ଆଜିର ରାଶିଫଳ 29 ଜୁନ୍ 2019, ଶନିବାର – ଆଜିଠୁ ଶନି ଦେବ ଏହି ୫ଟି ରାଶିକୁ ସବୁ ଶକ୍ତି ଦେବେ

ମେଷ:-

କୌଣସି ନୂତନ ବ୍ୟକ୍ତିଙ୍କ ସହିତ ଭେଟ ହେବାଫଳରେ ସୁଖ ସମୃଦ୍ଧି ବୃଦ୍ଧି ହେବ । ପାରିବାରିକ କ୍ଷେତ୍ରରେ ଧୈର୍ଯ୍ୟ ଓ ସହନ ଶୀଳତା କାଏମ ରହିବ । ରାଜନୀତିରେ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢେଇବ । ପାର୍ଟି ବା ସମାରୋହରେ ସମ୍ମିଳିତ ହେବାକୁ ପଡିପାରେ । ବାଦବିବାଦ, ମାଲିମୋକଦ୍ଦମା, ପରୀକ୍ଷା, ପ୍ରତିଯୋଗିତାରେ ସଫଳତା ମିଳିବ । ମିତ୍ରଙ୍କ ସହାୟତା ଦ୍ଵାରା ଉନ୍ନତି ହେବ । ବ୍ୟବସାୟ କ୍ଷେତ୍ରରେ ପ୍ରସାର ପ୍ରଚାର ଫଳରେ ଆଶାତୀତ ଲାଭ ପାଇବେ । ପ୍ରେମ-ପ୍ରସଙ୍ଗରେ ସଫଳତା ମିଳିବ ।  ପ୍ରତିକାର- କୁକୁରକୁ ଖାଇବାକୁ ଦିଅନ୍ତୁ ।

ବୃଷ:-

ପୁଞ୍ଜି ଲଗାଣ, ଉଦ୍ୟୋଗ, ଧନ ଆଦାନ ପ୍ରଦାନରେ ଲାଭବାନ୍ ହେବେ । ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରି ପାରିବେ । କୌଣସି ନୂତନ କର୍ମ କରିବାକୁ ଚାହୁଁଥିଲେ ସେଥିରେ ବିଜୟୀ ହେବେ । ପ୍ରିୟଜନମାନେ ଆଗକୁ ବଢିବାରେ ସାହାଯ୍ୟ କରିବେ । ପ୍ରବାସ ଯାତ୍ରାରେ ଲାଭବାନ ହେବେ । ରାଜନୀତିରେ ଉନ୍ନତି ହେବା ସହ ବରିଷ୍ଠ ବ୍ୟକ୍ତି ଉଚ୍ଚାଧିକାରୀଙ୍କ ସହ ସମ୍ବନ୍ଧ ଦୃଢୀଭୁତ ହେବ । ମହିଳାମାନଙ୍କର ଘର ପରିବାରରେ ବାତାବରଣ ଶାନ୍ତିପୂର୍ଣ୍ଣ ରହିବ । ପରୀକ୍ଷା ଓ ପ୍ରତିଦ୍ୱନ୍ଦିତାରେ ବିଜୟୀ ହେବେ ସମ୍ମାନିତ ହେବେ ।  ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ମିଥୁନ:-

