ଆଜିର ରାଶିଫଳ, 29 ଅକ୍ଟୋବର 2019 ମଙ୍ଗଳବାର, ମା ମଙ୍ଗଳାଙ୍କ କୃପାରୁ ଏହି 5ଟି ରାଶି ର ହେବ ଭାଗ୍ୟ ପରିବର୍ତନ

୧-ମେଷ

ସାହିତ୍ୟଚର୍ଚ୍ଚା, ସଭାସମିତିରେ ସଫଳତା ମିଳିବ ଓ ସାମାଜିକ ସ୍ତରରେ ସମ୍ମାନ ଲାଭ କରିବେ । ଦୀର୍ଘ ସମୟରୁ ପ୍ରତୀକ୍ଷା କରିଥିବା ଖବର ପାଇ ଖୁସି ହେବେ । ମହିଳାମାନେ କେତେକ କ୍ଷେତ୍ରରେ ସୁବିଧା ଓ ସମ୍ମାନ ପାଇବେ । ରାଜନୀତିରେ ଲୋକସମ୍ପର୍କ, ସମାଜସେବା, ଧାର୍ମିକ ଅନୁଷ୍ଠାନରେ ଲାଭ ପାଇବେ । ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ବିଦ୍ୟାରେ ଉନ୍ନତି କରିବେ । କର୍ମକ୍ଷେତ୍ରରେ ଚିନ୍ତା କରିଥିବା କାମ ଗୁଡିକ ଠିକ୍ ଭାବେ ସଂପୂର୍ଣ୍ଣ ହେବ । ବ୍ୟବସାୟରେ ପ୍ରଚୁର ଲାଭହେବ । ଗୃହାରମ୍ଭ, ଦୁରଯାତ୍ରା, ଯାନବାହାନ କିଣନ୍ତୁ ନାହିଁ ।

୨-ବୃଷ

କଳା, ସଙ୍ଗୀତ, ସାହିତ୍ୟ ପ୍ରତି ରୁଚି ବୃଦ୍ଧି ହେବ । ଜନ କଲ୍ୟାଣ କାର୍ଯ୍ୟ ଇଛା ଅନୁସାରେ ସମ୍ପନ୍ନ କରିବେ । ରାଜନୀତିରେ ସମାଜ ସେବା କରି ସ୍ଵନାମ ଅର୍ଜନ କରି ପାରିବେ । ବ୍ୟବସାୟରେ ଭାଗିଦାରମାନେ ପାଦ ସହିତ ପାଦ ମିଶେଇ ବେପାର ବୃଦ୍ଧି କରିବେ । ଶିକ୍ଷା କ୍ଷେତ୍ରରେ ପରୀକ୍ଷା, ପରିଣାମ ଅନୁକୂଳ ହେବ । ସମସ୍ତଙ୍କ ପ୍ରତି ସକରାତ୍ମକ ଚିନ୍ତା ଆଗକୁ ବଢିବାରେ ସାହାଯ୍ୟ କରିବ । ଘର ପରିବାରରେ ବାତାବରଣ ଶାନ୍ତିପୂର୍ଣ୍ଣ ରହିବ । ରୋମାନ୍ସ ଓ ପ୍ରେମରେ ପ୍ରସନ୍ନତାର ଅନୁଭୂତି ହେବ । ପଢିବା, ପଢେଇବା ବା ଅଧ୍ୟାପନା ମାମଲାରେ ଆଗକୁ ଗତି କରିବେ ।

