ଆଜିର ରାଶିଫଳ 18 ଅଗଷ୍ଟ 2019, ରବିବାର, ସାଇ ବାବା ଙ୍କ କୃପା ଦୃଷ୍ଟି ରହିବ ଏହି ୪ଟି ରାଶି ଉପରେ

ମେଷ:-

ଅଧ୍ୟୟନ, ଅଧ୍ୟାପନା ତଥା ରଚନାତ୍ମକ କ୍ଷେତ୍ରରେ ସମ୍ମାନିତ ହେବେ ।  ନୂତନ ଗୃହସୁଖ ମିଳିବ । ଯାତ୍ରାରେ ସମୟ କଟିବ ଓ ଲାଭ ପାଇବେ । ବ୍ୟବସାୟ ବୃଦ୍ଧି କିମ୍ବା ନୂଆ ଯୋଜନା ଅନୁସାରେ କାର୍ଯ୍ୟ କରିବେ । ସ୍ଥଗିତ ଥିବା ଧନପ୍ରାପ୍ତ ହେବ । ମହିଳାମାନେ ନୂତନ କର୍ମ ଓ ବ୍ୟବସାୟ ପାଇଁ ଚେଷ୍ଟିତ ହେବେ । ବନ୍ଧୁବାନ୍ଧବଙ୍କ ନିକଟରେ ଗୁରୁଗୁରୁଜନ ଓ ପ୍ରିୟଲୋକଙ୍କ ପାଖରେ ଆଦୃତ ହେବେ । ପରିବାରରେ ମହତ୍ୱପୂର୍ଣ୍ଣ କାର୍ଯ୍ୟକରି ପ୍ରଶଂସିତ ହେବେ । ରାଜନୀତିରେ ଉନ୍ନତି, ବିଦ୍ୟାରେ ଉନ୍ନତି, ଖେଳରେ ବିଜୟୀ ହେବେ । ଆର୍ଥିକସ୍ଥିତି ପୂର୍ବପରି ରହିବ ।  ପ୍ରତିକାର:- ଅଶ୍ୱସ୍ଥବୃକ୍ଷ ମୂଳରେ ଗୁଡପଣା ଢାଳନ୍ତୁ ।

ବୃଷ:-

କୌଣସି ଆନୁଷ୍ଠାନିକ ଓ ସାଙ୍ଗଠନିକ କାର୍ଯ୍ୟରେ ଯୋଗ ଦେବେ । ଆର୍ଥିକସ୍ଥିତି ମନ୍ଦ ହେବନାହିଁ, ଯାହାଦ୍ୱାରା କି ବହୁ ପରିମାଣରେ ଅଭିବୃଦ୍ଧିର ହାର ବଢ଼ିଯିବ । ଲେଖାପଢ଼ାରୁ, ସଭାସମିତିରୁ, ବନ୍ଧୁମିଳନରୁ ଶୁଭଫଳ ପାଇବେ । ବ୍ୟବସାୟୀମାନେ ନିଜର ପ୍ରାଧାନ୍ୟ ବିସ୍ତାର କରି ସମସ୍ୟାକୁ ସୁଧାରି ନେବେ । ପ୍ରତିଯୋଗିତା ଓ ପ୍ରତିଦ୍ୱନ୍ଦିତା କ୍ଷେତ୍ରରେ ବିଜୟ ଲାଭ କରିବେ । ବ୍ୟବସାୟରେ ଭାଗିଦାରୀଙ୍କ ପାଇଁ କ୍ଷତିରୁ ବଞ୍ଚିଯିବେ । ମହିଳାମାନେ ଅନ୍ୟକୁ ନିଜ ସହ ତୁଳନା କରି ମାନସିକ ଶାନ୍ତି ଅନୁଭବ କରିବେ । ମିତ୍ରମାନଙ୍କ ସହ ସୁସମ୍ପର୍କ ରହିବା ଫଳରେ ଅନେକ କାର୍ଯ୍ୟରେ ସଫଳ ହେବେ ।  ପ୍ରତିକାର:- କୁକୁରକୁ ଖାଦ୍ୟ ଦିଅନ୍ତୁ ।