ସ୍ଵାସ୍ଥ୍ୟରେ ଉନ୍ନତି, ମାନସିକ ସ୍ଥିରତା ଆସିବ । ଶୁଭ ସମାଚାର ମିଳିପାରେ । ନୂତନ କାର୍ଯ୍ୟଆରମ୍ଭ କରିପାରିବେ । ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରି ପାରନ୍ତି । ରାଜନୀତିରେ ସମାଜ ସେବା ଓ ସ୍ଵନାମ ଅର୍ଜନ କରିପାରିବେ । ଧୈର୍ଯ୍ୟ ଓ ବୁଦ୍ଧିବଳରେ ନିଜର କାର୍ଯ୍ୟ ହାସଲ କରିପାରିବେ । ସରକାରୀ ଚାପ ପଡିଲେ ମଧ୍ୟ କର୍ମକ୍ଷେତ୍ରରେ ଉନ୍ନତି ହେବ । ନୂଆ ଜ୍ଞାନର ବୃଦ୍ଧି ହେବ । ଛାତ୍ରଛାତ୍ରୀମାନଙ୍କର ଶିକ୍ଷକ ଓ ସହପାଠୀମାନଙ୍କ ମଧ୍ୟରେ ସମନ୍ଵୟ ରହି ବନ୍ଧୁତ୍ଵ ବୃଦ୍ଧି ପାଇବ । ସନ୍ତାନଙ୍କ ସମ୍ବନ୍ଧିତ କୌଣସି ମହତ୍ଵପୂର୍ଣ୍ଣ କାମ ହୋଇପାରେ ।  ପ୍ରତିକାର-ହଳଦୀଚନ୍ଦନ ମୁଣ୍ଡରେ ଲଗାନ୍ତୁ ।

କର୍କଟ:-

ଆଧ୍ୟାତ୍ମିକ କ୍ଷେତ୍ରରେ ଉନ୍ନତି ହେବ । ଚାକିରୀ କ୍ଷେତ୍ରରେ ପଦୋନ୍ନତି ହେବା ସହ ସ୍ଥାନାନ୍ତର ମଧ୍ୟ ହୋଇପାରେ । ପ୍ରିୟଜନମାନେ ଆଗକୁ ବଢିବାରେ ସାହାଯ୍ୟ କରିବେ । ବିଚାର ବିଭାଗର ରାୟ ଆପଣଙ୍କ ସପକ୍ଷରେ ଯିବ । ଉଚ୍ଚଆଶା ସଫଳ ହେବା ଫଳରେ ପାରିବାରିକ କ୍ଷେତ୍ରରେ ଖୁସି ମିଳିବ । ରାଜନୀତିରେ ଉନ୍ନତି ହେବ । ମିତ୍ରଙ୍କ ଦ୍ଵାରା ସହାୟତା ମିଳିବ । ବ୍ୟବସାୟ କ୍ଷେତ୍ରରେ ପ୍ରସାର ପ୍ରଚାର ଫଳରେ ଆଶାତୀତ ଲାଭ ପାଇବେ । ପ୍ରେମୀ-ପ୍ରେମିକାଙ୍କ ମିଳନ ହେବ ଓ ସଫଳତା ମିଳିବ । କୌଣସି ନୂତନ କାର୍ଯ୍ୟ ଆରମ୍ଭ ନକରିବା ଉଚିତ୍ । ପ୍ରତିକାର- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

ସିଂହ:-

ସମାରୋହରେ ସମ୍ମିଳିତ ହେବାକୁ ପଡିପାରେ । ରାଜନୀତି ମାମଲାରେ ସଫଳତା ମିଳିବ । ବିଦ୍ୟା କ୍ଷେତ୍ରରେ ଉନ୍ନତି ହେବ ଓ ମନ ଖୁସି ରହିବ । ମହିଳାମାନେ ଆନୁଷ୍ଠାନିକ କାମ ହାସଲ କରିବା ସକାଶେ ବନ୍ଧୁଙ୍କ ସାହାଯ୍ୟ ଉପରେ ନିର୍ଭର କରିବେ । ଲୋକସମ୍ପର୍କ, ସମାଜସେବା, ଧାର୍ମିକ ଅନୁଷ୍ଠାନରେ କ୍ଷତି ସହିବେ । ଆମୋଦ ପ୍ରମୋଦ, ମନୋରଞ୍ଜନ, ଦୀର୍ଘଯାତ୍ରା, ଓ ଛୋଟ ବଡ ମିଟିଙ୍ଗୀରେ ଯୋଗ ଦେଇ ପାରନ୍ତି । ସନ୍ତାନମାନଙ୍କ ପାଇଁ ଚିନ୍ତିତ ରହିବେ । ଧାର୍ମିକ କାର୍ଯ୍ୟରେ ବାଧା, ଶାରିରୀକ ଅସୁସ୍ଥତା ସହ ମାନସିକ ଅଶାନ୍ତି ଦେଖାଦେଇ ପାରେ ।  ପ୍ରତିକାର:- ଅସହାୟା ମାନଙ୍କୁ ସାହାଯ୍ୟ କରନ୍ତୁ ।

