ଆଜିର ରାଶିଫଳ, 25 ଅକ୍ଟୋବର 2019 ଶୁକ୍ରବାର, ଏହି 4 ରାଶିକୁ ମିଳିବ ମହାଦେବଙ୍କ କୃପା

୧-ମେଷ

ଶିକ୍ଷାର୍ଥୀ ମାନେ ଉନ୍ନତିର ଛକ ଉପରେ ପଦାର୍ପଣ କରି ଲକ୍ଷ୍ୟପୂରଣ ଆଡକୁ ଆଗେଇ ପାରିବେ । ରାଜନୀତି କ୍ଷେତ୍ରରେ ଲୋକ ସମର୍ଥନକୁ ଆଧାର କରି ବଳୀୟାନ ହେବେ । ସାହିତ୍ୟଚର୍ଚ୍ଚା, ସଭାସମିତିରେ ସଫଳତା ମିଳିବ । ସାମାଜିକ ସ୍ତରରେ ସମ୍ମାନ ଲାଭ କରିବେ । ଆକସ୍ମିକ ଅର୍ଥଲାଭ, ସୁନାମ ପ୍ରାପ୍ତି ଓ ସମ୍ମାନ ବୃଦ୍ଧି ହେବ । ଋଣ ଭରଣାରେ ସହଜ ହେବ । ବାସସ୍ଥାନ ବା ଯାନବାହାନର ନବୀକରଣ ଇତ୍ୟାଦି ନାନାବିଧ ସୁଯୋଗ ପାଇବେ । ବ୍ୟବ ସାୟୀମାନେ ସାଧୁ ଓ ସଚ୍ଚୋଟ ଭାବେ କର୍ମ ଯୋଗକୁ ଶ୍ରେଷ୍ଠତା କରି ସମ୍ମାନ ଓ ପ୍ରତିଷ୍ଠାର ଅଧିକାରୀ ହେବେ ।

୨-ବୃଷ

ପରିବହନ ବ୍ୟବସାୟରେ ଆଶାଜନକ ସଫଳତା ହାସଲ କରିବେ । ନିଜ ଚେଷ୍ଟାରେ କାର୍ଯ୍ୟରେ ସଫଳତା ମିଳିବା ସହ ସନ୍ତାନ ସୁଖ ମିଳିବ । ଶାରୀରିକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ । ଦୂରଯାତ୍ରାର ସୁଯୋଗ ପାଇବେ । ଆର୍ଥିକ କ୍ଷେତ୍ରରେ ଉନ୍ନତି ହେବ । ନ୍ୟାୟମାର୍ଗ ଓ ମିଷ୍ଟ ବଚନ ଆପଣଙ୍କର ଭୂଷଣହେବ । ସନ୍ତାନର ଭବିଷ୍ୟତ ପାଇଁ ଯୋଜନା କରି ପୁଞ୍ଜି ନିବେଶ କରିବେ । ଯେଉଁ ଜିନିଷ ପାଇବା ପାଇଁ ଚିନ୍ତା କରୁଥିଲେ ତାହା ସହଜରେ ପାଇ ପାରନ୍ତି । ଅଫିସରେ ଅଟକି ରହିଥିବା କାମ ଗୁଡିକ ସୁରୁଖୁରୁରେ ସମ୍ପନ୍ନ ହେବ ।