ମିଥୁନ:-

ବିବେକ ବୁଦ୍ଧି ଖଟେଇ ଉଚିତ୍ମାର୍ଗରେ ଗତିକରିବାର କ୍ଷମତା ଜନ୍ମହେବ । ଉତ୍ସାହ ଉଲ୍ଲାସରେ ସମୟ ଅତିବାହିତ କରିବେ । ଦାମ୍ପତ୍ୟଜୀବନ ସୁଖମୟ ହେବ । ପରିଶ୍ରମ ଦ୍ୱାରା କାର୍ଯ୍ୟରେ ସ୍ଥିରତା ବଢ଼ିବ ଓ ଲାଭ ପାଇବେ । ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହେବ । ବୁଦ୍ଧିମତା କାରଣରୁ ପ୍ରଚୁର ଅର୍ଥ ଲାଭହେବ । ଯାତ୍ରାରେ ବିଶେଷ ଲାଭାନ୍ୱିତ ହେବେ । ବିଦ୍ୟା ଓ ଖେଳରେ ଉନ୍ନତି ହେବ । ମହିଳାମାନେ ମିତ୍ର ଓ ଭାଇମାନଙ୍କୁ ସାହାଯ୍ୟ କରି ଆର୍ଥିକ ସମସ୍ୟାର ସମାଧାନ କରିବେ । କଳା, ସାହିତ୍ୟ, କ୍ରିଡା, ଚଳଚ୍ଚିତ୍ର ତଥା ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ ।  ପ୍ରତିକାର- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

କର୍କଟ:-

ଦାମ୍ପତ୍ୟ ଜୀବନରେ ସୁଖବୃଦ୍ଧି ହେବ । ମହିଳାମାନଙ୍କର ସ୍ୱଜନ ଓ ମିତ୍ରଙ୍କ ଠାରୁ ପୂର୍ଣ୍ଣ ସହଯୋଗ ମିଳିବ । ଗୃହର ସମସ୍ୟା ଦୂର ହୋଇଯିବ । ଅଟକିଥିବା ଧନଲାଭ ହେବ । ଦିନଚର୍ଯ୍ୟା ସୁଖଦାୟକ ହେବ । ବ୍ୟବସାୟରେ ସଫଳତା ମିଳିବ । ବନ୍ଧୁବାନ୍ଧବଙ୍କ ନିକଟରେ ଗୁରୁଗୁରୁଜନ ଓ ପ୍ରିୟଲୋକଙ୍କ ପାଖରେ ଆଦୃତ ହେବେ । ପରିବାରରେ ମହତ୍ୱପୂର୍ଣ୍ଣ କାର୍ଯ୍ୟକରି ପ୍ରଶଂସିତ ହେବେ । ରାଜନୀତି, କୃଷି, ବିଦ୍ୟା ଓ ଖେଳରେ ସଫଳ ହେବେ । ସତର୍କ ନ ରହିଲେ ଶତୃମାନେ କ୍ଷତି କରିବେ । ତରବାରିଆ ହିସାବରେ କୌଣସି କାର୍ଯ୍ୟ ନକରି ସବୁଆଡକୁ ନଜର ଦେଇ କାମ କରିବା ଉଚିତ୍ ।  ପ୍ରତିକାର:- କୁକୁରକୁ ଖାଦ୍ୟ ଦିଅନ୍ତୁ ।

