ଆଜିର ରାଶିଫଳ, 22 ଅକ୍ଟୋବର 2019 ମଙ୍ଗଳବାର, ମା ମଙ୍ଗଳାଙ୍କ କୃପା ରହିବ ଏହି 7 ଟି ରାଶି ଉପରେ

୧-ମେଷ

ଶିକ୍ଷାର୍ଥୀମାନେ ଉଚ୍ଚଶିକ୍ଷା ପାଇବାର ସୁଯୋଗ ପାଇବେ । ବ୍ୟବସାୟୀମାନେ ନଗଦ କାରବାରରେ ଅଧିକ ଲାଭପ୍ରଦ ହେବେ । ମନକଥା ମନରେ ରଖି ବନ୍ଧୁଙ୍କ ସହ ମିଶିଲେ ଭଲ ହେବ । କର୍ମକ୍ଷେତ୍ରରେ ଅଧସ୍ତନ କର୍ମୀ ଓ ନିମ୍ନବର୍ଗଙ୍କ ସୌଜନ୍ୟରୁ ସାହାଯ୍ୟ ସମର୍ଥନ ହାସଲ କରିବେ । ମାଲିମୋକଦ୍ଦମାରେ ଆପୋଷ ସମାଧାନର ରାସ୍ତା ଖୋଲିଯିବ । ରାଜନୀତି କ୍ଷେତ୍ରରେ ସୁ-ସମ୍ପର୍କ ସ୍ଥାପନ କରି ନିଜର ଭାବମୂର୍ତ୍ତିକୁ ଉଜ୍ଜ୍ଵଳତର କରିବାର ସାମର୍ଥ୍ୟ ବଢିବ । ପରିବାରରେ ପ୍ରକୃତିସ୍ଥ ହୋଇ ହିସାବରେ ଚଳିଲେ ଦୁର୍ଗତିରୁ ସୁରକ୍ଷିତ ରହି ହେବ ।

୨-ବୃଷ

ସରକାରୀ ସାହାଯ୍ୟ ମିଳିପାରେ । ଆର୍ଥିକ ଦିଗରୁ ବେଶ୍ ଅନୁକୂଳ ଥିବାରୁ କିଛି ନୂତନ ପଦାର୍ଥ ସଂଗ୍ରହ ବା ବ୍ୟାଙ୍କ ବାଲାନ୍ସ ବୃଦ୍ଧି ପାଇବ । କର୍ମକ୍ଷେତ୍ରରେ ଧୈର୍ଯ୍ୟ ଓ ସହନଶୀଳତା ଯୋଗେ ଯଶ ମିଳିବ । ସାମାଜିକ ପତିଆରା ଅମଳିନ ରହିବ । ରାସ୍ତା ଘାଟରେ ଯଥେଷ୍ଠ ସତର୍କ ହୋଇ ଚଳପ୍ରଚଳ ହେବା ଅତ୍ୟନ୍ତ ଜରୁରୀ । ବ୍ୟବସାୟରେ ଉଧାର ଦେଇ ଫେରି ପାଇବା ସହଜ ହେବ । ପାରିବାରିକ କ୍ଷେତ୍ରରେ ସାଧାରଣ ଚଳଣି ଅତୁଟ ରହିବ । ଶିକ୍ଷାକ୍ଷେତ୍ରରେ ପରୀକ୍ଷା ପରିଣାମ ଅନୁକୂଳ ହେବ । ଗୁରୁଜନ ଓ ଉଚ୍ଚପଦସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନ ମିଳିବ ।

