ବଜରଙ୍ଗବଲିଙ୍କ କୃପା ରହିବ ଏହି ୫ଟି ରାଶି ଉପରେ, ଜାଣନ୍ତୁ କେମିତି କଟିବ ଆପଣଙ୍କ ଦିନ, 3 ଅଗଷ୍ଟ 2021

ରାଶିଫଳ ଚନ୍ଦ୍ର ଗ୍ରହର ଗଣନା ଉପରେ ଆଧାରିତ ହୋଇଥାଏ | ରାଶିଫଳ ବିଷୟରେ କହିବା ସମୟରେ ପାଞ୍ଜିର ଗଣନା ଓ ସଠିକ ଖଗୋଲୀୟର ବିଶ୍ଲେଷଣ କରାଯାଇଥାଏ | ଆମର ଏହି ରାଶିଫଳରେ ସମସ୍ତ ରାଶି ଗୁଡିକ ଭବିଷ୍ୟତ କୁହାଯାଇଥାଏ | ଏହି ରାଶିଫଳକୁ ପଢି ଆପଣ ନିଜର ପ୍ରତିଦିନର ଯୋଜନାକୁ ସଫଳ କରି ପାରିବେ |

ପଢନ୍ତୁ ଚନ୍ଦ୍ର ରାଶି ଉପରେ ଆଧାରିତ ରାଶିଫଳ | କେମିତି ରହିବ ଆଜିର ଦିନ | ମେଷ:- ବ୍ୟବସାୟରେ ଉନ୍ନତି ହେବାଫଳରେ ଖୁସି ରହିବେ | ନୂତନ ଦ୍ରବ୍ୟ କ୍ରୟ କରିବେ | ବନ୍ଧୁ ମିତ୍ରଙ୍କର ଆର୍ଥିକ ସହାୟତାରେ ନୂତନପନ୍ଥା ଅନୁସରଣ କରିବେ | କଳା, ସାହିତ୍ୟ, କ୍ରିଡାକ୍ଷେତ୍ରରେ ପ୍ରଶଂସା ମିଳିବ | ଧନ ଲାଭ ହେବାରୁ ମନ ଖୁସି ରହିବ | ଧାର୍ମିକ କାର୍ଯ୍ୟରେ ରୁଚି ବଢିବ | ରାଜନୈତିକ କ୍ଷେତ୍ରରେ ପ୍ରତିଷ୍ଠିତ ହେବାପାଇଁ କରିଥିବା ଯୋଜନା ସଫଳ ହୋଇପାରିବ |

ବୃଷ:-

ନିଜର କାର୍ଯ୍ୟରେ ଲାଭ ହେବାର ସମ୍ଭାବନା ଅଛି ଓ ଭାବମୂର୍ତ୍ତି ସୁରକ୍ଷିତ ରହିବ | ଜମିଜମା ସଙ୍କ୍ରାନ୍ତିୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ | ଆଲୋଚନା କ୍ଷେତ୍ରରେ ଠିକ୍ ନିସ୍ପତି ନେବେ | କଳେବଳେ କୌଶଳରେ ଅର୍ଥ ସଂଗ୍ରହ କରି ସଫଳତା ପାଇବେ | ସମାଜ ସେବା ଓ ରାଜନୀତିରେ ସ୍ଵନାମ ଅର୍ଜନ କରିପାରିବେ |

ମିଥୁନ:-

ମିଷ୍ଟାନ ଭୋଜନ, ଉଚ୍ଚଆଶା ପୂରଣ ହେବ | ମହିଳାମାନେ ଅଧିକ ଭାଗ୍ୟବାଦିନୀ ହୋଇ ନିଜ ଗୋଡରେ ନିଜେ ଠିଆ ହେବାକୁ ସାହସ ବାନ୍ଧିବେ | ପାରିବାରିକ ଦ୍ଵନ୍ଦର ଅବସାନ ଘଟିବ | ମାନସିକ ସ୍ଥିରତା ଦେଖାଦେବ | ବ୍ୟବସାୟୀମାନେ ଉତ୍ତମ ରୋଜଗାର କରି ଅନେକ ସୂତ୍ରରୁ କିଛି ଧନ ସମ୍ପତ୍ତି ପାଇବାର ଯୋଗ ଅଛି ଓ କାରବାର ଦିଗରୁ ପ୍ରଚୁର ଲାଭବାନ୍ ହେବେ |

