ଆଜିର ରାଶିଫଳ, 6 ନଭେମ୍ବର 2018 ମଙ୍ଗଳବାର – ହନୁମାନ ଙ୍କ କୃପା ରହିବ ଏହି ୩ଟି ରାଶି ଉପରେ

ମେଷ:–

କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତି ହେବ| ଆୟ ବୃଦ୍ଧିପାଇବ | କର୍ମକ୍ଷେତ୍ରରେ ପରିସ୍ଥିତି ଭଲ ରହିବ | ବିଭିନ୍ନ ପ୍ରକାର ସମସ୍ୟା ଦୂର ହୋଇ ଶାନ୍ତି ମିଳିବ | ଚାକିରୀଜୀବିମାନେ ଭୋଗ ବିଳାସକୁ ତୁଚ୍ଛ ମଣି କର୍ତ୍ତବ୍ୟ ସାଧନକୁ ଭଗବତ୍ ସେବାଭଳି ମାନ୍ୟତା ଦେବେ | ବ୍ୟବସାୟୀମାନେ ସାଧୁ ଓ ସଚ୍ଚୋଟ ଭାବେ କର୍ମଯୋଗକୁ ଶ୍ରେଷ୍ଠତା କରି ସମ୍ମାନ ଓ ପ୍ରତିଷ୍ଠାର ଅଧିକାରୀ ହେବେ | ରାଜନୀତିରେ ସ୍ୱାର୍ଥରକ୍ଷା କରିବାରେ ସମୟ ବିତିବ | କୋର୍ଟ କଚେରୀ ଧନ୍ଦା ମଧ୍ୟରେ ଅସ୍ୱସ୍ତି ବଢ଼ିବ ଓ ସମୟ ଗଡ଼ିଚାଲିବ | କୃଷିଜୀବିମାନେ କଠିନ ପରିଶ୍ରମ କରିବେ | ପ୍ରତିକାର:- ବୃଦ୍ଧାଙ୍କର ସେବା କରି ଆଶୀର୍ବାଦ ଗ୍ରହଣ କରନ୍ତୁ |

ବୃଷ:–

ଖୋଜୁଥିବା ଜିନିଷ ସୁବିଧାରେ ପାଇବେ | କର୍ମକ୍ଷେତ୍ରରେ ସହକର୍ମୀ କିମ୍ବା ପ୍ରିୟଜନମାନଙ୍କୁ ପ୍ରିୟକଥା କହି ସମସ୍ୟାକୁ ସୁଧାରି ନେବେ | ବ୍ୟବସାୟରେ ଲାଭ ହେବାରୁ ମନ ଖୁସି ରହିବ | ନୂତନ ଗୃହ କିମ୍ବା ଯାନବାହନ କିଣିବା ପାଇଁ ମନ ବଳେଇବେ | ବୁଦ୍ଧି ବିବେକ ଖେଳାଇ କର୍ତ୍ତବ୍ୟ ପରାୟଣାତାକୁ ମୁଖ୍ୟକରି ଚଳିବା ହିତକର | ଦକ୍ଷତାକୁ କେନ୍ଦ୍ରକରି ଉଚ୍ଚମାନ୍ୟତାରେ ବୃଦ୍ଧି ହେବ | ବ୍ୟବସାୟୀମାନେ ନଗଦ କାରବାରରେ ଅଧିକ ଲାଭପ୍ରଦ ହେବେ | ରାଜନୀତି କ୍ଷେତ୍ରରେ ଉଚ୍ଚସମ୍ପର୍କରୁ ଲାଭବାନ ହେବେ | ପ୍ରତିକାର:- ରୁଟି ଗାଈକୁ ଖାଇବାକୁ ଦିଅନ୍ତୁ |