୩-ମିଥୁନ

ବ୍ୟବସାୟ ପାଇଁ ଦୂର ସ୍ଥାନକୁ ଯାତ୍ରା କରି ପାରନ୍ତି । ପରିବାରରେ ପୈତୃକ ସମ୍ପତ୍ତିକୁ ନେଇ ବାଦବିବାଦ ମେଣ୍ଟିଯିବା ଫଳରେ ହସ ଖୁସିର ବାତାବରଣ ଖେଳିଯିବ । ଆର୍ଥୀକ ଦିଗରୁ ଉନ୍ନତି ଓ ନୂତନ ପଦାର୍ଥ ସଂଗ୍ରହ କରିବେ । କଳା, ସାହିତ୍ୟ ଓ ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ଆଗ୍ରହ ବଢିବ । ନିଜ ପରିଶ୍ରମରେ ସଫଳତା ପାଇବେ ଓ ଘରୋଇ ସଂସ୍ଥାର ଉଚ୍ଚାଧିକାରୀ, ସହକର୍ମୀ, ଭାଇ ବନ୍ଧୁ ବା କୌଣସି ବିଶିଷ୍ଟ ବ୍ୟକ୍ତିଙ୍କର ସହଯୋଗ ମନୋବଳକୁ ବଢେଇଦେବ । ରାଜନୀତି କ୍ଷେତ୍ରରେ ସହଯୋଗୀ ମାନଙ୍କ ସହ ସୁ-ସମ୍ପର୍କ ସ୍ଥାପନ କରି ପୂର୍ଣ୍ଣ ସହଯୋଗ ପାଇବେ ।

୪-କର୍କଟ

ଶତୃମାନେ ଦୁର୍ବଳ ହେବେ ଏବଂ ଆୟରପନ୍ଥା ସହଜ ହେବ । ବନ୍ଧୁ ପରିବାରଙ୍କ ଠାରୁ ସୁଖ ମିଳିବ । ଗୃହରେ ମାଙ୍ଗଳିକ କାର୍ଯ୍ୟ ପାଇଁ ଆୟୋଜନ କରିବେ । ରାଜନୀତିରେ ସଫଳତା ମିଳିବ । ଗଚ୍ଛିତ ଅର୍ଥ ବୃଦ୍ଧି କରିବା ପାଇଁ ଚେଷ୍ଟିତ ହେବେ । କାର୍ଯ୍ୟର ପ୍ରଗତି ପାଇଁ ସମସ୍ତ ପ୍ରକାର ପ୍ରୟାସ କରିବେ । ପାରିବାରିକ ସ୍ଥିତି ସନ୍ତୋଷ ଜନକ ହେବ ଓ ସ୍ନେହ ସହାନୁଭୁତି ପ୍ରାପ୍ତି ହେବ । ବ୍ୟବସାୟ କ୍ଷେତ୍ରରେ କଠିନ ପରିଶ୍ରମ ଫଳରେ ଆଶାତୀତ ଲାଭ ପାଇବେ । କର୍ମକ୍ଷେତ୍ରରେ କ୍ଷମତା ଓ ଶକ୍ତି ବଳରେ ନିଜର ସମୟ ବିତାଇବେ ।

୫-ସିଂହ

ବ୍ୟବସାୟ ପାଇଁ ଦୂରଯାତ୍ରାରେ ସଫଳ ହେବେ ଓ ଅନେକ ପ୍ରକାର ସୁବିଧା ସୁଯୋଗ ପାଇ ଆଶା ପୂରଣ ହେବାର ରାସ୍ତା ଖୋଲିଯିବ । ରାଜନୈତିକ କ୍ଷେତ୍ରରେ ଭୋଗବିଳାସ ଓ ଆନନ୍ଦମୟ ମୂହୁର୍ତ୍ତ ସାଙ୍ଗକୁ ସ୍ଵାସ୍ଥ୍ୟକର ପରିବେଶ ଓ ସମ୍ମାନଜନକ ଘଟଣା ଘଟି ପାରେ । ବନ୍ଧୁମିତ୍ରଙ୍କ ସହ ମନୋରଞ୍ଜନ ଭ୍ରମଣ ଫଳରେ ହସଖୁସିର ବାତାବରଣ ସୃଷ୍ଟି ହେବ । ଅଧସ୍ତନ କର୍ମୀ ଓ ନିମ୍ନବର୍ଗଙ୍କ ସୌଜନ୍ୟରୁ ସାହାଯ୍ୟ ସମର୍ଥନ ହାସଲ କରିବେ । ପୁରାତନ ରୋଗର ଉପଶମ ହେବା ଫଳରେ ମନ ଶାନ୍ତ ରହିବ । ପାରିବାରିକ କ୍ଷେତ୍ରରେ ଶାନ୍ତି ଶୃଙ୍ଖଳା ଦେଖାଦେବ ।

