ଆଜିର ରାଶିଫଳ, 27 ଡିସେମ୍ବର 2018, ଗୁରୁବାର – ଆଜିଠୁ ୯ ଦିନ ଯାଏ ମା ଲକ୍ଷ୍ମୀ ଏହି ୫ ରାଶି ଉପରେ କୃପା କରିବେ

ମେଷ:–

ବ୍ୟବସାୟୀମାନେ ଧନଲାଭ କରିବାର ସୁଯୋଗ ପାଇବେ । ଶତୃମାନେ ମିତ୍ରଭାବ ଆଚରଣ କରିବେ । ପିଲାମାନଙ୍କ କାର୍ଯ୍ୟରେ ସନ୍ତୁଷ୍ଟ ହେବେ । ବାଦବିବାଦ,ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ସଫଳହେବେ । କର୍ମକ୍ଷେତ୍ରରେ ଉନ୍ନତିମୂଳକ ପଦକ୍ଷେପ ନେଇ ଆର୍ଥିକସ୍ଥିତି ସନ୍ତୋଷପ୍ରଦ ହେବ । ନୂତନ କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ । ଶାରିରୀକ ଅସୁସ୍ଥତା ଦୂରହେବ । ଗୃହପାଳିତ ପଶୁ ଓ ଯାନବାହାନ ଇତ୍ୟାଦି କ୍ରୟ କରି ଲାଭବାନ୍ ହେବେ । ପରିବାରଜନଙ୍କ ଉନ୍ନତିରେ ଆନନ୍ଦିତ ହେବେ । ପ୍ରତିକାର: ଅସହାୟଙ୍କର ସେବାକରି ଆଶୀର୍ବାଦ ଭିକ୍ଷା କରନ୍ତୁ ।

ବୃଷ:–

କର୍ମକ୍ଷେତ୍ରରେ ପଦୋନ୍ନତିର ସଙ୍କେତ ପାଇବେ । ପ୍ରତିଦ୍ଵନ୍ଦିତାରେ ସଫଳ, ବିଦ୍ୟାକ୍ଷେତ୍ରରେ ଶୁଭଯୋଗ, ରାଜନୀତିରେ ଉଚ୍ଚପ୍ରଶଂସିତ ହେବେ । କାର୍ଯ୍ୟ କ୍ଷେତ୍ରରେ ସୁଖ-ଶାନ୍ତି ବୃଦ୍ଧି ହେବ । ସାମାଜିକ କ୍ଷେତ୍ରରେ ନିଜର ପ୍ରଭାବ ଓ ପରାକ୍ରମ ବଢିବ । ଅଫିସର ଓ ଅଧିକାରୀ କାମରେ ପ୍ରସନ୍ନ ରହିବେ । କାରବାର ଓ କାର୍ଯ୍ୟ ସ୍ଥିତିରେ ସୁଧାର ଆସିବାରୁ ମନ ବହୁତ ଖୁସି ରହିବ । ସାଧାରଣ ଲୋକ ସମ୍ପର୍କକୁ ଅତିକ୍ରମ କରିବା ଲକ୍ଷ୍ୟରେ ଭୋଗମାର୍ଗୀ ହୋଇ ନିଜକୁ ପ୍ରତିଷ୍ଠିତ କରିପାରିବେ । ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ସଫଳହେବେ । ପ୍ରତିକାର-ଗାଈକୁ କିଛି ଖୁଆନ୍ତୁ ।