ସିଂହ:-

ଶୁଭ ସମାଚାର ପାଇ ମନ ଖୁସି ହେବ । ଦୂରଯାତ୍ରାକରି ଲାଭ ପାଇବେ ଓ ଅଭିଷ୍ଟ ପ୍ରାପ୍ତି ହେବ । ବ୍ୟବସାୟରେ ଅଚଳାବସ୍ଥା ସୁଧୁରିଯିବ । କର୍ମ କ୍ଷେତ୍ରରେ ସମ୍ମାନୀତ ହେବେ । ଜନ ସେବାରେ ପ୍ରଶଂସା ମିଳିବ । ମିତ୍ରମାନଙ୍କ ସହ ସୁସମ୍ପର୍କ ରହିବା ଫଳରେ ଅନେକ କାର୍ଯ୍ୟରେ ସଫଳ ହେବେ । ମହିଳାମାନେ ଉତ୍ସାହ ଉଲ୍ଲାସରେ ସମୟ ଅତିବାହିତ କରିବେ । ଶତୃ ପରାଜିତ ହେବେ । ସଂପତ୍ତି କ୍ରୟ ଓ ବିକ୍ରୟ ଦ୍ୱାରା ଲାଭ ପାଇବେ । ମହତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପୂର୍ଣ୍ଣ ହୋଇଯିବ । କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ସାମାଜିକ ଉତ୍ସବରେ ଭାଗ ନେବେ ।  ପ୍ରତିକାର:- ଆମିଷ ସେବନ କରନ୍ତୁ ନାହିଁ ।

କନ୍ୟା:-

ବ୍ୟବସାୟ କ୍ଷେତ୍ରରେ ପ୍ରସାର ପ୍ରଚାର କରି ପ୍ରଚୁର ଲାଭ ପାଇବେ । ଉଚ୍ଚପଦସ୍ଥ ବ୍ୟକ୍ତିଙ୍କ ସହ ମନୋମାଳିନ୍ୟ ମେଣ୍ଟିଯିବ । ରାଜନୈତିକ କ୍ଷେତ୍ରରେ ପୁରୁଣା ସମସ୍ୟା ସମାଧାନ କରି ବିଜୟୀ ହେବେ । ବାସଗୃହ ଓ ଯାନବାହାନ ନେଇ କେତେ ସମସ୍ୟାର ସମାଧାନ ହୋଇଯିବ । ପାରିବାରିକ ସମ୍ପର୍କରେ ଉନ୍ନତି ହେବ । ସ୍ୱାସ୍ଥ୍ୟ ଦିଗରୁ ମଧ୍ୟମ ଫଳ ପ୍ରାପ୍ତି । ଭ୍ରାତୃ ବିବାଦ ଦୂର ହେବ । ବିଦ୍ୟାର୍ଥିଙ୍କର ଉନ୍ନତି ହେବ । ମହିଳାମାନେ ବ୍ୟସ୍ତତା ଭିତରେ କାର୍ଯ୍ୟ ସାଧନ କରିବେ । ପ୍ରେମିକ ପ୍ରେମିକାମାନଙ୍କର ପ୍ରେମ ସମ୍ବନ୍ଧରେ ଜୟଯୁକ୍ତ ହେବେ ।  ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ତୁଳା:-

ଆର୍ଥିକ ଦିଗରୁ ବେଶ୍ ଅନୁକୂଳ ଥିବାରୁ କିଛି ନୂତନ ପଦାର୍ଥ ସଂଗ୍ରହ କରି ଲାଭବାନ ହେବେ । ମହିଳାମାନେ ଲକ୍ଷ୍ୟ ହାସଲ କରିବାରେ ସମର୍ଥ ହେବେ । ବନ୍ଧୁଙ୍କ ସହଯୋଗରେ କେତେକ ସମସ୍ୟାର ସମାଧାନ ହେବ । ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ସଫଳ ହେବେ । ପାରିବାରିକକ୍ଷେତ୍ରରେ ବୁଝାମଣା ଠିକ୍ ରହିବ । ଧୈର୍ଯ୍ୟ ଓ ସହନଶୀଳତା ଯୋଗେ ଯଶ ମିଳିବ । ସାମାଜିକ ପତିଆରା ଅମଳିନ ରହିବ । ଆୟ ଉପାର୍ଜନ ବୃଦ୍ଧି ହେବ । ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଲେ ବ୍ୟବସାୟରେ ଅଚାନକ ଧନପ୍ରାପ୍ତି ହେବ । ଦୂରଯାତ୍ରାରେ ସଫଳ ହେବେ ।  ପ୍ରତିକାର- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

