ଆଜିର ରାଶିଫଳ, 12 ମାର୍ଚ୍ଚ 2020, ଗୁରୁବାର, ଏହି ୫ଟି ରାଶି ଉପରେ ମାଲକ୍ଷ୍ମୀଙ୍କ କୃପା ରହିବ

୧-ମେଷ

ରାଜନୀତି, ଅଧ୍ୟୟନ ଓ ଅଧ୍ୟାପନା ତଥା ସାମାଜିକ କ୍ଷେତ୍ରରେ ପ୍ରତିଷ୍ଠା ବଢିବ । କଳା ଓ ସଙ୍ଗୀତରେ ସୁନାମ ଅର୍ଜନ କରିବେ । ପରିବାରର ସାହାଯ୍ୟରେ ଉପକୃତ ହେବେ । ସାମାଜିକ ସ୍ତରରେ ପ୍ରଶଂସିତ ହେବେ । ନୂତନ ଉଦ୍ୟୋଗରେ ପଇସା ଖଟେଇବେ । ପାରିବାରିକ କ୍ଷେତ୍ରରେ ଶୁଭ ସମାଚାର ଶୁଣି ଖୁସି ହେବେ । ଖଣିଜ ବ୍ୟବସାୟ, ଯାନବାହନ ବ୍ୟବସାୟ, ଯାତାୟତ ବ୍ୟବସାୟ, ବାୟୁଯାନ, ରେଳ ବିଭାଗର ଟିକେଟ ବିକ୍ରି, ଭୂ-ଜାତ ଦ୍ରବ୍ୟ ବ୍ୟବସାୟ, ସାନିଟାରୀ, ଇଟା, କୋଇଲା, ହାର୍ଡୱାର, ମହମବତୀ, ପେଟ୍ରୋଲିୟମ୍, କବାଡ଼ି, ଗାଈ, କୁକୁଡ଼ା, ଛେଳିଫାର୍ମ ଇତ୍ୟାଦିରେ କର୍ମରତ ବ୍ୟକ୍ତି ଓ ବ୍ୟବସାୟରେ ଅତ୍ୟଧିକ ଲାଭ ପାଇବେ । ପ୍ରତିକାର- କୁକୁରକୁ ଖାଇବାକୁ ଦିଅନ୍ତୁ ।

୨-ବୃଷ

ନୂତନକର୍ମାରମ୍ଭ ଓ ବିନ୍ଧୁମିଳନ ହେତୁ ନୂଆ ଉତ୍ସାହନେଇ କାମ କରିଚାଲିବେ । ପ୍ରତ୍ୟେକକ୍ଷେତ୍ରରେ କେବଳ କୌଶଳପୂର୍ଣ୍ଣ କଥାକହିବା ଦ୍ୱାରା କାମହାସଲ କରି ପାରିବେ । ପାରିବାରିକ କ୍ଷେତ୍ରରେ ସାହାଯ୍ୟ ଓ ସହଯୋଗ ମାନସିକ ସ୍ଥିତିକୁ ମଜଭୁତ୍ କରିବ । ଆର୍ଥିକ ସ୍ୱଚ୍ଛଳତା ଫେରିପାଇବେ । ଆଶାକରିଥିବା ଦିଗରୁ ଅର୍ଥପ୍ରାପ୍ତି ହେବ । ପ୍ରକାଶନ, ପ୍ରଶାସନ, ଆଇନ ଅଦାଲତ, ସଭାସମିତି ଓ ଆମଦାନୀ ବାଣିଜ୍ୟ କ୍ଷେତ୍ରରେ ଉପକୃତ ହେବେ । ମହିଳାମାନଙ୍କୁ ପାରିବାରିକ କ୍ଷେତ୍ରରୁ ମଧ୍ୟ ପ୍ରଶଂସା ମିଳିବ । ମିତ୍ରମାନଙ୍କ ସହ ସୁସମ୍ପର୍କ ରହିବା ଫଳରେ ଅନେକ କାର୍ଯ୍ୟରେ ସଫଳ ହେବେ । ନୂତନ ଓ ପୁରାତନ ଯୋଜନା ଫଳପ୍ରସୂ ହେବା ସହଜ ସରଳ ହୋଇଯିବ । ପ୍ରତିକାର:- ଗୋମାତାର ସେବାକରିବା ଆବଶ୍ୟକ ।

