ଆଜିର ରାଶିଫଳ, 22 ନଭେମ୍ବର 2018 ଗୁରୁବାର – ମହାଲକ୍ଷ୍ମୀ ଏହି ୪ଟି ରାଶି ଉପରେ ଧାନର ବର୍ଷା କରିବେ

ମେଷ

ଆଜି ଆପଣ ନିଜ ଘରର ସାଜସଜ୍ଜାକୁ ଗୋଟିଏ ନୂଆରୂପ ଦେବାକୁ ଚ଼ାହିଁବେ । ଏଥିରୁ ଆପଣ ନିଜ ଜୀବନରେ ମଧ୍ୟ ନୂଆ ଭାବନା ଅନୁଭବ କରିବେ, ଘରେ କରାଯାଇଥିବା ଏହି ପରିବର୍ତ୍ତନ ଆପଣଙ୍କର ନିଜ ଭିତରେ ଥିବା ପରିବର୍ତ୍ତନ କୁ ହିଁ ଦର୍ଶାଇବ । ଆଜି କାର୍ଯ୍ୟରେ ସମ୍ପୂର୍ଣ୍ଣ ବ୍ୟସ୍ତ ରହିବେ । ଏଥିପାଇଁ ଧନ ଖର୍ଚ୍ଚ ମଧ୍ୟ ହୋଇପାରେ । ସରକାରୀ କାମରେ ସଫଳତା ମିଳିବ । ଦୂରରେ ରହୁଥିବା ବନ୍ଧୁଙ୍କଠାରୁ ଶୁଭ ସମାଚାର ମିଳିପାରେ । ପର୍ଯ୍ୟଟନର ସମ୍ଭାବନା ଅଛି |ଜଗନ୍ନାଥଙ୍କର ଆଶୀର୍ବାଦ ସହିତ ଆପଣ ନୂଆ କାର୍ଯ୍ୟର ପ୍ରାରମ୍ଭ କରି ପାରିବେ । ଚାକିରି କରୁଥିବା ଲୋକମାନଙ୍କ ପାଇଁ ଆଜିର ଦିନ ଶୁଭ ଅଟେ । ଆୟ ବୃଦ୍ଧି କିମ୍ବା ପଦୋନ୍ନତିର ଯୋଗ ଅଛି |ପ୍ରତିକାର:- ଗୋମାତାର ସେବାକରିବା ଆବଶ୍ୟକ ।

ବୃଷ

ନିଜର କୌଶଳ ଏବଂ ସାହସକୁ ପାଥେୟ କରି ଆପଣଙ୍କ ରାସ୍ତାରେ ଆସୁଥିବା ସବୁ ବାଧାବିଘ୍ନକୁ ଆପଣ ସମାଧାନ କରିବେ । ଆପଣଙ୍କର ଏହି ଆସାଧାରଣ ନକ୍ଷତା ଯୋଗୁଁ ବାଧାବିଘ୍ନ ସବୁ ଆପେ ଦୂରେଇଯିବ । ସରକାରୀ ଲାଭର ଆଶା ରଖିପାରନ୍ତି । ଗୃହସ୍ଥ ଜୀବନରେ ସୁଖ- ଶାନ୍ତି ରହିବ । ଉଚ୍ଚ ପଦାଧିକାରିମାନଙ୍କର ପ୍ରୋତ୍ସାହନ ଆପଣଙ୍କ ଉତ୍ସାହ ବଢ଼ାଇବ । ଅଧୂରା କାର୍ଯ୍ୟ ସଂପୂର୍ଣ୍ଣ ହେବ । ଦାମ୍ପତ୍ୟଜୀବନରେ ମଧୁରତା ରହିବ । ସରକାରଙ୍କ ତରଫରୁ ଲାଭ ପ୍ରାପ୍ତି କରି ପାରିବେ । ପ୍ରତିକାର : ବାପା ମାଆଙ୍କୁ ପୂର୍ଣ୍ଣ ଆଦର ଓ ସତ୍କାର କରନ୍ତୁ

ମିଥୁନ

ଆପଣଙ୍କ ପରିବାର ଲୋକଙ୍କ ସାଙ୍ଗରେ ଆପଣଙ୍କ ସମ୍ପର୍କ ବହୁତ ମଧୁର ଅଟେ । ନିଜର ସମ୍ପର୍କ ମଧୁର କରିବା ପାଇଁ ଆପଣ ବହୁତ ଚ଼େଷ୍ଟା କରିଛନ୍ତି, ଚ଼େଷ୍ଟା ଜାରି ରଖନ୍ତୁ । ଆଜି ଆପଣ ଏକାଗ୍ରତା ଅନୁଭବ କରିବେ । ନିଜର କାମକୁ ଠିକ୍ ଭାବରେ କରିବା ପାଇଁ ପ୍ଲାନିଙ୍ଗ କରିପାରନ୍ତି । ଧାର୍ମିକ କାର୍ଯ୍ୟଗୁଡ଼ିକ ପଛରେ ଖର୍ଚ୍ଚ ହେବ । କଚେରୀର କାମରେ ଅତ୍ୟଧିକ ସାବଧାନ ରହିବାର ଆବଶ୍ୟକତା ଅଛି, ପ୍ରତିକାର- ଷଣ୍ଢକୁ ଖାଇବାକୁ ଦିଅନ୍ତୁ ।

