ଆଜିର ରାଶିଫଳ – ସେପ୍ଟେମ୍ବର ୯, ୨୦୧୮, ରବିବାର | ଆଜି କେମିତି ରହିବ ଆପଣଙ୍କ ଦିନ | ଏହି 4ଟି ରାଶିର ଆଜି ଧନପ୍ରାପ୍ତି ଯୋଗ ଅଛି।

ଆଜିର ରାଶିଫଳ, ୯ ସେପ୍ଟେମ୍ବର ୨୦୧୮

ମେଷ:-

ଧର୍ମକାର୍ଯ୍ୟପ୍ରତି ମନବଳାଇ ବହୁତ ଶାନ୍ତି ଲଭିବେ। ବ୍ୟବସାୟ କ୍ଷେତ୍ରରେ ଟେନସନ ଦୂର ହେବ। ବନ୍ଧୁଙ୍କ ସାହାଯ୍ୟ ଏବଂ ଅବଦାନ ଅବିସ୍ମରଣୀୟ ରହିବ। କେତେକ କ୍ଷେତ୍ରରେ ପ୍ରତିଦ୍ୱନ୍ଦିତା ଲାଗି ରହିବ। ମହିଳାଙ୍କ ମାନସିକ ସ୍ଥିତି ଭଲ ରହିବ ଓ  ମିତ୍ରମାନଙ୍କ ସହ ସୁସମ୍ପର୍କ ରହିବା ଫଳରେ ଅନେକ କାର୍ଯ୍ୟରେ ସଫଳ ହେବେ। ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାକୁ ନେଇ ନିତ୍ୟଚର୍ଯ୍ୟାରେ ବ୍ୟବଧାନ ଉପସ୍ଥିତ ହେବ । ପରିବାରର କେତେକ ଅକୁହା କଥା ଚିନ୍ତା କରି ଅନ୍ୟମାନଙ୍କୁ ସନ୍ଦେହ ଦୃଷ୍ଟିରେ ଦେଖିବେ। ଖାଇବା ପିଇବାରେ ଅବହେଳା କରିବାରୁ ସ୍ଵାସ୍ଥ୍ୟ ଖରାପ ହେବ। ପ୍ରତିକାର-ବୃଦ୍ଧ ବୃଦ୍ଧାଙ୍କୁ ସହାୟତା କରି ଆଶୀର୍ବାଦ ପ୍ରାପ୍ତ କରନ୍ତୁ।

ବୃଷ:-

ପ୍ରତିଯୋଗିତା ପରୀକ୍ଷାରେ ଶୁଭଫଳ ମିଳିବ। ଅତି ପ୍ରିୟବନ୍ଧୁ ଆର୍ଥିକ ସହାୟତାରେ ସାହାଯ୍ୟ କରିବେ। ଆଶା କରୁଥିବା କାମଟି ବନ୍ଧୁଙ୍କ ଦ୍ଵାରା ସହଜ ସୁବିଧାରେ ହୋଇଯିବ। ଦୂରେଇ ଯାଇଥିବା ବନ୍ଧୁ ଅତି ଆପଣାର ହେବେ। ଆର୍ଥିକସ୍ଥିତି ଭଲ ରହିବ କିଛି ଅସୁବିଧା ହେବ ନାହିଁ। ମିତ୍ରମାନେ ପରାମର୍ଶ ଦେଇ ସମସ୍ତ ଆଶା ପୂରଣ କରିବେ। ସମ୍ପର୍କୀୟଙ୍କ ଶୁଭସୂଚନା ଶୁଣି ଖୁସି ହେବେ। ପୁରାତନ ରୋଗ ପୀଡ଼ାରୁ ଉପସମ ପାଇବେ। ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହେବ। ପ୍ରତିଷ୍ଠା, ପ୍ରତିପତି, ମାନସମ୍ମାନ ଓ କ୍ଷାତି ବଢ଼ିବ। ବୁଦ୍ଧିମତା କାରଣରୁ ପ୍ରଚୁର ଅର୍ଥ ଲାଭହେବ । ପ୍ରତିକାର:-ଅସହାୟଙ୍କର ସେବା କରନ୍ତୁ।