ବିଚ୍ଛା:-

ଜାଗା, ଜମି, ଗୃହପୋକରଣ କ୍ରୟ କରିବେ । ନୂତନକର୍ମପ୍ରାପ୍ତିର ସୁଯୋଗ ପାଇବେ । ବ୍ୟବସାୟରେ ଆଶାତୀତ ଲାଭ ମିଳିବ । ପରିବାରରେ ସୁସ୍ଥ ବାତାବରଣ ଜାରିରହିବ । ପରସ୍ପରକୁ ସାହାଯ୍ୟ ସହଯୋଗ କରି, ଗଠନମୂଳକ କାର୍ଯ୍ୟ ହାତକୁ ନେବେ । ଦୂରଯାତ୍ରାର ସୁଯୋଗ ପାଇବେ । ଆୟ ଉପାର୍ଜନରେ ବାଧା ନାହିଁ । ପ୍ରମୋଶନ ସୂଚନାପାଇ ଖୁସି ହେବେ । ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା ସାକ୍ଷାତ୍କାରରେ ସଫଳହେବେ । ପ୍ରେମିକ ପ୍ରେମିକା ମାନେ ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ଆନନ୍ଦ ଅନୁଭବ କରିବେ । କାର୍ଯ୍ୟ କ୍ଷେତ୍ରରେ ସୁଖ-ଶାନ୍ତି ବୃଦ୍ଧି ହେବ ।  ପ୍ରତିକାର-ପିତା ମାତାଙ୍କ ପାଦଛୁଇଁ ପ୍ରଣାମ କରନ୍ତୁ ।

ଧନୁ:-

ଉଚ୍ଚ ସମ୍ଭାବନାର ଆଶା ଆଶ୍ୱାସନା ଲାଭ କରି ମାନସିକ ଶାନ୍ତି ପାଇବେ । ସାମାଜିକ କାର୍ଯ୍ୟରେ ସଫଳତା ଓ ମାନସମ୍ମାନ ବୃଦ୍ଧି ହେବ । ଯାତ୍ରାରେ ଭୋଗ ବିଳାସ ଓ ଆନନ୍ଦମୟ ମୁହୂର୍ତ୍ତ କଟିବ । ବିଦ୍ୟାକ୍ଷେତ୍ରରେ ଶୁଭଯୋଗ ଓ ପ୍ରତିଯୋଗିତା ପରୀକ୍ଷା ରେ ସଫଳ ହେବେ । ଉତ୍ତରାଧିକାରୀ ସୂତ୍ରରୁ କିଛି ଧନ ସମ୍ପତ୍ତି ପାଇବାର ଯୋଗ ଅଛି । ମହିଳାମାନେ ପିଲାଙ୍କ ସହ ଖୁସିଗପ କରିବାରେ ମଉକା ଜୁଟିବ । ପରିବାରର ମାମଲା ଘରୋଇ ସମସ୍ୟାର ସମାଧାନ ହେବ । ରାଜନୀତିରେ ଉଚ୍ଚପ୍ରଶଂସିତ ହେବେ । ଖାଦ୍ୟପେୟ ପ୍ରତି ସଜାଗ ନ ରହିଲେ ସ୍ୱାସ୍ଥ୍ୟ ହାନୀ ହୋଇପାରେ ।  ପ୍ରତିକାର:- ଭୋକିଲା ଲୋକକୁ ଖାଇବାକୁ ଦିଅନ୍ତୁ ।

ମକର:-

ଗୃହସମସ୍ୟା ସମାଧାନ ହେବ । ଅଟକିଥିବା କାର୍ଯ୍ୟ ପୂରଣ ହେବ । କର୍ମକ୍ଷେତ୍ରରେ ସଫଳତା ମିଳିବ । ବ୍ୟବସାୟରେ ଆଶାତୀତ ଲାଭ କରିବେ । ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହେବ । ପ୍ରତିଷ୍ଠା, ପ୍ରତିପତି, ମାନସମ୍ମାନ ଓ କ୍ଷାତି ବଢ଼ିବ । ବୁଦ୍ଧିମତା କାରଣରୁ ପ୍ରଚୁର ଅର୍ଥ ଲାଭହେବ । ଯାତ୍ରାରେ ବିଶେଷ ଲାଭାନ୍ୱିତ ହେବେ । ମହିଳାମାନେ ଭାଇ ଓ ମିତ୍ରଙ୍କଠାରୁ ସହଯୋଗ ପାଇବେ । ବିରୋଧିମାନେ ଦୂରେଇଯିବେ । ପରିବାରରେ ଖୁସିର ବାତାବରଣ ସୃଷ୍ଟି ହେବ । ଯାନ ବାହନ ସୁଖ ମିଳିବ । ସାମାଜିକ କାର୍ଯ୍ୟରେ ଭାଗ ନେବେ । ବିଦ୍ୟା, ଖେଳରେ ପ୍ରଶଂସିତ ହେବେ ।  ପ୍ରତିକାର-ପିତା ମାତାଙ୍କ ପାଦଛୁଇଁ ପ୍ରଣାମ କରନ୍ତୁ ।