୩-ମିଥୁନ

ଭାଇ ବନ୍ଧୁମାନେ ସାହାଯ୍ୟ ସହଯୋଗ କରିବେ । କେତେକ କ୍ଷେତ୍ରରେ ଉଲ୍ଲେଖନୀୟ ପରିବର୍ତ୍ତନ ଆସିବ । ଆର୍ଥିକ ପରିସ୍ଥିତି ଉତ୍ତମ ଥିଲେ ମଧ୍ୟ ବସନ ଭୂଷଣରେ ଅଧିକ ବ୍ୟୟ ଘଟିବ । ଶତୃମାନେ ମଥାନତ କରିବେ । ରାଜନୀତି କ୍ଷେତ୍ରରେ ନିଜ ଦକ୍ଷତାରୁ ଉଚ୍ଚ ସମ୍ମାନ ପାଇବେ ଏବଂ ବୁଦ୍ଧିଜୀବୀ ମାନଙ୍କ ସାନ୍ନିଧ୍ୟରେ ଆସିବେ । ପାରିବାରିକ ସ୍ଥିତି ସନ୍ତୋଷ ଜନକ ହେବ । ବାଦବିବାଦ, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ ସଫଳତା ମିଳିବ । ଭଲଭାବରେ ଚିନ୍ତା କରି କାମରେ ଆଗେଇ ଚାଲନ୍ତୁ କୌଣସି ଅସୁବିଧାର ସମ୍ମୁଖୀନ ହେବେ ନାହିଁ ।

୪-କର୍କଟ

ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରିବା ପାଇଁ ଯୋଗାଯୋଗ କରି ପାରିବେ । ପିଲାମାନଙ୍କ କାର୍ଯ୍ୟ କଳାପ ସମ୍ମାନ ବୃଦ୍ଧିର ସୂଚନା ଦେବ । ରାଜନୀତି କ୍ଷେତ୍ରରେ ପ୍ରତିଷ୍ଠା ପ୍ରତିପତ୍ତି ବୃଦ୍ଧି ପାଇବ । ବହୁ ଲୋକଙ୍କର ପ୍ରଶଂସା ପାଇବା ଫଳରେ ଉତ୍ସାହିତ ହେବେ । ସନ୍ତାନ ପକ୍ଷର ଚିନ୍ତା ଦୂର ହୋଇଯିବ । ଦୂର ଯାତ୍ରାରେ ଅତ୍ୟଧିକ ଅର୍ଥ ବ୍ୟୟ କରିବେ । ପରିବାରରେ ମନୋମାଳିନ୍ୟ ମେଣ୍ଟିଯିବ ଓ ସୁସ୍ଥ ବାତାବରଣ ଜାରି ରହିବ । ପରସ୍ପରକୁ ସାହାଯ୍ୟ ସହଯୋଗ କରି ଗଠନ ମୂଳକ ଦିଗପ୍ରତି ଆଗ୍ରହ ଓ ଉତ୍ତମ ଯୋଜନାବଦ୍ଧ ହେବାର ସମ୍ଭାବନା ଅଛି ।

୫-ସିଂହ

ଭାଇ ଭଉଣୀ ବନ୍ଧୁବାନ୍ଧବଙ୍କ ଉତ୍ତମ ସମ୍ପର୍କ ରହିବା ଫଳରେ ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ବେଶ୍ ଆନନ୍ଦ ପାଇବେ । ଅନେକ କ୍ଷେତ୍ରରେ ସ୍ଵାଭିମାନ ରକ୍ଷା ହେବ । ନୂତନ କର୍ମ ନିଯୁକ୍ତିର ସୁଯୋଗ ପାଇବେ । ରାଜନୀତିରେ ସ୍ଵାର୍ଥରକ୍ଷା କରି କଠିନ ପରିଶ୍ରମ କରିବାକୁ ପଡିବ । ଗଠନମୂଳକ ଯୋଜନା ପ୍ରସ୍ତୁତ କରି ଆଗେଇ ଯିବାର ରାସ୍ତା ଖୋଲିବେ । ପ୍ରବାସରେ ମଧ୍ୟ କେତେକ କ୍ଷେତ୍ରରେ ଉନ୍ନତିକର ହେବ । ବ୍ୟବସାୟ କ୍ଷେତ୍ରରେ ଲାଭବାନ ହେବେ । ପ୍ରତିଯୋଗୀତା ପରୀକ୍ଷାରେ ଆଶା ମୁତାବକ ଫଳ ପାଇବେ ।