ମିଥୁନ:-

ରାଜନୀତି, ଅଧ୍ୟୟନ ଓ ଅଧ୍ୟାପନା ତଥା ସାମାଜିକ କ୍ଷେତ୍ରରେ ପ୍ରତିଷ୍ଠା ବଢିବ। କଳା ଓ ସଙ୍ଗୀତରେ ସୁନାମ ଅର୍ଜନ କରିବେ। ପରିବାରର ସାହାଯ୍ୟରେ ଉପକୃତ ହେବେ। ସାମାଜିକ ସ୍ତରରେ ପ୍ରଶଂସିତ ହେବେ। ନୂତନ ଉଦ୍ୟୋଗରେ ପଇସା ଖଟେଇବେ।  ପାରିବାରିକ କ୍ଷେତ୍ରରେ ଶୁଭ ସମାଚାର ଶୁଣି ଖୁସି ହେବେ।  ଖଣିଜ ବ୍ୟବସାୟ, ଯାନବାହନ ବ୍ୟବସାୟ, ଯାତାୟତ ବ୍ୟବସାୟ, ବାୟୁଯାନ, ରେଳ ବିଭାଗର ଟିକେଟ ବିକ୍ରି, ଭୂ-ଜାତ ଦ୍ରବ୍ୟ ବ୍ୟବସାୟ, ସାନିଟାରୀ, ଇଟା, କୋଇଲା, ହାର୍ଡୱାର, ମହମବତୀ, ପେଟ୍ରୋଲିୟମ୍, କବାଡ଼ି, ଗାଈ, କୁକୁଡ଼ା, ଛେଳିଫାର୍ମ ଇତ୍ୟାଦିରେ କର୍ମରତ ବ୍ୟକ୍ତି ଓ ବ୍ୟବସାୟରେ ଅତ୍ୟଧିକ ଲାଭ ପାଇବେ ।  ପ୍ରତିକାର- କୁକୁରକୁ ଖାଇବାକୁ ଦିଅନ୍ତୁ।

କର୍କଟ:-

ଦୀର୍ଘଦିନରୁ ଅଟକି ରହିଥିବା କାମଟି ଉପରିସ୍ଥଙ୍କର ସୌଜନ୍ୟରୁ ହୋଇଯିବ। ସାମାଜିକ ସ୍ତରରେ ଦୃଢ଼ ପଦକ୍ଷେପ ନେଇ କାର୍ଯ୍ୟ ହାସଲ କରିବେ। ପୁରାତନ ରୋଗର ସାମାନ୍ୟ ଉନ୍ନତି ପରିଲକ୍ଷିତ ହେବ। ଶିଳ୍ପ, ବାଣିଜ୍ୟ ଓ ବ୍ୟବସାୟରେ ବିଭିନ୍ନ ଆଡୁ ଲାଭ ପାଇବେ। ସତସଙ୍ଗ, ମନୋରଞ୍ଜନ ଓ କ୍ରୀଡ଼ା କ୍ଷେତ୍ରରେ ପ୍ରଶଂସିତହେବେ। ମହିଳାମାନେ ପାରିବାରିକ କ୍ଷେତ୍ରକୁ ସରସ ସୁନ୍ଦର କରିବାରେ ପ୍ରଯତ୍ନ କରିବେ। ଘରଲୋକଙ୍କୁ ଅବିଶ୍ଵାସ କରି ପରଲୋକଙ୍କୁ ବିଶ୍ଵାସ କଲେ ହଇରାଣରେ ପଡିବେ। ପରିବାରରେ କିଛି ଅର୍ଥ ସଙ୍କଟ ଦେଖାଦେବାରୁ ଅତ୍ୟଧିକ ଚିନ୍ତା କରିବେ। ପ୍ରତିକାର:- ଅସହାୟା ମାନଙ୍କୁ ସାହାଯ୍ୟ କରନ୍ତୁ।