କୁମ୍ଭ:-

ମନୋରଂଜନ କାର୍ଯ୍ୟରେ ସମୟ କଟିବ । ବାଦବିବାଦ ପରୀକ୍ଷା, ପ୍ରତିଯୋଗିତା ଓ ମାଲିମକଦ୍ଦମାର ଅବସାନ ହେବ । ରାଜନୀତି କ୍ଷେତ୍ରରେ ସାମୁହିକ ପ୍ରୟାସ ଓ ସହଯୋଗ ଦ୍ଵାରା ଆଗକୁ ବଢିବା ସମ୍ଭବ ହେବ । ଆୟକୁ ଚାହିଁ ବ୍ୟୟ କଲେ ଲୋକହସା ହେବେ ନାହିଁ । ନୂତନ କାର୍ଯ୍ୟ ଆରମ୍ଭ କରିବା ପୂର୍ବରୁ ହାତେ ମାପି ଚାଖଣ୍ଡେ ଚାଲିବା ଆବଶ୍ୟକ । ପାରିବାରିକ ସମସ୍ୟା ଗୁଡ଼ିକୁ ସମାଧାନ କରିବା ଉଚିତ୍‌ । ପୁରାତନ ରୋଗପ୍ରତି ସାବଧାନ ରହିଲେ ଭଲ । ଉଚ୍ଚପଦସ୍ଥ କର୍ମକର୍ତ୍ତାମାନଙ୍କର କର୍ମଉପରେ ନଜର ପଡ଼ିପାରେ । ମହିଳାମାନେ ସକ୍ରିୟ ହେବେ ।  ପ୍ରତିକାର:- ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ ।

ମୀନ:-

ପାରିବାରିକ କ୍ଷେତ୍ରରେ ସ୍ଥିରତା ଦେଖାଦେବ । କର୍ମକ୍ଷେତ୍ର ସୁଦୃଢ଼ ହେବ । ବ୍ୟବସାୟୀମାନେ ବହୁତ ଦିନର ବାକିପଡିଥିବା ଅର୍ଥ ପାଇବେ । ଶିଳ୍ପ, ବାଣିଜ୍ୟ, ଯାତ୍ରା, ରାଜନୀତି, ପ୍ରଶାସନକ୍ଷେତ୍ରରେ ସମସ୍ୟାକୁ ସୁଧାରି ନେବେ । ମହିଳାମାନଙ୍କର ଆଶା ପୂରଣ ହେବ । ବନ୍ଧୁବାନ୍ଧବଙ୍କ ନିକଟରେ ଗୁରୁଗୁରୁଜନ ଓ ପ୍ରିୟଲୋକଙ୍କ ପାଖରେ ଆଦୃତ ହେବେ । ପରିବାରରେ ମହତ୍ୱପୂର୍ଣ୍ଣ କାର୍ଯ୍ୟକରି ପ୍ରଶଂସିତ ହେବେ । ବିବେକ ବୁଦ୍ଧି ଖଟେଇ ଉଚିତ୍ମାର୍ଗରେ ଗତିକରିବାର କ୍ଷମତା ଜନ୍ମହେବ । ବିଦ୍ୟାରେ ଉନ୍ନତି ହେବ । ଭବିଷ୍ୟତ ଚିନ୍ତାକରି ପରିଶ୍ରମକଲେ ଚେଷ୍ଟା ସାର୍ଥକହେବ ।  ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।