ଆଜିର ରାଶିଫଳ, 24 ଅକ୍ଟୋବର 2019 ଗୁରୁବାର, ଲକ୍ଷ୍ମୀଙ୍କ କୃପା ରୁ ଏହି ୫ଟି ରାଶି ହେବେ ଧନବାନ

୧-ମେଷ

ପ୍ରତିଯୋଗୀତା ପରୀକ୍ଷାରେ ଯଶରସହ ଉତ୍ତୀର୍ଣ୍ଣ ହୋଇ ପ୍ରଶଂସିତ ହେବେ । ନ୍ୟାୟମାର୍ଗ ଓ ମିଷ୍ଟ ବଚନ କୁ ନିଜର ଭୂଷଣଭାବି କର୍ମ କରିଲେ ଲାଭବାନ ହେବେ । ରାଜନୀତି କ୍ଷେତ୍ରରେ ଉଚ୍ଚସମ୍ପର୍କରୁ ଲାଭବାନ ହେବେ । ବ୍ୟବସାୟରେ ଉନ୍ନତି ସହିତ ଶୁଭଫଳ ପ୍ରାପ୍ତି ହେବ । ବୃତ୍ତିଗତ କର୍ମକୁ ଅଧିକ ଗୁରୁତ୍ଵ ଦେଇ ଚାକିରି କ୍ଷେତ୍ରରେ ଉନ୍ନତି କରି ପାରିବେ । ସହାବସ୍ଥାନର ନିରାପଦ ବଳୟ ଭିତରେ ଆପଣା ଲୋକଙ୍କ ସାହାଯ୍ୟ ପାଇ ପାରିବାରିକ ଜୀବନ ସୁଧାରୀ ନେବେ । କଳା, ସାହିତ୍ୟ ଓ ସଭାସମିତିରେ ସଫଳତା ହାସଲ କରିବେ ।

୨-ବୃଷ

ବାସଗୃହ ଓ ଯାନବାହାନ ନେଇ କେତେ ସମସ୍ୟାର ସମାଧାନ ହୋଇ ଯିବ । ପାରିବାରିକ ସମ୍ପର୍କରେ ଉନ୍ନତି ହେବ । ସ୍ୱାସ୍ଥ୍ୟ ଦିଗରୁ ମଧ୍ୟମ ଫଳ ପ୍ରାପ୍ତି ହେବ । ବିଦ୍ୟାର୍ଥିଙ୍କର ଉନ୍ନତି ହେବ । ମହିଳାମାନଙ୍କର ସାଧାରଣ ପରିବର୍ତ୍ତନ ଯୋଗେ ଆଶା ଆକାଂକ୍ଷା ପୂରଣ ହୋଇ ପାରିବ । ପ୍ରତିବେଶୀଙ୍କ ସହ ମନାନ୍ତର ମତାନ୍ତର ମେଣ୍ଟି ଯାଇପାରେ । କର୍ମ କ୍ଷେତ୍ରରେ ଉଚ୍ଚସ୍ଥାନ ଲାଭ ବା ପଦୋନ୍ନତି ଭଳି ମର୍ଯ୍ୟଦା ପ୍ରାପ୍ତିହେବ । ବ୍ୟବସାୟ କ୍ଷେତ୍ରରେ ପ୍ରସାର ପ୍ରଚାର କରି ଭଲ ଲାଭ ପାଇବେ । ରାଜନୈତିକ କ୍ଷେତ୍ରରେ ପୁରୁଣା ସମସ୍ୟା ସମାଧାନ କରି ବିଜୟୀ ହେବେ ।

୩-ମିଥୁନ

ପ୍ରେମିକ ପ୍ରେମିକାମାନଙ୍କର ପ୍ରେମ-ପ୍ରସଙ୍ଗରେ ଆଶାଜନକ ଫଳପ୍ରାପ୍ତି ହେବ । ନୂତନ ସ୍ଥାନକୁ ବୁଲିଯିବାର ସୁଯୋଗ ମିଳିବ । କଳା, ସାହିତ୍ୟ ଓ ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ । ସାମ୍ବାଦିକତାରୁ ଲାଭ ଓ ଶୁଭ ସମାଚାର ମିଳିବ । ରାଜନୀତି କ୍ଷେତ୍ରରେ ଭୋଗ ବିଳାସ ଓ ଆନନ୍ଦମୟ ମୂହୁର୍ତ୍ତ ସାଙ୍ଗକୁ ସଙ୍ଘର୍ଷରତ ହେବେ । ଶାରିରୀକ ସୁସ୍ଥତା ଦେଖା ଦେବ । ଦାମ୍ପତ୍ୟ ସୁଖ, ସାମାଜିକ ପ୍ରତିଷ୍ଠା ଓ ମାନ-ସମ୍ମାନ ପ୍ରାପ୍ତିହେବ । ଦୂର ଯାତ୍ରାର ସୁଯୋଗ ପାଇବେ । ବାଦବିବାଦ, ପ୍ରତିଯୋଗୀତା ପରୀକ୍ଷା, ଖେଳ ଓ ପ୍ରତିଦ୍ୱନ୍ଦିତାରେ ସଫଳ ହେବେ ।

