ଆଜିର ରାଶିଫଳ, 26 ଅକ୍ଟୋବର 2019 ଶନିବାର, ଏହି ୪ଟି ରାଶି ଉପରେ ଶନିଦେବ ଙ୍କ ବିଶେଷ କୃପା ରହିବ

୧-ମେଷ

ମାଲିମୋକଦ୍ଦମାରେ ଆପୋଷ ସମାଧାନର ରାସ୍ତା ଖୋଲିଯିବ । ପରୀକ୍ଷା ଓ ପ୍ରତିଦ୍ୱନ୍ଦିତାରେ ସଫଳତା ପାଇବେ । ପ୍ରତ୍ୟକ୍ଷ ଓ ପରୋକ୍ଷ ଶତ୍ରୁତା ବା ଈର୍ଷାପରାୟଣ ବ୍ୟକ୍ତିଙ୍କ ଦ୍ଵାରା ପୂରସ୍କୃତ ହେବେ । ସୁସ୍ଥ ମାନସିକତା ରକ୍ଷାକରି ବ୍ୟବସାୟ କ୍ଷେତ୍ରରେ ଆଶାତୀତ ଲାଭ ପାଇବେ । ସୁଖ ଶାନ୍ତିରେ ଦିନ କଟାଇବେ । ରାଜନୀତି କ୍ଷେତ୍ରରେ ନିମ୍ନ ବର୍ଗୀୟ ବ୍ୟକ୍ତି ବିଶେଷଙ୍କଠାରୁ ବିଶେଷ ଲାଭବାନ ହେବେ । ଅଧସ୍ତନ କର୍ମୀ ଓ ନିମ୍ନବର୍ଗଙ୍କ ସୌଜନ୍ୟରୁ ସାହାଯ୍ୟ ସମର୍ଥନ ହାସଲ କରିବେ । ମହିଳାମାନେ ହାତକୁ ନେଇଥିବା କାର୍ଯ୍ୟ ସମ୍ପାଦନ ପାଇଁ ଚେଷ୍ଟା କରିବାକୁ ପଡିବ ।

୨-ବୃଷ

ଧାର୍ମିକ କାର୍ଯ୍ୟରେ ରୁଚି ବଢିବ । ମହିଳାମାନଙ୍କର ସଂଘର୍ଷ ଦ୍ଵାରା ସଫଳତା ମିଳିବ । ଅଧିକାରୀଙ୍କଠାରୁ ସହଯୋଗ ମିଳିବ । ନିଜ ଲୋକ ମନମୋଟିଆ ହୋଇ ପାରନ୍ତି । ପରିବାରରେ ଅପ୍ରୀତିକର ପରିସ୍ଥିତି ଦେଖାଦେଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ କରିବେ । ଛାତ୍ରଛାତ୍ରୀମାନଙ୍କର ସୁଖ୍ୟାତି ଲାଭ ହେବ ମାତ୍ର ତତ୍ପର ହେବା ଆବଶ୍ୟକ । ସନ୍ତାନଙ୍କ ଚିନ୍ତାରେ ମାନସିକ ସ୍ଥିରତା ଦେଖାଦେବ ଓ ଉଚିତପନ୍ଥା ଗ୍ରହଣ କରିବେ । ବ୍ୟବସାୟରେ ନାନାପ୍ରକାର ସୁବିଧା ସୁଯୋଗ ମିଳିବ ଓ ପୁରୁଣା ପ୍ରାପ୍ୟ ମଧ୍ୟ ଆଦାୟ ହୋଇ ପାରେ ।

