ଆଜିର ରାଶିଫଳ 7 ଅଗଷ୍ଟ 2019, ବୁଧବାର, ଆଜିଠୁ ଏହି ୪ଟି ରାଶିର କୁବେର ଖଜାନା ଖୋଲିବେ ମା ଲକ୍ଷ୍ମୀ

ମେଷ:-

ଅଫିସରେ କରିଥିବା କାମର ଶୁଭ ସୂଚନା ଶୁଣିବାକୁ ପାଇବେ । ପ୍ରତିଯୋଗିତାରେ ବିଜୟୀ ହେବେ । ପାରିବାରିକସ୍ତର ହସ ଖୁସିରେ କଟିବ ଓ କର୍ମକ୍ଷେତ୍ରରେ ଚିନ୍ତା କରିଥିବା କାମ ଗୁଡିକ ସହଜରେ ହେବ । ଭାଇ ବନ୍ଧୁମାନେ ସାହାଯ୍ୟ ସହଯୋଗ କରିବା ଫଳରେ ସୁଖ ସମୃଦ୍ଧି ବୃଦ୍ଧି ହେବ । ମାନସିକ ଦୁଶ୍ଚିନ୍ତାଦୂରହେବ । ଋଣମୁକ୍ତିପାଇଁ ରାସ୍ତା ଦେଖାଦେବ । ଶତୃବଧା ଦୂରେଇ ଯିବ । ଆୟବୃଦ୍ଧି, ବ୍ୟବସାୟରେ କ୍ଷତି ଅପେକ୍ଷା ଲାଭର ପରିମାଣ ଅଧିକ ହେବ । ମାନ, ସମ୍ମାନ, ଯଶ, ପ୍ରତିଷ୍ଠା, ପ୍ରତିପତ୍ତି ଓ ସୁଖ ସମ୍ପଦ ପ୍ରାପ୍ତିହେବ । କୋର୍ଟ କଚେରୀ ମାମଲାର ଶୁଣାଣି ସପକ୍ଷରେ ଯିବ ।  ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ ।

ବୃଷ:-

ଧାର୍ମିକ କାର୍ଯ୍ୟପ୍ରତି ଆଗ୍ରହୀ ହେବେ । ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ । ନିଜ ଚେଷ୍ଟାରେ ବାକିଥିବା ଅର୍ଥ ପାଇବେ । ବନ୍ଧୁମାନେ ସାହାଯ୍ୟ ସହଯୋଗ କରିବେ । ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବାରୁ ମନ ଭଲ ରହିବ । ଗୃହରେ କଲ୍ୟାଣକର କର୍ମ ସମ୍ପାଦନ କରି ପ୍ରଶଂସିତ ହେବେ । ପାରିବାରିକ ଜୀବନ ଆନନ୍ଦମୟ ହେବ । ପରୀକ୍ଷା ଓ ପ୍ରତିଦ୍ଵନ୍ଦିତାରେ ସଫଳ ହେବେ । ବୁଦ୍ଧି ବିବେକ ଖେଳାଇ ପ୍ରତିକୂଳ ସ୍ରୋତକୁ ଅନୁକୂଳ ଦିଗରେ ମୁହାଁଇ ଦେବାକୁ ମଧ୍ୟ ସାମର୍ଥ୍ୟ ଯୁଟିବ । ପରସ୍ପରକୁ ସାହାଯ୍ୟ ସହଯୋଗ କରି ଗଠନମୂଳକ ଦିଗପ୍ରତି ଆଗ୍ରହୀ ହେବାର ସମ୍ଭାବନା ଅଛି ।  ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ମିଥୁନ:-