୬-କନ୍ୟା

ଏକାକୀତ୍ଵର ପରିଧିରେ ନିଜକୁ ସଜାଇ ପାରନ୍ତି । ରାଜନୀତି କ୍ଷେତ୍ରରେ ହୋଇପାରୁ ନଥିବା କାମକୁ ଧୈର୍ଯ୍ୟ ଓ ସାହସ ଦ୍ଵାରା କରି ଦେଖାଇବେ । କର୍ମ କ୍ଷେତ୍ରରେ ଉପରିସ୍ଥଙ୍କୁ ଆପଣାର କରି କୃପା ଭାଜନ ହେବାସହ ଅଧସ୍ତନ କର୍ମୀ ଓ ନିମ୍ନବର୍ଗଙ୍କ ସୌଜନ୍ୟରୁ ସାହାଯ୍ୟ ସମର୍ଥନ ହାସଲ କରିବେ । ବିତଣ୍ଡା, ବିତର୍କ କ୍ଷେତ୍ରରୁ ଓହରି ରହିଯିବା ଅଧିକ ଉତ୍ତମ । ଜ୍ଞାନ-ଗବେଷଣା ସ୍ତରରେ କୃତକାର୍ଯ୍ୟ ହୋଇ ଯଶ ମାନ ପ୍ରତିଷ୍ଠା ପ୍ରାପ୍ତି ହେବ । ସନ୍ତାନଙ୍କର ଉନ୍ନତିରେ ଖୁସି ହେବେ । ବୈଷୟିକ ଅଭିବୃଦ୍ଧିକୁ ତ୍ୱରାନ୍ୱିତ କରି ଉଚ୍ଚମନ୍ୟତାର ଅଧିକାରୀ ହେବେ ।

୭-ତୁଳା

ମହିଳାମାନେ ପିଲାଙ୍କ ସହ ଖୁସିଗପ କରିବାରେ ମଉକା ଜୁଟିବ । ପାରିବାରିକ ସ୍ତରରେ ଭୁଲ ବୁଝାମଣାର ସମାଧାନ ହୋଇ ଉନ୍ନତିମୂଳକ ପଦକ୍ଷେପ ନେବେ । ପିଲାମାନଙ୍କ କାର୍ଯ୍ୟରେ ଖୁସି ହେବେ । ନୂଆ ସମ୍ପର୍କରେ ଉନ୍ନତି ହେବ ଓ ଅଧାଥିବା କାର୍ଯ୍ୟ ପୂରଣ ହେବ । ମାଲିମୋକଦ୍ଦମାରେ ସମ୍ମାନ ଓ ପ୍ରତିଷ୍ଠା ଅତୁଟ ରହିବ । ବୁଦ୍ଧି ବିବେକ ଖେଳାଇ କର୍ତ୍ତବ୍ୟ ପରାୟଣତାକୁ ମୁଖ୍ୟକରି ଚାଲିବା ହିତକର । ସହକର୍ମୀମାନଙ୍କ ସହ ଶତ୍ରୁତା ମେଣ୍ଟିଯିବ । ଶରୀର ସୁସ୍ଥ ହେବାର ସମ୍ଭାବନା ଅଛି । ନିର୍ମାଣ ମୂଳକ ଯୋଜନାରେ ଆଗେଇ ପାରିବେ । ରାଜନୀତି କ୍ଷେତ୍ରରେ ଉଚ୍ଚସମ୍ପର୍କରୁ ସୁଯୋଗ ପାଇବେ ।