୩-ମିଥୁନ

ଉତ୍ତମ କାର୍ଯ୍ୟ କରି ପ୍ରଶଂସା ପାଇବେ । ମହିଳା ମାନଙ୍କର କେତେକ କ୍ଷେତ୍ରରେ ଶତୃମାନେ ପରାଜିତ ହେବେ । ନିଜର ବୁଦ୍ଧି, ବିବେକ ଖଟାଇ ସମସ୍ୟାର ସମାଧାନ କରିପାରିବେ । ଆମୋଦ ପ୍ରମୋଦ, ମନୋରଞ୍ଜନ, ଦୀର୍ଘଯାତ୍ରା, ଛୋଟବଡ ମିଟିଙ୍ଗୀରେ ଯୋଗଦେବେ । ରଚନାତ୍ମକ କ୍ଷେତ୍ରରେ ସମ୍ମାନିତ ହେବେ । ବ୍ୟବସାୟିକ ପରିଣାମ ସନ୍ତୋଷଜନକ ହେବ । ପରିବାରରେ ଅଶାନ୍ତି ଅଶନ୍ତୋଷ ଦୂରେଇଯିବ । ରାଜନୀତି ସମ୍ବନ୍ଧୀୟ ଜରୁରୀ କାର୍ଯ୍ୟ ପାଇଁ ଯାତ୍ରା କରିବାକୁ ପଡିବ ଓ ବରିଷ୍ଠ ବ୍ୟକ୍ତି ସହଯୋଗୀ ମାନଙ୍କର ସାହାଯ୍ୟ ସହଯୋଗ ମିଳିବ ।

୪-କର୍କଟ

ଶତୃମାନେ ଦୁର୍ବଳ ହେବେ ଏବଂ ଆୟରପନ୍ଥା ସହଜ ହେବ । ବନ୍ଧୁ ପରିବାରଙ୍କ ଠାରୁ ସୁଖ ମିଳିବ । ଗୃହରେ ମାଙ୍ଗଳିକ କାର୍ଯ୍ୟ ପାଇଁ ଆୟୋଜନ କରିବେ । ରାଜନୀତିରେ ସଫଳତା ମିଳିବ । ଗଚ୍ଛିତ ଅର୍ଥ ବୃଦ୍ଧି କରିବା ପାଇଁ ଚେଷ୍ଟିତ ହେବେ । କାର୍ଯ୍ୟର ପ୍ରଗତି ପାଇଁ ସମସ୍ତ ପ୍ରକାର ପ୍ରୟାସ କରିବେ । ପାରିବାରିକ ସ୍ଥିତି ସନ୍ତୋଷ ଜନକ ହେବ ଓ ସ୍ନେହ ସହାନୁଭୁତି ପ୍ରାପ୍ତି ହେବ । ବ୍ୟବସାୟ କ୍ଷେତ୍ରରେ କଠିନ ପରିଶ୍ରମ ଫଳରେ ଆଶାତୀତ ଲାଭ ପାଇବେ । କର୍ମକ୍ଷେତ୍ରରେ କ୍ଷମତା ଓ ଶକ୍ତି ବଳରେ ନିଜର ସମୟ ବିତାଇବେ ।

୫-ସିଂହ

ବ୍ୟବସାୟ ପାଇଁ ଦୂରଯାତ୍ରାରେ ସଫଳ ହେବେ ଓ ଅନେକ ପ୍ରକାର ସୁବିଧା ସୁଯୋଗ ପାଇ ଆଶା ପୂରଣ ହେବାର ରାସ୍ତା ଖୋଲିଯିବ । ରାଜନୈତିକ କ୍ଷେତ୍ରରେ ଭୋଗବିଳାସ ଓ ଆନନ୍ଦମୟ ମୂହୁର୍ତ୍ତ ସାଙ୍ଗକୁ ସ୍ଵାସ୍ଥ୍ୟକର ପରିବେଶ ଓ ସମ୍ମାନଜନକ ଘଟଣା ଘଟି ପାରେ । ବନ୍ଧୁମିତ୍ରଙ୍କ ସହ ମନୋରଞ୍ଜନ ଭ୍ରମଣ ଫଳରେ ହସଖୁସିର ବାତାବରଣ ସୃଷ୍ଟି ହେବ । ଅଧସ୍ତନ କର୍ମୀ ଓ ନିମ୍ନବର୍ଗଙ୍କ ସୌଜନ୍ୟରୁ ସାହାଯ୍ୟ ସମର୍ଥନ ହାସଲ କରିବେ । ପୁରାତନ ରୋଗର ଉପଶମ ହେବା ଫଳରେ ମନ ଶାନ୍ତ ରହିବ । ପାରିବାରିକ କ୍ଷେତ୍ରରେ ଶାନ୍ତି ଶୃଙ୍ଖଳା ଦେଖାଦେବ ।