୩-ମିଥୁନ

ସ୍ଥଗିତଥିବା କର୍ମଟି ପୂରଣ ହେବ । କର୍ତ୍ତବ୍ୟନିଷ୍ଠ, ଉଦ୍ୟମୀ, ଦକ୍ଷ, ଜନପ୍ରିୟ, ସିଦ୍ଧହସ୍ତା, ସୁବକ୍ତା, ବ୍ୟକ୍ତିରୁପେ ସମାଜର ସ୍ଵୀକୃତି ପାଇବେ । ମହିଳାମାନଙ୍କପାଇଁ କେତେକ କ୍ଷେତ୍ରରେ ଉନ୍ନତିର ରାସ୍ତା ପରିଷ୍କାର ହୋଇଯିବ । ରାଜନୀତି କ୍ଷେତ୍ରରେ ଉଚ୍ଚ ପଦ ପଦବୀର ପଦାଧିକାରୀ ହୋଇପାରିବେ । ଉଚ୍ଚଶିକ୍ଷା ଲାଭକରି ଥିଲେ ସମସ୍ତ ପ୍ରକାର ପ୍ରତିଯୋଗିତା ପରୀକ୍ଷାରେ ସଫଳ ହେବେ । ନୂତନ ଜାଗା ଜମି ଗୃହ, ବାହନ ଆଦି କ୍ରୟ କରିବାର ଯୋଜନା କରିବେ । ଯେଉଁ ଜିନିଷ ପାଇବା ପାଇଁ ଚିନ୍ତାକରୁଥିଲେ ତାହା ନିଶ୍ଚିତ ଭାବେ ପାଇବେ । କେତେକ କ୍ଷେତ୍ରରେ ଗଠନମୂଳକ ପ୍ରସ୍ତାବ ଦେଇ ପ୍ରଶଂସିତ ହେବେ । ପ୍ରତିକାର:- ଗୋମାତାର ସେବାକରିବା ଆବଶ୍ୟକ ।

୪-କର୍କଟ

ନିଜକୁ ନିୟନ୍ତ୍ରଣ ମଧ୍ୟରେ ରଖିବାପାଇଁ ସମର୍ଥ ହେବେ । ପରିବାରରେ କାହାର ସ୍ଵାସ୍ଥ୍ୟସମସ୍ୟା ନେଇ ମାନସିକ ଚିନ୍ତା ବୃଦ୍ଧି ପାଇବ । ଅଯଥା ଧାଁଦୌଡ ଯୋଗୁ ଧନ, ସମୟ ଓ ଶକ୍ତିର ଅପଚୟ ହେବ । କର୍ମର ଚାପରେ ଅମ୍ଳ, ଅଜୀର୍ଣ୍ଣ ପ୍ରଭୃତି ରୋଗ ଦେଖା ଦେଇପାରେ । କର୍ମରେ ଅସନ୍ତୋଷ, ମାନସିକଦୁଶ୍ଚିନ୍ତା, ପୁରାତନରୋଗର ପ୍ରକୋପ ସହିତ ଉଦରପୀଡ଼ା ଦେଖାଦେବ । ବ୍ୟବସାୟରେ ଲାଭ ହେଲେମଧ୍ୟ ଶତୃ ଦେଖାଦେବେ । ମହିଳାମାନେ ଇଛା ନ ଥିଲେ ମଧ୍ୟ କେତେକ କର୍ମ କରିବାକୁ ବାଧ୍ୟ ହେବେ । ଦୂରଯାତ୍ରାର ସୁଯୋଗ ପାଇବେ । ଆତ୍ମବିଶ୍ଵାସ ବୃଦ୍ଧି ପାଇବ । ଛାତ୍ର ଛାତ୍ରୀମାନଙ୍କର କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତି ହେବ । ପ୍ରତିକାର- ଚଣାଡାଲି ମନ୍ଦିରରେ ଦାନ କରନ୍ତୁ ।