୮-ବିଚ୍ଛା

କର୍ମସନ୍ଧିତ୍ସୁମାନେ କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ । ନୂଆ ଜ୍ଞାନର ବୃଦ୍ଧି ହେତୁ ପ୍ରଚୁର ଧନଲାଭ ହେବ । ଆବଶ୍ୟକ ଅର୍ଥ ଆଦାନ ପ୍ରଦାନ ସୁଚାରୁରୂପେ ହେବ । ରାଜନୈତିକ କ୍ଷେତ୍ରରେ ପ୍ରଶଂସିତ ହେବେ । ପାରିବାରିକ ସମସ୍ୟା ସୁଧାରି ନେବା ଫଳରେ ଆର୍ଥିକ ସମସ୍ୟା ସମାଧାନ ହୋଇଯିବ । ଉଚ୍ଚଶିକ୍ଷା କ୍ଷେତ୍ରକୁ ମୁହଁ । ଇ ପାରିବେ । ଶିଳ୍ପ ବାଣିଜ୍ୟ ଓ ବ୍ୟବସାୟରେ ନିଜର ଯୋଜନାମୁତାବକ କାମ କରିବେ ଓ ଯାତ୍ରାଫଳରେ ଉତ୍ସାହିତ ହେବେ । ଅତି ସହଜରେ ବାକିଥିବା ଅର୍ଥ ପାଇବେ । କର୍ମଚାରୀ ମାନଙ୍କୁ ଭରସା କଲେ କୌଣସି ପ୍ରକାର ଅସୁବିଧା ହେବନାହିଁ ।

୯-ଧନୁ

ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ବିଜୟୀ ହେବେ । ଦୂରଯାତ୍ରାରେ ସଫଳ ହେବେ । ସ୍ୱାସ୍ଥ୍ୟରେଉନ୍ନତି, ଆର୍ଥିକଦିଗରୁ ସୁବିଧା ପୈତୃକସମ୍ପତ୍ତିକୁ ନେଇ ପାରିବାରିକ ଦ୍ୱନ୍ଦର ଅବସାନ ହେବ । ରାଜନୀତିରେ ଅନ୍ୟର ଉପକାରକରି ପ୍ରଶଂସିତ ହେବେ । ବ୍ୟବସାୟରେ ନୂତନଧାରା ଖୋଲିବେ । ଧର୍ମକାର୍ଯ୍ୟରେ ମତି ରହିବେ । ପାରିବାରିକ କ୍ଷେତ୍ରରେ ବୁଝାମଣା ଠିକ୍ ରହିବ । ଧୈର୍ଯ୍ୟ ଓ ସହନଶୀଳତା ଯୋଗେ ଯଶ ମିଳିବ । ସାମାଜିକ ପତିଆରା ଅମଳିନ ରହିବ । ଆୟ ଉପାର୍ଜନ ବୃଦ୍ଧି ହେବ । ବ୍ୟବସାୟରେ ଅଚାନକ ଧନପ୍ରାପ୍ତି ।

୧୦-ମକର

ପ୍ରତିଦ୍ୱନ୍ଦିତା କ୍ଷେତ୍ରରେ ବିଜୟୀ ହେବେ । ପାରିବାରିକ ସମସ୍ୟା ସତ୍ତ୍ୱେ ଶାନ୍ତି ବିରାଜମାନ କରିବ । ରାଜନୈତିକ କ୍ଷେତ୍ରରେ ପ୍ରତିଷ୍ଠିତ ହେବାପାଇଁ କରିଥିବା ଯୋଜନା ସଫଳ ହୋଇ ପାରିବ । ବନ୍ଧୁ, ମିତ୍ର ମାନଙ୍କ ଦ୍ଵାରା ଲାଭବାନ ହେବେ । ଜମିଜମା ସଂକ୍ରାନ୍ତୀୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ । ଅର୍ଥ ସମ୍ପର୍କିତ ଚୁକ୍ତିପତ୍ର କଲେ ଲାଭବାନ୍ ହେବେ । ଅନେକ କ୍ଷେତ୍ରରେ ପୂର୍ବ ଯୋଜନା ସଫଳତା ଏବଂ ଲୋକସମ୍ପର୍କ ଆତ୍ମସନ୍ତୋଷ ବଢେଇବ । ରୋଜଗାର ସମସ୍ୟା ସୁଧୁରି ଯାଇ ଧନ ଲାଭ ହେବାରୁ ମନ ଖୁସି ରହିବ । ବ୍ୟବସାୟରେ ସାହାଯ୍ୟ ସହଯୋଗ ମିଳିବ ।