୬-କନ୍ୟା

ବିଦେଶ ଯାତ୍ରାରେ ଲାଭବାନ ହେବେ । ଯାନବାହନ ସୁଖ ମିଳିବ । ଶେୟାର ମାର୍କେଟ, ଜୁଆ ଓ ଲଟେରୀ ଖେଳରେ ମନମୁତାବକ ଲାଭବାନ ହେବାର ସମ୍ଭାବନା । ରାଜନୈତିକ କ୍ଷେତ୍ରରେ ସୁନାମପ୍ରାପ୍ତି ଓ ସମ୍ମାନ ବୃଦ୍ଧି ହେବ । ମହିଳାମାନେ ଭୋଗ ବିଳାସକୁ ତୁଚ୍ଛ ମଣି କର୍ତ୍ତବ୍ୟ ସାଧନକୁ ଭଗବତ୍ ସେବାଭଳି ମାନ୍ୟତା ଦେବେ । ସାମାଜିକ ପତିଆରା ଅମଳିନ ରହିବ । ପାରିବାରିକ ମାମଲା ବହୁତ ଶାନ୍ତି ପୂର୍ଣ୍ଣ ରହିବ । ବହୁତ ଦିନରୁ ଯେଉଁ କାମ ପାଇଁ ଚିନ୍ତା କରୁଥିଲେ ତାହା ଅଳ୍ପ ପ୍ରୟାସରେ ପୂର୍ଣ ହୋଇ ପାରେ । ନୂଆଲକ୍ଷ ପୂରଣ କରିବା ପାଇଁ ସାହାଯ୍ୟ ସହଯୋଗ ମିଳିବ ।

୭-ତୁଳା

ବ୍ୟବସାୟୀମାନେ ନଗଦ କାରବାରରେ ଅଧିକ ଲାଭପ୍ରଦ ହେବେ । ବାଦବିବାଦ, ପରୀକ୍ଷା ପ୍ରତିଯୋଗୀତା, ମାଲିମୋକଦ୍ଦମା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ଶତୃମାନେ ପରାଜିତ ହେବେ । ହୋଟେଲ୍, ତେଲବ୍ୟବସାୟୀ, କଳାକାର, ରାଜନୈତିଜ୍ଞ, ଶିଳ୍ପକାର, ରେଡିମେଡ୍ ବସ୍ତ୍ରବ୍ୟବସାୟୀ, ମଡେଲିଙ୍ଗ ଓ ପନିପରିବା ଚାଷୀମାନେ ବିଶେଷ ଲାଭାନ୍ଵିତ ହେବେ । ଈର୍ଷାପରାୟଣ ବ୍ୟକ୍ତିମାନେ ଦୂରେଇଯିବେ । ସାମାଜିକ ସ୍ତରରେ ସମ୍ମାନଲାଭ କରିବେ । ରାଜନୈତିକ କ୍ଷେତ୍ରରେ ପ୍ରଶଂସିତ ହେବେ । କର୍ମ ପ୍ରତି ଊତ୍ସାହ ଏବଂ ସ୍ଵାସ୍ଥ୍ୟରେ ଉନ୍ନତି ଦେଖାଦେବ ।