୪-କର୍କଟ

ରାଜନୈତିକ କ୍ଷେତ୍ରରେ ଶତୃମାନେ ଦୁର୍ବଳ ହେବେ । ଦାମ୍ପତ୍ୟ ସମସ୍ୟା ବୁଝାମଣା ମଧ୍ୟରେ ସମାଧାନ ହେବ । ବିଦ୍ୟୁତ୍ ଓ ଯନ୍ତ୍ର ଚାଳନ, ଯାନବାହାନ ତଥା ଖଣି ଓ ଜଙ୍ଗଲ କ୍ଷେତ୍ରରେ କର୍ମରତ ବ୍ୟକ୍ତିମାନେ ଶୁଭ ସଂବାଦ ପାଇ ଖୁସିହେବେ । ଗୃହରେ କଲ୍ୟାଣକର କର୍ମ ସମ୍ପାଦନ କରି ପ୍ରଶଂସିତ ହେବେ । ପଦସ୍ଥ ବ୍ୟକ୍ତିଙ୍କ ସହ ମନୋମାଳିନ୍ୟ ମେଣ୍ଟିଯିବ । କର୍ମକ୍ଷେତ୍ରରେ ରାଜକୀୟ ସମ୍ମାନ ମିଳିବ । ଆକସ୍ମିକ ଧନ ପ୍ରାପ୍ତି ହେବା ଫଳରେ ଆର୍ଥିକ ଦିଗରୁ ଉନ୍ନତି ଓ ନୂତନ ପଦାର୍ଥ ସଂଗ୍ରହ କରିବା ପାଇଁ ଆଗ୍ରହ ବଢିବ । ସ୍ୱାସ୍ଥ୍ୟ ଉତ୍ତମ ରହିବା ସହ ପାରିବାରିକ ସମ୍ପର୍କରେ ଉନ୍ନତି ହେବ ।

୫-ସିଂହ

ବ୍ୟବସାୟରେ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ଆସି, ଉନ୍ନତି ଓ ଲାଭ ପ୍ରାପ୍ତି ହେବ । ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳତା ଲାଭ କରିବେ । ପାରିବାରିକ ଜୀବନରେ ଦାମ୍ପତ୍ୟ ସୁଖ ବୃଦ୍ଧି ହେବ । କେତେକ ବାଧା ପ୍ରତିବନ୍ଧକର ସାଧାରଣ ପରିବର୍ତ୍ତନ ଘଟି ଆଶା ଆକାଂକ୍ଷା ପୂର୍ତ୍ତି ଘଟିବା ଯୋଗେ ସାମାଜିକ ପ୍ରତିଷ୍ଠା ଓ ମାନ ସମ୍ମାନ ବୃଦ୍ଧି ହେବ । ସରକାରୀ କର୍ମଚାରୀ ମାନେ କର୍ମ କ୍ଷେତ୍ରରେ ସହକର୍ମୀ ମାନଙ୍କର ସହଯୋଗ ପାଇବେ ଏବଂ ଉତ୍ତମ କାର୍ଯ୍ୟ କରି ପ୍ରଶଂସିତ ହେବେ । ନୂତନ କର୍ମ ନିଯୁକ୍ତି ପାଇବାର ରାସ୍ତା ପରିଷ୍କାର ହୋଇ ଯିବ ।

୬-କନ୍ୟା

ପାରିବାରିକ ଜୀବନରେ ଶାନ୍ତି, ଭାଇ ଭଉଣୀ ମାନଙ୍କ ସହିତ ଉତ୍ତମ ସମ୍ପର୍କ ରହିବ । ବନ୍ଧୁବାନ୍ଧବଙ୍କ ଦିଗରୁ ସ୍ଵାର୍ଥ ପ୍ରବଣତାର ଅଭିବୃଦ୍ଧି ଘଟିବ । ଆୟ ଅପରିବର୍ତ୍ତିତ ରହିଲେ ମଧ୍ୟ ଟଙ୍କାପଇସା ପ୍ରତି ଅତ୍ୟନ୍ତ ସତର୍କ ରହିବାକୁ ପଡିବ । ଭ୍ରମଣକାଳରେ ସୁଖ, ସହକର୍ମୀଙ୍କସହ ବିବାଦ ମେଣ୍ଟି ଯାଇପାରେ । ବୃତ୍ତିଗତ ଦୃଷ୍ଟିରୁ ସ୍ଵାଭିମାନ ସୁରକ୍ଷିତ ରହିବା ଫଳରେ କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ । ଶତୃମୁକ୍ତ ନିରୁପଦ୍ରବ ଜୀବନଚର୍ଯ୍ୟା କାଏମ୍ ରଖି ପାରିଲେ ଲାଭ ପାଇବେ । ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ବିଜୟୀ ହେବେ ।