ସିଂହ:-

ଆର୍ଥିକସ୍ଥିତିରେ ସୁଧାର ଆସିବ। କୌଣସି ଦରକାରୀ ମୂଲ୍ୟବାନ ଜିନିଷ ଖରିଦ କରିବାକୁ ମନ ବଳାଇବେ। ସମସ୍ୟାଗୁଡ଼ିକ ଆପଣାଛାଏ ସମାଧାନ ହୋଇଯିବାରୁ ମନ ହାଲୁକା ହୋଇଯିବ। ବନ୍ଧୁଙ୍କ ସାହାଯ୍ୟ ନେଇ ଆଲୋଚନା କ୍ଷେତ୍ରରେ ସୁଫଳ ପାଇବେ। ବ୍ୟବସାୟରେ ସାଙ୍ଗ ସାଥିମାନେ ସାହାଯ୍ୟ ସହଯୋଗ କରିବେ ଓ ଡାକରା ପାଇ ଯାତ୍ରା କରିବାକୁ ବାଧ୍ୟ ହେବେ। ଆବଶ୍ୟକତା ପୂରଣ ଦିଗରେ ବହୁତ ଖର୍ଚ୍ଚାନ୍ତ ହେବେ। ମହିଳାମାନେ ମନପସନ୍ଦ ଜିନିଷପାଇ ଖୁସି ହେବେ ଓ ମିତ୍ରମାନଙ୍କ ସହ ସୁସମ୍ପର୍କ ରହିବା ଫଳରେ ଅନେକ କାର୍ଯ୍ୟରେ ସଫଳ ହେବେ।ପ୍ରତିକାର:-  ଗାଈକୁ ରୁଟି ଓ ଗୁଡ଼ ଖାଇବାକୁ ଦିଅନ୍ତୁ।

କନ୍ୟା:-

ରାଜନୀତିକ୍ଷେତ୍ରରେ ଖୁବ୍ ଆଶାବାଦୀ ହେବେ ଓ ସାଧାରଣ ଘଟଣାଯୋଗୁ ବନ୍ଧୁଙ୍କ ସହ ସମ୍ପର୍କ ନିବିଡ ହେବ। ବକେୟା ଅର୍ଥ ଆଦାୟ କରିବାରେ ସକ୍ଷମ ହେବେ। ପରିବହନ ଓ ବ୍ୟବସାୟିକ ସ୍ଥିତି ସୁଦୃଢ ହେବ। ଧାର୍ମିକ କାର୍ଯ୍ୟରେ ମନ ବଳାଇବେ। ମହିଳାମାନେ ପିଲାଙ୍କ ଆଚରଣରେ ଖୁସି ରହିବେ। ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହେବ ଓ ପ୍ରତିଷ୍ଠା, ପ୍ରତିପତି, ମାନସମ୍ମାନ ଓ କ୍ଷାତି ବଢ଼ିବ। ପରିବାରରେ ସୁସମ୍ପର୍କ ବୃଦ୍ଧି ପାଇବ ଓ କାମଗୁଡ଼ିକ ସହଜରେ ହୋଇଯିବ। ତରବରିଆ ଭାବରେ କୌଣସି କାମ ନକରି ପରିସ୍ଥିତିକୁ ଆଖିଆଗରେ ରଖି କାମକରିଲେ ଭଲହେବ। ପ୍ରତିକାର- କୁକୁରକୁ ଖାଇବାକୁ ଦିଅନ୍ତୁ।