୮-ବିଚ୍ଛା

ଉଚ୍ଚାଧିକାରୀଙ୍କ ସହ ସମ୍ବନ୍ଧ ଦୃଢୀଭୁତ ହେବ । ଆର୍ଥିକ ଉନ୍ନତି ଫଳରେ ଚିନ୍ତା କରିଥିବା କାର୍ଯ୍ୟ ଠିକ୍ ସମୟରେ ପୂରଣ ହୋଇପାରିବେ । ଶିକ୍ଷାକ୍ଷେତ୍ରରେ ପରୀକ୍ଷା ପରିଣାମ ଅନୁକୂଳ ହେବା ଫଳରେ ବିଦ୍ୟାରେ ଉନ୍ନତି କରିବେ । ଦୂରସ୍ଥାନକୁ ଯାତ୍ରା କଲେ ବିପଦ । ଅଭାବ ଅସୁବିଧା ଥାଇ ମଧ୍ୟ କୌଣସି କାମ ଅଟକିବ ନାହିଁ । ସମସ୍ତ କାର୍ଯ୍ୟକ୍ରମ ସୁରୁଖୁରୁରେ ପୂର୍ଣ୍ଣ ହେବ । ଜନ ସେବାରେ ନିଜକୁ ନିୟୋଜିତ କରିବେ । କର୍ମକ୍ଷେତ୍ରରେ ସହଯୋଗୀ ମାନଙ୍କ ଯୋଗୁଁ ଉତ୍ତମ କାର୍ଯ୍ୟ କରି ପ୍ରଶଂସା ପାଇବେ । ଅଚାନକ ଧନ ପ୍ରାପ୍ତି ହେବା ଫଳରେ ଗୃହୋପକରଣ କ୍ରୟ କରିବେ ।

୯-ଧନୁ

ବ୍ୟବସାୟିକ ସଫଳତା ମିଳିବ । ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ବିଜୟୀ ହେବେ । ମାନସିକଶାନ୍ତି ଓ ସ୍ୱାସ୍ଥ୍ୟରେ ଉନ୍ନତି ପରିଲିକ୍ଷିତ ହେବ । ଅଧ୍ୟୟନ, ଅଧ୍ୟାପନା ତଥା ରଚନାତ୍ମକ କ୍ଷେତ୍ରରେ ସମ୍ମାନିତ ହେବେ । ଅର୍ଥ ସମ୍ପର୍କିତ ଚୁକ୍ତିପତ୍ର କଲେ ଲାଭ ପାଇବେ । ଧନମାନ ଦିଗରୁ ସୁରକ୍ଷିତ ରହିବେ । କର୍ମକ୍ଷେତ୍ରରେ ଜବରଦସ୍ତି ଉନ୍ନତି ଓ ନ୍ୟାୟମିଳିବ । ଆୟରସ୍ରୋତ ଖୋଲିଯିବ । ପଦୋନ୍ନତି ସହ ନୂତନକର୍ମ ପ୍ରାପ୍ତିର ସୂଚନା ପାଇ ମନ ଆନନ୍ଦ ହେବ । ପରିବାରର ମାମଲା ଘରୋଇ ସମସ୍ୟାର ସମାଧାନ ହେବ ।

୧୦-ମକର

ବାଣିଜ୍ୟ କ୍ଷେତ୍ରରେ ଦୁଃସାହସିକ ପଦକ୍ଷେପ ନେଇ ବନ୍ଦ ହୋଇଥିବା ବେପାର ପୁଣି ଚାଲୁ କରି ପାରିବେ । ପରିବାରରେ ସାଧାରଣ ପରିବର୍ତ୍ତନ ଘଟି ଆଶା ଆକାଂକ୍ଷା ପୂର୍ତ୍ତି ଘଟିବ । ରାଜନୀତି କ୍ଷେତ୍ରରେ ପ୍ରଚୁର ଖଟଣି ଖଟି ନିଜର ଭାବ ମୂର୍ତ୍ତିକୁ ବଜାୟ ରଖିବେ । ଆର୍ଥିକ ପରିସ୍ଥିତି ଉତ୍ତମ ଥିଲେ ମଧ୍ୟ ବସନ ଭୂଷଣରେ ଅଧିକ ବ୍ୟୟ ଘଟିବ । ସଭାସମିତି, ସାହିତ୍ୟ ଓ କଳାରେ ପ୍ରଶଂସିତ ହେବେ । ସାଙ୍ଗ ସାଥିମାନେ ସାହାଯ୍ୟ ସହଯୋଗ କରିବେ । ସହନଶୀଳତା ଯୋଗେ ପ୍ରଶଂସା ମିଳିବ । ସ୍ଥଗିତଥିବା କର୍ମଟି ପୂରଣ ହୋଇପାରେ । ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବ ।