୬-କନ୍ୟା

ଏକାକୀତ୍ଵର ପରିଧିରେ ନିଜକୁ ସଜାଇ ପାରନ୍ତି । ରାଜନୀତି କ୍ଷେତ୍ରରେ ହୋଇପାରୁ ନଥିବା କାମକୁ ଧୈର୍ଯ୍ୟ ଓ ସାହସ ଦ୍ଵାରା କରି ଦେଖାଇବେ । କର୍ମ କ୍ଷେତ୍ରରେ ଉପରିସ୍ଥଙ୍କୁ ଆପଣାର କରି କୃପା ଭାଜନ ହେବାସହ ଅଧସ୍ତନ କର୍ମୀ ଓ ନିମ୍ନବର୍ଗଙ୍କ ସୌଜନ୍ୟରୁ ସାହାଯ୍ୟ ସମର୍ଥନ ହାସଲ କରିବେ । ବିତଣ୍ଡା, ବିତର୍କ କ୍ଷେତ୍ରରୁ ଓହରି ରହିଯିବା ଅଧିକ ଉତ୍ତମ । ଜ୍ଞାନ-ଗବେଷଣା ସ୍ତରରେ କୃତକାର୍ଯ୍ୟ ହୋଇ ଯଶ ମାନ ପ୍ରତିଷ୍ଠା ପ୍ରାପ୍ତି ହେବ । ସନ୍ତାନଙ୍କର ଉନ୍ନତିରେ ଖୁସି ହେବେ । ବୈଷୟିକ ଅଭିବୃଦ୍ଧିକୁ ତ୍ୱରାନ୍ୱିତ କରି ଉଚ୍ଚମନ୍ୟତାର ଅଧିକାରୀ ହେବେ ।

୭-ତୁଳା

ପାରିବାରିକ ସ୍ତରରେ ଭୁଲ ବୁଝାମଣାର ସମାଧାନ ହୋଇ ଉନ୍ନତିମୂଳକ ପଦକ୍ଷେପ ନେବେ । ପିଲାମାନଙ୍କ କାର୍ଯ୍ୟରେ ଖୁସି ହେବେ । ନୂଆ ସମ୍ପର୍କରେ ଉନ୍ନତି ହେବ ଓ ଅଧାଥିବା କାର୍ଯ୍ୟ ପୂରଣ ହେବ । ମାଲିମୋକଦ୍ଦମାରେ ସମ୍ମାନ ଓ ପ୍ରତିଷ୍ଠା ଅତୁଟ ରହିବ । ବୁଦ୍ଧି ବିବେକ ଖେଳାଇ କର୍ତ୍ତବ୍ୟ ପରାୟଣତାକୁ ମୁଖ୍ୟକରି ଚାଲିବା ହିତକର । ସହକର୍ମୀମାନଙ୍କ ସହ ଶତ୍ରୁତା ମେଣ୍ଟିଯିବ । ଶରୀର ସୁସ୍ଥ ହେବାର ସମ୍ଭାବନା ଅଛି । ନିର୍ମାଣ ମୂଳକ ଯୋଜନାରେ ଆଗେଇ ପାରିବେ । ରାଜନୀତି କ୍ଷେତ୍ରରେ ଉଚ୍ଚସମ୍ପର୍କରୁ ସୁଯୋଗ ପାଇବେ । ମହିଳାମାନେ ପିଲାଙ୍କ ସହ ଖୁସିଗପ କରିବାରେ ମଉକା ଜୁଟିବ ।

