍ରା କରିବେ । କାର୍ଯ୍ୟ କ୍ଷେତ୍ରରେ ଲୋକସମର୍ଥନ ବୃଦ୍ଧି ହେବ । ମହିଳାମାନଙ୍କର ଆର୍ଥିକ ବୃଦ୍ଧି ସହ ଯଶ ଓ ସମ୍ମାନ ବଢିବ । ଛାତ୍ର-ଛାତ୍ରୀମାନେ ନିଜ ପରିଶ୍ରମରେ ସଫଳତା ପାଇବେ । ସମାଜ ସେବା ଓ ରାଜନୀତିରେ ସ୍ଵନାମ ଅର୍ଜନ କରିପାରିବେ । ବ୍ୟବସାୟର ବୃଦ୍ଧି ଯୋଗେ ଆୟର ବୃଦ୍ଧି ଘଟିବ ଓ ଲାଭବାନ ହେବେ । ସ୍ଵାସ୍ଥ୍ୟରେ ଉନ୍ନତି, ମାନସିକ ସ୍ଥିରତା, ଧୈର୍ଯ୍ୟ ଓ ବୁଦ୍ଧିବଳରେ ନିଜର କାର୍ଯ୍ୟ ହାସଲ କରିପାରିବେ ।

୯-ଧନୁ

ପରୀକ୍ଷା ଓ ପ୍ରତିଦ୍ୱନ୍ଦିତାରେ ବିଜୟୀ ହେବେ । ବ୍ୟବସାୟରେ ଆଶାତୀତ ଲାଭ ପାଇବେ । ଶତୃମାନେ ତଳମୁହାଁ ହେବେ । ଆର୍ଥିକ କ୍ଷେତ୍ରରେ ଉନ୍ନତି ଦେଖାଦେବ । ମାନସିକ ଦୁଃଶ୍ଚିନ୍ତା ଦୂର ହେବ । ନୂତନକର୍ମ ନିଯୁକ୍ତି ପାଇଁ ଚେଷ୍ଟା ସଫଳ ହେବ । ଦାମ୍ପତ୍ୟ ସୁଖରେ ସୁଖୀହେବେ, ଭୌତିକ ସୁଖ ସୁବିଧା ପ୍ରାପ୍ତିହେବ । ନୂତନ ସ୍ଥାନକୁ ବୁଲିଯିବାର ସୁଯୋଗ ମିଳିବ । ଆଦର୍ଶବାଦୀ ହେବେ । କୋର୍ଟ କଚେରୀ ଓ ମାଲିମୋକଦ୍ଦମାରେ ବିଜୟୀ ହେବେ । ଆର୍ଥିକ ପରିସ୍ଥିତି ଉତ୍ତମ ଥିଲେ ମଧ୍ୟ ବସନ ଭୂଷଣରେ କିଛି ବ୍ୟୟ ଘଟିବ । ପରିବାରରେ ମନୋମାଳିନ୍ୟ ଥିଲେ ଆଜି ଚେଷ୍ଟାକଲେ ମେଣ୍ଟିଯିବ ।

୧୦-ମକର

କର୍ମ କ୍ଷେତ୍ରରେ ଉପରିସ୍ଥ କର୍ମଚାରୀ, ଗୁରୁ ଓ ଗୁରୁଜନମାନଙ୍କର ସହଯୋଗ ପାଇବେ । ବ୍ୟବସାୟରେ ଅଧିକ ଲାଭ ହେବା ଫଳରେ ମାନସିକ ଶାନ୍ତି ଓ ଋଣଭାର ଲାଘବ ହେବ । ନୂତନ କର୍ମ ନିଯୁକ୍ତିର ସୁଯୋଗ ପାଇବେ । ସାମାଜିକ ପ୍ରତିଷ୍ଠା ଓ ମାନ-ସମ୍ମାନ ବୃଦ୍ଧି ହେବ । ଅବିବାହିତ ଯୁବକ ଯୁବତୀମାନଙ୍କର ବିବାହ ପ୍ରସ୍ତାବମାନ ସମାଧାନ ହୋଇଯିବ । ପଡିରହିଥିବା କାର୍ଯ୍ୟକୁ ପୂର୍ଣ୍ଣକରିବାର ଦୃଢ଼ତା ଆସିବ । ଶତୃମାନେ ପରାଜିତ ହେବା ସହ ଶାରିରୀକ ଅସୁସ୍ଥତା ଦୂରହେବ । ବାଦବିବାଦ, ପରୀକ୍ଷା, ପ୍ରତିଯୋଗିତା ଓ ମାଲିମକଦ୍ଦମାର ଅବସାନ ହେବ ।

୧୧-କୁମ୍ଭ

ମାଲିମୋକଦ୍ଦମାରେ ମୁଣ୍ଡ ଉଚ୍ଚା ରହିବ । ରାଜନୀତି କ୍ଷେତ୍ରରେ ମାନ ଓ ପ୍ରତିଷ୍ଠା ଅକ୍ଷୁର୍ଣ୍ଣ ରହିବ । ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ଉଚ୍ଚ ପ୍ରଶଂସିତ ହେବେ । ମହିଳାମାନେ ଆଶା କରୁଥିବା ଖବର ପାଇ ଖୁସୀ ହୋଇଯିବେ । ପ୍ରେମ-ପ୍ରସଙ୍ଗରେ ଅଧିକ ଘନିଷ୍ଠତା ହେବ । ମିତ୍ରଙ୍କ ଠାରୁ ବହୁତ ସାହାଯ୍ୟ ସହଯୋଗ ମିଳିବ । ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାକୁ ନେଇ ମନସନ୍ତୁଷ୍ଟ ରହିବ । ବ୍ୟବସାୟମାନେ ଅଧିକ ଲାଭ କରିବେ । କର୍ମକ୍ଷେତ୍ରରେ ନିଜ କର୍ମ ଯୋଗକୁ ଅଧିକ ମହତ୍ତ୍ୱ ଦେବେ । ତଳୁ ଉପର ସ୍ତର ଯାଏଁ ଆଦୃତି ଓ ମାନ୍ୟତା ଅର୍ଜ୍ଜନ କରିବେ ।

୧୨-ମୀନ

ପୈତୃକସମ୍ପତ୍ତି ନେଇ ପାରିବାରିକ ଦ୍ୱନ୍ଦ ଦୂରେଇ ଯିବ । ବାଦବିବାଦ, ପରୀକ୍ଷା, ପ୍ରତି ଯୋଗୀତା, ମାଲିମୋକଦ୍ଦମା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ଉଚ୍ଚଆଶା ସଫଳ ହେବ । ବିଚାର ବିଭାଗ ରାୟ ସପକ୍ଷରେ ଯିବ । ପାରିବାରିକ କ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ନେଇ ଧୈର୍ଯ୍ୟ ଓ ସହନ ଶୀଳତା କାଏମ ରହିବ । ଧନସମ୍ପଦ, ବସ୍ତ୍ରଭୂଷଣ ଆଦି ଲାଭହେବ । ଶାରୀରିକ ଓ ମାନସିକ ସ୍ଥିରତା ଦେଖାଦେବ । ରାଜନୈତିକ କ୍ଷେତ୍ରରେ ଶତ୍ରୁମାନେ ମିତ୍ରବତ କାର୍ଯ୍ୟ କରିବେ । ବ୍ୟବସାୟ କ୍ଷେତ୍ରରେ ପ୍ରସାର ପ୍ରଚାର କରି ପ୍ରବଳ ଲାଭ ପାଇବେ । ଆର୍ଥିକ ଦିଗରୁ ସୁବିଧା ପାଇବେ ।