କନ୍ୟା:-

ବ୍ୟବସାୟରେ ଉନ୍ନତି ହେବାଫଳରେ ଖୁସି ରହିବେ । କୌଣସି ନୂତନ କର୍ମ କରିବାକୁ ଚାହୁଁଥିଲେ ସେଥିରେ ବିଜୟୀ ହେବେ । କର୍ମକ୍ଷେତ୍ରରେ ମିତ୍ରଙ୍କ ଠାରୁ ବହୁତ ସାହାଯ୍ୟ ସହଯୋଗ ମିଳିବ । ମାନସିକ ଶାନ୍ତି ଅନୁଭବ କରିବେ । କୌଣସି ମହତ୍ତ୍ଵପୂର୍ଣ୍ଣ ବ୍ୟକ୍ତିଙ୍କ ସହିତ ଭେଟ ହେବ । ବିଦ୍ୟାଧ୍ୟୟନ ସମ୍ବନ୍ଧିୟ ଶୁଭ ସମାଚାର ପ୍ରାପ୍ତ ହେବ । କଳା, ସାହିତ୍ୟ, କ୍ରିଡା, ଚଳଚ୍ଚିତ୍ର ତଥା ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ । ପ୍ରତେକ କ୍ଷେତ୍ରରେ ବିନୟପୂର୍ଣ୍ଣ କଥା କହି ପରିସ୍ଥିତିକୁ ହାଲୁକା କରିବାରେ ସମର୍ଥ ହେବେ । ଦାମ୍ପତ୍ୟ ଓ ପାରିବାରିକ ସ୍ତରରେ ଶାନ୍ତି ଶୃଙ୍ଖଳା ବଜାୟ ରହିବ ।  ପ୍ରତିକାର- କେଶର ହଳଦୀ ଚନ୍ଦନ ମସ୍ତକରେ ଧାରଣ କରନ୍ତୁ ।

ତୁଳା:-

ସେୟାର ବଜାର ଓ ପୁଞ୍ଜି ନିବେଶ କରିଲେ ବହୁତ ଧନ ପ୍ରାପ୍ତ ହେବ । ଅଫିସରେ କରିଥିବା କାମର ଶୁଭ ସୂଚନା ଶୁଣିବାକୁ ପାଇବେ । ଶତୃ ଓ ବିରୋଧୀମାନେ ଆପଣଙ୍କ ସାମ୍ନା କରିପାରିବେ ନାହିଁ । ଧନର ଆଗମନ ହୋଇପାରେ । ପାରିବାରିକ କ୍ଷେତ୍ରରେ ଅଧୁରା କାର୍ଯ୍ୟ ପୂରଣ ହେବ । କର୍ମ କ୍ଷେତ୍ରରେ ବରିଷ୍ଠ ବ୍ୟକ୍ତି ଓ ସହଯୋଗୀ ମାନଙ୍କର ସାହାଯ୍ୟ ସହଯୋଗ ମିଳିବ । ବ୍ୟବସାୟ କ୍ଷେତ୍ରରେ ଉନ୍ନତି ଓ ଅଧିକ ଲାଭ ମିଳିପାରେ । ସ୍ୱାସ୍ଥ୍ୟଗତ ସମସ୍ୟାର ଉନ୍ନତି ହେବ । ଶୁଭ ସମ୍ବାଦ ପାଇ ମାନସିକ ଦୁଶ୍ଚିନ୍ତା ଦୂର ହୋଇ ଯଶମାନ ବୃଦ୍ଧିହେବ ।  ପ୍ରତିକାର- ମୁହଁ ମିଠାକରି ଘରୁ ବାହାରନ୍ତୁ ।