ମନକଥା ମନରେ ରଖି ବନ୍ଧୁଙ୍କ ସହ ମିଶିଲେ ଭଲ ହେବ । କର୍ମକ୍ଷେତ୍ରରେ ଯେତିକି ପାଇବା କଥା ସେତିକି ହିଁ ପାଇବେ । ଅଫିସରେ ଲାଗି ରହିଥିବା ସମସ୍ୟା ଦୂର ବେବ । ବନ୍ଧୁମିଳନ ତୀର୍ଥ ଭ୍ରମଣ ଓ ସଂସ୍କୃତିକ ତଥା ସାମାଜିକ କାର୍ଯ୍ୟରେ ଭାଗନେଇ ଲୋକ ସମ୍ପର୍କ ବୃଦ୍ଧି ହେବ । । ବାଣିଜ୍ୟ, ବ୍ୟବସାୟ, କଳା, ସାହିତ୍ୟ ଓ ସଭାସମିତିରେ ସଫଳତା ହାସଲ କରିବେ । ପାରିବାରିକ ଶାନ୍ତିଶୃଙ୍ଖଳା ବୃଦ୍ଧି ହେବାସହ ଗଠନମୂଳକ କାର୍ଯ୍ୟ ପାଇଁ ପ୍ରସ୍ତୁତି ଆରମ୍ଭ କରିବେ । ବହୁକ୍ଷେତ୍ରରେ ପ୍ରିୟତା, ଯାନବାହାନ ଓ ଭ୍ରମଣ ସଙ୍କ୍ରାନ୍ତିୟ ବ୍ୟବସାୟରେ  ବିଶେଷ ଲାଭ ପାଇବେ ।  ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

କର୍କଟ:-

କର୍ମକ୍ଷେତ୍ରରେ ପଦୋନ୍ନତି ସହ ପଦସ୍ଥ ବ୍ୟକ୍ତିଙ୍କର ଆସ୍ଥାଭାଜନ ହେବେ । ନୂତନ ଯାନକ୍ରୟ, ଗୃହନିର୍ମାଣ ଆଦି କରି ପାରିବେ । ସ୍ଥଗିତ ଥିବା କର୍ମଟି ସହଜ ସରଳରେ ପୂର୍ଣ୍ଣହେବ । ଯାନବାହାନ ବ୍ୟବସାୟରେ ତଥା ଭ୍ରମଣ ସଙ୍କ୍ରାନ୍ତିୟ ବ୍ୟବସାୟ ରେ ଲାଭବାନ ହେବେ । ମାଲିମୋକଦ୍ଦମାରେ ସଫଳତା ମିଳିବ । ସନ୍ତାନ ସନ୍ତତିଙ୍କ ତରଫରୁ ଆଶାବାଦୀ ହେବେ । ଲୁଗାପଟା ଓ ସୌଖୀନ ଦ୍ରବ୍ୟର ବ୍ୟବସାୟୀମାନେ ଦ୍ବିଗୁଣ ଲାଭ କରିବେ । ପୂର୍ବ ଶତୃମାନେ ପଛଘୁଞ୍ଚା ଦେବେ । ଯାତ୍ରାଫଳରେ ଉତ୍ସାହିତ ହେବେ ଓ ପ୍ରତ୍ୟେକ ମୁଖରୁ ପ୍ରଶଂସାବାଣୀ ଶୁଣିବେ ।  ପ୍ରତିକାର-ମାଦକଦ୍ରବ୍ୟ ସେବନ କରନ୍ତୁ ନାହିଁ ।

ସିଂହ:-

କର୍ମକ୍ଷେତ୍ରରେ ସାଫଲ୍ୟ, ଉଚ୍ଚସମ୍ମାନ ଓ ପଦପଦବୀ ଲାଭ ହେବ । ପାରିବାରିକ କ୍ଷେତ୍ରରେ ଶାନ୍ତି ପାଇବେ ।   ବ୍ୟବସାୟ କ୍ଷେତ୍ରରେ ପ୍ରସାର ପ୍ରଚାର ଫଳରେ ଆଶାତୀତ ଲାଭ ପାଇବେ । ପ୍ରବାସ ଓ ଯାତ୍ରାରେ ଲାଭବାନ ହେବେ । ନିର୍ମାଣ ମୂଳକ ଯୋଜନାରେ ଆଗେଇବେ । ଗୃହୋପକରଣ କ୍ରୟ କରିବେ । ସମସ୍ତ କାର୍ଯ୍ୟକ୍ରମ ସୁରୁଖୁରୁରେ ପୂର୍ଣ୍ଣ ହେବ । ମହିଳାମାନେ ବନ୍ଧୁଙ୍କୁ ଆପ୍ୟାୟିତ କରିବାରେ ସମର୍ଥ ହେବେ । ପିଲାମାନଙ୍କ ପ୍ରତି ସତର୍କ ରହି ଆନନ୍ଦିତ ହେବେ ଓ ସାମାଜିକ ପ୍ରତିଷ୍ଠା. ମାନ-ସମ୍ମାନ ବୃଦ୍ଧି ହେବ । ଛାତ୍ରଛାତ୍ରୀମାନେ ଶିକ୍ଷାକ୍ଷେତ୍ରରେ ଆଗ୍ରହୀ ହେବେ ।  ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