ତୁଳା:-

ସ୍ଥଗିତଥିବା କର୍ମଟି ପୂରଣ ହେବ। କର୍ତ୍ତବ୍ୟନିଷ୍ଠ, ଉଦ୍ୟମୀ, ଦକ୍ଷ, ଜନପ୍ରିୟ, ସିଦ୍ଧହସ୍ତା, ସୁବକ୍ତା, ବ୍ୟକ୍ତିରୁପେ ସମାଜର ସ୍ଵୀକୃତି ପାଇବେ। ମହିଳାମାନଙ୍କପାଇଁ କେତେକ କ୍ଷେତ୍ରରେ ଉନ୍ନତିର ରାସ୍ତା ପରିଷ୍କାର ହୋଇଯିବ। ରାଜନୀତି କ୍ଷେତ୍ରରେ ଉଚ୍ଚ ପଦ ପଦବୀର ପଦାଧିକାରୀ ହୋଇପାରିବେ। ଉଚ୍ଚଶିକ୍ଷା ଲାଭକରି ଥିଲେ ସମସ୍ତ ପ୍ରକାର ପ୍ରତିଯୋଗିତା ପରୀକ୍ଷାରେ ସଫଳ ହେବେ। ନୂତନ ଜାଗା ଜମି ଗୃହ, ବାହନ ଆଦି କ୍ରୟ କରିବାର ଯୋଜନା କରିବେ। ଯେଉଁ ଜିନିଷ ପାଇବା ପାଇଁ ଚିନ୍ତାକରୁଥିଲେ ତାହା ନିଶ୍ଚିତ ଭାବେ ପାଇବେ। କେତେକ କ୍ଷେତ୍ରରେ ଗଠନମୂଳକ ପ୍ରସ୍ତାବ ଦେଇ ପ୍ରଶଂସିତ ହେବେ। ପ୍ରତିକାର:- ଗୋମାତାର ସେବାକରିବା ଆବଶ୍ୟକ।

ବିଛା:-

ବ୍ୟବସାୟ କ୍ଷେତ୍ରରେ  ଚେଷ୍ଟା କଲେ ବହୁତ ଦିନରୁ ରହିଥିବା ବାକିଟଙ୍କା ମିଳିଯିବ। ସଭାସମିତି, ସାହିତ୍ୟ ଓ କଳାକ୍ଷେତ୍ରରେ ସମ୍ମାନ ପାଇବେ। ପରିବହନ ବ୍ୟବସାୟରେ ଆଶାଜନକ ସଫଳତା ହାସଲ କରିବେ। ନୂତନ ଦ୍ରବ୍ୟ କ୍ରୟ କରିବେ। ମହିଳାମାନଙ୍କର ବୁଦ୍ଧିମତା କାରଣରୁ ପ୍ରତିଷ୍ଠା, ପ୍ରତିପତି, ମାନସମ୍ମାନ ଓ କ୍ଷାତି ବଢ଼ିବ। ଧର୍ମାନୁଷ୍ଠାନ ଦିଗରୁ ପ୍ରେରଣା ମିଳିବ। ଜଣେ ସତ୍ ପରାମର୍ଶ ଦାତା, କର୍ତ୍ତବ୍ୟନିଷ୍ଠ, ଉଦ୍ୟମୀ, ଦକ୍ଷ, ଜନପ୍ରିୟ, ସିଦ୍ଧହସ୍ତା, କବି, ସୁବକ୍ତା, ଧାର୍ମିକ, ବନ୍ଧୁ-ବାନ୍ଧବ ପ୍ରିୟ, ଗୁରୁଦେବତାରେ  ଭକ୍ତି ଭଳି ନିଷ୍କଳଙ୍କ ଗୁଣଗୁଡିକରେ ଭୂଷିତ ହେବେ। ପ୍ରତିକାର- ଷଣ୍ଢକୁ ରୁଟି ଖାଇବାକୁ ଦିଅନ୍ତୁ।