ମିଥୁନ:–

ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମାରେ ବିଜୟୀ ହେବେ । ଆୟ ଊତ୍ତମ ସ୍ଥଳେ କେତେକ ବାଧା ପ୍ରତିବନ୍ଧକ ଦେଖାଦେଇ ପାରେ । ଖାଇବା ପିଇବାରେ ଅବହେଳା କରିବାରୁ ସ୍ଵାସ୍ଥ୍ୟ ଖରାପ ହେବ । ସ୍ଥଗିତଥିବା କର୍ମଟି ପୂରଣ ହେବାପାଇଁ ଆର୍ଥିକ ସଙ୍କଟ ଦୂରେଇ ଯିବ । ପାରିବାରିକ କ୍ଷେତ୍ରରେ ସ୍ୱାର୍ଥ ପ୍ରବୃତ୍ତିର ଶୀକାର ହୋଇ ସମ୍ପର୍କର ମଧୁର ସ୍ୱାଦରୁ ବଞ୍ଚିତ ହେବେ । ଶର୍ଦ୍ଦି ଓ ପିତ୍ତ ଦୋଷ ସାଙ୍ଗକୁ ଗୁହ୍ୟରୋଗ ସୃଷ୍ଟିହେବ । ଅର୍ଥ ସମ୍ପର୍କିତ ଚୁକ୍ତିପତ୍ର କଲେ କ୍ଷତିରେ ପଡିବେ । ବାକ୍ୟ ସଂଯମତା ନରଖିଲେ ମାଲିମୋକଦ୍ଦମାର ଭୟ ରହିବ । ପ୍ରତିକାର- ଷଣ୍ଢକୁ କିଛି ଖାଇବାକୁ ଦିଅନ୍ତୁ ।

କର୍କଟ:–

ପରିବାରରେ ସୁସ୍ଥ ବାତାବରଣ ଜାରିରହିବ । ପରସ୍ପରକୁ ସାହାଯ୍ୟ ସହଯୋଗ କରି, ଗଠନମୂଳକ କାର୍ଯ୍ୟ ହାତକୁ ନେବେ । ଦୂରଯାତ୍ରାର ସୁଯୋଗ ପାଇବେ । ଜାଗା, ଜମି, ଗୃହପୋକରଣ କ୍ରୟ କରିବେ । ଆୟ ଉପାର୍ଜନରେ ବାଧା ନାହିଁ । ପ୍ରମୋଶନ ସୂଚନାପାଇ ଖୁସି ହେବେ । ବାଦ ବିବାଦ, ପରୀକ୍ଷା ପ୍ରତିଯୋଗିତା ସାକ୍ଷାତ୍କାରରେ ସଫଳହେବେ । ବ୍ୟବସାୟରେ ଆଶାତୀତ ଲାଭ ମିଳିବ । ନୂତନକର୍ମପ୍ରାପ୍ତିର ସୁଯୋଗ ପାଇବେ । ପ୍ରେମିକ ପ୍ରେମିକା ମାନେ ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ଆନନ୍ଦ ଅନୁଭବ କରିବେ । ପ୍ରତିକାର-ପିତା ମାତାଙ୍କ ପାଦଛୁଇଁ ପ୍ରଣାମ କରନ୍ତୁ ।

ସିଂହ:–

କର୍ମକ୍ଷେତ୍ରରେ ଜବରଦସ୍ତି ଉନ୍ନତି ଓ ନ୍ୟାୟମିଳିବ । ଆୟରସ୍ରୋତ ଖୋଲିଯିବ । ପଦୋନ୍ନତି ସହ ନୂତନକର୍ମ ପ୍ରାପ୍ତିହେବ । ପରିବାରର ମାମଲା ଘରୋଇ ସମସ୍ୟାର ସମାଧାନ ହେବ । ପୁଞ୍ଜିଲଗାଣ, ଉଦ୍ୟୋଗ, ଧନ ଆଦାନପ୍ରଦାନରେ ଲାଭବାନ୍ ହେବେ । ବ୍ୟବସାୟିକ ସଫଳତା ମିଳିବ । ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ବିଜୟୀ ହେବେ । ଅସନ୍ତୋଷ, ଭ୍ରମଣକାଳରେ କ୍ଲେଶ, ସହକର୍ମୀଙ୍କସହ ବିବାଦ ଦେଖାଦେଇପାରେ । ଆୟ ଅପରିବର୍ତ୍ତିତ ରହିଲେ ମଧ୍ୟ ବ୍ୟୟ ବୃଦ୍ଧିପାଇବ । ପ୍ରତିକାର- ଅସହାୟ ବୃଦ୍ଧଙ୍କୁ ଖାଦ୍ୟ ଦିଅନ୍ତୁ ।