କର୍କଟ

ଆଜି ଆପଣ ନିଜର ବନ୍ଧୁମାନଙ୍କ କଥା ନଶୁଣି , ନିଜର ହୃଦୟ କଥା ଶୁଣନ୍ତୁ । ଆପଣଙ୍କ ଅନ୍ତରର ବାଣି ହିଁ ଆପଣଙ୍କୁ ନୂତନ ଦିଗଦର୍ଶନ ଦେବ । ଆପଣ ନିଜେ ହିଁ ନିଜକୁ ଆଗେଇ ନେବାରେ ସାହାୟକ ହୋଇଛନ୍ତି ଏବଂ ଏବେ ଆପଣଙ୍କୁ ସଠିକ୍ ନିର୍ଣ୍ଣୟ ନେବା ଉଚ଼ିତ୍ । ଶାରୀରିକ ଏବଂ ମାନସିକ ରୂପରେ ସ୍ଵସ୍ଥତା ଏବଂ ସତେଜ ରହିବେ । ଆର୍ଥିକ ଦୃଷ୍ଟିରୁ ଆପଣଙ୍କ ଦିନ ଲାଭଦାୟୀ ରହିବ । ବନ୍ଧୁ ତଥା ମିତ୍ରମାନଙ୍କ ସହିତ ସୁରୁଚିପୂର୍ଣ୍ଣ ଭୋଜନର ଆନନ୍ଦ ନେବେ । ଏକାଧିକ ପର୍ଯ୍ୟଟନର ମଧ୍ୟ ଆୟୋଜନ ହେବାର ସମ୍ଭାବନା |ପ୍ରତିକାର:- ଗାଈକୁ ରୁଟି ଓ ଗୁଡ଼ ଖାଇବାକୁ ଦିଅନ୍ତୁ ।

ସିଂହ

କୌଣସି ନିକଟ ସମ୍ପର୍କିୟ ସାଂଗରେ ଆପଣଙ୍କର ଖରାପ ସମ୍ପର୍କ ହୋଇପାରେ । ଆପଣ ଏହି ସମ୍ପର୍କକୁ ଶିଘ୍ର ଠିକ କରିବାକୁ ଚାହିଁବେ । କିନ୍ତୁ ଆପଣଙ୍କ ଚାହିଁବା ମୁତାବେକେ ଏମିତି ହୋଇପାରୁ ନାହିଁ । ବୋଧହୁଏ ତାଙ୍କୁ ଅଧିକ ସମୟ ଲାଗିବ |କ୍ରୋଧ ଉପରେ ନିୟନ୍ତ୍ରଣ ରଖିବେ । ଆଜି ନିଜକୁ ମଧ୍ୟ ନିୟନ୍ତ୍ରଣ ରଖିବାକୁ ବହୁତ ଆବଶ୍ୟକ ଅଛି । ଖାଇବା ପିଇବାର ଧ୍ୟାନ ଯଦି ନ ରଖିବେ ତେବେ ସ୍ଵାସ୍ଥ୍ୟ ଖରାପ ହେବାର ପୂରା-ପୂରା ସମ୍ଭାବନା ଅଛି, ପ୍ରତିକାର:- ମସୁର ଡାଲି ମନ୍ଦିରରେ ଦାନ କରନ୍ତୁ ।

କନ୍ୟା

ଆପଣଙ୍କର ଏବଂ ଆପଣଙ୍କ ପରିବାର ମଧ୍ୟରେ ସମସ୍ୟା ଗୁରୁତ୍ୱ ପୂର୍ଣ୍ଣ ଭାବରେ ଚାଲୁଅଛି । ଯଦି ଆପଣଙ୍କର ମଧ୍ୟରେ ଝଗଡା ଚାଲିଥାଏ ଏବଂ କଥାବାର୍ତ୍ତା ମାଧ୍ୟମରେ ସମାଧାନ ନ ହୁଏ ତେବେ ଆପଣ ନିଜ ପରିବାର ଲୋକଙ୍କୁ ଅଧିକ ସମୟ ଦେବା ଉଚିତ ହେବ । ସ୍ଵାସ୍ଥ୍ୟର ଧ୍ୟାନ ରଖିବେ । ବ୍ୟାପାରରେ ଭାଗିଦାରୀ ସହିତ ସମ୍ବନ୍ଧ ଖରାପ ନ ହେଉ, ଏହାର ଧ୍ୟାନ ରଖିବେ । ବାଣୀ ଏବଂ ବ୍ୟବହାରକୁ ଆଜି ସଂତୁଳିତ ରଖିବାର ଆବଶ୍ୟକତା ଅଛି, ପ୍ରତିକାର : ପିତା ମାତାଙ୍କ ପରାମର୍ଶ ଗ୍ରହଣ କରନ୍ତୁ ।