୫-ସିଂହ

ବ୍ୟବସାୟ କ୍ଷେତ୍ରରେ ଚେଷ୍ଟା କଲେ ବହୁତ ଦିନରୁ ରହିଥିବା ବାକିଟଙ୍କା ମିଳିଯିବ । ସଭାସମିତି, ସାହିତ୍ୟ ଓ କଳାକ୍ଷେତ୍ରରେ ସମ୍ମାନ ପାଇବେ । ପରିବହନ ବ୍ୟବସାୟରେ ଆଶାଜନକ ସଫଳତା ହାସଲ କରିବେ । ନୂତନ ଦ୍ରବ୍ୟ କ୍ରୟ କରିବେ । ମହିଳାମାନଙ୍କର ବୁଦ୍ଧିମତା କାରଣରୁ ପ୍ରତିଷ୍ଠା, ପ୍ରତିପତି, ମାନସମ୍ମାନ ଓ କ୍ଷାତି ବଢ଼ିବ । ଧର୍ମାନୁଷ୍ଠାନ ଦିଗରୁ ପ୍ରେରଣା ମିଳିବ । ଜଣେ ସତ୍ ପରାମର୍ଶ ଦାତା, କର୍ତ୍ତବ୍ୟନିଷ୍ଠ, ଉଦ୍ୟମୀ, ଦକ୍ଷ, ଜନପ୍ରିୟ, ସିଦ୍ଧହସ୍ତା, କବି, ସୁବକ୍ତା, ଧାର୍ମିକ, ବନ୍ଧୁ-ବାନ୍ଧବ ପ୍ରିୟ, ଗୁରୁଦେବତାରେ ଭକ୍ତି ଭଳି ନିଷ୍କଳଙ୍କ ଗୁଣଗୁଡିକରେ ଭୂଷିତ ହେବେ । ପ୍ରତିକାର- ଷଣ୍ଢକୁ ରୁଟି ଖାଇବାକୁ ଦିଅନ୍ତୁ ।

୬-କନ୍ୟା

ଧର୍ମକାର୍ଯ୍ୟପ୍ରତି ମନବଳାଇ ବହୁତ ଶାନ୍ତି ଲଭିବେ । ବ୍ୟବସାୟ କ୍ଷେତ୍ରରେ ଟେନସନ ଦୂର ହେବ । ବନ୍ଧୁଙ୍କ ସାହାଯ୍ୟ ଏବଂ ଅବଦାନ ଅବିସ୍ମରଣୀୟ ରହିବ । କେତେକ କ୍ଷେତ୍ରରେ ପ୍ରତିଦ୍ୱନ୍ଦିତା ଲାଗି ରହିବ । ମହିଳାଙ୍କ ମାନସିକ ସ୍ଥିତି ଭଲ ରହିବ ଓ ମିତ୍ରମାନଙ୍କ ସହ ସୁସମ୍ପର୍କ ରହିବା ଫଳରେ ଅନେକ କାର୍ଯ୍ୟରେ ସଫଳ ହେବେ । ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାକୁ ନେଇ ନିତ୍ୟଚର୍ଯ୍ୟାରେ ବ୍ୟବଧାନ ଉପସ୍ଥିତ ହେବ । ପରିବାରର କେତେକ ଅକୁହା କଥା ଚିନ୍ତା କରି ଅନ୍ୟମାନଙ୍କୁ ସନ୍ଦେହ ଦୃଷ୍ଟିରେ ଦେଖିବେ । ଖାଇବା ପିଇବାରେ ଅବହେଳା କରିବାରୁ ସ୍ଵାସ୍ଥ୍ୟ ଖରାପ ହେବ । ପ୍ରତିକାର-ବୃଦ୍ଧ ବୃଦ୍ଧାଙ୍କୁ ସହାୟତା କରି ଆଶୀର୍ବାଦ ପ୍ରାପ୍ତ କରନ୍ତୁ ।

୭-ତୁଳା

ରାଜନୀତିକ୍ଷେତ୍ରରେ ଖୁବ୍ ଆଶାବାଦୀ ହେବେ ଓ ସାଧାରଣ ଘଟଣାଯୋଗୁ ବନ୍ଧୁଙ୍କ ସହ ସମ୍ପର୍କ ନିବିଡ ହେବ । ବକେୟା ଅର୍ଥ ଆଦାୟ କରିବାରେ ସକ୍ଷମ ହେବେ । ପରିବହନ ଓ ବ୍ୟବସାୟିକ ସ୍ଥିତି ସୁଦୃଢ ହେବ । ଧାର୍ମିକ କାର୍ଯ୍ୟରେ ମନ ବଳାଇବେ । ମହିଳାମାନେ ପିଲାଙ୍କ ଆଚରଣରେ ଖୁସି ରହିବେ । ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହେବ ଓ ପ୍ରତିଷ୍ଠା, ପ୍ରତିପତି, ମାନସମ୍ମାନ ଓ କ୍ଷାତି ବଢ଼ିବ । ପରିବାରରେ ସୁସମ୍ପର୍କ ବୃଦ୍ଧି ପାଇବ ଓ କାମଗୁଡ଼ିକ ସହଜରେ ହୋଇଯିବ । ତରବରିଆ ଭାବରେ କୌଣସି କାମ ନକରି ପରିସ୍ଥିତିକୁ ଆଖିଆଗରେ ରଖି କାମକରିଲେ ଭଲହେବ । ପ୍ରତିକାର- କୁକୁରକୁ ଖାଇବାକୁ ଦିଅନ୍ତୁ ।