୩-ମିଥୁନ

ସ୍ଥଗିତ ଥିବା କର୍ମଟି ସହଜ ସରଳରେ ପୂର୍ଣ୍ଣହେବ । ଯାନବାହାନ ବ୍ୟବସାୟରେ ତଥା ଭ୍ରମଣ ସଙ୍କ୍ରାନ୍ତିୟ ବ୍ୟବସାୟ ରେ ଲାଭବାନ ହେବେ । ମହିଳାମାନେ ପଦସ୍ଥ ବ୍ୟକ୍ତିଙ୍କର ଆସ୍ଥାଭାଜନ ହେବେ । ସନ୍ତାନ ସନ୍ତତିଙ୍କ ତରଫରୁ ଆଶାବାଦୀ ହେବେ । ପ୍ରେମ-ପ୍ରସଙ୍ଗରେ ଆଶାଜନକ ଫଳପ୍ରାପ୍ତି ହେବ । ବରିଷ୍ଠ ବ୍ୟକ୍ତିଙ୍କ ସହ ସୁସମ୍ପର୍କ ସ୍ଥାପିତ ହେବ । ବନ୍ଧୁ ମିତ୍ର ନିକଟ ସମ୍ପର୍କୀୟ ବ୍ୟକ୍ତି ଆର୍ଥିକ ସାହାଯ୍ୟ କରିବେ । ବାଦବିବାଦ, ପ୍ରତିଯୋଗୀତା ପରୀକ୍ଷା, ଖେଳ ଓ ପ୍ରତିଦ୍ୱନ୍ଦିତାରେ ବିଜୟୀ ହେବେ । ରାଜନୈତିକ କ୍ଷେତ୍ରରେ ପଦବୀ ଲାଭ ଓ ନୂତନ ଯାନ କ୍ରୟ, ଗୃହନିର୍ମାଣ ଆଦି କରି ପାରିବେ ।

୪-କର୍କଟ

ଆକସ୍ମିକ ଅର୍ଥଲାଭ, ପୁରୁଣା ଧନଲାଭ ହେବାରୁ ଖୁସି ହେବେ ଓ ଶୁଭ ସମ୍ବାଦ ପାଇ ଶୀଘ୍ର ଯାତ୍ରା କରିବାକୁ ପଡିବ । କର୍ତ୍ତବ୍ୟନିଷ୍ଠ, ଉଦ୍ୟମୀ, ଦକ୍ଷ, ଜନପ୍ରିୟ, ସିଦ୍ଧହସ୍ତା, ସୁବକ୍ତା, ବ୍ୟକ୍ତିରୁପେ ସମାଜର ସ୍ଵୀକୃତି ପାଇବେ । ବ୍ୟବସାୟ କ୍ଷେତ୍ରରେ ଚେଷ୍ଟା କଲେ ବହୁତ ଦିନରୁ ରହିଥିବା ବାକିଟଙ୍କା ମିଳିଯିବ । ଉଚ୍ଚଧିକାରୀ ଓ ବରିଷ୍ଠ ବ୍ୟକ୍ତିଙ୍କ ସହ ସୁ ସମ୍ପର୍କ ଫଳରେ କର୍ମୋନ୍ନତି ହେବ । ମାନସିକ ଦୁଶ୍ଚିନ୍ତା ଓ ଶତୃବଧା ଦୂରେଇ ଯିବ । ଆୟବୃଦ୍ଧି, ଋଣମୁକ୍ତି, କର୍ମକ୍ଷେତ୍ରରେ ଲୋକ ସମ୍ପର୍କ ବୃଦ୍ଧି ହେବ । ପାରିବାରିକ ଜୀବନ ଆନନ୍ଦରେ କଟିବ । ଦୂରଯାତ୍ରାରେ ସଫଳ ହେବେ ।

