ଆଜିର ରାଶିଫଳ, 21 ଅକ୍ଟୋବର 2019 ସୋମବାର, ମହାଦେବଙ୍କ ଦିବ୍ୟ କୃପା ପାଇ ଏହି ୪ଟି ରାଶି ର ସବୁ ଇଚ୍ଛା ପୂରଣ ହେବ

୧-ମେଷ

ମଉଜ-ମସ୍ତିରେ ସମୟ କଟିପାରେ । ଧର୍ମ-କର୍ମରେ ରୁଚି ରହିବ ଓ କୌଣସି ଆୟୋଜନ ମଧ୍ୟ କରେଇବେ । ଦୁଃଖୀ ଲୋକଙ୍କୁ ସାହାରା ଓ ସାହାଯ୍ୟ କରିବେ, ତେଣୁ ଲୋକମାନେ ଆପଣଙ୍କୁ ସମ୍ମାନ ଦେବେ । ପରୋପକାର ଏବଂ ସମାଜସେବା କାର୍ଯ୍ୟରେ ରୁଚି ବୃଦ୍ଧିହେବ । ବିଗିଡିଯାଇଥିବା କାର୍ଯ୍ୟ ସୁଧୁରିଯିବ । ଅଧା ଅଧୁରାଥିବା କାର୍ଯ୍ୟ ପୂରଣ ହୋଇଯିବ । ନିଜର ଚତୁରତା ଓ ବିବେକ ହେତୁ ସମସ୍ତ ବିପରୀତ ପରିସ୍ଥିତିର ସାମ୍ନା କରି ପାରିବେ । ଅଧ୍ୟୟନ-ଅଧ୍ୟାପନ କାର୍ଯ୍ୟରେ ବ୍ୟସ୍ତ ରହିବେ । ମାନ-ପ୍ରତିଷ୍ଠା ବଢିବ । ପରିବାର ସମ୍ବନ୍ଧୀୟ କୌଣସି ମହତ୍ଵପୂର୍ଣ୍ଣ ସମାଚାର ଶୁଣିବେ ।

୨-ବୃଷ

ଧନ ପ୍ରାପ୍ତି ହେବ । ଚାକିରୀରେ ପ୍ରମୋଶନ ମିଳିବ । ଆଧ୍ୟାତ୍ମିକ ବା ଧାର୍ମିକ କ୍ଷେତ୍ରରେ ବ୍ୟସ୍ତ ରହିବେ । ବେମାର, ବୃଦ୍ଧଜନ ଓ ଅଶକ୍ତ ଲୋକଙ୍କୁ ସହଯୋଗ କରିବା ପାଇଁ ହାତ ବଢେଇବେ । ଦୂରଯାତ୍ରା କରିବା ଦ୍ଵାରା ବହୁତ ଲାଭ ମିଳିବ । ବ୍ୟାଙ୍କ, ବୀମା, ନିବେଶ ପରି ଆର୍ଥିକ ଗତିବିଧିରେ ବ୍ୟସ୍ତ ରହିବେ । ସମ୍ବନ୍ଧରେ ପ୍ରଗାଢତା ଆସିବ । ସ୍ୱାସ୍ଥ୍ୟସମସ୍ୟା ସୁଧୁରିଯିବ । ନୂତନ ଲୋକଙ୍କ ସହିତ ଭେଟ ହେବ । ଅଟକିଥିବା କାର୍ଯ୍ୟ ସମ୍ପନ୍ନ ହେବ । ଯେ କୌଣସି ପରୀକ୍ଷା ବା ସାକ୍ଷାତ୍କାରର ପରିଣାମ ଆପଣଙ୍କ ପକ୍ଷରେ ରହିବ । ଘର ପରିବାରରେ କୌଣସି ଖୁସି ପ୍ରସଙ୍ଗ ଆସିବ ।

