ଆଜିର ରାଶିଫଳ, 2 ନଭେମ୍ବର 2019 ଶନିବାର, ଏହି ୫ଟି ରାଶି ଉପରେ ମହାଦେବ ଙ୍କ କୃପା ରହିବ

୧-ମେଷ

କର୍ମକ୍ଷେତ୍ରରେ ସହକର୍ମୀ ଓ ଅଧସ୍ତନ କର୍ମଚାରୀଙ୍କ ସହ ସମ୍ପର୍କ ଭଲ ରହିବା ଫଳରେ ଯେତିକି ପାଇବା କଥା ସେତିକି ହିଁ ପାଇବେ । ଆଶା କରିଥିବା କାର୍ଯ୍ୟଟି ପୂରଣ ହୋଇ ପାରେ । ପରିବାରରେ ମନୋମାଳିନ୍ୟ ଓ ଆର୍ଥିକ ସଙ୍କଟ ଦୂରେଇଯିବ । ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବାରୁ ମନ ଭଲ ରହିବ । ବାଣିଜ୍ୟ, ବ୍ୟବସାୟ, କଳା, ସାହିତ୍ୟ ଓ ସଭାସମିତିରେ ସଫଳତା ହାସଲ କରିବେ ଓ ଲାଭର ପରିମାଣ ଅଧିକ ହେବ । ନିଜ ଚେଷ୍ଟାରେ ବାକିଥିବା ଅର୍ଥ ପାଇବେ । ପ୍ରତିଦ୍ଵନ୍ଦିତାରେ ସଫଳ, ବିଦ୍ୟାକ୍ଷେତ୍ରରେ ଶୁଭଯୋଗ, ରାଜନୀତିରେ ଉଚ୍ଚପ୍ରଶଂସିତ, ମାଲିମୋକଦ୍ଦମାରେ ସଫଳ ହେବେ ।

୨-ବୃଷ

ଆପଣା ଲୋକଙ୍କ ମଧ୍ୟରୁ କେହି କ୍ଷୟକ୍ଷତି ଘଟାଇବାର ଉଦ୍ୟମ କରି ପାରନ୍ତି । ପରୀକ୍ଷା ପ୍ରତିଯୋଗିତା କ୍ଷେତ୍ରରେ ବିଜୟୀ ହେବେ । ମହିଳାମାନେ ଆନୁଷ୍ଠାନିକ କାମ ହାସଲ କରିବା ସକାଶେ ବନ୍ଧୁଙ୍କ ସାହାଯ୍ୟ ଉପରେ ନିର୍ଭର କରିବେ । କୌଣସି ନୂତନ କାର୍ଯ୍ୟ ଆରମ୍ଭକଲେ ବିପଦରେ ପଡିବେ । ସମାଜ ସେବା ଓ ରାଜନୀତିରେ ସ୍ଵନାମ ଅର୍ଜନ କରି ପାରିବେ । ପରିବାରରେ ଯେତେ ସମସ୍ୟା ଥିଲେ ମଧ୍ୟ ଶାନ୍ତି ଅନୁଭବ କରିବେ । କର୍ମକ୍ଷେତ୍ରରେ ଉତ୍ତମ ରୋଜଗାର କରି ପାରିବେ । ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ନୂତନପନ୍ଥା ଅନୁସରଣ କରିବେ ।