୫-ସିଂହ

ସଂଚାଳକ, ଓକିଲ, ନ୍ୟାୟଧୀଶ, ଚିକିତ୍ସକ, କଳାକାର ମାନଙ୍କର ପ୍ରବଳ ଉନ୍ନତି ହେବ । ରାଜନୈତିକ କ୍ଷେତ୍ରରେ ପ୍ରବଳ ଲୋକ ସମର୍ଥନ ମିଳିବ । ପୁରୁଖା ନେତା ବା ଦଳର ମୁଖ୍ୟଙ୍କର ଅତ୍ୟନ୍ତ ପ୍ରିୟପାତ୍ର ହୋଇ ପାରିବେ । ବନ୍ଧୁମିତ୍ରଙ୍କ ସହ ମନୋରଞ୍ଜନ, ଭ୍ରମଣ ଫଳରେ ହସଖୁସିର ବାତାବରଣ ସୃଷ୍ଟି ହେବ । ଅଚିହ୍ନା ଲୋକଙ୍କଠାରୁ ସାହାଯ୍ୟ ପାଇ ଧନ୍ୟ ହେବେ । ରେଶମୀବସ୍ତ୍ର, ଅଗରବତୀ, ଇଟା, କ୍ଷୀର, ଦହି, ଘିଅ, ଚାନ୍ଦି, ବାଦ୍ୟଯନ୍ତ୍ର, ଚଳଚିତ୍ର, ଔଷଧ, ଶାଢ଼ୀ, ଷ୍ଟେସନାରୀ ଓ ମହିଳା ମାନଙ୍କର ସୌଖୀନ ଦ୍ରବ୍ୟାଦି ବ୍ୟବସାୟରେ ଅଧିକଲାଭ କରି ପାରିବେ ।

୬-କନ୍ୟା

ଆଇନ ଅଦାଲତ ତଥା ଲେଖାପଢାରୁ ଶୁଭଫଳ ମିଳିବ । କାର୍ଯ୍ୟର ପ୍ରଗତି ପାଇଁ ସମସ୍ତ ପ୍ରକାର ପ୍ରୟାସ କରିବେ । ପାରିବାରିକ ଜୀବନ ଆନନ୍ଦରେ କଟିବ । ଦୂରଯାତ୍ରାରେ ସଫଳ ହେବେ । ଧର୍ମ କାର୍ଯ୍ୟରେ ଯୋଗଦେଇ ଦେବଦର୍ଶନ କରିବେ । ରାଜନୈତିକ କ୍ଷେତ୍ରରେ ଜଟିଳ ପରିସ୍ଥିତି ଥିଲେ ସରଳ ହେବ । ପରୀକ୍ଷା ପ୍ରତିଯୋଗିତାରେ ଶୁଭଫଳ ମିଳିବ । ଅତି ପ୍ରିୟବନ୍ଧୁ ଆର୍ଥିକ ସହାୟତା କରିବେ । ଆଶା କରୁଥିବା କାମଟି ବନ୍ଧୁଙ୍କ ଦ୍ଵାରା ସହଜ ସୁବିଧାରେ ହୋଇଯିବ । ଦୂରେଇ ଯାଇଥିବା ବନ୍ଧୁ ଅତି ଆପଣାର ହେବେ ।

୭-ତୁଳା

ସ୍ୱାସ୍ଥ୍ୟସମସ୍ୟା ଦୂର ହୋଇଯିବ । ଚାକିରୀରେ ପଦୋନ୍ନତି ହେବ । ନୂଆଲକ୍ଷ ପୂରଣ କରିବା ପାଇଁ ସମୟ ନିର୍ଦ୍ଧାରଣ କରିବେ । ପରିବାର ସମ୍ବନ୍ଧିତ ବା କୌଣସି ବନ୍ଧୁଙ୍କ ଦ୍ଵାରା ଶୁଭ ସମାଚାର ଶୁଣିବେ । ଶତ୍ରୁ ବା ବିରୋଧୀ କିଛି କ୍ଷତି କରିପାରିବେ ନାହିଁ । ପାର୍ଟି ବା ସମାରୋହରେ ସମ୍ମିଳିତ ହେବାକୁ ପଡିପାରେ । ନୂତନ କାର୍ଯ୍ୟରେ ହାତଦେଇ କୃତ କାର୍ଯ୍ୟ ହେବେ । ବରିଷ୍ଠ ବ୍ୟକ୍ତିଙ୍କ ସହ ସୁସମ୍ପର୍କ ସ୍ଥାପିତ ହେବ । ଜାଗା, ଜମି, ବାସଗୃହ ଓ ଯାନବାହାନ କ୍ରୟ କରିବାର ସୁବିଧା ପାଇବେ । ଧର୍ମ-କର୍ମରେ ରୁଚି ବୃଦ୍ଧି ହେବ । କୌଣସି ଶୁଭକାର୍ଯ୍ୟ କରିବାକୁ ଆୟୋଜନ ମଧ୍ୟ କରିବେ ।

