ଆଜିର ରାଶିଫଳ, 20 ଅକ୍ଟୋବର 2019 ରବିବାର, ଏହି ୫ଟି ରାଶି ହେବେ ଧନବାନ

୧-ମେଷ

ସ୍ୱାସ୍ଥ୍ୟ ସମସ୍ୟା ଦୂର ହୋଇଯିବ। ସମ୍ପତ୍ତି ସମ୍ବନ୍ଧିୟ ମାମଲାରେ ବିଜୟ ହେବ। ଗୁରୁଜନ ଓ ବୃଦ୍ଧଜନଙ୍କ ସେବା କଲେ ଅନେକ ଆଶୀର୍ବାଦ ପାଇବା ସହ ଆର୍ଥିକ ଲାଭ ପ୍ରାପ୍ତ ହେବ। କୌଣସି ବନ୍ଧୁଙ୍କ ଦ୍ଵାରା ଶୁଭ ସମାଚାର ଶୁଣିବେ। କମିଶନ ସମ୍ବନ୍ଧିତ କାର୍ଯ୍ୟରେ ଲାଭ ମିଳିବ। ଶତ୍ରୁ ବା ବିରୋଧୀ କିଛି କ୍ଷତି କରିପାରିବେ ନାହିଁ। ଧର୍ମ କର୍ମରେ ରୁଚି ବୃଦ୍ଧି ହେବ। କୌଣସି ଶୁଭକାର୍ଯ୍ୟ କରିବାକୁ ଆୟୋଜନ ମଧ୍ୟ କରିବେ। ଜୀବନରେ ନୂଆଲକ୍ଷ ପୂରଣ କରିବା ପାଇଁ ସମୟ ନିର୍ଦ୍ଧାରିତ କରିବେ। ନୂତନ ବନ୍ଧୁ ମିତ୍ରଙ୍କ ମିଳନ ହେବ। ପ୍ରେମ-ପ୍ରସଙ୍ଗରେ ମଧ୍ୟ ସଫଳତା ମିଳିବ।

୨-ବୃଷ

ସାମାଜିକ ପ୍ରତିଷ୍ଠା, ମାନ-ସମ୍ମାନ ବୃଦ୍ଧି ହେବା ସହ କର୍ମକ୍ଷେତ୍ରରେ ଶାନ୍ତି ଦେଖା ଦେବ। ପରିବାର ଓ ପତି ପତ୍ନୀଙ୍କ ମଧ୍ୟରେ ବୁଝାମଣା ଭଲ ରହିବ ଓ ଦାମ୍ପତ୍ୟ ସୁଖରେ ଆନନ୍ଦିତ ହେବେ। ଛାତ୍ର-ଛାତ୍ରୀମାନେ ଉଚ୍ଚଶିକ୍ଷା କ୍ଷେତ୍ରରେ ସଫଳ ହେବେ। ନୂତନ ବ୍ୟବସାୟ ଆରମ୍ଭ କଲେ ଲାଭ ହେବ। ନୂତନ କର୍ମ ନିଯୁକ୍ତି ପାଇଁ କରିଥିବା ପ୍ରୟାସରେ ସଫଳତା ପାଇବେ। ପିତା ମାତାଙ୍କ ଠାରୁ ସହଯୋଗ ମିଳିବ। ସ୍ଥିର ସ୍ଵଭାବ ଏବଂ ମଧୁରଭାଷି ହେତୁ ଲାଭକୁ ଦ୍ଵିଗୁଣା ବଢେଇ ପାରିବେ। ଅତିରିକ୍ତ ଆୟର ମଧ୍ୟ ସମ୍ଭାବନା ଅଛି। ବ୍ୟାପାର ବା କାରବାରରେ ବହୁତ ଭଲ ଲାଭ ହେବ।

