ଆଜିର ରାଶିଫଳ, 30 ଅକ୍ଟୋବର 2019 ବୁଧବାର, ଏହି ୫ ରାଶିଙ୍କୁ ଭଗବାନ ଗଣେଶ ଙ୍କ କୃପା ମିଳିବ

୧-ମେଷ

ପଢାପଢିରେ ମାନସିକ ଶାନ୍ତି ମିଳିବ । ଦାମ୍ପତ୍ୟ ଜୀବନ ଆନନ୍ଦମୟ ହେବ । ପୈତୃକ ସମ୍ପତ୍ତିକୁ ନେଇ ବାଦବିବାଦ ଲାଗି ରହିଥିଲେ ସମାଧାନ କରିପାରିବେ । ବ୍ୟବସାୟରେ ପ୍ରତିଦ୍ୱନ୍ଦିତା ସତ୍ତ୍ୱେ ଲାଭ ସୁନିଶ୍ଚିତ । ପରିବାରରେ ଆର୍ଥିକ ସମସ୍ୟା ସମାଧାନ ହୋଇଯିବ । ଶୁଭକାମ କରି ପ୍ରଶଂସିତ ହେବେ । ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବାରୁ ମନ ଭଲ ରହିବ । ପାରିବାରିକ ସ୍ତର ହସ ଖୁସିରେ କଟିବ । ଶତୃମାନେ ଦୂରେଇ ଯିବେ । ଅପେକ୍ଷା କରିଥିବା କାମର ଶୁଭସୂଚନା ମିଳିବ । କୌଶଳ ପ୍ରୟୋଗ କରି ସମସ୍ତ ପ୍ରକାର ଅଭିଳାଷ ପୂରଣ କରିବାକୁ ଚେଷ୍ଟା କରିବେ ।

୨-ବୃଷ

ରାଜନୈତିକ କ୍ଷେତ୍ରରେ ଉଚ୍ଚାଧିକାରୀ ଓ ବରିଷ୍ଠ ବ୍ୟକ୍ତିଙ୍କ ସହ ସୁ ସମ୍ପର୍କ ଫଳରେ ପ୍ରଶଂସା ପାଇବେ । ପରିବାରରେ ଅପ୍ରୀତିକର ପରିସ୍ଥିତି ଦେଖାଦେଲେ ମଧ୍ୟ ସମସ୍ୟାକୁ କୌଶଳକ୍ରମେ ସମାଧାନ କରିବେ । ସାର୍ବଜନୀନ କାର୍ଯ୍ୟର ଦାୟିତ୍ୱ ନେଇ ଧାଁ ଦଉଡ଼ କରିବା ଫଳରେ କଷ୍ଟ ସ୍ୱୀକାର କରିବେ । ଜମିଜମା ସଙ୍କ୍ରାନ୍ତିୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ । ମହିଳାମାନେ ଅନେକ କାର୍ଯ୍ୟ ନିଜେ ସମାଧାନ କରିବାକୁ ସାହସ ବାନ୍ଧିବେ । ଅନେକ କ୍ଷେତ୍ରରେ ସ୍ଵାଭିମାନ ରକ୍ଷା ହେବ । ପରୀକ୍ଷା ପ୍ରତିଯୋଗିତାରେ ଜୟଯୁକ୍ତ ହେବେ ।