୮-ବିଚ୍ଛା

ପାରିବାରିକ କ୍ଷେତ୍ରରେ ଶାନ୍ତି ପାଇବେ । ପୂର୍ବ ଶତୃମାନେ ପଛଘୁଞ୍ଚା ଦେବେ । ମନରେ ଅଶାନ୍ତି ଅସନ୍ତୋଷ ଦୂରେଇ ଯାଇ ଅର୍ଥାଗମହେବ । ଉଚ୍ଚପଦସ୍ଥ ବ୍ୟକ୍ତିଙ୍କ ଠାରୁ ସମ୍ମାନ ମିଳିବ । ରୋଜଗାର ସମସ୍ୟା ସୁଧୁରି ଯିବ । ଧନ ଲାଭ ହେବାରୁ ମନ ଖୁସି ରହିବ । ସମୟ ଗୁଡିକ ହସ ଖୁସିରେ ବିତିବ । ଶାରୀରିକ ଓ ମାନସିକ ସ୍ଥିରତା ଦେଖାଦେବ । କର୍ମନିଯୁକ୍ତି କ୍ଷେତ୍ରରେ ସଫଳ ହେବେ । ବ୍ୟବସାୟ ସୂତ୍ରରୁ ବହୁତ ଲାଭ ଉଠାଇପାରିବେ । କର୍ମକ୍ଷେତ୍ରରେ ସାଫଲ୍ୟ ଯୋଗେ ସମ୍ମାନ ଲାଭ କରିବେ । ଲୁଗାପଟା ଓ ସୌଖୀନ ଦ୍ରବ୍ୟର ବ୍ୟବସାୟୀମାନେ ଭଲଲାଭ କରିବେ ।

୯-ଧନୁ

ଧର୍ମକାର୍ଯ୍ୟପ୍ରତି ମନବଳାଇ ବହୁତ ଶାନ୍ତି ଲଭିବେ । କୋର୍ଟ କଚେରୀ ମାମଲାରେ ବିଜୟୀ ହେବେ । କମିଶନ କାର୍ଯ୍ୟରେ ଲାଭ ହେବାର ସମ୍ଭାବନା ଅଛି । ମହିଳାମାନେ ନିଜର ଇଛା ପୂରଣ ପାଇଁ କୌଣସି କର୍ମକରି ପ୍ରଶଂସା ପାଇବେ । ଶତୃମାନେ ଦୂରେଇ ଯିବେ ଓ ମିତ୍ରଭାବ ଆଚରଣ କରିବେ । ନୂତନ କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ । ଚିତ୍ତପ୍ରସନ୍ନ ଓ କାର୍ଯ୍ୟ ସିଦ୍ଧି ହେବ । ପାରିବାରିକ ଜୀବନ ସୁଖରେ କାଟିବା ସହ ସନ୍ତାନ ସୁଖ ମିଳିବ । କର୍ମ କ୍ଷେତ୍ରରେ ଉନ୍ନତି କରିପାରିବେ । ନ୍ୟାୟମାର୍ଗ ଓ ମିଷ୍ଟ ବଚନ ଯୋଗେ ପ୍ରବାସରେ ମଧ୍ୟ କେତେକ କ୍ଷେତ୍ରରେ ଉନ୍ନତିକର ହେବ ।