କର୍କଟ:-

ଧନମାନ ଦିଗରୁ ସୁରକ୍ଷିତ ରହିବେ | ବ୍ୟବସାୟ କ୍ଷେତ୍ରରେ ପ୍ରତିଦ୍ୱନ୍ଦିତାରେ ସଫଳତା ମିଳିବ ଓ ଆଶାତୀତ ଲାଭ ପାଇବେ | ଭାଗୀଦାର ବ୍ୟବସାୟରେ ବାଦ ବିବାଦ ମେଣ୍ଟିଯିବା ଫଳରେ ଆର୍ଥିକସ୍ଥିତି ଆବଶ୍ୟକ ଠାରୁ ଅଧିକ ବିସ୍ତାରିତ ହେବ | ସାମାଜିକ ପ୍ରତିଷ୍ଠା ଓ ମାନ-ସମ୍ମାନ ବୃଦ୍ଧି ହେବ | ରାଜନୀତିରେ କୃତକାର୍ଯ୍ୟ ହେବେ |

ସିଂହ:-

ନୂତନ ଯୋଜନା ପ୍ରସ୍ତୁତ କରି ବ୍ୟବସାୟର ପ୍ରସାର ପ୍ରଚାର ଫଳରେ ଆଶାତୀତ ଆୟ ବୃଦ୍ଧି ପାଇ ଆର୍ଥିକ ଉନ୍ନତି ହେବ | ପାରିବାରିକ ଜୀବନରେ ଶାନ୍ତି ଆସିବ ଓ ସାମାଜିକ ପତିଆରା ଅମଳିନ ରହିବ | ଧାର୍ମିକ କାର୍ଯ୍ୟରେ ଦୂର ସ୍ଥାନକୁ ଯାତ୍ରା କରିବେ | ରାଜନୀତିରେ ସଫଳତା ମିଳିବ |

କନ୍ୟା:-

ସହକର୍ମୀ ଓ ଅଧସ୍ତନ କର୍ମଚାରୀଙ୍କ ସହ ସମ୍ପର୍କ ଭଲ ରହିବ | ଶୁଭ ସମାଚାର ପାଇ ଖୁସି ହେବେ | ବାଦବିବାଦ, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ସଫଳ ହେବେ | ବିନା ପରିଶ୍ରମରେ ଧନପ୍ରାପ୍ତି ହେବ | ଅନ୍ୟର ଉପକାର କରି ପ୍ରଶଂସିତ ହେବେ | ଶତୃମାନେ ପରାଜିତ ହୋଇ ମିତ୍ରଭାବ ଆଚରଣ କରିବେ |

ତୁଳା:-

ଆର୍ଥିକ କ୍ଷେତ୍ରରେ ଉନ୍ନତି ହେବ | ପାରିବାରିକ ଜୀବନ ସୁଖମୟ ହେବ | ଦାମ୍ପତ୍ୟ ସୁଖ ବୃଦ୍ଧି ହେବ | ସାମାଜିକ ପ୍ରତିଷ୍ଠା, ମାନ-ସମ୍ମାନ ବୃଦ୍ଧି ହେବ | ଋଣ ଭାରରୁ ମୁକ୍ତି ପାଇବେ | ସ୍ଵାସ୍ଥ୍ୟରେ ଉନ୍ନତି ହେବାରୁ ମନ ଭଲ ରହିବ | ବିଦେଶ ଯାତ୍ରାରେ ଲାଭବାନ ହେବେ | ଯୁବକ ଯୁବତୀ ମାନଙ୍କର ଆଶା ପୂରଣ ହେବ |

ବିଚ୍ଛା:-

ଆର୍ଥିକ ବୃଦ୍ଧି ସହ ବକେୟା ଅର୍ଥ ପ୍ରାପ୍ତି ହେବ | ସମ୍ମାନ ଲାଭ ସହ ନୂଆ ନୂଆ ଯୋଜନା ପ୍ରସ୍ତୁତ କରିବେ | ପରୀକ୍ଷା ପ୍ରତିଯୋଗିତାରେ ସଫଳ ହେବେ | ସାମାଜିକ ପ୍ରତିଷ୍ଠା, ମାନ-ସମ୍ମାନ ବୃଦ୍ଧି ହେବ | ବ୍ୟବସାୟରେ ବନ୍ଧୁ ମିତ୍ରଙ୍କ ସାହାଯ୍ୟରେ ବାକି ପଡ଼ିଥିବା ଅର୍ଥ ପ୍ରାପ୍ତି ହେବ | ଅନେକ ଦିନର ଅଭିଳାଷ ପୂରଣ ହେବ |