ମିଥୁନ:–

କ୍ଷମତା ଶକ୍ତି ବଳରେ ନିଜର ସମୟ ବିତାଇବେ | ଦୂରଯାତ୍ରାର ସୁଯୋଗ ପାଇବେ | କଳାତ୍ମକ ଦିଗରୁ ପ୍ରଶଂସିତ ହେବେ | | ମହିଳାମାନେ ସଭାସମିତି, ରାଜନୀତିରେ ସମ୍ମାନିତା ହେବେ ଓ ଗୃହୋପକରଣ କ୍ରୟ କରିବେ | ବିଦ୍ୟା ଓ ଖେଳରେ ପ୍ରଶଂସିତ ହେବେ | ବ୍ୟବସାୟୀମାନେ କଠିନ ପରିଶ୍ରମ ଫଳରେ ନୈରାଶ୍ୟର ଅନ୍ଧକାର ମଧ୍ୟକୁ ଠେଲି ହୋଇଯିବେ | ଚାକିରୀଜୀବିମାନେ ନାନା ପ୍ରକାର ସଙ୍ଘର୍ଷ ମଧ୍ୟରେ ବାଟ ଚାଲିବେ | ମାଲିମୋକଦ୍ଦମାରେ କୂଟନୀତିର ଶୀକାର ହେବେ | ରାଜନୀତିରେ ସମାଲୋଚିତ ହୋଇ ଭାବମୂର୍ତ୍ତି କ୍ଷୁର୍ଣ୍ଣ ହେବ | ପ୍ରତିକାର- ଅସହାୟକୁ ନିରାଶ କରିବେ ନାହିଁ |

କର୍କଟ:–

ଦୂରଯାତ୍ରା, ପ୍ରତିଦ୍ୱନ୍ଦିତା କ୍ଷେତ୍ରରେ ସଫଳତା ମିଳିବ | କର୍ମର୍କ୍ଷେତ୍ରରେ ସହକର୍ମୀମାନେ ସହଯୋଗ କରବେ | ବ୍ୟବସାୟ ବଢ଼ାଇବାରେ ସମର୍ଥ ହେବେ | କର୍ମଚାରୀ ଓ ଶ୍ରମିକମାନେ ବେଶି ଉପକୃତ ହେବେ | ତଳ ମହଲରୁ ଆଶାତୀତ ଲାଭ ପାଇବେ | କୋର୍ଟ କଚେରୀ ମାମଲାରେ ବିଳମ୍ବ ହେବ | ରାଜନୀତିରେ ଲୋକ ସମର୍ଥନକୁ ଆଧାର କରି ବଳିୟାନ ହେଲେ ବି ବଡ଼ନେତାଙ୍କୁ ସନ୍ତୁଷ୍ଟ କରିବା କାଠିକର ପାଠ ହେବ | ଦୂର ସମ୍ପର୍କୀୟ ବ୍ୟକ୍ତିଙ୍କୁ ବିଶ୍ୱାସ କଲେ ଠକାମୀ ଭଣ୍ଡାମୀର ଶୀକାର ହେବେ | ପ୍ରତିକାର-ପିତା ମାତାଙ୍କ ପାଦଛୁଇଁ ପ୍ରଣାମ କରନ୍ତୁ |

ସିଂହ:–

ବ୍ୟବସାୟୀମାନଙ୍କର କାରବାର ବଢ଼ିବ ଓ ଲୋକ ସମ୍ପର୍କ ବୃଦ୍ଧି ହେବ | ଶ୍ରମିକ ଓ କର୍ମଚାରୀମାନେ ଦୂର ଓ ନିକଟ କାର୍ଯ୍ୟରେ ତିଷ୍ଠି ରହି ପାରିବେ | ଉପରିସ୍ଥଙ୍କୁ ଆପଣାର କରି କୃପା ଭାଜନ ହେବେ | ଅଧସ୍ତନ କର୍ମୀ ଓ ନିମ୍ନବର୍ଗଙ୍କ ସୌଜନ୍ୟରୁ ସାହାଯ୍ୟ ସମର୍ଥନ ହାସଲ କରିବେ | ମାଲିମୋକଦ୍ଦମାରେ ଆପୋଷ ସମାଧାନର ରାସ୍ତା ଖୋଲିଯିବ | ରାଜନୀତି କ୍ଷେତ୍ରରେ ସୁ-ସମ୍ପର୍କ ସ୍ଥାପନ କରି ନିଜର ଭାବମୂର୍ତ୍ତିକୁ ଉଜ୍ଜ୍ୱଳତର କରିବାର ସାମର୍ଥ୍ୟ ବଢ଼ିବ | ପ୍ରତିକାର:- ମାଦକ ଦ୍ରବ୍ୟ ବ୍ୟବହାର କରନ୍ତୁ ନାହିଁ |