କନ୍ୟା:-

ବ୍ୟବସାୟ ସମ୍ବନ୍ଧୀୟ ସମସ୍ତ ଜରୁରୀ କାର୍ଯ୍ୟ ଓ ଆବଶ୍ୟକ ଅର୍ଥ ଆଦାନ ପ୍ରଦାନ ସୁଚାରୁରୂପେ ହେବ । ଆର୍ଥିକ ଉନ୍ନତି ଫଳରେ ଚିନ୍ତା କରିଥିବା କାର୍ଯ୍ୟ ପୂରଣ କରିବାକୁ ଚେଷ୍ଟା କରିବେ । ଅତି ନିକଟର ବନ୍ଧୁବାନ୍ଧବଙ୍କସହ ଅତି ପ୍ରିୟତା ସୃଷ୍ଟିହେବ । ପରିବାରରେ ସୁସ୍ଥ ବାତାବରଣ ଜାରି ରହିବ । ଆର୍ଥିକ ସ୍ଥିତି ସ୍ଵଛଳ ରହିବ । ବ୍ୟବହାର କୁଶଳତାକୁ ଆଧାରକରୀ ନିମ୍ନବର୍ଗର ସହାୟତା ବରିଷ୍ଠ ବ୍ୟକ୍ତିଙ୍କ ସହ ସୁସମ୍ପର୍କସ୍ଥାପିତ ହେବ । ଛାତ୍ରଛାତ୍ରୀ ମାନେ ଶିକ୍ଷାକୁ ଉଚିତ୍‌ ମନେକରି ପାଠ ପଢାରେ ମନଯୋଗ ଦେବେ । କର୍ମ କ୍ଷେତ୍ରରେ ସହଯୋଗୀ ମାନଙ୍କ ଯୋଗୁଁ ଶାନ୍ତି ପାଇବେ ।  ପ୍ରତିକାର- ମୁହଁ ମିଠାକରି ଘରୁ ବାହାରନ୍ତୁ ।

ତୁଳା:-

କର୍ମକ୍ଷେତ୍ରରେ ଶତୃମାନେ ଦୂରେଇ ଯିବା ଫଳରେ ସମସ୍ତ ଚିନ୍ତାରୁ ମୁକ୍ତି ମିଳିବ ଓ ମାନସିକ ଶାନ୍ତି ପାଇବେ ।   ବ୍ୟବସାୟରେ ଭାଗୀଦାରୀମାନଙ୍କ ସହ ମତାନ୍ତର ମନାନ୍ତର ଦୂରେଇ ଯିବ । କାରବାରରେ ଉତ୍ଥାନ ହେବାଫଳରେ ବ୍ୟବସାୟ ବୃଦ୍ଧି କରିବାର ଇଚ୍ଛା ଜାଗ୍ରତ ହେବ । ଶୋଷିତ ଓ ନିର୍ଯାତିତଙ୍କ ବିଡମ୍ବନାକୁ ମୁଣ୍ଡେଇ ଦୃଢ ମନୋବଳରେ ଆଗେଇ ପାରିବେ । ପରିବାର ଭିତରେ ଜଗିରଖି ନଚଳିଲେ କଳହ ସୃଷ୍ଟି ହେବାର ସମ୍ଭାବନା । ଛାତ୍ରଛାତ୍ରୀ ମାନଙ୍କର ଶିକ୍ଷା କ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବ ଓ ପରୀକ୍ଷା ପରିଣାମ ଅନୁକୂଳ ହେବ ।  ପ୍ରତିକାର– ଷଣ୍ଢକୁ ଖାଇବାକୁ ଦିଅନ୍ତୁ ।