୩-ମିଥୁନ

ସ୍ୱାସ୍ଥ୍ୟ ଭଲ ରହିବ। ବ୍ୟୟ ତୁଳନାରେ ଆୟ ଅଧିକ ହେବ। ନୂତନ କର୍ମ ନିଯୁକ୍ତିର ସୁଯୋଗ ପାଇବେ। ଛାତ୍ର-ଛାତ୍ରୀମାନେ ଶିକ୍ଷା କ୍ଷେତ୍ରରେ ସଫଳତା ଲାଭ କରିବେ। ପିତା ମାତାଙ୍କ ଶରୀର ସୁସ୍ଥ ରହିବ। ସାମାଜିକ ପ୍ରତିଷ୍ଠା, ମାନ-ସମ୍ମାନ ବୃଦ୍ଧି ହେବ। ଉପରିସ୍ଥ କର୍ମଚାରୀ, ଗୁରୁ ଗୁରୁଜନ ମାନଙ୍କର ସହଯୋଗ ପାଇବେ। ବ୍ୟବସାୟରେ ଆର୍ଥିକ ଉନ୍ନତି ସହ ଶତୃ ପରାଜିତ ହୋଇ ମାନସିକ ଶାନ୍ତି ଓ ଋଣଭାର ଲାଘବ ହେବ। ବାଦବିବାଦ, ମାଲିମୋକଦ୍ଦମା ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ବିଜୟୀ ହେବେ। ଅର୍ଥ ସମ୍ପର୍କିତ ଚୁକ୍ତିପତ୍ର କଲେ ଲାଭବାନ୍ ହେବେ।

୪-କର୍କଟ

କୌଣସି ଠାରୁ ଶୁଭ ସମାଚାର ଶୁଣି ମାନସିକତାରେ ପରିବର୍ତ୍ତନ ହେବ। ସାମୁହିକ ଗତିବିଧି ଦ୍ଵାରା ଆପଣ ସଫଳତା ହାସିଲ କରି ପାରିବେ। ଯାତ୍ରା କରିବା ଦ୍ଵାରା ଧନ ଲାଭ ହେବାର ସମ୍ଭାବନା ଅଛି। ସାଂସାରିକ ଜୀବନରେ ମହତ୍ଵପୂର୍ଣ୍ଣ କାର୍ଯ୍ୟରେ ପରାକ୍ରମ ଏବଂ ପରିଶ୍ରମରେ ଲାଭ ଓ ସୁଖ ପ୍ରାପ୍ତି ହେବ। ବହୁତ ପରିଶ୍ରମ କରି ଅର୍ଥ ଲାଭ ହେବ। ଘନିଷ୍ଠ ବ୍ୟକ୍ତିଙ୍କ ସହିତ ଭେଟ ହୋଇ ସମ୍ବନ୍ଧ ଓ ସମ୍ପର୍କରେ ସୁଧାର ଆସିବ। ଚାକିରୀ କ୍ଷେତ୍ରରେ ପ୍ରତିସ୍ପର୍ଦ୍ଧା ଓ ଦ୍ଵେଷର ସାମ୍ନା କରିବାକୁ ପଡିବ। ପ୍ରେମ ସମ୍ବନ୍ଧରେ ଅଧିକ ଘନିଷ୍ଠତା ହେବ। ଉଚ୍ଚାଧିକାରୀମାନେ ପ୍ରସନ୍ନ ରହିବେ।

୫-ସିଂହ

ବହୁତ ଦିନର ଚିନ୍ତା ଦୂର ହେବ। ଯାତ୍ରା କରିବା ଦ୍ଵାରା ଧନ ଲାଭ ହେବାର ସମ୍ଭାବନା ଅଛି। ସମସ୍ୟାଗୁଡିକ ଶାନ୍ତିପୂର୍ବକ ଢଙ୍ଗରେ ସମାଧାନ ହେବ ଓ କଷ୍ଟରୁ ମୁକ୍ତି ମିଳିବ। ଗୃହ ସମସ୍ୟାରେ ଜଡିତ ଥିଲେ ମଧ୍ୟ ଅନ୍ୟକାର୍ଯ୍ୟରେ ଧ୍ୟାନ ରଖିବାକୁ ହେବ। ମିତ୍ର-ସହଯୋଗୀଙ୍କ ସାହାଯ୍ୟରେ କେତେକ କଷ୍ଟ ସମସ୍ୟାରୁ ମୁକୁଳିବେ। ପରିବାର କୁଟୁମ୍ବରେ ସମୟ ଦେବେ। କିଛି ଅଟକିଥିବା ବା ଉଧାର ଦେଇଥିବା ଟଙ୍କା ପ୍ରାପ୍ତ ହେବ। ଭବିଷ୍ୟ ଯୋଜନା ଦ୍ଵାରା ଲାଭ ମିଳିବ। ପ୍ରେମ-ପ୍ରସଙ୍ଗରେ ସଫଳତା ମିଳିବ। ରାଜକୀୟ କାର୍ଯ୍ୟରେ ସଫଳତା ମିଳିବ। କୌଣସି ଅତି ପ୍ରିୟ ବ୍ୟକ୍ତିଙ୍କ ସହିତ ଭେଟ ହେବ।