ତୁଳା

ଆଜି କାଲି ନିଜ ଲୋକଙ୍କ ସାଂଗରେ ଆପଣଙ୍କର ସମ୍ପର୍କ ଭଲ ନାହିଁ । ଆପଣ ଆଜି ଦୁଃଖ ଅନୁଭବ କରିବେ ଏବଂ ଆପଣ ଆଜି ରାଗି ମଧ୍ୟ ପାରନ୍ତି । ସନେ ରଖନ୍ତୁ କେବଳ ଥଣ୍ଡା ମିଜାସରେ ଆପଣଙ୍କ ପରିସ୍ଥିତିକୁ ସମ୍ଭାଳି ପାରିବେ । ଆଜି ଆପଣ ନିଜର ପସନ୍ଦର ବିଷୟ ଉପରେ ଏବଂ ଅଧିକ ସୂଚନା ଏକାଠି କରିବାପାଇଁ ପ୍ରୟାସ କରିବେ । ଆପଣଙ୍କ କଳ୍ପନା ଏବଂ ସୃଜନଶକ୍ତିର ପ୍ରଗତିରେ ସନ୍ତୋଷ ଅନୁଭବ କରିବେ । ବ୍ୟର୍ଥ ବାଦ-ବିବାଦ କିମ୍ବା ଚର୍ଚ୍ଚାରେ ନ ପଡ଼ିବା ପାଇଁ ଉପଦେଶ, ପ୍ରତିକାର:- ମାଦକ ଦ୍ରବ୍ୟ ବ୍ୟବହାର କରନ୍ତୁ ନାହିଁ ।

ବିଛା

ଆପଣ ଏବଂ ଆପଣଙ୍କର ସାଙ୍ଗ ମଧ୍ୟରେ ଥିବା ସମ୍ପର୍କରେ ଅଧିକ ଦୃଢତା ଆସିବ । ଆପଣଙ୍କ ମଧ୍ୟରେ ଚିନ୍ତାଧାରାରେ ବହୁତ ସାମଞ୍ଜସ୍ୟ ଥିବାରୁ ଏକା ସାଂଗରେ ସମୟ କଟାଇବାକୁ ବହୁତ ଭଲ ଲାଗିବ । ଏହି ସମ୍ପର୍କକୁ ଏହି ଭଳି ବଜାଇ ରଖନ୍ତୁ । ମାନସିକ ଏବଂ ଶାରୀରିକ ଆଳସ୍ୟ ହୋଇପାରେ । ପରିବାରରେ ବଡ଼ମାନଙ୍କ ସହିତ ମନମାଳିନ୍ୟ ନ ହେଉ, ଏହାର ଧ୍ୟାନ ରଖିବେ । ମାତାଙ୍କର ସ୍ଵାସ୍ଥ୍ୟ ଖରାପ ହୋଇପାରେ । ଆର୍ଥିକ କ୍ଷତିଗ୍ରସ୍ତ ଏବଂ ସାର୍ବଜନିକ ଜୀବନରେ ମାନହାନି ନ ହେଉ ଏହାର ଧ୍ୟାନ ରଖିବେ, ପ୍ରତିକାର : କଳା କୁକୁରର ସେବା କରନ୍ତୁ ।

ଧନୁ

କେବେ ଆପଣ ଭାବିଛନ୍ତି ଯେ କାହିଁକି ଆପଣଙ୍କ ଘରେ ଏତେ କଳି ହେଉଛି ? ବୋଧହୁଏ ଆପଣଙ୍କୁ ନିଜ କ୍ରୋଧ ସମ୍ବରଣ କରିବା ଉଚ଼ିତ୍ । ଆପଣ ନିଜ ପରିବାରବର୍ଗଙ୍କୁ ସମ୍ମାନ ପ୍ରଦର୍ଶନ କଲେ ସେମାନେ ମଧ୍ୟ ଆପଣଙ୍କୁ ପ୍ରତିଦାନରେ ଯଥୋଚ଼ିତ ସମ୍ମାନ ଦେବେ । ଆଜି ଅଳ୍ପ ବ୍ୟସ୍ତ ରହିପାରନ୍ତି । ଏହା ପଛରେ ଧନ ଖର୍ଚ୍ଚ ମଧ୍ୟ ହେବ । ସରକାରୀ କାମରେ ସଫଳତା ମିଳିବ । ଦୂରରେ ରହୁଥିବା ପରିଜନମାନଙ୍କ ଶୁଭ ସମାଚାର ମିଳିପାରେ । ପର୍ଯ୍ୟଟନର ସମ୍ଭାବନା ଅଛି ।  ପ୍ରତିକାର:- କୌଣସି ଜିନିଷ କାହାଠାରୁ ମାଗଣାରେ ଗ୍ରହଣ କରନ୍ତୁ ନାହିଁ ।