ବିଚ୍ଛା:-

ଜାଗା, ଜମି, ବାସଗୃହ ଓ ଯାନବାହାନ କ୍ରୟ କରିବାର ସୁବିଧା ପାଇବେ । ବ୍ୟବସାୟରେ ଆଶାତୀତ ଲାଭକରି କିଛି ନୂତନ ପଦାର୍ଥ ସଂଗ୍ରହ ପାଇଁ ଦୂରସ୍ଥାନକୁ ଯାତ୍ରା କରି ପାରନ୍ତି । ଅଟକିଥିବା କାର୍ଯ୍ୟ ପୂରଣ ହେବ । କର୍ମକ୍ଷେତ୍ରଟି ସୁଦୃଢ ହେବ ଓ ଆୟ ବୃଦ୍ଧି ହେବା ଫଳରେ ଆର୍ଥିକ ଉନ୍ନତି ହେବ । ଛାତ୍ରଛାତ୍ରୀ ମାନେ ଶିକ୍ଷାକୁ ଉଚିତ୍‌ ମନେକରି ପାଠ ପଢାରେ ମନଯୋଗ ଦେବେ । ଦୂରସ୍ଥାନକୁ ଯାତ୍ରା କରିବେ । ସାମାଜିକ ପ୍ରତିଷ୍ଠା ଓ ମାନ ସମ୍ମାନ ବୃଦ୍ଧି ହେବ । ଗୁରୁଜନଙ୍କ ସହାନୁଭୁତି ଉପଲବ୍ଧ ହେବ ଓ ସନ୍ତାନର ସୁ-ଖବର ଶୁଣି ଖୁସି ହେବେ । ସ୍ଵାସ୍ଥ୍ୟର କିଛି ପରିବର୍ତ୍ତନ ଘଟିବ ।  ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ ।

ଧନୁ:-

କର୍ମ କ୍ଷେତ୍ରରେ ଉଚ୍ଚାଧିକାରୀ ଓ ବରିଷ୍ଠ ବ୍ୟକ୍ତିଙ୍କ ସହ ସୁ ସମ୍ପର୍କ ଫଳରେ ପ୍ରଶଂସା ପାଇବେ । ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରିବେ । ପ୍ରତିଯୋଗୀତା ପରୀକ୍ଷାରେ ଉତ୍ତୀର୍ଣ୍ଣ ହେବେ । କଠିନ କାର୍ଯ୍ୟ ସହଜରେ ସମାଧାନ କରିବେ । ସମସ୍ତ ବାଧାବିଘ୍ନକୁ ଭ୍ରୂକ୍ଷେପ ନକରି ନିଜର ସିଦ୍ଧାନ୍ତରେ ଅଟଳ ରହିବେ । କୋର୍ଟ କଚେରୀ ମାମଲା ଓ ପ୍ରତିଦ୍ୱନ୍ଦିତା କ୍ଷେତ୍ରରେ ବିଜୟୀ ହେବେ । ବ୍ୟବସାୟ କ୍ଷେତ୍ରରେ ନିଜର ପ୍ରତିଷ୍ଠା ସୁନାମ ବଢିବ । ପାରିବାରିକ ଜୀବନ ସମସ୍ତଙ୍କ ମେଳରେ ରହି ସୁଖ-ସନ୍ତୋଷରେ କଟିବ । ସାମାଜିକ ସ୍ଥିତି ଓ ମାନସମ୍ମ । ନ ବଜାୟ ରହିବ ।  ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ମକର:-

ବରିଷ୍ଠ ବ୍ୟକ୍ତି ଉଚ୍ଚାଧିକାରୀଙ୍କ ସହ ସମ୍ବନ୍ଧ ଦୃଢୀଭୁତ ହେବ । ଆର୍ଥିକ ଦିଗର ଅଭିବୃଦ୍ଧି କାରଣରୁ ଗଠନମୂଳକ ତଥା ସେବାସମ୍ବନ୍ଧିତ କ୍ଷେତ୍ରରେ ଉଚ୍ଚ ଭୂମିକା ଗ୍ରହଣ କରିବେ । ଶତ୍ରୁ ନାଶ ଯୋଗେ ନିରୁପଦ୍ରବ ଜୀବନଚର୍ଯ୍ୟାର ଅଧିକାରୀହେବେ । ସଚ୍ଚୋଟ ଓ ନ୍ୟାୟୀ ବ୍ୟକ୍ତିହିସାବରେ ପ୍ରତେକ କଥାକୁ  ଟିକିନିଖି ପରୀକ୍ଷା ପରେ ହିସାବକୁ ନେବେ । ସ୍ଵାସ୍ଥ୍ୟରେ ଉନ୍ନତି ସହ ଅଧ୍ୟାତ୍ମିକ ତଥା ବୈଷୟିକ ରୁଚି ପୂର୍ତ୍ତି ହେବ । ପାରିବାରିକ କ୍ଷେତ୍ରରେ ସାଧାରଣ ଚଳଣି ଅତୁଟ ରହିବ । କୌଣସି ଶିକ୍ଷା ଅନୁଷ୍ଠାନରେ ଯୋଗ ଦେବାର ସୁବିଧା ସୁଯୋଗ ଆସିବ ।  ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