୬-କନ୍ୟା

ସତର୍କତାର ସହ କାର୍ଯ୍ୟ କରିଲେ ସମସ୍ତ ପରିସ୍ଥିତି ଧୀରେ-ଧୀରେ ସନ୍ଧ୍ୟାପରେ ଆପଣଙ୍କ ସପକ୍ଷରେ ଯିବ। ମିତ୍ରମାନଙ୍କ ସହଯୋଗ ପାଇ ବ୍ୟାପାର ଓ କାରବାରରେ ସ୍ଥିତି ସୁଦୃଢ ହେବାସହ ପରିସ୍ଥିତି ବଦଳିଯିବ। ଆର୍ଥିକସ୍ଥିତି ସୁଦୃଢ ହେବ ଓ ବ୍ୟାଙ୍କ-ବାଲାନ୍ସ ବୃଦ୍ଧି ହେବ। ମହିଳା ମାନଙ୍କର ପ୍ରେମ ପ୍ରସଙ୍ଗରେ ସଫଳତା ଓ ପାରିବାରିକ କ୍ଷେତ୍ରରେ ଆନନ୍ଦ ମିଳିବ। ସ୍ଥିର ସ୍ଵଭାବ ଏବଂ ମଧୁରଭାଷି ହେତୁ ଲାଭକୁ ଦ୍ଵିଗୁଣା ବଢେଇ ପାରିବେ। ଅତିରିକ୍ତ ଆୟର ମଧ୍ୟ ସମ୍ଭାବନା ଅଛି। ଆନ୍ତରିକଶକ୍ତି ଓ ଆତ୍ମବଳ ଦ୍ଵାରା ଆଗକୁ ବଢିବାରେ ସକ୍ଷମ ହେବେ।

୭-ତୁଳା

ରାଜନୀତି କ୍ଷେତ୍ରରେ ସାଧାରଣ ଲୋକ ସମ୍ପର୍କ ବଢିଯିବ। କର୍ମକ୍ଷେତ୍ରରେ ପ୍ରମୋଶନ ଓ ପରିବର୍ତ୍ତନ ଆସିବ। ସାମାଜିକ ସ୍ତରରେ ସହନଶୀଳତା ଗୁଣରୁ ପ୍ରଶଂସିତ ହେବେ। ନୂତନ କାର୍ଯ୍ୟରେ ହାତଦେଇ କୃତ କାର୍ଯ୍ୟ ହେବେ। କୋର୍ଟ କଚେରୀ ମାମଲାରେ ବିଜୟୀ ହେବେ। ପାରିବାରିକ କ୍ଷେତ୍ରରେ ଆତ୍ମସନ୍ତୋଷ ଲାଭ ଓ ସାମାଜିକ ଭାବମୂର୍ତ୍ତି-ସୁରକ୍ଷା ହେବ। ନିଜକୁ ନିୟନ୍ତ୍ରଣ ମଧ୍ୟରେ ରଖିବାପାଇଁ ସମର୍ଥ ହେବେ। ସମସ୍ୟା ସମାଧାନ ପାଇଁ ବନ୍ଧୁଙ୍କ ସାହାଯ୍ୟ ନେଇ ଆଲୋଚନା କ୍ଷେତ୍ରରେ ସୁଫଳ ପାଇବେ। ପରୀକ୍ଷା ପ୍ରତିଯୋଗିତାରେ ଶୁଭଫଳ ମିଳିବ।