କନ୍ୟା:–

ବ୍ୟବସାୟୀମାନେ ଗ୍ରାହକ ସେବାକୁ ଗ୍ରହଣ କରି ଯଶମାନ ବୃଦ୍ଧି ସହିତ ଉତ୍ତମ ଆୟର ପଥ ପରିସ୍କାର କରିବେ | ଚାକିରୀ ଜୀବିମାନେ ଯଶ, ମାନକୁ ଅଧିକ ମହତ୍ତ୍ୱ ଦେବେ | ତଳୁ ଉପର ସ୍ତର ଯାଏଁ ଆଦୃତି ଓ ମାନ୍ୟତା ଅର୍ଜ୍ଜନ କରିବେ | ମାଲିମୋକଦ୍ଦମାରେ ମୁଣ୍ଡ ଉଚ୍ଚା ରହିବ | ରାଜନୀତି କ୍ଷେତ୍ରରେ ମାନ ଓ ପ୍ରତିଷ୍ଠା ଅକ୍ଷୁର୍ଣ୍ଣ ରହିବ | ଯୋଜନା ମୁତାବକ କାମ କଲେ କୌଣସି ପ୍ରକାର ଅସୁବିଧା ହେବ ନାହିଁ | ମହିଳାମାନେ ନୂତନବନ୍ଧୁଙ୍କୁପାଇ ଖୁସୀଅନୁଭବ କରିବେ | ପ୍ରତିଯୋଗିତା ପରିକ୍ଷାରେ ଉତ୍ତିର୍ଣ୍ଣହେବେ | ପ୍ରତିକାର:- କୌଣସି ଜିନିଷ କାହାଠାରୁ ମାଗଣାରେ ଗ୍ରହଣ କରନ୍ତୁ ନାହିଁ |

ତୁଳା:–

ଉଚ୍ଚାଧିକାରୀ, ସହ କର୍ମୀ, ଭାଇ ବନ୍ଧୁ ବା କୌଣସି ବିଶିଷ୍ଠ ବ୍ୟକ୍ତିଙ୍କର ସହଯୋଗ ମନୋବଳକୁ ବଢ଼େଇ ଦେବ | ବନ୍ଧୁ ମିତ୍ର ନିକଟ ସମ୍ପର୍କୀୟ ବ୍ୟକ୍ତି ଆର୍ଥିକ ସାହାଯ୍ୟ କରିବେ | ବ୍ୟବସାୟରେ ଭାଗିଦାରମାନେ ପାଦ ସହିତ ପାଦ ମିଶେଇ ବେପାର ବୃଦ୍ଧି କରିବେ | ଜାଗା, ଜମି, ଗୃହ ସମ୍ବନ୍ଧୀୟ ସମସ୍ୟା ସହଜରେ ସମାଧାନ ହେବ | ସନ୍ତାନ ପକ୍ଷର ଚିନ୍ତା ଦୂର ହେଇଯିବ | ମିତ୍ରମାନଙ୍କ ସହ ସୁସମ୍ପର୍କ ରହିବା ଫଳରେ ଅନେକ କାର୍ଯ୍ୟରେ ସଫଳ ହେବେ | କ୍ଷୟକ୍ଷତି ଘଟିବାର ଆଶଙ୍କା ନାହିଁ | ମାଲି ମୋକଦ୍ଦମାରେ ଆଗ୍ରହ ଦେଖା ଦେବ | ରାଜନୀତି କ୍ଷେତ୍ରରେ ଅସ୍ୱସ୍ତି ପାଇବେ | ପ୍ରତିକାର-ପିତା ମାତାଙ୍କ ପାଦଛୁଇଁ ପ୍ରଣାମ କରନ୍ତୁ |

