ଆଜିର ଦିନଟି କେମିତି କଟିବ ଆପଣଙ୍କ ପାଇଁ? ୧୩ ଜାନୁୟାରୀ, ୨୦୧୮

Today Horoscope: 13 January, 2018

ଆଜିର ରାଶିଫଳ: ୧୩ ଜାନୁୟାରୀ, ୨୦୧୮

ମେଷ-

ଆଜିର ଦିନଟି ଖୁବ୍ ଖୁସିର ଦିନ ଏବଂ ଏହାର ପୁରାପୂରୀ ଲାଭ ଉଠାନ୍ତୁ । ଆଜି ଆପଣଙ୍କୁ ନିଜ କର୍ମମୟ କିଛି ସମୟ ଜୀବନରୁ ଛୁଟି ନିଅନ୍ତୁ । ଆପଣ ନିଜ ଆତ୍ମୀୟଙ୍କ ସହ କୌଣସି ସ୍ଥାନକୁ ବୁଲିଯାଇପାରନ୍ତି ।

ବୃଷ-

ଆପଣଙ୍କର କୌଣସି ପ୍ରକାର ସହଯୋଗ ଆବଶ୍ୟକ ହେଲେ ଆପଣଙ୍କର ମିତ୍ର ଏବଂ ସମ୍ପର୍କିୟ ସାହାଯ୍ୟ କରିବେ । ନିଜ ଲୋକଙ୍କର ସାହାଯ୍ୟରେ ଆପଣ ଆପଣଙ୍କର ସମସ୍ୟାର ସମାଧାନ କରିପାରିବେ ।

ମିଥୁନ-

ଏହି ସମୟ ଆପଣଙ୍କର ଯୋଗୀ ପରୀକ୍ଷାରେ ଭାଗ ନେବାର ଉପଯୁକ୍ତ ସମୟ । ଆପଣ ନିଶ୍ଚୟ ସଫଳ ହେବେ । ଏହି ପରୀକ୍ଷାରେ ଆତ୍ମବିଶ୍ୱାସର ସହ ଭାଗ ନିଅନ୍ତୁ ।

କର୍କଟ-

ଆଜି ଆପଣ ସେହି ବ୍ୟକ୍ତି ଉପରେ ହତାଶ ଅନୁଭବ କରୁଛନ୍ତି ଯେଉଁ ମାନେ ଆପଣଙ୍କୁ ନିରାଶ କରିଛନ୍ତି । ଆପଣଙ୍କୁ ଏମିତି ଲାଗିବ, ଲୋକମାନେ ଦେଇଥିବା କଥା ଅନୁସାରେ କାମ କରୁନାହାନ୍ତି । ଆଜି ଆପଣ ମୁଣ୍ଡକୁ ଶାନ୍ତ ରଖିବାକୁ ହେବ ।

ସିଂହ-

ବୋଧହୁଏ ଏହି ବୟସ ସାଙ୍ଗରେ ଚ଼ାଲିବାର ସମୟ ଅଟେ । ସାଙ୍ଗମାନେ ଆସନ୍ତି ଚ଼ାଲିଯାଆନ୍ତି କିନ୍ତୁ ଏହି ସାଙ୍ଗ ଆପଣଙ୍କ ସବୁ ଦୁଃଖ ସୁଖର ସାଥି ହେବ ।

କନ୍ୟା-

ହଠାତ୍ ଆସିଥିବା ସମସ୍ୟା ଆପଣଙ୍କୁ କୌଣସି ବ୍ୟସ୍ତତାରେ ପକାଇଦେବ । ଏହି ସମସ୍ୟା ଆପଣଙ୍କ କାର୍ଯ୍ୟରେ ବାଧା ସୃଷ୍ଟି କରିବ । ଏହି ସମସ୍ୟାକୁ ଆପଣ ସାହସର ସହିତ ମୁକାବିଲା କରନ୍ତୁ ଏବଂ ଆପଣଙ୍କୁ ବିଜୟ ସୁନିଶ୍ଚିତ ମିଳିବ ।

