Breaking News: ଆସିଲା ବଡ ଖବର, ଖରାଛୁଟି ପରେ ନୂଆ ନିୟମରେ ଖୋଲିବ School

ନମସ୍କାର ବନ୍ଧୁଗଣ ତେବେ ରାଜ୍ୟରେ ବିଦ୍ୟାଳୟରେ ଏବେ ଖରାଛୁଟି ଚାଲିଛି । ଖରାଛୁଟି ସରିବା ପରେ କିଭଳି ଭାବେ ବିଦ୍ୟାଳୟରେ ପାଠ ପଢାଯିବ ସେନେଇ ଓଡ଼ିଶା ବିଦ୍ୟାଳୟ ଶିକ୍ଷା ପ୍ରାଧିକରଣ(ଓସେପା) ପକ୍ଷରୁ ନିୟମାବଳୀ ଜାରି କରାଯାଇଛି । ଏନେଇ ସମସ୍ତ ଜିଲ୍ଲା ଶିକ୍ଷା ଅଧିକାରୀ(ଡିଇଓ) ଓ ଜିଲା ପ୍ରକଳ୍ପ ସଂଯୋଜକ(ଡିପିସି)ଙ୍କୁ ଓସେପା ରାଜ୍ୟ ପ୍ରକଳ୍ପ ନିର୍ଦେଶକ ଅନୁପମ ଶାହା ଚିଠି ଲେଖିଛନ୍ତି ।

ଚିଠିରେ ଉଲ୍ଲେଖ କରିଛନ୍ତି ଯେ ଖରାଛୁଟି ସରିବା ପରେ ନୂଆ ଶିକ୍ଷାବର୍ଷ ଆରମ୍ଭ ହେବ । ଠିକଣା ଢଙ୍ଗରେ ଶିକ୍ଷାଦାନ ଆରମ୍ଭ କରିବାକୁ ନିୟମାବଳୀ ଦିଆଯାଇଛି । ଶତପ୍ରତିଶତ ପାଠ୍ୟ ଖସଡ଼ା ସାରିବା ଦିଗରେ ପଦକ୍ଷେପ ନେବାକୁ ସମସ୍ତ ଡିଇଓଙ୍କୁ ନିର୍ଦେଶ ଦିଆଯାଇଛି । ତେବେ ସବୁ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ସମସ୍ତ ଶିକ୍ଷକଙ୍କ ସହ ପାଠ୍ୟକ୍ରମ, ପାଠ ପଢା ସମୟ ସମ୍ବନ୍ଧରେ ଆଲୋଚନା କରିବେ ।

କିଭଳି ଭାବେ ସଠିକ୍ ଭାବେ ବିଦ୍ୟାର୍ଥୀ ଶିକ୍ଷା ପାଇବେ ସେ ଦିଗରେ ଯୋଜନା ପ୍ରସ୍ତୁତ କରିବେ । କରୋନା କାଳରେ କ୍ଷତିଭରଣା ପାଇଁ ପ୍ରସ୍ତୁତ ହୋଇଥିବା ପୁସ୍ତକ ସହ ପାଠ୍ୟକ୍ରମର ପୁସ୍ତକ ପଠାଯିବ । ସବୁ ବିଦ୍ୟାର୍ଥୀ ଯେଭଳି ଦୁଇ ପ୍ରକାର ପୁସ୍ତକ ପାଇବେ ସେ ଦିଗରେ ପ୍ରଧାନଶିକ୍ଷକ ଧ୍ୟାନ ଦେବେ । ଶ୍ରେଣୀ ଓ ବିଷୟଭିତ୍ତିକ ପାଠପଢା ସମୟ ସାରଣୀ ପ୍ରତି ଶ୍ରେଣୀଗୃହରେ ବିଦ୍ୟାର୍ଥୀଙ୍କ ପାଇଁ ଲଗାଯିବ ।

ଛାତ୍ରଛାତ୍ରୀଙ୍କ ଦକ୍ଷତା ଯାଞ୍ଚ ପରେ ଖରାପ ପ୍ରଦର୍ଶନ କରିଥିବା ଛାତ୍ରଛାତ୍ରୀଙ୍କ ଦକ୍ଷତା ବୃଦ୍ଧି ପାଇଁ ଶିକ୍ଷାନୁଷ୍ଠାନ ପକ୍ଷରୁ ପ୍ରୟାସ କରାଯିବ । ସେମାନଙ୍କୁ ପୃଥକ ଭାବେ ଅତିରିକ୍ତ ପାଠ ପଢାଯିବା ସହ ନିୟମିତ ପାଠ ମଧ୍ୟ ପ୍ରଦାନ କରାଯିବ । ତେବେ ଶିକ୍ଷକମାନେ ପାଠପଢାରେ ହୋଇଥିବା କ୍ଷତି ଭରଣା ପାଇଁ ସ୍ବତନ୍ତ୍ର ଯୋଜନା କରିବେ । ସିଆରସିସି ମାନେ ନିଜ କ୍ଲଷ୍ଟରରେ ପାଠପଢା ଉପରେ ତୀକ୍ଷଣ ନଜର ରଖିବା ସହ ରୀତିମତ ଯାଞ୍ଚ କରିବେ ।

ଛାତ୍ରଛାତ୍ରୀଙ୍କ ସୁରକ୍ଷା ଓ ନିରାପତ୍ତାକୁ ଶିକ୍ଷାନୁଷ୍ଠାନ କର୍ତ୍ତୃପକ୍ଷ ପ୍ରାଥମିକତା ଦେବେ । ବିଦ୍ୟାର୍ଥୀଙ୍କ ଉପଯୋଗୀ ପରିବେଶ ବିଦ୍ୟାଳୟରେ ସୃଷ୍ଟି କରାଯିବ । ଶିକ୍ଷକ ଶିକ୍ଷୟିତ୍ରୀ ଠିକ୍ ଭାବେ ପଢାଉଛନ୍ତି କି ନାହିଁ ସେ ଦିଗରେ ପ୍ରଧାନଶିକ୍ଷକ ଧ୍ୟାନ ଦେବେ । ଶିକ୍ଷକଙ୍କ ପାଠପଢା ତଥ୍ୟ ବିଦ୍ୟାଳୟରେ ସ୍ବତନ୍ତ୍ର ରେଜିଷ୍ଟରରେ ଉଲ୍ଲେଖ ରହିବ ।

ପ୍ରତି ପାଠ୍ୟକ୍ରମର ବିଷୟଗତ ନୋଟ ପିଲାଙ୍କ ପ୍ରଦାନ ପୂର୍ବରୁ ପ୍ରଧାନଶିକ୍ଷକ ତାକୁ ଯାଞ୍ଚ କରିବେ । ଏଦିଗରେ ପଦକ୍ଷେପ ନେବାକୁ ସବୁ ଡିଇଓ ଓ ଡିପିସିଙ୍କୁ ନିର୍ଦେଶ ଦିଆଯାଇଛି । ତେବେ ଏହା ଉପରେ ଆପଣଙ୍କ ମତାମତ କଣ ନିଶ୍ଚିତ ଜଣାନ୍ତୁ ।