୩-ମିଥୁନ

ଗୃହୋପକରଣ କ୍ରୟ କରିବେ । ସମସ୍ତ କାର୍ଯ୍ୟକ୍ରମ ସୁରୁଖୁରୁରେ ପୂର୍ଣ୍ଣ ହେବ । ବ୍ୟବସାୟ ସମ୍ବନ୍ଧୀୟ ସମସ୍ତ ଜରୁରୀ କାର୍ଯ୍ୟ ଓ ଆବଶ୍ୟକ ଅର୍ଥ ଆଦାନ ପ୍ରଦାନ ସୁଚାରୁରୂପେ ହେବ । ସ୍ୱାସ୍ଥ୍ୟଗତ ସମସ୍ୟାର ଉନ୍ନତି ହେବ । ଶତୃମାନେ ପରାଜିତ ହୋଇ ମିତ୍ରତା ଆଚରଣ କରିବେ । ବ୍ୟବସାୟ କ୍ଷେତ୍ରରେ ପ୍ରସାର ପ୍ରଚାର ଫଳରେ ଆଶାତୀତ ଲାଭ ପାଇବେ । ନୂତନ ଯୋଜନା ସାଫଲ୍ୟ ଦାୟକ ହେବ । ପ୍ରବାସ ଓ ଯାତ୍ରାରେ ଲାଭବାନ ହେବେ । ପ୍ରତ୍ୟେକ ମୁଖରୁ ପ୍ରଶଂସାବାଣୀ ଶୁଣିବେ ଓ ନିର୍ମାଣ ମୂଳକ ଯୋଜନାରେ ଆଗେଇବେ ।

୪-କର୍କଟ

ବିରୋଧୀମାନେ ହଇରାଣ ହୋଇ ମଥାନତ କରିବେ । ଚାକିରୀ ସମ୍ବନ୍ଧୀୟ କାର୍ଯ୍ୟ ହୋଇଯିବ । ଶିକ୍ଷାକ୍ଷେତ୍ରରେ ସଫଳତା ମିଳିବ । ଧର୍ମାନୁଷ୍ଠାନ ଦିଗରୁ ପ୍ରେରଣା ମିଳିବ । ପ୍ରତିଯୋଗିତା ପରୀକ୍ଷାରେ ସଫଳତା ମିଳିବ । ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ । ଘନିଷ୍ଠ ବ୍ୟକ୍ତିଙ୍କ ସହିତ ଭେଟ ହେବ । କର୍ମକ୍ଷେତ୍ରରେ ମଧ୍ୟ ସୁଧାର ଆସିବ । ବନ୍ଧୁ ମିତ୍ରଙ୍କ ଆଗମନ ହେବ । ଲୋକଙ୍କ ପ୍ରତି ଉଦାର ଓ ଦୟାଳୁ ପ୍ରବୃତି ଜାଗ୍ରତ ହେବ । ନିଜ ଆତ୍ମୀୟ ଲୋକଙ୍କ ସହ ସାକ୍ଷାତ ହେବ । ଆର୍ଥିକ ଚିନ୍ତା ଦୁରହେବ ଓ ପିତାଙ୍କ ସ୍ୱାସ୍ଥ୍ୟ ରେ ଉନ୍ନତି ଦେଖାଦେବ ।

୫-ସିଂହ

କଠିନ ପରିଶ୍ରମ କରିବା ଫଳରେ ଉପରିସ୍ଥ କର୍ମଚାରୀ ମାନଙ୍କ ପ୍ରିୟଭାଜନ ହୋଇ ସାମାଜିକ ପ୍ରତିଷ୍ଠା ଓ ମାନ-ସମ୍ମାନ ବୃଦ୍ଧି ହେବ । ପ୍ରେମିକ ପ୍ରେମିକା ମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ । ସ୍ୱାସ୍ଥ୍ୟଗତ ସମସ୍ୟାର ଉନ୍ନତି ହେବ । ରାଜନୀତି କ୍ଷେତ୍ରରେ ଉଚ୍ଚସମ୍ପର୍କରୁ ଲାଭବାନ ହେବେ । ଆକସ୍ମିକ ଅର୍ଥଲାଭ, ନୂତନ ବନ୍ଧୁଲାଭ, ଅଧାଥିବା କାର୍ଯ୍ୟ ସମ୍ପୂର୍ଣ୍ଣ ହେବ । ଶିକ୍ଷା କ୍ଷେତ୍ରରେ ସଫଳ ହୋଇ ଉଚ୍ଚଶିକ୍ଷା ଅଧ୍ୟୟନ ପାଇଁ ବିଦେଶ ଯାତ୍ରା ଯୋଗ ଅଛି । କୌଣସି ପ୍ରକାରେ ଉଚ୍ଚ ମାନ୍ୟତା ରକ୍ଷା କରି ଆର୍ଥିକ ସ୍ଥିତିକୁ ସୁଦୃଢ କରିପାରିବେ ।