୩-ମିଥୁନ

ଦୂରଯାତ୍ରାର ସୁଯୋଗ ପାଇବେ । ବୃତ୍ତିଗତ ଦୃଷ୍ଟିରୁ ସମୟ ଅତ୍ୟନ୍ତ ଶୁଭ । ପାରିବାରିକ କ୍ଷେତ୍ରରେ ସ୍ୱାର୍ଥ ପ୍ରବୃତ୍ତିର ଶୀକାର ହୋଇ ଆୟର ସ୍ରୋତ ବୃଦ୍ଧି ହେବ । ଜମିଜମା ସଂକ୍ରାନ୍ତୀୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ । ବନ୍ଧୁମିତ୍ରଙ୍କ ସହ ହସଖୁସିର ବାତାବରଣ ସୃଷ୍ଟି ହେବ । ଧୈର୍ଯ୍ୟ ଓ ସହନଶୀଳତା ଯୋଗେ ଯଶ ମିଳିବ । ଶାରିରୀକ ଅସୁସ୍ଥତା ଦୂରହେବ । ଛାତ୍ର ଛାତ୍ରୀମାନେ ଉଚ୍ଚବିଦ୍ୟା ଅଧ୍ୟୟନ ପାଇଁ ବାହ୍ୟ ଦେଶକୁ ଯାତ୍ରା କରି ପାରନ୍ତି । କର୍ମ ନିଯୁକ୍ତିର ସୁଯୋଗ ପାଇବେ । ଆର୍ଥିକସ୍ଥିତି ଅସନ୍ତୋଷପ୍ରଦ ହେବ । ପରିବାର ଜନଙ୍କ ଉନ୍ନତିରେ ଆନନ୍ଦିତ ହେବେ ।

୪-କର୍କଟ

ପାରିବାରିକ ଜୀବନରେ ସୁଧାର ହେବ । କୋର୍ଟ-କଚେରୀ ମାମଲା ସମାଧାନ ହୋଇଯିବ । ସମାନ ବିଚାରଧାରା ବ୍ୟକ୍ତିଙ୍କ ସହିତ ଭେଟ ହେବ । ବନ୍ଧୁ ମିତ୍ରଙ୍କ ଆଗମନ ହେବ । ଲୋକଙ୍କ ପ୍ରତି ଉଦାର ଓ ଦୟାଳୁ ପ୍ରବୃତି ଜାଗ୍ରତ ହେବ । ପ୍ରିୟଜନ ଓ ପରିବାର ସଦସ୍ୟ ଆପଣଙ୍କ ନିକଟତର ହେବେ । ଅଧିନସ୍ଥ କର୍ମଚାରୀଙ୍କ ଓ ସହକର୍ମୀଙ୍କ କାମ କାର୍ଯ୍ୟରେ ସନ୍ତୁଷ୍ଟ ରହିବେ । ନିଜର ରଚନାତ୍ମକତା ଚରମ ହେବ ତଥା ଲୋକଙ୍କୁ ନିଜର କରି ପାରିବେ । ଆର୍ଥିକ ମାମଲା ସୁଧୁରିବ । ଆୟ ଓ ପ୍ରତିଷ୍ଠାରେ ଅପ୍ରତ୍ୟାଶିତ ତେଜ ଆସିବ । ଭୌତିକ ଐଶ୍ଵର୍ଯ୍ୟ ସାଧନରେ ବୃଦ୍ଧି ହେବ ।

