ବଂଗୋପ ସାଗରରେ ସୃଷ୍ଟି ହେଲା ଆଉ ଏକ ଲଘୁଚାପ, 3 ଦିନ ଧରି ଏହି ସବୁ ଜିଲ୍ଲାକୁ ପ୍ରବଳ ବର୍ଷାର ସମ୍ଭାବନା

ପୁଣି ଆସୁଛି ଆଉ ଏକ ଲଘୁଚାପ । ଆସନ୍ତା 20 ତାରିଖରୁ ହୋଇପାରେ ବର୍ଷା । ୨୦ ଓ ୨୧ ତାରିଖରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି । ୨୦ ତାରିଖ ବେଳକୁ ପଶ୍ଚିମ କେନ୍ଦ୍ରୀୟ ବଂଗୋପ ସାଗରରେ ଏକ ଘୂର୍ଣ୍ଣୀ ବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି । ଯାହା ଲଘୁଚାପରେ ପରିଣତ ହୋଇପାରେ । ଲଘୁଚାପ ଉତ୍ତର- ପଶ୍ଚିମ ଗତି ସମୟରେ ଉତ୍ତର ଓଡିଶାରେ ୨-୩ ଦିନ ପର୍ଯ୍ୟନ୍ତ ଲଗାଣ ବର୍ଷା ହେବାର ପୂର୍ବାନୁମାନ କରିଛି ପାଣିପାଗ ବିଭାଗ ।

୧୯ ରେ ନବରଙ୍ଗପୁର, କୋରାପୁଟ ଓ ରାୟଗଡାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଆସନ୍ତା ୨୦ ତାରିଖରେ ହେବାକୁ ଥିବା ଲଘୁଚାପର ପ୍ରଭାବରେ ସାରା ରାଜ୍ୟରେ ବର୍ଷା ଲାଗି ରହିବ ଓ ଉତ୍ତର ଓ ଦକ୍ଷିଣ ଓଡିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।

ବର୍ତ୍ତମାନ ଆନ୍ଧ୍ର ଉପକୂଳରେ ଯେଉଁ ଲଘୁଚାପ ସୃଷ୍ଟି ହୋଇଥିଲା ତାହା ଏବେ ଦୁର୍ବଳ ହୋଇ ଯାଇଛି ଓ ଏହାର ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ସ୍ଵଳ୍ପରୁ ମଧ୍ୟମ ଧରଣର ବର୍ଷା ଲାଗି ରହିଛି । ପାଣିପାଗ ବିଭାଗ ସୂଚନା ଅନୁଯାୟୀ ଆସନ୍ତା ୨୦ ତାରିଖରେ ହେବାକୁ ଥିବା ଲଘୁଚାପ ପ୍ରଭାବରେ ଉତ୍ତର ଓ ଦକ୍ଷିଣ ଓଡିଶାରେ ପ୍ରବଳ ରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।

କିନ୍ତୁ କେନ୍ଦ୍ରୀୟ ଅଞ୍ଚଳରେ ବା ମଧ୍ୟ ଓଡିଶାରେ ବର୍ଷାର ପରିମାଣ କମ ରହିବ । କିନ୍ତୁ ଏହି ଲଘୁଚାପର ପ୍ରଭାବ ସାରା ରାଜ୍ୟରେ ରହିବ । କିନ୍ତୁ ଏହି ୨୦ ତାରିଖ ମଧ୍ୟରେ ସାରା ରାଜ୍ୟରେ ସ୍ୱଳ୍ପ ପରିମାଣର ବର୍ଷା ହେବା ସହିତ ତାପମାତ୍ରାରେ ମଧ୍ୟ ବୃଦ୍ଧି ଘଟିବ । ଦୈନନ୍ଦିନ ଘଟୁଥିବା ଘଟଣା ବିଷୟରେ ଅପଡେଟ ପାଇବା ପାଇଁ ଆମ ପେଜକୁ ଲାଇକ କରି ଆମ ସହିତ ଯୋଡି ହୁଅନ୍ତୁ ।