୩-ମିଥୁନ

ମହିଳାମାନେ କ୍ଷମତା ଶକ୍ତି ବଳରେ ନିଜର ସମୟ ବିତାଇବେ ଓ କିଛି ନୂତନ କର୍ମ ଆରମ୍ଭ କରି ନିକଟ ସମ୍ପର୍କୀୟଙ୍କ ଠାରୁ ପ୍ରଶଂସିତ ହେବେ । ଶତୃମାନେ ପରାଜିତ ହୋଇ ମିତ୍ରତା ଆଚରଣ କରିବେ । ପୁରାତନ ରୋଗରୁ ଉପସମ ପାଇ ଶରୀର ସୁସ୍ଥ ରହିବ । ରାଜନୀତିରେ ସଫଳତା ମିଳିବ । ସାମାଜିକ ସ୍ତରରେ ସମ୍ମାନ ଲାଭ କରିବେ । ପରିବହନରେ ବିଶେଷ ଲାଭବାନ ହେବେ । ପ୍ରଭାବଶାଳୀ ବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭ ହେବା ଫଳରେ ସମସ୍ତ କାମ ନିର୍ବିଘ୍ନରେ ସମ୍ପନ୍ନ ହୋଇଯିବ । କଳା, ସାହିତ୍ୟ, କ୍ରିଡା, ଚଳଚ୍ଚିତ୍ର ତଥା ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ ।

୪-କର୍କଟ

ପାରିବାରିକ ଜୀବନ ଆନନ୍ଦମୟ ହେବ । ସଭାସମିତି, ସାହିତ୍ୟ ଓ କଳାକ୍ଷେତ୍ରରେ ସମ୍ମାନ ପାଇବେ । ରାଜନୀତି କ୍ଷେତ୍ରରେ ଗଠନମୂଳକ ପ୍ରସ୍ତାବ ନେଇ ପ୍ରଶଂସିତ ହେବେ । କୌଣସି ବିବାଦୀୟ ଘଟଣାରେ ନୀରବତା ଅବଲମ୍ବନ ନକଲେ ବହୁତ କ୍ଷତିରେ ପଡିବେ । କର୍ମକ୍ଷେତ୍ରରେ ଉଚ୍ଚଧିକାରୀ ସହକର୍ମୀଙ୍କ ସହ ବାଦବିବାଦ ମେଣ୍ଟି ଯିବ । ପରୀକ୍ଷା ଓ ପ୍ରତିଦ୍ଵନ୍ଦିତାରେ ବିଜୟୀ ହେବେ । ବ୍ୟବସାୟ କ୍ଷେତ୍ରରେ ଅନେକ ପ୍ରକାର ସୁବିଧା ପାଇ ଲାଭବାନ ହେବେ । ମହିଳାମାନଙ୍କର ନିଜ ଆତ୍ମୀୟ ଲୋକଙ୍କ ସହ ସାକ୍ଷାତ ହେବାସହ ଆର୍ଥିକ ଚିନ୍ତା ଦୁରହେବ ।

୫-ସିଂହ

ଗୃହସ୍ଥ ଜୀବନ ସୁଖମୟ ହେବ । ସାମାଜିକ ପ୍ରତିଷ୍ଠା ଓ ମାନ ସମ୍ମାନ ବୃଦ୍ଧି ହେବ । ଶିକ୍ଷା କ୍ଷେତ୍ରରେ ସଫଳତା ମିଳିବ । ନ୍ୟାୟମାର୍ଗ ଓ ମିଷ୍ଟ ବଚନକୁ ନିଜର ଭୂଷଣଭାବି କର୍ମ କରିଲେ ଲାଭବାନ ହେବେ । ମହିଳାମାନେ ଭଲ କାମ କରି ସୁଖରେ ଦିନ ବିତାଇବେ । ମାଲିମୋକଦ୍ଦମାରେ ଆପୋଷ ସମାଧାନର ରାସ୍ତା ଖୋଲିଯିବ । ବ୍ୟବସାୟରେ ଭଲ ଲାଭ ପାଇବେ ଓ ବାକିଥିବା ଅର୍ଥପ୍ରାପ୍ତି ହେବ । ଆର୍ଥିକ କ୍ଷେତ୍ରରେ ଉନ୍ନତି ହେବ । ରାଜନେତା ମାନଙ୍କର ଶତୃ ପରାଜିତ ହୋଇ ସମସ୍ତଙ୍କର ପୂର୍ଣ୍ଣ ସହଯୋଗ ମିଳିବ । ମହିଳାମାନଙ୍କର ଉତ୍ତମ ରୋଜଗାର ମିଳିବ ।