ବିଚ୍ଛା:-

ବନ୍ଧୁମିତ୍ରଙ୍କ ସହିତ ସମୟ ବିତେଇବେ । ପାରିବାରିକ ସମସ୍ୟା ନିଜର ବୁଦ୍ଧି, ବିବେକ ଖଟାଇ ସମାଧାନ କରିପାରିବେ । ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମକଦ୍ଦମା ଓ ସାକ୍ଷାତକାରରେ ବିଜୟୀ ହେବେ । ମନରେଥିବା କାମନା ପୂର୍ଣ୍ଣ ହେବ । ଆର୍ଥିକ ଉନ୍ନତି ଫଳରେ ଚିନ୍ତା କରିଥିବା କାର୍ଯ୍ୟ ଠିକ୍ ସମୟରେ ପୂରଣ ହୋଇ ପାରିବ । ଶାରୀରିକ କଷ୍ଟ ଦୂର ହେବ । ବ୍ୟବସାୟରେ ଆଶାତୀତ ଲାଭକରି କିଛି ନୂତନ ପଦାର୍ଥ ସଂଗ୍ରହ କରି ପାରନ୍ତି । ସନ୍ତାନ ସମ୍ବନ୍ଧୀୟ ଶୁଭ ସମାଚାର ମିଳିପାରେ ।  ପ୍ରତିକାର-ମାଦକଦ୍ରବ୍ୟ ସେବନ କରନ୍ତୁ ନାହିଁ ।

ଧନୁ:-

ବନ୍ଧୁମିତ୍ରଙ୍କ ଆଗମନ ହେବ ଓ ବନ୍ଧୁଙ୍କର କୌଣସି ମହତ୍ଵପୂର୍ଣ୍ଣ କାମ ଆପଣଙ୍କ ଦ୍ଵାରା ହୋଇପାରେ । ସାମୁହିକ ପ୍ରୟାସ ଓ ସହଯୋଗ ଦ୍ଵାରା ଆଗକୁ ବଢିବା ସମ୍ଭବ ହେବ । ଧର୍ମ-କର୍ମରେ ରୁଚି ବୃଦ୍ଧି ହେବ । କୌଣସି କାମରେ ବିଶେଷ ଜ୍ଞାନ ହାସିଲ କରିବେ । ରାଜନୀତି କ୍ଷେତ୍ରରେ ଉପରିସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନ ମିଳିବ । ଶିକ୍ଷା କ୍ଷେତ୍ରରେ ପରୀକ୍ଷା, ପରିଣାମ ଅନୁକୂଳ ହେବ । ଉଚ୍ଚ ଶିକ୍ଷା ହାସିଲ କରିବା ପାଇଁ ପ୍ରୟାସରତ ରହିବେ । ମହିଳାମାନଙ୍କର ବନ୍ଧୁ ବାନ୍ଧବଙ୍କଦ୍ଵାରା ସମସ୍ୟାର ସମାଧାନ ହୋଇ ସାମାଜିକ ପ୍ରତିଷ୍ଠା ଓ ମାନ ସମ୍ମାନ ବୃଦ୍ଧି ହେବ ।  ପ୍ରତିକାର-କୁକୁରକୁ ଖାଇବାକୁ ଦିଅନ୍ତୁ ।