୬-କନ୍ୟା

ଇଂରାଜୀ ପ୍ରଫେସର, ଫଟୋଗ୍ରାଫି, ଅଭିନେତା ଅଭିନେତ୍ରୀ ଓ ସଙ୍ଗୀତଜ୍ଞ ମାନେ ଉନ୍ନତିର ସୁଯୋଗ ପାଇବେ । ଶତୃନାଶ, ଋଣନାଶ ଓ ପୁରାତନ ରୋଗପୀଡ଼ାର ଉପଶମ ହେବ । ସ୍ଥଗିତଥିବା କର୍ମଟି ପୂରଣ ହେବ । ମହିଳାମାନଙ୍କପାଇଁ କେତେକ କ୍ଷେତ୍ରରେ ଉନ୍ନତିର ରାସ୍ତା ପରିଷ୍କାର ହୋଇଯିବ । ଆର୍ଥିକ ଦିଗରୁ ଉନ୍ନତି ଓ ନୂତନ ପଦାର୍ଥ ସଂଗ୍ରହ କରିବା ପାଇଁ ଆଗ୍ରହ ବଢିବ । ଦୀର୍ଘଦିନ ଧରି ଚିନ୍ତା କରୁଥିବା ନୂତନ କାର୍ଯ୍ୟ ଏବଂ ନୂତନ ବ୍ୟବସାୟ ଅତି ସହଜରେ ଆରମ୍ଭ କରି ପାରିବେ । ଉଚ୍ଚ ଅଧିକାରୀ ଓ ବରିଷ୍ଠ ବ୍ୟକ୍ତିଙ୍କ ସହ ସୁ ସମ୍ପର୍କ ଫଳରେ କର୍ମୋନ୍ନତି ହେବ ।

୭-ତୁଳା

ପରିବହନ କ୍ଷେତ୍ରରେ ସମସ୍ୟା ସମାଧାନ ହେବ । ଯେତେ ସମସ୍ୟା ଲାଗିଲେ ମଧ୍ୟ କାମକୁ ଅବହେଳା କରିବେ ନାହିଁ । ବନ୍ଧୁଙ୍କୁ ଦେଇଥିବା ପ୍ରତିଶୃତି ରକ୍ଷାକରିବା ଫଳରେ ମନ ଭଲ ରହିବ ଓ ତାଙ୍କ କାର୍ଯ୍ୟରେ ବ୍ୟସ୍ତ ରହିବେ । ପାରିବାରିକ କାମକୁ ଶୃଙ୍ଖଳିତ କରିବେ । ଆକସ୍ମିକ ଅର୍ଥଲାଭ, ସୁନାମ ପ୍ରାପ୍ତି, ସମ୍ମାନ ବୃଦ୍ଧି, କର୍ମୋନ୍ନତି ହୋଇପାରେ । ନୂତନ ଆଶା ଓ ଉର୍ଜା ଦ୍ଵାରା ଯେକୌଣସି ପ୍ରତିଯୋଗୀତାକୁ ସ୍ଵୀକାର କରିବା ପାଇଁ ପ୍ରସ୍ତୁତ ରହିବେ । ପରୋକ୍ଷ ଶତ୍ରୁତା ଥିଲେ ମଧ୍ୟ ଆଶା କରିଥିବା କାମଟି ସମ୍ପନ୍ନ କରି ପାରିବେ । ଧର୍ମ କାର୍ଯ୍ୟପ୍ରତି ମନ ବଳାଇବେ ।