ଧନୁ:-

ଶିଳ୍ପ, ବାଣିଜ୍ୟ, ପରିବହନ ବ୍ୟବସାୟରେ ଉନ୍ନତି କରିବେ। ମହିଳାମାନେ ସଭାସମିତି ଓ ସମାଜିକ କାର୍ଯ୍ୟଯୋଗେ ଆତ୍ମୀୟମାନଙ୍କ ସାହାଯ୍ୟ ନେବେ। ମିତ୍ରମାନଙ୍କ ସହ ସୁସମ୍ପର୍କ ରହିବା ଫଳରେ ଅନେକ କାର୍ଯ୍ୟରେ ସଫଳ ହେବେ। ଶତୃମାନେ ଯେତେ ଚେଷ୍ଟା କଲେ ମଧ୍ୟ କିଛି କ୍ଷତି କରିପାରିବେ ନାହିଁ। ଆନୁଷ୍ଠାନିକ କାମରେ ଖଟଣି ବଢ଼ିଯିବ କିନ୍ତୁ ପ୍ରଶଂସା ପାଇବେ। ଛାତ୍ରୀମାନେ ଯାତ୍ରାରେ ସୁଭଫଳ ପାଇ ବାନ୍ଧବୀଙ୍କ ସାନ୍ନିଧ୍ୟ ଲାଭ କରି ଖୁସି ରହିବେ। ପ୍ରତିଯୋଗିତା ପରୀକ୍ଷାରେ ସଫଳତା ମିଳିବ। ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାକୁ ନେଇ ନିତ୍ୟଚର୍ଯ୍ୟାରେ ବ୍ୟବଧାନ ଉପସ୍ଥିତ ହେବ। ପ୍ରତିକାର- ହଳଦୀଚନ୍ଦନ ମୁଣ୍ଡରେ ଲଗାନ୍ତୁ।

ମକର:-

ନିଜକୁ ନିୟନ୍ତ୍ରଣ ମଧ୍ୟରେ ରଖିବାପାଇଁ ସମର୍ଥ ହେବେ। ପରିବାରରେ କାହାର ସ୍ଵାସ୍ଥ୍ୟସମସ୍ୟା ନେଇ ମାନସିକ ଚିନ୍ତା ବୃଦ୍ଧି ପାଇବ। ଅଯଥା ଧାଁଦୌଡ ଯୋଗୁ ଧନ, ସମୟ ଓ ଶକ୍ତିର ଅପଚୟ ହେବ। କର୍ମର ଚାପରେ ଅମ୍ଳ, ଅଜୀର୍ଣ୍ଣ  ପ୍ରଭୃତି ରୋଗ ଦେଖା ଦେଇପାରେ। କର୍ମରେ ଅସନ୍ତୋଷ, ମାନସିକଦୁଶ୍ଚିନ୍ତା, ପୁରାତନରୋଗର ପ୍ରକୋପ ସହିତ ଉଦରପୀଡ଼ା ଦେଖାଦେବ। ବ୍ୟବସାୟରେ ଲାଭ  ହେଲେମଧ୍ୟ ଶତୃ ଦେଖାଦେବେ। ମହିଳାମାନେ ଇଛା ନ ଥିଲେ ମଧ୍ୟ କେତେକ କର୍ମ କରିବାକୁ ବାଧ୍ୟ ହେବେ। ଦୂରଯାତ୍ରାର ସୁଯୋଗ ପାଇବେ। ଆତ୍ମବିଶ୍ଵାସ ବୃଦ୍ଧି ପାଇବ। ଛାତ୍ର ଛାତ୍ରୀମାନଙ୍କର କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତି ହେବ। ପ୍ରତିକାର- ଚଣାଡାଲି ମନ୍ଦିରରେ ଦାନ କରନ୍ତୁ।