ବିଛା:–

କର୍ମକ୍ଷେତ୍ରରେ ପ୍ରତ୍ୟେକ ପ୍ରତିବନ୍ଧକକୁ ଦୃଢ଼ତାର ସହ ଖଣ୍ଡନ କରିବେ | ମାନସିକ ସ୍ଥିରତା ରହିବ | କୌଣସି ମାଙ୍ଗଳିକ କାର୍ଯ୍ୟ ତଥା ଆନୁଷ୍ଠାନିକ କାର୍ଯ୍ୟରେ ଯୋଗ ଦେବେ | ଆପଣଙ୍କ ନିକଟରୁ ସମ୍ପର୍କୀୟମାନେ ସହାୟତା ପାଇବେ | ସଙ୍ଗୀତ, କଳା, ସାହିତ୍ୟ, କ୍ରୀଡ଼ା ଓ ଚଳଚ୍ଚିତ୍ର କ୍ଷେତ୍ରରେ ଉନ୍ନତି କରିବେ | ବହୁତ ଦିନରୁ ଅଟକିଥିବା ବକେୟା ଟଙ୍କା ମିଳିବ | ଯଦି କୌଣସି ନୂତନ ଯୋଜନାର କ୍ରିୟାନ୍ୱିତ କରିବାକୁ ଚାହୁଁଥାନ୍ତି, ତା’ହେଲେ ଆଗେଇ ନବା ଉଚିତ୍ | ବ୍ୟବସାୟ ସମ୍ବନ୍ଧିତ ଯାତ୍ରା କରିବାକୁ ପଡ଼ିବ | ଭାବନାର ବଶୀଭୂତ ହୋଇ ଅମିନୀ, ଜାମିନି, ମଧ୍ୟସ୍ଥତା ଠିକ୍ ହେବ ନାହିଁ | ପ୍ରତିକାର- ଅସହାୟ ବୃଦ୍ଧଙ୍କୁ ଖାଦ୍ୟ ଦିଅନ୍ତୁ |

ଧନୁ:–

ଅନେକ ସମସ୍ୟାର ସମାଧାନ ହୋଇ, ପରିବାରରେ ହସ ଖୁସିର ବାତାବରଣ ଖେଳିଯିବ | ଦୂରଯାତ୍ରାରେ ସଫଳତା ମିଳିବ ଓ ଯାତ୍ରା ଫଳରେ ଉତ୍ସାହିତ ହେବେ | ଗୃହୋପକରଣ କ୍ରୟ କରିବେ | ସମସ୍ତ କାର୍ଯ୍ୟକ୍ରମ ସୁରୁଖୁରୁରେ ପୂର୍ଣ୍ଣ ହେବ | ବ୍ୟବସାୟ ସମ୍ବନ୍ଧୀୟ ସମସ୍ତ ଜରୁରୀ କାର୍ଯ୍ୟ ଓ ଆବଶ୍ୟକ ଅର୍ଥ ଆଦାନ ପ୍ରଦାନ ସୁଚାରୁରୂପେ ହେବ | ସନ୍ତାନ ଯୋଗେ ଚିନ୍ତିତ ହେବେ | ବିଦ୍ୟାରେ ଉନ୍ନତି କରିବେ | ଆନୁଷ୍ଠାନିକ କାମ ଓ ବନ୍ଧୁମିଳନ ହେତୁମନ ଖୁସୀରହିବ | ଆଇନ, ଅଦାଲତ ସମ୍ପର୍କୀୟ ଦୁଶ୍ଚିନ୍ତା ଦୂରହେବ | ପ୍ରତିକାର-ପିତା ମାତାଙ୍କ ପାଦଛୁଇଁ ପ୍ରଣାମ କରନ୍ତୁ |

ମକର:–

ପାରିବାରିକ ସମସ୍ୟା ସୁଧୁରି ଯିବ | କୌଣସି ସହୃଦୟ ବ୍ୟକ୍ତିଙ୍କଠାରୁ ଯଥେଷ୍ଟ ସହାୟତା ପାଇବେ | ପ୍ରବାସ ଓ ଯାତ୍ରାରେ ଲାଭବାନ୍ ହେବେ | ବରିଷ୍ଠ ବ୍ୟକ୍ତି ଉଚ୍ଚାଧିକାରୀଙ୍କ ସହ ସମ୍ବନ୍ଧ ଦୃଢ଼ୀଭୂତ ହେବ | ପରିବାର ହିତ ପାଇଁ ଅଧିକ ଖର୍ଚ୍ଚାନ୍ତ ହେବେ | ବ୍ୟବସାୟ କ୍ଷେତ୍ରରେ ପ୍ରସାର, ପ୍ରଚାର ଫଳରେ ଆଶାତୀତ ଲାଭ ପାଇବେ | ଲୋକ ସମ୍ପର୍କ, ସମାଜ ସେବା, ଧାର୍ମିକ ଅନୁଷ୍ଠାନରେ ଲାଭ ପାଇବେ | ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରିବେ | ଚକ୍ଷୁ ପୀଡ଼ା ସହ ଦୈନିକ କାର୍ଯ୍ୟରେ ବ୍ୟବଧାନ ଉତ୍ପନ୍ନ ହେବ | ପ୍ରତିକାର- ଗୁଡ ରୁଟି ଗାଈକୁ ଖାଇବାକୁ ଦିଅନ୍ତୁ |