ମକର:-

ପୁରୁଣା ନିବେଶ ଲାଭ ଦେବ । ଆର୍ଥିକସ୍ଥିତି ସୁଧୁରି ଯିବା ଫଳରେ ଯଶ ପ୍ରତିଷ୍ଠା ମିଳିବ । ପ୍ରପର୍ଟୀ ସମ୍ବନ୍ଧିୟ ମାମଲା କାହାର ମଧ୍ୟସ୍ଥତା ଦ୍ଵାରା ଦୂର ହେବ । ପ୍ରେମୀ-ପ୍ରେମିକାଙ୍କ ସାମଞ୍ଜସ୍ୟ ବୃଦ୍ଧି ହେବ । ସ୍ଵାସ୍ଥ୍ୟର କିଛି ପରିବର୍ତ୍ତନ ଘଟିବ । ସମସ୍ତ ଫଇସଲା ଓ ନିର୍ଣ୍ଣୟ ବୁଦ୍ଧିମତାରେ ପରିପୂର୍ଣ୍ଣ ହେବ । ଅଟକିଥିବା କାର୍ଯ୍ୟ ପୂରଣ ହେବ । ପ୍ରତିଯୋଗୀତା ପରୀକ୍ଷାରେ ଉତ୍ତୀର୍ଣ୍ଣ ହେବେ । କଠିନ କାର୍ଯ୍ୟ ସହଜରେ ସମାଧାନ କରିବେ । ସାମାଜିକ ପତିଆରା ଅମଳିନ ରହିବ । ଭାଇ ଓ ଭଉଣୀ ମାନଙ୍କ ସହ ମନୋ ମାଳିନ୍ୟ ଦୂର ହେବ । ନୂତନ ଗୃହସୁଖ ଓ ଯାନବାହନ ସୁଖ ମିଳିବ ।  ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

କୁମ୍ଭ:-

ସ୍ଵାସ୍ଥ୍ୟକ୍ଷେତ୍ରରେ ପରିବର୍ତ୍ତନ ଆସିବ । କୌଣସି ଶୁଭକାର୍ଯ୍ୟ କରିବାକୁ ଆୟୋଜନ ମଧ୍ୟ କରିବେ । ନୂଆଲକ୍ଷ ପୂରଣ କରିବା ପାଇଁ ସମୟ ନିର୍ଦ୍ଧାରଣ କରିବେ । ରାଜନୀତି କ୍ଷେତ୍ରରେ ମାନସମ୍ମାନ ଓ ପ୍ରତିଷ୍ଠା ଅକ୍ଷୁର୍ଣ୍ଣ ରହିବ । କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ, ବାଦବିବାଦ, ମାଲିମୋକଦ୍ଦମା, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ମହିଳାମାନେ ଗୃହୋପକରଣ କ୍ରୟ କରିବା ପାଇଁ ମନ ବଲେଇବେ ଓ ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧି ହେବ । ସନ୍ତାନର ଖୁସି ଓ ସୁରକ୍ଷିତ ଅନୁଭବ କରିବେ ।  ପ୍ରତିକାର-ମାଗଣାରେ କୌଣସି ଦ୍ରବ୍ୟ ଗ୍ରହଣ କରନ୍ତୁ ନାହିଁ ।

ମୀନ:-

ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ସୁଖ ସମୃଦ୍ଧି ବୃଦ୍ଧି ଓ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ । ସ୍ୱାସ୍ଥ୍ୟସମସ୍ୟା ଦୂର ହୋଇଯିବ । ଅଧ୍ୟାପନା ମାମଲାରେ ଆଗକୁ ଗତି କରିବେ । ସନ୍ତାନଙ୍କ ସମ୍ବନ୍ଧିତ କୌଣସି ମହତ୍ଵପୂର୍ଣ୍ଣ କାମ ହୋଇପାରେ । ଶତୃମାନେ ସତଚେଷ୍ଟା କଲେ ମଧ୍ୟ କୌଣସି କ୍ଷତି କରିପାରିବେ ନାହିଁ । ଭ୍ରମଣ, ରାଜନୀତି, ପ୍ରକାଶନ, ସଂଗଠନ, ଅନୁସନ୍ଧାନ କାର୍ଯ୍ୟରେ ଲାଭ ପାଇବେ । ପୈତୃକ ସମ୍ପତ୍ତିକୁ ନେଇ  ପାରିବାରିକ ଦ୍ଵନ୍ଦ ମେଣ୍ଟିଯିବ ଓ ମାନସିକ ଏକାଗ୍ରତା ବଜାୟ ରହିବ । କର୍ମକ୍ଷେତ୍ରରେ ସରକାରୀ କାର୍ଯ୍ୟରେ ସଫଳତା ପ୍ରାପ୍ତ ହେବ ।  ପ୍ରତିକାର:- ଅସହାୟାଙ୍କୁ ସାହାଯ୍ୟ କରନ୍ତୁ ।