୧୦-ମକର

ପାରିବାରିକ ସମସ୍ୟା ବୁଝାମଣା ମଧ୍ୟରେ ସମାଧାନ ହେବ । ପ୍ରେମିକ-ପ୍ରେମିକାମାନେ ଗୁପ୍ତ ପ୍ରେମରେ ସଫଳ ହୋଇ ବିବାହ ସମ୍ବନ୍ଧ ସ୍ଥିର ହୋଇପାରେ । ପରୀକ୍ଷା ପ୍ରତିଯୋଗିତା, ଓ ସାକ୍ଷାତ୍କାରରେ ବିଜୟୀହେବେ । ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧିହେବ । ଅତ୍ୟଧିକ କାର୍ଯ୍ୟଚାପ ଯୋଗୁ ଚିନ୍ତିତ ରହି ପାରନ୍ତି । କଠିନ ପରିଶ୍ରମ କରିବା ଦ୍ଵାରା ଯଶ-ମାନ ସମ୍ମାନ ମିଳିବ । ରାଜନୈତିକ କ୍ଷେତ୍ରରେ ସାମାଜିକ ଅନୁଷ୍ଠାନରେ ଯୋଗ ଦେବାର ସୁଯୋଗ ମିଳିବ । ବ୍ୟବସାୟ କ୍ଷେତ୍ରରେ ପରିବର୍ତ୍ତନ ଆଣିବାର ଯୋଜନା ପ୍ରସ୍ତୁତ କରିବେ । ଗଛିତ ଅର୍ଥ ବୃଦ୍ଧି କରିବା ପାଇଁ ଚେଷ୍ଟିତ ହେବେ ।

୧୧-କୁମ୍ଭ

ପ୍ରତେକ କ୍ଷେତ୍ରରେ ବିନୟପୂର୍ଣ୍ଣ କଥା କହି ପରିସ୍ଥିତିକୁ ହାଲୁକା କରିବାରେ ସମର୍ଥ ହେବେ । କୌଣସି ନୂତନ କର୍ମ କରିବାକୁ ଚାହୁଁଥିଲେ ସେଥିରେ ବିଜୟୀ ହେବେ । ପାର୍ଟି ବା ସମାରୋହରେ ସମ୍ମିଳିତ ହେବାକୁ ପଡିପାରେ । ପ୍ରେମ-ପ୍ରସଙ୍ଗରେ ସଫଳତା ମିଳିବ । ସେୟାର ବଜାର ଓ ପୁଞ୍ଜି ନିବେଶ କରିଲେ ବହୁତ ଧନ ପ୍ରାପ୍ତ ହେବ । ପାରିବାରିକ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । କାରବାରରେ ସୁଧାର ଆସିବ ଓ ଟଙ୍କାର ଆବଶ୍ୟକତା ପୂରଣ ହେବ । ଯେତେ ଜଟିଳ ସମସ୍ୟା ହେଲେ ମଧ୍ୟ କୌଣସି ପ୍ରକାର ଅସୁବିଧା ହେବ ନାହିଁ ।

୧୨-ମୀନ

ଦୃଢ଼ ଆତ୍ମବିଶ୍ୱାସ ଦ୍ୱାରା ସମସ୍ତବାଧା ବିଘ୍ନକୁ ଅତିକ୍ରମକରି ଆଗକୁବଢ଼ିବାର ଯୋଜନା ସଫଳ ହେବ । ଆର୍ଥିକ କ୍ଷେତ୍ରରେ ଉନ୍ନତିହେବ । ବ୍ୟବସାୟ ପ୍ରସାରଫଳରେ ଅତ୍ୟଧିକ ଲାଭହେବ । ରାଜନୀତି କ୍ଷେତ୍ରରେ ଅଧିକରୁ ଅଧିକ ଲୋକ ସମର୍ଥନ ପାଇ ସଫଳ ହେବେ । ନିକଟ ସମ୍ପର୍କୀୟଙ୍କଠାରୁ ପ୍ରଶଂସିତ ହେବେ । ଧର୍ମାନୁଷ୍ଠାନ ଦିଗରୁ ପ୍ରେରଣା ମିଳିବ । ଶିକ୍ଷାକ୍ଷେତ୍ରରେ ସଫଳତା ମିଳିବ । ପରୋକ୍ଷ ଶତୃଙ୍କୁ ପ୍ରତିହତ କରି ବହୁତ ଦିନରୁ ବାକି ରହିଥିବା ଟଙ୍କା ମିଳିଯିବା ଫଳରେ ଆଶା କରିଥିବା କାମଟି ସମ୍ପନ୍ନ କରି ପାରିବେ ।