୭-ତୁଳା

ନିର୍ମାଣ, ଯୋଗାଯୋଗ, ସଭାସମିତି ପାଇଁ ଅଧିକ ସମୟ ଦେବାକୁ ପଡିବ । ଶ୍ଵଶୁର ଘର କିମ୍ବା ଜମିବାଡି ନେଇ କେତେକ ସମସ୍ୟା ସମାଧାନ ହୋଇଯିବ । ସ୍ୱାସ୍ଥ୍ୟ ଠିକ୍ ରହିବ । ପ୍ରତିଦ୍ୱନ୍ଦିତାରେ ସଫଳତା ପାଇବେ । ରାଜନୈତିକ କ୍ଷେତ୍ରରେ ବନ୍ଧୁଙ୍କ ଆଚରଣ ମନରେ ସନ୍ଦେହ ସୃଷ୍ଟି କରିପାରେ । ପାରିବାରିକ କ୍ଷେତ୍ରରେ ରହିଥିବା ସମସ୍ୟା ସମାଧାନ ହୋଇଯିବ । ବନ୍ଧୁମାନଙ୍କ ସହ ସୁସମ୍ପର୍କ ସ୍ଥାପନ ହେବ । ଅତୀତ କଥାକୁ ଚିନ୍ତା କରି ଭାବପ୍ରବଣତା ବୃଦ୍ଧି ହେବ । ପଡୋଶୀମାନେ ସ୍ଵାର୍ଥ ହାସଲ କରିବା ପାଇଁ ବାକ୍ ଚାତୁରୀ କଥାକହି କାର୍ଯ୍ୟ ପୂରଣ କରିବେ ।

୮-ବିଚ୍ଛା

ପରିସ୍ଥିତି ହାତରେ ନିଜକୁ ସମର୍ପଣ କରିଦେବା ଉତ୍ତମ ହେବ । ରାଜନୀତି କ୍ଷେତ୍ରରେ ଆତ୍ମବିଶ୍ଵାସ ଓ ଦୃଢତା ଯୋଗେ ସମ୍ମାନର ଆଧିକାରୀ ହୋଇ ପାରିବେ । କାର୍ଯ୍ୟର ପ୍ରଗତି ପାଇଁ ସମସ୍ତ ପ୍ରକାର ପ୍ରୟାସ କରିବେ । କଳା, ସାହିତ୍ୟ ଓ ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ଆଗ୍ରହ ବଢିବ । ଖାଇବା ପିଇବାରେ ଅବହେଳା କରିବାରୁ ସ୍ଵାସ୍ଥ୍ୟ ଖରାପ ହୋଇପାରେ । ସୁଯୋଗ ହାତପାହାନ୍ତାରେ ପାଇ ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ପରୀକ୍ଷା ପ୍ରତିଯୋଗିତାରେ ବିଜୟୀ ହେବେ । ଧାର୍ମିକ କାର୍ଯ୍ୟପ୍ରତି ମନ ବଳାଇବେ । କର୍ମଚାରୀମାନେ ଦୂର ଓ ନିକଟ କାର୍ଯ୍ୟରେ ତିଷ୍ଠି ରହିପାରିବେ ।

୯-ଧନୁ

ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ବିଜୟୀ ହେବେ । ବ୍ୟବସାୟୀମାନେ କାରବାର ଦିଗରୁ ପ୍ରଚୁର ଲାଭବାନ୍ ହେବେ । ସମାଜ ସେବା ଓ ରାଜନୀତିରେ ସ୍ଵନାମ ଅର୍ଜନ କରିପାରିବେ । ପ୍ରଗତିର ପାଦକୁ ନିମ୍ନବର୍ଗୀୟ ଲୋକେ ଭିଡି ଧରିବେ । ଏହି ପରିପ୍ରେକ୍ଷୀରେ ଭାବମୂର୍ତ୍ତି ରକ୍ଷା କରି ଚାଲିବା କଠିନ ହୋଇପଡିବ । ଯୋଜନା ମୁତାବକ କାମ କଲେ କୌଣସି ପ୍ରକାର ଅସୁବିଧା ହେବ ନାହିଁ । ପାରିବାରିକ କ୍ଷେତ୍ରରେ ସ୍ୱାର୍ଥ ପ୍ରବୃତ୍ତିର ଶୀକାର ହୋଇ ବନ୍ଧୁମିତ୍ରଙ୍କ ସହ ହସଖୁସିର ବାତାବରଣ ସୃଷ୍ଟି ହେବ ।