୫-ସିଂହ

ଶରୀର ସୁସ୍ଥ ରହିବ । ବ୍ୟାପାରରେ ବହୁତ ଭଲ ପରିଣାମ ହେବ । ପରିବାରର ଅନ୍ୟ ସଦସ୍ୟଙ୍କ ପ୍ରତି ସମ୍ବନ୍ଧ ସୁଦୃଢ ହେବ । ମନୋରଞ୍ଜନ ଓ ହସ-ଖୁସିରେ ସମୟ ବ୍ୟତୀତ ହେବ । କ୍ରୋଧିତ ହେଲେ ତିଆରି କରିଥିବା କାର୍ଯ୍ୟରେ ସଫଳ ହେବେ ନାହିଁ । ବ୍ୟବସାୟ ପାଇଁ ଆଖପାଖକୁ ଯାତ୍ରା କରିବାର ସମ୍ଭାବନା ଅଛି । ପୁରୁଣା ବନ୍ଧୁଙ୍କ ସହାୟତାରେ ଆର୍ଥିକସ୍ଥିତି ବଦଳିବ । ଚାକିରୀରେ ପଦୋନ୍ନତି ମିଳିବ ଓ ଯଶ, ମାନ-ସମ୍ମାନ, ପ୍ରତିଷ୍ଠା ତଥା ଲୋକପ୍ରିୟତା ମଧ୍ୟ ହାସିଲ କରି ପାରିବେ । କୋର୍ଟ-କଚେରୀ ମାମଲାରେ ବିଜୟ ହେବ । ମିତ୍ର ଓ ସମ୍ପର୍କୀୟଙ୍କ ଠାରୁ ବହୁତ ଲାଭ ମିଳିବ ।

୬-କନ୍ୟା

ପ୍ରେମ-ପ୍ରସଙ୍ଗରେ ନିଶ୍ଚିତ ରୂପରେ ସଫଳତା ମିଳିବ । ନୂତନବନ୍ଧୁଙ୍କ ଆଗମନ ହେବ । ଦୁର୍ବଳ ବା ବୃଦ୍ଧ ଲୋକମାନଙ୍କୁ ସାହାଯ୍ୟ କରିବା ପାଇଁ ହାତ ବଢେଇବେ । ବହୁତ ପରିଶ୍ରମ କଲେ ବ୍ୟବସାୟ ବୃଦ୍ଧି ହେବ । କାମ-କାର୍ଯ୍ୟରେ ନୂଆ ଏକ୍ସପେରିମେଣ୍ଟ ପ୍ରୟୋଗ କରିପାରିବେ । ନୂଆଲକ୍ଷ ନିର୍ଦ୍ଧାରିତ କରି ତାହାର ପ୍ରାପ୍ତି ପାଇଁ ପ୍ରଯତ୍ନ ଶୀଳ ରହିବେ । ସନ୍ତାନ ସମ୍ବନ୍ଧୀୟ ଚିନ୍ତା ଦୂର ହୋଇଯିବ । ମାନସିକ ଶାନ୍ତି ଅନୁଭବ କରିବେ । ଫୋନ୍ ଦ୍ଵାରା କୌଣସି ମହତ୍ଵପୂର୍ଣ୍ଣ ସୂଚନା ବା ସନ୍ଦେଶ ପ୍ରାପ୍ତ ହେବାର ସମ୍ଭାବନା ଅଛି । ବ୍ୟବସାୟ ପାଇଁ ଆଖ ପାଖକୁ ଯାତ୍ରା କରି ସୁଖ ଅନୁଭବ କରିବେ ।

୭-ତୁଳା

ଧର୍ମକାର୍ଯ୍ୟପ୍ରତି ମନବଳାଇ ବହୁତ ଶାନ୍ତି ଲଭିବେ । ସାଙ୍ଗ ସାଥିମାନେ ସାହାଯ୍ୟ ସହଯୋଗ କରିବେ । ସାହିତ୍ୟ, କଳାରେ ଉଚ୍ଚ ପ୍ରଶଂସା ପାଇବେ । ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ । ଆଶା କରୁଥିବା କାମଟି ବନ୍ଧୁଙ୍କ ଦ୍ଵାରା ସହଜ ସୁବିଧାରେ ହୋଇଯିବ । ପରିବାରର ଆବଶ୍ୟକତା ପୂରଣ ଦିଗରେ କିଛି ଖର୍ଚ୍ଚାନ୍ତ ହେବେ । ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବ । ଚେଷ୍ଟା କଲେ କର୍ମ ନିଯୁକ୍ତିରେ ସଫଳ ହେବେ । କର୍ମଚାରୀମାନେ ଭାରସାମ୍ୟ ରକ୍ଷାକରି ନିମ୍ନବର୍ଗଙ୍କ ଯୋଗେ ପରିସ୍ଥିକୁ ନିଜ ତରଫରେ ନେଇ, ସ୍ଵାର୍ଥସିଦ୍ଧିର ପଥକୁ ପ୍ରଶସ୍ତ କରିବେ ।