କୁମ୍ଭ:-

ନୂତନକର୍ମାରମ୍ଭ ଓ ବିନ୍ଧୁମିଳନ ହେତୁ ନୂଆ ଉତ୍ସାହନେଇ କାମ କରିଚାଲିବେ। ପ୍ରତ୍ୟେକକ୍ଷେତ୍ରରେ କେବଳ କୌଶଳପୂର୍ଣ୍ଣ କଥାକହିବା ଦ୍ୱାରା କାମହାସଲ କରି ପାରିବେ। ପାରିବାରିକ କ୍ଷେତ୍ରରେ ସାହାଯ୍ୟ ଓ ସହଯୋଗ ମାନସିକ ସ୍ଥିତିକୁ ମଜଭୁତ୍ କରିବ। ଆର୍ଥିକ ସ୍ୱଚ୍ଛଳତା ଫେରିପାଇବେ। ଆଶାକରିଥିବା ଦିଗରୁ ଅର୍ଥପ୍ରାପ୍ତି ହେବ। ପ୍ରକାଶନ, ପ୍ରଶାସନ, ଆଇନ ଅଦାଲତ, ସଭାସମିତି ଓ ଆମଦାନୀ ବାଣିଜ୍ୟ କ୍ଷେତ୍ରରେ ଉପକୃତ ହେବେ। ମହିଳାମାନଙ୍କୁ ପାରିବାରିକ କ୍ଷେତ୍ରରୁ ମଧ୍ୟ ପ୍ରଶଂସା ମିଳିବ। ମିତ୍ରମାନଙ୍କ ସହ ସୁସମ୍ପର୍କ ରହିବା ଫଳରେ ଅନେକ କାର୍ଯ୍ୟରେ ସଫଳ ହେବେ। ନୂତନ ଓ ପୁରାତନ ଯୋଜନା ଫଳପ୍ରସୂ ହେବା ସହଜ ସରଳ ହୋଇଯିବ। ପ୍ରତିକାର:- ଗୋମାତାର ସେବାକରିବା ଆବଶ୍ୟକ।

ମୀନ:-

ସାମାଜିକ ସ୍ତରରେ ସହନଶୀଳତା ଗୁଣରୁ ପ୍ରଶଂସିତ ହେବେ। ନୂତନ କାର୍ଯ୍ୟରେ ହାତଦେଇ କୃତ କାର୍ଯ୍ୟ ହେବେ। ବ୍ୟବସାୟ ପାଇଁ ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି  ବେଶ୍ ଆନନ୍ଦ ଅନୁଭବ କରିବେ। ରାଜକୀୟ ସମ୍ମାନ ମିଳିବ। ବ୍ୟବସାୟ କ୍ଷେତ୍ରରେ ସମସ୍ୟା ଦୂର ହୋଇଯିବା ଫଳରେ ଅର୍ଥ ଲାଭର ସୁଯୋଗ ପାଇବେ। ଯେଉଁ କାମରେ ହାତଦେବେ ତାହା ନିର୍ବିଘ୍ନରେ ସମାପନ ହେବ। ଏପରିକି ଆନୁଷ୍ଠାନିକ କାମ, ଗୃହସୀମା, ଜମିଜମା, ଗାଡ଼ି ମୋଟର, ପ୍ରତିଦ୍ୱନ୍ଦିତା କ୍ଷେତ୍ରରେ ମାନସିକତା ଅକ୍ଷୁର୍ଣ୍ଣ ରହିବ। ବହୁତ ଗୁଡିଏ କାମ ହାତକୁ ନେଇ ବ୍ୟସ୍ତ ହେବେ। ବନ୍ଧୁଙ୍କଠାରୁ ସାହାଯ୍ୟର ପ୍ରତିଶୃତି ପାଇ ମାନସିକଶାନ୍ତି ପାଇବେ। ପ୍ରତିକାର:- ଅସହାୟା ମାନଙ୍କୁ ସାହାଯ୍ୟ କରନ୍ତୁ।

Jyotirbid Pandit Sudhakar Tripathy
Jantra Jyotisha, Cuttack, 9937551988