କୁମ୍ଭ:–

ନିଜର ବୁଦ୍ଧି, ବିବେକ ଖଟାଇ ସମାଧାନ କରିପାରିବେ | ଆମୋଦ, ପ୍ରମୋଦ, ମନୋରଞ୍ଜନ, ଦୀର୍ଘ ଯାତ୍ରା, ଛୋଟ ବଡ଼ ମିଟିଂରେ ଯୋଗ ଦେବେ | ବ୍ୟବସାୟରେ ଯେତେ ପରିଶ୍ରମ କରିବେ ସେତେ ଲାଭ ବାନ୍ ହେବେ | ଉଚ୍ଚ ଶିକ୍ଷାପାଇଁ ସୁଯୋଗ ପାଇବେ | ସ୍ୱାସ୍ଥ୍ୟ ଠିକ୍ ରହିବ | ପରିବାରର ସମସ୍ୟାର ସମାଧାନ ହୋଇଯିବ ଓ ଆର୍ଥିକ ଉନ୍ନତି ଫଳରେ ଶାନ୍ତି ପାଇବେ | ଉଦ୍ୟୋଗ, ଧନ ଆଦାନ ପ୍ରଦାନରେ ଲାଭବାନ୍ ହେବେ | ମହିଳାମାନେ ନିଜ ଗୃହ ସମସ୍ୟା ସଜାଡିବାର ସୁବିଧାପାଇବେ | ପ୍ରତିକାର- ଗ୍ରାମ୍ୟ ଦେବା ଦେବୀଙ୍କୁ ଭୋଗ ଲଗେଇ ପିଲାଙ୍କୁ ବାଣ୍ଟିବେ |

ମୀନ:–

କ୍ରୀଡ଼ା, କଳା, ସାହିତ୍ୟ, ପ୍ରକାଶନ, ବାଣିଜ୍ୟ, ବ୍ୟବସାୟ, କୃଷି ଓ ପ୍ରଶାସନିକ ସ୍ତରରେ ଉଚ୍ଚ ସମ୍ମାନ ପାଇବେ | ଅଚାନକ ଧନ ପ୍ରାପ୍ତି ହେବ ଓ ଭବିଷ୍ୟତ ପାଇଁ ଯୋଜନା କରି ପୁଞ୍ଜି ନିବେସ କରିବେ | ଶିକ୍ଷା କ୍ଷେତ୍ରରେ ପରୀକ୍ଷା, ପରିଣାମ ଅନୁକୂଳ ହେବ | କର୍ମ କ୍ଷେତ୍ରରେ ଉଚ୍ଚାଧିକାରୀ ଓ ସହକର୍ମୀଙ୍କ ସହ ବାଦ ବିବାଦ ସୃଷ୍ଟି ହୋଇପାରେ | ପରିବାରର କେତେକ ସମସ୍ୟା ନେଇ, ମାନସିକ ପୀଡ଼ା ଅନୁଭବ କରିବେ | କୁଟୁମ୍ବରେ ଚିକିତ୍ସାର ଦାୟିତ୍ୱ ନେଇ ଧାଁ ଦଉଡ଼ କରିବା ଫଳରେ କଷ୍ଟ ସ୍ୱୀକାର କରିବେ | ସ୍ଥାନାନ୍ତରଣ ପାଇଁ ଚେଷ୍ଟା କଲେ ବିଫଳ ହେବେ | ପ୍ରତିକାର- ବେଲକାଠରେ ଚନ୍ଦନ ଘୋରି ଧାରଣ କରନ୍ତୁ |