ଧନୁ:-

ସ୍ୱାସ୍ଥ୍ୟ ଭଲ ରହିବ | ଉତ୍ତମ କାର୍ଯ୍ୟ କରି ପ୍ରଶଂସା ପାଇବେ | ଶତ୍ରୁ ଓ ବିରୋଧୀ ମାନଙ୍କୁ ପରାସ୍ତ କରି ବିଜୟୀ ହେବେ | ନୂତନ ବ୍ୟବସାୟର ଶୁଭାରମ୍ଭ ସହ ଭଲ ରୋଜଗାର ମଧ୍ୟ କରି ପାରିବେ | ବୈଷୟିକ ଅଭିବୃଦ୍ଧି ପାଇଁ ସମାଧାନର ରାସ୍ତା ପ୍ରସ୍ତୁତ କରିବେ | ପ୍ରତିଯୋଗି ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇ ପାରିବେ |

ମକର:-

ସ୍ୱାସ୍ଥ୍ୟ ପ୍ରାୟ ଭଲ ରହିବ | ଅଧ୍ୟୟନରେ ଅଧିକ ପରିଶ୍ରମ କରିବା ଆବଶ୍ୟକ | ଶିଳ୍ପୀ, ସହିତ୍ୟିକ, ସଂଗୀତଜ୍ଞ, ଯାନ୍ତ୍ରିକ ମାନେ କ୍ଷାତି ଅର୍ଜନ କରିବେ | ବ୍ୟବସାୟରେ ଉତ୍ସାହ ବୃଦ୍ଧି ଯୋଗେ ମାନସମ୍ମାନ ବଜାୟ ରହିବା ସହ ଶତୃ ପରାଜିତ ହେବେ | ମାନସିକ ଶାନ୍ତି ଓ ଋଣଭାର ଲାଘବ ହେବ | ସାମାଜିକ ପ୍ରତିଷ୍ଠା ଓ ମାନ-ସମ୍ମାନ ବୃଦ୍ଧି ହେବ |

କୁମ୍ଭ:-

ଶିକ୍ଷାର୍ଥୀମାନେ ସଂଘର୍ଷ କରିବାକୁ ବାଧ୍ୟ ହୋଇ ଉଚ୍ଚ ଶିକ୍ଷାସ୍ଵପ୍ନ ସାର୍ଥକ କରିବେ | ଉଚ୍ଚବିଦ୍ୟା ଅଧ୍ୟୟନ ପାଇଁ ବାହ୍ୟ ଦେଶକୁ ଯାତ୍ରା କରିବେ | ସ୍ୱାସ୍ଥ୍ୟ ଭଲ ରହିବ | ବ୍ୟବସାୟରେ ଉନ୍ନତି ଓ ଅଗ୍ରଗତିର ସୁଯୋଗ ପାଇବେ | ମୂଲ୍ୟବାନ ବା ସୌଖୀନ ପଦାର୍ଥ ସଂଗ୍ରହ ତଥା ନିର୍ମାଣ କ୍ଷେତ୍ରରେ ଅଗ୍ରଗତି ନିମନ୍ତେ ସମର୍ଥ ହୋଇ ପାରିବେ |

ମୀନ:-

ରାଜନୀତି କ୍ଷେତ୍ରରେ ଧୈର୍ଯ୍ୟ ଓ ବୁଦ୍ଧିବଳରେ ନିଜର କାର୍ଯ୍ୟ ହାସଲ କରିପାରିବେ | ପରିବାରରେ ସୁସ୍ଥ ବାତାବରଣ ଜାରି ରହିବା ସହ ଭାଇ ଓ ଭଉଣୀ ମାନଙ୍କ ସହିତ ଉତ୍ତମ ସମ୍ପର୍କରେ ରହିବ | ବ୍ୟବସାୟୀମାନେ ପ୍ରତିଦ୍ଵନ୍ଦିତାର ମୁହାଁମୂହିଁ ହୋଇ ଧନମାନ ଦିଗରୁ ସୁରକ୍ଷିତ ରହିବେ |