୬-କନ୍ୟା

ଯାତ୍ରାରେ ଭୋଗ ବିଳାସ ଓ ଆନନ୍ଦମୟ ମୁହୂର୍ତ୍ତ କଟିବ । ବିଦ୍ୟାକ୍ଷେତ୍ରରେ ଶୁଭଯୋଗ ଓ ପ୍ରତିଯୋଗିତା ପରୀକ୍ଷା ରେ ସଫଳ ହେବେ । ପରିବାରର ମାମଲା ଘରୋଇ ସମସ୍ୟାର ସମାଧାନ ହେବ । ରାଜନୀତିରେ ସଫଳତା ସହ ଉଚ୍ଚପ୍ରଶଂସିତ ହେବେ । ସହଯୋଗୀ ମାନଙ୍କ ଯୋଗୁ କର୍ମ କ୍ଷେତ୍ରରେ ଉତ୍ତମ କାର୍ଯ୍ୟ କରି ପ୍ରଶଂସାପାଇବେ । କାର୍ଯ୍ୟ କ୍ଷେତ୍ରରେ ସୁଖ-ଶାନ୍ତି ବୃଦ୍ଧି ହେବ ଓ ଉଚ୍ଚ ସମ୍ଭାବନାର ଆଶା ଆଶ୍ୱାସନା ଲାଭ କରି ମାନସିକ ଶାନ୍ତି ପାଇବେ । ବ୍ୟବସାୟରେ କମ୍ ପରିଶ୍ରମରେ ଆଶାଜନକ ଫଳ ପ୍ରାପ୍ତି ହେବ । ସାମାଜିକ କାର୍ଯ୍ୟରେ ସଫଳତା ଓ ମାନସମ୍ମାନ ବୃଦ୍ଧି ହେବ ।

୭-ତୁଳା

ସ୍ୱାସ୍ଥ୍ୟସମସ୍ୟା ସୁଧୁରିଯିବା ଫଳରେ ବ୍ୟବସାୟରେ ପୁଞ୍ଜି ନିବେଶ ପାଇଁ ଆଶା କରିବେ । ନୂତନ ବନ୍ଧୁଙ୍କ ସହିତ ଭେଟ ହେବା ଫଳରେ ଅଟକିଥିବା କାର୍ଯ୍ୟ ସମ୍ପନ୍ନ ହେବ । ପରିବାର ଓ ମିତ୍ରଙ୍କ ସହିତ ସମୟ ବିତେଇବେ । ରାଜନୀତିରେ ମନରେଥିବା କାମନା ପୂର୍ଣ୍ଣ ହେବ । ନୂତନ କାର୍ଯ୍ୟରେ ହାତଦେଇ କୃତ କାର୍ଯ୍ୟ ହେବେ । ଗୋ-ସଂପଦ, ଭୂମି, ବସ୍ତ୍ରଆଭୂଷଣ, ବାହାନାଦି ପ୍ରାପ୍ତି ହୋଇ ପାରେ । ପାରିବାରିକ ସମସ୍ୟା ନିଜର ବୁଦ୍ଧି, ବିବେକ ଖଟାଇ ସମାଧାନ କରିପାରିବେ । ପରିବାର ବା ଘର ସମ୍ବନ୍ଧୀୟ କୌଣସି ମହତ୍ଵପୂର୍ଣ୍ଣ ସମାଚାର ଶୁଣିବେ ।