୮-ବିଚ୍ଛା

ରାଜନୀତି କ୍ଷେତ୍ରରେ ଆଚାର ଓ ବ୍ୟବହାରରେ ଶାନ୍ତ ହୋଇ କାର୍ଯ୍ୟ କରି ନିଅନ୍ତୁ। କର୍ମକ୍ଷେତ୍ରରେ ଆୟକୁ ବଢାଇବା ପାଇଁ ବହୁତ ପ୍ରୟାସ କରିବେ। ଯାତ୍ରାରେ ସଫଳ ହେବେ। ଧାର୍ମିକ ଓ ସାମାଜିକ କାର୍ଯ୍ୟରେ ଯୋଗଦାନ ଦେବେ। ଛାତ୍ର-ଛାତ୍ରୀମାନେ ଶିକ୍ଷା କ୍ଷେତ୍ରରେ ଖେଳ, କୁଦ ଓ ପ୍ରତିଯୋଗିତାରେ ପ୍ରଶଂସା ପାଇବେ। ଦୀର୍ଘ ସମୟରୁ ପ୍ରତୀକ୍ଷିତ ଖବର ପାଇ ଖୁସି ହେବେ। ପୈତୃକ ସମ୍ପତ୍ତିକୁ ନେଇ ବାଦବିବାଦ ମେଣ୍ଟିବା ପାଇଁ ଚେଷ୍ଟା କରିବେ ଓ ସଫଳତା ପ୍ରାପ୍ତି ହେବ। କିଛି ନୂତନ କର୍ମ ଆରମ୍ଭ କଲେ ସମ୍ପର୍କୀୟଙ୍କଠାରୁ ପ୍ରଶଂସା ପାଇବେ। ସୌହାର୍ଦ ତଥା ପରିବାରର ସଦସ୍ୟଙ୍କ ସ୍ନେହ ଶ୍ରଦ୍ଧା ବୃଦ୍ଧି ହେବ।

୯-ଧନୁ

ଉଚ୍ଚ ଶିକ୍ଷା ଅଧ୍ୟୟନ ପାଇଁ ବିଦେଶ ଯାତ୍ରା କରିବେ। ବନ୍ଧୁ ମିତ୍ର ଓ ସହକର୍ମୀଙ୍କ ଠାରୁ ଆଶାତୀତ ସହଯୋଗ ମିଳିବ। ରାଜନୈତିକ କ୍ଷେତ୍ରର ସାବଧାନତା ପୂର୍ବକ ପାଦ ବଢେଇବା ବୁଦ୍ଧିମତାପୂର୍ଣ୍ଣ ହେବ। ପ୍ରଚୁର ଖଟଣି ଖଟି ନିଜର ଭାବ ମୂର୍ତ୍ତିକୁ ବଜାୟ ରଖିବେ। ବ୍ୟବସାୟରେ ଉନ୍ନତି ସହିତ ବାସସ୍ଥାନ ବା ଯାନବାହାନର ନବୀକରଣ ଇତ୍ୟାଦି ନାନାବିଧ ସୁଯୋଗ ପ୍ରାପ୍ତି ହେବ। ବୃତ୍ତିଗତ କର୍ମକୁ ଅଧିକ ଗୁରୁତ୍ଵ ଦେଇ ଚାକିରି କ୍ଷେତ୍ରରେ ଉନ୍ନତି ଆକସ୍ମିକ ଅର୍ଥଲାଭ, ସୁନାମ ପ୍ରାପ୍ତି ଓ ସମ୍ମାନ ବୃଦ୍ଧି ହେବ। ପାରିବାରିକ ତିକ୍ତତାର ସମସ୍ୟା ଦୂର ହେବ।