କନ୍ୟା:–

ମାନସିକ ବିଷାଦ, ଦାମ୍ପତ୍ୟ କଳହ ଓ ଭୟ ଆଶଙ୍କା ଦୂରେଇ ଯିବ । ବକେୟା ଅର୍ଥ କିଛି ମିଳିବ । ମାନସିକଶାନ୍ତି ଓ ସ୍ୱାସ୍ଥ୍ୟରେ ଉନ୍ନତି ପରିଲିକ୍ଷିତ ହେବ । ପାରିବାରିକକ୍ଷେତ୍ରରେ ସ୍ନେହସଦ୍ଭାବର ବୃଦ୍ଧିହେବ । ସନ୍ତାନ ସନ୍ତତିଙ୍କ ମର୍ଜି ରକ୍ଷାକରି ଶାନ୍ତିଶୃଙ୍ଖଳା ବଜାୟ ରଖି ପାରିବେ । ଆୟ ଉପାର୍ଜ୍ଜନର ବୃଦ୍ଧି, କର୍ମ ଓ ବ୍ୟବସାୟରେ ଉନ୍ନତି । ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ବିଜୟୀ ହେବେ । ଋଣରୁ ମୁକ୍ତି ମିଳିବ । ଶତ୍ରୁବାଧା ଦୂରେଇ ଯିବ । ରାଜନୀତିରେ ଲୋକସମର୍ଥନକୁ ଆଧାର କରି ବଳୀୟାନ ହେବେ । ପ୍ରତିକାର- ଗୁଡରୁଟି ଗାଈକୁ ଖାଇବାକୁ ଦିଅନ୍ତୁ ।

ତୁଳା:–

ରାଜନୀତି କ୍ଷେତ୍ରରେ ସୁ-ସମ୍ପର୍କ ସ୍ଥାପନ କରି ନିଜର ଧାର୍ମିକ କାର୍ଯ୍ୟପ୍ରତି ଆଗ୍ରହୀ ହେବେ । ନିର୍ମାଣମୂଳକ ଯୋଜନାରେ ଆଗେଇବେ । ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ସଫଳ ହେବେ । କର୍ମରେ ଅସନ୍ତୋଷ, ମାନସିକଦୁଶ୍ଚିନ୍ତା, ପୁରାତନରୋଗର ପ୍ରକୋପ ସହିତ ଉଦରପୀଡ଼ା ଦେଖାଦେବ । ପରିବାରରେ ବ୍ୟୟବୃଦ୍ଧି ହେତୁ ଧନ ଆଶା କରିବା ନିରର୍ଥକ । ବ୍ୟବସାୟରେ ଲାଭ ହେଲେମଧ୍ୟ ଶତୃ ଦେଖାଦେବେ । ମହିଳାମାନେ ଇଛା ନ ଥିଲେ ମଧ୍ୟ କେତେକ କର୍ମ କରିବାକୁ ବାଧ୍ୟ ହେବେ । ପ୍ରତିକାର:- ଅସହାୟାଙ୍କୁ ସାହାଯ୍ୟ କରନ୍ତୁ ।