୮-ବିଚ୍ଛା

ରାଜନୀତି କ୍ଷେତ୍ରରେ ଲୋକଙ୍କ ସମ୍ପର୍କରେ ରହିବେ, ସେଥିପାଇଁ ଇଣ୍ଟରନେଟ୍ ଠାରୁ ଆରମ୍ଭ କରି ଫୋନ୍ ସବୁ କାରବାର କରିବେ । ଧନ ଲାଭହେବା ସହିତ କର୍ତ୍ତବ୍ୟ ଦାଇତ୍ଵ ବଢିଯିବ । କୌଣସି ପୋଗ୍ରାମ୍ ବା କାର୍ଯ୍ୟକ୍ରମରେ ସମ୍ମାନିତ ହେବେ । ବ୍ୟବସାୟ ସୂତ୍ରରୁ ବହୁତ ଲାଭ ଉଠାଇପାରିବେ । ଘର-ପରିବାରକୁ ପ୍ରାଥମିକତା ଦେବେ । ପାଖ ପଡୋଶୀଙ୍କ ସହିତ ସମ୍ପର୍କ ବୃଦ୍ଧି ହେବ । ସ୍ଥଗିତ ଥିବା କର୍ମ ସହଜ ସରଳରେ ପୂର୍ଣ୍ଣ ହେବ । ସମ୍ପର୍କୀୟ ବନ୍ଧୁ ସାହାଯ୍ୟ ସହଯୋଗ କରିବେ । ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବ । ଜୀବନସାଥିଙ୍କ ସ୍ୱାସ୍ଥ୍ୟ ଉତ୍ତମ ରହିବ ।

୯-ଧନୁ

ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧି ହେବ, ସାମାଜିକ ପ୍ରତିଷ୍ଠା ଓ ମାନ-ସମ୍ମାନ ବୃଦ୍ଧି ହେବ । ଧର୍ମାନ୍ଧତାରୁ ଦୂରେଇ ରହି, ଅଧ୍ୟାତ୍ମିକତାର ପ୍ରଦର୍ଶନ କରିବେ । ମନୋରଞ୍ଜନ କାର୍ଯ୍ୟ କ୍ରମରେ ଯୋଗଦେଇ କଳାସଙ୍ଗୀତ ଓ ନୃତ୍ୟ ଗୀତରେ ମଜ୍ଜି ରହିବେ । ପୈତୃକ ସମ୍ପତ୍ତି ନେଇ ବିବାଦର ସମାଧାନ ହେବ । କାର୍ଯ୍ୟ କ୍ଷେତ୍ରରେ ଶତୃମାନେ ପରାଜିତ ହେବେ । ମାନସିକ ଅଶାନ୍ତି ଦୂର ହେବ । ବସ୍ତ୍ରାଭୂଷଣ ବ୍ୟବସାୟୀମାନେ ବିଶେଷ ଲାଭବାନ ହେବେ । ଅଧାଥିବା କାର୍ଯ୍ୟ ପୂରଣ ହେବ । ଆର୍ଥିକ ସ୍ୱଚ୍ଛଳତା ଦେଖା ଦେବ । ନୂତନ କର୍ମ ନିଯୁକ୍ତି ପାଇବେ ।