୮-ବିଚ୍ଛା

ପାରିବାରିକ ଆର୍ଥିକ ସଙ୍କଟ ଦୂର ହେବ । ରାଜନୀତିରେ ଆଲୋଚନା କ୍ଷେତ୍ରରେ ଠିକ୍ ନିସ୍ପତି ନେବେ । ଛାତ୍ର-ଛାତ୍ରୀମାନେ ଶିକ୍ଷା କ୍ଷେତ୍ରରେ ପ୍ରଶଂସା ପାଇବେ । ଶୋଷିତ ଓ ନିର୍ଯାତିତଙ୍କ ବିଡମ୍ବନାକୁ ମୁଣ୍ଡେଇ ଦୃଢ ମନୋବଳରେ ଆଗେଇ ପାରିବେ । କୌଣସି ନୂତନ କାର୍ଯ୍ୟ ଆରମ୍ଭକଲେ ବିପଦରେ ପଡିବେ । ଅପେକ୍ଷା କରିଥିବା କାମର ଶୁଭସୂଚନା ମିଳିବ । ବନ୍ଧୁ ମିତ୍ରଙ୍କଠାରୁ ଉପହାର ପ୍ରାପ୍ତି ହେବ । ସନ୍ତାନଙ୍କ ଶୁଭ ଖବର ପାଇବା ଫଳରେ ଖୁସି ହେବେ । ଧାର୍ମିକ କାର୍ଯ୍ୟପ୍ରତି ଆଗ୍ରହୀ ହେବେ । ବାଣିଜ୍ୟ ପ୍ରତିଦ୍ଵନ୍ଦିତାରେ ଉନ୍ନତମାନର ଫଳପାଇବେ ।

୯-ଧନୁ

ବ୍ୟବସାୟ କ୍ଷେତ୍ରରେ ଅର୍ଥକୁ ଭଗବାନ ଜ୍ଞାନ କରି ବିବାଦମାନ ପରିସ୍ଥିତିର ବି ସମ୍ମୁଖୀନ ହେବାକୁ ପଡିପାରେ । ପରିଶ୍ରମ ଓ ମେହନତର ପରିଣାମ ମିଳିବ କିନ୍ତୁ ଆୟ ବ୍ୟୟରେ ତାଳମେଳ ରହିବ ନାହିଁ । ରାଜନୀତିରେ ଅତୀତର କୌଣସି ବିବାଦୀୟ ଘଟଣା ଜଟିଳ ଆଡକୁ ଗତି କରି ପାରେ । ଯଶମାନ ପ୍ରତିଷ୍ଠା ମିଳିବ । ପିଲାମାନଙ୍କ କାର୍ଯ୍ୟରେ ସନ୍ତୁଷ୍ଟ ହେବେ । ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ସଫଳହେବେ । କର୍ମକ୍ଷେତ୍ରରେ ଉନ୍ନତିମୂଳକ ପଦକ୍ଷେପ ନେବା ଫଳରେ ଆର୍ଥିକସ୍ଥିତି ସନ୍ତୋଷପ୍ରଦ ହେବ ।

୧୦-ମକର

ପାରିବାରିକ ତିକ୍ତତାର ସମସ୍ୟା ଦୂର ହେବ । ଶିକ୍ଷାର୍ଥୀମାନଙ୍କ ପାଇଁ ଅଧ୍ୟୟନରେ ଆତ୍ମସନ୍ତୋଷ ମିଳିବ । ସ୍ୱାସ୍ଥ୍ୟ ଅନେକାଂଶରେ ଭଲ ରହିବ । ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ବିଜୟୀହେବେ । ରାଜନୈତିକ କ୍ଷେତ୍ରରେ ସାମାଜିକ ପ୍ରତିଷ୍ଠା, ମାନ-ସମ୍ମାନ ବୃଦ୍ଧି ହେବ । ହରାଇଥିବା ଧନ ପ୍ରାପ୍ତି ହେବ । ବ୍ୟବସାୟରେ ଉନ୍ନତି ସହିତ ବାସସ୍ଥାନ ବା ଯାନବାହାନର ନବୀକରଣ ଇତ୍ୟାଦି ନାନାବିଧ ସୁଯୋଗ ପ୍ରାପ୍ତି ହେବ । ବୃତ୍ତିଗତ କର୍ମକୁ ଅଧିକ ଗୁରୁତ୍ଵ ଦେଇ ଚାକିରି କ୍ଷେତ୍ରରେ ଉନ୍ନତି ଆକସ୍ମିକ ଅର୍ଥଲାଭ, ସୁନାମ ପ୍ରାପ୍ତି ଓ ସମ୍ମାନ ବୃଦ୍ଧି ହେବ ।