ବିଚ୍ଛା:–

ସ୍ୱାସ୍ଥ୍ୟରେଉନ୍ନତି, ପଦନ୍ନୋତି, ସ୍ଥାନପରିବର୍ତ୍ତନ, ବିନା ପରିଶ୍ରମରେ ଧନପ୍ରାପ୍ତି ହେବ । ଅନ୍ୟର ଉପକାରକରି ପ୍ରଶଂସିତ ହେବେ । ବ୍ୟବସାୟରେ ନୂତନଧାରା ଖୋଲିବେ । ଧର୍ମକାର୍ଯ୍ୟରେ ମତି ରହିବ । ଖେଳ, କୁଦ, ପ୍ରତିଯୋଗିତା ପରୀକ୍ଷାରେ ଓ ବିଦ୍ୟା କ୍ଷେତ୍ରରେ ପ୍ରଶଂସା ପାଇବେ । ବାଦବିବାଦ, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ବିଜୟୀ ହେବେ । ଅର୍ଥ ସମ୍ପର୍କିତ ଚୁକ୍ତିପତ୍ର କଲେ ଲାଭବାନ୍ ହେବେ । ଦୂରଯାତ୍ରାର ସୁଯୋଗ ପାଇବେ । ଜମିଜମା ସଂକ୍ରାନ୍ତୀୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନହେବ ଓ ଆୟରସ୍ରୋତ ବୃଦ୍ଧିହେବ । ପ୍ରତିକାର-ନିଶାଦ୍ରବ୍ୟ ଓ ଆମିଷ ସେବନ କରନ୍ତୁ ନାହିଁ ।

ଧନୁ:–

ଯୁବକ ଯୁବତୀମାନଙ୍କର ବାଦବିବାଦ, ମାଲିମକଦ୍ଦମା, ପ୍ରତିଯୋଗିତାପରୀକ୍ଷା ଓ ସାକ୍ଷାତକାରରେ ଜୟଯୁକ୍ତ ହେବେ । ପ୍ରେମିକ ପ୍ରେମିକା ମାନେ ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ଆନନ୍ଦ ସହ କଷ୍ଟ ଅନୁଭବ କରିବେ । କର୍ମକ୍ଷେତ୍ରରେ ସ୍ଥାନ ପରିବର୍ତ୍ତନ କରିବା ପାଇଁ ଚିନ୍ତା କରିବେ । ଧାର୍ମିକ କାର୍ଯ୍ୟରେ ମନ ବଳାଇବେ । ରାଜନୀତିରେ ସଫଳତା ମିଳିବ କର୍ମକ୍ଷେତ୍ରଟି ସୁଦୃଢ ହେବ ଓ ଆୟ ଅପେକ୍ଷା ବ୍ୟୟ ବୃଦ୍ଧି ହେବ । ବନ୍ଧୁମିତ୍ରଙ୍କ ସହ ହସଖୁସିର ବାତାବରଣ ସୃଷ୍ଟି ହେବ । ପାରିବାରିକକ୍ଷେତ୍ରରେ ଗୋଟିଏ ପାଖରେ ସ୍ନେହଶ୍ରଦ୍ଧାର ସ୍ରୋତ ଛୁଟୁଥିଲାବେଳେ ଅନ୍ୟପାଖରେ ଉପେକ୍ଷା ଓ ଅଶାନ୍ତିର ନିଆଁ କୁହୁଳିବ । ପ୍ରତିକାର- ଗାଈକୁ କିଛି ଖାଇବାକୁ ଦିଅନ୍ତୁ ।