୮-ବିଚ୍ଛା

ବିଦ୍ୟାକ୍ଷେତ୍ରରେ ପ୍ରତିଯୋଗିତା ପରୀକ୍ଷାରେ ସଫଳ ହେବେ । ସାମାଜିକ ପ୍ରତିଷ୍ଠା ଓ ମାନ ସମ୍ମାନ ବୃଦ୍ଧି ହେବ । ଆରମ୍ଭ କରିଥିବା କାର୍ଯ୍ୟ ଶେଷ କରି ପାରିବେ । କର୍ମକ୍ଷେତ୍ରରେ ଅନ୍ୟମାନଙ୍କ କଥାକୁ ଠିକ୍ ଭାବେ ବୁଝିପାରିବେ । ମହିଳାମାନେ ବନ୍ଧୁଙ୍କ ସାହାଯ୍ୟ ପାଇ ଆନୁଷ୍ଠାନିକ କାମ ହାସଲ କରିବେ । କାର୍ଯ୍ୟ କ୍ଷେତ୍ରରେ ସୁଖ-ଶାନ୍ତି ବୃଦ୍ଧି ହେବ ଓ ଉଚ୍ଚ ସମ୍ଭାବନାର ଆଶା ଆଶ୍ୱାସନା ଲାଭ କରି ମାନସିକ ଶାନ୍ତି ପାଇବେ । ରାଜନୀତି କ୍ଷେତ୍ରରେ ସାମାଜିକ କାର୍ଯ୍ୟରେ ସଫଳତା ଓ ମାନସମ୍ମାନ ବୃଦ୍ଧି ହେବ । ଯାତ୍ରାରେ ଭୋଗ ବିଳାସ ଓ ଆନନ୍ଦମୟ ମୁହୂର୍ତ୍ତ କଟିବ ।

୯-ଧନୁ

ଅସନ୍ତୋଷ, ଭ୍ରମଣକାଳରେ କ୍ଲେଶ, ସହକର୍ମୀଙ୍କସହ ବିବାଦ ମେଣ୍ଟିଯିବ । ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା ସାକ୍ଷାତ୍କାରରେ ସଫଳ ହେବେ । ବ୍ୟବସାୟରେ ଆଶାତୀତ ଲାଭ ମିଳିବ । ନୂତନକର୍ମପ୍ରାପ୍ତିର ସୁଯୋଗ ପାଇବେ । ରାଜନୀତି କ୍ଷେତ୍ରରେ ମାନସିକ ଦୁଶ୍ଚିନ୍ତା ଦୂର ହୋଇ ଯଶମାନ ବୃଦ୍ଧିହେବ । ପରିବାରରେ ସୁସ୍ଥ ବାତାବରଣ ଜାରିରହିବ । ପରସ୍ପରକୁ ସାହାଯ୍ୟ ସହଯୋଗ କରି, ଗଠନମୂଳକ କାର୍ଯ୍ୟ ହାତକୁ ନେବେ । ଦୂରଯାତ୍ରାର ସୁଯୋଗ ପାଇବେ । ଜାଗା, ଜମି, ଗୃହପୋକରଣ କ୍ରୟ କରିବେ । ଆୟ ଉପାର୍ଜନରେ ବାଧା ନାହିଁ । ପ୍ରମୋଶନ ସୂଚନାପାଇ ଖୁସି ହେବେ ।

୧୦-ମକର

ଧର୍ମକାର୍ଯ୍ୟପ୍ରତି ମନବଳାଇ ବହୁତ ଶାନ୍ତି ଲଭିବେ । ପରିବାରରେ ଆଶା କରୁଥିବା କାମଟି ବନ୍ଧୁଙ୍କ ଦ୍ଵାରା ସହଜ ସୁବିଧାରେ ହୋଇଯିବ । ସାହିତ୍ୟ, କଳାରେ ଉଚ୍ଚ ପ୍ରଶଂସା ପାଇବେ । ରାଜନୀତି କ୍ଷେତ୍ରରେ ଶୁଭ ସମ୍ବାଦ ପାଇ ମାନସିକ ଦୁଶ୍ଚିନ୍ତା ଦୂର ହୋଇ ଯଶମାନ ବୃଦ୍ଧିହେବ । ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବ । ନୂଆ ନୂଆ ବ୍ୟବସାୟିକ ସଂପର୍କସ୍ଥାପନ ଭାଗିଦାର ବ୍ୟବସାୟ ପାଇଁ ସାହାଯ୍ୟ ସହଯୋଗ ଅଚାନକ ମିଳିବ । ବ୍ୟବସାୟିକ ସମସ୍ୟା ନେଇ ପ୍ରିୟବନ୍ଧୁ ଆର୍ଥିକ ସହାୟତାର ହାତ ବଢେଇବେ । ପରୀକ୍ଷା ପ୍ରତିଯୋଗିତାରେ ଶୁଭଫଳ ମିଳିବ ।