୧୧-କୁମ୍ଭ

ବ୍ୟବସାୟ ସମ୍ବନ୍ଧୀୟ ସମସ୍ତ ଜରୁରୀ କାର୍ଯ୍ୟ ଓ ଆବଶ୍ୟକ ଅର୍ଥ ଆଦାନ ପ୍ରଦାନ ସୁଚାରୁରୂପେ ହେବ । ଦାମ୍ପତ୍ୟ ସୁଖରେ ପ୍ରସନ୍ନତା ଅନୁଭୂତି ହେବ । ସକରାତ୍ମକ ଚିନ୍ତା ଆଗକୁ ବଢିବାରେ ସାହାଯ୍ୟ କରିବ । ସମସ୍ତ ବାଧାକୁ ସଂଘର୍ଷ କରି ଆଗକୁ ବଢି ପାରିବେ । ଖେଳ, କୁଦ ପ୍ରତିଯୋଗିତାରେ ଓ ବିଦ୍ୟା କ୍ଷେତ୍ରରେ ପ୍ରଶଂସା ପାଇବେ । ଶାରୀରିକ ଓ ମାନସିକ ସ୍ଥିରତା ଦେଖାଦେବ । ଅନେକ ସମସ୍ୟାର ସମାଧାନ ହୋଇ ପରିବାରରେ ହସ ଖୁସିରେ ବାତାବରଣ ଖେଳିଯିବ । ଗୃହୋପକରଣ କ୍ରୟ କରିବେ । ସମସ୍ତ କାର୍ଯ୍ୟକ୍ରମ ସୁରୁଖୁରୁରେ ପୂର୍ଣ୍ଣ ହେବ ।

୧୨-ମୀନ

ବ୍ୟବସାୟକ୍ଷେତ୍ରରେ କଠିନ ପରିଶ୍ରମ କରି ସୁଖ ସମୃଦ୍ଧି ବୃଦ୍ଧି ଓ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ଆଣିବେ । ପରୀକ୍ଷା ଓ ପ୍ରତିଦ୍ୱନ୍ଦିତାରେ ସଫଳତା ପାଇବେ । ମହିଳାମାନଙ୍କର ପଟ୍ଟ ପରିବର୍ତ୍ତନ ଘଟି ଅଶାନ୍ତି ଓ ବିଶୃଙ୍ଖଳାରୁ ମୁକ୍ତ ହେବେ । ସବୁପରେ ଅପଣା ଲୋକଙ୍କ ସହଯୋଗ ବୃଦ୍ଧି ପାଇବ ଓ ନିଃସଙ୍ଗତା ବୋଧର ପୀଡା ମଧ୍ୟ ଦୂରେଇ ଯିବ । କର୍ମକ୍ଷେତ୍ରରେ ପୁରୁଣା ସମସ୍ୟାର ସମାଧାନ ହୋଇଯିବ । ରାଜନୀତି କ୍ଷେତ୍ରରେ ସାମାଜିକ ପ୍ରତିଷ୍ଠା ପ୍ରସିଦ୍ଧି, ସାମାଜିକସ୍ଥିତି, ମାନସମ୍ମାନ ଓ ଆତ୍ମବିଶ୍ୱାସ ବୃଦ୍ଧିପାଇବ ।