ମକର:–

ବନ୍ଧୁଙ୍କ ସହଯୋଗରେ କେତେକ ସମସ୍ୟାର ସମାଧାନ ହେବ । ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ସଫଳ ହେବେ । ପାରିବାରିକକ୍ଷେତ୍ରରେ ବୁଝାମଣା ଠିକ୍ ରହିବ । ଧୈର୍ଯ୍ୟ ଓ ସହନଶୀଳତା ଯୋଗେ ଯଶ ମିଳିବ । ସାମାଜିକ ପତିଆରା ଅମଳିନ ରହିବ । ଆୟ ଉପାର୍ଜନ ବୃଦ୍ଧି ହେବ । ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଲେ ବ୍ୟବସାୟରେ ଅଚାନକ ଧନପ୍ରାପ୍ତି ହେବ । ଦୂରଯାତ୍ରାରେ ସଫଳ ହେବେ । ଆମୋଦ ପ୍ରମୋଦ, ମନୋରଞ୍ଜନ, ଛୋଟ ବଡ ମିଟିଙ୍ଗରେ ଯୋଗ ଦେବେ । ମନରେ ଅଶାନ୍ତି ଅସନ୍ତୋଷ ଦେଖାଦେବ । ପ୍ରତିକାର- କ୍ଷୀରଗୁଡ଼ ପଣାକରି ବରଗଛ ମୂଳରେ ଢ଼ାଳନ୍ତୁ ।

କୁମ୍ଭ:–

ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ସଫଳ ହେବେ । ବ୍ୟବସାୟ କ୍ଷେତ୍ରରେ ପ୍ରସାର ପ୍ରଚାର କରି ସାମାନ୍ୟ ଲାଭ ପାଇବେ । ପ୍ରବାସ ଯାତ୍ରାରେ ପୀଡା ଅନୁଭବ କରିବେ । ମନ ଉତ୍ତେଜିତ ଫଳରେ ମାନସିକ ଏକାଗ୍ରତା ଭଙ୍ଗ ହେବ । ଆର୍ଥିକଦିଗରୁ ସୁବିଧାହେଲେ ମଧ୍ୟ ପୈତୃକସମ୍ପତ୍ତି ନେଇ ପାରିବାରିକ ଦ୍ୱନ୍ଦ ଉପୁଜି ପାରେ । ମନକୁଆଘାତ ଲାଗିଲାପରି କଥା ଶୁଣିବେ । ନିଜଲୋକଙ୍କ ଶତ୍ରୁତା ଫଳରେ ମନରେକ୍ଷୋଭ ଓ ହତାଶଭାବ ଦେଖା ଦେବ । ଶରୀର ଭଲ ରହିବନାହିଁ । ଆୟଅପେକ୍ଷା ବ୍ୟୟ ବୃଦ୍ଧିପାଇବ । ପ୍ରତିକାର-ପିତା ମାତାଙ୍କ ପାଦଛୁଇଁ ପ୍ରଣାମ କରନ୍ତୁ ।

ମୀନ:–

ପରିବାରରେ ମନୋମାଳିନ୍ୟ ଓ ଆର୍ଥିକ ସଙ୍କଟ ଦୂରେଇଯିବ । ବ୍ୟବସାୟ ସମ୍ବନ୍ଧୀୟ ସମସ୍ତ ଜରୁରୀ କାର୍ଯ୍ୟ ଓ ଆବଶ୍ୟକ ଅର୍ଥ ଆଦାନ ପ୍ରଦାନ ସୁଚାରୁରୂପେ ହେବ । ପ୍ରବାସ ଯାତ୍ରାରେ ଲାଭବାନ ହେବେ । ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରିବେ । ପୁରାତନରୋଗର ଉପଶମ ମିଳିବ । ପାରିବାରିକକ୍ଷେତ୍ରରେ ଶାନ୍ତିଶୃଙ୍ଖଳା ଦେଖାଦେବ । ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ସଫଳ ହେବେ । ଉଚ୍ଚାଧିକାରି ଓ ସହକର୍ମୀମାନେ କର୍ମକ୍ଷେତ୍ରରେ ସହଯୋଗ କରିବେ । ରାଜନୀତି କ୍ଷେତ୍ରରେ ସାମୁହିକ ପ୍ରୟାସ ଓ ସହଯୋଗ ଦ୍ଵାରା ଆଗକୁ ବଢିବା ସମ୍ଭବ ହେବ । ପ୍ରତିକାର:- କୁକୁରକୁ ଖାଦ୍ୟ କିଛି ଦିଅନ୍ତୁ ।