୮-ବିଚ୍ଛା

କର୍ମସନ୍ଧିତ୍ସୁମାନେ କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ । ନୂଆ ଜ୍ଞାନର ବୃଦ୍ଧି ହେତୁ ପ୍ରଚୁର ଧନଲାଭ ହେବ । ଆବଶ୍ୟକ ଅର୍ଥ ଆଦାନ ପ୍ରଦାନ ସୁଚାରୁରୂପେ ହେବ । ରାଜନୈତିକ କ୍ଷେତ୍ରରେ ପ୍ରଶଂସିତ ହେବେ । ପାରିବାରିକ ସମସ୍ୟା ସୁଧାରି ନେବା ଫଳରେ ଆର୍ଥିକ ସମସ୍ୟା ସମାଧାନ ହୋଇଯିବ । ଉଚ୍ଚଶିକ୍ଷା କ୍ଷେତ୍ରକୁ ମୁହଁ । ଇ ପାରିବେ । ଶିଳ୍ପ ବାଣିଜ୍ୟ ଓ ବ୍ୟବସାୟରେ ନିଜର ଯୋଜନାମୁତାବକ କାମ କରିବେ ଓ ଯାତ୍ରାଫଳରେ ଉତ୍ସାହିତ ହେବେ । ଅତି ସହଜରେ ବାକିଥିବା ଅର୍ଥ ପାଇବେ । କର୍ମଚାରୀ ମାନଙ୍କୁ ଭରସା କଲେ କୌଣସି ପ୍ରକାର ଅସୁବିଧା ହେବନାହିଁ ।

୯-ଧନୁ

ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ବିଜୟୀ ହେବେ । ଦୂରଯାତ୍ରାରେ ସଫଳ ହେବେ । ସ୍ୱାସ୍ଥ୍ୟରେଉନ୍ନତି, ଆର୍ଥିକଦିଗରୁ ସୁବିଧା ପୈତୃକସମ୍ପତ୍ତିକୁ ନେଇ ପାରିବାରିକ ଦ୍ୱନ୍ଦର ଅବସାନ ହେବ । ରାଜନୀତିରେ ଅନ୍ୟର ଉପକାରକରି ପ୍ରଶଂସିତ ହେବେ । ବ୍ୟବସାୟରେ ନୂତନଧାରା ଖୋଲିବେ । ଧର୍ମକାର୍ଯ୍ୟରେ ମତି ରହିବେ । ପାରିବାରିକ କ୍ଷେତ୍ରରେ ବୁଝାମଣା ଠିକ୍ ରହିବ । ଧୈର୍ଯ୍ୟ ଓ ସହନଶୀଳତା ଯୋଗେ ଯଶ ମିଳିବ । ସାମାଜିକ ପତିଆରା ଅମଳିନ ରହିବ । ଆୟ ଉପାର୍ଜନ ବୃଦ୍ଧି ହେବ । ବ୍ୟବସାୟରେ ଅଚାନକ ଧନପ୍ରାପ୍ତି ।

୧୦-ମକର

ପ୍ରତିଦ୍ୱନ୍ଦିତା କ୍ଷେତ୍ରରେ ବିଜୟୀ ହେବେ । ପାରିବାରିକ ସମସ୍ୟା ସତ୍ତ୍ୱେ ଶାନ୍ତି ବିରାଜମାନ କରିବ । ରାଜନୈତିକ କ୍ଷେତ୍ରରେ ପ୍ରତିଷ୍ଠିତ ହେବାପାଇଁ କରିଥିବା ଯୋଜନା ସଫଳ ହୋଇ ପାରିବ । ବନ୍ଧୁ, ମିତ୍ର ମାନଙ୍କ ଦ୍ଵାରା ଲାଭବାନ ହେବେ । ଜମିଜମା ସଂକ୍ରାନ୍ତୀୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ । ଅର୍ଥ ସମ୍ପର୍କିତ ଚୁକ୍ତିପତ୍ର କଲେ ଲାଭବାନ୍ ହେବେ । ଅନେକ କ୍ଷେତ୍ରରେ ପୂର୍ବ ଯୋଜନା ସଫଳତା ଏବଂ ଲୋକସମ୍ପର୍କ ଆତ୍ମସନ୍ତୋଷ ବଢେଇବ । ରୋଜଗାର ସମସ୍ୟା ସୁଧୁରି ଯାଇ ଧନ ଲାଭ ହେବାରୁ ମନ ଖୁସି ରହିବ । ବ୍ୟବସାୟରେ ସାହାଯ୍ୟ ସହଯୋଗ ମିଳିବ ।

