ମହାଦେବଙ୍କ କୃପା ରହିବ ଏହି ୬ଟି ରାଶି ଉପରେ, ହେବ ବଡ ପରିବର୍ତ୍ତନ, 2 ଅଗଷ୍ଟ 2021

ରାଶିଫଳ ଚନ୍ଦ୍ର ଗ୍ରହର ଗଣନା ଉପରେ ଆଧାରିତ ହୋଇଥାଏ । ରାଶିଫଳ ବିଷୟରେ କହିବା ସମୟରେ ପାଞ୍ଜିର ଗଣନା ଓ ସଠିକ ଖଗୋଲୀୟର ବିଶ୍ଲେଷଣ କରାଯାଇଥାଏ । ଆମର ଏହି ରାଶିଫଳରେ ସମସ୍ତ ରାଶି ଗୁଡିକ ଭବିଷ୍ୟତ କୁହାଯାଇଥାଏ । ଏହି ରାଶିଫଳକୁ ପଢି ଆପଣ ନିଜର ପ୍ରତିଦିନର ଯୋଜନାକୁ ସଫଳ କରି ପାରିବେ ।

ପଢନ୍ତୁ ଚନ୍ଦ୍ର ରାଶି ଉପରେ ଆଧାରିତ ରାଶିଫଳ । କେମିତି ରହିବ ଆଜିର ଦିନ । ବୃଷ : କର୍ମକ୍ଷେତ୍ରରେ ନିଜ କର୍ମଯୋଗକୁ ଅଧିକ ମହତ୍ତ୍ୱ ଦେଇ ତଳୁ ଉପର ସ୍ତର ଯାଏଁ ଆଦୃତି ଓ ମାନ୍ୟତା ଅର୍ଜ୍ଜନ କରିବେ । ମାଲି ମୋକଦ୍ଦମାରେ ମୁଣ୍ଡ ଉଚ୍ଚା ରହିବ । ରାଜନୀତି କ୍ଷେତ୍ରରେ ମାନସମ୍ମାନ ପ୍ରତିଷ୍ଠା ପ୍ରତିପତ୍ତି ଅକ୍ଷୁର୍ଣ୍ଣ ରହିବ । ବ୍ୟବସାୟରେ ଶ୍ରମ ସାର୍ଥକ ହେବ, ଆୟ ବଢିବ । ଅନେକ ଦିନର ଅଭିଳାଷ ପୂର୍ଣ୍ଣ ହେବା ସହ ଉଚ୍ଚ ଆଶାରେ ଆଗେଇବେ । ଜାଗାଜମି, ଉଚ୍ଚସ୍ତରୀୟ ବାହନ ଆଦି ଆଜି କ୍ରୟ ନକରିବା ଉଚିତ୍ ।

ସିଂହ : ସୁନା, ରୂପା, କଂସା, ପିତ୍ତଳ, ତେଜରାତି, ଷ୍ଟେନସାରୀ, ଔଷଧ ବ୍ୟବସାୟୀ ମାନଙ୍କୁ ଉତ୍ତମ ଲାଭ ପ୍ରାପ୍ତି ହେବ । ସରକାରୀ କର୍ମଚାରୀମାନେ ଉପରିସ୍ଥ ଅଧିକାରୀଙ୍କ ସାହାଯ୍ୟ ସହଯୋଗ ପାଇ ଆନନ୍ଦିତ ହେବେ । ପୁରାତନ ରୋଗରୁ ମୁକ୍ତି ପାଇ ସ୍ୱାସ୍ଥ୍ୟରେ ପରିବର୍ତ୍ତନ ଦେଖାଦେବ । ବ୍ୟବସାୟିକ ପ୍ରତିଦ୍ୱନ୍ଦ୍ୱିତାରେ ସଫଳ ହେବେ । କୌଣସି ଶୁଭ ସମାଚାର ମଧ୍ୟ ଶୁଣିବେ । ଜାଗାଜମି, ଉଚ୍ଚସ୍ତରୀୟ ବାହନ ଆଦି ଆଜି କ୍ରୟ ନକରିବା ଉଚିତ୍ । ଆୟ ଉପାର୍ଜନ କ୍ଷେତ୍ରପ୍ରତି ସଙ୍କଟ ସୃଷ୍ଟି ହେବ ନାହିଁ । ପରିବାରରେ ଜଟିଳ ପରିସ୍ଥିତି ହେଲେ ମଧ୍ୟ କୌଣସି ଅସୁବିଧା ହେବ ନାହିଁ ।

ତୁଳା: ସନ୍ତାନଙ୍କ ସମ୍ବନ୍ଧିତ କୌଣସି ମହତ୍ଵପୂର୍ଣ୍ଣ କାମ ବା ଚାକିରୀ ଇତ୍ୟାଦି ସଂପୂର୍ଣ୍ଣ ହେବ । ନୂତନଦ୍ରବ୍ୟ କ୍ରୟକଲେ ଲାଭମିଳିବ, କିନ୍ତୁ ବିରୋଧି ଓ ଶତୃମାନଙ୍କୁ ନଜର ରଖିବାକୁ ହେବ । ବନ୍ଧୁଙ୍କ ଆର୍ଥିକ ସହାୟତାରେ ଖୁସିହେବେ । ବିଦ୍ୟାଧ୍ୟୟନ ସମ୍ବନ୍ଧିୟ ଶୁଭ ସମାଚାର ପ୍ରାପ୍ତ ହେବ । ଚଳଚ୍ଚିତ୍ର ତଥା ଅନୁଷ୍ଠାନିକ କାମରେ ପ୍ରଶଂସା ମିଳିବ । ବ୍ୟାପାରରେ ଅଟକି ଥିବା ଅର୍ଥ ମିଳିଯିବା ଫଳରେ ସାବଧାନ ରହି ଆର୍ଥିକସ୍ଥିତି ସୁଧାରିବାକୁ ଚେଷ୍ଟା କରିବେ । ପ୍ରେମପ୍ରସଙ୍ଗରେ ସଫଳତା ମିଳିବାର ସମ୍ଭାବନା ଅଛି । ଉଚ୍ଚଶିକ୍ଷା ଅଧ୍ୟୟନ ପାଇଁ ବିଦେଶ ଯାତ୍ରା କରି ପାରନ୍ତି ।

