Weather Update- ବଙ୍ଗୋପ ସାଗରରେ ଲଘୁଚାପ, ରାଜ୍ୟର ଏହି 10 ଟି ଜିଲ୍ଲାକୁ ଜାରି ହେଲା ୟେଲୋ ୱାର୍ନିଙ୍ଗ

ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ଲାଗି ରହିଛି ବର୍ଷା । ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ଉତ୍ତର-ପଶ୍ଚିମ ସଲଗ୍ନ ଅଞ୍ଚଳରେ ସକ୍ରିୟ ରହିଛି । ଆଗାମୀ ୪୮ ଘଣ୍ଟା ମଧ୍ୟରେ ଏହା ପଶ୍ଚିମ ଏବଂ ଉତ୍ତର-ପଶ୍ଚିମ ଦିଗରେ ଗତି କରିବା ବୋଲି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ଏହାର ପ୍ରଭାବରେ ଅନେକାଂଶ ସ୍ଥାନରେ ହାଲୁକାରୁ ମାଧ୍ୟମ ଧରଣର ବର୍ଷା ହେବ ବୋଲି ଅନୁମାନ କରାଯାଇଛି ।

ଆଗାମୀ ୨୪ ଘଣ୍ଟା ପାଇଁ ୧୦ଟି ଜିଲ୍ଲାକୁ ୟେଲୋ ୱାର୍ନିଙ୍ଗ ଜାରି କରାଯାଇ ଥିବା ବେଳେ, ଏହି ତାଲିକାରେ ମୁଖ୍ଯତଃ ଆଭ୍ଯନ୍ତରୀଣ ଜିଲ୍ଲା ଗୁଡିକ ରହିଛନ୍ତି । ସେଗୁଡିକ ହେଉଛନ୍ତି ନୂଆପଡା, ବଲାଙ୍ଗିର, ସୋନପୁର, ବରଗଡ, ସମ୍ବଲପୁର, ଝାରସୁଗୁଡା, ସୁନ୍ଦରଗଡ, ଦେବଗଡ, ଅନୁଗୁଳ ଓ କେନ୍ଦୁଝର । ଏହି ସବୁ ଜିଲ୍ଲା ମାନଙ୍କରେ ପ୍ରବଳ ବର୍ଷା ହେବ ବୋଲି ପାଣିପାଗ ବିଭାଗରୁ ସୂଚନା ଦିଆଯାଇଛି ।

ରାଜ୍ୟର ବିଭିନ୍ନ ସ୍ଥାନରେ ଏହି ଲଘୁଚାପ ବର୍ଷା ଆହୁରି ୪୮ ଘଣ୍ଟା ପର୍ଯ୍ୟନ୍ତ ବର୍ଷିବ । ବିଭିନ୍ନ ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି । ଓଡିଶା ଉପକୂଳ ସଲଗ୍ନ ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଏହି ଲଘୁଚାପ ଏବେ ସକ୍ରିୟ ରହିଛି । ତେବେ ଆସନ୍ତା ୪୮ ଘଣ୍ଟା ମଧ୍ୟରେ ଏହା ପଶ୍ଚିମ ଏବଂ ଉତ୍ତର-ପଶ୍ଚିମ ଦିଗରେ ଗତି କରିବା । ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଓଡିଶାର ୧୦ଟି ଆଭ୍ୟନ୍ତରୀଣ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି ।

ସେହିପରି ୧୩ଟି ଜିଲ୍ଲାରେ ପ୍ରବଳ ବର୍ଷିବ ବୋଲି ପୂର୍ବାନୁମାନ କରିଛନ୍ତି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ସେହି ସବୁ ଜିଲ୍ଲା ଗୁଡିକରେ ଆଜି ପାଇଁ ୟେଲୋ ୱାର୍ନିଙ୍ଗ ଜାରି କରାଯାଇଛି । ପାଣିପାଗ ବିଶେଷଜ୍ଞ ଉମାଶଙ୍କର ଦାସ ଏହା ସମ୍ବନ୍ଧରେ ସ୍ପଷ୍ଟ ଭାବେ ସୂଚନା ଦେଇଛନ୍ତି । ଏହିପରି ଅପଡେଟ ପାଇବା ପାଇଁ ଆମ ପେଜ୍ କୁ ଲାଇକ କରନ୍ତୁ ।