୧୧-କୁମ୍ଭ

ବ୍ୟବସାୟ ସମ୍ବନ୍ଧୀୟ ସମସ୍ତ ଜରୁରୀ କାର୍ଯ୍ୟ ଓ ଆବଶ୍ୟକ ଅର୍ଥ ଆଦାନ ପ୍ରଦାନ ସୁଚାରୁରୂପେ ହେବ । ଦାମ୍ପତ୍ୟ ସୁଖରେ ପ୍ରସନ୍ନତା ଅନୁଭୂତି ହେବ । ସକରାତ୍ମକ ଚିନ୍ତା ଆଗକୁ ବଢିବାରେ ସାହାଯ୍ୟ କରିବ । ସମସ୍ତ ବାଧାକୁ ସଂଘର୍ଷ କରି ଆଗକୁ ବଢି ପାରିବେ । ଖେଳ, କୁଦ ପ୍ରତିଯୋଗିତାରେ ଓ ବିଦ୍ୟା କ୍ଷେତ୍ରରେ ପ୍ରଶଂସା ପାଇବେ । ଶାରୀରିକ ଓ ମାନସିକ ସ୍ଥିରତା ଦେଖାଦେବ । ଅନେକ ସମସ୍ୟାର ସମାଧାନ ହୋଇ ପରିବାରରେ ହସ ଖୁସିରେ ବାତାବରଣ ଖେଳିଯିବ । ଗୃହୋପକରଣ କ୍ରୟ କରିବେ । ସମସ୍ତ କାର୍ଯ୍ୟକ୍ରମ ସୁରୁଖୁରୁରେ ପୂର୍ଣ୍ଣ ହେବ ।

୧୨-ମୀନ

ପରୀକ୍ଷା ଓ ପ୍ରତିଦ୍ୱନ୍ଦିତାରେ ସଫଳତା ପାଇବେ । ମହିଳାମାନଙ୍କର ପଟ୍ଟ ପରିବର୍ତ୍ତନ ଘଟି ଅଶାନ୍ତି ଓ ବିଶୃଙ୍ଖଳାରୁ ମୁକ୍ତ ହେବେ । ସବୁପରେ ଅପଣା ଲୋକଙ୍କ ସହଯୋଗ ବୃଦ୍ଧି ପାଇବ ଓ ନିଃସଙ୍ଗତା ବୋଧର ପୀଡା ମଧ୍ୟ ଦୂରେଇ ଯିବ । କର୍ମକ୍ଷେତ୍ରରେ ପୁରୁଣା ସମସ୍ୟାର ସମାଧାନ ହୋଇଯିବ । ରାଜନୀତି କ୍ଷେତ୍ରରେ ସାମାଜିକ ପ୍ରତିଷ୍ଠା ପ୍ରସିଦ୍ଧି, ସାମାଜିକସ୍ଥିତି, ମାନସମ୍ମାନ ଓ ଆତ୍ମବିଶ୍ୱାସ ବୃଦ୍ଧିପାଇବ । ବ୍ୟବସାୟକ୍ଷେତ୍ରରେ କଠିନ ପରିଶ୍ରମ କରି ସୁଖ ସମୃଦ୍ଧି ବୃଦ୍ଧି ଓ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ଆଣିବେ ।