୧୧-କୁମ୍ଭ

ନୂତନ କାର୍ଯ୍ୟଆରମ୍ଭ କରିପାରିବେ । ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରିବେ । ରାଜନୀତିରେ ମିତ୍ରଙ୍କ ସହାୟତା ମିଳିବ ଓ ପ୍ରିୟଜନମାନେ ଆଗକୁ ବଢିବାରେ ସାହାଯ୍ୟ କରିବେ । ବ୍ୟବସାୟ କ୍ଷେତ୍ରରେ ପ୍ରସାର ପ୍ରଚାର ଫଳରେ ଆଶାତୀତ ଲାଭ ପାଇବେ । ପାରିବାରିକ କ୍ଷେତ୍ରରେ ଧୈର୍ଯ୍ୟ ଓ ସହନ ଶୀଳତା କାଏମ ରହିବ । ସାମାଜିକ ପତିଆରା ଅମଳିନ ରହିବ । ଆୟ ଉପାର୍ଜନ କ୍ଷେତ୍ରପ୍ରତି ସଙ୍କଟ ସୃଷ୍ଟି ହେବ ନାହିଁ । ପ୍ରବାସ ଯାତ୍ରାରେ ଲାଭବାନ ହେବେ । ବରିଷ୍ଠ ବ୍ୟକ୍ତି ଉଚ୍ଚାଧିକାରୀଙ୍କ ସହ ସମ୍ବନ୍ଧ ଦୃଢୀଭୁତ ହେବ ।

୧୨-ମୀନ

ପାରିବାରିକ ସମସ୍ୟା ସହଜ ସରଳରେ ସମାଧାନ ହୋଇଯିବା ଫଳରେ ମନ ଶାନ୍ତି ହେବ । କର୍ମଜୀବୀ ମାନଙ୍କ ପାଇଁ ସହକର୍ମୀ ଓ ପଦାଧିକାରୀ ମାନଙ୍କର ସହଯୋଗ ବୃଦ୍ଧିପାଇବ । ପ୍ରତିଯୋଗୀ ପରୀକ୍ଷା ଅଥବା ବିଭାଗୀୟ ପରୀକ୍ଷାରେ ଉତ୍ତୀର୍ଣ୍ଣ ହେବେ । ରାଜନୈତିକ କ୍ଷେତ୍ରରେ ସହକର୍ମୀ ମାନଙ୍କ ସହ ଶତ୍ରୁତା ମେଣ୍ଟିଯିବା ଫଳରେ ପ୍ରବଳ ଶତୃମାନେ ଦୁର୍ବଳ ହେବେ । ବ୍ୟବସାୟ ଦିଗରୁ ପ୍ରାୟତଃ ଅନୁକୂଳ ରହିବା ଫଳରେ ଆଶାତୀତ ଲାଭ ପାଇବାର ରାସ୍ତା ପରିସ୍କାର ହୋଇଯିବ । ପୂର୍ବରୁ ଲାଗିରହିଥିବା ଅଫିସରେ ଟେନସନ୍ ଦୂର ହୋଇ ସୁସମ୍ବାଦ ପ୍ରାପ୍ତି ହେବ ।