କୁମ୍ଭ:-

ପାରିବାରିକ ସୁଖ ସମ୍ପନ୍ନତା ଲାଭ ହେବ ଏବଂ ଆୟ ମଧ୍ୟ ଉତ୍ତମ ହେବ । ମହିଳାମାନେ ସନ୍ତାନ ସନ୍ତତି ମାନଙ୍କ ଖୁସିରେ ଆନନ୍ଦିତ ହେବେ । ସୁବିଧା ସୁଯୋଗ ପାଇ ଖୁସିହେବେ । ଅଧିକ  ପରିଶ୍ରମ ବଳରେ ଜୀବନ ଶୈଳିରେ ସୁଖ-ସମୃଦ୍ଧି ଓ ପ୍ରତିଷ୍ଠାଲାଭ କରିବେ । ପଢାପଢିରେ ମନ ଧ୍ୟାନ ପ୍ରାୟ ଲାଗି ରହିବ । ପରୀକ୍ଷା ପ୍ରତିଯୋଗୀତାରେ କୃତକାର୍ଯ୍ୟ ହୋଇ ଉଚ୍ଚଶ୍ରେଣୀ ପାଇବେ । କୃତକର୍ମ ନିମନ୍ତେ ଅନୁଶୋଚନା କରି ପାରନ୍ତି । କୌଣସି ଦିଗରୁ ଉତ୍ତରଦାୟୀ ହୋଇ କ୍ଷୋଭ ଓ ଅବଶୋଷ ଅନ୍ତରରେ କୁହୁଳିବ ।  ପ୍ରତିକାର- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

ମୀନ:-

ବ୍ୟବସାୟ କ୍ଷେତ୍ରରେ ଦ୍ଵିଗୁଣା ଲାଭ ପାଇ ବ୍ୟବସାୟରେ ଯଥେଷ୍ଟ ଅଗ୍ରଗତି ଘଟିବ । ପାରିବାରିକ  ଜୀବନ ସୁଖରେ କଟିବ । ପ୍ରତ୍ୟେକ କ୍ଷେତ୍ରରେ ଉଚ୍ଚସ୍ଥିତି ରକ୍ଷା କରି ଚଳିବେ । ଆକସ୍ମିକ ଅର୍ଥଲାଭ, ସୁନାମ ପ୍ରାପ୍ତି, ସମ୍ମାନ ବୃଦ୍ଧି, କର୍ମୋନ୍ନତି ବାସସ୍ଥାନ ବା ଯାନବାହାନ ପ୍ରାପ୍ତି ହେବ । ବନ୍ଧୁ ମିତ୍ରଙ୍କଠାରୁ ଉପହାର ପ୍ରାପ୍ତି ହେବ । ମହିଳାମାନେ ଗୃହୋପକରଣ କ୍ରୟ କରିବା ପାଇଁ ମନ ବଲେଇବେ ଓ ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧି ହେବ । ସାମ୍ବାଦିକ, ଅଧ୍ୟୟନ, ଅଧ୍ୟାପନା ତଥା ରଚନାତ୍ମକ କ୍ଷେତ୍ରରେ ସମ୍ମାନିତ ହେବେ । ଦାମ୍ପତ୍ୟ ସୁଖରେ ମଧୁରତା ଆସିବ ଓ ଅଧିକ ଘନିଷ୍ଠତା ହେବ ।  ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।