୧୦-ମକର

ପରିବାରରେ ଆଦର୍ଶବାଦୀ ହେଲେବି ସାମାଜିକ ସ୍ତରରେ ପ୍ରଶଂସିତ ହେବା ସହ ପ୍ରେମ କ୍ଷେତ୍ରରେ ବିଜୟୀ ହେବେ । ବ୍ୟବସାୟରେ ପ୍ରତିଦ୍ୱନ୍ଦିତା ସତ୍ତ୍ୱେ ଲାଭ ସୁନିଶ୍ଚିତ । ରାଜନୀତି କ୍ଷେତ୍ରରେ ମିତ୍ରଙ୍କ ଠାରୁ ବହୁତ ସାହାଯ୍ୟ ସହଯୋଗ ମିଳିବା ଫଳରେ ମାନସିକ ଶାନ୍ତି ଅନୁଭବ କରିବେ । ଯେକୌଣସି ନୂତନକାର୍ଯ୍ୟ କରିବେ କିମ୍ବା ଯୋଜନା ପ୍ରସ୍ତୁତ କରିବେ ଭବିଷ୍ୟତ ପାଇଁ ଅତ୍ୟନ୍ତ ଶୁଭ । ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବାରୁ ମନ ଭଲ ରହିବ । ଶିକ୍ଷା କ୍ଷେତ୍ରରେ ପରୀକ୍ଷା, ପରିଣାମ ଅନୁକୂଳ ହେବ । ନୂତନ ସ୍ଥାନକୁ ବୁଲିଯିବାର ସୁଯୋଗ ମିଳିବ ।

୧୧-କୁମ୍ଭ

ଉଚ୍ଚାଧିକାରୀ, ସହକର୍ମୀ, ଭାଇ ବନ୍ଧୁ ବା କୌଣସି ବିଶିଷ୍ଟ ବ୍ୟକ୍ତିଙ୍କର ସହଯୋଗ ମନୋବଳକୁ ବଢେଇଦେବ । ବ୍ୟବସାୟରେ ସଫଳତା ଅର୍ଜନ କରିବେ । ମହିଳାମାନେ ଉଚିତ୍ ପନ୍ଥା ଗ୍ରହଣ କରି କର୍ମକ୍ଷେତ୍ରରେ କର୍ତ୍ତୁତ୍ଵ ଜାରି ରଖି ଶ୍ରମିକ ଓ କର୍ମଚାରୀଙ୍କୁ ପ୍ରଭାବିତ କରିବା ଫଳରେ, ପ୍ରଗତିର ବେଗ ତ୍ଵରାନ୍ୱିତ ହେବ । ଜମି ଜମା ସଙ୍କ୍ରାନ୍ତିୟ ପଟ୍ଟା, ଦସ୍ତାବେଜ ଏବଂ ଅନୁବନ୍ଧନ ଆଦିରେ ସଫଳତା ମିଳିବ । ନୂଆ ନିଯୁକ୍ତି ପାଇବାର ସମ୍ଭାବନା ଅଛି । ଛାତ୍ରଛାତ୍ରୀ ମାନଙ୍କର ଅଧ୍ୟୟନ କ୍ଷେତ୍ରରେ ସୁନାମ ଅର୍ଜନ କରିବେ ଓ ପରୀକ୍ଷାରେ ଉଚ୍ଚ ଶ୍ରେଣୀ ମିଳିବ ।

୧୨-ମୀନ

ବ୍ୟବସାୟ ଓ କ୍ୟାରିଅର କ୍ଷେତ୍ରରେ ପରିବର୍ତ୍ତନ ଆସିବା ସହ କମ୍ ପରିଶ୍ରମରେ ଆଶାଜନକ ଫଳ ପ୍ରାପ୍ତିହେବ । ଅବହେଳିତ ଲୋକଙ୍କସହ ମିଳାମିଶା କରି ନୂତନ ଦିଗ୍ଦର୍ଶନ ପାଇବେ । ସମାନ ବିଚାରଧାରା ବ୍ୟକ୍ତିଙ୍କ ସହିତ ଭେଟ ହେବା ଫଳରେ ଶତୃ ଓ ବିରୋଧୀ ମାନେ କୌଣସି କ୍ଷତି କରିପାରିବେ ନାହିଁ । ସମ୍ପତ୍ତି କ୍ରୟ କରିବେ । ସୁଖ ସମୃଦ୍ଧି ବୃଦ୍ଧି ଓ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ । ଭୌତିକ ଓ ଆଧ୍ୟାତ୍ମିକ ମାମଲାରେ ବ୍ୟସ୍ତ ରହିବେ । ପରିବାର ସମସ୍ୟାର ସମାଧାନ ହୋଇଯିବା ଫଳରେ ପାରିବାରିକ ଜୀବନ ସୁଖମୟ ହେବ ।