୮-ବିଚ୍ଛା

ଦୀର୍ଘଦିନରୁ ଅଟକି ରହିଥିବା କାମଟି ଉପରିସ୍ଥଙ୍କର ସୌଜନ୍ୟରୁ ହୋଇଯିବ । ସାମାଜିକ ସ୍ତରରେ ଦୃଢ଼ ପଦକ୍ଷେପ ନେଇ କାର୍ଯ୍ୟ ହାସଲ କରିବେ । ପୁରାତନ ରୋଗର ସାମାନ୍ୟ ଉନ୍ନତି ପରିଲକ୍ଷିତ ହେବ । ଶିଳ୍ପ, ବାଣିଜ୍ୟ ଓ ବ୍ୟବସାୟରେ ବିଭିନ୍ନ ଆଡୁ ଲାଭ ପାଇବେ । ସତସଙ୍ଗ, ମନୋରଞ୍ଜନ ଓ କ୍ରୀଡ଼ା କ୍ଷେତ୍ରରେ ପ୍ରଶଂସିତହେବେ । ମହିଳାମାନେ ପାରିବାରିକ କ୍ଷେତ୍ରକୁ ସରସ ସୁନ୍ଦର କରିବାରେ ପ୍ରଯତ୍ନ କରିବେ । ଘରଲୋକଙ୍କୁ ଅବିଶ୍ଵାସ କରି ପରଲୋକଙ୍କୁ ବିଶ୍ଵାସ କଲେ ହଇରାଣରେ ପଡିବେ । ପରିବାରରେ କିଛି ଅର୍ଥ ସଙ୍କଟ ଦେଖାଦେବାରୁ ଅତ୍ୟଧିକ ଚିନ୍ତା କରିବେ । ପ୍ରତିକାର:- ଅସହାୟା ମାନଙ୍କୁ ସାହାଯ୍ୟ କରନ୍ତୁ ।

୯-ଧନୁ

ସାମାଜିକ ସ୍ତରରେ ସହନଶୀଳତା ଗୁଣରୁ ପ୍ରଶଂସିତ ହେବେ । ନୂତନ କାର୍ଯ୍ୟରେ ହାତଦେଇ କୃତ କାର୍ଯ୍ୟ ହେବେ । ବ୍ୟବସାୟ ପାଇଁ ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ବେଶ୍ ଆନନ୍ଦ ଅନୁଭବ କରିବେ । ରାଜକୀୟ ସମ୍ମାନ ମିଳିବ । ବ୍ୟବସାୟ କ୍ଷେତ୍ରରେ ସମସ୍ୟା ଦୂର ହୋଇଯିବା ଫଳରେ ଅର୍ଥ ଲାଭର ସୁଯୋଗ ପାଇବେ । ଯେଉଁ କାମରେ ହାତଦେବେ ତାହା ନିର୍ବିଘ୍ନରେ ସମାପନ ହେବ । ଏପରିକି ଆନୁଷ୍ଠାନିକ କାମ, ଗୃହସୀମା, ଜମିଜମା, ଗାଡ଼ି ମୋଟର, ପ୍ରତିଦ୍ୱନ୍ଦିତା କ୍ଷେତ୍ରରେ ମାନସିକତା ଅକ୍ଷୁର୍ଣ୍ଣ ରହିବ । ବହୁତ ଗୁଡିଏ କାମ ହାତକୁ ନେଇ ବ୍ୟସ୍ତ ହେବେ । ବନ୍ଧୁଙ୍କଠାରୁ ସାହାଯ୍ୟର ପ୍ରତିଶୃତି ପାଇ ମାନସିକଶାନ୍ତି ପାଇବେ । ପ୍ରତିକାର:- ଅସହାୟା ମାନଙ୍କୁ ସାହାଯ୍ୟ କରନ୍ତୁ ।