ମକର

ଆଜି ଦିନରେ ମିଶ୍ରିତ ମାନସିକତା ଅନୁଭବ କରିବେ । ରୁଚି ସଂପନ୍ନ କାର୍ଯ୍ୟ କରି ମନକୁ ପ୍ରଫୁଲ୍ଲ ରଖନ୍ତୁ । ନାଚ , ଗୀତ ଅଧ୍ୟୟନ ଓ ବଂଧୁ ମାନଙ୍କସହ ବାର୍ତ୍ତାଳାପ ରହି କାର୍ଯ୍ୟରେ ସମୟ କଟାଇପାରନ୍ତି । ବାଣୀ ଉପରେ ନିୟନ୍ତ୍ରଣ ରଖିବେ । ଏଥିପାଇଁ ବିଚାରକରି କଥାହେବେ । କୁଟୁମ୍ବମାନଙ୍କ ସହିତ ଭୁଲ ବୁଝାବଣା ନ ସୃଷ୍ଟି ହେଉ ଏହାର ଧ୍ୟାନ ରଖିବେ । ସ୍ଵାସ୍ଥ୍ୟର ଧ୍ୟାନ ରଖିବାକୁ ହେବ । ଶେୟାର-ସଟ୍ଟା ଆଦି ପ୍ରବୃତ୍ତିରେ ପୁଞ୍ଜି ନିବେଶ କରିପାରନ୍ତି, ପ୍ରତିକାର:- କୁକୁରକୁ ଖାଦ୍ୟ ଦିଅନ୍ତୁ

କୁମ୍ଭ

ଆଜି ଆପଣଙ୍କୁ ସଫଳତା ମିଳିବାର ବହୁମାତ୍ରାରେ ସଙ୍କେତ ଅଛି । ଯଦି ଆପଣଙ୍କୁ ନିଜ ସଫଳତା ପାଇଁ ଅନ୍ୟମାନଙ୍କ ଠାରୁ ସହାନୁଭୂତି ମିଳୁଛି, ତେବେ ବ୍ୟସ୍ତ ହୁଅନ୍ତୁ ନାହିଁ । ଜଗନ୍ନାଥଙ୍କର ଆଶୀର୍ବାଦ ସହିତ ଆପଣ ନୂଆ କାର୍ଯ୍ୟଗୁଡ଼ିକର ପ୍ରାରମ୍ଭ କରି ପାରିବେ । ଚାକିରିରେ ଥିବା ଲୋକମାନଙ୍କ ପାଇଁ ଆଜିର ଦିନ ଶୁଭ ଅଟେ । ଆୟ ବୃଦ୍ଧି କିମ୍ବା ପଦୋନ୍ନତିର ଯୋଗ ଅଛି । ସରକାରୀ ଲାଭର ଆଶା ରଖିପାରନ୍ତି, ପ୍ରତିକାର:- ଗୁଡ଼ ରୁଟି ଗାଈକୁ ଖାଇବାକୁ ଦିଅନ୍ତୁ ।

ମୀନ

କୌଣସି ଏକ ଅଶୋଭନୀୟ କଥାବାର୍ତ୍ତା ଉପରେ ନିୟନ୍ତ୍ରଣ ରଖନ୍ତୁ । କାରଣ ସାମାନ୍ୟ କଥାରେ ଆପଣ ଉତ୍ତେଜିତ ହୋଇ ପାରନ୍ତି ଓ ଝଗଡା ହୋଇପାରେ । ଶାନ୍ତିର ସହ ନିଜର କାଯ୍ୟରେ ନିୟୋଜିତ ରୁହନ୍ତୁ । କ୍ରୋଧ ଉପରେ ନିୟନ୍ତ୍ରଣ ରଖିବେ । ଆଜି ନିୟନ୍ତ୍ରଣ ରଖିବାକୁ ବହୁତ ଆବଶ୍ୟକ ଅଟେ । ଖାଇବା ପିଇବାର ଧ୍ୟାନ ଯଦି ନ ରଖିବେ ତେବେ ସ୍ଵାସ୍ଥ୍ୟ ଖରାପ ହେବାର ପୂରା ସମ୍ଭାବନା ଅଛି , ପ୍ରତିକାର:- ଅସହାୟାଙ୍କୁ ସାହାଯ୍ୟ କରନ୍ତୁ ।