୧୦-ମକର

ଶିକ୍ଷାକ୍ଷେତ୍ରରେ ହସ ଖୁସିରେ ସମୟ କଟାଇବେ ଓ ଉଚ୍ଚବିଦ୍ୟା ଅଧ୍ୟୟନ ପାଇଁ ବାହ୍ୟ ଦେଶକୁ ଯାତ୍ରା କରିବାର ସୁଯୋଗ ପାଇ ପାରନ୍ତି । ପାରିବାରିକ କ୍ଷେତ୍ରରେ ମାନସିକ ଶାନ୍ତି ମିଳିବ । ମହିଳାମାନେ ପରିଶ୍ରମର ସୁଫଳ ଭୋଗ କରିବେ । ନୂତନ ଲୋକଙ୍କସହ ବନ୍ଧୁତ୍ୱ ସ୍ଥାପନ ହେବ । ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ । ସ୍ୱାସ୍ଥ୍ୟ ଭଲ ରହିବ । ବ୍ୟବସାୟରେ ଉନ୍ନତି ଓ ଅଗ୍ରଗତିର ସୁଯୋଗ ପାଇବେ । କର୍ମ କ୍ଷେତ୍ରରେ ପ୍ରଶଂସିତ ହେବେ । ବିଭିନ୍ନ ବିଭାଗୀୟ ପରୀକ୍ଷା ଦେବାର ସୁଯୋଗ ପାଇବେ ।

୧୧-କୁମ୍ଭ

ବ୍ୟବସାୟୀମାନେ ଅଧିକ ଲାଭ କରିବେ । କର୍ମକ୍ଷେତ୍ରରେ ନିଜ କର୍ମ ଯୋଗକୁ ଅଧିକ ମହତ୍ତ୍ୱ ଦେବେ । ତଳୁ ଉପର ସ୍ତର ଯାଏଁ ଆଦୃତି ଓ ମାନ୍ୟତା ଅର୍ଜ୍ଜନ କରିବେ । ନୂତନ ଗୃହ ନିର୍ମାଣ କରିବାର ଯୋଜନା ପ୍ରସ୍ତୁତ କରିପାରନ୍ତି । ଆର୍ଥିକ ଦିଗରୁ ସୁବିଧା ସୁଯୋଗ ପାଇ ଉନ୍ନତିହେବ । ଶିକ୍ଷାକ୍ଷେତ୍ରରେ ପରୀକ୍ଷା ପରିଣାମ ଅନୁକୂଳ ହେବ । ସାମାଜିକ କ୍ଷେତ୍ରରେ ନିଜର ପ୍ରଭାବ ଓ ପରାକ୍ରମ ବଢିବ । ଅଫିସର ଓ ଅଧିକାରୀ କାମରେ ପ୍ରସନ୍ନ ରହିବେ । ବିଦେଶ ଯାତ୍ରାରେ ଲାଭବାନ ହେବେ । ପୈତୃକ ସମ୍ପତ୍ତିପାଇଁ ପାରିବାରିକ ଦ୍ଵନ୍ଦର ସମାଧାନ ହେବ ।

୧୨-ମୀନ

ଆଶା ଆକାଂକ୍ଷା ଓ ମହତ୍ୱାକାଂକ୍ଷା ପୂର୍ଣ୍ଣହେବ । ଶାରୀରିକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ । ବ୍ୟବସାୟରେ ଉଧାର ଦେଇ ଫେରି ପାଇବା ସହଜ ହେବ । ପାରିବାରିକ କ୍ଷେତ୍ରରେ ସାଧାରଣ ଚଳଣି ଅତୁଟ ରହିବ । ଆକସ୍ମିକ ଅର୍ଥଲାଭ, ନୂତନ ବନ୍ଧୁଲାଭ, ଅଧାଥିବା କାର୍ଯ୍ୟ ସମ୍ପୂର୍ଣ୍ଣ କରିବାକୁ ଆଜି ଚେଷ୍ଟା କରିବେ । ସୁଖ ଶାନ୍ତିରେ ଦିନଟି କାଟିବେ । ଭାତୃ ବିବାଦ, ଜମି ବାଡି ଓ ଘର ଜାଗାନେଇ ଥିବା ଦ୍ଵନ୍ଦର ସମାଧାନ ହେବ । ସନ୍ତାନଙ୍କର ଉନ୍ନତିରେ ଖୁସି ହେବେ । ଗୃହୋପକରଣ କ୍ରୟ କରିବା ଯୋଗେ କିଛି ବ୍ୟୟ ହେବ । ବ୍ୟବସାୟିକ କ୍ଷେତ୍ରରେ ଆଶାଜନକ ଫଳପ୍ରାପ୍ତିହେବ ।