୧୧-କୁମ୍ଭ

ସମସ୍ତ ଫଇସଲା ଓ ନିର୍ଣ୍ଣୟ ବୁଦ୍ଧିମତାରେ ପରିପୂର୍ଣ୍ଣ ହେବ । ସନ୍ତାନଙ୍କ ସମ୍ବନ୍ଧିତ କୌଣସି ମହତ୍ଵପୂର୍ଣ୍ଣ କାମ ହୋଇପାରେ । କୌଣସି କାମରେ ବିଶେଷ ଜ୍ଞାନ ହାସିଲ କରିବେ । ଶତୃମାନେ ସତଚେଷ୍ଟା କଲେ ମଧ୍ୟ କୌଣସି କ୍ଷତି କରିପାରିବେ ନାହିଁ । କାମ-କାର୍ଯ୍ୟରେ ନୂଆ ଉପଲବ୍ଧି ଆପଣଙ୍କ ପ୍ରତୀକ୍ଷାରେ ରହିବ । ସାମୁହିକ ପ୍ରୟାସ ଓ ସହଯୋଗ ଦ୍ଵାରା ଆଗକୁ ବଢିବା ସମ୍ଭବ ହେବ । ଆର୍ଥିକ ଉନ୍ନତି ଫଳରେ ଚିନ୍ତା କରିଥିବା କାର୍ଯ୍ୟ ଠିକ୍ ସମୟରେ ପୂରଣ ହୋଇପାରିବ । ବ୍ୟବସାୟରେ ଆଶାତୀତ ଲାଭକରି କିଛି ନୂତନ ପଦାର୍ଥ ସଂଗ୍ରହ କରି ପାରନ୍ତି ।

୧୨-ମୀନ

ମହିଳାମାନେ ବନ୍ଧୁ, ମିତ୍ର ଏବଂ ଉଚ୍ଚପଦାଧିକାରୀଙ୍କ ଠାରୁ ସାହାଯ୍ୟ ସହଯୋଗ ପାଇବେ । ବୁଝି ବିଚାରି କାର୍ଯ୍ୟ କଲେ ସମସ୍ତ କାର୍ଯ୍ୟରେ ସଫଳତା ମିଳିବ ଉଚ୍ଚପଦସ୍ଥ ଅଫିସରମାନେ ସନ୍ତୋଷ ହେବେ । ବାଦବିବାଦଠାରୁ ଦୂରେଇ ରହିବା ଉଚିତ । ଅନାବଶ୍ୟକ ଖର୍ଚ୍ଚ ଓ ଭ୍ରମଣ ଯୋଗେ ବ୍ୟଥିତ ହେବେ । ନୂତନ କାର୍ଯ୍ୟକରିବା ପୂର୍ବରୁ ସତର୍କତା ଆବଶ୍ୟକ । ଉଚ୍ଚ କର୍ମକର୍ତ୍ତାଙ୍କର ସୁଦୃଷ୍ଟି ପ୍ରାପ୍ତି ହେବ । ପାରିବାରିକ ଜୀବନ ଆନନ୍ଦମୟ ହେବ । ରାଜନୈତିକ କ୍ଷେତ୍ରରେ ବିପଦ ସଙ୍କୁଳ ଟଳିଯିବ । ପରୀକ୍ଷା ପ୍ରତିଯୋଗିତା ଓ ମାଲିମୋକଦ୍ଦମାରେ ସଫଳତା ମିଳିବ ।