ବିଚ୍ଛା: ପୈତୃକ ସମ୍ପତ୍ତି ନେଇ ବିବାଦର ସମାଧାନ ହେବ । ଆତ୍ମୀୟ ମିତ୍ରଙ୍କ ସାହାଯ୍ୟରେ ବନ୍ଦ ଥିବା କାର୍ଯ୍ୟ ପୂରଣ ହେବ । ପ୍ରତିଯୋଗୀତା ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇ ପାରିବେ । ସ୍ୱାସ୍ଥ୍ୟରେ ଉନ୍ନତି ହେବ । ସନ୍ତାନଙ୍କ ସମ୍ବନ୍ଧିତ କୌଣସି ମହତ୍ଵପୂର୍ଣ୍ଣ କାମ ସଂପୂର୍ଣ୍ଣ ହେବ । ଆଧ୍ୟାତ୍ମିକ କ୍ଷେତ୍ରରେ ଉନ୍ନତି ହେବ । ବିଗିଡିଥିବା କାର୍ଯ୍ୟ କାହାର ସାହାଯ୍ୟ ଦ୍ଵାରା ସମ୍ପନ୍ନ ହେବ । ପ୍ରିୟଜନମାନେ ଆଗକୁ ବଢିବାରେ ସାହାଯ୍ୟ କରିବେ । କୌଣସି ଦୂର ସ୍ଥାନକୁ ଯାତ୍ରା କରିଲେ ଧନ ପ୍ରାପ୍ତି ହେବାର ଉପଯୁକ୍ତ ସମୟ । ମହିଳା ମାନେ ସମ୍ବନ୍ଧ ଓ ସମ୍ପର୍କରେ ସୁଖ ଶାନ୍ତିରେ ଦିନଟି କଟାଇବେ ।

ମକର: ମିତ୍ର ବା ଜରୁରୀମନ୍ଦଙ୍କ ସହାୟତା ପାଇଁ ହାତ ବଢାଇବେ । ନିଜର କାମ କରିବା ଷ୍ଟାଇଲରେ କିଛି ବଦଳାଇବାକୁ ଗୁରୁତ୍ଵ ଦେବେ । କଳା, ସାହିତ୍ୟ, କ୍ରିଡା, ଚଳଚ୍ଚିତ୍ର ତଥା ରାଜନୀତି କ୍ଷେତ୍ର ସୁଦୃଢ ହେବ । ଗୁରୁଜନଙ୍କ ସେବା ଓ ସହମତିରେ ଆଗକୁ ବଢିପାରିବେ । ସମସ୍ତ ଫଇସଲା ଓ ନିର୍ଣ୍ଣୟ ବୁଦ୍ଧିମତାର ପରିପୂର୍ଣ୍ଣ ହେବ । କୌଣସି ସହୃଦୟ ବ୍ୟକ୍ତିଙ୍କଠାରୁ ଯଥେଷ୍ଟ ସହାୟତା ପାଇବେ । ବିଦ୍ୟାରେ ଯଥେଷ୍ଟ ଫଳ ପ୍ରାପ୍ତି ହେବ । ବାଦବିବାଦ, ମାଲିମୋକଦ୍ଦମା, ଖେଳ, କୁଦ, ପ୍ରତିଯୋଗିତାରେ ବିଜୟୀହେବେ । ବ୍ୟବସାୟ କ୍ଷେତ୍ରରେ ସହଯୋଗୀ ମାନଙ୍କର ପୂର୍ଣ୍ଣ ସାହାଯ୍ୟ ପାଇବେ ।

ମୀନ: ଗୃହରେ କଲ୍ୟାଣକର କର୍ମ ସମ୍ପାଦନ କରି ପ୍ରଶଂସିତ ହେବେ । ପାରିବାରିକ ଜୀବନ ଆନନ୍ଦମୟ ହେବାସହ ଦାମ୍ପତ୍ୟ ସୁଖରେ ସୁଖୀ ହେବେ । ସେବାକାରୀମାନଙ୍କ ସହଯୋଗରେ ସମ୍ମ । ନ ଜନକ ସ୍ଥିତି ପରିଲକ୍ଷିତ ହେବ । ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ । ଜନସେବାଦ୍ଵାରା ଓ ସାମାଜିକ ଅନୁଷ୍ଠାନରେ ଯୋଗ ଦେବାର ସୁଯୋଗ ମିଳିବ । କର୍ମକ୍ଷେତ୍ରରେ ସାମାଜିକ ପ୍ରତିଷ୍ଠା ମାନ ସମ୍ମାନରେ ବୃଦ୍ଧି ହେବ । ମହିଳାମାନେ ଗୁରୁଜନମାନଙ୍କର ଆଦରଣୀୟା ହେବେ ଓ ପରିବାର ମଧ୍ୟରେ ମୁଖ୍ୟତା ଲାଭ କରିବେ । ଶିକ୍ଷା କ୍ଷେତ୍ରରେ ଆଦୌ ମନଯୋଗ ଦେବେ ନାହିଁ ।