୧୧-କୁମ୍ଭ

ପ୍ରପର୍ଟୀ ସମ୍ବନ୍ଧିୟ ମାମଲା କାହାର ମଧ୍ୟସ୍ଥତା ଦ୍ଵାରା ଦୂର ହେବ । ପ୍ରେମୀ-ପ୍ରେମିକାଙ୍କ ସାମଞ୍ଜସ୍ୟ ବୃଦ୍ଧି ହେବ । ସ୍ଵାସ୍ଥ୍ୟର କିଛି ପରିବର୍ତ୍ତନ ଘଟିବ । ପୁରୁଣା ନିବେଶ ଲାଭ ଦେବ । ଆର୍ଥିକସ୍ଥିତି ସୁଧୁରି ଯିବା ଫଳରେ ଯଶ ପ୍ରତିଷ୍ଠା ମିଳିବ । ଭାଇ ଭଉଣୀ ମାନଙ୍କ ସହ ମନୋ ମାଳିନ୍ୟ ଦୂର ହେବ । କର୍ମ କ୍ଷେତ୍ରରେ ବରିଷ୍ଠ ବ୍ୟକ୍ତି ଓ ସହଯୋଗୀ ମାନଙ୍କର ସାହାଯ୍ୟ ସହଯୋଗ ମିଳିବ । ଆଧ୍ୟାତ୍ମିକ କ୍ଷେତ୍ରରେ ଉନ୍ନତି ହେବା ସହ ଅଧ୍ୟାପନା ମାମଲାରେ ଆଗକୁ ଗତି କରିବେ । ରାଜନୀତି କ୍ଷେତ୍ରରେ ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ନେବା ଫଳରେ ମନରେ ଥିବା କାମନା ପୂର୍ଣ୍ଣ ହେବ ।

୧୨-ମୀନ

ଗୃହରେ କଲ୍ୟାଣକର କର୍ମ ସମ୍ପାଦନ କରି ପ୍ରଶଂସିତ ହେବେ ଓ ପରିବାରର ସଦସ୍ୟଙ୍କ ସହିତ ସୌହାର୍ଦ୍ଦ୍ୟ ପୂର୍ଣ୍ଣ ସଂପର୍କ ରହିବ । ପରୀକ୍ଷା ପ୍ରତିଯୋଗିତା ଓ ମାଲିମୋକଦ୍ଦମାରେ ସଫଳତା ମିଳିବ । ରାଜନୈତିକ କ୍ଷେତ୍ରରେ ଶତୃ ମାନେ ମିତ୍ରତାର ହାତ ବଢେଇବେ । ଦାମ୍ପତ୍ୟ ଜୀବନ ଆନନ୍ଦମୟ ହେବ । ଦୂରଯାତ୍ରାରେ ସଫଳତା ପ୍ରାପ୍ତି ହେବ । ବ୍ୟବସାୟରେ ଆକସ୍ମିକ ଧନ ପ୍ରାପ୍ତି ହେବା ଫଳରେ ବଢେଇବାର ପ୍ରୟାସ କରିବେ । ସହକର୍ମୀମାନଙ୍କର ସମର୍ଥନ ଏବଂ ଅଧସ୍ତନଙ୍କର ସହଯୋଗ ଯୋଗୁଁ କର୍ମକ୍ଷେତ୍ରରେ ସମ୍ମାନ ବୃଦ୍ଧି ଏବଂ ସୁନାମ ଅର୍ଜନ କରିବେ ।