ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଲଘୁଚାପ, ଆସନ୍ତା କାଲିଠାରୁ ୧୪ ତାରିଖ ଯାଏ ରାଜ୍ୟରେ ପ୍ରବଳ ବର୍ଷା

ଉତ୍ତର – ପଶ୍ଚିମ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହୋଇଛି । ପାଣିପାଗ ବିଭାଗ ପୂର୍ବାନୁମାନ କରି କହିଛି କି ଏହାର ପ୍ରଭାବରେ ରାଜ୍ୟରେ ପ୍ରବଳରୁ ରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏହାର ପ୍ରଭାବରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ଆସନ୍ତା କାଲି ଠାରୁ ୧୪ ତାରିଖ ଯାଏ ପ୍ରବଳ ବର୍ଷା ହେବାର ଅଛି । ଏଥିପାଇଁ ଆସନ୍ତା ୧୧ ତାରିଖ ପର୍ଯ୍ୟନ୍ତ ରାଜ୍ୟର ୭ ଟି ଜିଲ୍ଲାକୁ ଅରେଞ୍ଜ ୱାର୍ନିଙ୍ଗ ଜାରି କରା ଯାଇଥିବାବେଳେ ଆସନ୍ତା କାଲି ପାଇଁ କୋରାପୁଟ, ମାଲକାନଗିରି, ନବରଙ୍ଗପୁର, କଳାହାଣ୍ଡି ଏବଂ ଗଜପତି ଜିଲ୍ଲାକୁ ୟେଲୋ ୱାର୍ନିଙ୍ଗ ଜାରି କରିଛି ପାଣି ପାଗ ବିଭାଗ ।

ସେହିପରି ରାଜ୍ୟର ଆଉ କିଛି ଜିଲ୍ଲାକୁ ୧୨, ୧୩ ଓ ୧୪ ତାରିଖ ପାଇଁ ୟେଲୋ ୱାର୍ନିଙ୍ଗ ଜାରି ହୋଇଛି । କାଲି ରାଜ୍ୟର କିଛି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ସେଗୁଡିକ ହେଲା ରାୟଗଡ଼ା, ବଲାଙ୍ଗୀର, ବରଗଡ଼, ଅନୁଗୁଳ ଏବଂ ନୂଆପଡ଼ା । ପାଣିପାଗ ବିଭାଗ ଏହା ମଧ୍ୟ ଆକଳନ କରି କହିଛି କି ଏହି କାରଣରୁ ରାଜ୍ୟର ତଳିଆ ଅଞ୍ଚଳରେ ଜଳ ନିଷ୍କାସନ ର ସମସ୍ୟା ହୋଇପାରେ ।

ଆଶା କରୁଛୁ କି ଆପଣଙ୍କୁ ଆମର ଏହି ଆର୍ଟିକିଲଟି ନିଶ୍ଚୟ ଭଲ ଲାଗିଥିବ । ଅନ୍ୟମାନଙ୍କ ସହିତ ସେୟାର କରନ୍ତୁ ଓ ଏହାକୁ ନେଇ ଆପଣଙ୍କ ମତାମତ ଆମକୁ ଜଣାନ୍ତୁ । ଆମ ପେଜକୁ ଲାଇକ କରନ୍ତୁ, ଯାହା ଫଳରେ ଆଗକୁ ଆମେ ଏମିତି ନୂଆ ନୂଆ ଆର୍ଟିକିଲ ଆପଣଙ୍କ ପାଇଁ ନେଇ ଆସିବୁ, ଧନ୍ୟବାଦ ।