ତୁଳା-

ଉଚ୍ଚ ଅଧିକାରୀ ଆଜି ଆପଣଙ୍କୁ ସାହାଯ୍ୟ କରିବେ । ଯଦି ଆପଣଙ୍କୁ ଆପଣଙ୍କ କାର୍ଯ୍ୟରେ କୌଣସି ପ୍ରକାରର ସମସ୍ୟା ଦେଖାଯାଏ ତା` ହେଲେ ନିଜ ଅଧିକାରୀଙ୍କୁ ନିଶ୍ଚିତ ଜଣାନ୍ତୁ । ତାଙ୍କୁ କାର୍ଯ୍ୟାଳୟର ପରିବେଶଟିକୁ ଭଲ କରିବା କଥା କୁହନ୍ତୁ ।

ବିଛା-

ଆଜି ଆପଣଙ୍କ ମନ ବନ୍ଧୁମାନଙ୍କ ସହ ମଜ୍ଜା କରିବାକୁ ଚ଼ାହୁଁଛି । ଆଜିକାଲି ଆପଣଙ୍କ ସମ୍ପର୍କ ସୁଧାରିବାରେ ଲାଗିଛନ୍ତି ଯେଉଁଥି ପାଇଁ ଆପଣ ଖୁସି ଅଛନ୍ତି । ଆଜି ଆପଣ ଯେତେ ଅଧିକ ସମୟ ପାରିବେ ଆପଣଙ୍କ ପରିବାରଙ୍କ ସହ କଟାନ୍ତୁ ।

ଧନୁ-

ଆଜି ଆପଣ ନିଜ ରାଗଉପରେ ନିୟନ୍ତ୍ରଣ ରଖିବେ । ଏମିତି କରିଲେ ଆପଣ ସେ ଶାନ୍ତିକୁ ବଜାୟ ରଖିବେ ଯାହାର ଆନନ୍ଦ ଏବେ ପର୍ଯ୍ୟନ୍ତ ନେଉଥିଲେ । ଆପଣଙ୍କୁ ଯେଉଁ କଥା ଆଜି ବଡ଼ ଲାଗୁଛି ସେହିକଥା କାଲି ଛୋଟ ଲାଗିବ ।

ମକର-

ଆଜି ଆପଣ ଆପଣଙ୍କ ସାଙ୍ଗର ସାନିଧ୍ୟ ଲାଭ କରିବେ ।ଆଜିର ଦିନ ବହୁତ ଖୁସି କରିବାର ଦିନ ଅଟେ । ସମୟର ତାଳେ ତାଳେ ଏହି ସମ୍ପର୍କ ଆହୁରି ମଜବୁତ ହେବ । ଆଜି ଦିନରେ ସ୍ମରଣୀୟ ମୂହୁର୍ତ୍ତ ଆପଣଙ୍କ ସାଂଗରେ ସବୁବେଳେ ରହିବ ।

କୁମ୍ଭ-

ଆପଣ ଏଭଳି ଜଣେ ବ୍ୟକ୍ତି ଯାହାକୁ ନିଜ ଆଖପାଖ ଲୋକଙ୍କ ସାହାଯ୍ୟ ସହଯରେ ମିଳିଯାଏ । ଆପଣଙ୍କୁ ହୁଏତ ଏହା ଜଣା ନାହିଁ ଯେ ବହୁତ ଲୋକ ଆପଣଙ୍କ ବ୍ୟକ୍ତିତ୍ତ୍ୱ ଦ୍ୱାରା ପ୍ରଭାବିତ । ଆପଣ କେବେ ମଧ୍ୟ ନିଜର ଛବିକୁ ମଳିନ ହେବାକୁ ଦିଅନ୍ତୁ ନାହିଁ ।

ମୀନ-

ବହୁ ଦିନର ହଜିଯାଇଥିବା ଏକ ବସ୍ତୁ ମିଳିଯିବା ପରେ ଆପଣ ଖୁସି ଅନୁଭବ କରିବେ । ଏବେ ସମୟ ଆପଣଙ୍କ ପାଇଁ ଅନୁକୂଳ । ସେଥିପାଇଁ ଛୋଟ ଛୋଟ କଥା ବି ଆପଣଙ୍କୁ ଖୁସି ଆଣିଦେବ ।