୧୦-ମକର

ସ୍ୱାସ୍ଥ୍ୟରେ ସୁଧାର ଆସିବ।  ବିପରୀତ ଲିଙ୍ଗୀଙ୍କ ସହଯୋଗ ଦ୍ଵାରା ଆଗକୁ ବଢିବେ। ନୂଆ ଲକ୍ଷକୁ ନିର୍ଦ୍ଦାରିତ କରିପାରିବେ। ଧନ ଲାଭ ହେବ। ପରିବାରର ଉନ୍ନତି ପାଇଁ ପ୍ରୟାସରତ ହେବେ। ନିଜକୁ ମଧ୍ୟ ଖୁସି ଓ ସୁରକ୍ଷିତ ଅନୁଭବ କରିବେ। ଅଧୁରା କାର୍ଯ୍ୟ ପୂରଣ ହେବ। ନୂଆ ଚାକିରୀ ମଧ୍ୟ ମିଳିପାରେ। ନୂଆ ଜ୍ଞାନର ବୃଦ୍ଧି ହେବ। ଶୁଭ ସମାଚାର ମିଳିପାରେ। ପ୍ରେମୀ-ପ୍ରେମିକାଙ୍କ ମିଳନ ହେବ। ସନ୍ତାନଙ୍କ ସମ୍ବନ୍ଧିତ କୌଣସି ମହତ୍ଵପୂର୍ଣ୍ଣ କାମ ହୋଇପାରେ। ଶତୃମାନେ ସତଚେଷ୍ଟା କଲେ ମଧ୍ୟ କୌଣସି କ୍ଷତି କରିପାରିବେ ନାହିଁ। କାମ-କାର୍ଯ୍ୟରେ ନୂଆ ଉପଲବ୍ଧି ଆପଣଙ୍କ ପ୍ରତୀକ୍ଷାରେ ରହିବ।

୧୧-କୁମ୍ଭ

ଶୁଭ ସମ୍ବାଦପାଇ ଖୁସିହେବେ ଓ ବ୍ୟବସାୟରେ ଅଳ୍ପ ପରିଶ୍ରମ କରି ଅଧିକ ଲାଭ ପାଇବେ। ରାଜନୀତି କ୍ଷେତ୍ରରେ ଆସ୍ୱସ୍ତି ଲାଭ କରିବେ। ବିଦେଶଯାତ୍ରାରେ ଯଶଲାଭ, ପରିବାରରେ ମାନ ମନାନ୍ତର ଦୂର ହେବ। ମାନସିକ ଏକାଗ୍ରତା ରଖି ପାରିବେ। କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ, ବାଦବିବାଦ, ମାଲିମୋକଦ୍ଦମା, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ଶିକ୍ଷାକ୍ଷେତ୍ରରେ ପରୀକ୍ଷା ପରିଣାମ ଅନୁକୂଳ ହେବ। ଆର୍ଥିକ ଦିଗରୁ ସୁବିଧା ସୁଯୋଗ ପାଇ ଉନ୍ନତିହେବ। ପିଲାଙ୍କ ପଢା ସମସ୍ୟା ନେଇ ମନ ଅସ୍ଥିର ରହିବ।

୧୨-ମୀନ

ଚିତ୍ତପ୍ରସନ୍ନ ସହ କାର୍ଯ୍ୟ ସିଦ୍ଧି ହେବ। ଉଚ୍ଚ ଆଶାରେ ଆଗେଇବେ। ବ୍ୟବସାୟରେ ପ୍ରତିଦ୍ଵନ୍ଦିତା ଓ ଆୟ ବଢିବ। କର୍ମ କ୍ଷେତ୍ରରେ ଶ୍ରମ ସାର୍ଥକ ହେବ। ଶତ୍ରୁହାନି, ଉଚ୍ଚ ପ୍ରଶଂସା ଲାଭ, ଦମ୍ଭ ସାହସ ବୃଦ୍ଧି, କ୍ଷମା ଗୁଣରେ ଯଶ ପ୍ରାପ୍ତି, ସୁସମ୍ବାଦ ଶୁଣିବେ ଓ ଆର୍ଥିକ ସମସ୍ୟା ଦୂର ହେବ। ପରିବାରରେ ବୁଝି ବିଚାରି କାର୍ଯ୍ୟ କଲେ ସମସ୍ତ କାର୍ଯ୍ୟରେ ସଫଳତା ମିଳିବ। ଧନଧାନ୍ୟ, ଗୋ-ସଂପଦ, ଭୂମି, ବସ୍ତ୍ରଭୂଷଣ, ବାହାନାଦି ପ୍ରାପ୍ତି ହବାର ଯୋଗ ଅଛି। ରାଜନୀତିରେ କୃତକାର୍ଯ୍ୟ ହେବେ। ପରୀକ୍ଷା, ପ୍ରତିଯୋଗୀତା, ସାକ୍ଷାତକାରରେ ବିଜୟୀ ହେବେ।