୧୦-ମକର

ପ୍ରତିଯୋଗିତା ପରୀକ୍ଷାରେ ଶୁଭଫଳ ମିଳିବ । ଅତି ପ୍ରିୟବନ୍ଧୁ ଆର୍ଥିକ ସହାୟତାରେ ସାହାଯ୍ୟ କରିବେ । ଆଶା କରୁଥିବା କାମଟି ବନ୍ଧୁଙ୍କ ଦ୍ଵାରା ସହଜ ସୁବିଧାରେ ହୋଇଯିବ । ଦୂରେଇ ଯାଇଥିବା ବନ୍ଧୁ ଅତି ଆପଣାର ହେବେ । ଆର୍ଥିକସ୍ଥିତି ଭଲ ରହିବ କିଛି ଅସୁବିଧା ହେବ ନାହିଁ । ମିତ୍ରମାନେ ପରାମର୍ଶ ଦେଇ ସମସ୍ତ ଆଶା ପୂରଣ କରିବେ । ସମ୍ପର୍କୀୟଙ୍କ ଶୁଭସୂଚନା ଶୁଣି ଖୁସି ହେବେ । ପୁରାତନ ରୋଗ ପୀଡ଼ାରୁ ଉପସମ ପାଇବେ । ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହେବ । ପ୍ରତିଷ୍ଠା, ପ୍ରତିପତି, ମାନସମ୍ମାନ ଓ କ୍ଷାତି ବଢ଼ିବ । ବୁଦ୍ଧିମତା କାରଣରୁ ପ୍ରଚୁର ଅର୍ଥ ଲାଭହେବ । ପ୍ରତିକାର:-ଅସହାୟଙ୍କର ସେବା କରନ୍ତୁ ।

୧୧-କୁମ୍ଭ

ଶିଳ୍ପ, ବାଣିଜ୍ୟ, ପରିବହନ ବ୍ୟବସାୟରେ ଉନ୍ନତି କରିବେ । ମହିଳାମାନେ ସଭାସମିତି ଓ ସମାଜିକ କାର୍ଯ୍ୟଯୋଗେ ଆତ୍ମୀୟମାନଙ୍କ ସାହାଯ୍ୟ ନେବେ । ମିତ୍ରମାନଙ୍କ ସହ ସୁସମ୍ପର୍କ ରହିବା ଫଳରେ ଅନେକ କାର୍ଯ୍ୟରେ ସଫଳ ହେବେ । ଶତୃମାନେ ଯେତେ ଚେଷ୍ଟା କଲେ ମଧ୍ୟ କିଛି କ୍ଷତି କରିପାରିବେ ନାହିଁ । ଆନୁଷ୍ଠାନିକ କାମରେ ଖଟଣି ବଢ଼ିଯିବ କିନ୍ତୁ ପ୍ରଶଂସା ପାଇବେ । ଛାତ୍ରୀମାନେ ଯାତ୍ରାରେ ସୁଭଫଳ ପାଇ ବାନ୍ଧବୀଙ୍କ ସାନ୍ନିଧ୍ୟ ଲାଭ କରି ଖୁସି ରହିବେ । ପ୍ରତିଯୋଗିତା ପରୀକ୍ଷାରେ ସଫଳତା ମିଳିବ । ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାକୁ ନେଇ ନିତ୍ୟଚର୍ଯ୍ୟାରେ ବ୍ୟବଧାନ ଉପସ୍ଥିତ ହେବ । ପ୍ରତିକାର- ହଳଦୀଚନ୍ଦନ ମୁଣ୍ଡରେ ଲଗାନ୍ତୁ ।

୧୨-ମୀନ

ଆର୍ଥିକସ୍ଥିତିରେ ସୁଧାର ଆସିବ । କୌଣସି ଦରକାରୀ ମୂଲ୍ୟବାନ ଜିନିଷ ଖରିଦ କରିବାକୁ ମନ ବଳାଇବେ । ସମସ୍ୟାଗୁଡ଼ିକ ଆପଣାଛାଏ ସମାଧାନ ହୋଇଯିବାରୁ ମନ ହାଲୁକା ହୋଇଯିବ । ବନ୍ଧୁଙ୍କ ସାହାଯ୍ୟ ନେଇ ଆଲୋଚନା କ୍ଷେତ୍ରରେ ସୁଫଳ ପାଇବେ । ବ୍ୟବସାୟରେ ସାଙ୍ଗ ସାଥିମାନେ ସାହାଯ୍ୟ ସହଯୋଗ କରିବେ ଓ ଡାକରା ପାଇ ଯାତ୍ରା କରିବାକୁ ବାଧ୍ୟ ହେବେ । ଆବଶ୍ୟକତା ପୂରଣ ଦିଗରେ ବହୁତ ଖର୍ଚ୍ଚାନ୍ତ ହେବେ । ମହିଳାମାନେ ମନପସନ୍ଦ ଜିନିଷପାଇ ଖୁସି ହେବେ ଓ ମିତ୍ରମାନଙ୍କ ସହ ସୁସମ୍ପର୍କ ରହିବା ଫଳରେ ଅନେକ କାର୍ଯ୍ୟରେ ସଫଳ ହେବେ । ପ୍ରତିକାର:- ଗାଈକୁ ରୁଟି ଓ ଗୁଡ଼ ଖାଇବାକୁ ଦିଅନ୍ତୁ ।